ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଏସୀୟ ଆଥଲେଟିକ୍ସ ଚ୍ୟାମ୍ପିୟନସିପ ୨୦୧୭
୨୨ ତମ ଏସୀୟ ଆଥଲେଟିକ୍ସ ଚ୍ୟାମ୍ପିୟନସିପ ୨୦୧୭ ମସିହାରେ ଆୟୋଜିତ ହେବାକୁ ଯାଉଛି । ଏହା ୬ ଜୁଲାଇ ୨୦୧୭ ରୁ ୯ ଜୁଲାଇ ୨୦୧୭ ଯାଏଁ ଭୁବନେଶ୍ଵରର କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରତିଯୋଗିତାରେ ୪୫ ଟି ଦେଶର ୮୦୦ ଆଥେଲେଟିକ୍ସ ଭାଗନେବେ ।
ପାରାଦୀପ , ଜଗତସିଂହପୁର ଜିଲ୍ଲା ର ଏକ ପ୍ରମୂଖ ସହର ଓ ବାଣିଜ୍ୟ କେନ୍ଦ୍ର । ଏଠାରେ ଭାରତର ଏକ ପ୍ରଧାନ ବନ୍ଦର ରହିଛି । ପାରାଦୀପ ପୂର୍ବ ଭାରତରେ ସାମୁଦ୍ରିକ ବାଣିଜ୍ୟର ଏକ ପ୍ରମୁଖ ସ୍ଥାନ । ଏଠାରେ ବନ୍ଦର ବ୍ୟତୀତ ଅନେକ ଛୋଟ ବଡ଼ କଳ କାରଖାନା ଗଢ଼ି ଉଠିଛି । କଞ୍ଚାମାଲ ଆମଦାନୀର ସୁବିଧା ହେତୁ ସାର କାରଖାନା, ତୈଳ ବିଶୋଧନାଗାର ଆଦି ଶିଳ୍ପ ସ୍ଥାପିତ ହୋଇଛି ।କ୍ରମବର୍ଦ୍ଧିଷ୍ଣୁ ଶିଳ୍ପ ଓ ଜନସଂଖ୍ୟା ଯୋଗୁ ଏହି ସହର ଧୀରେ ଧୀରେ ପ୍ରସାରିତ ହେଉଛି । ଏହି ସହର ଓଡ଼ିଶାର ଏକ ପ୍ରମୁଖ ଜାତୀୟ ଓ ଅନ୍ତର୍ଜାତୀୟ ବାଣିଜ୍ୟ ସ୍ଥାନ ରୂପେ ଓଡ଼ିଶା ଅର୍ଥନୀତିକୁ ବିପୁଳ ଭାବେ ପ୍ରଭାବିତ କରିଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପଲମୋନାରି ସରଫାକ୍ଟାଣ୍ଟ (ଇଂରାଜୀ ଭାଷାରେ Pulmonary surfactant) ଏକ ଔଷଧ ଯାହା ନବଜାତ ଶିଶୁଙ୍କର ହେଉଥିବା ଇନଫାଣ୍ଟ ରେସ୍ପିରେଟରି ସିଣ୍ଡ୍ରୋମ (respiratory distress syndrome) ରୋଗର ପ୍ରତିଷେଧ ଓ ଚିକିତ୍ସା ନିମନ୍ତେ ବ୍ୟବହାର କରାଯାଏ । ସାଧାରଣତଃ ଗର୍ଭ ବୟସ (gestational age) ୩୨ରୁ କମ୍ରେ ଜନ୍ମ ହେଉଥିବା ପିଲାଙ୍କର ପ୍ରତିଷେଧ ନିମନ୍ତେ ଦିଆଯାଏ । ଏହା ଏଣ୍ଡୋଟ୍ରାକିଆଲ ନଳୀ ମାଧ୍ୟମରେ ଦିଆଯାଏ । ଶୀଘ୍ର ଏହାର ପ୍ରଭାବ ଆରମ୍ଭ ହୁଏ । ଅନେକ ଡୋଜ ଆବଶ୍ୟକ ହୋଇପାରେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ରାହୀ ସରନୋବତ (ଜନ୍ମ: ୩୦ ଅକ୍ଟୋବର ୧୯୯୦, କୋଲହାପୁର, ମହାରାଷ୍ଟ୍ର) ଜଣେ ଭାରତୀୟ ମହିଳା ଶୁଟର ଅଟନ୍ତି, ଯିଏ 5 ଏପ୍ରିଲ 2013 ମସିହାରେ କୋରିଆର ଚାଙ୍ଗବାନ ରେ ଚାଲିଥିବା ଆଇ ଏସ ଏସ ଏଫ ବିଶ୍ୱ କପର 25 ମିଟର ପିସ୍ତଲ ସ୍ପର୍ଦ୍ଧା ର ଫାଇନାଲ ରେ ସ୍ଥାନୀୟ ଶୁଟର କେୟଙ୍ଗ କିମ ଙ୍କୁ 8-6 ରେ ହରେଇ ସ୍ବର୍ଣ୍ଣ ପଦକ ଭାରତ ନାମରେ କରାଇଥିଲେ । ସେ ବିଶ୍ୱ କପରେ ସ୍ବର୍ଣ୍ଣ ପଦକ ଜିତିଥିବା ପ୍ରଥମ ଭାରତୀୟ ପିସ୍ତଲ ଶୁଟର ଅଟନ୍ତି ।
