ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବୈଶାଳୀ ମହାନ୍ତି(୫ ଅଗଷ୍ଟ ୧୯୯୪) ଜଣେ ଓଡ଼ିଶୀ ନୃତ୍ୟ ଶିଳ୍ପୀ । ଏହାସହ ସେ ଜଣେ କୋରିଓଗ୍ରାଫର୍, ଲେଖିକା ଓ ବୈଦେଶିକ ଓ ସାର୍ବଜନିକ ନୀତି ବିଶ୍ଲେଷକ । ସେ ଅକ୍ସଫୋର୍ଡ୍ ଓଡ଼ିଶୀ କେନ୍ଦ୍ରର ସଂସ୍ଥାପକ । ଅକ୍ସଫୋର୍ଡ୍ ବିଶ୍ଵବିଦ୍ୟାଳୟ ଓ ୟୁନାଇଟେଡ୍ କିଙ୍ଗଡମର ଅନ୍ୟାନ୍ୟ ବିଶ୍ଵବିଦ୍ୟାଳୟ ଗୁଡିକରେ ଓଡ଼ିଶାର ନୃତ୍ୟକୁ ପ୍ରୋତ୍ସାହନ ଦେବା ସହ ସେଠାରେ ଓଡ଼ିଶୀ ପ୍ରଶିକ୍ଷଣ ଦେଇଥାନ୍ତି । ବିଭିନ୍ନ ପ୍ରତିଷ୍ଠିତ ଅନ୍ତରାଷ୍ଟ୍ରୀୟ ପ୍ରକାଶନ ପାଇଁ ବୈଦେଶିକ ନୀତି ଓ ସାମରିକ କ୍ଷେତ୍ରରେ ନିୟମିତ ଯୋଗଦାନ କରିଥାନ୍ତି ।
ମିଳିମିଳା (ଇଂରାଜୀରେ ମିଜିଲ୍ସ ବା ରୁବିଓଲା ବା ରେଡ ମିଜିଲ୍ସ ଯଥାକ୍ରମେ Measles, morbilli, rubeola, or red measles), ଏକ ଅତୀବ ସଂକ୍ରାମକ ରୋଗ ଯାହା ମିଳିମିଳା ଭୁତାଣୁଦ୍ୱାରା ହୁଏ । ପ୍ରାରମ୍ଭିକ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର (ଅଧିକାଂଶ ସମୟରେ ୪୦୦ସେ.ରୁ ଅଧିକ), କାଶ, ନାକରୁ ପାଣି ବୋହିବା ଓ ଆଖି ଲାଲ ଦେଖାଯାଏ । ଏହି ଲକ୍ଷଣ ସମୂହ ଆରମ୍ଭ ହେବାର ୨ ଦିନ ପରେ ପାଟିର ଭିତର ପାଖରେ ଧଳା ଦାଗ ଦେଖାଯାଏ ଯାହାକୁ କପଲିକ ଦାଗ/Koplik's spots କୁହାଯାଏ । ସାଧାରଣତଃ ଗୋଟିଏ ଚେପଟା ଲାଲ ଦାଗ (ରାସ) ମୁହଁରେ ଆରମ୍ଭ ହୁଏ ଓ ୩ରୁ ୫ ଦିନ ମଧ୍ୟରେ ସାରା ଦେହକୁ ମାଡ଼ିଯାଏ । ଗୋଟିଏ ରୋଗୀ ସଂସ୍ପର୍ଶରେ ଆସିବାର ୧୦ରୁ ୧୨ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ପର୍ଯ୍ୟନ୍ତ ରହେ । ପ୍ରାୟ ୩୦ % କେଶ ଜଟିଳ ହୁଏ ଓ ତରଳ ଝାଡ଼ା, ଅନ୍ଧତ୍ୱ, ମସ୍ତିଷ୍କ ପ୍ରଦାହ ଓ ନିମୋନିଆ ଆଦି ହୁଏ । ରୁବେଲା ବା ଜର୍ମାନ ମିଳିମିଳା (German measles) ଓ ରୋଜିଓଲା (Roseola) ଦୁଇଟି ଭିନ୍ନ ରୋଗ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ମାଘ ମାସର ଅମାବାସ୍ୟାକୁ ମୌନୀ ଅମାବାସ୍ୟା ବା ତ୍ରିବେଣୀ ଅମାବାସ୍ୟା କହାଯାଏ । ଏହି ଦିନ କୁମ୍ଭ ମେଳାର ପବିତ୍ର ସ୍ଥାନରେ ବୁଡ଼ ପକାଇବାକୁ ଶ୍ରଦ୍ଧାଳୁମାନେ ଅଧିକ ପସନ୍ଦ କରନ୍ତି । ଅନେକ ଧାର୍ମିକ ବ୍ୟକ୍ତି ଏହିଦିନ ତ୍ରିବେଣୀ ସଙ୍ଗମରେ ସ୍ନାନ ପୂର୍ବକ ମୌନବ୍ରତ ପାଳନ କରନ୍ତି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମୌନୀ ଅମାବାସ୍ୟାରେ ଆମ ମନ ଓ ଭାବର ଦେବତା ଚନ୍ଦ୍ର ଦେଖାଯା’ନ୍ତି ନାହିଁ ଏବଂ ଦୁର୍ବଳ ରହନ୍ତି । ତେଣୁ ବ୍ୟକ୍ତି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏହିଦିନ ନେଇପାରେ ନାହିଁ । ତା'ଛଡ଼ା ବର୍ଷକରେ ଥରେ ମକର ରାଶିକୁ ଗମନ କରନ୍ତି ରବି ବା ସୂର୍ଯ୍ୟ । ଶନି ହେଉଛନ୍ତି ମକରର ସ୍ୱାମୀ ବା ପ୍ରଭୁ ଏବଂ ଚନ୍ଦ୍ରଙ୍କ ବିରୋଧୀ । ମକରରେ ରବିଙ୍କ ଅବସ୍ଥାନଦ୍ୱାରା ମକର ଓ ଶନିଙ୍କ ପ୍ରଭାବ ବୃଦ୍ଧିପାଏ । ଫଳରେ ଚନ୍ଦ୍ର ଆହୁରି ଦୁର୍ବଳ ହୋଇଯାଆନ୍ତି । ଚନ୍ଦ୍ରଙ୍କଦ୍ୱାରା ଆମର ମନ ଓ ଭାବ ନିୟନ୍ତ୍ରଣ ହୋଇଥାଏ । ତେଣୁ ଆମର ଚିନ୍ତା କରିବା ଏବଂ ନିଷ୍ପତ୍ତି ନେବାର ଶକ୍ତି ଅପେକ୍ଷାକୃତ ଦୁର୍ବଳ ହୁଏ । ତେଣୁ ମୌନୀ ଅମାବାସ୍ୟା ଦିନ ଅଧିକ କଥାବାର୍ତ୍ତା ନକରି ମୌନବ୍ରତ ଅବଲମ୍ବନ କରିବା ଭଲ । ମାଘସ୍ନାନଦ୍ୱାରା ପୁଣ୍ୟ ଅର୍ଜନ ହୁଏ ବୋଲି ବିଶ୍ୱାସ ରହିଛି । ମୌନୀ ଅମାବାସ୍ୟାରେ ତୀର୍ଥସ୍ଥଳରେ ବୁଡ଼, ଉପବାସ ପାଳନ ଓ ବିଷ୍ଣୁଙ୍କୁ ପୂଜା କଲେ ମହାପୁଣ୍ୟ ମିଳେ । ପିପଳ ବୃକ୍ଷକୁ ଏହିଦିନ ପ୍ରଦକ୍ଷଣ କରିବାର ମଧ୍ୟ ବିଧି ରହିଛି । ମକର ମାସସାରା ପ୍ରୟାଗର ସଙ୍ଗମ ସ୍ଥଳରେ ହିନ୍ଦୁ ଭକ୍ତ ଓ ଶ୍ରଦ୍ଧାଳୁମାନେ ସ୍ନାନ, ଦାନ ଓ ପୂଜାର୍ଚ୍ଚନା ବା ‘କଳ୍ପବାସ’ କରି ମୌନି ଅମାବାସ୍ୟାକୁ ଅପେକ୍ଷା କରି ରହିଥାନ୍ତି । ମାସବ୍ୟାପୀ କେତେକ ସାଧୁସନ୍ଥ କେବଳ ଜଳପାନ କରନ୍ତି ଏବଂ ଆଉ କେତେକ ଦିନକୁ ଥରେ ହବିଷ ପାଳନ କରନ୍ତି । ଏକଥା ମଧ୍ୟ କୁହାଯାଏ ଯେ ସୃଷ୍ଟିର ଆରମ୍ଭରେ ସବୁ ଶାନ୍ତ, ନିରବ ଥିଲା । ତାପରେ ସୃଷ୍ଟିହେଲା ଶବ୍ଦ ଏବଂ ଏହି ଶବ୍ଦ ଥିଲା ଓଁ ବା ବ୍ରହ୍ମନାଦ । ପ୍ରତ୍ୟେକ ଶବ୍ଦରେ ଅଛି ଶକ୍ତି ଏବଂ ଏହି ଶକ୍ତି ହିଁ ଚତୁଃପାର୍ଶ୍ୱର ସ୍ଥିତିକୁ ପରିବର୍ତ୍ତନ କରିପାରେ । ମୌନୀ ଅମାବାସ୍ୟାରେ ମୌନ ରହିଲେ ଶରୀରରେ ପ୍ରାଣ ସଂରକ୍ଷିର ହୋଇ ରହେ । ଏହା ଶକ୍ତି, ସାମର୍ଥ୍ୟ ପ୍ରଦାନ କରେ I
