ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ରୁବେଲା, ବା ଜର୍ମାନ ମିଳିମିଳା ବା ତିନି ଦିନିଆ ମିଳିମିଳା, ରୋଗ ରୁବେଲା ଭୁତାଣୁର ଏକ ସଂକ୍ରମଣର ନାମ । ଏହି ରୋଗ ଅତି ସାମାନ୍ୟ ଧରଣର ହୁଏ ଓ ଅର୍ଦ୍ଧେକ ଲୋକ ନିଜେ ଅସୁସ୍ଥ ଥିବା ଅନୁଭବ କରିପାରନ୍ତି ନାହିଁ । ସଂସ୍ପର୍ଶରେ ଆସିବାର ଦୁଇ ସପ୍ତାହ ପରେ ରାସ ବାହାରେ ଓ ୩ ଦିନ ମାତ୍ର ରହେ । ମୁହଁରେ ଆରମ୍ଭ ହୋଇ ସାରା ଦେହକୁ ବ୍ୟାପିଯାଏ । ମିଳିମିଳା ରାସ ଭଳି ଏହାର ରାସ ଉଜ୍ଜ୍ୱଳ ନୁହେଁ ଓ ବେଳେ ବେଳେ ଗଲୁ ହୁଏ । ଲସିକା ଗ୍ରନ୍ଥି ସାଧାରଣତଃ ଫୁଲିଯାଏ ଓ କିଛି ସପ୍ତାହ ରହେ । ଜ୍ୱର, ତଣ୍ଟି ଘାଆ ଓ ଥକ୍କାଣ ମଧ୍ୟ ହୋଇପାରେ । ବୟଃପ୍ରାପ୍ତ ଲୋକଙ୍କର ଗଣ୍ଠି ଯନ୍ତ୍ରଣା ଏକ ସାଧାରଣ ଲକ୍ଷଣ । ଜଟିଳତା ମଧ୍ୟରେ ମୁଷ୍କ ବା ଟେସ୍ଟିସ ଫୁଲା, ରକ୍ରସ୍ରାବ ଓ ସ୍ନାୟୁ ପ୍ରଦାହ ଦେଖାଯାଏ । ପ୍ରାକ ଗର୍ଭାବସ୍ଥାରେ ଏହି ରୋଗ ହେଲେ ଗର୍ଭପାତ ଓ ଶିଶୁ ବିକୃତି (ସି.ଆର.ଏସ.) ହୋଇପାରେ । ଏହି ସି.ଆର.ଏସ.ର ଲକ୍ଷଣ: କାଟାରାକ୍ଟ, ବଧୀର ଦୋଷ, ହୃତ୍ପିଣ୍ଡ ଓ ମସ୍ତିଷ୍କ ଦୋଷ ବାହାରିପାରେ । କୋଡ଼ିଏ ସପ୍ତାହ ଗର୍ଭ ପରେ କ୍ୱଚିତ ଅସୁବିଧା ହୁଏ । ସଂକ୍ରମିତ ଲୋକର କାଶରୁ ବାୟୁବାହିତ ହୋଇ ଏହି ରୋଗ ବ୍ୟାପେ । ରାସ ବାହାରିବାର ଏକ ସପ୍ତାହ ପୂର୍ବ ଓ ପର ପର୍ଯ୍ୟନ୍ତ ସଂକ୍ରମଣ କ୍ଷମତା ରହେ । ସି.ଆର.ଏସ. ଶିଶୁ ଏକ ବର୍ଷ ଧରି ଜୀବାଣୁ ବାଣ୍ଟିପାରେ । ଏହି ରୋଗ କେବଳ ମାନବଙ୍କୁ ହୁଏ । କୌଣସି କୀଟ ବା ପୋକଦ୍ୱାରା ଏହା ବ୍ୟାପେନାହିଁ । ଥରେ ରୋଗମୁକ୍ତ ହେଲେ ଆଜୀବନ ଇମ୍ମ୍ୟୁନିଟି ରହେ । ଇମ୍ମ୍ୟୁନିଟି ଉପସ୍ଥିତି ପରୀକ୍ଷା କରି ଜାଣିହୁଏ । ରକ୍ତ, ତଣ୍ଟି ଓ ପରିସ୍ରା ପରୀକ୍ଷା କରି ଭୁତାଣୁ ଦେଖିଲେ ରୋଗ ନିର୍ଣ୍ଣୟ ହୁଏ । ଆଣ୍ଟିବଡି ନିମନ୍ତେ ରକ୍ତ ପରୀକ୍ଷା ଉପଯୋଗୀ ହୁଏ । ଗୋଟିଏ ଡୋଜ ରୁବେଲା ଟିକା ୯୫ %ରୁ ଅଧିକ ଉପଯୋଗୀ ହୁଏ । ଅଧିକାଂଶ ସମୟରେ ଏହି ଟିକା ସହିତ ମିଳିମିଳା ଟିକା ଓ ଗାଲୁଆ ଟିକା ମିଶେଇ ଏମଏମଆର ଟିକା ନାମରେ ଦିଆଯାଏ । ଜନସଂଖ୍ୟାର ଟିକାକରଣ ୮୦ %ରୁ କମ ଥିଲେ ଗର୍ଭଧାରଣ ବୟସ ପର୍ଯ୍ୟନ୍ତି ଇମ୍ମ୍ୟୁନିଟି ନ ଥାଇ ମଧ୍ୟ ଅସୁବିଧା ହୁଏ ନାହିଁ । ଥରେ ସଂକ୍ରମିତ ହେଲେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ପୃଥିବୀର ଅନେକ ସ୍ଥାନରେ ରୁବେଲା ସଂକ୍ରମଣ ଦେଖାଯାଏ । ବାର୍ଷିକ ପ୍ରାୟ ଏକ ଲକ୍ଷ ସି.ଆର.ଏସ.
ମିଳିମିଳା (ଇଂରାଜୀରେ ମିଜିଲ୍ସ ବା ରୁବିଓଲା ବା ରେଡ ମିଜିଲ୍ସ ଯଥାକ୍ରମେ Measles, morbilli, rubeola, or red measles), ଏକ ଅତୀବ ସଂକ୍ରାମକ ରୋଗ ଯାହା ମିଳିମିଳା ଭୁତାଣୁଦ୍ୱାରା ହୁଏ । ପ୍ରାରମ୍ଭିକ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର (ଅଧିକାଂଶ ସମୟରେ ୪୦୦ସେ.ରୁ ଅଧିକ), କାଶ, ନାକରୁ ପାଣି ବୋହିବା ଓ ଆଖି ଲାଲ ଦେଖାଯାଏ । ଏହି ଲକ୍ଷଣ ସମୂହ ଆରମ୍ଭ ହେବାର ୨ ଦିନ ପରେ ପାଟିର ଭିତର ପାଖରେ ଧଳା ଦାଗ ଦେଖାଯାଏ ଯାହାକୁ କପଲିକ ଦାଗ/Koplik's spots କୁହାଯାଏ । ସାଧାରଣତଃ ଗୋଟିଏ ଚେପଟା ଲାଲ ଦାଗ (ରାସ) ମୁହଁରେ ଆରମ୍ଭ ହୁଏ ଓ ୩ରୁ ୫ ଦିନ ମଧ୍ୟରେ ସାରା ଦେହକୁ ମାଡ଼ିଯାଏ । ଗୋଟିଏ ରୋଗୀ ସଂସ୍ପର୍ଶରେ ଆସିବାର ୧୦ରୁ ୧୨ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ପର୍ଯ୍ୟନ୍ତ ରହେ । ପ୍ରାୟ ୩୦ % କେଶ ଜଟିଳ ହୁଏ ଓ ତରଳ ଝାଡ଼ା, ଅନ୍ଧତ୍ୱ, ମସ୍ତିଷ୍କ ପ୍ରଦାହ ଓ ନିମୋନିଆ ଆଦି ହୁଏ । ରୁବେଲା ବା ଜର୍ମାନ ମିଳିମିଳା (German measles) ଓ ରୋଜିଓଲା (Roseola) ଦୁଇଟି ଭିନ୍ନ ରୋଗ ।
ମିଳିମିଳା ଟିକା ଏକ ଟିକା ଯାହା ମିଳିମିଳା ରୋଗର ପ୍ରତିଷେଧ ଭାବରେ ଅତି ଉପାଦେୟ ଅଟେ । ନଅ ମାସ ବୟସ ବେଳେ ଗୋଟିଏ ଡୋଜ ଦେଲେ ୮୫ % ପିଲା ଇମ୍ମ୍ୟୁନ ହୋଇଯାଆନ୍ତି ଓ ୧୨ ମାସ ବୟସ ବେଳେ ଆଉ ଏକ ଡୋଜ ଦେବା ପରେ ୯୫% ପିଲା ଇମ୍ମ୍ୟୁନ ହୋଇଯାଆନ୍ତି । ଗୋଟିଏ ଡୋଜ ଟିକା ଦେବାପରେ ଇମ୍ମ୍ୟୁନିଟି ନ ହେବା ପିଲା ଦ୍ୱିତୀୟ ଡୋଜ ପରେ ଇମ୍ମ୍ୟୁନିଟି ପାଇଯାଆନ୍ତି । ଦେଖାଯାଇଛି, ଜନସଂଖ୍ୟାର ୯୩ %ରୁ ଅଧିକ ଲୋକ ଟିକା ନେଲେ ମିଳିମିଳା ଆଉ ହୁଏ ନାହିଁ, କିନ୍ତୁ ଟିକା ଦେବା କମିଗଲେ ଆଉ ଥରେ ସେଠାରେ ରୋଗ ହୁଏ । ଏହି ଟିକାର ପ୍ରଭାବ ବହୁତ ବର୍ଷ ପର୍ଯ୍ୟନ୍ତ ରହେ । ସମୟକ୍ରମେ ଟିକାର ପ୍ରଭାବ କମିଯିବା ନିଶ୍ଚିତ ନୁହେଁ । ମିଳିମିଳା ରୋଗୀ ସଂସ୍ପର୍ଷରେ ଆସିବାର ଦୁଇ ଦିନ ମଧ୍ୟରେ ଟିକା ଦେଲେ ମଧ୍ୟ କାର୍ଯ୍ୟକାରୀ ହୁଏ । ଏହି ଟିକା ବିପଦଶୂନ୍ୟ ଅଟେ ଏପରିକି ଏଚ.