ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜୀବନର ଚଲାପଥେ, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବର୍ଷାଭାବନା ଖଟୁଆ ଓ ଅଦିତି ଦାସ । ସୌମ୍ୟକାନ୍ତ ଖଣ୍ଡାୟୀ ଏହି କଥାଚିତ୍ରଟିର କାହାଣୀ, ସଂଳାପ ଓ ଗୀତ ରଚନା କରିଥିଲେ ଏବଂ ସ୍ୱର ସଂଯୋଜନା କରିଥିଲେ । ଦିଲୀପ ମହାନ୍ତି ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।କ୍ରିଷ୍ଣା, ପୂଜା, ରକି, ସୋନି, ପଦ୍ମା ବସ୍ତିଆ, ସୌଭାଗିନୀ ମହାପାତ୍ର, ସୌମ୍ୟକାନ୍ତ ଖଣ୍ଡାୟୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ପ୍ରୋମେଥାଜିନ (ଇଂରାଜୀ ଭାଷାରେ Promethazine) ଏକ ପ୍ରଥମ ପିଢ଼ୀର (first-generation) ଆଣ୍ଟିହିସ୍ଟାମିନ (antihistamine) ଔଷଧ । ଆଲର୍ଜି (allergies), ନିଦ୍ରା ସମସ୍ୟା ଓ ଅଇ (nausea) ହେଲେ ଏହି ଔଷଧ ଦିଆଯାଏ । ଶର୍ଦ୍ଦିର କେତେକ ଲକ୍ଷଣ ଏହି ଔଷଧ ଯୋଗୁ ଉପଶମ ହୋଇଯାଏ । ଉତ୍ତେଜିତ ଓ ଉତ୍କଣ୍ଠିତ ରୋଗୀମାନେ ମଧ୍ୟ ଏହି ଔଷଧରେ ପ୍ରଶାନ୍ତି (sedating) ପାଆନ୍ତି । ପାଟିରେ (by mouth) ବା ମଳଦ୍ୱାର ବାଟେ ସପୋଜିଟରି (rectal suppository) ଆକାରରେ ଦିଆଯାଇପାରେ । ଏହାର ପାର୍ଶ୍ୱ ପ୍ରତିକ୍ରିୟାରେ ନିଦ୍ରାଳୁ ଭାବ, ପ୍ରଶାନ୍ତି ଭାବ ଓ ଦ୍ୱନ୍ଦ୍ୱ ପ୍ରକାଶ ପାଏ । ଆଲକୋହୋଲ ଓ ଅନ୍ୟାନ୍ୟ ପ୍ରଶାନ୍ତିକରଣ ଦ୍ରବ୍ୟ ଏହାର ପ୍ରତିକ୍ରିୟାକୁ ଆହୁରି ଖରାପ କରିଦିଏ । ଗର୍ଭାବସ୍ଥା ବା ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ପ୍ରଭାବ ବିଷୟ ସ୍ପଷ୍ଟ ହୋଇନାହିଁ । ୨ ବର୍ଷ ବୟଷରୁ କମ୍ ଶିଶୁଙ୍କୁ ଦେଲେ ଶ୍ୱାସକ୍ରିୟା ଉପରେ ବିପରୀତ ପ୍ରଭାବ ପଡ଼େ । ଇଞ୍ଜେକସନ ଆକାରରେ ଦେଲେ ଚର୍ମ ନଷ୍ଟ ହୋଇଯାଏ । ଏହା ଫେନୋଥିଆଜିନ (phenothiazine) ପରିବାରର ଏକ ଔଷଧ ।ପ୍ରୋମେଥାଜିନ ଏକ ବୈଜ୍ଞାନିକ ଦଳଙ୍କଦ୍ୱାରା ସନ ୧୯୪୦ରେ ରୋନ-ପାଉଲେନ୍ସ (Rhône-Poulenc) ଲାବୋରେଟରୀରେ ପ୍ରସ୍ତୁତ କରାଯାଇଥିଲା । ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୧୯୫୧ରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ସାରା ବିଶ୍ୱରେ ମିଳେ । ପାଟିରେ ଦିଆଯାଉଥିବା ଫର୍ମୁଲାର ଏକ ଡୋଜର ହୋଲସେଲ ଦାମ ସନ ୨୦୧୮ରେ ୦.୨୦ ଆମେରିକୀୟ ଡଲାରରୁ କମ୍ ଥିଲା । ସଂଯୁକ୍ତ ରାଷ୍ଟ୍ରରେ ଏହି ମାତ୍ରାର ଦାମ ୦.୨୫ ପାଉଣ୍ଡରୁ କମ ।
ଲଭ୍ ଏକ୍ସପ୍ରେସ୍, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ରୱାଲ ଓ ନମିତା ଅଗ୍ରୱାଲ । ସିଦ୍ଧାର୍ଥ ଅଗ୍ରୱାଲ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ନିର୍ମଳ ନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ରମେଶ ରାଉତ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟି ୨୦୧୮ ମସିହା ଗଣେଶ ପୂଜା ସମୟରେ ମୁକ୍ତିଲାଭ କରିବାର ଯୋଜାନ କରିଥିଲା, ମାତ୍ର ଏହାର ସୁଟିଂ ଶେଷ ନ ହେବାରୁ ମୁକ୍ତିଲାଭ କରିପାରିନଥିଲା । ଶେଷରେ ଏହି କଥାଚିତ୍ରଟିର ୨୮ ଡିସେମ୍ବର ୨୦୧୮ରେ ମୁକ୍ତିଲାଭ କରିଥିଲା ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସ୍ୱରାଜ ବାରିକ ଓ ସନ୍ମୀରା ନାଗେଶ । ବବି ମିଶ୍ର, ପିଣ୍ଟୁ ନନ୍ଦ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ୱାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର,ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ୱାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ହେମୋଫିଲିଆ (ଇଂରାଜୀରେHaemophilia also spelled hemophilia) ଏକ ଅନୁବଂଶିକ (inherited) ଜେନେଟିକ (genetic disorder) ରୋଗ ଯେଉଁଥିରେ ରକ୍ତ ଜମାଟ ବାନ୍ଧିବା ଶକ୍ତି କମିଯାଏ ଓ ରକ୍ତ ସ୍ତମ୍ଭନ (ରକ୍ତସ୍ରାବ ବନ୍ଦ) ହୁଏନି । ଫଳରେ ଆଘାତ ପରେ ରକ୍ତସ୍ରାବ ଅଧିକ ସମୟ ଧରି ଚାଲିଥାଏ, ସହଜରେ ଅଧଃଚର୍ମ କ୍ଷତ (bruising) ହୁଏ ଓ ଗଣ୍ଠି ରକ୍ତସ୍ରାବ (bleeding inside joint) ବା ମସ୍ତିସ୍କରେ ରକ୍ତସ୍ରାବ ସଙ୍କଟ ରହେ । ସାମାନ୍ୟ ରୋଗରେ ଦୁର୍ଘଟଣା ବା ଅପରେଶନ ପରେ ଲକ୍ଷଣ ବାହାରେ । ରକ୍ତସ୍ରାବ ଫଳରେ ଗଣ୍ଠି ସ୍ଥାୟୀ ଭାବରେ ନଷ୍ଟ ହୋଇଯାଏ ଓ ମସ୍ତିଷ୍କରେ ରକ୍ତସ୍ରାବ ଫଳରେ ମୁଣ୍ଡବଥା, ଅପସ୍ମାର ବାତ ଓ ଚେତନା କମ ରହେ । ଦୁଇ ପ୍ରକାର ହେମୋଫିଲିଆ ଅଛି: ହେମୋଫିଲିଆ କ ଯେଉଁଥିରେ ଯଥେଷ୍ଟ ଫ୍ୟାକ୍ଟର ୮ (factor VIII) ନ ଥାଏ ଓ ହେମୋଫିଲିଆ ଖ ଯେଉଁଥିରେ ଯଥେଷ୍ଟ ଫ୍ୟାକ୍ଟର (factor IX) ନ ଥାଏ । ପିତା ବା ମାତାଙ୍କଠାରୁ ଆସିଥିବା ଏକ୍ସ କ୍ରୋମୋଜୋମରେ (X chromosome) ଏକ ଅଣକାର୍ଯ୍ୟକାରୀ ଜିନ (gene) ଥିବା ଯୋଗୁ ଏହି ରୋଗ ହୁଏ । ବିକାଶର ପ୍ରଥମାବସ୍ଥାରେ ଏକ ନୂଆ ମ୍ୟୁଟେସନ ହେଲେ ବା ଜୀବନର ପର ପର୍ଯ୍ୟୟରେ କ୍ଲଟିଙ୍ଗ ଫ୍ୟାକ୍ଟର ବିରୁଦ୍ଧରେ ଆଣ୍ଟବଡି ତିଆରି ହୋଇଗଲେ ହେମୋଫିଲିଆ ହୁଏ । ଅନ୍ୟ ଦୁଇ ପ୍ରକାର ହେମୋଫିଲିଆର ନାମ ଯଥାକ୍ରମେ ହେମୋଫିଲିଆ ଗ (ଫ୍ୟାକ୍ଟର XI ଅଭାବ ଯୋଗୁ) ଓ ପାରାହେମୋଫିଲିଆ (ଫ୍ୟାକ୍ଟର V ଅଭାବ ଯୋଗୁ) । କର୍କଟ ରୋଗ, ଅଟୋଇମ୍ମ୍ୟୁନ ରୋଗ (autoimmune disorder) ଓ ଗର୍ଭାବସ୍ଥାରେ ଉପାର୍ଜ୍ଜିତ ହେମୋଫିଲିଆ ହୋଇପାରେ । ରକ୍ତର ଜମାଟ ବାନ୍ଧିବା କ୍ଷମତା ଓ ବିଭିନ୍ନ କ୍ଲଟିଙ୍ଗ ଫ୍ୟାକ୍ଟର ସ୍ତର ମାପ କରି ରୋଗ ନିର୍ଣ୍ଣୟ କରାଯାଏ ।ମହିଳାର ଅଣ୍ଡା ବାହାର କରି ତାହାକୁ ନିଷେଚନ (fertilizing) କରିବା ପରେ ଭୃଣ (embryo) ପରୀକ୍ଷା କରି ଜରାୟୁ ଭିତରେ ରଖିଲେ ଏ ରୋଗ ପ୍ରତିଷେଧ କରିହୁଏ । ଏହାର ଚିକିତ୍ସାରେ ଦେହରେ ନ ଥିବା କ୍ଲଟିଙ୍ଗ ଫ୍ୟାକ୍ଟର ପୁନଃସ୍ଥାପନ କରାଯାଏ । ଏହି ପ୍ରଥା ନିୟମିତ ବା ରକ୍ତସ୍ରାବ ସମୟରେ କରାଯାଇପାରେ । ଘରେ ବା ଡାକ୍ତରଖାନାରେ ପୁନଃସ୍ଥାପନ କରାଯାଇପାରେ । ମାନବ ରକ୍ତରୁ ବା ପ୍ରୋଟିନରୁ କ୍ଲଟିଙ୍ଗ ଫ୍ୟାକ୍ଟରରୁ (recombinant methods) ପ୍ରସ୍ତୁତ କରାଯାଏ । ଆଣ୍ଟିବାୟୋଟିକ ବିରୁଦ୍ଧରେ ଆଣ୍ଟିବଡି ପ୍ରସ୍ତୁତ ହେଉଥିବା ୨୦% ଲୋକଙ୍କର ଚିକିତ୍ସା କଷ୍ଟସାଧ୍ୟ । ସାମାନ୍ୟ ଧରଣର ହେମୋଫିଲିଆ କ ହୋଇଥିଲେ ଡେସମୋପ୍ରେସିନ (desmopressin) ଔଷଧ ଦିଆଯାଇପାରେ । ଅଧୁନା ଜିନ ଥେରାପି (gene therapy) ପରୀକ୍ଷଣ ଅବସ୍ଥାରେ ଅଛି । ପ୍ରତି ୫,୦୦୦ରୁ ୧୦,୦୦୦ ଲୋକରେ ଜଣେ ହେମୋଫିଲିଆ କ ରୋଗରେ ଆକ୍ରାନ୍ତ ହୁଏ ଓ ପ୍ରତି ୪୦,୦୦୦ରେ ଜଣେ ପୁରୁଷ ହେମୋଫିଲିଆ ଖ ରୋଗରେ ଜନ୍ମରୁ ଆକ୍ରାନ୍ତ ହୁଏ । କେତେକ ମହିଳାଙ୍କର ଏକ୍ସ କ୍ରୋମୋଜୋମ ସହିତ ଅଣକାର୍ଯ୍ୟକାରୀ ଜିନ ଥିଲେ ସାମାନ୍ୟ ଲକ୍ଷଣ ପ୍ରକାଶ ପାଇପାରେ । ହେମୋଫିଲିଆ ଗ ଉଭୟ ପୁରୁଷ ଓ ମହିଳାଙ୍କୁ ସମ ଭାଗରେ ଆକ୍ରମଣ କରେ ଓ ମୂଖ୍ୟତଃ ଆସ୍କେନାଜି ଜିଉଙ୍କର (Ashkenazi Jews) ଏ ରୋଗ ହୁଏ । ୧୮୦୦ଶତାବ୍ଦୀରେ ୟୁରୋପର ରାଜକୀୟ ପରିବାରରେ ସାଧାରଣତଃ ଏହି ରୋଗ ଥିଲା । ସନ ୧୯୫୨ରେ ହେମୋଫିଲିଆ କ ଓ ଖ ମଧ୍ୟରେ ଥିବା ପାର୍ଥକ୍ୟ ଜଣାଯାଇଥିଲା । ଗ୍ରୀକ ଭାଷାରୁ ଅଣାଯାଇଥିବା ଶବ୍ଦ ହାଇମା/haima αἷμα ଅର୍ଥ ରକ୍ତ ଓ ଫିଲିଆ/philia φιλία ଅର୍ଥ ପ୍ରେମ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଦିଗ ଜାଣିବାରେ ସାହାଯ୍ୟ କରୁଥିବାରୁ କମ୍ପାସକୁ ଦିଗବାରେଣୀ ମଧ୍ୟ କୁହାଯାଏ । ପୃଥିବୀ ଅକ୍ଷର ଚୁମ୍ବକୀୟ ପ୍ରଭାବଦ୍ୱାରା କମ୍ପାସର କଣ୍ଟା ସର୍ବଦା ଉତ୍ତର ଦକ୍ଷିଣ ହୋଇ ରହିଥାଏ । ପୂର୍ବେ ବିଶାଳ ସମୁଦ୍ର ବକ୍ଷରେ ଜାହାଜ ଯାତ୍ରା କାଳରେ ନାବିକମାନେ ପାଖରେ ଗୋଟିଏ କମ୍ପାସ ରଖୁଥିଲେ । ଏହା ସାହାଯ୍ୟରେ ସମୁଦ୍ର ମଧ୍ୟରେ ଦିଗ ଚିହ୍ନି ପାରି ଦୂର ଦେଶରେ ପହଞ୍ଚି ପାରୁଥିଲେ । ପ୍ରଥମେ ଚୀନ ଦେଶରେ କମ୍ପାସର ବ୍ୟବହାର ହୋଇଥିଲା । ଖ୍ରୀଷ୍ଟପୂର୍ବ ୨୪୭ ମସିହାରେ ଚୀନରେ ଏହାର ଉଦ୍ଭାବନ ହୋଇଥିବାର ଜଣା ପଡ଼ିଛି । ତାହା ପ୍ରାକୃତିକ ଚୁମ୍ବକ ପଥର ବା ଲୋଡ଼ଷ୍ଟୋନରେ ତିଆରି ହୋଇଥିଲା । ଠିକ୍ ଚାମଚ ଆକାରର ଏକ ଚୁମ୍ବକ ପଥରଖଣ୍ଡକୁ ବ୍ରୋଞ୍ଜ ଥାଳିଟିରେ ରଖି ତାହାର ନିର୍ମାଣ କରାଯାଇଥିଲା । ସେତେବେଳେ ତାହାକୁ ନୌଯାତ୍ରାରେ ବ୍ୟବହାର କରାଯାଉନଥିଲା । ତାହାକୁ ପ୍ରଥମେ ଚୀନରେ ଫେଙ୍ଗଶୁଇରେ ବ୍ୟବହାର କରାଯାଉଥିଲା । ଏହି ବିଦ୍ୟାରେ ଭାଗ୍ୟ ନିରୂପଣ ବା ଗୃହ ତିଆରି କାମରେ କମ୍ପାସର ବ୍ୟବହାର ହେଉଥିଲା । ମାତ୍ର ଏକାଦଶ ଶତାବ୍ଦୀ ପରେ ଏହାକୁ ନୌଯାତ୍ରାରେ ବ୍ୟବହାର କରାଗଲା । ଏହାପରେ ଏହା ଆରବ ବ୍ୟବସାୟୀମାନଙ୍କ ମାଧ୍ୟମରେ ଆରବ ଦେଶରେ ପହଞ୍ଚିଲା । ସେଠାରୁ ୟୁରୋପ ମହାଦେଶ ଭାରତକୁ କମ୍ପାସ ଆସିଲା । ୟୁରୋପୀୟ ମାନେ ଏହି କମ୍ପାସ ବ୍ୟବହାର କରି ପୃଥିବୀର ଅନେକ ଦେଶ ଓ ମହାଦେଶ ଆବିଷ୍କାର କରିଥିଲେ । ଭାରତରେ ଏହାର ଗଠନ ଅଲଗା ଥିଲା । ଗୋଟିଏ କପ ତେଲ ମଧ୍ୟରେ ମାଛ ଆକୃତିର ଚୁମ୍ବକ ପଥରଟିକୁ ରଖାଯାଇ ଥିଲା । ତେଣୁ ତାହା ମତ୍ସ୍ୟ ଯନ୍ତ୍ର ନାମରେ ପରିଚିତ ହୋଇଥିଲା ।
ମୀମାଂସା ୨୦୧୬ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟି ପ୍ରଦୀପ ଦାଶଙ୍କ ସମନାମବିଶିଷ୍ଟ ମୌଳିକ କାହାଣୀ ଉପରେ ପର୍ଯ୍ୟବେଶିତ ଥିଲା । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଚକ୍ରଧର ସାହୁ । ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ ଲିପି । ତାଙ୍କ ସହ ହର ରଥ, ମୀନକେତନ, ମନୋଜ ପଟ୍ଟନାୟକ, ସୁରେଶ ବଳ ପ୍ରମୁଖ ଅଭିନୟ କରିଥିଲେ । "ମଣିଷପଣିଆ, ମାନବିକ ମୂଲ୍ୟବୋଧର ଦ୍ରୁତ ଅବକ୍ଷୟ ହିଁ ଥିଲା ଏହି ଚଳଚ୍ଚିତ୍ରରେ ମୁଖ୍ୟ ଉପଜୀବ୍ୟ ।" ସାମାନ୍ୟ ଟଙ୍କା କେଇଟା ପାଇଁ ମଣିଷମାନେ କେଉଁଭଳି ଭାବରେ ହଠାତ୍ ବଦଳିଯାଆନ୍ତି ତାହା ଦୃଶ୍ୟାୟନ ହୋଇଥିଲା ଏହି ଚଳଚ୍ଚିତ୍ରରେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ହସ୍ତମୈଥୁନ ଯୌନ ଉତ୍ତେଜନା ନିମନ୍ତେ ଜଣଙ୍କର ନିଜ ଯୌନାଙ୍ଗର ଏକ ପ୍ରକାର ଯୌନ ଉଦ୍ଦୀପନାକୁ ଓ ଯୌନ ଉଦ୍ଦୀପନାର ଶିଖର ଅବସ୍ଥା ଯାଏ କରାଯାଉଥିବା କାର୍ଯ୍ୟକଳାପକୁ ବୁଝାଇଥାଏ । ଏହି ଉଦ୍ଦୀପନା ସାଧାରଣତଃ ହାତ, ଆଙ୍ଗୁଳି, ନିତିଦିନିଆ ବ୍ୟବହାରରେ ଲାଗୁଥିବା ବସ୍ତୁ, ଭାଇବ୍ରେଟର ଆଦି ଯୌନ ଖେଳନା ବା ଏସବୁର ସାମଗ୍ରୀକ ବ୍ୟବହାରଦ୍ୱାରା ମିଳିଥାଏ ।ପ୍ରାୟ ପ୍ରତ୍ୟେକ ପୁରୁଷ ଓ ତିନି ଚତୁର୍ଥାଂଶ ସ୍ତ୍ରୀ ନିଜ ଜୀବନରେ କେବେ ନା କେବେ ହସ୍ତମୈଥୁନ କରିଥାନ୍ତି । ପୁରୁଷଟିଏ ସ୍ତ୍ରୀଠାରୁ କମ୍ ବୟସରେ ଏଭଳି କରିବା ଶିଖିଥାଏ । ସ୍ତ୍ରୀଠାରୁ ପୁରୁଷମାନେ ଏଭଳି ବ୍ୟବହାର ଅଧିକ କରିଥାନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଓନ୍ଲି