ଚିତାବାଘ (ଈଂରାଜୀରେ The Cheetah ଓ ଜୀବ ବିଜ୍ଞାନ ନାମ Acinonyx jubatus) ଏକ ବିଲେଇ ଜାତୀୟ ମାଂସଭୋଜୀ ଜୀବ । ବର୍ତ୍ତମାନ ସମୟରେ ଏହି ଜୀବ ମୁଖ୍ୟତଃ ପୂର୍ବ ଆଫ୍ରିକା, ଦକ୍ଷିଣ ଆଫ୍ରିକା ଓ ଇରାନର କେତେକ ସ୍ଥାନରେ ଦେଖାଯାଏ । ଏକିନୋନିକ୍ସ୍ ପ୍ରଜାତିର ଚିତାବାଘର ପ୍ରଥମ ବର୍ଣ୍ଣନା ୧୭୭୫ ମସିହାରେ ଜୋହାନ୍ ଡାନିଏଲ୍ ଭୋନ୍ ସ୍କ୍ରେବର୍ (Johann Christian Daniel von Schreber)ଙ୍କ ଲେଖାରେ ମିଳେ । ଚିତାବାଘର ଶରୀର ପତଳା, ମୁଣ୍ଡ ଛୋଟ, ଶରୀର ଚିତାଦାଗରେ ପୂର୍ଣ୍ଣ, ଗୋଡ଼ଗୁଡ଼ିକ ପତଳା ଓ ଲମ୍ଵା ଓ ଲାଞ୍ଜ ଲମ୍ଵା । ଏହାର ନାକ ଓ ଆଖି ମଝିରେ ଲୁହ ଗଡ଼ିଲା ପରି ଏକ କଳାଚିହ୍ନ ଥାଏ । ଶରୀର ଗଠନ ଦୃଷ୍ଟିରୁ ଚିତାବାଘ ପତଳା ଓ ହାଲୁକା ଯାହା ବିଲେଇ ପ୍ରଜାତିର ଅନ୍ୟ ଜୀବ ଯଥା ମହାବଳ ବାଘ, ସିଂହ, କଲରାପତରିଆ ବାଘ ଇତ୍ୟାଦିଙ୍କ ଶରୀର ଗଠନର ସମ୍ପୂର୍ଣ୍ଣ ବିପରୀତ । ବରଂ କୁଗାର୍ ପ୍ରଜାତିର ଜୀବଙ୍କ ସହ ଏହାର ଅଧିକ ସାମଞ୍ଜସ୍ୟ ରହିଛି । ଭୂମିରୁ ଚିତାବାଘର କାନ୍ଧର ଉଚ୍ଚତା ପ୍ରାୟ ୭୦-୯୦ ସେଣ୍ଟିମିଟର୍ ହୋଇଥିବା ବେଳେ ଏମାନଙ୍କ ଓଜନ ପ୍ରାୟ ୨୧-୭୨ କିଲୋଗ୍ରାମ୍ ମଧ୍ୟରେ ରହିଥାଏ । ଏମାନେ କଲରାପତରିଆ ବାଘଠାରୁ ସାମାନ୍ୟ ଉଚ୍ଚ ହୋଇଥିବା ବେଳେ ସିଂହମାନଙ୍କ ତୁଳନାରେ ଖୁବ୍ ଛୋଟ । ଏମାନଙ୍କ ହଳଦିଆ ବା ଧୁସରିଆ ରଙ୍ଗର ଚମଡ଼ା ପ୍ରାୟ ୨୦୦୦ ଚିତା ଚିତା ଦାଗରେ ସଜାଇ ହୋଇଥାଏ । ଚିତାବାଘ ମୁଖ୍ୟତଃ ଏକ ଦିବାଚର ପ୍ରାଣୀ ଓ ଏମାନେ ଦିନବେଳେ ଶିକାର କରନ୍ତି । ପ୍ରାପ୍ତବୟସ୍କ ଅଣ୍ଡିରା ଚିତାବାଘ ଶିକାର ପାଇଁ କ୍ଷେତ୍ର ନିୟନ୍ତ୍ରଣ କରନ୍ତି, କିନ୍ତୁ ଏମାନଙ୍କଠାରେ ସାମାଜିକ (ମିଳିମିଶି ଦଳରେ ରହିବା) ମନୋଭାବ ମଧ୍ୟ ଦେଖାଯାଇଥାଏ । କେତେକ ସମୟରେ ଚିତାବାଘ ଭାଈମାନଙ୍କ ଗୋଷ୍ଠୀ ମିଳିମିଶି ରହିବା ଓ ଶିକାର କରିବା ଦେଖାଯାଏ । ମାଈ ଚିତାବାଘମାନଙ୍କଠାରେ ଶିକାର କ୍ଷେତ୍ର ନିୟନ୍ତ୍ରଣ ପ୍ରବୃତ୍ତି ଦେଖାଯାଏ ନାହିଁ । ମାଈମାନେ ଏକାକୀ କିମ୍ଵା ନିଜ ପରିବାର ସହିତ ରୁହନ୍ତି । ଚିତାବାଘ ମାଂସଭୋଜୀ ପ୍ରାଣୀ ଓ ସାଧାରଣତଃ ଆଣ୍ଟିଲୋପ୍ ହରିଣ (କୁଟୁରା ଭଳି ଜୀବ) ବା ଥୋମସନ୍ ଗ୍ୟାଜେଲ୍ ହରିଣଙ୍କ ଶିକାର କରନ୍ତି । ଚିତାବାଘ ଶିକାରର ଅଜାଣତରେ ତାହାର ୧୦୦ରୁ ୩୦୦ ମିଟର୍ ଦୂରତା ପର୍ଯ୍ୟନ୍ତ ଛପି ଛପି ତା’ର ଅନୁସରଣ କରେ ଓ ତାହାପରେ ଶିକାରକୁ ଗୋଡ଼ାଇ ଧରିବାକୁ ଚେଷ୍ଟା କରେ । ଦୌଡ଼ୁଥିବା ଅବସ୍ଥାରେ ଶିକାରକୁ ପକାଇ ଦେଇ ଓ ତାହାର ଶ୍ଵାସରୁଦ୍ଧ କରି ହତ୍ୟା କରେ । ଚିତାବାଘର ଦ୍ରୁତ ବେଗର କାରଣ ହେଉଛି ତାହାର ଶରୀର ଗଠନ । ସ୍ଥଳଚର ପ୍ରାଣୀଙ୍କ ମଧ୍ୟରେ ଚିତାବାଘ ଦ୍ରୁତତମ । ଶିକାର କରୁଥିବା ଅବସ୍ଥାରେ ଚିତାବାଘର ହାରାହାରି ବେଗ ପ୍ରାୟ ୬୪ କି.ମି. ପ୍ରତି ଘଣ୍ଟା ହୋଇଥାଏ । ଶିକାରକୁ ଗୋଡ଼ାଇବା ବେଳେ ଚିତାବାଘ ଖୁବ୍ କମ୍ ସମୟପାଇଁ ପ୍ରାୟ ୧୧୨ କି.ମି.
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ରୁବେଲା, ବା ଜର୍ମାନ ମିଳିମିଳା ବା ତିନି ଦିନିଆ ମିଳିମିଳା, ରୋଗ ରୁବେଲା ଭୁତାଣୁର ଏକ ସଂକ୍ରମଣର ନାମ । ଏହି ରୋଗ ଅତି ସାମାନ୍ୟ ଧରଣର ହୁଏ ଓ ଅର୍ଦ୍ଧେକ ଲୋକ ନିଜେ ଅସୁସ୍ଥ ଥିବା ଅନୁଭବ କରିପାରନ୍ତି ନାହିଁ । ସଂସ୍ପର୍ଶରେ ଆସିବାର ଦୁଇ ସପ୍ତାହ ପରେ ରାସ ବାହାରେ ଓ ୩ ଦିନ ମାତ୍ର ରହେ । ମୁହଁରେ ଆରମ୍ଭ ହୋଇ ସାରା ଦେହକୁ ବ୍ୟାପିଯାଏ । ମିଳିମିଳା ରାସ ଭଳି ଏହାର ରାସ ଉଜ୍ଜ୍ୱଳ ନୁହେଁ ଓ ବେଳେ ବେଳେ ଗଲୁ ହୁଏ । ଲସିକା ଗ୍ରନ୍ଥି ସାଧାରଣତଃ ଫୁଲିଯାଏ ଓ କିଛି ସପ୍ତାହ ରହେ । ଜ୍ୱର, ତଣ୍ଟି ଘାଆ ଓ ଥକ୍କାଣ ମଧ୍ୟ ହୋଇପାରେ । ବୟଃପ୍ରାପ୍ତ ଲୋକଙ୍କର ଗଣ୍ଠି ଯନ୍ତ୍ରଣା ଏକ ସାଧାରଣ ଲକ୍ଷଣ । ଜଟିଳତା ମଧ୍ୟରେ ମୁଷ୍କ ବା ଟେସ୍ଟିସ ଫୁଲା, ରକ୍ରସ୍ରାବ ଓ ସ୍ନାୟୁ ପ୍ରଦାହ ଦେଖାଯାଏ । ପ୍ରାକ ଗର୍ଭାବସ୍ଥାରେ ଏହି ରୋଗ ହେଲେ ଗର୍ଭପାତ ଓ ଶିଶୁ ବିକୃତି (ସି.ଆର.ଏସ.) ହୋଇପାରେ । ଏହି ସି.ଆର.ଏସ.ର ଲକ୍ଷଣ: କାଟାରାକ୍ଟ, ବଧୀର ଦୋଷ, ହୃତ୍ପିଣ୍ଡ ଓ ମସ୍ତିଷ୍କ ଦୋଷ ବାହାରିପାରେ । କୋଡ଼ିଏ ସପ୍ତାହ ଗର୍ଭ ପରେ କ୍ୱଚିତ ଅସୁବିଧା ହୁଏ । ସଂକ୍ରମିତ ଲୋକର କାଶରୁ ବାୟୁବାହିତ ହୋଇ ଏହି ରୋଗ ବ୍ୟାପେ । ରାସ ବାହାରିବାର ଏକ ସପ୍ତାହ ପୂର୍ବ ଓ ପର ପର୍ଯ୍ୟନ୍ତ ସଂକ୍ରମଣ କ୍ଷମତା ରହେ । ସି.ଆର.