ଆଇ.ଭି. ସଂକ୍ରମଣ ଥିଲେ ମଧ୍ୟ । ପାର୍ଶ୍ୱପ୍ରତିକ୍ରିୟା ଅତି ସାଧାରଣ ଓ ସାମାନ୍ୟ । ଟିକା ନେବା ପରେ ସାମାନ୍ୟ ଜ୍ୱର ଓ ଇଞ୍ଜେକ୍ସନ ନେଇଥିବା ସ୍ଥାନରେ କଷ୍ଟ ହୁଏ । ଏକ ଲକ୍ଷ ଲୋକରେ ଜଣକୁ ଆନାଫାଇଲାକ୍ସିସ ହୁଏ । ଗୁଲେନ-ବାରି ସିଣ୍ଡ୍ରୋମ, ଅଟିଜ୍ମ ଓ ପ୍ରଦାହିତ ଖାଦ୍ୟନଳୀ ରୋଗ(inflammatory bowel disease) ବଢ଼ିଯାଏ ନାହିଁ । ଏହି ଟିକା ଏକକ ଭାବରେ ନିଜ ନାମରେ ମିଳେ ତଥା ଅନ୍ୟାନ୍ୟ ଟିକା ସହିତ ମିଶି ମଧ୍ୟ ମିଳେ ଯେପରିକି ଏମ୍.ଏମ୍.ଆର. ଟିକା ଯେଉଁଁଥିରେ ମିଳିମିଳା ଟିକା, ମମ୍ପ୍ସ ଟିକା ଓ ରୁବେଲା ଟିକା ଥାଏ ଓ ଏମ.ଏମ.ଆର.ଭି.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଚନ୍ଦ୍ରଶେଖର ରଥ (ଜନ୍ମ ୧୭ ଅକ୍ଟୋବର ୧୯୨୯) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି। ଚନ୍ଦ୍ରଶେଖର ରଥ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ।
ବଂଶୀଧର ପଣ୍ଡା, (ଜନ୍ମ: ୨୬ ନଭେମ୍ବର ୧୯୩୨) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଅଟନ୍ତି । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଛି । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ରୁବେଲା ଟିକା, ଏକ ପ୍ରକାର ଟିକା ଦିଆଯାଏ ରୁବେଲା ବା ଜର୍ମାନ ମିଳିମିଳା ରୋଗ ପ୍ରତିରୋଧ ନିମନ୍ତେ । ଗୋଟିଏ ଡୋଜ ଦେବାର ୨ ସପ୍ତାହ ପରେ ଏହାର ପ୍ରଭାବ ୯୫% କେଶରେ ଆରମ୍ଭ ହୁଏ । ଉଚ୍ଚ ହାରରେ ଏହି ଟିକା ଦିଆଯାଉଥିବା ଦେଶମାନଙ୍କରେ ରୁବେଲା ବା ଜନ୍ମଗତ ରୁବେଲା ସିଣ୍ଡ୍ରୋମ ଆଉ ଦେଖାଯାଉ ନାହିଁ । ପିଲାମାନଙ୍କୁ ଏହି ଟିକା ଦିଆ ନ ଯାଉଥିବା ସ୍ଥାନମାନଙ୍କରେ ରୁବେଲା ରୋଗ ହେବା ସମ୍ଭାବନା ଅଧିକ ହୁଏ ବିଶେଷତଃ ଟିକା ନ ନେଇଥିଲେ ବା ରୋଗୀ ସଂସ୍ପର୍ଶରେ ନ ଆସିଥିଲେ । ଏଥି ନିମନ୍ତେ ୮୦ %ରୁ ଅଧିକ ଲୋକ ଏହି ଟିକା ନେବା ଆବଶ୍ୟକ ।
