ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ସୁନୀତା ଲାକ୍ରା (ଜନ୍ମ ୧୧ ଜୁନ୍ ୧୯୯୧) ଜଣେ ଭାରତୀୟ ଫିଲ୍ଡ ହକି ଖେଳାଳୀ ଓ ଭାରତୀୟ ମହିଳା ଜାତୀୟ ଫିଲ୍ଡ ହକି ଦଳରେ ଫରୱାର୍ଡ୍ ଭାବେ ଖେଳନ୍ତି । ଓଡିଶାର ଏହି ଖେଳାଳୀ ୨୦୦୯ରେ ପ୍ରଥମ ଆନ୍ତର୍ଜାତୀୟ ପଦାର୍ପଣ କରିଥିଲେ ଓ ସେହିଦିନ ଠାରୁ ତାଙ୍କୁ ବହୁତଥର ଦଳର ମେରୁଦଣ୍ଡ ହିସାବରେ ଗଣାଯାଏ । ବହୁ ଗୁରୁତ୍ବପୂର୍ଣ୍ଣ ପ୍ରତିଯୋଗିତା ଯଥା: ୧୭ତମ ଏସୀୟ କ୍ରୀଡା, ମହିଳା ବିଶ୍ବ ଲିଗ୍ ଓ ଦ୍ବିତୀୟ ରାଉଣ୍ଡରେ ଦଳର ସଦସ୍ୟ ଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରୁବେଲା, ବା ଜର୍ମାନ ମିଳିମିଳା ବା ତିନି ଦିନିଆ ମିଳିମିଳା, ରୋଗ ରୁବେଲା ଭୁତାଣୁର ଏକ ସଂକ୍ରମଣର ନାମ । ଏହି ରୋଗ ଅତି ସାମାନ୍ୟ ଧରଣର ହୁଏ ଓ ଅର୍ଦ୍ଧେକ ଲୋକ ନିଜେ ଅସୁସ୍ଥ ଥିବା ଅନୁଭବ କରିପାରନ୍ତି ନାହିଁ । ସଂସ୍ପର୍ଶରେ ଆସିବାର ଦୁଇ ସପ୍ତାହ ପରେ ରାସ ବାହାରେ ଓ ୩ ଦିନ ମାତ୍ର ରହେ । ମୁହଁରେ ଆରମ୍ଭ ହୋଇ ସାରା ଦେହକୁ ବ୍ୟାପିଯାଏ । ମିଳିମିଳା ରାସ ଭଳି ଏହାର ରାସ ଉଜ୍ଜ୍ୱଳ ନୁହେଁ ଓ ବେଳେ ବେଳେ ଗଲୁ ହୁଏ । ଲସିକା ଗ୍ରନ୍ଥି ସାଧାରଣତଃ ଫୁଲିଯାଏ ଓ କିଛି ସପ୍ତାହ ରହେ । ଜ୍ୱର, ତଣ୍ଟି ଘାଆ ଓ ଥକ୍କାଣ ମଧ୍ୟ ହୋଇପାରେ । ବୟଃପ୍ରାପ୍ତ ଲୋକଙ୍କର ଗଣ୍ଠି ଯନ୍ତ୍ରଣା ଏକ ସାଧାରଣ ଲକ୍ଷଣ । ଜଟିଳତା ମଧ୍ୟରେ ମୁଷ୍କ ବା ଟେସ୍ଟିସ ଫୁଲା, ରକ୍ରସ୍ରାବ ଓ ସ୍ନାୟୁ ପ୍ରଦାହ ଦେଖାଯାଏ । ପ୍ରାକ ଗର୍ଭାବସ୍ଥାରେ ଏହି ରୋଗ ହେଲେ ଗର୍ଭପାତ ଓ ଶିଶୁ ବିକୃତି (ସି.ଆର.ଏସ.) ହୋଇପାରେ । ଏହି ସି.ଆର.ଏସ.ର ଲକ୍ଷଣ: କାଟାରାକ୍ଟ, ବଧୀର ଦୋଷ, ହୃତ୍ପିଣ୍ଡ ଓ ମସ୍ତିଷ୍କ ଦୋଷ ବାହାରିପାରେ । କୋଡ଼ିଏ ସପ୍ତାହ ଗର୍ଭ ପରେ କ୍ୱଚିତ ଅସୁବିଧା ହୁଏ । ସଂକ୍ରମିତ ଲୋକର କାଶରୁ ବାୟୁବାହିତ ହୋଇ ଏହି ରୋଗ ବ୍ୟାପେ । ରାସ ବାହାରିବାର ଏକ ସପ୍ତାହ ପୂର୍ବ ଓ ପର ପର୍ଯ୍ୟନ୍ତ ସଂକ୍ରମଣ କ୍ଷମତା ରହେ । ସି.