ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ସଂସ୍କୃତ ଭାଷାରେ ଲିଖିତ ଅର୍ଥଶାସ୍ତ୍ର ପ୍ରାଚୀନ ଭାରତର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ଏଥିରେ ରାଜ୍ୟ ପରିଚାଳନା, ରାଜନୀତି, ସମରନୀତି ପରି ଅନେକ ଗୁରୁତ୍ତ୍ଵପୂର୍ଣ୍ଣ ବିଷୟ ବର୍ଣ୍ଣିତ ହୋଇଛି । କୌଟିଲ୍ୟ ଏହି ଶାସ୍ତ୍ରର ରଚୟିତା । କୌଟିଲ୍ୟ ବିଷ୍ଣୁଗୁପ୍ତ ଓ ଚାଣକ୍ୟ ନାମରେ ମଧ୍ୟ ପ୍ରସିଦ୍ଧ । କେତେକ ମତାନୁସାରେ ଅନେକ ଶତାବ୍ଦୀ ଧରି ବିଭିନ୍ନ ଶ୍ଳୋକର ସମାହାରରେ ଏହି ଶାସ୍ତ୍ରର ରଚନା ହୋଇଛି ଏବଂ ଏହାର ମୁଖ୍ୟ ଶ୍ରେୟ ଚାଣକ୍ୟଙ୍କୁ ଦିଆଯାଇଛି । ତକ୍ଷଶିଳାର ମହାଜ୍ଞାନୀ ଚାଣକ୍ୟ ସମ୍ରାଟ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କ ଗୁରୁ ଓ ଉପଦେଷ୍ଟା ଥିଲେ । କିନ୍ତୁ କେତେକ ଐତିହାସିକ ଏହି ତଥ୍ୟକୁ ଗ୍ରହଣ କରି ନାହାନ୍ତି। ଅର୍ଥଶାସ୍ତ୍ର ରଚନା ଖ୍ରୀଷ୍ଟପୂର୍ବ ଦ୍ଵିତୀୟରୁ ତୃତୀୟ ଶତାବ୍ଦୀ ମଧ୍ୟରେ ହୋଇଥିଲା ଓ ଖ୍ରୀଷ୍ଟାବ୍ଦ ଦ୍ଵାଦଶ ଶତାବ୍ଦୀ ପର୍ଯ୍ୟନ୍ତ ଏହା ବହୁଳ ଭାବେ ଆଦୃତ ଥିଲା । ଖ୍ରୀଷ୍ଟାବ୍ଦ ଦ୍ଵାଦଶ ଶତାବ୍ଦୀ ପରେ ଏହାର ପ୍ରଭାବ ହ୍ରାସ ପାଇବାକୁ ଲାଗିଲା । ୧୯୦୫ ମସିହାରେ ମହୀଶୂରର ସଂସ୍କୃତ ବିଷାରଦ ରୁଦ୍ରପଟ୍ଟଣ ଶାମାଶାସ୍ତ୍ରୀ ଏହି ଗ୍ରନ୍ଥର ପୁନରାବିଷ୍କାର କରି ୧୯୦୯ ମସିହାରେ ଏହାର ମୁଦ୍ରଣ କରାଇଥିଲେ । ଅର୍ଥଶାସ୍ତ୍ରର ପ୍ରଥମ ଈଂରାଜୀ ଅନୁବାଦ ୧୯୧୫ ମସିହାରେ ପ୍ରକାଶ ପାଇଥିଲା । ଅର୍ଥଶାସ୍ତ୍ର ନାମଟିକୁ ଲୋକେ ମୁଖ୍ୟତଃ ରାଜନୀତି ବିଜ୍ଞାନ ସମ୍ଵନ୍ଧୀୟ ବୋଲି ବିଚାର କରିଥାନ୍ତି; କିନ୍ତୁ ଅର୍ଥଶାସ୍ତ୍ରରେ ଆହୁରି ଅନେକ ବିଷୟର ମଧ୍ୟ ଉଲ୍ଲେଖ ମିଳେ । ଏହି ଗ୍ରନ୍ଥରୁ ବିଭିନ୍ନ ପ୍ରକାରର ସରକାର, ଆଇନ, ଦେବାନୀ ଓ ଫୌଜଦାରୀ ନ୍ୟାୟାଳୟ ବ୍ୟବସ୍ଥା, ନୈତିକ ବ୍ୟବସ୍ଥା, ଅର୍ଥନୀତି, ବଜାର ଓ ବ୍ୟବସାୟ, ମନ୍ତ୍ରୀ ଚୟନ ପ୍ରକ୍ରିୟା, କୂଟନୀତି, ଯୁଦ୍ଧନୀତି, ଶାନ୍ତି ଓ ମୈତ୍ରୀ ସମ୍ଵନ୍ଧୀୟ ନୀତି, ରାଜାର କର୍ତ୍ତବ୍ୟ ଓ ଦାୟିତ୍ତ୍ଵ ସମ୍ପର୍କରେ ଜାଣିବାକୁ ମିଳେ । ତା’ ଛଡ଼ା ଅର୍ଥଶାସ୍ତ୍ରରୁ ହିନ୍ଦୁ ଦର୍ଶନ ଶାସ୍ତ୍ର, ପ୍ରାଚୀନ ସମୟର କୃଷି ବିଜ୍ଞାନ, ଧାତୁ ଓ ଖଣି ବିଜ୍ଞାନ, ପଶୁ ପାଳନ, ଔଷଧ, ବଣ ଓ ବନ୍ୟଜନ୍ତୁ ଇତ୍ୟାଦି ସମ୍ଵନ୍ଧରେ ମଧ୍ୟ ଅନେକ ଜ୍ଞାନ ଓ ତଥ୍ୟ ମିଳେ । ନୀତି ପ୍ରଣୟନ ଦ୍ଵାରା ସମାଜର ଉନ୍ନତି କରିବା ଓ ସୁପରିଚାଳନା କରିବା ବିଷୟ ମଧ୍ୟ ଅର୍ଥଶାସ୍ତ୍ରରେ ବର୍ଣ୍ଣିତ ହୋଇଛି । ମରୁଡ଼ି, ରୋଗବ୍ୟାଧି, ଯୁଦ୍ଧ ବା ପ୍ରାକୃତିକ ବିପତ୍ତି ଦ୍ଵାରା ପ୍ରଭାବିତ ଅଞ୍ଚଳରେ ଜଳସେଚନ ବ୍ୟବସ୍ଥା, ଦୁର୍ଗର ସ୍ଥାପନା, କରଛାଡ଼ ପ୍ରଭୃତି ଜନହିତକାରୀ ନୀତି ଅବଲମ୍ଵନ କରିବା ପାଇଁ ରାଜାମାନଙ୍କୁ ଉପଦେଶ ମଧ୍ୟ ଦିଆଯାଇଛି । ଅନୁମାନ କରାଯାଏ ଯେ ମନୁସ୍ମୃତି ଅର୍ଥଶାସ୍ତ୍ରର ପରବର୍ତ୍ତୀ ସମୟରେ ରଚିତ ଓ ମନୁସ୍ମୃତିରେ ବର୍ଣ୍ଣିତ ରାଜାଙ୍କ ପ୍ରକାର, ରାଜୁତି, ନ୍ୟାୟ ପ୍ରଣାଳୀ ଇତ୍ୟାଦିର କିଛି ଅଂଶ ଅର୍ଥଶାସ୍ତ୍ର ଦ୍ଵାରା ପ୍ରଭାବିତ ।
ସମୟ ହାତରେ ଡୋରି, ୨୦୦୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ତିଳୋତ୍ତମା ଦାସ । ସଞ୍ଜୟ ହାତୀ ଏହି କଥାଚିତ୍ରଟିର କାହାଣୀ ଏବଂ ସଂଳାପ ରଚନା କରିଥିଲେ । ସନ୍ତୋଷ ମିଶ୍ର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ନିମାଇଁ ଓଝା ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଆଲୋକ ସ୍ୱାଇଁ ଓ ରତି ବାରିକ ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ମିଳିମିଳା (ଇଂରାଜୀରେ ମିଜିଲ୍ସ ବା ରୁବିଓଲା ବା ରେଡ ମିଜିଲ୍ସ ଯଥାକ୍ରମେ Measles, morbilli, rubeola, or red measles), ଏକ ଅତୀବ ସଂକ୍ରାମକ ରୋଗ ଯାହା ମିଳିମିଳା ଭୁତାଣୁଦ୍ୱାରା ହୁଏ । ପ୍ରାରମ୍ଭିକ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର (ଅଧିକାଂଶ ସମୟରେ ୪୦୦ସେ.