ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ଵୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀ କୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀ ଙ୍କ ଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୨୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମହିଷାସୁରମର୍ଦିନୀ ମା’ ଦୁର୍ଗାଙ୍କର ବିଜୟ ଗାଥାର ନିଦର୍ଶନ ଦେବୀ ଭାଗବତ, ମାର୍କଣ୍ଡେୟ ପୁରାଣ ଆଦିରେ ବର୍ଣ୍ଣିତ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜ ଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳ ଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗ ଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କ ଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
ସୋଡ଼ିଅମ ଥାୟୋସଲଫେଟ (ଡାକ୍ତରୀ ବ୍ୟବହାର)
ସୋଡ଼ିଅମ ଥାୟୋସଲଫେଟ (ଇଂରାଜୀ ଭାଷାରେ Sodium thiosulfate ବା sodium thiosulphate) ଏକ ଔଷଧ ଯାହା ସାଇନାଇଡ ବିଷକ୍ରିୟା, ପିଟିରିଆସିସ ଭର୍ସିକଲରର (pityriasis versicolor) ଚିକିତ୍ସାରେ ଦିଆଯାଏ ଓ ସିସପ୍ଲାଟିନର (cisplatin) ପାର୍ଶ୍ୱ ପ୍ରତିକ୍ରିୟା କମ୍ କରିବା ନିମନ୍ତେ ଦିଆଯାଏ । ସାଂଘାତିକ ସ୍ୟାନାଇଡ ବିଷକ୍ରିୟାରେ ଏହା ଅଧକାଂଶ ସମୟରେ ସୋଡ଼ିଅମ ନାଇଟ୍ରାଇଟ) (sodium nitrite) ବ୍ୟବହାର କରିବା ପରେ ଦିଆଯାଏ । ଏହା ଚର୍ମରେ ଲଗାଯାଏ ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ ।
ନାଇକ, ଆଇ.ଏନ.ସି (ଅଧିକାରୀକ, /ୟୁଏସˈnaɪki/; ନନ-ୟୁଏସ /ˈnaɪk/) ଏକ ଆମେରିକା ବହୁରାଷ୍ଟ୍ରୀୟ ନିଗମ ଅଟେ ଯାହା ଡିଜାଇନ, ବିକାଶ, ବିନିର୍ମାଣ ଏବଂ ସମଗ୍ର ଦୁନିଆର ଜୋତା ପରିଧାନ ଉପକରଣ ସାମଗ୍ରୀ ଏବଂ ସେବା ଗୁଡିକର ବିକ୍ରିରେ ଲଗାହୋଇଥାଏ । କମ୍ପାନୀର ବିବର୍ତନ, ପୋର୍ଟଲେଡ଼ ମହନଗରୀୟ କ୍ଷେତ୍ର ପାଖେ ମୁଖ୍ୟାଳୟ ରହିଛି । ଏହା ଆଥେଲେଟିକ୍ସ ଜୋତା ଏବଂ କପଡା ପାଇଁ ଦୁନିଆର ସବୁଠାରୁ ବଡ ସପ୍ଲାଇଅର ଅଟେ । ଏବଂ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରମୁଖ ନିର୍ମାତା ଖେଳ ଉପକରଣ, ୟୁଏସ $24.1 ଏବଂ ଏନବିଏସପି ରୁ ଅଧିକ ରାଜସ୍ୱ ସହିତ, ନିଜ ବିର୍ତ୍ତୀୟ ବର୍ଷ 2012 (ମଇ ରେ ସମାପ୍ତ 31, 2012)ରେ ଆଗମ । 2012 ପର୍ଯ୍ୟନ୍ତ, ଏହା ସମଗ୍ର ଦୁନିଆରେ 44,000 ରୁ ଅଧିକ ଲୋକମାନଙ୍କୁ ରୋଜଗାର ଦେଲା । 2014 ମସିହାରେ ବ୍ରାଣ୍ଡ ଏଲୋନ 19 ବିଲୀୟନ ଡଲାର ର ମୂଲ୍ୟବାନ ଥିଲା , ଯାହାଦ୍ୱାରା ଏହି ଖେଳ କାରବାର ମଧ୍ୟରେ ସବୁଠାରୁ ମୂଲ୍ୟବାନ ବ୍ରାଣ୍ଡ ହୋଇଗଲା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ହ୍ୟାକିଂ କହିଲେ ଫେସବୁକ, ଜି-ମେଲ କିମ୍ବା ୱେବସାଇଟକୁ ବିନା ପାସୱାର୍ଡରେ ଖୋଲିଦେବା କେବଳ ନୁହେଁ, ବରଂ ବୃହତ ଅର୍ଥରେ ସାଇବର ସୁରକ୍ଷା ପ୍ରଣାଳୀରେ ରହିଥିବା ଦୋଷ ତ୍ରୁଟିକୁ ଆବିଷ୍କାର କରିବା ହିଁ ଏହାର ମୂଳଲକ୍ଷ୍ୟ । ସମର୍ପଣ ଭାବ ସହ ପ୍ରଯୁକ୍ତି ବିଦ୍ୟାରେ ନିତ୍ୟ ପ୍ରତିଦିନ ଘଟୁଥିବା ପରିବର୍ତ୍ତନର ଖବର ରଖୁଥିବା ବ୍ୟକ୍ତି ହିଁ ଜଣେ ଭଲ ହ୍ୟାକର ହୋଇପାରିବେ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା(୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମ ଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀ ମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସ ଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀ କୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ ରୁ ୭୦୦୦ ହେବ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।