ଆର.ଏସ. ଶିଶୁ ଏକ ବର୍ଷ ଧରି ଜୀବାଣୁ ବାଣ୍ଟିପାରେ । ଏହି ରୋଗ କେବଳ ମାନବଙ୍କୁ ହୁଏ । କୌଣସି କୀଟ ବା ପୋକଦ୍ୱାରା ଏହା ବ୍ୟାପେନାହିଁ । ଥରେ ରୋଗମୁକ୍ତ ହେଲେ ଆଜୀବନ ଇମ୍ମ୍ୟୁନିଟି ରହେ । ଇମ୍ମ୍ୟୁନିଟି ଉପସ୍ଥିତି ପରୀକ୍ଷା କରି ଜାଣିହୁଏ । ରକ୍ତ, ତଣ୍ଟି ଓ ପରିସ୍ରା ପରୀକ୍ଷା କରି ଭୁତାଣୁ ଦେଖିଲେ ରୋଗ ନିର୍ଣ୍ଣୟ ହୁଏ । ଆଣ୍ଟିବଡି ନିମନ୍ତେ ରକ୍ତ ପରୀକ୍ଷା ଉପଯୋଗୀ ହୁଏ । ଗୋଟିଏ ଡୋଜ ରୁବେଲା ଟିକା ୯୫ %ରୁ ଅଧିକ ଉପଯୋଗୀ ହୁଏ । ଅଧିକାଂଶ ସମୟରେ ଏହି ଟିକା ସହିତ ମିଳିମିଳା ଟିକା ଓ ଗାଲୁଆ ଟିକା ମିଶେଇ ଏମଏମଆର ଟିକା ନାମରେ ଦିଆଯାଏ । ଜନସଂଖ୍ୟାର ଟିକାକରଣ ୮୦ %ରୁ କମ ଥିଲେ ଗର୍ଭଧାରଣ ବୟସ ପର୍ଯ୍ୟନ୍ତି ଇମ୍ମ୍ୟୁନିଟି ନ ଥାଇ ମଧ୍ୟ ଅସୁବିଧା ହୁଏ ନାହିଁ । ଥରେ ସଂକ୍ରମିତ ହେଲେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ପୃଥିବୀର ଅନେକ ସ୍ଥାନରେ ରୁବେଲା ସଂକ୍ରମଣ ଦେଖାଯାଏ । ବାର୍ଷିକ ପ୍ରାୟ ଏକ ଲକ୍ଷ ସି.ଆର.ଏସ.
ମିଳିମିଳା (ଇଂରାଜୀରେ ମିଜିଲ୍ସ ବା ରୁବିଓଲା ବା ରେଡ ମିଜିଲ୍ସ ଯଥାକ୍ରମେ Measles, morbilli, rubeola, or red measles), ଏକ ଅତୀବ ସଂକ୍ରାମକ ରୋଗ ଯାହା ମିଳିମିଳା ଭୁତାଣୁଦ୍ୱାରା ହୁଏ । ପ୍ରାରମ୍ଭିକ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର (ଅଧିକାଂଶ ସମୟରେ ୪୦୦ସେ.ରୁ ଅଧିକ), କାଶ, ନାକରୁ ପାଣି ବୋହିବା ଓ ଆଖି ଲାଲ ଦେଖାଯାଏ । ଏହି ଲକ୍ଷଣ ସମୂହ ଆରମ୍ଭ ହେବାର ୨ ଦିନ ପରେ ପାଟିର ଭିତର ପାଖରେ ଧଳା ଦାଗ ଦେଖାଯାଏ ଯାହାକୁ କପଲିକ ଦାଗ/Koplik's spots କୁହାଯାଏ । ସାଧାରଣତଃ ଗୋଟିଏ ଚେପଟା ଲାଲ ଦାଗ (ରାସ) ମୁହଁରେ ଆରମ୍ଭ ହୁଏ ଓ ୩ରୁ ୫ ଦିନ ମଧ୍ୟରେ ସାରା ଦେହକୁ ମାଡ଼ିଯାଏ । ଗୋଟିଏ ରୋଗୀ ସଂସ୍ପର୍ଶରେ ଆସିବାର ୧୦ରୁ ୧୨ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ପର୍ଯ୍ୟନ୍ତ ରହେ । ପ୍ରାୟ ୩୦ % କେଶ ଜଟିଳ ହୁଏ ଓ ତରଳ ଝାଡ଼ା, ଅନ୍ଧତ୍ୱ, ମସ୍ତିଷ୍କ ପ୍ରଦାହ ଓ ନିମୋନିଆ ଆଦି ହୁଏ । ରୁବେଲା ବା ଜର୍ମାନ ମିଳିମିଳା (German measles) ଓ ରୋଜିଓଲା (Roseola) ଦୁଇଟି ଭିନ୍ନ ରୋଗ ।
ଲଭ୍ ୟୁ ହମେଶା ୨୦୧୫ ମସିହା 'ରଜ' ସମୟରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହା ସାବିତ୍ରୀ ସିନେ ପ୍ରଡକ୍ସନ୍ ବ୍ୟାନରରେ ଚଣ୍ଡି ପରିଜାଙ୍କ ନିର୍ଦ୍ଦେଶନାରେ ନିର୍ମିତ ହୋଇଥିଲା । ଅରିନ୍ଦମ ରାୟ ଓ ଝିଲିକ ଏହି କଥାଚିତ୍ରରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦାୟିତ୍ୱରେ ଥିଲେ ପ୍ରେମ ଆନନ୍ଦ । ଏହି ଚଳଚ୍ଚିତ୍ରଟି ସାବିତ୍ରୀ ସିନେ ପ୍ରଡକ୍ସନ୍ର ପ୍ରଥମ ଚଳଚ୍ଚିତ୍ର ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଚନ୍ଦ୍ରଶେଖର ରଥ (ଜନ୍ମ ୧୭ ଅକ୍ଟୋବର ୧୯୨୯) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି। ଚନ୍ଦ୍ରଶେଖର ରଥ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ମିଳିମିଳା ଟିକା ଏକ ଟିକା ଯାହା ମିଳିମିଳା ରୋଗର ପ୍ରତିଷେଧ ଭାବରେ ଅତି ଉପାଦେୟ ଅଟେ । ନଅ ମାସ ବୟସ ବେଳେ ଗୋଟିଏ ଡୋଜ ଦେଲେ ୮୫ % ପିଲା ଇମ୍ମ୍ୟୁନ ହୋଇଯାଆନ୍ତି ଓ ୧୨ ମାସ ବୟସ ବେଳେ ଆଉ ଏକ ଡୋଜ ଦେବା ପରେ ୯୫% ପିଲା ଇମ୍ମ୍ୟୁନ ହୋଇଯାଆନ୍ତି । ଗୋଟିଏ ଡୋଜ ଟିକା ଦେବାପରେ ଇମ୍ମ୍ୟୁନିଟି ନ ହେବା ପିଲା ଦ୍ୱିତୀୟ ଡୋଜ ପରେ ଇମ୍ମ୍ୟୁନିଟି ପାଇଯାଆନ୍ତି । ଦେଖାଯାଇଛି, ଜନସଂଖ୍ୟାର ୯୩ %ରୁ ଅଧିକ ଲୋକ ଟିକା ନେଲେ ମିଳିମିଳା ଆଉ ହୁଏ ନାହିଁ, କିନ୍ତୁ ଟିକା ଦେବା କମିଗଲେ ଆଉ ଥରେ ସେଠାରେ ରୋଗ ହୁଏ । ଏହି ଟିକାର ପ୍ରଭାବ ବହୁତ ବର୍ଷ ପର୍ଯ୍ୟନ୍ତ ରହେ । ସମୟକ୍ରମେ ଟିକାର ପ୍ରଭାବ କମିଯିବା ନିଶ୍ଚିତ ନୁହେଁ । ମିଳିମିଳା ରୋଗୀ ସଂସ୍ପର୍ଷରେ ଆସିବାର ଦୁଇ ଦିନ ମଧ୍ୟରେ ଟିକା ଦେଲେ ମଧ୍ୟ କାର୍ଯ୍ୟକାରୀ ହୁଏ । ଏହି ଟିକା ବିପଦଶୂନ୍ୟ ଅଟେ ଏପରିକି ଏଚ.ଆଇ.ଭି. ସଂକ୍ରମଣ ଥିଲେ ମଧ୍ୟ । ପାର୍ଶ୍ୱପ୍ରତିକ୍ରିୟା ଅତି ସାଧାରଣ ଓ ସାମାନ୍ୟ । ଟିକା ନେବା ପରେ ସାମାନ୍ୟ ଜ୍ୱର ଓ ଇଞ୍ଜେକ୍ସନ ନେଇଥିବା ସ୍ଥାନରେ କଷ୍ଟ ହୁଏ । ଏକ ଲକ୍ଷ ଲୋକରେ ଜଣକୁ ଆନାଫାଇଲାକ୍ସିସ ହୁଏ । ଗୁଲେନ-ବାରି ସିଣ୍ଡ୍ରୋମ, ଅଟିଜ୍ମ ଓ ପ୍ରଦାହିତ ଖାଦ୍ୟନଳୀ ରୋଗ(inflammatory bowel disease) ବଢ଼ିଯାଏ ନାହିଁ । ଏହି ଟିକା ଏକକ ଭାବରେ ନିଜ ନାମରେ ମିଳେ ତଥା ଅନ୍ୟାନ୍ୟ ଟିକା ସହିତ ମିଶି ମଧ୍ୟ ମିଳେ ଯେପରିକି ଏମ୍.ଏମ୍.ଆର. ଟିକା ଯେଉଁଁଥିରେ ମିଳିମିଳା ଟିକା, ମମ୍ପ୍ସ ଟିକା ଓ ରୁବେଲା ଟିକା ଥାଏ ଓ ଏମ.ଏମ.ଆର.ଭି.
ମାଘ ମାସ ଶୁକ୍ଳପକ୍ଷ ଏକାଦଶୀକୁ ଭୀଷ୍ମ ଏକାଦଶୀ ଭାବେ ପାଳନ କରାଯାଏ । ଏହା ଜୟା ଏକାଦଶୀ ବା ଭୈମୀ ଏକାଦଶୀ ଭାବରେ ମଧ୍ୟ ପରିଚିତ । ଭୀଷ୍ମ ଏକାଦଶୀ ତିଥିରେ ବିଷ୍ଣୁ ସହସ୍ରନାମ ସ୍ତୋତର ଜନ୍ମ ହେଇଥିବା କଥିତ ଅଛି । ଏହି ଦିନ ଉପବାସ ରହି ଭୀଷ୍ମଙ୍କୁ ସ୍ମରଣ ଏବଂ ସାରାଦିନ ବିଷ୍ଣୁସହସ୍ର ନାମ ସ୍ତୋତ୍ର ନାମ ଗାନ କଲେ ଭଗବାନଙ୍କ ଆଶିର୍ବାଦ ମିଳେ । ଏହିଦିନ ବିଷ୍ଣୁଙ୍କୁ ପୂଜା ଓ ବନ୍ଦନା କରାଯାଏ । ମକର ସଂକ୍ରାନ୍ତି, ମାଘ ପୂର୍ଣ୍ଣିମା, ମହା ଶିବରାତ୍ରି ପରି ମହାକୁଭର ଅନେକ ସ୍ନାନ ଦିବସ ମଧ୍ୟରେ ଭୀଷ୍ମ ଏକାଦଶୀ ଏକ ପବିତ୍ର ଦିନ ଯେଉଁ କୁମ୍ଭସ୍ନାନ କରାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି କରେ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ହିନ୍ଦୁ-ଆର୍ଯ୍ୟ ଭାଷା କିମ୍ବା ଇଣ୍ଡିକ ଭାଷାରେ ଭାରତୀୟ ଉପ-ମହାଦ୍ବୀପର ପ୍ରମୁଖ ଭାଷା ପରିବାର ଅଟେ । ସେହି ଇଣ୍ଡୋ-ଇରାନୀ ଭାଷାର ଏକ ଶାଖାର ନିର୍ମାଣ କରିଥାନ୍ତି , ସ୍ୱୟଂ ଇଣ୍ଡୋ-ୟୁରୋପୀୟନ ଭାଷା ପରିବାରର ଏକ ଶାଖା ହୋଇଥାଏ । ଇଣ୍ଡୋ-ଆର୍ଯ୍ୟ ବକ୍ତା ମାନଙ୍କ ସମ୍ବନ୍ଧରେ ଅଧାରୁ ଅଧିକ ଇଣ୍ଡୋ-ୟୁରୋପୀୟ ସ୍ପିକର ଏବଂ ଅଧାରୁ ଅଧିକ ଇଣ୍ଡୋ-ୟୁରୋପୀୟ ଭାଷା ଏଥନୋଲାଗଦ୍ୱାରା ମାନ୍ୟତା ପ୍ରାପ୍ତ ହୋଇଛି । ମୁଖ୍ୟରୂପେ ଦକ୍ଷିଣ ଏସିଆରେ ଭାଷା କୁହାଯାଏ, କିନ୍ତୁ ଇଣ୍ଡୋ-ଆର୍ଯ୍ୟନ ଭାଷା ୟୁରୋପ ଏବଂ ମଧ୍ୟ ପୂର୍ବରେ କୁହାଯିବ ।
ରୁବେଲା ଟିକା, ଏକ ପ୍ରକାର ଟିକା ଦିଆଯାଏ ରୁବେଲା ବା ଜର୍ମାନ ମିଳିମିଳା ରୋଗ ପ୍ରତିରୋଧ ନିମନ୍ତେ । ଗୋଟିଏ ଡୋଜ ଦେବାର ୨ ସପ୍ତାହ ପରେ ଏହାର ପ୍ରଭାବ ୯୫% କେଶରେ ଆରମ୍ଭ ହୁଏ । ଉଚ୍ଚ ହାରରେ ଏହି ଟିକା ଦିଆଯାଉଥିବା ଦେଶମାନଙ୍କରେ ରୁବେଲା ବା ଜନ୍ମଗତ ରୁବେଲା ସିଣ୍ଡ୍ରୋମ ଆଉ ଦେଖାଯାଉ ନାହିଁ । ପିଲାମାନଙ୍କୁ ଏହି ଟିକା ଦିଆ ନ ଯାଉଥିବା ସ୍ଥାନମାନଙ୍କରେ ରୁବେଲା ରୋଗ ହେବା ସମ୍ଭାବନା ଅଧିକ ହୁଏ ବିଶେଷତଃ ଟିକା ନ ନେଇଥିଲେ ବା ରୋଗୀ ସଂସ୍ପର୍ଶରେ ନ ଆସିଥିଲେ । ଏଥି ନିମନ୍ତେ ୮୦ %ରୁ ଅଧିକ ଲୋକ ଏହି ଟିକା ନେବା ଆବଶ୍ୟକ ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କଦ୍ଵାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତରଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା। ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କଦ୍ଵାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଉଚ୍ଚ ରକ୍ତଚାପ (ଇଂରାଜୀ ଭାଷାରେ ହାଇପର୍ଟେନ୍ସନ୍ ବା HTN ବା HT) ବା ଧମନୀ ଉଚ୍ଚ ରକ୍ତଚାପ ଏକ ସ୍ଥାୟୀ ଭେଷଜ ରୋଗ ଯେଉଁଥିରେ ରକ୍ତଚାପ ନିରନ୍ତର ବୃଦ୍ଧି ପାଇଥାଏ । ଏହି ରୋଗରେ ସାଧାରଣତଃ କୌଣସି ଲକ୍ଷଣ ପ୍ରକାଶ ପାଏନାହିଁ । ଦୀର୍ଘକାଳୀନ ଉଚ୍ଚ ରକ୍ତଚାପ ରହିଲେ କେତେକ ରୋଗ ସଙ୍କଟ ସୃଷ୍ଟି ହୁଏ ଯଥା:- କରୋନାରୀ ଧମନୀ ରୋଗ, ସ୍ଟ୍ରୋକ୍, ହୃଦ୍ଘାତ, ପ୍ରାନ୍ତୀୟ ରକ୍ତନଳୀ ରୋଗ, ଦୃଷ୍ଟିହାନୀ ଓ କ୍ରନିକ ବୃକ୍କ ରୋଗ । ଏହି ରୋଗଟି ଦୁଇ ଶ୍ରେଣୀରେ ବିଭକ୍ତ କରାଯାଏ ଯଥା:- ପ୍ରାଥମିକ ବା ଅନିବାର୍ଯ୍ୟ ଉଚ୍ଚ ରକ୍ତଚାପ ( primary or essential hypertension) ଓ ଗୌଣ ଉଚ୍ଚ ରକ୍ତଚାପ (secondary hypertension) । ଅନିବାର୍ଯ୍ୟ ଉଚ୍ଚ ରକ୍ତଚାପ ୯୦ରୁ ୯୫ % ଲୋକଙ୍କର ଅନିର୍ଦ୍ଦିଷ୍ଟ ଜୀବନଚର୍ଯ୍ୟା ଓ ଜେନେଟିକ କାରଣ ଯୋଗୁ ହୁଏ । ଜୀବନଚର୍ଯ୍ୟା କାରଣ ଯଥା:- ଅତ୍ୟଧିକ ଲୁଣ ଖାଇବା, ଅତ୍ୟଧିକ ଓଜନ ବୃଦ୍ଧି, ଧୂମ୍ରପାନ ଓ ଆଲକୋହୋଲ ସେବନ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ବଳକା ୫ରୁ ୧୦% ରୋଗକୁ ସେକଣ୍ଡାରୀ ବା ଗୌଣ ଉଚ୍ଚ ରକ୍ତଚାପ ନାମିତ କରାଯାଏ ଯାହାର ନିର୍ଦ୍ଦିଷ୍ଟ କାରଣ ଥାଏ ଯେପରିକି କ୍ରନିକ ବୃକ୍କ ରୋଗ, ବୃକ୍କ ଧମନୀ ସ୍ଟେନୋସିସ୍, ଅନ୍ତସ୍ରାବୀ ଗ୍ରନ୍ଥୀ ରୋଗ ଓ ଜନ୍ମ ନିରୋଧ ବଟିକା ସେବନ । ଏହି ବୃଦ୍ଧି ଯୋଗୁ ହୃତ୍ପିଣ୍ଡକୁ ଅଧିକ କାର୍ଯ୍ୟ କରିବାକୁ ପଡ଼ିଥାଏ । ଦୁଇ ପ୍ରକାରର ମାପଦ୍ୱାରା ଉଚ୍ଚ ରକ୍ତଚାପ ଲେଖାଯାଏ, ଗୋଟିଏ ସିସ୍ଟୋଲିକ (ହୃତ୍ପିଣ୍ଡ ସଙ୍କୋଚନ ବେଳର ସର୍ବୋଚ୍ଚ) ଓ ଅନ୍ୟଟି ଡାୟାସ୍ଟୋଲିକ (ହୃତ୍ପିଣ୍ଡ ଶୀଥିଳ ବେଳର ସର୍ବନିମ୍ନ) । ବିଶ୍ରାମ ସମୟରେ ଗୋଟିଏ ସୁସ୍ଥ ଲୋକର ସିସ୍ଟୋଲିକ ଚାପ ୧୦୦ରୁ ୧୪୦ ମି.ମି.