ରୁ ଅଧିକ), କାଶ, ନାକରୁ ପାଣି ବୋହିବା ଓ ଆଖି ଲାଲ ଦେଖାଯାଏ । ଏହି ଲକ୍ଷଣ ସମୂହ ଆରମ୍ଭ ହେବାର ୨ ଦିନ ପରେ ପାଟିର ଭିତର ପାଖରେ ଧଳା ଦାଗ ଦେଖାଯାଏ ଯାହାକୁ କପଲିକ ଦାଗ/Koplik's spots କୁହାଯାଏ । ସାଧାରଣତଃ ଗୋଟିଏ ଚେପଟା ଲାଲ ଦାଗ (ରାସ) ମୁହଁରେ ଆରମ୍ଭ ହୁଏ ଓ ୩ରୁ ୫ ଦିନ ମଧ୍ୟରେ ସାରା ଦେହକୁ ମାଡ଼ିଯାଏ । ଗୋଟିଏ ରୋଗୀ ସଂସ୍ପର୍ଶରେ ଆସିବାର ୧୦ରୁ ୧୨ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ପର୍ଯ୍ୟନ୍ତ ରହେ । ପ୍ରାୟ ୩୦ % କେଶ ଜଟିଳ ହୁଏ ଓ ତରଳ ଝାଡ଼ା, ଅନ୍ଧତ୍ୱ, ମସ୍ତିଷ୍କ ପ୍ରଦାହ ଓ ନିମୋନିଆ ଆଦି ହୁଏ । ରୁବେଲା ବା ଜର୍ମାନ ମିଳିମିଳା (German measles) ଓ ରୋଜିଓଲା (Roseola) ଦୁଇଟି ଭିନ୍ନ ରୋଗ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସରସ୍ଵତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ଵତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ଵତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ଵତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ନିସନ୍ଦେହରେ ଅଲିମ୍ପିକ ହିଁ ହେଉଛି ବିଶ୍ଵର ସର୍ବବୃହତ ତଥା ସର୍ବଶ୍ରେଷ୍ଠ କ୍ରୀଡ଼ା ମହୋତ୍ସବ । କ୍ରୀଡ଼ାର ଉତ୍କର୍ଷ,ପାରସ୍ପରିକ ପ୍ରତିଦ୍ବନ୍ଦିତା,ଏହାର ଲୋକପ୍ରିୟତା ଆଦି ସମସ୍ତ ଦୃଷ୍ଟିକୋଣରୁ ଅଲିମ୍ପିକ କ୍ରୀଡ଼ା ବିଶ୍ଵର ଅନ୍ୟାନ୍ୟ ସମସ୍ତ ପ୍ରତିଯୋଗିତା ଠାରୁ ରହିଛି ଅନେକ ଆଗରେ । ବିଶ୍ଵର ଏହି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରି ସଫଳତା ହାସଲ କରିବ । ଅର୍ଥ କ୍ରୀଡ଼ାଜଗତର ସର୍ବୋଚ୍ଚ ସୋପାନରେ ଉପନୀତ ହେବା । ସେଥିପାଇଁ ଅଲିମ୍ପିକ ପ୍ରତିଯୋଗିତାର ଆକର୍ଷଣ ସବୁ ସମୟରେ ଉନ୍ମାଦିତ କରିଆସିଛି ବିଶ୍ଵର ସମସ୍ତ ଦେଶର ପ୍ରତିଯୋଗୀମାନଙ୍କୁ । ତାହା ଗ୍ରୀଷ୍ମକାଳୀନ ଅଲିମ୍ପିକ ହେଉ ବା ଶୀତକାଳୀନ ଅଲିମ୍ପିକ, ଏହାର ରୋମାଞ୍ଚ,ଏହାର ଉତ୍ତେଜନା ସବୁବେଳେ ସମାନ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ଵାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢି ରଖିଦେଲି କିଏ ପଚାରିବ ମୂଲ !
