ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ବିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଲା ପଣ୍ଡା (୨୬ ଅକ୍ଟୋବର ୧୯୩୨-୧୧ ଜାନୁଆରୀ ୨୦୦୫) ଜଣେ ଭାରତୀୟ ରାଜନୀତିଜ୍ଞ । ସେ ଭାରତର ସଂସଦର ରାଜ୍ୟ ସଭାର ଜଣେ ସାଂସଦ ଭାବରେ ଜନତା ଦଳରୁ ପ୍ରତିନିଧିତ୍ୱ କରିଥିଲେ ।ଇଲା ପଣ୍ଡା ଓଡ଼ିଆ ଉଦ୍ୟୋଗପତି ତଥା ଇମ୍ଫାର ପ୍ରତିଷ୍ଠାତା ବଂଶୀଧର ପଣ୍ଡାଙ୍କର ପତ୍ନି ଥିଲେ । ବଂଶୀଧର ଏବଂ ଇଲା ପଣ୍ଡା ଫାଉଣ୍ଡେସନ ନାମରେ ଏକ ଏନ୍ଜିଓ ସଂସ୍ଥା ଅଛି । ଯାହାକୁ ତାଙ୍କର ପତି ବଂଶୀଧର ପଣ୍ଡା ୨୦୧୧ ମସିହାରେ ପ୍ରତିଷ୍ଠା କରିଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ବତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ବପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ବରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ବାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ବରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ବାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଶକ୍ କହିଲେ ଶରୀରର ତନ୍ତୁମାନଙ୍କୁ ସ୍ୱଳ୍ପ ପରିମାଣର ରକ୍ତ ସଞ୍ଚାଳନ ଅବସ୍ଥାକୁ ବୁଝାଏ ଯାହା କେତେକ ସଞ୍ଚାଳନ (circulatory system) ସମସ୍ୟା ଯୋଗୁ ଉପୁଜିଥାଏ । ପ୍ରଥମ ଅବସ୍ଥାରେ ଦୁର୍ବଳତା, ଦୃତ ହୃତ୍ପିଣ୍ଡ ଗତି ହାର (fast heart rate), ଦୃତ ଶ୍ୱାସକ୍ରିୟା (fast breathing), ଅଧିକ ଝାଳ ବୋହିବା, ଉତ୍କଣ୍ଠା, ଉତ୍କଣ୍ଠା ଓ ଅଧିକ ଶୋଷ ହୁଏ । ଏହା ପରେ ଦ୍ୱନ୍ଦ୍ୱ, ଚେତାଶୁନ୍ୟ (unconsciousness), ହୃଦ୍ପାତ ହୋଇପାରେ । ଚାରି ପ୍ରକାର ଶକ୍ ଦେଖାଯାଏ ଯଥା:- ହାଇପୋଭୋଲେମିଆ (Low volume), କାର୍ଡ଼ିଓଜେନିକ ଶକ୍ (cardiogenic), ଅବସ୍ଟ୍ରକ୍ଟିଭ ଶକ୍ (obstructive), ଡିସ୍ଟ୍ରିବ୍ୟୁଟିଭ ଶକ୍ (distributive) । ରକ୍ତସ୍ରାବ, ବାନ୍ତି, ଅଗ୍ନାଶୟ ପ୍ରଦାହ ଥିଲେ ସ୍ୱଳ୍ପ ଆୟତନ ଶକ୍ ହୁଏ । ହୃଦ୍ଘାତ (heart attack), କାର୍ଡ଼ିଆକ କଣ୍ଟ୍ୟୁଜନ (cardiac contusion) ଥିଲେ କାର୍ଡ଼ିଓଜେନିକ ଶକ୍ ହୁଏ । କାର୍ଡ଼ିଆକ ଟାମ୍ପୋନେଡ (Cardiac tamponade) ବା ଟେନସନ ନିମୋଥୋରାକ୍ସ (tension pneumothorax) ଥିଲେ ଅବସ୍ଟ୍ରକ୍ଟିଭ ଶକ୍ ହୁଏ । ସେପ୍ସିସ, ମେରୁଦଣ୍ଡ ଆଘାତ (spinal cord injury), ମାତ୍ରାଧିକ ଔଷଧ ଯୋଗୁ ଡିସ୍ଟ୍ରିବ୍ୟୁଟେଡ ଶକ୍ ହୁଏ । ଲକ୍ଷଣ, ଶାରୀରିକ ପରୀକ୍ଷା (physical exam) ଓ ଲାବୋରେଟରୀ ପରୀକ୍ଷା ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ । ପଲ୍ସ ପ୍ରେସର (pulse pressure) (ସିସ୍ଟଲିକ ଚାପ pulse pressure ବିଯୁକ୍ତ ଡାଏସ୍ଟୋଲିକ ଚାପ systolic blood pressure) କମିଗଲେ ବା ହୃଦ୍ ଗତି ହାର ଅଧିକ ହୋଇଗଲେ ଚିନ୍ତାଜନକ ହୋଇଯାଏ । ଶକ୍ ଇଣ୍ଡେକ୍ସ (ହୃଦ୍ଗତି ହାର/ ସିସ୍ଟୋଲିକ ରକ୍ତଚାପ) ୦.