ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଆଶିକ୍, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ପ୍ରମୋଦ କୁମାର ସ୍ୱାଇଁ ଏବଂ ସୁଧାକର ବସନ୍ତ । ଏହି କଥାଚିତ୍ରଟିର କାହାଣୀ ଲେଖିଥିଲେ ସୁଧାକର ବସନ୍ତ ଏବଂ ସଂଳାପ ଡଃ ରଜନୀ ରଞ୍ଜନ ଲେଖିଥିଲେ । କଥାଚିତ୍ରଟିର ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଦେଇଥିଲେ ସୁଧାକର ବସନ୍ତ । ଅଭିଜିତ ମଜୁମଦାର ଏହି କଥାଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ଡଃ ନିର୍ମଳ ନାୟକ ଏବଂ ନିଜାମ୍ ଏହି କଥାଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଲଟେରୀ- ଲାଇଫ୍ ଏଗ୍ନେଷ୍ଟ ଫେଟ୍ ଏକ କ୍ଷୁଦ୍ର ଚଳଚ୍ଚିତ୍ର । ଜିକ୍ଜାକ୍ ମୋସନ୍ ପିକ୍ଚରସ୍ର କ୍ରିଉ ଏଣ୍ଟରଟେନମେଣ୍ଟ ଦ୍ୱାରା ନିର୍ମିତ ହୋଇଥିଲା ଏହି ଚଳଚ୍ଚିତ୍ରଟି । ବାସୁମତି ଖୁଣ୍ଟିଆ ଏହି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ । ଅମ୍ଳାନ ଖୁଣ୍ଟିଆ ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ଏହି ଚଳଚ୍ଚିତ୍ରଟିର କାହାଣୀ ଏବଂ ସଂଳାପ ଅମ୍ଳାନ ଖୁଣ୍ଟିଆ ଲେଖିଥିଲେ । ଲସ୍ ଏଞ୍ଜେଲ୍ସର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ରୋଜର୍ ବ୍ଲୁହାର୍ପ ଏହି ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରରେ ଚିତ୍ରଗ୍ରହଣ କରିଥିଲେ ସୁନୀଲ ଶେଖର ଏବଂ ପୃଥ୍ୱୀରାଜ ପଟ୍ଟନାୟକ । ପୃଥ୍ୱୀରାଜ ପଟ୍ଟନାୟକ ଏବଂ ଅମ୍ଳାନ ଖୁଣ୍ଟିଆ ଏହି ଚଳଚ୍ଚିତ୍ରର ଚିତ୍ରନାଟ୍ୟ ଦାୟିତ୍ୱ ନିଭାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
୨୨ ଜୁଲାଇ ୨୦୦୯ ମସିହାର ସୂର୍ଯ୍ୟଗ୍ରହଣ ୨୧ବିଂ ସଦୀ ର ସବୁଠାରୁ ଲମ୍ବା ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଥିଲା, ଯାହା କିଛି ସ୍ଥାନରେ ୬ ମିନିଟ ୩୯ ସେକେଣ୍ଡ ପର୍ଯ୍ୟନ୍ତ ରହିଥିଲା । ଏହି କାରଣରୁ ଚୀନ, ନେପାଳ ଏବଂ ଭାରତରେ ପର୍ଯ୍ୟଟନ ରୁଚି ମଧ୍ୟ ବଢ଼ିଥିଲା । ଏହି ଗ୍ରହଣ ସୁର୍ଯ୍ୟ-ଚକ୍ର ୧୩୬ ର ଏକ ଭାଗ ଅଟେ, ଯେପରି କୀର୍ତ୍ତିମାନ-ସ୍ଥାପକ ୧୧ ଜୁଲାଇ ୧୯୯୧ ମସିହାର ସୂର୍ଯ୍ୟଗ୍ରହଣ ଥିଲା । ଏହି ଶୃଙ୍ଖଳାରେ ଏହା ପରର ଘଟଣା ୨ ଅଗଷ୍ଟ ୨୦୨୭ ମସିହାରେ ହେବ । ଏହାର ଲମ୍ବା ଅବଧି ଏଥିପାଇଁ ରହିଛି କି, ଚନ୍ଦ୍ରମା ଉପଭୂ ବିନ୍ଦୁ ରେ ରହିଛି, ଯାହାଦ୍ୱାରା ଚନ୍ଦ୍ରମାର ପ୍ରକୃତ ବ୍ୟାସ ସୂର୍ଯ୍ୟ ରୁ ୮% ବଡ ଅଟେ (ଗ୍ରହଣର ପରିମାଣ ୧.