ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ବତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ବପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ବରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ବାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ବରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ବିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ବର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ବର ଦ୍ବିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ବର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ବପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ବାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ବର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ବର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ବର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Claus) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ବର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ରାମ ନାଥ କୋବିନ୍ଦ (ଜନ୍ମ ୧ ଅକ୍ଟୋବର ୧୯୪୫) ଭାରତର ୧୪ତମ ରାଷ୍ଟ୍ରପତି ଅଟନ୍ତି । ସେ ଜଣେ ଦଳିତ ନେତା ଏବଂ ଭାରତୀୟ ଜନତା ପାର୍ଟିର ଜଣେ ରାଜନେତା ଅଟନ୍ତି । ଉତ୍ତରପ୍ରଦେଶରୁ ଦୁଇ ପାଳି ୧୯୯୪-୨୦୦୦ ଓ ୨୦୦୦-୨୦୦୬ ସମୟ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓକିଲାତି ବୃତ୍ତି ଆପଣାଇ ଦିଲ୍ଲୀରେ ଆଇନ ଅଭ୍ୟାସ କରୁଥିଲେ । ୨୦୧୭ ମସିହା ଜୁଲାଇ ୧୭ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୯, ୨୦୧୭ରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ । ପୂର୍ବରୁ (୧୯୯୮-୨୦୦୨) ସେ ବିଜେପି ଦଳିତ ମୋର୍ଚ୍ଚାର ଅଧ୍ୟକ୍ଷ, ଅଖିଳ ଭାରତୀୟ କୋଲି ସମାଜର ଅଧ୍ୟକ୍ଷ ରହିଥିଲେ । ସେ ମଧ୍ୟ ବିଜେପି ଦଳୀୟ ପ୍ରବକ୍ତା ଥିଲେ । ୮ ଅଗଷ୍ଟ ୨୦୧୫ରେ ରାଷ୍ଟ୍ରପତିଙ୍କଦ୍ବାରା