କୁମୁଦିନୀ ମହାପାତ୍ର (୧୯୩୦-୨୦୦୬) ଓଡ଼ିଶା ରାଜ୍ୟର ଓ ଓଡ଼ିଆ ଭାଷାର ଭାରତୀୟ ଲେଖକ ଓ ଅନୁବାଦକ । ତାଙ୍କ ଭ୍ରମଣ କାହାଣୀ ଆମେରିକାର ଘର ଓ ଘରଣୀ ଓ ବିଜ୍ଞାନ ଭିତ୍ତିକ କାଳ୍ପନିକ କାହାଣୀ ଚନ୍ଦ୍ର ଅଭିମୁଖେ ଅଭିଯାନ, ପ୍ରଭୃତି ତାଙ୍କର କେତୋଟି ଲୋକପ୍ରିୟ ଲେଖା । ସେ ଗୋକୁଳାନନ୍ଦ ମହାପାତ୍ରଙ୍କୁ ବିବାହ କରିଥିଲେ । ସେ ୧୯୪୭-୪୮ରେ ବିଜ୍ଞାନ ଭିତ୍ତିକ ଲେଖା ଲେଖିବାରେସକ୍ରିୟ ଥିଲେ ।
ପଦାର୍ଥ ବିଜ୍ଞାନରେ ବଳ କହିଲେ, କୌଣସି ବିରୋଧ ନଥିବା ବେଳେ ଏକ ବସ୍ତୁର ଗତିରେ ପରିବର୍ତ୍ତନକୁ ବୁଝାଏ । ଅନ୍ୟ ଅର୍ଥରେ ଏକ ବଳ ବସ୍ତୁତ୍ଵ ଥିବା ଏକ ବସ୍ତୁର ବେଗରେ ପରିବର୍ତ୍ତନ (ଯେଉଁଥିରେ ସ୍ଥିରାବସ୍ଥାରୁ ଗତିଶୀଳ ହେବା ମଧ୍ୟ ଅନ୍ତର୍ଭୁକ୍ତ) ଅଥବା ତ୍ଵରିତ କରିବାକୁ ବୁଝାଏ । ବଳକୁ ମଧ୍ୟ ଠେଲା ବା ଟଣା ବଳ ଭାବେ ବର୍ଣ୍ଣନା କରାଯାଇପାରେ । ବଳର ଉଭୟ ପରମମାନ ଓ ଦିଗ ଥିବାରୁ ଏହା ଏକ ସଦିଶ ରାଶି । ଏସ୍ ଆଇ ଏକକରେ ଏହାକୁ ନିଉଟନ୍ସଦ୍ଵାରା ମପାଯାଏ ଏବଂ F ପ୍ରତୀକଦ୍ଵାରା ଦର୍ଶାଯାଏ ।
ପ୍ରବହମାନ ଜଳର ଯାନ୍ତ୍ରିକ ଶକ୍ତି ବା ଗଚ୍ଛିତ ଜଳର ସ୍ଥିତିଜ ଶକ୍ତି ବିଦ୍ୟୁତ୍ ଶକ୍ତିରେ ରୂପାନ୍ତରିତ ହେଲେ ତାହାକୁ ଜଳ ବିଦ୍ୟୁତ୍ କୁହାଯାଏ । ଏକ ଆକଳନ ଅନୁସାରେ ୨୦୧୫ରେ ବିଶ୍ଵରେ ଉତ୍ପାଦିତ ସମସ୍ତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୧୬.୬% ଏବଂ ନବୀକରଣୀୟ ଉତ୍ସରୁ ଜାତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୭୦% ଅଂଶ ଜଳ ବିଦ୍ୟୁତରୁ ମିଳିଥାଏ । ଏହି ପରିମାଣ ପ୍ରତି ବର୍ଷ ହାରାହାରି ୩.୧% ହିସାବରେ ଏହା ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ୨୦୧୩ର ଏକ ଗଣନା ଅନୁସାରେ ବିଶ୍ଵର ପ୍ରାୟ ୧୫୦ଟି ଦେଶରେ ଜଳ ବିଦ୍ୟୁତ୍ ଉତ୍ପାଦନ କରାଯାଏ । ସମଗ୍ର ଜଳ ବିଦ୍ୟୁତର ପ୍ରାୟ ୩୩% ଏସିଆର ପ୍ରଶାନ୍ତ ମହାସାଗର ତଟବର୍ତ୍ତୀ ଦେଶମାନଙ୍କରୁ ମିଳେ । ତନ୍ମଧ୍ୟରୁ ଜଳ-ବିଦ୍ୟୁତ୍ ଉତ୍ପାଦନରେ ଚୀନ୍ ପ୍ରଥମ ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଟଗର ଏକ ଧଳା ଫୁଲ ଅଟେ । ଏହାର ବୈଜ୍ଞାନିକ ନାମ ହେଉଛି tabernaemontana divaricata । ଇଂରାଜୀରେ ଏହାକୁ ପିନହୁଇଲ ଫୁଲ ଓ କ୍ରେପ ଜସ୍ମିନ ବୋଲି କୁହାଯାଏ । ଏହା ପ୍ରମୁଖ ଦକ୍ଷିଣପୂର୍ବ ଏସିଆ ମହାଦେଶରେ ଦେଖଯାଏ ଯେଉଁଠି ଜଳବାୟୁ ଉଷ୍ମ ଥାଏ । ଏହି ଗଛର କାଣ୍ଡରୁ ଧଳା କ୍ଷୀର ଭଳି ତରଳ ପଦାର୍ଥ ବାହାରିଥାଏ,ତେଣୁ ଏହାକୁ ପଶ୍ଚିମବଙ୍ଗରେ କ୍ଷୀର ଫୁଲ ବୋଲି କୁହାଯାଏ ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।