ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଜାନୁଘଣ୍ଟିଆ ଓଡ଼ିଶାର ଏକ ପାରମ୍ପରିକ ପ୍ରାଚୀନ ଲୋକ କଳା ଚରିତ୍ର ବା ବେଶ । ସେ ଜାନୁଘଣ୍ଟ ପର୍ଶୁରାମ ନାମରେ ମଧ୍ୟ ଚିହ୍ନା ହୁଅନ୍ତି । ଓଡ଼ିଶାର ଦକ୍ଷିଣାଞ୍ଚଳରେ ପର୍ଶୁରାମଗୋତ୍ରୀ ବ୍ରାହ୍ମଣମାନେ ଅଧିକାଂଶ ସମୟରେ ଜାନୁଘଣ୍ଟିଆ ବେଶ ଆପଣାଇ ଗାଁକୁ ଗାଁ ବୁଲି ଜନପଦରୁ ଆହାର ସଂଗ୍ରହ କରିଥାନ୍ତି । ଓଡ଼ିଶାର ଗଞ୍ଜାମ, କଟକ ଓ ପୁରୀ ଜିଲ୍ଲାଗୁଡ଼ିକରେ ଜାନୁଘଣ୍ଟିଆମାନେ ଅପେକ୍ଷାକୃତ ଅଧିକ ସଂଖ୍ୟାରେ ମିଳନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗାର୍ଗୀ ମହାନ୍ତି ଜଣେ ଓଡ଼ିଆ ଚଳଚ୍ଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ଗାର୍ଗୀ ଜଣେ ଦକ୍ଷ ଏବଂ ପ୍ରଶିକ୍ଷିତ ଓଡ଼ିଶୀ ନର୍ତ୍ତକୀ । ସେ ଅଢ଼େଇ ବର୍ଷ ବୟସରୁ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ସେ ପ୍ରଥମେ ଓଡ଼ିଆ ଆଲବମରୁ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ୨୦୦୫ରେ ସେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗାର୍ଗୀଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ହର ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଅର୍ଜୁନ । ସେ ଓଡ଼ିଆ ଦୂରଦର୍ଶନରେ ମଧ୍ୟ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ପ୍ରଥମେ ସେ ଡିଡି ଓଡ଼ିଆର ଧାରାବାହିକ କହିଲେ ତୋ କୁଳ କୁଟୁମ୍ବକୁ ଲାଜରେ ଅଭିନୟ କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଶ୍ୟାମାମଣି ଦେବୀ (ଜନ୍ମ : ୨୧ ଡିସେମ୍ବର ୧୯୩୮, ଶ୍ୟାମାମଣି ପଟ୍ଟନାୟକ) ଜଣେ ଓଡ଼ିଆ ଗାୟିକା ଓ ସଙ୍ଗୀତକାର । ସେ ଶାସ୍ତ୍ରୀୟ ସଙ୍ଗୀତ, ପଲ୍ଲୀ ସଙ୍ଗୀତ ଏବଂ ଆଧୁନିକ ଓଡ଼ିଆ ସଙ୍ଗୀତ ଗାୟନ କରିଛନ୍ତି । ଓଡ଼ିଶୀ ସଙ୍ଗୀତର ଦୁଇଜଣ ପ୍ରମୁଖ ଗୁରୁ - ସିଂହାରୀ ଶ୍ୟାମସୁନ୍ଦର କର ଏବଂ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାସଙ୍କଠୁ ସେ ସଙ୍ଗୀତ ଶିକ୍ଷାଗ୍ରହଣ କରିଥିବାରୁ ତାଙ୍କ ଗାୟନ ଶୈଳୀରେ ଉଭୟଙ୍କ ଛାପ ରହିଅଛି ଓ ଏହି କାରଣ ଯୋଗୁଁ ତାଙ୍କ ସ୍ୱର ବିଶେଷ ଆଦୃତ ହୋଇଅଛି ।
ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିୟାଇଛନ୍ତି । ତାହାଙ୍କ ରଚିତ ଓଡ଼ିଆ ରାମାୟଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ)ର ରଚନା କରିସାରିଥିଲେ l
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୨୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ଧନୁଯାତ୍ରା ଓଡ଼ିଶାର ବରଗଡ଼ରେ ଏକ ବାର୍ଷିକ ନାଟକ-ଭିତ୍ତିକ ଖୋଲା ରଙ୍ଗମଞ୍ଚ ଯାତ୍ରା । ବରଗଡ଼ ପୌରାଞ୍ଚଳର ୭କିମି ପରିଧି ମଧ୍ୟରେ ଆୟୋଜିତ ଏହି ଯାତ୍ରା ପୃଥିବୀର ବିଶାଳତମ ଖୋଲା ରଙ୍ଗମଞ୍ଚ ଭାବେ ଜଣା । ପୌରାଣିକ କଥାବସ୍ତୁ ହରିବଂଶର ମଥୁରା ବିଜୟକୁ ନାଟ୍ୟ ରୁପାନ୍ତର ଆକାରରେ ମଞ୍ଚସ୍ଥ କରାଯାଇଥାଏ ଧନୁଯାତ୍ରାରେ । ଧନୁଯାତ୍ରା ମାତୁଳ କଂସର ଧନୁଯାତ୍ରାରେ ଭାଗନେବାପାଇଁ ଭଗବାନ କୃଷ୍ଣଙ୍କର ମଥୁରାଯାତ୍ରାର ସ୍ମୃତି ବହନ କରେ । ଯାତ୍ରା ସମୟରେ ବରଗଡ଼ ସହର କଂସଙ୍କ ମଥୁରା ପାଲଟୁଥିବାବେଳେ ପୌରାଞ୍ଚଳର ୧୭ନଂ ୱାର୍ଡ଼ ଅମ୍ବାପାଲି ପାଲଟି ଥାଏ ଗୋପପୁର, ବରଗଡ଼ ସହରବାସୀ ଓ ଦର୍ଶକ ପାଲଟିଥାନ୍ତି ପ୍ରଜା । ମହାରାଜା କଂସଙ୍କ ଆଦେଶ ଅବମାନନା କଲେ ଯେତେବଡ଼ ପଦପଦବୀରେ ଥିଲେ ସୁଦ୍ଧା ଦଣ୍ଡଭୋଗିବାକୁ ହୋଇଥାଏ । ଏହି ମଞ୍ଚରେ କଂସ ଦୋଷ ନିମନ୍ତେ ଲୋକଙ୍କୁ ଦଣ୍ଡବିଧାନ ମଧ୍ୟ କରିଥାନ୍ତି । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରୀମଣ୍ଡଳ ମଧ୍ୟ କଂସଙ୍କଦ୍ୱାରା ଦଣ୍ଡିତ ହୋଇଥିଲେ ।
ଜଶୀପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଯଶୀପୁର (କ୍ରମିକ ସଂଖ୍ୟା: ୨୬) ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଯଶୀପୁର ବ୍ଳକ, ରରୁଆଁ ବ୍ଳକ, ଶୁକୃଳୀ ବ୍ଳକ ଓ କୁସୁମି ବ୍ଳକର କିଛି ଅଂଶ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପୌଷ ପୂର୍ଣ୍ଣିମା କୃଷି ସମ୍ୱନ୍ଧିତ ଏକ ସାମାଜିକ ପର୍ବ, ବ୍ରତ ବା ଓଷାପୂଜାର ଉପାଖ୍ୟାନ ଏହା ସହ ଜଡ଼ିତ ନଥାଏ । ପ୍ରଥମ ପାଚିଲା ଧାନକୁ ନେଇ ଓଡ଼ିଶାରେ ନୂଆଁଖାଇ ପାଳିତ ହେଲା ପରି ଫସଲ ଅମଳ ହେବା ପରେ ପୌଷ ମାସର ପୂର୍ଣ୍ଣିମାକୁ ପୁଷ୍ପୁନି ବା ଛେର୍ଛେରା ଭାବେ ଓଡ଼ିଶାର ପଶ୍ଚିମାଞ୍ଚଳରେ ଏକ ଗଣପର୍ବ ରୂପେ ପାଳନ କରାଯାଏ । ପୂର୍ଣ୍ଣମୀ ରାତିସାରା ପଶ୍ଚିମ ଓଡ଼ିଶାର ଗାଁମାନଙ୍କରେ ନୃତ୍ୟ-ଗୀତର ଆସର ଜମିଥାଏ । ଏପ୍ରକାର ଆନନ୍ଦ ଉଲ୍ଲାସରେ ଆବାଳ ବୃଦ୍ଧବନିତା ଅଂଶୀଦାର ଥାଆନ୍ତି । ଏହା କୃଷକମାନଙ୍କ ପାଇଁ କୃଷିର ଶେଷପର୍ବ ଯାହାକି ଶସ୍ୟ ଅମଳ ପରେ ପାଳିତ ହୁଏ । ପୂର୍ଣ୍ଣିମାର ୫/୭ଦିନ ପୂର୍ବରୁ ବାଳକମାନେ ଦଳ ଦଳ ହୋଇ ଦ୍ୱାରଦ୍ୱାର ବୁଲି ବାଡ଼ି ଠକ୍ଠକ୍ କରି ଶବ୍ଦର ତାଳେ ତାଳେ ଗୀତ ଗାଇ ଚାନ୍ଦା ଆଦାୟ କରି ଥା’ନ୍ତି । ଗୀତରେ ବାରମ୍ବାର ଛେର୍ଛେରା ଶବ୍ଦ ଉଚ୍ଚାରିତ ହେଉଥାଏ । ଛେର୍ ଛେରା ଚାନ୍ଦାରେ ସାର୍ବଜନୀନ ଭୋଜି ଆୟୋଜନ ହୋଇଥାଏ । ଏହିଦିନ ସାହୁକାର ବା ବଡ଼ଚାଷୀମାନେ ସେମାନଙ୍କ ଖାତକ ବା ହଳିଆ ଓ ମୂଲିଆଙ୍କ ଘରକୁ ଅଡ଼ିଆ ପଠାଇଥା’ନ୍ତି । ଏ ଅଡ଼ିଆରେ ଥାଏ କିଛି ଅର୍ଥ, ନୂଆ ଲୁଗା, ଚାଉଳ, ଡାଲି ଓ କିଛି ପନିପରିବା । ଏହି ପୁଷ୍ପୁନିରେ ସାହୁକାର ନୂଆ କୃଷିଶ୍ରମିକ ନିୟୋଜିତ କରିବାର ସାମାଜିକ ଧାରା ମଧ୍ୟ ରହିଛି । ଏହି ଦିନ ବରଗଡ଼ରେ ଅନୁଷ୍ଠିତ ହେଉଥିବା ଧନୁଯାତ୍ରାର ପରିସମାପ୍ତି ଘଟିଥାଏ ।
ରିଲିଆନ୍ସ ଜିଓ ଇନ୍ଫୋ କମ ଲିମିଟେଡ଼ କିମ୍ବା ଜିଓ ଏକ (ଏଲଟି ଇ ଦୂର ସଞ୍ଚାର) [[[ଭାରତ]]ର ମୋବାଇଲ ନେଟୱାର୍କ ଅପରେଟର୍ସ ଅଟେ । ଏହା ନଭି ମୁମ୍ବାଇ , ମହାରାଷ୍ଟ୍ରର ଏକ ପୂର୍ଣ୍ଣ ସ୍ୱାମୀତ୍ୱ ରୂପୀ ସହାୟକ କମ୍ପାନୀ ଅଟେ ଯାହା ରେଡ଼ିଓ ନେଟୱର୍କ (2 ଜି/3 ଜି) ଆଧାରିତ ସେବା ବିନା (4 ଜି) (ଏଲଟି ଇ ଦୂର ସଞ୍ଚାର) ସେବା ପ୍ରଦାନ କରିଥାଏ ଏବଂ ଦେଶରେ କେବଳ (ଭୋଲଟି ଇ) - "ଭଏସ ଓଭର