ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଲୁମ୍ବିନୀ ବିଶ୍ଵର ଏକ ପ୍ରମୁଖ ବୌଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଧର୍ମସ୍ଥଳୀ। ସିଦ୍ଧାର୍ଥ ଗୌତମ (ଭଗବାନ ବୁଦ୍ଧ) ଖ୍ରୀଷ୍ଟପୂର୍ବ ୬୨୩ରେ ପ୍ରସିଦ୍ଧ ଲୁମ୍ବିନୀ ବଗିଚାରେ ଜନ୍ମ ଗ୍ରହଣ କରିଥିଲେ। ଲୁମ୍ବିନୀ ନେପାଳର ଉତ୍ତର ପଶ୍ଚିମାଞ୍ଚଳ ରୁପନଦେହୀ ଜିଲ୍ଲାରେ ଅବସ୍ଥିତ । କପିଳବସ୍ତୁ ପୌରପରିଷଦ ଅଞ୍ଚଳରେ ପୂର୍ବରେ ୨୫କି.ମି ଦୂରରେ ଏହା ରହିଛି। ଇହୁଦୀଙ୍କ ଜେରୁଜେଲମ ଓ ମୁସଲିମଙ୍କ ପାଇଁ ମକ୍କା ଯେଭଳି ପ୍ରସିଦ୍ଧ ସେହିଭଳି ବୌଦ୍ଧ ଧର୍ମାବଲମ୍ବୀଙ୍କ ପାଇଁ ଲୁମ୍ବିନୀ ପ୍ରସିଦ୍ଧ। ବୁଦ୍ଧଙ୍କ ତ୍ୟାଗ ଓ ଆଦର୍ଶ ସହିତ ସଂଶ୍ଲିଷ୍ଠ ୪ଟି ସ୍ଥଳୀ ମଧ୍ୟରୁ ଲୁମ୍ବିନୀ ଅନ୍ୟତମ। ଅନ୍ୟ ୩ଟି ସ୍ଥଳୀ ହେଉଛି କୁଶିନଗର,ବୋଧ ଗୟା ଓ ସାରନାଥ।ଲୁମ୍ବିନୀରେ ରହିଛି ମାୟାଦେବୀ ମନ୍ଦିର,ପୁଷ୍କରିଣୀ, ଓ ପାର୍କ ।ବୁଦ୍ଧଙ୍କୁ ଜନ୍ମ ଦେବା ପୂର୍ବରୁ ଏଠାରେ ଥିବା ପୁଷ୍କରିଣୀରେ ମାଆ ମାୟାଦେବୀ ଗାଧୋଇଥିଲେ ବୋଲି କୁହାଯାଏ । ବଗିଚାର ସୌନ୍ଦର୍ଯ୍ୟ ଉପଭୋଗ କରୁଥିବା ବେଳେ ସେ ପ୍ରସବ ବେଦନା ପାଇଥିଲେ ଏବଂ ଏକ ଶାଳଗଛ ମୂଳେ ଶିଶୁ ବୁଦ୍ଧଙ୍କୁ ଜନ୍ମ ଦେଇଥିଲେ ।ଖ୍ରୀଷ୍ଟପୂର୍ବ ୨୪୯ରେ ସମ୍ରାଟ ଅଶୋକ ଲୁମ୍ବିନୀ ପରିଦର୍ଶନରେ ଆସିଥିବା ସମୟରେ ୪ଟି ସ୍ତୁପ ଓ ଏକ ସ୍ତମ୍ଭ ନିର୍ମାଣ କରିଥିଲେ । ସ୍ତମ୍ଭ ଉପରେ ଏକ ଘୋଡାର ମୂର୍ତ୍ତି ରହିଥିଲା । ପଥରରେ ନିର୍ମିତ ଏହି ସ୍ତମ୍ଭରେ ଖୋଦେଇହେଇ କେତେକ ତଥ୍ୟ ରହିଛି ।୧୮୯୫ରେ ଜର୍ମାନୀରେ ପ୍ରତ୍ନତ୍ତ୍ବତବିତ ଫ୍ୟୁରର ଚୁରିଆ ରେଞ୍ଜରେ ଘୁରି ବୁଲୁଥିବା ବେଳେ ଅଶୋକ ନିର୍ମାଣ କରିଥିବା କେତେକ ସ୍ତୁପ ଓ ସ୍ତମ୍ଭ ଆବିଷ୍କାର କରିଥିଲେ । ପରେ ସମ୍ପୃକ୍ତ ଅଞ୍ଚଳରେ ଖନନ କରାଯିବା ଦ୍ବାରା ସେଠାରୁ ପ୍ରାଚୀନ ମନ୍ଦିର ଓ କିର୍ତ୍ତିରାଜି ମିଳିଥିଲା।୧୯୯୭ରେ ୟୁନେସ୍କୋ ପକ୍ଷରୁ ଏହାକୁ ବିଶ୍ବ ଐତିହ୍ୟ ତାଲିକାରେ ସ୍ଥାନ ମିଳିଥିଲା ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
୩ୟ ଲୋକ ସଭା ୧୯୬୨ ମସିହାରେ ଗଠିତ ହୋଇଥିଲା । ଏହି ଲୋକ ସଭା ୧୯୬୨ ମସିହାର ସାଧାରଣ ନିର୍ବାଚନ ପରେ ୨ ଅପ୍ରେଲ ୧୯୬୨ରୁ ଆରମ୍ଭ ହୋଇ ପାଞ୍ଚ ବର୍ଷ ପରେ ୩ ମାର୍ଚ୍ଚ ୧୯୬୭ରେ ଶେଷ ହୋଇଥିଲା । ୧୯୫୭ର ନିର୍ବାଚନ ପରେ ରାଜ୍ୟସଭାର ୧୫ ଜଣ ସଦସ୍ୟ ୨ୟ ଲୋସଭାକୁ ମନୋନୀତ ହୋଇଥିଲେ । ଏହି ଲୋକସଭାରେ ସମୁଦାୟ ୪୯୪ଟି ଆସନ ପାଇଁ ନିର୍ବାଚନ ହୋଇଥିଲା, ଯେଉଁଥିରୁ କଂଗ୍ରେସ ଦଳ ସମୁଦାୟ ୩୬୧ଟି ଆସନରେ ବିଜୟଲାଭ କରିଥିଲା । ଲୋକ ସଭା ପାଇଁ ସାଧାରଣ ନିର୍ବାଚନ ସରିବା ପରେ ରାଜ୍ୟସଭାରୁ ୧୪ ଜଣ ପାର୍ଥୀ ମନୋନୀତ ହୋଇ ଲୋସଭାକୁ ଆସିଥିଲେ ।ଜବାହାରଲାଲ ନେହେରୁ ୧ମ ଲୋକ ସଭା ଏବଂ ୨ୟ ଲୋକ ସଭାର ପ୍ରଧାନମନ୍ତ୍ରୀ ହୋଇଥିଲେ ଏବଂ ତୃତୀୟ ଲୋକ ସଭାର ମଧ୍ୟ ପ୍ରଧାନମନ୍ତ୍ରୀ ହେଲେ ଏବଂ ତାଙ୍କର ୨୭ ମଇ ୧୯୬୪ରେ ତାଙ୍କର ମୃତ୍ୟୁ ହେବା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ନେହେରୁଙ୍କର ମୃତ୍ୟୁପରେ ଗୁଲଜାରୀଲାଲ ନନ୍ଦା ଅସ୍ଥାୟୀ ପ୍ରଧାନମନ୍ତ୍ରୀ ଭାବରେ ୧୩ ଦିନ ଲୋକ ସଭା ଚଳାଇଥିଲେ ଏବଂ ୯ ଜୁନ ୧୯୬୪ରେ ଲାଲ ବାହାଦୁର ଶାସ୍ତ୍ରୀ ପ୍ରଧାନମନ୍ତ୍ରୀ ଭାର ଗ୍ରହଣ କରିଥିଲେ । ଏହାପରେ ୧୧ ଜାନୁଆରୀ ୧୯୬୬ରେ ଶାସ୍ତ୍ରୀଙ୍କର ମୃତ୍ୟପରେ ପୁଣିଥରେ ଗୁଲଜାରୀଲାଲ ନନ୍ଦା ୧୩ ଦିନ ପାଇଁ ଅସ୍ଥାୟୀ ଭାବରେ ଲୋକ ସଭାର ଦାୟିତ୍ୱ ତୁଲାଇଥିଲେ ଏବଂ ୨୪ ଜାନୁଆରୀ ୧୯୬୬ରେ ନେହେରୁଙ୍କର ଝିଅ ଇନ୍ଦିରା ଗାନ୍ଧୀ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ, ଯିଏକି ସେତେବେଳେ ଉତ୍ତର ପ୍ରଦେଶରୁ ରାଜ୍ୟସଭା ସାଂସଦ ଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଡି କ୍ୱେରଭେନ ସିଣ୍ଡ୍ରୋମ (ଇଂରାଜୀ ଭାଷାରେ De Quervain syndrome) ରୋଗ କହିଲେ ବୃଦ୍ଧାଙ୍ଗୁଳି (thumb) ଚଳନକୁ ନିୟନ୍ତ୍ରଣ କରୁଥିବା ଦୁଇଟି ଟେଣ୍ଡନର (tendons) ସିଥ (tendon sheath) ବା ଘୋଡ଼ଣିର ପ୍ରଦାହକୁ (inflammation) ବୁଝାଏ । ଏହି ପ୍ରଦାହ ଫଳରେ କଚଟିର (wrist) ବାହାର ପାଖରେ ଯନ୍ତ୍ରଣା ହୁଏ । ହାତ ମୁଠା କଲେ ବା କଚଟିକୁ ଘୁରେଇଲେ କଷ୍ଟ ହୁଏ । ବୃଦ୍ଧାଙ୍ଗୁଳି ଚଲେଇବାକୁ ଅସୁବିଧା ହୁଏ । ରୋଗ ବହୁତ ଧୀରେ ଆରମ୍ଭ ହୁଏ । ପୁନଃପୌନିକ ଚଳନ, ଗର୍ଭାବସ୍ଥା, ଆଘାତ, ରିଉମାଟିକ ଡିଜିଜେସ (rheumatic diseases) ରୋଗ ଥିଲେ ଏହି ରୋଗ ସଙ୍କଟ ରହିଥାଏ । ଲକ୍ଷଣ ଦେଖି ଓ ଶାରୀରିକ ପରୀକ୍ଷା (examination) କରି ରୋଗ ନିର୍ଣ୍ଣୟ କରିହୁଏ । କଚଟିକୁ ଅଲନା ଦିଗକୁ ବଙ୍କା କଲେ (inwards) କଷ୍ଟ ହୁଏ ଓ ଏହାଦ୍ୱାର ରୋଗ ନିର୍ଣ୍ଣୟ ହୋଇଯାଏ ।ଲକ୍ଷଣ ଦେଖାଉଥିବା କାମ ବନ୍ଦ କରିବା, ଯନ୍ତ୍ରଣା ନିବାରକ ଔଷଧ (NSAIDs), ସ୍ପ୍ଲିଣ୍ଟ (splinting) ସାହାଯ୍ୟରେ ଏହାର ଚିକିତ୍ସା କରାଯାଏ । ଏହି ଚିକିତ୍ସା ଫଳପ୍ରଦ ନହେଲେ କର୍ଟିକୋସ୍ଟିରଏଡ ଇଞ୍ଜେକସନ (steroid injections) ବା ଅପରେଶନ କରାଯାଏ । ପ୍ରାୟ ୦.୫% ପୁରୁଷ ଓ ୧.୩% ମହିଳାଙ୍କୁ ଏହି ରୋଗ ହୁଏ । ମଧ୍ୟ ବୟସ୍କ ଲୋକ ଅଧିକ ଆକ୍ରାନ୍ତ ହୁଅନ୍ତି । ସନ ୧୮୯୫ରେ ଏହି ରୋଗ ବିଷୟ ପ୍ରଥମେ ଫ୍ରିଜ ଡି କ୍ୱେରଭେନ (Fritz de Quervain) ବର୍ଣ୍ଣନା କରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ଵାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ପୁରୁଷ ହକି ବିଶ୍ୱକପର ୧୪ତମ ସଂସ୍କରଣ ଭୁବନେଶ୍ୱରରେ ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଟିତ ହେଉଛି । ଏହି ପ୍ରତିଯୋଗିତା ୨୮ ନଭେମ୍ବରରୁ ୧୬ ଡିସେମ୍ବର ୨୦୧୮ ପର୍ଯ୍ୟନ୍ତ ଚାଲିବ । ଏହାର ଉଦଘାଟନ ଉତ୍ସବ ୨୭ ନଭେମ୍ବରରେ ଜାକ ଯମକର ସହ ସମାପ୍ତ ହୋଇଛି । ଉଦଘାଟନୀ ଉତ୍ସବରେ ଶାହରୁଖ ଖାନ, ମାଧୁରୀ ଦୀକ୍ଷିତ ଏବଂ ଏ.ଆର ରହମାନ ଯୋଗ ଦେଇଥିଲେ । ଏଥି ସହ ଭାରତର ସବୁଠାରୁ ବଡ଼ ଡ୍ରୋଣ ଉଡାଣ ପ୍ରଦର୍ଶିତ ହୋଇଥିଲା ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ଵର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ଵାରା ଲିନକ୍ସର ଇତିହାସକୁ ସାରା ବିଶ୍ଵର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ରଙ୍ଗବତୀ (ରଙ୍ଗବତୀ କନକଲତା ନାମରେ ମଧ୍ୟ ଜଣା), ଓଡ଼ିଶାର ଏକ ଲୋକଗୀତ । ଏହା ପ୍ରଥମେ ଅଲ ଇଣ୍ଡିଆ ରେଡ଼ିଓ ପାଇଁ ସତୁରି ଦଶକର ମଝି ଆଡ଼କୁ ରେକର୍ଡ଼ କରାଯାଇଥିଲା । ଜଣାଶୁଣା ହେବା ପରେ କଲିକତାର ଏକ ରେକର୍ଡ଼ କମ୍ପାନି ୧୯୭୬ରେ ଏହାକୁ ରେକର୍ଡ଼ କରିଥିଲା । କିଛି ଅସୁବିଧା ସକାଶେ ରେକର୍ଡ଼ ବିତରଣ କିଛି କାଳ ରୋକାଯାଇଥିଲେ ହେଁ ପରେ ୧୯୭୮-୧୯୭୯ରେ ଏହା ବିତରିତ ହୋଇଥିଲା ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ରେ ମୃତ୍ୟୁବରଣ କରିଥିଲେ ।
ଲଙ୍କାଆମ୍ବ ହେଉଛି ଏକ ଦ୍ରୁମ ଜାତୀୟ ବହୁ ବୀଜପତ୍ରୀ ସପୁଷ୍ପକ ଉଦ୍ଭିଦ। ଏହାକୁ ଇଂରାଜୀରେ cashew କହିଥାନ୍ତି, ଯାହା ପର୍ତ୍ତୁଗୀଜ ନାମ cajuରୁ ଆସିଅଛି। ଏହାର ମଞ୍ଜି ଓ ଫଳ ଉଭୟ ଖିଆଯାଏ। ଏହାର କାଣ୍ଡ ବଙ୍କା ତେଢା ହୋଇଥାଏ। ହଳଦିଆ, ଲାଲ ଓ ହଳଦିଆ-ଲାଲ ମିଶା ମିଶି ଫଳର ରଙ୍ଗ ଭେଦରେ ଲଙ୍କାଆମ୍ବ ତିନି ପ୍ରକାରର। ଲଙ୍କା ଆମ୍ବ ଦେଖିବାକୁ କେତେକାଂଶରେ ନାସପାତି ପରି।
ଅଦା ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଗଦ ଗଛ ପରି ଦିଶେ । ଏ ଗଛର ମୂଳକୁ ଅଦା ଭାବରେ ବ୍ୟବହାର କରାଯାଏ । ସାରୁ, ହଳଦୀ, କପୁରା ପରି ଏଇ ଗଛର ଚେରକୁ ବ୍ୟବହାର କରାଯାଏ । ଆମ୍ବକଷିଆ ଅଦା ବୋଲି ଆଉ ଏକ ପ୍ରକାର ଅଦା ରହିଛି, କିନ୍ତୁ ତାହା ଗୁଣରେ ନିକୃଷ୍ଟ। ଓଡ଼ିଶାରେ ସର୍ବତ୍ର ଏହି ଗଛ ଦେଖାଯାଏ। ଆୟୁର୍ବେଦରେ ଅଦାକୁ ମହୌଷଧି ବୋଲି କୁହାଯାଇଛି । ଏହାକୁ କଞ୍ଚା ବେଳେ ଅଦା ଓ ଶୁଖିଗଲେ ଶୁଣ୍ଠି କୁହାଯାଏ । କଞ୍ଚା ଅଦାରେ ୮୦.୯ ପ୍ରତିଶତ ଜଳ, ୨.୩ ପ୍ରତିଶତ ପ୍ରୋଟିନ୍ ଓ ୧୨.୩ ପ୍ରତିଶତ କାର୍ବୋହାଇଡ୍ରେଟ୍ ଥାଏ । ଏହା ବ୍ୟତୀତ ଅଦାରେ ଆଇରନ୍, କ୍ୟାଲ୍ସିୟମ୍, ଆୟୋଡିନ୍, କ୍ଲୋରିନ୍, ଖଣିଜ ଲବଣ ତଥା ଭିଟାମିନ ପର୍ଯ୍ୟାପ୍ତ ପରିମାଣରେ ଥାଏ । ବଦହଜମି, ଗ୍ୟାସ୍, ପେଟ ବିନ୍ଧା, ପେଟ କାମୁଡ଼ା, କାଶ ଆଦି ରୋଗରୁ ମୁକୁଳିବା ପାଇଁ ଅଦା ବ୍ୟବହାର କରାଯାଇଥାଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।