ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
କଥା ନୁହେଁ ଏ କଥା, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ଏଲିନ୍ ସୋମୀନ୍ ଏବଂ ନିର୍ଦ୍ଦେଶନା ଦେଇଥିଲେ ନରୋତ୍ତମ ପରିଡ଼ା । ପ୍ରଥମେ ଏହି ଚଳଚ୍ଚିତ୍ରଟିର ଶୀର୍ଷକ 'କଥା ତ ଏତିକି' ରଖାଯାଇଥିଲା, ମାତ୍ର ପରେ ଏହାକୁ ପରିବର୍ତ୍ତନ କରାଯାଇ 'କଥା ନୁହେଁ ଏ କଥା' ରଖାଯାଇଥିଲା । ପିଣ୍ଟୁ ମିଶ୍ର ଏହି ଚଳଚ୍ଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ସାଲାଇନ (ଇଂରାଜୀ ଭାଷାରେ Saline, ଅନ୍ୟ ନାମ ସାଲାଇନ ସଲ୍ୟୁସନ/saline solution) ଏକ ଦ୍ରବଣ ଯେଉଁଥିରେ ସୋଡ଼ିଅମ କ୍ଲୋରାଇଡ (sodium chloride) ଓ ପାଣି ମିଶିଥାଏ; ଏହା ଅନେକ ଚିକିତ୍ସା କ୍ଷେତ୍ରରେ ବ୍ୟବହାର ହୁଏ । ଏହା କ୍ଷତ ସଫା କରିବାରେ ସାହାଯ୍ୟ କରେ, କଣ୍ଟାକ୍ଟ ଲେନ୍ସ (contact lens) ବାହାର କରିବାରେ ସାହାଯ୍ୟ କରେ ଓ ଶୁଷ୍କ ଆଖିରେ (dry eyes) ପକାଯାଏ । ନିର୍ଜଳନ (dehydration) ଥିଲେ ବିଶେଷତଃ ପାକଅନ୍ତନଳୀ ପ୍ରଦାହ (gastroenteritis) ଓ ଡାଏବେଟିକ କିଟୋଏସିଡୋସିସ (diabetic ketoacidosis) ନିର୍ଜଳନରେ ଏହା ଶିରାଭ୍ୟନ୍ତର ଇନଫ୍ୟୁଜନ (injection into a vein) ଆକାରରେ ଦିଆଯାଏ । ଇଞ୍ଜେକସନ ଆକାରରେ ଦିଆଯାଉଥିବା ଅନ୍ୟ ଔଷଧମାନଙ୍କୁ ପତଳା କରିବାକୁ ଏହା ମିଶାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଗୋବିନ୍ଦ ତେଜ (୨୬ ମଇ ୧୯୨୮- ୧୮ ଅଗଷ୍ଟ ୨୦୧୬) ଜଣେ ଓଡ଼ିଆ ଅଭିନେତା, କାହାଣୀକାର, ପ୍ରଯୋଜକ ଓ ନିର୍ଦ୍ଦେଶକ ଥିଲେ । ସେ ୧୯୨୮ ମସିହା ମଇ ୨୬ ତାରିଖରେ ଅନୁଗୋଳର ଅମଲାପଡ଼ାଠାରେ ଜନ୍ମଗ୍ରହଣ କରିଥିଲେ । ଅନୁଗୋଳରେ ନିଜ ସ୍କୁଲ ଶିକ୍ଷା ସମାପ୍ତ କରି, ସେ କଟକ ଇଞ୍ଜିନିୟରିଂ କଲେଜରେ ଇଞ୍ଜିନିୟରିଂ ପଢ଼ିଥିଲେ । ଶିକ୍ଷାସମାପ୍ତ କରିବା ପରେ, ସେ ଜଣେ ସିଭିଲ ଇଞ୍ଜିନିୟର ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ । ପରେ ସେ କିଛିଦିନ ଶିକ୍ଷାଦାନ ମଧ୍ୟ କରିଥିଲେ । ଚଳଚ୍ଚିତ୍ରରେ ଅଭିନୟ କରିବା ପାଇଁ ଚାକିରି ଛାଡ଼ିଥିଲେ । ପରବର୍ତ୍ତୀ ସମୟରେ ସେ ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟ ଓ ତିରୁପତି ବିଶ୍ଵବିଦ୍ୟାଳୟରୁ ଡକ୍ଟରେଟ ଲାଭ କରିଥିଲେ । କଟକର ସଂଗୀତାନୁଷ୍ଠାନ ନ୍ୟାସନାଲ ମ୍ୟୁଜିକ ଆସୋସିଏସନର ପ୍ରତିଷ୍ଠାତା ନିର୍ଦ୍ଦେଶକ ଥିଲେ । ନାଟ୍ୟକାର ମନୋରଞ୍ଜନ ଦାସ, ଧୀରେନ ଦାସ ଓ ଅନନ୍ତ ମହାପାତ୍ରଙ୍କ ସହ ମିଶି 'ସୃଜନୀ' ନାମରେ ଏକ ସୌଖିନ ନାଟ୍ୟାନୁଷ୍ଠାନ ଗଢିଥିଲେ । ୧୯୮୨ ମସିହାରେ ଏସିଆନ ଗେମ୍ସ ଉତ୍ସବ ଅବସରରେ ଓଡ଼ିଶାର ଲୋକନୃତ୍ୟ ଘୁମୁରା ପରିବେଷଣ କରିବାରେ ସେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିଲେ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂ ରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ର ଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧ ର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକ ରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତ ରେ ଅଶୋକ ର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକ ଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ) କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜେମସ୍ ଏଡୱାର୍ଡ୍ କର୍ବେଟ୍ (୨୫ ଜୁଲାଇ ୧୮୭୫ – ୧୯ ଅପ୍ରେଲ୍ ୧୯୫୫) ଜଣେ ବ୍ରିଟିଶ୍ ଭାରତୀୟ ଶିକାରୀ, ପ୍ରକୃତିପ୍ରେମୀ, ଲେଖକ ଓ ପରବର୍ତ୍ତୀ ସମୟରେ ବ୍ୟାଘ୍ର ସଂରକ୍ଷଣ ବାର୍ତ୍ତାର ପ୍ରଚାରକ । ସେ ଅନେକ ନରଖାଦକ ମହାବଳ ବାଘ ଓ କଲରା ପତରିଆ ବାଘର ଶିକାର କରିଥିବାରୁ ଉତ୍ତର ଭାରତର ଅନେକ ଗାଁରେ ଜଣାଶୁଣା ଥିଲେ । କର୍ବେଟ୍ ଭାରତରେ ଅବସ୍ଥାପିତ ବ୍ରିଟିଶ୍ ସେନାରେ ଜଣେ କର୍ଣ୍ଣେଲ୍ ଭାବରେ କାର୍ଯ୍ୟରତ ଥିଲେ । ବ୍ରିଟିଶ୍ ସରକାରଙ୍କ ଅନୁରୋଧରେ ତତ୍କାଳୀନ ଉତ୍ତର ପ୍ରଦେଶର ଗଡୱାଲ୍ ଓ କୁମାୟୁଁ ଅଞ୍ଚଳରେ ନରଖାଦକ ପାଲଟିଥିବା ବାଘମାନଙ୍କୁ ଶିକାର କରି ଅନେକ ଜୀବନ ରକ୍ଷା କରିଥିଲେ ।