ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭାରତୀୟ ନବବର୍ଷ ଭିନ୍ନ ଭିନ୍ନ ସମୟରେ ଭିନ୍ନ ଭିନ୍ନ ଅଞ୍ଚଳରେ ପାଳିତ ହୋଇଥାଏ । ପାଳନ ସମୟ ଚନ୍ଦ୍ର ବା ସୂର୍ଯ୍ୟ ପଞ୍ଜିକାଉପରେ ନିର୍ଭର କରିଥାଏ । ଯେଉଁ ରାଜ୍ୟଗୁଡ଼ିକ ସୂର୍ଯ୍ୟ ପଞ୍ଜିକା ମାନନ୍ତି ସେହି ରାଜ୍ୟବାସୀ ଭାରତୀୟ ପ୍ରଥମ ମାସ, ବୈଶାଖର ପ୍ରଥମ ସଂକ୍ରାନ୍ତିରେ ନବବର୍ଷ ପାଳନ କରନ୍ତି । ଅଧିକଂଶତଃ ଇଂରାଜୀ କ୍ୟାଲେଣ୍ଡରର ଏପ୍ରିଲ ମାସର ୧୩ରୁ ୧୫ ତାରିଖ ଭିତରେ ଏହି ସଂକ୍ରାନ୍ତି ପଡିଥାଏ । ଅନ୍ୟପକ୍ଷରେ ଯେଉଁମାନେ ଚନ୍ଦ୍ର ପଞ୍ଜିକା ମାନି ଚଳନ୍ତି, ସେମାନେ ଇଂରାଜୀ ମାସ ମାର୍ଚ୍ଚ ବା ଭାରତୀୟ ଚୈତ୍ର ମାସରେ ନବବର୍ଷ ପାଳନ କରନ୍ତି । ଏଣୁ କିଛି ଅଞ୍ଚଳରେ ପୂର୍ଣ୍ଣମୀରୁ ପୂର୍ଣ୍ଣମୀ ଗୋଟିଏ ମାସ ହିସାବ କଲାବେଳେ କିଛି ଅଞ୍ଚଳରେ ସଂକ୍ରାନ୍ତିରୁ ସଂକ୍ରାନ୍ତି ମାସ ହିସାବରେ ଧରାଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ମାଟିର ମଣିଷ, ୧୯୬୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବାବୁଲାଲ ଦୋଶୀ । ଏହି କଥାଚିତ୍ରଟି କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଉପନ୍ୟାସ "ମାଟିର ମଣିଷ" ଉପରେ ନିର୍ମାଣ କରାଯାଇଥିଲା । କାଳିନ୍ଦୀ ଚରଣ ଏହି ଉପନ୍ୟାସର ଚଳଚ୍ଚିତ୍ର ରୂପାନ୍ତରଣ ପାଇଁ ବାବୁଲାଲ ଦୋଶୀଙ୍କ ପାଖରେ ସର୍ତ୍ତ ରଖିଥିଲେ ଯେ, ସତ୍ୟଜିତ ରାୟ କିମ୍ବା ମୃଣାଳ ସେନ ଏହାର ନିର୍ଦ୍ଦେଶନା କରନ୍ତୁ । ସତ୍ୟଜିତ ରାୟଙ୍କ ସମୟ ଅଭାବରୁ, ବାବୁଲାଲ ମୃଣାଳ ସେନଙ୍କୁ ଏହାର ନିର୍ଦ୍ଦେଶନା ପାଇଁ ବାଛିଥିଲେ । ଗୋପାଳ ଛୋଟରାୟ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ଏହି ଚଳଚ୍ଚିତ୍ରଟି ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଭାବରେ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବମାନଙ୍କରେ ପ୍ରଦର୍ଶିତ ହେବାର ସୁଯୋଗ ପାଇଥିଲା ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ୱାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ବର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ବର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ବର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Claus) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ୱର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ହେମୋଫିଲିଆ (ଇଂରାଜୀରେHaemophilia also spelled hemophilia) ଏକ ଅନୁବଂଶିକ (inherited) ଜେନେଟିକ (genetic disorder) ରୋଗ ଯେଉଁଥିରେ ରକ୍ତ ଜମାଟ ବାନ୍ଧିବା ଶକ୍ତି କମିଯାଏ ଓ ରକ୍ତ ସ୍ତମ୍ଭନ (ରକ୍ତସ୍ରାବ ବନ୍ଦ) ହୁଏନି । ଫଳରେ ଆଘାତ ପରେ ରକ୍ତସ୍ରାବ ଅଧିକ ସମୟ ଧରି ଚାଲିଥାଏ, ସହଜରେ ଅଧଃଚର୍ମ କ୍ଷତ (bruising) ହୁଏ ଓ ଗଣ୍ଠି ରକ୍ତସ୍ରାବ (bleeding inside joint) ବା ମସ୍ତିସ୍କରେ ରକ୍ତସ୍ରାବ ସଙ୍କଟ ରହେ । ସାମାନ୍ୟ ରୋଗରେ ଦୁର୍ଘଟଣା ବା ଅପରେଶନ ପରେ ଲକ୍ଷଣ ବାହାରେ । ରକ୍ତସ୍ରାବ ଫଳରେ ଗଣ୍ଠି ସ୍ଥାୟୀ ଭାବରେ ନଷ୍ଟ ହୋଇଯାଏ ଓ ମସ୍ତିଷ୍କରେ ରକ୍ତସ୍ରାବ ଫଳରେ ମୁଣ୍ଡବଥା, ଅପସ୍ମାର ବାତ ଓ ଚେତନା କମ ରହେ । ଦୁଇ ପ୍ରକାର ହେମୋଫିଲିଆ ଅଛି: ହେମୋଫିଲିଆ କ ଯେଉଁଥିରେ ଯଥେଷ୍ଟ ଫ୍ୟାକ୍ଟର ୮ (factor VIII) ନ ଥାଏ ଓ ହେମୋଫିଲିଆ ଖ ଯେଉଁଥିରେ ଯଥେଷ୍ଟ ଫ୍ୟାକ୍ଟର (factor IX) ନ ଥାଏ । ପିତା ବା ମାତାଙ୍କଠାରୁ ଆସିଥିବା ଏକ୍ସ କ୍ରୋମୋଜୋମରେ (X chromosome) ଏକ ଅଣକାର୍ଯ୍ୟକାରୀ ଜିନ (gene) ଥିବା ଯୋଗୁ ଏହି ରୋଗ ହୁଏ । ବିକାଶର ପ୍ରଥମାବସ୍ଥାରେ ଏକ ନୂଆ ମ୍ୟୁଟେସନ ହେଲେ ବା ଜୀବନର ପର ପର୍ଯ୍ୟୟରେ କ୍ଲଟିଙ୍ଗ ଫ୍ୟାକ୍ଟର ବିରୁଦ୍ଧରେ ଆଣ୍ଟବଡି ତିଆରି ହୋଇଗଲେ ହେମୋଫିଲିଆ ହୁଏ । ଅନ୍ୟ ଦୁଇ ପ୍ରକାର ହେମୋଫିଲିଆର ନାମ ଯଥାକ୍ରମେ ହେମୋଫିଲିଆ ଗ (ଫ୍ୟାକ୍ଟର XI ଅଭାବ ଯୋଗୁ) ଓ ପାରାହେମୋଫିଲିଆ (ଫ୍ୟାକ୍ଟର V ଅଭାବ ଯୋଗୁ) । କର୍କଟ ରୋଗ, ଅଟୋଇମ୍ମ୍ୟୁନ ରୋଗ (autoimmune disorder) ଓ ଗର୍ଭାବସ୍ଥାରେ ଉପାର୍ଜ୍ଜିତ ହେମୋଫିଲିଆ ହୋଇପାରେ । ରକ୍ତର ଜମାଟ ବାନ୍ଧିବା କ୍ଷମତା ଓ ବିଭିନ୍ନ କ୍ଲଟିଙ୍ଗ ଫ୍ୟାକ୍ଟର ସ୍ତର ମାପ କରି ରୋଗ ନିର୍ଣ୍ଣୟ କରାଯାଏ ।