ଏସ. ଶିଶୁ ଏକ ବର୍ଷ ଧରି ଜୀବାଣୁ ବାଣ୍ଟିପାରେ । ଏହି ରୋଗ କେବଳ ମାନବଙ୍କୁ ହୁଏ । କୌଣସି କୀଟ ବା ପୋକଦ୍ୱାରା ଏହା ବ୍ୟାପେନାହିଁ । ଥରେ ରୋଗମୁକ୍ତ ହେଲେ ଆଜୀବନ ଇମ୍ମ୍ୟୁନିଟି ରହେ । ଇମ୍ମ୍ୟୁନିଟି ଉପସ୍ଥିତି ପରୀକ୍ଷା କରି ଜାଣିହୁଏ । ରକ୍ତ, ତଣ୍ଟି ଓ ପରିସ୍ରା ପରୀକ୍ଷା କରି ଭୁତାଣୁ ଦେଖିଲେ ରୋଗ ନିର୍ଣ୍ଣୟ ହୁଏ । ଆଣ୍ଟିବଡି ନିମନ୍ତେ ରକ୍ତ ପରୀକ୍ଷା ଉପଯୋଗୀ ହୁଏ । ଗୋଟିଏ ଡୋଜ ରୁବେଲା ଟିକା ୯୫ %ରୁ ଅଧିକ ଉପଯୋଗୀ ହୁଏ । ଅଧିକାଂଶ ସମୟରେ ଏହି ଟିକା ସହିତ ମିଳିମିଳା ଟିକା ଓ ଗାଲୁଆ ଟିକା ମିଶେଇ ଏମଏମଆର ଟିକା ନାମରେ ଦିଆଯାଏ । ଜନସଂଖ୍ୟାର ଟିକାକରଣ ୮୦ %ରୁ କମ ଥିଲେ ଗର୍ଭଧାରଣ ବୟସ ପର୍ଯ୍ୟନ୍ତି ଇମ୍ମ୍ୟୁନିଟି ନ ଥାଇ ମଧ୍ୟ ଅସୁବିଧା ହୁଏ ନାହିଁ । ଥରେ ସଂକ୍ରମିତ ହେଲେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ପୃଥିବୀର ଅନେକ ସ୍ଥାନରେ ରୁବେଲା ସଂକ୍ରମଣ ଦେଖାଯାଏ । ବାର୍ଷିକ ପ୍ରାୟ ଏକ ଲକ୍ଷ ସି.ଆର.ଏସ.
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଧନୁଯାତ୍ରା ଓଡ଼ିଶାର ବରଗଡ଼ରେ ଏକ ବାର୍ଷିକ ନାଟକ-ଭିତ୍ତିକ ଖୋଲା ରଙ୍ଗମଞ୍ଚ ଯାତ୍ରା । ବରଗଡ଼ ପୌରାଞ୍ଚଳର ୭କିମି ପରିଧି ମଧ୍ୟରେ ଆୟୋଜିତ ଏହି ଯାତ୍ରା ପୃଥିବୀର ବିଶାଳତମ ଖୋଲା ରଙ୍ଗମଞ୍ଚ ଭାବେ ଜଣା । ପୌରାଣିକ କଥାବସ୍ତୁ ହରିବଂଶର ମଥୁରା ବିଜୟକୁ ନାଟ୍ୟ ରୁପାନ୍ତର ଆକାରରେ ମଞ୍ଚସ୍ଥ କରାଯାଇଥାଏ ଧନୁଯାତ୍ରାରେ । ଧନୁଯାତ୍ରା ମାତୁଳ କଂସର ଧନୁଯାତ୍ରାରେ ଭାଗନେବାପାଇଁ ଭଗବାନ କୃଷ୍ଣଙ୍କର ମଥୁରାଯାତ୍ରାର ସ୍ମୃତି ବହନ କରେ । ଯାତ୍ରା ସମୟରେ ବରଗଡ଼ ସହର କଂସଙ୍କ ମଥୁରା ପାଲଟୁଥିବାବେଳେ ପୌରାଞ୍ଚଳର ୧୭ନଂ ୱାର୍ଡ଼ ଅମ୍ବାପାଲି ପାଲଟି ଥାଏ ଗୋପପୁର, ବରଗଡ଼ ସହରବାସୀ ଓ ଦର୍ଶକ ପାଲଟିଥାନ୍ତି ପ୍ରଜା । ମହାରାଜା କଂସଙ୍କ ଆଦେଶ ଅବମାନନା କଲେ ଯେତେବଡ଼ ପଦପଦବୀରେ ଥିଲେ ସୁଦ୍ଧା ଦଣ୍ଡଭୋଗିବାକୁ ହୋଇଥାଏ । ଏହି ମଞ୍ଚରେ କଂସ ଦୋଷ ନିମନ୍ତେ ଲୋକଙ୍କୁ ଦଣ୍ଡବିଧାନ ମଧ୍ୟ କରିଥାନ୍ତି । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରୀମଣ୍ଡଳ ମଧ୍ୟ କଂସଙ୍କଦ୍ୱାରା ଦଣ୍ଡିତ ହୋଇଥିଲେ ।
ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସ ( ୭ ଫେବ୍ରୁଆରି ୧୮୧୨-୯ ଜୁନ ୧୮୭୦ ) ଜଣେ ଇଂରେଜୀ ଲେଖକ ଓ ସାମାଜିକ ସମାଲୋଚକ ଥିଲେ । ସେ ବିଶ୍ଵର କେତେକ ସର୍ବାଧିକ ଆଦୃତ କାଳ୍ପନିକ ଚରିତ୍ରର ସୃଷ୍ଟି କର୍ତା ଥିଲେ ଓ ଅନେକଙ୍କ ମତରେ ସେ ଭିକ୍ଟୋରିଆନ ଯୁଗର ସର୍ବଶ୍ରେଷ୍ଠ ଉପନ୍ୟାସକାର ଥିଲେ । ତାଙ୍କ ଉପନ୍ୟାସର ଚରିତ୍ର " ଅଲିଭର ଟୁଇସ୍ଟ "ଓ "ଡେଭିଡ କପରଫିଳ୍ଡ "ଭିକ୍ଟୋରିଆ ଯୁଗରୁ ଆରମ୍ଭ କରି ଆଜିଯାଏ ଏକ ଆଦରଣୀୟ ଔପନ୍ୟାସୀକ ଚରିତ୍ର ଭାବରେ ଆଦୃତ ହେଇ ଆସିଛି ।ଅଲିଭର ଜଣେ ଅପାଠୁଆ ଦରିଦ୍ର ବାଳକର ଚରିତ୍ର । ତାହାର ଚରିତ୍ର ଚିତ୍ରଣରେ ଡିକେନ୍ସ ଅତ୍ୟନ୍ତ ନିଖୁନତାର ସହ ଇଂଲଣ୍ଡର ସାଧାରଣ ଜନ ଜୀବନକୁ ଜୀବନ୍ତ ଭାବରେ ପ୍ରତିଫଳନ କରେଇ ଥିଲେ । ଡିକେନ୍ସ ନିଜ ଜୀବନ କାଳ ମଧ୍ୟରେ ସେ ବିରଳ ଜନପ୍ରିୟତା ହାସଲ କରିଥିଲେ ଓ ବିଂଶ ଶତାବ୍ଦୀ ବେଳକୁ ବିଦ୍ଵାନ ଓ ସମାଲୋଚକ ମାନେ ତାଙ୍କୁ ସାହିତ୍ୟିକ କିମ୍ବଦନ୍ତୀ ବ୍ୟକ୍ତି ଭାବରେ ଗ୍ରହଣ କରିଥିଲେ ।ଏବେ ମଧ୍ୟ ତାଙ୍କର ସାହିତ୍ୟିକ କୃତି ସବୁ ବିଶ୍ଵ ସାହିତ୍ୟରେ ଶ୍ରେଷ୍ଠ ଓ ବହୁଳ ବିକ୍ରୀତ ପୁସ୍ତକ ତାଲିକାରେ ରହିଛି । ଡିକେନ୍ସଙ୍କ ଜନ୍ମ ଇଂଲଣ୍ଡର ପୋର୍ଟ୍ସମାଉଥଠାରେ ହେଇଥିଲା । ତାଙ୍କର ଋଣଗ୍ରସ୍ତ ପିତାଙ୍କୁ ରୁଣ ସୁଝି ନ ପାରିବାରୁ ଜେଲ ଦଣ୍ଡ ମିଳିବାରୁ ବାଲ୍ୟ କାଳରୁ ସେ ସ୍କୁଲ ଛାଡି ଏକ କାରଖାନାରେ କାର୍ଯ୍ୟ କରିବାକୁ ହେଇଥିଲା । ସାଧାରଣ ବିଦ୍ୟାଳୟ ଶିକ୍ଷ୍ୟା କମ ପାଇଥିଲେ ମଧ୍ୟ ସେ ଏକ ସାପ୍ତାହିକି ଜର୍ନାଲ ୨୦ ବର୍ଷ ଧରି ସମ୍ପାଦନା କରିଥିଲେ ଓ ୧୫ଟି କାଳ୍ପନିକ ଉପନ୍ୟାସ ସହ ୫ଟି କ୍ଷୁଦ୍ର ଉପନ୍ୟାସ , ଶତାଧିକ କ୍ଷୁଦ୍ର ଗଳ୍ପ , ଅନେକ ଅଣ–କାଳ୍ପନିକ ଲେଖା ବଳି ରଚନା କରିବା ସହ ବ୍ୟାପକ ଭାବରେ ବକୃତା ଦେଇଥିଲେ । ସେ ନିରନ୍ତର ଭାବରେ ଜଣେ ପତ୍ର ଲେଖକ ଥିଲେ । ସାମାଜିକ କ୍ଷେତ୍ରରେ ଅବଦାନ ଭାବରେ ସେ ଶିଶୁ ମାନଙ୍କ ଶିକ୍ଷ୍ୟା , ସାମାଜିକ ଅଧିକାରର ଜଣେ ବଳିଷ୍ଟ ସମର୍ଥକ ଓ ଅଗ୍ରଦୂତ ଭାବରେ ରହିଥିଲେ । ଡିକେନ୍ସ 1836 ମସିହାରେ “ ଦି ପିକୱିକ ପେପର୍ସ “( The Pickwick Papers ) ନାମକ ଏକ ଧାରାବାହିକ ଲେଖା ପ୍ରକାଶ କରି ଦ୍ରୁଷ୍ଟି ଆକର୍ଷଣ କରିଥିଲେ । ମାତ୍ର କିଛି ବର୍ଷ ମଧ୍ୟରେ ସେ ତାଙ୍କର ଲେଖାରେ ସାମାଜିକ ଚରିତ୍ର