ବିହାରର ରାଜ୍ୟପାଳ ଭାବେ ଅବସ୍ଥାପିତ ହୋଇଥିଲେ । ହରିଦ୍ୱାର ଗଙ୍ଗା ତଟରେ କୁଷ୍ଠ ରୋଗୀଙ୍କ ସେବା ପାଇଁ ଉତ୍ସର୍ଗ ସଂସ୍ଥା ଦିବ୍ୟ ପ୍ରେମ ସେବା ମିଶନର ଆଜୀବନ ସଂରକ୍ଷକ ଅଟନ୍ତି ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ବାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ବାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ବ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ବାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ବାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ବାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ବର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଯାଜପୁର ନଦୀରେ ଭରା ଓଡ଼ିଶାର ଏକ ସହର । ଏହାର ଉତ୍ତର ଦିଗରେ ଭଦ୍ରକ ଜିଲ୍ଲା ଅଛି । ଯାଜପୁରଠାରେ ଥିବା ବିରଜା ମନ୍ଦିର ଓଡ଼ିଶାର ସର୍ବତ୍ର ପରିଚିତ, ଯାଜପୁରକୁ ସେଇଥିପାଇଁ ବିରଜା କ୍ଷେତ୍ର ବୋଲି କୁହାଯାଏ । କେଶରୀ ରାଜାଙ୍କ ଶାସନ କାଳରେ ଏହା ଓଡ଼ିଶାର ରାଜଧାନୀ ଥିଲା, କାଳକ୍ରମେ କଟକକୁ ଉଠିଗଲା ଓଡ଼ିଶାର ରାଜଧାନୀ । "ଯାଜପୁର" ଶବ୍ଦର ବ୍ୟୁତ୍ପତ୍ତି ହୋଇଛି ସଂସ୍କୃତ ଶବ୍ଦ "ୟାଜ୍" ଅର୍ଥାତ୍ ୟଜ୍ଞ କରିବା ରୁ, ବା ଏହା ଯାଗୟଜ୍ଞ କରିବାକୁ ବୁଝାଏ । ଏଠାରେ ଯଯାତି କେଶରୀ ଦଶଟି ଅଶ୍ୱମେଧ ଯଜ୍ଞ କରାଇଥିଲେ ଏବଂ କାନ୍ୟକୁବ୍ଜରୁ ୧୦,୦୦୦ ବ୍ରାହ୍ମଣ ଅଣାଇଥିଲେ ତଥା ଓଡ଼ିଶାରେ ସେମାନଙ୍କୁ ଜାଗା ଜମି ଦେଇ ଶାସନ ଦାନ କରିଥିଲେ । ତେଣୁ ଏହି ସ୍ଥାନକୁ ଯାଜପୁର, ଯାଜନଗର, ୟଜ୍ଞପୁର ମଧ୍ୟ କୁହାଯାଏ ।
ନୋଟ୍ରେ ଡାମ୍ ଡି ପାରି (Notre-Dame de Paris – ଏହି ଫରାସୀ ନାମର ଶବ୍ଦାର୍ଥ ହେଲା “ପ୍ୟାରିସ୍ସ୍ଥିତ ଆମ ମହିଳା”) ବା ନୋଟ୍ରେ ଡାମ୍ ଫ୍ରାଂସ୍ର ପ୍ୟାରିସ୍ରେ ଥିବା ଏକ ମଧ୍ୟଯୁଗୀୟ କ୍ୟାଥୋଲିକ୍ ଗୀର୍ଜାଘର । ଏହି ଗୀର୍ଜାଘର ଫରାସୀ ଗୋଥିକ୍ ସ୍ଥାପତ୍ୟ କଳାର ଏକ ଶ୍ରେଷ୍ଠ ନିଦର୍ଶନ ରୂପେ ପରିଗଣିତ ହୁଏ । ଫ୍ରାଂସ୍ ତଥା ବିଶ୍ବର ପ୍ରଖ୍ୟାତ ଗୀର୍ଜାଘରମାନଙ୍କ ମଧ୍ୟରୁ ଏହା ଅନ୍ୟତମ । ଗୀର୍ଜା କାନ୍ଥରେ ତିଆରି ହୋଇଥିବା ଜୀବନ୍ତ ସଦୃଶ ପ୍ରତିମୂର୍ତ୍ତି ଓ କାଚର ଝରକାରେ ହୋଇଥିବା ଚିତ୍ରକଳା ଯୋଗୁଁ ଏହା ରୋମାନ୍ ସ୍ଥାପତ୍ୟ କଳାଠାରୁ ଭିନ୍ନ । ନୋଟ୍ରେ ଡାମ୍ ଗୀର୍ଜାଘରର ଦୈର୍ଘ୍ୟ ପ୍ରାୟ ୧୨୮ ମିଟର୍ (୪୨୦ ଫୁଟ୍), ପ୍ରସ୍ଥ ପ୍ରାୟ ୪୮ ମିଟର୍ (୧୫୭ ଫୁଟ୍) ଓ ଏଥିରେ ୧୦ଟି ଘଣ୍ଟି ରହିଛି ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ବଦେଶ ଓ ସ୍ବଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ବାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ହାଡ଼ିଦାସ (୧୭୭୨-୧୮୩୭), ଜଣେ ମାଳିକାକାର ଓ ଛତିଆବଟର ପ୍ରତିଷ୍ଠାତା ଭାବରେ ପରିଚିତ । ସେ ଅନେକ ଚଉତିଶା, ସ୍ତୁତି, ଭବିଷ୍ୟ ମାଳିକା, ସ୍ବରଶାସ୍ତ୍ର, ଜଣାଣ ଓ ରଥଯାତ୍ରା ଗୀତ ଆଦି ରଚନା କରିଯାଇଛନ୍ତି ।ହାଡ଼ିଦାସ ୧୭୭୨ ମସିହାରେ, ଯାଜପୁର ଜିଲ୍ଲାର ଛତିଆବଟ ନିକଟସ୍ଥ ଚମ୍ପାପୁର ଗ୍ରାମରେ ମକର ସଂକ୍ରାନ୍ତି ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ଚେମେଇ ଓଝା ଓ ମାତାଙ୍କ ନାମ ଦେବକୀ ଥିଲା । ସେ ଖୁବ କମ ବୟସରେ ନିଜ ପିତାମାତଙ୍କୁ ହରାଇଥିଲେ । ପରବର୍ତ୍ତୀ ସମୟରେ, ତାଙ୍କ ଏକମାତ୍ର ଭଉଣୀଙ୍କର ମଧ୍ୟ ତିରୋଧାନ ଘଟିଥିଲା । ସେ ମାତ୍ର ୨୧ ବର୍ଷ ବୟସରେ ବିବାହ କରିଥିଲେ, କିନ୍ତୁ ଅଷ୍ଟମଙ୍ଗଳା ଦିନ ତାଙ୍କ ପତ୍ନୀଙ୍କର ଦେହାନ୍ତ ଘଟିଥିଲା । ତିରିଶ ବର୍ଷ ବୟସରେ ସେ ପଦ୍ମାବତୀଙ୍କ ସହ ଦ୍ବିତୀୟ ବିବାହ କରିଥିଲେ ମଧ୍ୟ, ପଦ୍ମାବତୀଙ୍କ ନିଧନ ଯୋଗୁଁ ତାହା କ୍ଷଣସ୍ଥାୟୀ ଥିଲା । ଏହି ଦୁଃଖଦ ପରିସ୍ଥିତିରେ ଥାଇ ମଧ୍ୟ, ସେ ବିପୁଳ ସାହିତ୍ୟ ସର୍ଜନା କରିପାରିଛନ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ବର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ବର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ବାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ବତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ବାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ବର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ବର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ବାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ବାରା