ଫ୍ଲୁସିଟୋସିନ (ଇଂରାଜୀ ଭାଷାରେ Flucytosine ବା 5-fluorocytosine ବା 5-FC) ଏକ କବକରୋଧୀ ଔଷଧ (antifungal medication) ସାଂଘାତିକ କାଣ୍ଡିଡା ସଂକ୍ରମଣ (Candida infection) ଓ କ୍ରିପ୍ଟୋକକୋସିସ (cryptococcosis) ସଂକ୍ରମଣରେ ଏହା ଆମ୍ପୋଟେରିସିନ ବି (amphotericin B) ସହିତ ଦିଆଯାଏ । କ୍ରୋମୋମାଇକୋସିସ (chromomycosis) ରୋଗରେ ଏହା ଏକକ ଭାବରେ ଦିଆଯାଇପାରେ ବା ଅନ୍ୟାନ୍ୟ କବକରୋଧୀ ଔଷଧ ସହିତ ଦିଆଯାଇପାରେ । ଫ୍ଲୁସିଟୋସିନ ପାଟିରେ ବା ଶିରାଭ୍ୟନ୍ତରରେ ଦିଆଯାଏ (injection into a vein) ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଓଡ଼ିଆ ଭାଷାର ସବୁଠାରୁ ଅଧିକ ଜଣାଶୁଣା ଏନସାଇକ୍ଲୋପିଡ଼ିଆ ହେଉଛି ଶ୍ରୀ ବିନୋଦ କାନୁନଗୋଙ୍କ ପ୍ରଣୀତ ଜ୍ଞାନମଣ୍ଡଳ । ବିନୋଦବାବୁ ୧୯୫୪ ମସିହା ବେଳକୁ ଜ୍ଞାନମଣ୍ଡଳର ପରିକଳ୍ପନା କରିଥିଲେ । ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ୧୯୩୦ ମସିହା ବେଳକୁ ସ୍ଵାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ । ସେଥିପାଇଁ ତାଙ୍କୁ ଦଶମ ଶ୍ରେଣୀ ପ୍ରାରମ୍ଭରୁ ସ୍କୁଲ ଛାଡ଼ିବାକୁ ହୋଇଥିଲା । ସ୍ଵାଧୀନତା ଆନ୍ଦୋଳନ ସମୟରେ ଗାନ୍ଧିଜୀ, ରମାଦେବୀ, ଗୋପବନ୍ଧୁ ଚୌଧୁରୀ ଆଦି ଅନେକ ମହାନ ବ୍ୟକ୍ତିଙ୍କଦ୍ଵାରା ପ୍ରଭାବିତ ହୋଇଥିଲେ । ଦେଶ ସ୍ଵାଧୀନ ହେବା ପରେ ସେ ରାଜନୀତିକୁ ପାଥେୟ ନ କରି ସାଧରଣଲୋକଙ୍କ ନିମନ୍ତେସରଳଭାଷାରେ ଲେଖିବା ପାଇଁ ସ୍ଥିର କଲେ । ସେଇଥିରୁ ଜନ୍ମ ନେଲା ଜ୍ଞାନମଣ୍ଡଳ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ବରୁଣ ଏକ ଦ୍ରୁମ ଜାତୀୟ ଉଦ୍ଭିଦ । ମଧ୍ୟମାକୃତିର ଏଇ ବନ୍ୟ ତରୁଟି ତ୍ରିପର୍ଣ୍ଣ, ଅଳ୍ପକେ ଶିମୁଳୀ ପତ୍ର ପରି। ଫଳ ଗୁଡ଼ିକ କାଗିଜି ଲେମ୍ବୁ ପରି ଗୋଲ ହେଲେ ଟାଣୁଆ । ପାଚିଲେ ମହାକାଳ ଫଳ ପରି ଦିଶେ । ଜଳାଧାରରେ ଏ ଗଛ ଜନ୍ମିଥାଏ । ମାଟି ତଳେ ତଳେ ଜଳଧାରା ଯେଉଁ ବାଟେ ଯାଇଥାଏ, ସେଇ ଧାରେ ଧାରେ ଏ ଗଛ ଜନ୍ମିଥାଏ । ଆଗରୁ ଲୋକେ କୂଅ ଖୋଳିବା ଆଗରୁ ବରୁଣ ଚେରକୁ ଦେଖି ଜଳଧାରାର ସନ୍ଧାନ ପାଉଥିଲେ । କେହି କେହି କହନ୍ତି, ସୌଭାଗ୍ୟଯୁକ୍ତ ସ୍ଥାନରେ ଏ ଗଛ ଜନ୍ମିଥାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଗାଲୁଆ ବା ମମ୍ପ୍ସ ବା ଏପିଡେମିକ ପରୋଟାଇଟିସ (ଇଂରାଜୀରେ Mumps ବା epidemic parotitis ଏକ ଭୂତାଣୁ ଜନିତ ରୋଗ ଯାହା ମମ୍ପ୍ସ ଭୁତାଣୁ ଯୋଗୁ ହୁଏ । ଜ୍ଵର, ମାଂସପେଶୀ ଯନ୍ତ୍ରଣା, ମୁଣ୍ଡବଥା, ଓ ଅସୁସ୍ଥ ଭାବ ଇତ୍ୟାଦି ଏହାର ପ୍ରାରମ୍ଭିକ ଲକ୍ଷଣ । ଏହା ପରେ ଗୋଟିଏ ବା ଦୁଇଟିଯାକ ପାରୋଟିଡ ଗ୍ରନ୍ଥି (parotid gland) ଫୁଲିଯାଏ ଓ କଷ୍ଟ ହୁଏ । ଭୂତାଣୁ ସଂସ୍ପର୍ଶ ଆସିବାର ୧୬ରୁ ୧୮ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ଦିନରେ ଭଲ ହୋଇଯାଏ । ପିଲାଙ୍କ ଅପେକ୍ଷା ବଡ଼ ମଣିଷଙ୍କର ଲକ୍ଷଣ ଅଧିକ ଗମ୍ଭୀର ହୁଏ । ଏକ ତୃତୀୟାଂଶ ରୋଗୀଙ୍କ ଆଦୌ ଲକ୍ଷଣ ଦେଖାଯାଏନି ବା ସାମାନ୍ୟ ଲକ୍ଷଣ ଦେଖାଯାଏ । ଏହା ଜଟିଳ ଆକାର ଧାରଣ କଲେ ମେନିଞ୍ଜାଇଟିସ (୧୫ %), ଅଗ୍ନାଶୟ ପ୍ରଦାହ (୪ %), ସମ୍ପୂର୍ଣ କାଲ, ଓ ଯନ୍ତ୍ରଣାଦାୟକ ଶୁକ୍ରାଶୟ ଫୁଲା ହୋଇ ବନ୍ଧ୍ୟାଦୋଷ ହୁଏ । ମହିଳାମାନଙ୍କର ଓଭାରି ଫୁଲା ହୁଏ କିନ୍ତୁ ଏହା ଫଳରେ ବନ୍ଧ୍ୟାତ୍ଵ ହୁଏ ନାହିଁ । ଗାଲୁଆ ଏକ ଭୟାବହ ଡିଆଁ ରୋଗ ଯାହା ଦୃତ ଭାବରେ ରୋଗୀ ସଂସ୍ପର୍ଶରେ ଆସୁଥିବା ଲୋକଙ୍କୁ ବ୍ୟାପିଯାଏ । ଶ୍ୱାସନଳୀରୁ ବାହାରୁଥିବା କ୍ଷୁଦ୍ର ତରଳକଣିକା ମାଧ୍ୟମରେ ବା ସିଧାସଳଖ ସଂସ୍ପର୍ଶରେ ଆସିଲେ ମମ୍ପ ଭୁତାଣୁ ସଞ୍ଚାରିତ ହୁଏ । ଏହି ରୋଗ କେବଳ ମାନବକୁ ଓ ମାନବଦ୍ୱାରା ହୁଏ । ରୋଗ ଆରମ୍ଭ ହେବାର କିଛି ଦିନ ପୂର୍ବରୁ ଓ ରୋଗ ଆରମ୍ଭ ହେବାର ୪ ଦିନ ପର ପର୍ଯ୍ୟନ୍ତ ଏହି ଏହି ରୋଗ ସଂକ୍ରାମକ ହୋଇ ରହେ । ଥରେ ଏହି ରୋଗ ହେଲେ ଆଜୀବନ ଇମ୍ମ୍ୟୁନିଟି ରହେ । ପୁନଃସଂକ୍ରମଣ ହୋଇପାରେ କିନ୍ତୁ ତାହା ଅତି ସାମାନ୍ୟ ହୁଏ । ପାରୋଟିଡ ଗ୍ରନ୍ଥି ଫୁଲା ଦେଖି ରୋଗ ନିର୍ଣ୍ଣୟ କରାଯାଏ ଓ ପାରୋଟିଡ ଡକ୍ଟରୁ ସ୍ୱାବ ନେଇ ପରୀକ୍ଷା କଲେ ନିଧାର୍ଯ୍ୟ ଭାବେ ଜଣାଯାଏ । ରକ୍ତରେ ଆଇ.ଜି.ଏମ.
