ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସନ୍ତୋଷ କୁମାର ସାହୁ (୧୯୩୫ - ୨୦୦୬) ଜଣେ ଭାରତୀୟ ରାଜନୀତିଜ୍ଞ ଥିଲେ । ସେ ମୁଖ୍ୟତଃ ଭାରତୀୟ ଜାତୀୟ କଂଗ୍ରେସ ସହ ରାଜନୀତିରେ ସକ୍ରିୟ ଥିଲେ । ସନ୍ତୋଷ ପ୍ରଥମେ ୦୩ ଅପ୍ରେଲ ୧୯୭୬ରେ କଂଗ୍ରେସର ପ୍ରତିନିଧି ଭାବର ଓଡ଼ିଶାରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୧୯୮୨ ଓ ୧୯୮୮ରେ ଆଉ ଦୁଇଥର ରାଜ୍ୟ ସଭାକୁ ଯାଇଥିଲେ । ସେ ୧୯୭୬ରୁ ୧୯୯୪ଯାଏଁ ରାଜ୍ୟ ସଭାର ସଦସ୍ୟ ଭାବରେ କାର୍ଯ୍ୟ କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ବର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ବର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ବର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Claus) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ୱର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ପୁରୁଷ ହକି ବିଶ୍ୱକପର ୧୪ତମ ସଂସ୍କରଣ ଭୁବନେଶ୍ୱରରେ ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଟିତ ହୋଇଥିଲା । ଏହି ପ୍ରତିଯୋଗିତା ୨୮ ନଭେମ୍ବରରୁ ୧୬ ଡିସେମ୍ବର ୨୦୧୮ ପର୍ଯ୍ୟନ୍ତ ଚାଲିଥିଲା । ଏହାର ଉଦଘାଟନ ଉତ୍ସବ ୨୭ ନଭେମ୍ବରରେ ଜାକ ଯମକର ସହ ସମାପ୍ତ ହୋଇଛି । ଉଦଘାଟନୀ ଉତ୍ସବରେ ଶାହରୁଖ ଖାନ, ମାଧୁରୀ ଦୀକ୍ଷିତ ଏବଂ ଏ.ଆର ରହମାନ ଯୋଗ ଦେଇଥିଲେ । ଏଥି ସହ ଭାରତର ସବୁଠାରୁ ବଡ଼ ଡ୍ରୋଣ ଉଡାଣ ପ୍ରଦର୍ଶିତ ହୋଇଥିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଧୀରେ ଧୀରେ ପ୍ରେମ ହେଲା, ୨୦୦୯ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁନୀଲ ରାଉତ । ସୁବୋଧ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଦିଲ୍ଲୀପ ପଣ୍ଡା ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସବ୍ୟସାଚୀ ମିଶ୍ର ଏବଂ ବର୍ଷା ପ୍ରିୟଦର୍ଶିନୀ । ମିହିର ଦାସ, ଚନ୍ଦନ କର, ପ୍ରିୟା ମହାପାତ୍ର, ପ୍ରିୟଙ୍କା ମହାପାତ୍ର, ଜୟୀରାମ ସାମଲ, କୀର୍ତ୍ତୀ ମହାନ୍ତି, ଅମର, ବ୍ରଜ, ବୁଲେଟ୍, ମୀନକେତନ, ଦେବାଶିଷ, ହାତି, ପ୍ରଦ୍ୟୁମ୍ନ ଲେଙ୍କା, ପ୍ରିୟା, ରାକେଶ, ରାଣୀ, ସୋନାଲି, କୁନା ତ୍ରିପାଠୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ପିଠା ବା ପିପୁଲ୍ସ ଏମ୍ପାଓ୍ୱାରମେଣ୍ଟ ଏନାବ୍ଲିଂ ଟାନ୍ସପରେନ୍ସି ଆଣ୍ଡ ଆକାଉଣ୍ଟେବିଲିଟି ଅଫ ଓଡ଼ିଶା ଇନିସିଏଟିଭ୍ସ(Peoples Empowerment - Enabling Transparency and Accountability of Odisha Initiatives (PEETHA)) ଓଡ଼ିଶା ସରକାରଙ୍କ ଦ୍ୱାରା ପ୍ରଣୟନ କରା ଯାଇଥିବା ଏକ ଯୋଜନା । ଏହା ଆମ ଗାଁ ଆମ ବିକାଶ ଯୋଜନାର ଏକ ଉପ ଯୋଜନା । ସରକାରୀ ଯୋଜନାର ସ୍ୱଚ୍ଛତା ବଜାୟ ରଖିବା, ଲୋକଙ୍କୁ ସଶକ୍ତ କରିବା, ଏବଂ ସରକାରୀ ଯୋଜନା ଗୁଡିକ ସହ ଲୋକଙ୍କୁ ସୁଚାଇ ରଖିବା ଏହି ଯୋଜନାର ମୂଳ ଲକ୍ଷ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁନ୍ଦରଗଡ଼ର ସଲମାନ୍ ଖାନ୍, ୨୦୧୮ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
ବାର୍ଥୋଲିନ ସିସ୍ଟ (ଇଂରାଜୀ ଭାଷାରେ Bartholin's cyst) କୁହାଯାଏ ଯେତେବେଳେ ଲେବିଆ (labia) ମଧ୍ୟରେ ଥିବା ବାର୍ଥୋଲିନ ଗ୍ରନ୍ଥି (Bartholin's gland) ଅବରୋଧ ହୋଇଯାଏ । ସିସ୍ଟ ଛୋଟ ଥିଲେ ଅଳ୍ପ ଲକ୍ଷଣ ପ୍ରକାଶ ପାଏ । ବଡ଼ ସିସ୍ଟ ହୋଇଥିଲେ ଯୋନୀପଥର ଏକ ପାଖରେ ଫୁଲା ହୁଏ, ଯୌନକ୍ରିୟା ବେଳେ ଓ ଚାଲିଲା ବେଳେ ଯନ୍ତ୍ରଣା ହୁଏ । ସିସ୍ଟ ସଂକ୍ରମିତ ହେଲେ ଆବସେସ (abscess) ହୁଏ । ସିସ୍ଟ ଲାଲ ଦେଖାଯାଏ ଓ ଯନ୍ତ୍ରଣା ହୁ ।ଏହି ରୋଗର କାରଣ ଅଦ୍ୟାବଧି ଅଜ୍ଞାତ ଅଛି । ଜୀବାଣୁ ସଂକ୍ରମଣ ଯୋଗୁ ପୁଞ୍ଜିତ ପୂଯ (abscess) ହୁଏ କିନ୍ତୁ ଏହା ଯୌନ ସଞ୍ଚାରିତ ସଂକ୍ରମଣ (sexually transmitted infection) ନୁହେଁ । କ୍ୱଚିତ ଗନରିଆ ହୋଇପାରେ । ଲକ୍ଷଣ ଓ ଶାରୀରିକ ପରୀକ୍ଷା (examination) କରି ରୋଗ ନିର୍ଣ୍ଣୟ କରାଯାଏ । ବୟସ ୪୦ରୁ ଉର୍ଦ୍ଧ୍ୱ ହୋଇଥିଲେ କର୍କଟ ରୋଗ ସମ୍ଭାବନା ଦୂର କରିବା ନିମନ୍ତେ ତନ୍ତୁ ବାୟୋପ୍ସି (tissue biopsy) କରାଯାଏ ।