ସ୍ବତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ବଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଶୈଳବାଳା ଦାସ, (ଶୈଳବାଳା ହାଜରା୧୮୭୫-୧୯୬୮) ଜଣେ ସମାଜସେବୀ ଥିଲେ । ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ତାଙ୍କର ମୁଖ୍ୟ ଭୂମିକା ଥିଲା।ମଧୁସୂଦନ ଦାସ ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ । ସେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ୦୩ ଅପ୍ରେଲ ୧୯୫୨ରୁ ୦୨ ଅପ୍ରେଲ ୧୯୫୪ ପର୍ଯ୍ୟନ୍ତ ରାଜ୍ୟ ସଭାର ସଭ୍ୟ ଭାବେ କାର୍ଯ୍ୟ କରିଥିଲେ । ଶୈଳବାଳା ମହିଳା ମହାବିଦ୍ୟାଳୟ ତାଙ୍କରି ନାମରେ ନାମିତ ହୋଇଅଛି । ୧୮୯୨ରେ ମଧୁସୂଦନ ବିଧିବଦ୍ଧ ଭାବେ ଶୈଳବାଳାଙ୍କୁ ପାଳିତ କନ୍ୟାଭାବେ ଗ୍ରହଣ କରିଥିଲେ ।୧୯୫୯ରେ ସମାଜସେବାରେ ବିଶେଷ ଅବଦାନ ପାଇଁ ଭାରତ ସରକାରଙ୍କ ତୃତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ "ପଦ୍ମଶ୍ରୀ" ମିଳିଥିଲା ।
ଏହି ବିଜ୍ଞାନ ଯୁଗରେ ପରିସଂଖ୍ୟାନର ବ୍ୟବହାର ବହୁ କ୍ଷେତ୍ରରେ ଦେଖାଯାଏ । କୃଷି, ଶିଳ୍ପ, ସ୍ୱାସ୍ଥ୍ୟ, ଶିକ୍ଷା, ଶାସନ ଆଦି କ୍ଷେତ୍ରରେ ପରିସଂଖ୍ୟାନ ବିନା କୌଣସି ନିର୍ଦ୍ଧିଷ୍ଟ ସିଦ୍ଧାନ୍ତରେ ପହଞ୍ଚିବା ସମ୍ଭବ ନୁହେଁ । ପରିସଂଖ୍ୟାନର ଇଂରାଜୀ ପ୍ରତିଶବ୍ଦ ହେଉଛି Statistics ଏବଂ ଏହି ଶବ୍ଦ ଲାଟିନ୍ ଶବ୍ଦ Status ଅଥବା ଇଟାଲୀୟ ଶବ୍ଦ Statistaରୁ ଉଦ୍ଭବ ବୋଲି ମନେହୁଏ । ଏହି ଦୁଇ ଶବ୍ଦର ଅର୍ଥ ହେଉଛି 'ରାଜନୈତିକ ଅବସ୍ଥା' ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ସି ପ୍ରୋଗ୍ରାମିଂ ଭାଷା(C Programming Language) ଏକ ଉଚ୍ଚ ସ୍ତରିୟ ପ୍ରୋଗ୍ରାମିଂ ଭାଷା ଯାହାର ପ୍ରାଥମିକ ବିକାସ ଡେନିସ ରୀଚିଦ୍ୱାରା ୧୯୬୯ ଏବଂ ୧୯୭୩ ମଧ୍ୟରେ ବେଲ ପ୍ରୟଗଶାଳା କରାଯାଇଥିଲା। ସି ପ୍ରୋଗ୍ରାମିଂ ଭାଷାର ରୁପରେଖା ଏପରି ଅଛି ଯାହା ଦ୍ୱାର ଏହାକୁ 'ଯନ୍ତ୍ର ଅନୁଦେଶ'(Machine Instruction) ସହିତ ଭାଲ ଭାବରେ ପ୍ରତିଚିତ୍ରଣ କରିହେବ ଏହି କାରଣରୁ ସିଷ୍ଟମ ସଫ୍ଟୱେର ଯେପରିକି 'ୟୁନିକ୍ସ ଅପରେଟିଙ୍ଗ ସିଷ୍ଟମକୁ'(UNIX Operating System) ଅତ୍ୟଧିକ ଭାବରେ ସି ପ୍ରୋଗ୍ରାମିଂ ଭାଷାରେ ଲେଖାଯାଇଛି।