ଏଲଟି ଇ" ଅପରେଟର ଅଟେ, ଯେଉଁଥିରେ (2 ଜି / 3 ଜି)ର ବିରାସତ ନେଟୱର୍କର ସମର୍ଥନ ରହିଥାଏ ତା'ସହିତ 22 ଟେଲିକମ ସର୍କଲରେ ଆବଦ୍ଧ ହୋଇ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଚାଖି ଖୁଣ୍ଟିଆ (୧୮୨୭ - ୧୮୭୦) ଓଡ଼ିଶାର ପୁରୀରେ ଜନ୍ମିତ ଜନୈକ ବଳଶାଳୀ ସ୍ଵାଧୀନଚେତା ବ୍ରାହ୍ମଣସେବକ । ସେ ୧୮୨୭ ମସିହା ଶାମ୍ବ ଦଶମୀ ଦିନ ଜନ୍ମ ଗ୍ରହଣ କରିଥିଲେ । ଖୁଣ୍ଟିଆଙ୍କର ଶାରୀରିକ ବଳ ଅସାଧାରଣ ଥିଲା । ସେ ନେପାଳୀମାନଙ୍କ ପଣ୍ଡା ଥିଲେ ୧୮୫୭ ମସିହାରେ ଭାରତର ସିପାହୀ ବିଦ୍ରୋହବେଳେ ଏ ଉତ୍ତରପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରି ଥିଲେ । ଏ ଶେଷକୁ ଧରାପଡ଼ି ଦଣ୍ଡ ପାଇଥିଲେ ।
ସାଲମୋନେଲୋସିସ (ଇଂରାଜୀ ଭାଷାରେ Salmonellosis) ଏକ ଲକ୍ଷଣଯୁକ୍ତ ସଂକ୍ରମଣ (symptomatic infection) ଯାହା ସାଲମୋନେଲା (Salmonella) ନାମକ ଏକ ଜୀବାଣୁଦ୍ୱାରା ସଂଘଟିତ ହୁଏ । ଏହି ରୋଗରେ ସାଧାରଣତଃ ତରଳ ଝାଡ଼ା, ଜ୍ୱର, ଉଦର କ୍ରାମ୍ପ (abdominal cramps) ଓ ବାନ୍ତି (vomiting) ହୁଏ । ଜୀବାଣୁ ସଂସ୍ପର୍ଶରେ ଆସିବାର ଅଧା ଦିନରୁ ତିନି ଦିନ ମଧ୍ୟରେ ଲକ୍ଷଣ ଆରମ୍ଭ ହୋଇ ୪ରୁ ୭ଦିନ ପର୍ଯ୍ୟନ୍ତ ରହେ । ବେଳେ ବେଳେ ନିର୍ଜଳନ (dehydration) ମଧ୍ୟ ହୋଇପାରେ.
ଆଲେକ୍ଜାଣ୍ଡାର ତୃତୀୟ ବା ଆଲେକ୍ଜାଣ୍ଡାର ଦ ଗ୍ରେଟ୍ ଥିଲେ ପ୍ରାଚୀନ ଗ୍ରୀସର ମାସିଡୋନିଆର ସମ୍ରାଟ । ମାତ୍ର ୩୦ ବର୍ଷ ବୟସରେ ସେ ବିଶାଳ ସାମ୍ରାଜ୍ୟର ଅଧିକାରୀ ହୋଇପାରିଥିଲେ । ତାଙ୍କୁ ୧୬ ବର୍ଷ ହୋଇଥିବା ବେଳେ ଥ୍ରାସିଆନ୍ ବିଦ୍ରିହ ଦେଖାଯାଇଥିଲା । ଏହାକୁ ଦମନ କରିବା ପାଇଁ ତାଙ୍କୁ ଦାୟିତ୍ଵ ଦିଆଗଲା । ସେତେବେଳେକୁ ଫିଲିପ୍ ବାହାରେ ଥିଲେ । ଆଲେକ୍ଜାଣ୍ଡାର ବିଦ୍ରୋହକୁ ଦମନ କରିବା ସହିତ ବିଦ୍ରୋହୀଙ୍କ ଗଡ଼ ଭାବେ ପରିଚିତ ସ୍ଥାନ ଦଖଲ କରି ଏହାକୁ ଆଲେକ୍ଜାଣ୍ଡ୍ରାପଲିସ ନାମରେ ନାମିତ କରିଥିଲେ ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.