ମହିଳାର ଅଣ୍ଡା ବାହାର କରି ତାହାକୁ ନିଷେଚନ (fertilizing) କରିବା ପରେ ଭୃଣ (embryo) ପରୀକ୍ଷା କରି ଜରାୟୁ ଭିତରେ ରଖିଲେ ଏ ରୋଗ ପ୍ରତିଷେଧ କରିହୁଏ । ଏହାର ଚିକିତ୍ସାରେ ଦେହରେ ନ ଥିବା କ୍ଲଟିଙ୍ଗ ଫ୍ୟାକ୍ଟର ପୁନଃସ୍ଥାପନ କରାଯାଏ । ଏହି ପ୍ରଥା ନିୟମିତ ବା ରକ୍ତସ୍ରାବ ସମୟରେ କରାଯାଇପାରେ । ଘରେ ବା ଡାକ୍ତରଖାନାରେ ପୁନଃସ୍ଥାପନ କରାଯାଇପାରେ । ମାନବ ରକ୍ତରୁ ବା ପ୍ରୋଟିନରୁ କ୍ଲଟିଙ୍ଗ ଫ୍ୟାକ୍ଟରରୁ (recombinant methods) ପ୍ରସ୍ତୁତ କରାଯାଏ । ଆଣ୍ଟିବାୟୋଟିକ ବିରୁଦ୍ଧରେ ଆଣ୍ଟିବଡି ପ୍ରସ୍ତୁତ ହେଉଥିବା ୨୦% ଲୋକଙ୍କର ଚିକିତ୍ସା କଷ୍ଟସାଧ୍ୟ । ସାମାନ୍ୟ ଧରଣର ହେମୋଫିଲିଆ କ ହୋଇଥିଲେ ଡେସମୋପ୍ରେସିନ (desmopressin) ଔଷଧ ଦିଆଯାଇପାରେ । ଅଧୁନା ଜିନ ଥେରାପି (gene therapy) ପରୀକ୍ଷଣ ଅବସ୍ଥାରେ ଅଛି । ପ୍ରତି ୫,୦୦୦ରୁ ୧୦,୦୦୦ ଲୋକରେ ଜଣେ ହେମୋଫିଲିଆ କ ରୋଗରେ ଆକ୍ରାନ୍ତ ହୁଏ ଓ ପ୍ରତି ୪୦,୦୦୦ରେ ଜଣେ ପୁରୁଷ ହେମୋଫିଲିଆ ଖ ରୋଗରେ ଜନ୍ମରୁ ଆକ୍ରାନ୍ତ ହୁଏ । କେତେକ ମହିଳାଙ୍କର ଏକ୍ସ କ୍ରୋମୋଜୋମ ସହିତ ଅଣକାର୍ଯ୍ୟକାରୀ ଜିନ ଥିଲେ ସାମାନ୍ୟ ଲକ୍ଷଣ ପ୍ରକାଶ ପାଇପାରେ । ହେମୋଫିଲିଆ ଗ ଉଭୟ ପୁରୁଷ ଓ ମହିଳାଙ୍କୁ ସମ ଭାଗରେ ଆକ୍ରମଣ କରେ ଓ ମୂଖ୍ୟତଃ ଆସ୍କେନାଜି ଜିଉଙ୍କର (Ashkenazi Jews) ଏ ରୋଗ ହୁଏ । ୧୮୦୦ଶତାବ୍ଦୀରେ ୟୁରୋପର ରାଜକୀୟ ପରିବାରରେ ସାଧାରଣତଃ ଏହି ରୋଗ ଥିଲା । ସନ ୧୯୫୨ରେ ହେମୋଫିଲିଆ କ ଓ ଖ ମଧ୍ୟରେ ଥିବା ପାର୍ଥକ୍ୟ ଜଣାଯାଇଥିଲା । ଗ୍ରୀକ ଭାଷାରୁ ଅଣାଯାଇଥିବା ଶବ୍ଦ ହାଇମା/haima αἷμα ଅର୍ଥ ରକ୍ତ ଓ ଫିଲିଆ/philia φιλία ଅର୍ଥ ପ୍ରେମ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ପେଣ୍ଟାସୋମି ଏକ୍ସ (ଇଂରାଜୀ ଭାଷାରେ Pentasomy X, ଅନ୍ୟ ନାମ 49,XXXXX) ଏକ ପ୍ରକାର କ୍ରୋମୋଜୋମାଲ ତୃଟି (chromosomal abnormality) ଯେଉଁଥିରେ ମହିଳାଙ୍କର (female) ଦୁଇଟି ଏକ୍ସ (X) କ୍ରୋମୋଜୋମ (X chromosome ) ନଥାଇ ୫ଟି ଥାଏ । ଏଥିରେ ବୌଦ୍ଧିକ ଅକ୍ଷମତା (Intellectual disability), କମ୍ ଉଚ୍ଚତା, (low-set ears), କମିଥିବା ପେଶୀ ଟୋନ (decreased muscle tone), ବିଳମ୍ବିତ ବିକାଶ (developmental delay) ଆଦି ଚିହ୍ନ ଓ ଲକ୍ଷଣ ଦେଖାଯାଏ । ରୋଗ ଜଟିଳ ହେଲେ ଜନ୍ମଗତ ହୃତ୍ପିଣ୍ଡ ରୋଗ (Congenital heart disease) ଦେଖାଯାଇପାରେ ।ପିତାମାତାଙ୍କର ପ୍ରଜନନକାରୀ ଜୀବକୋଷରେ (reproductive cell) ସମସ୍ୟା ହେଲେ ଏହି ବେମାରୀ ହୁଏ । ବୟସ୍କ ପିତମାତାଙ୍କର ଗର୍ଭ (conception) ରହିଲେ ଏହି ସମ୍ଭାବନା ଥାଏ । ଲକ୍ଷଣ ଦେଖି ରୋଗ ସନ୍ଦେହ କରାଯାଏ ଓ କ୍ରୋମିଜୋମାଲ ଆନାଲିସିସ (Chromosomal analysis) କରି ନିଶ୍ଚିତ କରାଯାଏ । ଲକ୍ଷଣ ଅନୁସାରେ ଚିକିତ୍ସ କରାଯାଏ । ଏହା ଏକ ଅତି ବିରଳ ରୋଗ; ସନ ୨୦୧୧ ପର୍ଯ୍ୟନ୍ତ ମାତ୍ର ୪୦ଟି କେଶ୍ ଚିହ୍ନଟ ହୋଇଛି । ସନ ୧୯୬୩ରେ ପ୍ରଥମେ ଏହି ରୋଗ ବିଷୟ ବର୍ଣ୍ଣନା କରାଯାଇଥିଲା ।
ଦୀପିକା ପାଦୁକୋନ (ଜନ୍ମ: ୫ ଜାନୁଆରୀ ୧୯୮୬) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । ଦୀପିକା ୩ଟି ଫିଲ୍ମଫେୟାର ପୁରସ୍କାର ସହ ୬ଟି ଆନ୍ତର୍ଜାତୀୟ ଭାରତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି । ଦୀପିକା ବ୍ୟାଡମିଣ୍ଟନ ଖେଳାଳି ପ୍ରକାଶ ପାଦୁକୋନଙ୍କର ଝିଅ ହୋଇଥିବାରୁ ଛୋଟବେଳୁ ବ୍ୟାଡମିଣ୍ଟନ ଖେଳୁଥିଲେ ଏବଂ କୈଶୋର ଅବସ୍ଥାରେ ସେ ଜାତୀୟସ୍ତରର ବିଜେତା ମଧ୍ୟ ଥିଲେ । ମାତ୍ର ପରେ ସେ ଖେଳରୁ ଦୂରେଇ ଯାଇ ମଡେଲିଂରେ ଯୋଗ ଦେଇଥିଲେ । ମେଡେଲିଂରେ ଯୋଗଦେବାପରେ ସେ ୨୦୦୬ରେ ପ୍ରଥମ ଚଳଚ୍ଚିତ୍ରରେ ଅଭିନୟ କରିବାର ସୁଯୋଗ ପାଇଥିଲେ । ଦୀପିକାଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ଏକ କନ୍ନଡ଼ ଚଳଚ୍ଚିତ୍ର ଐଶ୍ୱର୍ଯ୍ୟା । ଏହାପରେ ସେ ୨୦୦୭ରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନେତା ଶାହାରୁଖ ଖାଁଙ୍କ ଚଳଚ୍ଚିତ୍ର ଓମ୍ ଶାନ୍ତି ଓମ୍ରେ ଜରିଆରେ ଅଭିନୟ ଆରମ୍ଭ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ତାଙ୍କୁ ଫିଲ୍ମଫେୟାରରେ ଶ୍ରେଷ୍ଠ ନାବାଗତା ପୁରସ୍କାର ମଧ୍ୟ ମିଳିଥିଲା । ଏହାପରେ ଦୀପିକାଙ୍କ ଅଭିନୀତ ଚଳଚ୍ଚିତ୍ର ଲଭ୍ ଆଜକଲ୍, ଲଫଙ୍ଗେ ପରିନ୍ଦେକୁ ଦର୍ଶକ ପସନ୍ଦ କରିଥିବାବେଳେ ବଚ୍ନା ୟେ ହସିନୋ, ହାଉସଫୁଲ୍ ଆଦି ଚଳଚ୍ଚିତ୍ରରେ ଅଭିନୟ ପାଇଁ ନାକାରତ୍ମକ ମନ୍ତବ୍ୟ ମିଳିଥିଲା ।
ମୃଣାଳ ସେନ(୧୪ ମଇ ୧୯୨୩ - ୩୦ ଡିସେମ୍ବର ୨୦୧୮) ଜଣେ ଭାରତୀୟ ଚଳଚ୍ଚିତ୍ର ନିର୍ଦ୍ଦେଶକ ଥିଲେ । ସେ ଅନେକ ବଙ୍ଗଳା ଓ ଓଡ଼ିଆ ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦେଇଥିଲେ । ସାମାଜିକ ବିଷୟବସ୍ତୁକୁ ନେଇ କଳାତ୍ମକ ଚଳଚ୍ଚିତ୍ର ପ୍ରସ୍ତୁତି ଥିଲା ତାଙ୍କର ବୈଶିଷ୍ଟ୍ୟ । ସେ ବାମପନ୍ଥୀ ଦୃଷ୍ଟିଭଙ୍ଗୀର ସମର୍ଥକ ଥିଲେ । ତାଙ୍କୁ ବହୁବାର ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ପଦ୍ମଭୂଷଣ ଓ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ବର୍ଦ୍ଧିତ କରାଯାଇଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ରୋମାନ ସମ୍ରାଟ ଅଗଷ୍ଟସ ଖ୍ରୀଷ୍ଟ ପୂର୍ବ ୬୩ରେ କେନ୍ଦ୍ରୀୟ ଇଟାଲୀ ଅନ୍ତର୍ଗତ ଲାଟିଅମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ପୁରା ନାମ ଥିଲା ଗାୟସ ଅକ୍ଟାଭିଅସ ଥ୍ରୁନିଅସ । ତାଙ୍କ ପିତା ଗାୟସ ଅକ୍ଟାଭିଅସ ଜୁଲିଅସ ସିଜରଙ୍କ ସମ୍ପର୍କୀୟ ଥିଲେ । ମାସିଡୋନିଆ ଏବଂ ଆତିଆର ସେ ଥିଲେ ଶାସକ । ଥ୍ରୁନିଅସ ମାତ୍ର ୪ବର୍ଷ ବୟସରେ ନିଜର ପିତାଙ୍କୁ ହରାଇବା ପରେ ଜୁଲିଅସ ସିଜର ତାଙ୍କୁ ପୋଷ୍ୟ କରିବା ସହ ନିଜର ଉତ୍ତରାଧିକାରୀ ଘୋଷିତ କରିଥିଲେ । ସିଜରଙ୍କ ମୃତ୍ୟୁ ପରେ ସେ ରୋମର ସମ୍ରାଟ ହୋଇଥିଲେ ଏବଂ ସିନେଟର ଅନୁମୋଦନ କ୍ରମେ ଅଗଷ୍ଟସ ନାମ ଗ୍ରହଣ କରିବା ସହ ସେହି ନାମରେ ସର୍ବତ୍ର ପରିଚିତ ହୋଇଥିଲେ । ଅଗଷ୍ଟସ ଜଣେ ସୁଶାସକ ଓ ପ୍ରବୀଣ ଯୋଦ୍ଧା ଥିଲେ । କେବଳ ଭୋକ ହେଲେ ଖାଉଥିବା ଅଗଷ୍ଟସଙ୍କ ଖାଦ୍ୟ ଅତି ସାଧାରଣ ମୋଟା ରୁଟି, ଛେନା ଓ ସବୁଜ ଫିଗ କୋଳି ଥିଲା । ସେ ମାଛ ଧରିବାକୁ ଭଲ ପାଉଥିଲେ । ସେ କାଳରେ ପ୍ରଚଳିତ ଗ୍ଳାଡ଼ିଏଟର ଲଢ଼େଇ ଓ ଅନ୍ୟ ପାଶବିକ ମନୋରଞ୍ଜନ ତାଙ୍କର ପସନ୍ଦ ନ ଥିଲା । ସେ ସିଜରଙ୍କ ପ୍ରମୁଖ ହତ୍ୟାକାରୀ ବ୍ରୁଟସଙ୍କ କଟା-ମୁଣ୍ଡକୁ ରୋମ ପଠାଇଥିବା ଇତିହାସରୁ ଜଣାପଡ଼େ । ପୁଣି ତାଙ୍କ ନିର୍ଦ୍ଦେଶରେ ସିଜର ଓ କ୍ଳିଓପାଟ୍ରାଙ୍କ ନାବାଳକ ପୁତ୍ର ସିଜରିଆନ ଓ ୩୦୦ ସଂଭ୍ରାନ୍ତଙ୍କୁ ହତ୍ୟା କରାଯାଇଥିଲା । ଏଥିରୁ ସେ ନୃଶଂସ ଥିବା ପ୍ରତିୟମାନ ହୁଏ । ସେ ଅତିମାତ୍ରାରେ ଅନ୍ଧବିଶ୍ୱାସୀ ଥିଲେ ହେଁ ଏକଦା ଭବିଷ୍ୟତବାଣୀ ସମ୍ପର୍କିତ ୨୦୦୦ ପୁସ୍ତକ ପୋଡ଼ିବାକୁ ନିର୍ଦ୍ଦେଶ ଦେଇଥିଲେ । ବିଜୁଳିକୁ ଡରୁଥିବା ଅଗଷ୍ଟସ ଭୟ ଦୂରକରିବା ପାଇଁ ହାତରେ ସିଲ ଚମଡ଼ାର ତାବିଜଟିଏ ବାନ୍ଧିଥିଲେ । ଜଣେ ପଠନପ୍ରିୟ ସୁଲେଖକ ଥିବା ଅଗଷ୍ଟସ ଆତ୍ମଜୀବନୀ ଓ କିଛି କବିତା ରଚନା କରିଥିଲେ । ଭର୍ଜିଲ ଏବଂ ହୋରେସ ତାଙ୍କଦ୍ୱାରା ଅନୁପ୍ରାଣିତ ହୋଇଥିବା ବିଶ୍ୱାସ କରାଯାଏ । ଭର୍ଜିଲଙ୍କ ମହାକାବ୍ୟ ଏନିଡର ବିଷୟବସ୍ତୁ ଅଗଷ୍ଟସଙ୍କର ପରିକଳ୍ପନା ଥିଲା । ଭର୍ଜିଲ ନିଜ ଜୀବନକାଳରେ ଏନିଡର ରଚନା ସମାପ୍ତ କରିପାରିନଥିବାରୁ, ତାହାକୁ ପୋଡ଼ିଦେବା ପାଇଁ ଅଗଷ୍ଟସଙ୍କୁ ଅନୁରୋଧ କରିଥିଲେ । ଅଗଷ୍ଟସ ଭର୍ଜିଲଙ୍କ କଥା ନ ରଖି, ଏନିଡ଼କୁ ଅନ୍ୟମାନଙ୍କଦ୍ୱାରା ଶେଷ କରାଇ ଛାପିଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଜୟରାମ ପାଙ୍ଗୀ (ଜନ୍ମ: ୧୬ ଅଗଷ୍ଟ ୧୯୫୫) ଜଣେ ଭାରତୀୟ ରଜାନୀତିଜ୍ଞ । ସେ ୯ ମଇ ୨୦୧୭ରେ ବିଜୁ ଜନତା ଦଳ ତ୍ୟାଗ କରି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ । ସେ ୧୯୭୭ ମସିହାରେ ପ୍ରଥମେ ପଟ୍ଟାଙ୍ଗିରୁ ଜନତା ଦଳର ପ୍ରତିନିଧି ଭାବରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ୧୯୯୦ରେ ଜନତା ଦଳରୁ ଏବଂ ୨୦୦୦ ମସିହା ଓ ୨୦୦୪ରେ ବିଜୁ ଜନତା ଦଳର ପ୍ରତିନିଧ ଭାବରେ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୯ ମସିହାରେ ସେ ବିଜୁ ଜନତା ଦଳର ପ୍ରତିନିଧ ଭାବରେ କୋରାପୁଟରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ହିଲିଅମ (ଇଂରାଜୀ: Helium) ହେଉଛି ଏକ ରାସାୟନିକ ମୌଳିକ । ଏହାର ପ୍ରତୀକ He ଓ ପରମାଣୁ କ୍ରମାଙ୍କ ୨ ଅଟେ । == ଇତିହାସ ==Evidence of helium was first detected on August 18, 1868 as a bright yellow line with a wavelength of 587.49 nanometres in the spectrum of the chromosphere of the Sun, by French astronomer Pierre Janssen during a total solar eclipse in Guntur, India. This line was initially assumed to be sodium. On October 20 of the same year, English astronomer Norman Lockyer observed a yellow line in the solar spectrum, which he named the D3 line, for it was near the known D1 and D2 lines of sodium, and concluded that it was caused by an element in the Sun unknown on Earth.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପୌଷମାସ ଶୁକ୍ଳପକ୍ଷରେ ଯେଉଁ ଏକାଦଶୀ ପଡେ ତାହାକୁ ପୁତ୍ରଦା ଏକାଦଶୀ କୁହାଯାଏ । ପୁତ୍ରଦା ଏକାଦଶୀରେ ନାମମନ୍ତ୍ର ଜପ କରିବା ସହ ଶ୍ରୀହରିଙ୍କୁ ପୂଜାର୍ଚ୍ଚନା କରାଯାଇଥାଏ । ଏକାଦଶୀ ତିଥିରେ ଦୀପଦାନ ସହ ସମସ୍ତ ଫଳ ପୂଜାକରିବା ବିଧାନ ରହିଛି । ଭଗବାନ୍ ଶ୍ରୀକୃଷ୍ଣ ଧର୍ମରାଜ ଯୁଧିଷ୍ଠିରଙ୍କୁ ଏହି ବ୍ରତର ମହତ୍ତ୍ୱକୁ ବ୍ୟାଖ୍ୟା କରି କହିଥିଲେ – ଏହି ତିଥିର ଅଧିଦେବତା ହେଉଛନ୍ତି ଭଗବାନ ନାରାୟଣ । ଏହି ତିଥିରେ ସମସ୍ତ ପାପନାଶ ହୋଇଥାଏ I ପୂର୍ବକାଳରେ ଭଦ୍ରାବତୀପୁରୀ ରାଜା ସୁକେତୁମାନ୍ ଶାସନ କରୁଥିଲେ । ତାଙ୍କର କୌଣସି ସନ୍ତାନ ନଥିଲା ଏହି କାରଣରୁ ରାଜା