ଗୁଡିକର ନିଖୁଣ ଚିତ୍ରଣ , ଲେଖାରେ ନାଟକୀୟତା ତଥା ସମାଜର ସାଂପ୍ରତିକ ଘଟଣା ବଳିର ଜୀବନ୍ତ ଭଙ୍ଗିରେ ଉପସ୍ଥାପନା ପାଇଁ ଅନ୍ତର୍ଜାତିକ ସ୍ତରରେ ପରିଚିତ ହେଇ ଗଲେ । ସେହି ସମୟରେ ତାଙ୍କର ଉପନ୍ୟାସ ମାସିକ ବା ସାପ୍ତାହିକ ପତ୍ରିକାରେ ଧାରାବାହିକ ହିସାବରେ ପ୍ରକାଶିତ ହଉଥିଲା ।ସମୟ କ୍ରମେ ଭିକ୍ଟୋରିଆ ଯୁଗରେ ଏହା ସବୁଠାରେ ପ୍ରଚଳିତ ପ୍ରକାଶନ ଧାରାରେ ପରିଣତ ହେଇଥିଲା । ତାଙ୍କର ଅନନ୍ୟ "ଧାରାବାହିକ ପ୍ରକାଶନ" ମଧ୍ୟମଦ୍ଵାରା ସେ ପାଠକ ମାନଙ୍କ ପ୍ରତିକ୍ରିୟା ଜାଣି ସେହି ଅନୁସାରେ ତାଙ୍କର ଆଗାମୀ ପର୍ଯ୍ୟାୟ ଲେଖାର କାହାଣୀକୁ ପରିବର୍ତନ କରୁଥିଲେ । ସେ ତାଙ୍କର ସର୍ବାଧିକ ଆଦୃତ ଉପନ୍ୟାସ “ ଦେଭିଡ କପରଫିଳ୍ଡ ‘ ( David Coppersfield )ରେ "ମିସ ମିକାୱର"ଙ୍କ ଚରିତ୍ର ଦୁର୍ବଳତାକୁ ପ୍ରତିଫଳନ କରୁଥିବାର ମତ ଜାଣିବା ପରେ ତାହାକୁ ପରବର୍ତୀ ଅଧ୍ୟାୟରେ ସକାରାତ୍ମକ ଚରିତ୍ରରେ ପରିବର୍ତନ କରିଥିଲେ । ସେ ସେହି ସମୟରେ ଇଂଲଣ୍ଡ ରାସ୍ତାରେ ବୁଲୁଥିବା ବା କାରଖାନାରେ ଶ୍ରମିକ ଥିବା ଅଶିକ୍ଷିତ ବାଳକ ମାନଙ୍କୁ ବସେଇ ତାଙ୍କୁ ମାସିକ ଧାରାବାହିକ ସବୁ ପଢି ଶୁଣାଉଥିଲେ ଓ ତାହାଦ୍ଵାରା ସେମାନେ ଏକ ନୂତନ ଶ୍ରେଣୀର ପାଠକ ହେଇ ଅଣପରମ୍ପରିକ ଶିକ୍ଷ୍ୟା ମଧ୍ୟ ପାଉଥିଲେ । . ତାଙ୍କ ସମୟରେ ଡିକେନ୍ସ ଜଣେ ପ୍ରବୃଦ୍ଧ ସାହିତ୍ୟିକ ଭାବରେ ଜଣା ଶୁଣା ହେଇ ସାରିଥିଲେ ଓ ୧୯୪୮ ମସିହାରେ ତାଙ୍କର ଉପନ୍ୟାସ “A Christmas Carol,” ବହୁ ପ୍ରଶଂଷିତ ହେବା ସହ ଅନେକ ନୂତନ ଲେଖକଙ୍କ ପାଇଁ ମାର୍ଗଦର୍ଶକ ହେଇଥିଲା । ତାଙ୍କର ଉପନ୍ୟାସ “Oliver Twist “ଓ “ Great Expectations” ଆଦୃତ ହେବା ସହ ଆଦର୍ଶ ମଧ୍ୟ ହେଇଥିଲା । ତାଙ୍କର ଲେଖା ସବୁକୁ ଭିକ୍କ୍ଟୋରିଆ ଯୁଗର ଉପୋନ୍ୟାସ ସାହିତ୍ୟର ଏକ ନିଦର୍ଶନ ଭାବରେ ନିଆଯାଇ ଆସୁଛି । ଲଣ୍ଡନ ଓ ପାରିସ ଦୁଇଟି ମୁଖ୍ୟ ଇଉରୋପୀୟ ମହାନଗରୀ ଉପରେ ପରଜ୍ଯବେଶିତ ଡିକେନ୍ସଙ୍କ ଉପନ୍ୟାସ “A Tale of Two Cities,”ରେ ସେ ଯୁଗର ଏକ ଶ୍ରେଷ୍ଠ ଏଇତିହାସିକ କାଳ୍ପନିକ ଉପନ୍ୟାସ ଭାବରେ ତାଙ୍କୁ ସ୍ବୀକୃତି ଦେଇଥିଲା । ଡିକେନ୍ସଙ୍କ ଲେଖା ସମୂହକୁ ବିଶ୍ଵର ପ୍ରଖ୍ୟାତନାମା ଲେଖକ ଲିଓ ଟଲଷ୍ଟୟ , ଜର୍ଜ ଅରୱେଲ, ଓ ଜି . କେ.