ପ୍ୟାର, ୨୦୧୮ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜାନ କରିଛନ୍ତି ସୁନୀଲ କୁମାର ଦାସ । ଭରଦ୍ୱାଜ ପଣ୍ଡା ଏହି କଥାଚିତ୍ରଟିର କାହାଣୀ ଏବଂ ସଂଳାପ ରଚନା କରିଥିଲେ । ତାପସ ସରଘରିଆ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍, ସୁପ୍ରିୟା ନାୟକ ଏବଂ ଆନିଷା ଶର୍ମା । ମିହିର ଦାସ, ଅପରାଜିତା ମହାନ୍ତି, ପ୍ରଜ୍ଞା ଖଟୁଆ, ଚୌଧୁରୀ ବିକାଶ ଦାସ, ଚୌଧୁରୀ ଜୟପ୍ରକାଶ ଦାସ ଆଦି କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ୱାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ୱାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ୱର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ମନର ମାନସୀ ୨୦୧୮ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଯୋଗେନ୍ଦ୍ର କୁମାର ସାହୁ । ତୁଷାରକାନ୍ତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସଚ୍ଚିଦାନନ୍ଦ ସାମଲ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବିଭାସ ଏବଂ ସୋନାଲି । ଉଭୟ ନାୟକ ଏବଂ ନାୟିକା ଏହି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । କେ କେ, ପ୍ରଜ୍ଞା, ଅଜିତ ଦାସ ଆଦି କଳାକାରମାନେ ଏହି କଥାଚିତ୍ରଟି ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗୁଡ୍ଡୁ ଆଣ୍ଡ ଗୁଡ୍ଡି, ୨୦୧୮ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁର୍ଯ୍ୟକାନ୍ତ ସାମଲ । ଶୁଭାଶିଷ ପତି ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସୂର୍ଯ୍ୟକାନ୍ତ ଏବଂ ହିମିକା । ମିହିର ଦାସ, ସଲିଲ୍ ମିତ୍ର, ମାମୁନି ମିଶ୍ର, କିଶୋର ଖଣ୍ଡୁଆଳ, ଶୁଭ୍ରାଂଶୁ, ଦୁଷ୍ମନ୍ତ ପତି, ଗୁଡ୍ଡୁ, ରାଜା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟି ୟୁ/ଏ ସାର୍ଟିଫିକେଟ୍ ମିଳିଥିଲା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।