ଓ ରାଣୀ ଚମ୍ପା ଚିନ୍ତାରେ ରହୁଥିଲେ । ଦିନେ ରାଜା ରାଜପରିବାରର କୌଣସି ସଦସ୍ୟଙ୍କୁ ନ ଜଣାଇ ବନ୍ୟ ଭ୍ରମଣ କରିବା ପାଇଁ ବାହାରିଲେ । ରାଜା ବନର ଶୋଭାକୁ ଦେଖୁ ଦେଖୁ ଦ୍ୱିପ୍ରହର ହୋଇଗଲା । ରାଜା ଭୋକ ଶୋଷରେ ଆଉଟୁ ପାଉଟୁ ହୋଇ ଖାଦ୍ୟ ସଂଗ୍ରହ ପାଇଁ ଖୋଜି ବୁଲିଲେ । ଶେଷରେ ଏକ ସରୋବର ଓ ସରୋବର ତଟରେ ଅନେକ ମୁନିଋଷିମାନଙ୍କର ଆଶ୍ରମ ସ୍ଥଳୀ ରହିଥିବାର ଦେଖିଲେ । ଏହା ରାଜାଙ୍କ ପାଇଁ ସୌଭାଗ୍ୟ ଥିଲା । ସେ ତତ୍କ୍ଷଣାତ ଘୋଡା ଉପରେ ବସି ସରୋବର ନିକଟରେ ପହଞ୍ଚି ସମସ୍ତ ମୁନିଋଷିମାନଙ୍କୁ ବନ୍ଦନା କରିବାକୁ ଲାଗିଲେ । ତାଙ୍କର ବନ୍ଦନାରେ ମୁନିଋଷିମାନେ ପ୍ରସନ୍ନ ହେଲେ । ରାଜା ମୁନିମାନଙ୍କୁ ଦେଖି ପଚାରିଲେ ଆପଣମାନେ କିଏ ? ଆପଣଙ୍କ ନାମ କ’ଣ ତଥା ଆପଣମାନେ ଏଠାରେ ଏକତ୍ର ହୋଇଛନ୍ତି କାହିଁକି ?
Oceania (UK /ˌoʊʃɪˈɑːniə,_ˌoʊsɪʔ/ or US /ˌoʊʃiːˈæniə/), also known as Oceanica, is a region centred on the islands of the tropical Pacific Ocean. Opinions of what constitutes Oceania range from its three subregions of Melanesia, Micronesia, and Polynesia to, more broadly, the entire insular region between Asia and the Americas, including Australasia and the Malay Archipelago.The term is often used more specifically to denote a continent comprising Australia and proximate islands or biogeographically as a synonym for either the Australasian ecozone (Wallacea and Australasia) or the Pacific ecozone (Melanesia, Polynesia, and Micronesia apart either from New Zealand or from mainland New Guinea).
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି କରେ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।