ମଦ ଏକ ପ୍ରକାର ନିଶା ଉଦ୍ରେକକାରୀ ପାନୀୟ । ବିଭିନ୍ନ ପ୍ରକାର ଦ୍ରବ୍ୟରୁ ମଦ ପ୍ରସ୍ତୁତ କରାଯାଏ । ପ୍ରତିଶବ୍ଦ - ମଦ୍ୟ, ମଦିରା, ସରାପ, ତାଡ଼ି । ଏ ସମସ୍ତ ଦେଶୀୟ ମଦରେ ଗଣାଯାଆନ୍ତି । ଏହା ଛଡ଼ା ବିଭିନ୍ନ ବିଲାତି ମଦ ବା ଭାରତ ବାହାରେ ତିଆରି ହେଉଥିବା ମଦ ମଧ୍ୟ ମିଳେ । ଇଂରାଜୀରେ ଏହା ବିଭରେଜ (Beverage) ବା ଜଳ ଅତିରିକ୍ତ ପାନୀୟ ଶ୍ରେଣୀରେ ଜଣାଶୁଣା । ଏହାକୁ ଇଂରାଜୀରେ ହାର୍ଡ ଡ୍ରିଙ୍କ ମଧ୍ୟ କୁହାଯାଏ, ଏହା ଭିନ୍ନ ଅନ୍ୟ ପାନୀୟମାନଙ୍କୁ ସଫ୍ଟ ଡ୍ରିଙ୍କ କୁହାଯାଏ ଓ ଏହି ସଫ୍ଟ ଡ୍ରିଙ୍କରେ ଆଲ୍କୋହୋଲ୍ ମଧ୍ୟ ସମୁଦାୟ ପରିମାଣର ୦.୫%ରୁ କମ ରଖାଯାଇଥାଏ । if the drink is to be considered non-alcoholic.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସୋମରାଜ୍ୟାଦି ବର୍ଗର କଷାୟ ଶାକଗୁଳ୍ମ, ପାଟଫୁଲିଆ ଏକ ଗୁଳ୍ମଜାତୀୟ ଉଦ୍ଭିଦ । ପତ୍ରଗୁଡ଼ିକ ଅଳ୍ପକେ କୋଇଲିଖିଆ ପତ୍ର ପରି ଦିଶିଥାଏ, କିନ୍ତୁ ଆକାରରେ ଛୋଟ ଓ ଓସାରରେ ଟିକେ ବେଶୀ ହୋଇଥାଏ । ଏହାର ଫୁଲ ପାଟଫୁଲ ପରି ଦିଶୁଥିବାରୁ ଏହାକୁ ପାଟଫୁଲିଆ କହନ୍ତି । ଏହାର ଫୁଲ ଗୋଲାପି ଓ ପାଟନାଲି, ଦୁଇପ୍ରକାରର ହୋଇଥାଏ। ଫୁଲଗୁଡ଼ିକ ଟାଉଁସିଆ ଓ ଖରାରେ ଶୀଘ୍ର ମଉଳି ଯାଏନାହିଁ। ଏହା ଘାସଜମି, ସାଧାରଣ ପଡ଼ିଆରେ ଜନ୍ମିଥିବାର ଦେଖାଯାଏ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ଅସୀମ ବସୁ( ୩୦ ନଭେମ୍ବର ୧୯୩୫ - ୧ ଫେବୃଆରୀ ୨୦୧୭) ଧର୍ମପଦ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଚିତ୍ରକର, ଅଭିନେତା, ନିର୍ଦ୍ଦେଶକ, ସାହିତ୍ୟିକ ଏବଂ କଳା ନିର୍ଦ୍ଦେଶକ ଥିଲେ । ୫୦ ବର୍ଷରୁ ଉର୍ଦ୍ଧ୍ଵ ସମୟ ଧରି ଅସୀମ ଓଡ଼ିଶାର କଳା ସାହିତ୍ୟ କ୍ଷେତ୍ରରେ ସକ୍ରିୟଥିଲେ । ସେ ୨୦୦୦ରୁ ଅଧିକ ନାଟକରେ ମଞ୍ଚ ସଜେଇଥିଲେ ଓ ୫୦ରୁ ଅଧିକ ନାଟକରେ ଅଭିନୟ ବା ନିର୍ଦ୍ଦେଶନା କରିଥିଲେ । ସେ ବହୁବାର ଦିଲ୍ଲୀ ଗଣତନ୍ତ୍ର ଦିବସ ପ୍ୟାରେଡ଼ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ତିଆରିକରିଥିଲେ ।ଚିତ୍ରକଳାକୁ ନିଜ ପେଶା ଓ ମଞ୍ଚକୁ ନିଜ ନିଶା ବୋଲି କହୁଥିବା ଅସୀମ ଓଡ଼ିଶା ନାଟ୍ୟସଂଘର ସଭାପତି ପଦବୀ ମଧ୍ୟ ଅଳଙ୍କୃତ କରିଥିଲେ । ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର ଚୟନ କମିଟିରେ ରହି ରାଜ୍ୟର ଅନେକ ପ୍ରତିଭାକୁ ଚୟନ କରିଥିଲେ । ନାଟ୍ୟ ରଚନା ଓ ମଞ୍ଚସଜାରେ ସେ ସିଦ୍ଧହସ୍ତ ଥିଲେ । ଓଡ଼ିଶାର କଳା, ସାହିତ୍ୟ ଓ ସଂସ୍କୃତି ପ୍ରତି ତାଙ୍କର ଉଲ୍ଲେଖନୀୟ ଅବଦାନ ଥିଲା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାଠାରେ ଏହି ପର୍ବ ପାଳନ କରାଯାଏ । ଦୂରଦୂରାନ୍ତରୁ ଅନେକ ଲୋକ ଏଇ ତିନିଦିନିଆଁ ମେଳାରେ ଭାଗ ନେବାକୁ ଆସିଥାନ୍ତି। ଏହିଦିନ ମହିମା ସନ୍ନ୍ୟାସୀମାନେ ମହିମା ଗୋସେଇଁଙ୍କ ସମାଧି ପୀଠରେ ପୂଜାର୍ଚ୍ଚନା କରିଥାନ୍ତି । ଅନେକ ମହିମା ସନ୍ନ୍ୟାସୀ ଏହିଦିନ ବୈରାଗୀରୁ ଅପରା ସନ୍ନ୍ୟାସୀ ଭାବେ ଘୋଷିତ ହୁଅନ୍ତି ।ଏହି ମେଳା ପ୍ରତିବର୍ଷ ମାଘମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ଦିନରେ ଅନୁଷ୍ଠିତ ହୁଏ । ଏହାର ପାଞ୍ଚଦିନ ପୂର୍ବରୁ ତଥା ଦଶମୀ ତିଥିରୁ ମହିମାଗାଦିରେ ସନ୍ନ୍ୟାସୀଙ୍କର ସମାବେଶ ହୁଏ । ତ୍ରୟୋଦଶୀ ପାହାନ୍ତାରେ ମହିମା ମେଳା ଆରମ୍ଭ ହୁଏ ଏବଂ ଏହାକୁ ପାହାନ୍ତା ପୂର୍ଣ୍ଣମୀ ମଧ୍ୟ କୁହାଯାଏ । ଏହି ଉତ୍ସବରେ ବେଢା ପରିକ୍ରମା କାର୍ଯ୍ୟ ହୋଇଥାଏ । ବଳ୍କଳଧାରୀ ମହିମା ସମାଜ ତରଫରୁ ଯେଉଁ ସନ୍ନ୍ୟାସୀମାନେ ବଳ୍କଳ ପାଇବାକୁ ଯୋଗ୍ୟ ଏବଂ କୌପୀନଧାରୀ ସମାଜ ପକ୍ଷରୁ ଯେଉଁମାନେ ଆଡ଼ବନ୍ଧ ପାଇବା ପାଇଁ ମନୋନୀତ ହୁଅନ୍ତି ସେମାନଙ୍କୁ ତାହା ପ୍ରଦାନ କରାଯାଏ । ଏହି ଉତ୍ସବ ଦେଖିବା ପାଇଁ ସାଧାରଣ ଭକ୍ତଙ୍କୁ ଅନୁମତି ନଥାଏ । ତ୍ରୟୋଦଶୀ ସନ୍ଧ୍ୟାରେ କୌପୀନଧାରୀ ମହିମାସମାଜ ଏବଂ ବଳ୍କଳଧାରୀ ମହିମା ସମାଜର କର୍ମକର୍ତ୍ତାଗଣ ନିର୍ବାଚିତ ହୁଅନ୍ତି । ବିଭିନ୍ନ ଦେଶ ବୁଲି ସନ୍ନ୍ୟାସୀମାନେ ଆଦାୟ କରିଥିବା ଅର୍ଥ ଏବଂ ସାମଗ୍ରୀ ମହିମାଗାଦିର କର୍ମକର୍ତ୍ତାଙ୍କ ହାତରେ ଅର୍ପଣ କରନ୍ତି । ଚତୁର୍ଦ୍ଦଶୀ ଦିନ ଦିବା ଦୁଇଘଣ୍ଟା ସମୟରୁ ଉତ୍ସବ ପାଳନର ପ୍ରସ୍ତୁତି ହୁଏ । ଆକାଶରେ ପୂର୍ଣ୍ଣ ଚାନ୍ଦ । ମନ୍ଦିର ବେଢାରେ ବାଦ୍ୟନିନାଦ । ଲୋକାରଣ୍ୟ ହୁଏ ମହିମାପୀଠ । ମୁହୁର୍ମୁହଃ ଉଚ୍ଚାରିତ ହେଉଥାଏ ଅଲେଖ ମହିମା ଶବ୍ଦ । ଆକାଶର ପୂର୍ଣ୍ଣଚନ୍ଦ୍ର ଏବଂ ଘିଅ ଦୀପାଳିର ଆଲୋକ ମିଶି ଗାଦିମନ୍ଦିରର ଶ୍ରୀ ଯୋଗେଶ୍ଵର ମହିମାଙ୍କ ସ୍ମୃତିକୁ ଅବଲୋକନ କରୁଛନ୍ତି ଯେପରି । ମହିମା ଧର୍ମ ଏକ ସ୍ଵତନ୍ତ୍ର