ଛୁରିମ ଜଣେ ନେପାଳ ପର୍ବତରୋହି ଏବଂ ଗୋଟିଏ ସିଜିନ ରେ ଦୁଇ ଥର ମାଉଣ୍ଟ ଏଭରେଷ୍ଟ ରେ ଚଢିଥିବା ପ୍ରଥମ ମହିଳା ଅଟନ୍ତି । ତାଙ୍କର ଏହି ଉପଲବ୍ଧି ୨୦୧୩ ମସିହାରେ ଗିନିଜ ବୁକ ଅଫ ୱାର୍ଲଡ ରେକର୍ଡ଼ରେ ସମ୍ବୋଧିତ ହୋଇଥିଲେ । 2012 ମସିହାରେ ସେ 12 ମଇ ଏବଂ 19 ମଇରେ ଏଭରେଷ୍ଟରେ ଚଢି ଏହି ଉପଲବ୍ଧିକୁ ପୁରଣ କରିଥିଲେ । ଛୁରିମ ଙ୍କ ପାଇଁ ଏଭରେଷ୍ଟ ରେ ଚଢିଥିବା ପ୍ରଥମ ନେପାଳି ମହିଳା ପସାଙ୍ଗ ହ୍ଲାମୁ ଥିଲେ, ଯିଏ ପଞ୍ଚମ ଶ୍ରେଣୀରେ ପଢିଥିବା ଜଣେ ଝିଅରେ ଭବିଷ୍ୟ ଯୋଜନା ପାଇଁ ବୀଜ ବୁଣିଥିଲେ ଏବଂ ତାଙ୍କୁ ପ୍ରେରିତ କରିଥିଲେ । ଏକ୍ସପିଡ଼ିଶନ ଡ଼ିପାର୍ଟମେଣ୍ଟଙ୍କ ଅନୁସାରେ ଆଜି ପର୍ଯ୍ୟନ୍ତ ଏଭରେଷ୍ଟରେ ଚଢିଥିବା ନେପାଳ ଲୋକଙ୍କ ସଂଖ୍ୟା 3,842 ଅଟେ, ଯେଉଁଥିରେ କେବଳ 219 ମହିଳା ଅଟନ୍ତି । ଛୁରିମ ପୂର୍ବୀ ନେପାଳର ତାପ୍ଲେଗଞ୍ଜ ର ଶେରପା ଅଟନ୍ତି । ସେ ସମସ୍ତ ଶେରପା ପରି ନିଜର ଏକ ନାମର ପ୍ରୟୋଗ କରିଥାନ୍ତି ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀ କୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତ୍ଵଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ଵନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ଵନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ଅଞ୍ଜନା ମିଶ୍ର ଧର୍ଷଣ ମାମଲା ୧୯୯୯ ମସିହାରେ ଓଡ଼ିଶାରେ ଘଟିଥିବା ଏକ ବହୁଚର୍ଚ୍ଚିତ ଅପରାଧିକ ମାମଲା । ଅଞ୍ଜନା ମିଶ୍ର ନାମ୍ନୀ ଜନୈକ ବନ ସେବା ଅଧିକାରୀଙ୍କ ସ୍ଵାମୀ ପରିତ୍ୟକ୍ତା ସ୍ତ୍ରୀ ୯ ଜାନୁଆରୀ ୧୯୯୯ରେ ଧର୍ଷଣର ଶିକାର ହୋଇଥିଲେ ଏବଂ ଏହି ଦୁଃଖଦ ଘଟଣା ତତ୍କାଳୀନ ଓଡ଼ିଶାରେ ରାଜନୈତିକ ହଇଚଇ ସୃଷ୍ଟି କରିଥିଲା । ଏପରିକି, ଉକ୍ତ ଘଟଣାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ତାଙ୍କ ତଥାକଥିତ ବନ୍ଧୁ ତଥା ପୂର୍ବତନ ମହାଧୀବକ୍ତା ଇନ୍ଦ୍ରଜିତ ରାୟଙ୍କର ପ୍ରଛନ୍ନ ହାତ ଥିବା ଅଭିଯୋଗ ହୋଇଥିଲା । ଫଳରେ ଓଡ଼ିଶାର ତତ୍କାଳୀନ ଶାସକ ଦଳ କଂଗ୍ରେସର ଭାବମୂର୍ତ୍ତୀ ଅକ୍ଷୁର୍ଣ୍ଣ ରଖିବା ଉଦ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ପଟ୍ଟନାୟକଙ୍କୁ ତାଙ୍କ ଆସନ ହରାଇବାକୁ ପଡିଲା ଏବଂ ଶ୍ରୀଯୁକ୍ତ ଗିରିଧର ଗମାଙ୍ଗ ଉକ୍ତ ପଦବୀ ଲାଭ କଲେ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବୈାଦ୍ଧ ଧର୍ମ (ପାଳି: ବୋଧ ଧମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।