ସି ପ୍ରୋଗ୍ରାମିଂ ଭାଷା ଏକ ବ୍ୟାପକ ଭାବରେ ବ୍ୟବହାର କରାଯାଉଥିବା ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷା। ସି ପ୍ରୋଗ୍ରାମିଂ ଭାଷାର ପ୍ରଭାବ ବିଭିନ୍ନ ନୁତନ ପ୍ରୋଗ୍ରାମିଂ ଭାଷା ଯେପରିକି ସି++(C++), ଜାଭା(Java), ସି#(C#), ପାଇଥନ୍(Python) ଏବଂ ପର୍ଲ୍(Perl) ଆଦି ଉପରେ ଦେଖାଯାଏ।
ଏମଏମଆର ଟିକା (ଇଂରାଜୀ ଭାଷାରେ MMR vaccine) ଏକ ଟିକା (vaccine) ଯାହା ମିଳିମିଳା, ଗାଲୁଆ ଓ ରୁବେଲା ଆଦି ତିନୋଟି ରୋଗ ନିମନ୍ତେ ଦିଆଯାଏ । ଶିଶୁର ବୟସ ୯ରୁ ୧୫ ମାସ ବୟସ ଭିତରେ ପ୍ରଥମ ମାତ୍ରା ଓ ୪ ସପ୍ତାହ ଅନ୍ତରରେ ୧୫ ମାସରୁ ୬ ବର୍ଷ ବୟସ ଭିତରେ ଦ୍ୱିତୀୟ ମାତ୍ରା ଦିଆଯାଏ । ଏହି ଟିକା ଦେବାଦ୍ୱାରା ୯୭% ମିଳିମିଳା, ୮୮% ଗାଲୁଆ ଓ ୯୭% ରୁବେଲା ବିରୁଦ୍ଧରେ ସୁରକ୍ଷା ମିଳେ । ଆଦୌ ଇମ୍ମ୍ୟୁନିଟି (immunity) ନଥିବାର ପ୍ରମାଣ ଥିବା, ଏଚଆଇଭି/ଏଡସ ନିୟନ୍ତ୍ରିତ ଲୋକକୁ ଓ ମିଳିମିଳା ସଂସ୍ପର୍ଶରେ ଆସିବାର ୭୨ ଘଣ୍ଟା ମଧ୍ୟରେ ଅଧାପନ୍ତରିଆ ଇମ୍ମ୍ୟୁନିଟି ଦିଆଯାଇଥିବା ଲୋକକୁ ଏହା ଦିଆଯାଏ । ଏହି ଟିକା ଇଞ୍ଜେକସନ ଆକାରରେ ଦିଆଯାଏ ।ପୃଥିବୀବ୍ୟାପି ଏମଏମଆର ଟିକା ବ୍ୟବହୃତ ହେଉଛି: ୧୦୦ଟି ଦେଶରେ ସନ ୨୦୦୧ ସୁଦ୍ଧା ପ୍ରାୟ ୫୦୦ ନିୟୁତ ଡୋଜ ଦିଆସରିଲାଣି । ପୂର୍ବରୁ ମିଳିମିଳା ରୋଗରେ ପ୍ରାୟ ୨.୬ ନିୟୁତ ଶିଶୁ ମୃତ୍ୟୁ ବରଣ କରୁଥିଲେ । ସନ ୨୦୧୨ ସୁଦ୍ଧା ଏହି ମୃତ୍ୟୁ ସଂଖ୍ୟା କମିଯାଇ ୧୨୨,୦୦୦ ମୃତ୍ୟୁ ହୋଇଛି । ଏମଏମଆର ଟିକା ଦେବାଦ୍ୱାରା ଉତ୍ତର ଓ ଦକ୍ଷିଣ ଆମେରିକାରେ ମିଳିମିଳା ହାର ଅତି କମ ଅଛି । ଅନ୍ୟ ପକ୍ଷରେ ଟିକା ନ ଦିଆଯାଇଥିବା ଦେଶମାନଙ୍କରେ ଏହି ରୋଗ ହାର ବଢ଼ିବାକୁ ଲାଗିଛି । ସନ ୨୦୦୦ରୁ ୨୦୧୬ ମଧ୍ୟରେ ରୋଗ ହାର ୮୪% କମିଛି । ଏହି ଟିକାର ପ୍ରତିକ୍ରିୟା ଅତି ସାମାନ୍ୟ ହୁଏ ଓ କିଛି ଚିକିତ୍ସା ବିନା ଭଲ ହୋଇଯାଏ । ଜ୍ୱର, ଇଞ୍ଜେକସନ ସ୍ଥାନରେ କଷ୍ଟ ହୁଏ ଓ ଲାଲ ଦେଖାଯାଏ । ଏକ ନିୟୁତ ଲୋରେ ଜଣକର ସାଂଘାତିକ ଆଲର୍ଜି (Severe allergic reactions) ହୁଏ । ଗର୍ଭାବସ୍ଥାରେ ଏମଏମଆର ଟିକା ଦିଆଯାଏନାହିଁ କିନ୍ତୁ ସ୍ତନ୍ୟପାନ (breastfeeding) ସମୟରେ ଦିଆଯାଇପାରେ । ଅନ୍ୟ ଟିକା ସାଥିରେ ଏହି ଟିକା ଦିଆଯାଇପାରେ । ସଦ୍ୟ ଟିକା ନେଲାପରେ ଅନ୍ୟ ଲୋକ ପାଖକୁ ଡେଇଁବା ସଙ୍କଟ ବଢ଼ିଯାଏନି । ଏହି ଟିକା ଦେଲେ (autism) ସଙ୍କଟ ବଢ଼ିଯାଏନି । ଏମଏମଆର ଟିକାରେ ତିନି ରୋଗର ଜିବନ୍ତ କିନ୍ତୁ ଆଟେନୁଏଟେଡ ଭୁତାଣୁ (weakened viruses) ଥାଆନ୍ତି । ମରିସ ହଲେମାନ (Maurice Hilleman) ଏହି ଅଏମଏମଆର ଟିକା ପ୍ରସ୍ତୁତ କରିଥିଲେ । ସନ ୧୯୭୧ରେ ମର୍କ ଏଣ୍ଡ କୋ କମ୍ପାନୀକୁ (Merck) ଲାଇସେନସ ଦିଆଯାଇଥିଲା । ଗୋଟିକିଆ ମିଳିମିଳା, ଗାଲୁଆ ଓ ରୁବେଲା ଟିକାକୁ ଯଥାକ୍ରମେ ୧୯୬୩, ୧୯୬୭ ଓ ୧୯୬୯ରେ ଲାଇସେନସ ଦିଆଯାଇଥିଲା । ଦ୍ୱିତୀୟ ଡୋଜ ପାଇଁ ୧୯୮୯ରେ ସୁପାରିସ କରାଗଲା । ଏମଏମଆର ବଦଳରେ ଏମଏମଆରଭି ଟିକା (MMRV vaccine) ଦେଲେ ତିନୋଟି ଭୁତାଣୁ ରୋଗ ସହିତ ହାଡ଼ଫୁଟିରୁ (chickenpox) ସୁରକ୍ଷା ମିଳିଯାଏ । ଗାଲୁଆ ଟିକା ବ୍ୟତୀତ କେବଳ ଏମଆର (MR vaccine) ଟିକା ମଧ୍ୟ ଦିଆଯାଇପାରେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ବାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ବାମାଚରଣ ମିତ୍ର (୧୭ ଡିସେମ୍ବର ୧୯୧୫ - ୨୧ ଫେବୃଆରୀ ୧୯୭୫) ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ । ସେ ଓଡ଼ିଆରେ ନବେରୁ ଅଧିକ କ୍ଷୁଦ୍ରଗଳ୍ପ (ଯହିଁରୁ ୨୪ଟିକୁ ନେଇ "ବାମାଚରଣ ଗଳ୍ପ ସମ୍ଭାର" ନାମରେ ସଂକଳନ ପ୍ରକାଶିତ), ତିନୋଟି ଉପନ୍ୟାସ ଓ ଅନୁବାଦ ସାହିତ୍ୟ ରଚନା କରିଥିଲେ । ୨୦୧୫ ମସିହାରେ ତାଙ୍କର ସମସ୍ତ ରଚନା ଡିଜିଟାଲ ରୂପରେ ସୃଜନିକା ତରଫରୁ ଏକ ସିଡିରେ ପ୍ରକାଶିତ । ତାଙ୍କ ରଚିତ ପ୍ରମୁଖ ଉପନ୍ୟାସମାନ ହେଲେ "କୀର୍ତ୍ତିଶଯ୍ୟ" (ପ୍ରଥମ ରଚିତ ଉପନ୍ୟାସ), "ନରଛଞ୍ଚାଣ" ତଥା ଗଳ୍ପସଂକଳନମାନ ହେଲେ "ସ୍ୱପ୍ନସିଦ୍ଧ", "ବଟ ମହାପୁରୁଷ", "ଅସୀମ" ଓ "ମହାପୁରୁଷ ବାଗ" । ସେ ପ୍ରବନ୍ଧ ସଂକଳନ "ଏଣୁଶ୍ଚ ତେଣୁଶ୍ଚ" ପାଇଁ ୧୯୬୯-୧୯୭୩ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ବିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ବବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ବବିଦ୍ୟାଳୟରୁ ଏଲ.ଏଲ.ଏମ.