୮ରୁ ଅଧିକ ହେଲେ ଏହି ରୋଗ ନିର୍ଣ୍ଣୟ ଅଧିକ ଶକ୍ତ ହୋଇଯାଏ ଯାହା ସ୍ୱଳ୍ପ ରକ୍ତଚାପ ଓ ଦୃତ ହୃଦ୍ଗତିଠାରୁ ଅଧିକ ନିର୍ଣ୍ଣୟାତ୍ମକ ।ଏହି ରୋଗର ଅନ୍ତର୍ନିହିତ କାରଣ ଅନୁସାରେ ଚିକିତ୍ସା କରାଯାଏ । ଖୋଲା ଶ୍ୱାସପଥ ଓ ଯଥେଷ୍ଟ ଶ୍ୱାସକ୍ରିୟା ନିମନ୍ତେ ଚେଷ୍ଟିତ ହେବା ଆବଶ୍ୟକ । ରକ୍ତସ୍ରାବ ହେଉଥିଲେ ଅପରେଶନ ବା ଇମ୍ବୋଲାଇଜେସନ (embolization) କରି ବନ୍ଦ କରାଯାଏ । ଅଧିକାଂଶ ସମୟରେ ରିଙ୍ଗର ଲାକ୍ଟେଟ (Ringer's lactate) ବା ପ୍ୟାକ୍ଡ ଲୌହିତ ରକ୍ତ କଣିକା ଶିରାଭ୍ୟନ୍ତରରେ (Intravenous fluid) ଦିଆଯାଏ । ସାଧାରଣ ଦେହ ଉତ୍ତାପ (body temperature) ରଖିବାକୁ ଚେଷ୍ଟା କରାଯାଏ । କେତେକ କେଶ୍ରେ ଭାସୋପ୍ରେସର (Vasopressors) ଦେଲେ ଉପକାର ହୁଏ । ଶକ୍ ଏକ ସାଧାରଣ ଅବସ୍ଥା ଓ ଏହାର ମୃତ୍ୟୁ ସଙ୍କଟ ବହୁତ ଅଧିକ । ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରାୟ ୧.୨ ନିୟୁତ ଲୋକ ଆଶୁ ଚିକିତ୍ସା ନିମନ୍ତେ ଆସନ୍ତି ଓ ୨୦ରୁ ୫୦% ମୃତ୍ୟୁ ବରଣ କରନ୍ତି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ବପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ବାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ବର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ବର ଦ୍ବିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ବର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ବର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଏହି ବିଜ୍ଞାନ ଯୁଗରେ ପରିସଂଖ୍ୟାନର ବ୍ୟବହାର ବହୁ କ୍ଷେତ୍ରରେ ଦେଖାଯାଏ । କୃଷି, ଶିଳ୍ପ, ସ୍ୱାସ୍ଥ୍ୟ, ଶିକ୍ଷା, ଶାସନ ଆଦି କ୍ଷେତ୍ରରେ ପରିସଂଖ୍ୟାନ ବିନା କୌଣସି ନିର୍ଦ୍ଧିଷ୍ଟ ସିଦ୍ଧାନ୍ତରେ ପହଞ୍ଚିବା ସମ୍ଭବ ନୁହେଁ । ପରିସଂଖ୍ୟାନର ଇଂରାଜୀ ପ୍ରତିଶବ୍ଦ ହେଉଛି Statistics ଏବଂ ଏହି ଶବ୍ଦ ଲାଟିନ୍ ଶବ୍ଦ Status ଅଥବା ଇଟାଲୀୟ ଶବ୍ଦ Statistaରୁ ଉଦ୍ଭବ ବୋଲି ମନେହୁଏ । ଏହି ଦୁଇ ଶବ୍ଦର ଅର୍ଥ ହେଉଛି 'ରାଜନୈତିକ ଅବସ୍ଥା' ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ବର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ପୁରୁଷ ହକି ବିଶ୍ୱକପର ୧୪ତମ ସଂସ୍କରଣ ଭୁବନେଶ୍ୱରରେ ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଟିତ ହେଉଛି । ଏହି ପ୍ରତିଯୋଗିତା ୨୮ ନଭେମ୍ବରରୁ ୧୬ ଡିସେମ୍ବର ୨୦୧୮ ପର୍ଯ୍ୟନ୍ତ ଚାଲିବ । ଏହାର ଉଦଘାଟନ ଉତ୍ସବ ୨୭ ନଭେମ୍ବରରେ ଜାକ ଯମକର ସହ ସମାପ୍ତ ହୋଇଛି । ଉଦଘାଟନୀ ଉତ୍ସବରେ ଶାହରୁଖ ଖାନ, ମାଧୁରୀ ଦୀକ୍ଷିତ ଏବଂ ଏ.ଆର ରହମାନ ଯୋଗ ଦେଇଥିଲେ । ଏଥି ସହ ଭାରତର ସବୁଠାରୁ ବଡ଼ ଡ୍ରୋଣ ଉଡାଣ ପ୍ରଦର୍ଶିତ ହୋଇଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ବର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ବାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ବର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ବର ବିଭିନ୍ନ ସ୍ଥାନରୁ ସ୍ବେଚ୍ଛାସେବକ ମାନଙ୍କ ଅବଦାନଦ୍ବାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ବର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ବାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ବର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ହାଡ଼ିଦାସ (୧୭୭୨-୧୮୩୭), ଜଣେ ମାଳିକାକାର ଓ ଛତିଆବଟର ପ୍ରତିଷ୍ଠାତା ଭାବରେ ପରିଚିତ । ସେ ଅନେକ ଚଉତିଶା, ସ୍ତୁତି, ଭବିଷ୍ୟ ମାଳିକା, ସ୍ବରଶାସ୍ତ୍ର, ଜଣାଣ ଓ ରଥଯାତ୍ରା ଗୀତ ଆଦି ରଚନା କରିଯାଇଛନ୍ତି ।ହାଡ଼ିଦାସ ୧୭୭୨ ମସିହାରେ, ଯାଜପୁର ଜିଲ୍ଲାର ଛତିଆବଟ ନିକଟସ୍ଥ ଚମ୍ପାପୁର ଗ୍ରାମରେ ମକର ସଂକ୍ରାନ୍ତି ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ଚେମେଇ ଓଝା ଓ ମାତାଙ୍କ ନାମ ଦେବକୀ ଥିଲା । ସେ ଖୁବ କମ ବୟସରେ ନିଜ ପିତାମାତଙ୍କୁ ହରାଇଥିଲେ । ପରବର୍ତ୍ତୀ ସମୟରେ, ତାଙ୍କ ଏକମାତ୍ର ଭଉଣୀଙ୍କର ମଧ୍ୟ ତିରୋଧାନ ଘଟିଥିଲା । ସେ ମାତ୍ର ୨୧ ବର୍ଷ ବୟସରେ ବିବାହ କରିଥିଲେ, କିନ୍ତୁ ଅଷ୍ଟମଙ୍ଗଳା ଦିନ ତାଙ୍କ ପତ୍ନୀଙ୍କର ଦେହାନ୍ତ ଘଟିଥିଲା । ତିରିଶ ବର୍ଷ ବୟସରେ ସେ ପଦ୍ମାବତୀଙ୍କ ସହ ଦ୍ବିତୀୟ ବିବାହ କରିଥିଲେ ମଧ୍ୟ, ପଦ୍ମାବତୀଙ୍କ ନିଧନ ଯୋଗୁଁ ତାହା କ୍ଷଣସ୍ଥାୟୀ ଥିଲା । ଏହି ଦୁଃଖଦ ପରିସ୍ଥିତିରେ ଥାଇ ମଧ୍ୟ, ସେ ବିପୁଳ ସାହିତ୍ୟ ସର୍ଜନା କରିପାରିଛନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ବାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ବର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ବର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ବର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Claus) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ବର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ବେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ବରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ବାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ବାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ବର । ପ୍ରତ୍ଯେକ ଧର୍ମ ଈଶ୍ବରଙ୍କ ସ୍ଥିତିକୁ ସ୍ବୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ବପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ବ ପ୍ରଯୁକ୍ତିରେ ନିର୍ମିତ ଦ୍ବିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ବର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ବବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ବତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଦେବୁ ବୋଷ (ଜନ୍ମନାମ: ରବୀନ୍ଦ୍ରନାଥ ବୋଷ) ଜଣେ ଓଡ଼ିଆ କଥାଚିତ୍ର ଜଗତ ଅଭିନେତା ଥିଲେ । ତପସ୍ୟା କଥାଚିତ୍ରରୁ, ସେ ଓଡ଼ିଆ ସିନେମାରେ ଅଭିନୟ କରିବା ଆରମ୍ଭ କରିଥିଲେ । ଅଭିନୟ ବ୍ୟତୀତ, ସେ ନୃତ୍ୟ କ୍ଷେତ୍ରରେ ମଧ୍ୟ ନିପୂଣ ଥିଲେ । ଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ସେ ନୃତ୍ୟ ଶିକ୍ଷାଗ୍ରହଣ କରିଥିଲେ । ଦେବୁ ଓଡ଼ିଆ କଥାଚିତ୍ରର ନୃତ୍ୟ ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ । ଚଳଚ୍ଚିତ୍ର ବ୍ୟତୀତ, ଦେବୁ ବୋଷ 'ଦିଗନ୍ତ' ନାମକ ନାଟ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ବହୁ ନାଟକରେ ଅଭିନେତା ଓ ନିର୍ଦ୍ଦେଶକ ମଧ୍ୟ ସାଜିଥିଲେ । ୨୦୧୮ ଅଗଷ୍ଟ ୨୨ତାରିଖରେ ହାଇଦ୍ରାବାଦଠାରେ ତାଙ୍କର ଦେହାନ୍ତ ହୋଇଥିଲା । ତାଙ୍କ ଅଭିନୀତ ଶେଷ ଚଳଚ୍ଚିତ୍ର ଆପନା ହାତ ଜଗନ୍ନାଥ ୨୦୧୫ ମସିହାରେ ମୁକ୍ତିଲାଭ କରିଥିଲା । ସେ ଓଡ଼ିଆ ଧାରାବାହିକ ସତ୍ୟ ଜରିଆରେ ଧାରାବାହିକରେ ଅଭିନୟ ଆରମ୍ଭ କରିଥିଲେ ଏବଂ ତାଙ୍କ ଅଭିନୀତ ଶେଷ ଧାରାବାହିକ ଥିଲା ତରଙ୍ଗ ଟିଭିରେ ପ୍ରସାରିତ ଧାରାବାହିକ ଦୁର୍ଗା । ଦେବୁ ବୋଷ ହିନ୍ଦୀ କଥାଚିତ୍ର ଆଶ୍ରମ ଓ ହିନ୍ଦୀ ଧାରାବାହିକ ବୋହୂରେ ଅଭିନୟ କରିଥିଲେ । ଶ୍ରମ ଅଧିକାରୀ ଭାବରେ ସେ ଚାକିରୀରେ ଯୋଗ ଦେଇଥିଲେ ଏବଂ ଶିଳ୍ପ ଉନ୍ନୟନ ନିଗମର ସାଧାରଣ ପ୍ରବନ୍ଧକ ଭାବରେ ଅବସର ନେଇଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ବର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ବାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ବାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଦେବଦତ୍ତ ପଟ୍ଟନାୟକ(୧୧ ଡିସେମ୍ବର ୧୯୭୦ରେ ଜନ୍ମିତ) ଜଣେ ଡାକ୍ତର, ନେତୃତ୍ବ ପରାମର୍ଶଦାତା ଓ ଲେଖକ । ତାଙ୍କର ରଚନାବଳୀ ମୁଖ୍ୟତଃ ପୁରାଣ, କିମ୍ବଦନ୍ତୀ ଓ ମ୍ୟାନେଜମେଣ୍ଟ ପୃଷ୍ଟଭୂମୀ ଉପରେ ପର୍ଯ୍ୟବେସିତ । ସେ ଭାରତର ସର୍ବବୃହତ ରିଟେଲ କମ୍ପାନୀ "ଫ୍ୟୁଚର ଗ୍ରୁପ"ର ଚିଫ୍ ବିଲିଫ୍ ଅଫିସର ଭାବରେ କାର୍ଯ୍ୟ କରିଛନ୍ତି । "ମିଡ଼ ଡେ" ଖବରକାଗଜରେ ସେ ଜଣେ ନିୟମିତ ସ୍ଥମ୍ଭକାର ।
ଧୁଡୁକି (ଘୁଡ଼ୁକି ଭାବେ ମଧ୍ୟ ଜଣାଶୁଣା), ଓଡ଼ିଶାର ଏକ ପାରମ୍ପାରିକ ବାଦ୍ୟ ଯନ୍ତ୍ର । ଏହାକୁ ଭିତ୍ତି କରି ପରିବେଷିତ ହେଉଥିବା ଲୋକକଳା ଘୁଡ଼ୁକି ବା ଧୁଡ଼ୁକି ନାଚ ନାମରେ ପରିଚିତ । ଧୁଡୁକିଆ ଶବର(ମୁଣ୍ଡପୋତା କେଳା) ସମ୍ପ୍ରଦାୟର ଲୋକେ ଏହି ବାଜା ବଜେଇ, ଲୋକମାନଙ୍କର ମନୋରଞ୍ଜନ କରନ୍ତି । ଧୁଡୁକି ବଜେଇ, ଏମାନେ ଉପେନ୍ଦ୍ର ଭଞ୍ଜଙ୍କ କାବ୍ୟକବିତା, ରାଧାକୃଷ୍ଣଙ୍କ ପ୍ରେମ କାହାଣୀ, ବିଭିନ୍ନ ଗ୍ରନ୍ଥ ଉପନିଷେଦର କଥା ବୋଲି ଶୁଣେଇଥାନ୍ତି । ଢେଙ୍କାନାଳ, ନୟାଗଡ଼, ଯାଜପୁର ଆଦି ଅଞ୍ଚଳରେ ଏହି କଳାକାରମାନେ ଦେଖାଯାଆନ୍ତି । ଧୁଡୁକି, ଏକ ସମ୍ପୂର୍ଣ୍ଣ ସ୍ବଦେଶୀ ବାଦ୍ୟଯନ୍ତ୍ର ଓ ବଜେଇବା ଲୋକେ ନିଜେ ଏହାକୁ ତିଆରି କରିଥାନ୍ତି । କାଠର ଏକ ନଳର ଗୋଟିଏ ପାର୍ଶ୍ବରେ ଏକପ୍ରକାର ଚମଡାର ଆବରଣ ପକାଯାଇ, ତାହାର ମଧ୍ୟଭାଗରେ ଏକ ପ୍ଲାଷ୍ଟିକ ବା ଧାତୁ ନିର୍ମିତ ଡୋରି ବନ୍ଧାଯାଇଥାଏ । ଡୋରିର ଅନ୍ୟ ପ୍ରାନ୍ତରେ ଏକ ଦଣ୍ଡ ବନ୍ଧାଯାଇଥାଏ । କାଖରେ ଧୁଡୁକିର ନଳରଖି, ପାପୁଲିରେ ଦଣ୍ଡକୁ ଭିଡିଧରିବା ସହ, ଅନ୍ୟ ହାତର ଚାରି ଆଙ୍ଗୁଠି ସାହାଯ୍ୟରେ ଡୋରିକୁ ଟାଣି ଏହାକୁ ବଜାଯାଏ । ଏହାର ଧ୍ବନୀକୁ ଆହୁରି ସୁନ୍ଦର କରିବା ପାଇଁ, ଦଣ୍ଡରେ ଘୁଙ୍ଗୁର ମଧ୍ୟ ବନ୍ଧାଯାଇଥାଏ । ଧୁଡୁକିର ତାଳେ ତାଳେ, ଘୁଙ୍ଗୁରର ଶବ୍ଦ ବେଶ ମଧୁର ଧ୍ବନୀ ସୃଷ୍ଟିକରିଥାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ବତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ବାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ବ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ବଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।