ଲକ୍ଷଣ ନଥିଲେ ଚିକିତ୍ସା ଆବଶ୍ୟକ ହୁଏନି । ଲକ୍ଷଣ ଥିଲେ ସିସ୍ଟର ନିଷ୍କାସନ ଆବଶ୍ୟକ ହୁଏ । ଗୋଟିଏ ୱାର୍ଡ଼ କାଥେଟର ୪ ସପ୍ତାହ ପାଇଁ ଭର୍ତ୍ତି କରିଦିଆଯାଏ କାରଣ ନିଷ୍କାସନ (incision and drainage) ପରେ ଆଉଥରେ ସେହି ରୋଗ ସାଧାରଣତଃ ହୁଏ । ମାର୍ସୁପିଲାଇଜେସନ (marsupialization) ଅପରେଶନ କରାଯାଇପାରେ ଓ ସମସ୍ୟା ଜାରିରହିଲେ ଗ୍ରନ୍ତିକୁ ସମୁଳେ ବାହାରକରାଯାଏ । ରୋଗୀ ବୟସ ୪୦ରୁ ଉର୍ଦ୍ଧ୍ୱ ହୋଇଥିଲେ ଓ କର୍କଟ ସମ୍ଭାବନା ଥିଲେ ମଧ୍ୟ ଏହାକୁ କାଢ଼ିଦିଆଯାଏ । ସାଧାରଣତଃ ଏଥିରେ ଆଣ୍ଟିବାୟୋଟିକ (Antibiotics) ବ୍ୟବହୃତ ହୁଏନାହିଁ । ଏହି ରୋଗ ୨% ମହିଳାଙ୍କୁ ଯେକୌଣସି ସମୟରେ ହୋଇପାରେ । ପ୍ରାୟ ପ୍ରଜନନକ୍ଷମ ବୟସରେ ଏହି ରୋଗ ହୁଏ । ସନ ୧୬୭୭ରେ ଏହି ରୋଗ ବିଷୟ ସଠିକ୍ ଭାବରେ କାସ୍ପର ବାର୍ଥୋଲିନ (Caspar Bartholin) ବର୍ଣ୍ଣନା କରିଥିଲେ । ସନ ୧୯୬୭ରେ ବୁଫୋର୍ଡ଼ ୱାର୍ଡ଼ ଏହାର କାର୍ଯ୍ୟବିଧି ବର୍ଣ୍ଣନା କରିଥିଲେ ।
ଉଚ୍ଚତା ବେମାରୀ (ଇଂରାଜୀ ଭାଷାରେ Altitude sickness) ଏକ ସାମାନ୍ୟ ଧରଣର ଆକ୍ୟୁଟ ମାଉଣ୍ଟେନ ସିକନେସ (acute mountain sickness/ AMS) ଯାହା ଅତି ଉଚ୍ଚ ସ୍ଥାନକୁ (high elevation) ଦୃତ ଗତିରେ ଗଲେ ସ୍ୱଳ୍ପ ଅମ୍ଳଜାନ (amounts of oxygen) ମିଳିବାରୁ ବିଯୁକ୍ତାତ୍ମକ ସ୍ୱାସ୍ଥ୍ୟ ଅବସ୍ଥା ହୁଏ । ଏହି ବେମାରୀରେ ମୁଣ୍ଡ ବିନ୍ଧା, ବାନ୍ତି, ଥକ୍କାଣ ଅନୁଭବ, ନିଦ୍ରା ସମସ୍ୟା ମୁଣ୍ଡ ବୁଲା (dizziness) ଇତ୍ୟାଦି ଲକ୍ଷଣ ପ୍ରକାଶ ପାଏ । ଆକ୍ୟୁଟ ମାଉଣ୍ଟେନ ସିକନେସ ଅଗ୍ରଗତି କଲେ ହାଇ ଅଲ୍ଟିଚ୍ୟୁଡ ପଲମୋନାରୀ ଇଡିମା (High altitude pulmonary edema) ଯୋଗୁ ଅଣନିଶ୍ୱାସୀ ହୁଏ ବା ହାଇ ଅଲ୍ଟିଚ୍ୟୁଡ ସେରେବ୍ରାଲ ଇଡିମା (high altitude cerebral edema) ହୁଏ ଯେଉଁଥିରେ ଦ୍ୱନ୍ଦ୍ୱାତ୍ମକ ପରିସ୍ଥିତି ଉପୁଜେ । ଦୀର୍ଘକାଳ ଧରି ଉଚ୍ଚତାରେ ରହିଲେ କ୍ରନିକ ମାଉଣ୍ଟେନ ସିକନେସ (chronic mountain sickness) ଜାତ ହୁଏ ।ସାଧାରଣତଃ ୨୫୦୦ ମିଟର/ ୮୦୦୦ଫୁଟ ଉଚ୍ଚତାରେ ଉଚ୍ଚତା ବେମାରୀ ହେଲେ ମଧ୍ୟ ଅଳ୍ପ ଉଚ୍ଚତାରେ ହୋଇପାରେ । ପୂର୍ବରୁ ଏପରି ହୋଇଥିବା ରୋଗ ଇତିହାସ, ଅତିଶୟ ପରିମାଣର ସକ୍ରିୟତା, ଉଚ୍ଚତାକୁ ଦୃତ ଅଗ୍ରଗତି କଲେ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ଲକ୍ଷଣ ଅନୁସାରେ ରୋଗ ନିର୍ଣ୍ଣୟ କରାଯାଏ ଓ ତାଙ୍କର ସକ୍ରିୟତା କମିଥିଲେ ନିର୍ଣ୍ଣୟ ସହାୟକ ହୁଏ । ଅତି-ଉଚ୍ଚତାରେ ମୁଣ୍ଡ ବିନ୍ଧା, ଅଇ, ଅଣନିଶ୍ୱାସୀ ବା ବାନ୍ତି ହେଲେ ତାହାକୁ ଉଚ୍ଚତା ବେମାରୀ ରୋଗ ହୋଇଥିବା ନିର୍ଣ୍ଣୟ କରାଯାଏ ।ଦିନକୁ ୩୦୦ ମିଟର ବା ୧୦୦୦ଫୁଟ ଉଚ୍ଚତାରୁ ଅଧିକ ଉଠିବା ମନା ଓ ଧୀରେ ଧୀରେ ଚଢ଼ିଲେ ଏହି ବେମାରୀ ପ୍ରତିଷେଧ ହୋଇଯାଏ । ଶରୀର ସକ୍ଷମ ଥିଲେ ମଧ୍ୟ ଏହି ବେମାରୀ ସଙ୍କଟ କମିଯାଏନାହିଁ । ବେମାରୀ ଆରମ୍ଭ ହେଲା ମାତ୍ରେ ତଳ ଉଚ୍ଚତାକୁ ଅଣାଯାଏ ଓ ଯଥେଷ୍ଟ ତରଳ ପଦାର୍ଥ ଦିଆଯାର । ସାମାନ୍ୟ ବେମାରୀ ଥିଲେ ଆଇବୁପ୍ରୋଫେନ୍, ଆସେଟାଜୋଲାମାଇଡ ଓ ଡେକ୍ସାମେଥାଜୋନ ଦିଆଯାଏ । ଅବସ୍ଥା ସାଂଘାତିକ ଥିଲେ ଅମ୍ଳଜାନ ଥେରାପି (oxygen therapy ଦିଆଯାଏ ଓ ଓହ୍ଲେଇବାକୁ ସକ୍ଷମ ନଥିଲେ ପୋର୍ଟେବ୍ଲ ହାଇପରବାରିକ ବ୍ୟାଗ (portable hyperbaric bag) ବ୍ୟବହାର କରାଯାଏ । ଏଇ ଚିକିତ୍ସାର ଫଳାଫଳ ଅନୁଶୀଳନ ହୋଇନାହିଁ ।ଦୃତ ଗତିରେ ୨୫୦୦ ମିଟର/୮୦୦୦ ଫୁଟ ଉଚ୍ଚତାକୁ ଉଠିଲେ ୨୦% ଲୋକଙ୍କର ଓ ୩୦୦୦ମିଟର/ ଫୁଟ ଉଚ୍ଚତାକୁ ଉଠିଲେ ୪୦% ଲୋକଙ୍କର ଏହି ବେମାରି ହେବା ସମ୍ଭାବନା ରହେ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ସରୋଜ ବଳ, ଜଣେ ଓଡ଼ିଆ ସାହିତ୍ୟିକ, ସମ୍ପାଦକ ଏବଂ ପ୍ରକାଶକ । "ଟାଇମପାସ" ନାମରେ ତାଙ୍କର ଏକ ପ୍ରକାଶନ ସଂସ୍ଥା ରହିଛି । ସାହିତ୍ୟ ସଂଗଠକ ଭାବରେ ସେ "ମୁକ୍ତ ସାହିତ୍ୟ ମଞ୍ଚ", "ଜଗଦୀଶ ମହାନ୍ତି ଟ୍ରଷ୍ଟ", "ସମ୍ବାଦ ସାହିତ୍ୟ ଘର" ଆଦି ସାହିତ୍ୟ ଅନୁଷ୍ଠାନ ସହିତ ଜଡିତ ରହିଆସିଛନ୍ତି ।ସରୋଜ ୧୯୭୬ ମସିହାରେ ଭଦ୍ରକ ଜିଲ୍ଲାର(ସେତେବେଳେ ଅବିଭକ୍ତ ବାଲେଶ୍ୱର ଜିଲ୍ଲା) ଅର୍ଜୁନବିନ୍ଧାଠାରେ ଜନ୍ମଗ୍ରହଣ କରିଥିଲେ । ପିଲାଦିନ ଗ୍ରାମପରିବେଶରେ କଟିଥିଲା । ପିଲାଦିନରୁ ସେ ସାହିତ୍ୟପ୍ରତି ଆକର୍ଷିତ ଥିଲେ । ଅନ୍ୟ ସାହିତ୍ୟକୁ ନକଲ କରି, ତାକୁ ନିଜ ରୂପଦେବାକୁ ଚେଷ୍ଟାରୁ ତାଙ୍କର ସୃଜନ କ୍ରିୟା ଆରମ୍ଭ ହୋଇଥିଲା । ରଫ୍ ଖାତାରୁ ପେପର ଚିରି, ସେଥିରେ ହାତ ଲେଖା ପତ୍ରିକା ପ୍ରସ୍ତୁତ କରି ସେ ସାଙ୍ଗମାନଙ୍କୁ ବାଣ୍ଟୁଥିଲେ । +୩ ପଢିଲେ ବେଳେ,ସେ ମୌଳିକ ସାହିତ୍ୟ ରଚନା ଆରମ୍ଭ କରିଥିଲେ ଓ 'ସିନ୍ଦୁରା' ନାମରେ ଏକ ହସ୍ତଲିଖିତ ପତ୍ରିକା ଆରମ୍ଭ କରିଥିଲେ । ସେବେଠାରୁ ସେ ମୌଳିକ ସାହିତ୍ୟ ରଚନା, ସମ୍ପାଦନା ଓ ପ୍ରକାଶନାରେ ବ୍ରତି ରହିଛନ୍ତି ।