ମୋନାଲିସା ଜେନା(ଜନ୍ମ : ୧୦ ଡିସେମ୍ବର ୧୯୬୩), ଜଣେ ଓଡ଼ିଆ ସାହିତ୍ୟିକା । ମୌଳିକ ସାହିତ୍ୟ ସହିତ ସେ ଅନୁବାଦ ସାହିତ୍ୟ କ୍ଷେତ୍ରରେ କାମ କରିଛନ୍ତି । ସେ ଉଭୟ ଓଡ଼ିଆରୁ ଅନ୍ୟ ଭାଷାକୁ ତଥା ଅନ୍ୟ ଭାରତୀୟ ଭାଷାରୁ ଓଡ଼ିଆକୁ ଅନୁବାଦ କରିଥାନ୍ତି । ନିଜ ଅନୁବାଦ ପୁସ୍ତକ ଆଶୀର୍ବାଦର ରଙ୍ଗ ପାଇଁ ସେ ୨୦୧୬ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର ପାଇଛନ୍ତି ।
ଗ୍ଲୋରିଆ ମହାନ୍ତି (୨୭ ଜୁନ ୧୯୩୨ - ୧୧ ଡିସେମ୍ବର, ୨୦୧୪ ) ଜଣେ ଓଡ଼ିଆ ଅଭିନେତ୍ରୀ, ପ୍ରଶିକ୍ଷିତ ଶାସ୍ତ୍ରୀୟ ସଙ୍ଗୀତ ଗାୟିକା ଓ ଜାତୀୟ ସ୍ତରର ଭଲିବଲ ଖେଳାଳୀ ଥିଲେ । ଗ୍ଳୋରିଆ ୧୯୫୬ରୁ ୧୯୬୦ ମସିହା ପର୍ଯ୍ୟନ୍ତ, ନ୍ୟାସନାଲ ଭଲିବଲ ଚାମ୍ପିଅନସିପରେ, ଓଡ଼ିଶାକୁ ପ୍ରତିନିଧିତ୍ବ କରିଥିଲେ । ଗ୍ଲୋରିଆ ଗୁରୁ କେଳୁଚରଣ ମହାପାତ୍ରଙ୍କ ନିକଟରୁ ଓଡ଼ିଶୀ ଶିକ୍ଷାଲାଭ କରିଥିଲେ ।
ଏହା ଏକ ଦ୍ରୁମ ଜାତୀୟ ଉଦ୍ଭିଦ। ଭାରତରେ ସର୍ବତ୍ର ଏହା ଦେଖିବାକୁ ମିଳିଥାଏ । ପତ୍ରଗୁଡ଼ିକ ତେନ୍ତୁଳି ପତ୍ର ପରି ଦିଶିଲେ ବି ଏହାଠାରୁ ଟିକିଏ ବଡ଼ ଆକାରର ହୋଇଥାନ୍ତି। ଏହା ମଧ୍ୟମ ଉଚ୍ଚତା ବିଶିଷ୍ଟ ଗଛ। ଅନ୍ୟ ନାମ ଅଏଁଳା । ଓଡ଼ିଶାର ଗ୍ରାମାଞ୍ଚଳରେ ଅଁଳା କୋଳି (ଅଅଁଳା କୋଳି ବା ନର କୋଳି) ନାମରେ ଆଉ ଏକ ଗଛ ଦେଖାଯାଏ ଯାହା ଅଁଳାଠାରୁ ଆକାରରେ ସାନ ଓ ଶିରାଯୁକ୍ତ (ଦ୍ରଷ୍ଟବ୍ୟ : କୋଳି)। ଏହାକୁ ଅଁଳା କୋଳିଠାରୁ ଅଲଗା ଚିହ୍ନଟ କରିବାପାଇଁ ଲୋକେ ଏହାକୁ ଧାତ୍ରୀ ଅଁଳା ବୋଲି ମଧ୍ୟ କହିଥାନ୍ତି । ଏହାର ଅନ୍ୟନାମଗୁଡିକ ହେଲା ତିଷ୍ୟଭଳା, ଅମୃତା, ବୟସ୍କା, କାୟସ୍ଥା, ଶ୍ରୀଫଳା, ଧାତ୍ରିକା, ଶିବା, ଶାନ୍ନା, ଧାତ୍ରୀ, ବୃଷ୍ୟା, ବୃତଫଳ, ରୋଚନୀ, କର୍ଷଫଳ ଏବଂ ତିଷ୍ୟା
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ବତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ବାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ବ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ବାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ବିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.