ଧର୍ମ ନୁହେଁ ,ଏହା ବିଶୁଦ୍ଧ ହିନ୍ଦୁ ଧର୍ମର ଭିତ୍ତିଭୂମି ଉପରେ ପ୍ରତିଷ୍ଠିତ । କେତେକ ସାହିତ୍ୟିକ ପଣ୍ଡିତ ମତ ଦିଅନ୍ତି ଯେ ମହିମା ଧର୍ମ ବୌଦ୍ଧ ଧର୍ମର ରୂପାନ୍ତର , କିନ୍ତୁ ତାହା ସମ୍ପୂର୍ଣ୍ଣ ଭୁଲ । କାରଣ ବୌଦ୍ଧ ଧର୍ମ ଓ ମହିମା ଧର୍ମର ଲକ୍ଷ୍ୟ ସମ୍ପୂର୍ଣ୍ଣ ଅଲଗା । ବୌଦ୍ଧ ଧର୍ମର ଲକ୍ଷ୍ୟ ନିର୍ବାଣ ପ୍ରାପ୍ତି ଏବଂ ମହିମା ଧର୍ମର ଲକ୍ଷ୍ୟ ବ୍ରହ୍ମଲାଭ । ମହିମା ଧର୍ମରେ ଦୁଇ ଶ୍ରେଣୀର ସନ୍ନ୍ୟାସୀ ଦୃଷ୍ଟିଗୋଚର ହୁଅନ୍ତି I ସେମାନେ ହେଲେ କୌପୀନଧାରୀ ଓ ବଳ୍କଳଧାରୀ । ଦୁଇଗୋଷ୍ଠି ସନ୍ନ୍ୟାସୀଙ୍କର ସୃଷ୍ଟିକର୍ତ୍ତା ନିଜେ ଯୋଗେଶ୍ୱର ମହିମାପ୍ରଭୁ । ସ୍ଵୟଂ ଯୋଗେଶ୍ଵର ମହିମାପ୍ରଭୁ ମହିମାଧର୍ମର ପ୍ରବର୍ତ୍ତକ । ତାଙ୍କର ଜନ୍ମସ୍ଥାନ, ଜନ୍ମକାଳ ଓ ପିତାମାତାଙ୍କ ସମ୍ବନ୍ଧରେ ଏ ପର୍ଯ୍ୟନ୍ତ କୌଣସି ନିର୍ଦ୍ଦିଷ୍ଟ ପ୍ରମାଣ ମିଳିନାହିଁ । ଯୋଗେଶ୍ୱର ମହିମାପ୍ରଭୁ ଅଯୋନିସମ୍ଭୂତ ବୋଲି ଜଣାଯାଏ ।
କେଶହାନୀ, (ଇଂରାଜୀ ଭାଷାରେ ଆଲୋପେସିଆ/ alopecia ବା ଚନ୍ଦାପଣ/ baldness), କହିଲେ ଶରୀରର ମଥା ବା ଯେ କୌଣସି ଅଂଶରୁ କେଶ କ୍ଷୟକୁ ବୁଝାଏ । ଏଥିରେ ଅତି କମ୍ରେ ମୁଣ୍ଡରୁ କେଶହାନୀ ହୁଏ । ଦେହର ଗୋଟିଏ ଛୋଟ ସ୍ଥାନ ବା ସମୁଦାୟ ଶରୀରରୁ କେଶ ଝଡ଼ିପାରେ । ଏଥିରେ ପ୍ରଦାହ ବା କ୍ଷତ ଦାଗ (ସ୍କାର) ହୁଏନାହିଁ । କେଶହାନୀ ଯୋଗୁ କେତେକ ଲୋକଙ୍କର ମାନସିକ କଷ୍ଟ ହୁଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ମଣିଷ ଶରୀରର ଛାଞ୍ଚ ଏକ କେତେଖଣ୍ଡି ହାଡ଼ର ଏକ କଙ୍କାଳ ଉପରେ ଗଠିତ। ସେ ସବୁ ହାଡମାନଙ୍କୁ ଚଳାଇବା ପାଇଁ ନାନାପ୍ରକାରର ଅନେକ ମାଂସପେଶୀ ଓ ମାଂସପେଶୀମାନଙ୍କୁ ଚଳାଇବା ପାଇଁ ସ୍ନାଯୁତନ୍ତୁ ରହିଛି । ମଣିଷର ମଥାରେ ଯେଉଁ ଗେରୁ ଅଛି ତହିଁରୁ ଲାଙ୍ଗୁଳ ଭଳି କିଛି ଗେରୁରୁ ଅନେକ ସ୍ନାଯୁତନ୍ତୁ ବାହାରି ସବୁ ମାଂସପେଶୀମାନଙ୍କୁ ଯାଇଛି । ସେମାନଙ୍କ ଦେହରେ ତଡିତ୍ ପ୍ରବାହ ହୋଇ ମାଂସପେଶୀମାନଙ୍କୁ ଉତ୍ତେଜିତ କରାଇ ଚଳାଇଥାଏ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣୀକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।