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବିଦ୍ୟୁତ୍ ପରିବହନ କରୁଥିବା ଏକ ସୁପରିବାହୀ ପଦାର୍ଥରେ ପ୍ରବାହ ଦିଗକୁ (ଧରି ନିଆଯାଉ ପୂର୍ବ-ପଶ୍ଚିମ) ଲମ୍ଵ ଭାବରେ ଏକ ଚୁମ୍ଵକୀୟ କ୍ଷେତ୍ର ରଖିଲେ, ସୁପରିବାହୀର ଅନ୍ୟ ଦୁଇ ପାର୍ଶ୍ଵ (ଉତ୍ତର-ଦକ୍ଷିଣ)ରେ ଏକ ବିଦ୍ୟୁତ୍ ବିଭବ ସୃଷ୍ଟି ହୋଇଥାଏ । ୧୮୭୯ ମସିହାରେ ଏଡ୍ୱିନ୍ ହଲ୍ ଏହାର ଆବିଷ୍କାର କରିଥିବାରୁ ଏହି ପ୍ରଭାବକୁ ହଲ୍ ପ୍ରଭାବ (ଈଂରାଜୀରେ Hall Effect) ଓ ଏହି ପ୍ରକ୍ରିୟା ଯୋଗୁଁ ସୃଷ୍ଟି ହେଉଥିବା ବିଦ୍ୟୁତ୍ ବିଭବକୁ ହଲ୍ ବିଦ୍ୟୁତ୍ ବିଭବ (ଈଂରାଜୀରେ Hall Voltage) କୁହାଯାଏ । ପରବର୍ତ୍ତୀ ସମୟରେ ହଲ୍ ପ୍ରଭାବର ବିବିଧ ରୂପ ଆବିଷ୍କୃତ ହେବା ପରେ ମୂଳ ପ୍ରଭାବକୁ କେହି କେହି ସାଧାରଣ ହଲ୍ ପ୍ରଭାବ (ଈଂରାଜୀରେ Ordinary Hall Effect) ବୋଲି ମଧ୍ୟ କହିଥାନ୍ତି ।
ପାର୍କିନ୍ସନ୍ ରୋଗ (ପିଡି) ବା ସକମ୍ପ ଅଙ୍ଗଘାତ, କେନ୍ଦ୍ରୀୟ ସ୍ନାୟୁମଣ୍ଡଳର ଏକ ଦୀର୍ଘକାଳୀନ ବେମାରୀ ଯାହା ମଟର ସିସ୍ଟମକୁ ଆକ୍ରମଣ କରେ । ଲକ୍ଷଣ ସମୂହ ସମୟ କ୍ରମେ ଧୀରେ ଧୀରେ ପ୍ରକାଶ ପାଏ । କମ୍ପନ (shaking), ଦୃଢ଼ତା (rigidity), ଧୀର ଚଳନ (slowness of movement) ଓ ଚାଲି ଅସୁବିଧା (difficulty with walking) ଇତ୍ୟାଦି ଲକ୍ଷଣମାନ ପ୍ରଥମରୁ ଦେଖାଯାଏ । ବୋଧଶକ୍ତି (Thinking) ଓ ବ୍ୟବହାରିକ ପରିବର୍ତ୍ତନ ମଧ୍ୟ ହୋଇପାରେ । ଅନ୍ତିମ ସମୟରେ ବୁଦ୍ଧି ଭ୍ରଂଶ (en:Dementia) ହୁଏ । ଏକ ତୃତୀୟାଂଶରୁ ଅଧିକ ରୋଗୀଙ୍କର ଅବସାଦ Depression ଓ ଉତ୍କଣ୍ଠା ଜାତ ହୁଏ । ଅନ୍ୟ ଲକ୍ଷଣମାନ: ନିଦ୍ରା ସମସ୍ୟା (sleep), ଆବେଗ (en:emotion) ଓ ସ୍ପର୍ଶ (sensory) ସମସ୍ୟାମାନ ଦେଖାଯାଇପାରେ । ମୂଖ୍ୟ ମଟର ଲକ୍ଷଣ ଗୁଡ଼ିକୁ ସାମୂହିକ ଭାବରେ ପାର୍କିନସୋନିଜ୍ମ ବା ପାର୍କିନସୋନିଆନ ସିଣ୍ଡ୍ରୋମ କୁହାଯାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।