ଭାରତର ସ୍ୱାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ନିସନ୍ଦେହରେ ଅଲିମ୍ପିକ ହିଁ ହେଉଛି ବିଶ୍ୱର ସର୍ବବୃହତ ତଥା ସର୍ବଶ୍ରେଷ୍ଠ କ୍ରୀଡ଼ା ମହୋତ୍ସବ । କ୍ରୀଡ଼ାର ଉତ୍କର୍ଷ,ପାରସ୍ପରିକ ପ୍ରତିଦ୍ୱନ୍ଦିତା,ଏହାର ଲୋକପ୍ରିୟତା ଆଦି ସମସ୍ତ ଦୃଷ୍ଟିକୋଣରୁ ଅଲିମ୍ପିକ କ୍ରୀଡ଼ା ବିଶ୍ୱର ଅନ୍ୟାନ୍ୟ ସମସ୍ତ ପ୍ରତିଯୋଗିତା ଠାରୁ ରହିଛି ଅନେକ ଆଗରେ । ବିଶ୍ୱର ଏହି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରି ସଫଳତା ହାସଲ କରିବ । ଅର୍ଥ କ୍ରୀଡ଼ାଜଗତର ସର୍ବୋଚ୍ଚ ସୋପାନରେ ଉପନୀତ ହେବା । ସେଥିପାଇଁ ଅଲିମ୍ପିକ ପ୍ରତିଯୋଗିତାର ଆକର୍ଷଣ ସବୁ ସମୟରେ ଉନ୍ମାଦିତ କରିଆସିଛି ବିଶ୍ୱର ସମସ୍ତ ଦେଶର ପ୍ରତିଯୋଗୀମାନଙ୍କୁ । ତାହା ଗ୍ରୀଷ୍ମକାଳୀନ ଅଲିମ୍ପିକ ହେଉ ବା ଶୀତକାଳୀନ ଅଲିମ୍ପିକ, ଏହାର ରୋମାଞ୍ଚ,ଏହାର ଉତ୍ତେଜନା ସବୁବେଳେ ସମାନ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ତଥ୍ୟ, ଗୁଣାତ୍ମକ ଓ ପରିଣାତ୍ମକ ପରିବର୍ତ୍ତନଶୀଳ ରାଶିମାନଙ୍କର ସଂଗ୍ରହକୁ ବୁଝାଇଥାଏ | ତଥ୍ୟ ଏବଂ ସୂଚନା ଅନେକ ସମୟରେ ପରସ୍ପର ଜାଗାରେ ବ୍ୟବହୃତ ହୋଇଥାନ୍ତି | ତଥ୍ୟ, ସୂଚନା ଓ ଜ୍ଞାନ ହେଉଛି ପରସ୍ପର ସମ୍ବନ୍ଧୀୟ ଅବଧାରଣା | ତଥ୍ୟ ସାଧାରଣତଃ ଯେ କୌଣସି କ୍ଷେତ୍ରରେ ଗବେଷଣା ପାଇଁ ଉପଯୋଗ ହୋଇଥାଏ | ଏହା ବିଭିନ୍ନ ବୈଜ୍ଞାନିକ ସଂସ୍ଥାନ, ଅନୁଷ୍ଠାନ ଓ ବାଣିଜ୍ୟ କ୍ଷେତ୍ର (ବିକ୍ରି ତଥ୍ୟ, ରାଜସ୍ୱ ତଥ୍ୟ ଓ ବିକ୍ରୟ ପାଇଁ ଗଚ୍ଛିତ ଦ୍ରବ୍ୟର ମୂଲ୍ୟ ) ଇତ୍ୟାଦିରୁ ସଂଗ୍ରହ କରାଯାଇଥାଏ | ହ୍ୟାକିଂଦ୍ୱାରା ତଥ୍ୟ ଚୋରିରେ ବିଶ୍ୱରେ ଭାରତ ଦ୍ୱିତୀୟ ସ୍ଥାନରେ ଅଛି । ପ୍ରଥମ ସ୍ଥାନରେ ଯୁକ୍ତରାଷ୍ଟ୍ର ଆମେରିକା ଅଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ୱାରା ସ୍ୱତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।