୦୮୦) ତଥା ପୃଥିବୀ ଉପସୌରିକା ନିକଟ ଅଟେ, ଯେଉଁଠାରେ ସୂର୍ଯ୍ୟ ଅଳ୍ପ ଛୋଟ ଦେଖାଯାଇଥାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଚଉଷଠି ଯୋଗିନୀ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ହୀରାପୁର ଗାଆଁରେ ଥିବା ଏକ ପୁରାତନ ଯୋଗିନୀ ପୀଠ (ତନ୍ତ୍ରପୀଠ) । ସ୍ଥାନୀୟ ଅଞ୍ଚଳରେ ଏହା ମହାମାୟା ମନ୍ଦିର ନାମରେ ମଧ୍ୟ ଜଣା । ତନ୍ତ୍ର ସଂସ୍କୃତିରେ ଯୋଗିନୀମାନଙ୍କ ସମ୍ପର୍କରେ ବିଶେଷ ଭୂମିକା ଅନ୍ତର୍ନିହିତ ଅଛି । ତେଣୁ ହୀରାପୁରର ଚଉଷଠୀ ଯୋଗିନୀ ପୀଠକୁ ତନ୍ତ୍ରପୀଠ କୁହାଯାଏ । ଏହି ମନ୍ଦିର ୧୯୫୩ ମସିହାରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ମୁଖ୍ୟ ଓ ପ୍ରତ୍ନତତ୍ୱବିଦ କେଦାରନାଥ ମହାପାତ୍ରଙ୍କ ଦ୍ଵାରା ଲୋକଲୋଚନକୁ ଆସିଥିଲା । ଏହି ଦେଉଳର ଉପରିଭାଗ ଖୋଲା । ମନ୍ଦିରର କେନ୍ଦ୍ରସ୍ଥଳରେ ଅଷ୍ଟକୋଣୀ ବିଶାଳ ଲିଙ୍ଗ ରହିଛି । ଦେଉଳ ମଧ୍ୟଭାଗରେ ପରବର୍ତ୍ତୀ ସମୟରେ ଏକ ଚଣ୍ଡୀମଣ୍ଡପ ସ୍ଥାପିତ । ଏଥିରେ ଚାରୋଟି ଶିବ ଓ ଯୋଗିନୀଙ୍କ ପ୍ରତିମା ସ୍ଥାପିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଷଠି ଓଷା (ଷଠୀ ବ୍ରତ ଓ ଷଷ୍ଠୀ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ପାରମ୍ପାରିକ ଓଷା । ଷଠୀ ଠାକୁରାଣୀଙ୍କୁ ଓଡ଼ିଶାରେ ଜନ୍ମଦେବୀ ବୋଲି କୁହାଯାଏ । ଗାଁରେ ମା'ମାନେ ତାଙ୍କୁ ପୂଜା କରିଥାନ୍ତି । ଷଠୀ ଠାକୁରାଣୀଙ୍କୁ ପିଲାଙ୍କ ଭଲ ମନ୍ଦ ପାଇଁ ମା'ମାନେ ପୂଜିଥାନ୍ତି । ଭାଦ୍ରବ ଶୁକ୍ଳ ଷଷ୍ଠୀ ଦିନ (ଗଣେଶ ପୂଜାର ଦୁଇ ଦିନ ପରେ), ଷଠି ଓଷା ପାଳନ ହୁଏ । ଏଇ ପୂଜାଟି, ଗୋଟେ ପିଲା ଜନ୍ମ ହେଲା ପରେ ଯେଉଁ ଷଠୀ ଦୁସେଇ ପୂଜା ହୁଏ, ତା'ଠୁଁ ଟିକେ ଅଲଗା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭାରତର ସ୍ଵାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା(୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମ ଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀ ମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସ ଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରାଜମା (ହିନ୍ଦୀ : राजमा) ଏକ ଦକ୍ଷିଣ ଏସିଆ ଶକାହାରୀ ବ୍ୟଞ୍ଜନ ଅଟେ । ଏହା ସାଧାରଣତଃ ବହଳିଆ ଯୁକ୍ତ ଭାରତୀୟ ମସଲାଯୁକ୍ତ ଖାଦ୍ୟ ଯାହା ମୁଖ୍ୟତଃ ଭାତ ଏବଂ ରୁଟି ସହିତ ପରସା ଯାଏ । କିନ୍ତୁ ଏହା ସାଧାରଣତଃ ଉତ୍ତର ଭାରତ ଏବଂ ନେପାଳର ମୁଖ୍ୟ ବ୍ୟଞ୍ଜନ ରୂପେ ପ୍ରସିଦ୍ଧ । ମେକ୍ସିକୋରୁ ଭାରତୀୟ ଉପ-ମହାଦ୍ବୀପ ରୁ ଏହି ରାଜମା ଆଣିବା ପରେ ଏହି ଖାଦ୍ୟ ବିକଶିତ ହୋଇଥିଲା। ଏକ ଲୋକପ୍ରିୟ ଖାଦ୍ୟ ହୋଇଥିବାରୁ, ମହତ୍ୱପୂର୍ଣ୍ଣ ଅବଶରରେ ତିଆରି କରାଯାଇଥାଏ । ସିଝା ରାଜମାର 100 ଗ୍ରାମରେ ପାଖାପାଖି 140 କ୍ୟାଲୋରୀ, 5.7 ଗ୍ରାମ ପ୍ରୋଟିନ, 5.9 ଗ୍ରାମ ଫ୍ୟାଟ ଏବଂ 18 ଗ୍ରାମ କାର୍ବନହାଇଡ୍ରେଟ ରହିଥାଏ । ରାଜମା ମୁଖତଃ ଏକ ପଞ୍ଜାବୀ ଭୋଜନ ଅଟେ । ମୂଳତଃ ରାଜମା ଭାରତୀୟ ଫସଲ ନୁହେ କିନ୍ତୁ ବର୍ତ୍ତମାନ ଏହା ଉତ୍ତର ଭାରତର ଏକ ମୁଖ୍ୟ ବ୍ୟଞ୍ଜନ ହୋଇସାରିଛି । ସୁପ୍ରସିଦ୍ଧ ଖାଦ୍ୟ ହେବା କାରଣରୁ ଏବେ ଏହା ଭାରତରେ ବିଶେଷ ଅବସରରେ ପ୍ରସ୍ତୁତ ହୋଇଥାଏ ।
ସୋଡ଼ିଅମ ନାଇଟ୍ରାଇଟ (ଡାକ୍ତରୀ ବ୍ୟବହାର)
ସୋଡ଼ିଅମ ନାଇଟ୍ରାଇଟ (ଇଂରାଜୀ ଭାଷାରେSodium nitrite) ଏକ ଔଷଧ ଭାବରେ ସାଇନାଇଡ ବିଷକ୍ରିୟାର ଚିକିତ୍ସାରେ ସୋଡ଼ିଅମ ଥାୟୋସଲଫେଟ ସହିତ ଦିଆଯାଏ । କେବଳ ସାଂଘାତିକ ସାଇନାଇଡ ବିଷକ୍ରିୟାରେ ଏହା ଦିଆଯାଏ । ଉଭୟ ସାଇନାଇଡ ବିଷକ୍ରିୟା ଓ କାର୍ବନ ମୋନୋକ୍ସାଇଡ ବିଷକ୍ରିୟା (carbon monoxide poisoning) ବିଷକ୍ରିୟା ଥିଲେ କେବଳ ସୋଡ଼ିଅମ ଥାୟୋସଲଫେଟ ଦିଆଯାଏ । ଶିରାଭ୍ୟନ୍ତର ଇଞ୍ଜେକସନ (slow injection into a vein) ଆକାରରେ ସୋଡ଼ିଅମ ନାଇଟ୍ରାଇଟ ଦିଆଯାଏ ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ଵେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Y ରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch) ଦ୍ଵାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସ ଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କ ଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।