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଶ୍ରୀନିବାସ ଉଦ୍ଗାତା (ଜନ୍ମ: ୭ ଜାନୁଆରୀ ୧୯୩୫) ଜଣେ ଓଡ଼ିଆ କବି, ଲେଖକ, ଔପନ୍ୟାସିକ, ନାଟ୍ୟକାର ଏବଂ ଅନୁବାଦକ । ଉଦ୍ଗାତା ବିଭିନ୍ନ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ଓଡ଼ିଆ ସାହିତ୍ୟର ପ୍ରଚାର କରିଛନ୍ତି । ତାଙ୍କର ଏଯାବତ ପ୍ରାୟ ୨୧୦ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇସାରିଛି । ୧୯୯୪ରୁ ୧୯୯୭ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ଅଧ୍ୟକ୍ଷ ଭାବରେ କାର୍ଯ୍ୟନିର୍ବାହ କରିଛନ୍ତି । ସାହିତ୍ୟ ପାଇଁ ତାଙ୍କର ଅବଦାନ ନିମନ୍ତେ ୨୦୦୮ ମସିହାରେ ପଦ୍ମଶ୍ରୀ ଉପାଧୀରେ ସମ୍ମାନୀତ ।
ଚାର୍ଲସ୍ ଡାରଉଇନ୍ ହେଉଛନ୍ତି ବିଶ୍ଵବିଖ୍ୟାତ ପ୍ରକୃତିବାଦୀ ଏବଂ ଭୂତତ୍ତ୍ଵବିଜ୍ଞାନୀ | “ବିବର୍ତ୍ତନବାଦ"ର ପୁରୋଧା ଭାବେ ସେ ଅଶେଷ ଖ୍ୟାତ | ସେ ପ୍ରଥମେ ପ୍ରମାଣିତ କରିଥିଲେ ଯେ ପୃଥିବୀର ପ୍ରତ୍ୟେକ ଶ୍ରେଣୀର ପ୍ରାଣୀର ପୁର୍ବଜ ହେଉଛନ୍ତି ଏକ ଅର୍ଥାତ ପ୍ରତ୍ୟେକ ପ୍ରାଣୀର ସୃଷ୍ଟି ଗୋଟିଏ ପ୍ରାଣୀରୁ ହୋଇଅଛି | ଯୁଗ୍ମ ଭାବେ ଡାରଉଇନ୍ ଏବଂ ଆଲଫ୍ରେଡ୍ ରସେଲ୍ ୱାଲେସ ଏକ ବୈଜ୍ଞାନିକ ମତପୋଷଣ କରିଥିଲେ ଯେଉଁଥିରେ ସେ ଦର୍ଶାଇ ଥିଲେ ଯେ ବିବର୍ତ୍ତନବାଦର ଶାଖା ପ୍ରଶାଖାର ନିମନ୍ତେ "ପ୍ରାକୃତିକ ଚୟନ(ନାଚୁରାଲ୍ ସିଲେକ୍ସନ୍ )" ଦାୟୀ |୧୮୫୯ ମସିହାରେ ସେ ଏକ ପୁସ୍ତକ ପ୍ରକାଶ କରିଥିଲେ ଯାହାର ନାମ ଥିଲା "ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍ '| ଏହି ପୁସ୍ତକଟି ବୈଜ୍ଞାନିକ ସମୁଦାୟ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ଖୁବ୍ ଲୋକପ୍ରିୟ ହୋଇପାରିଥିଲା | ୧୮୭୦ ମସିହା ସୁଦ୍ଧା ବିବର୍ତ୍ତନବାଦକୁ ସମସ୍ତେ ଆପଣେଇପାରିଥିଲେ | ଡାରଉଇନଙ୍କ ବୈଜ୍ଞାନିକ ମତ ପ୍ରାଣୀ ବିଜ୍ଞାନକୁ ଏକ ନୂତନ ଦିଗନ୍ତ ପ୍ରଦାନ କରିଥିଲା | ଏହା ମଧ୍ୟ ଜୀବନର ବିବିଧତାକୁ ଅନେକ ପରିମାଣରେ ବୁଝାଇବାରେ ସକ୍ଷମ ହୋଇପାରିଥିଲା |
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।