ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ବୁଡ଼ିଯିବା (ଇଂରାଜୀ ଭାଷାରେ Drowning) କୁହାଯାଏ ଯେତେବେଳେ ତରଳ ପଦାର୍ଥ ଭିତରେ ରହି ଶ୍ୱାସରୁଦ୍ଧ (respiratory impairment) ହୋଇଯାଏ । ଏହା ନିରବରେ ସଂଘଟିତ ହୁଏ, କେବଳ ଅଳ୍ପ କେତେକ ଲୋକ ଉପରକୁ ହାତ ଉଠେଇ ସାହାଯ୍ୟ ପାଇଁ ଡାକନ୍ତି । ଅଧିକାଂଶ ସମୟରେ ଲୋକଟିଏ ଅଚେତ (unconscious) ଅବସ୍ଥାରେ ମିଳେ, ଉଦ୍ଧାର କଲାପରେ ବାନ୍ତି, ଦ୍ୱନ୍ଦ୍ୱ, ଚେତାଶୁନ୍ୟ ଅବସ୍ଥାର ଲକ୍ଷଣ ଦେଖାଯାଇପାରେ । ବେଳେବେଳେ ୬ ଘଣ୍ଟା ପର ପର୍ଯ୍ୟନ୍ତ କୌଣସି ଲକ୍ଷଣ ଦେଖାଯାଏନାହିଁ । ଏହା ଜଟିଳ ହୋଇ ଅଳ୍ପ ଶାରୀରିକ ଉତ୍ତାପ (low body temperature), ଫୁସଫୁସ ଭିତରକୁ ବାନ୍ତି ପଦାର୍ଥ ଶୋଷି ହୋଇଯାଏ (aspiration) ବା ଆକ୍ୟୁଟ ରେସ୍ପିରେଟରି ଡିସ୍ଟ୍ରେସ ସିଣ୍ଡ୍ରମୋ (acute respiratory distress syndrome) ହୋଇଯାଏ ।ଜଳାଶୟ ପାଖରେ ଥିଲେ ଓ ପାଗ ଉଷୁମ ଥିବା ଅବସ୍ଥାରେ ଅଧିକ ବୁଡ଼ିଯିବା ଦେଖାଯାଏ । ଆଲକହଲ ବ୍ୟବହାର, ଅପସ୍ମାର ବାତ, ନିମ୍ନ ସାମାଜିକ-ଅର୍ଥନୈତିକ ପରିସ୍ଥିତି (low socioeconomic status) ଇତ୍ୟାଦି ଥିଲେ ଏହି ସଙ୍କଟ ଅଧିକ ରହେ । ସ୍ୱିମିଙ୍ଗ ପୁଲ, ଗାଧୁଆ ଟବ ଇତ୍ୟାଦି ସ୍ଥାନମାନଙ୍କରେ ଏହି ଭଳି ଘଟଣା ଘଟେ । ବୁଡ଼ିଗଲା ବେଳେ ଲୋକ ପ୍ରଥମେ ପ୍ରଶ୍ୱାସ ରୋକନ୍ତି ଓ ତାହାପରେ ଲାରିଙ୍କସ ସ୍ପାଜମ ହୋଇ ଦେହରେ ଅମ୍ଳଜାନ ସ୍ତର କମିଯାଏ । ଏହି ପ୍ରସଙ୍ଗରେ ପରେ ଫୁସଫୁସ ଭିତରେ ଜଳ ପ୍ରବେଶ କରେ ।ବୁଡ଼ିନଯିବା ପାଇଁ ପିଲାଙ୍କୁ ପହଁରା ଶିକ୍ଷା ଦେବା, ଡଙ୍ଗା ଚଲା ଶିକ୍ଷା ଓ ଜଳାଶୟକୁ ସହଜରେ ନଯିବା ବ୍ୟବସ୍ଥା କରିବା ଦରକାର । ଶ୍ୱାସକ୍ରିୟା ନହେଉଥିବା ଲୋକଙ୍କର ଶ୍ୱାସନଳୀରୁ ତରଳ ପଦାର୍ଥ କାଢ଼ିବା ବ୍ୟବସ୍ଥା କରାଯାଏ । ପାଣି ଭିତରେ ଏକ ଘଣ୍ଟାରୁ କମ୍ ସମୟ ବୁଡ଼ିରହିଥିବା ଓ ହୃତ୍ପିଣ୍ଡ ବନ୍ଦଥିବା (heart is not beating) ଲୋକର କାର୍ଡ଼ିଓପଲମୋନାରୀ ରିସସିଟେସନ (cardiopulmonary rescitation) କରିବାକୁ ସୁପାରିସ କରାଯାଏ । ଅଳ୍ପ ସମୟ ପାଣି ଭିତରେ ଥିବା ଲୋକଙ୍କର ବଞ୍ଚିବା ହାର ଅଧିକ ରହେ । ବଞ୍ଚିଯାଇଥିବା ପିଲାଙ୍କ ମଧ୍ୟରୁ ୭.୫% କେଶ୍ରେ ଫଳାଫଳ ବିଶେଧ ଉତ୍ସାହଜନକ ରହେନାହିଁ । ସନ ୨୦୧୫ରେ ପ୍ରାୟ ୪.୫ ନିୟୁତ ଲୋକ ଅନିଚ୍ଛାକୃତ ଭାବରେ ବୁଡ଼ିଯାଇଥିଲେ । ଏହା ଫଳରେ ସେହି ବର୍ଷ ଅନିଚ୍ଛାକୃତ ଆଘାତ (unintentional injuries) ଯୋଗୁ ପ୍ରାୟ ୩୨୪,୦୦୦ ଲୋକଙ୍କର ମୃତ୍ୟୁ ହୋଇଥିଲା ଯାହା ପତନ (falls) ଓ ମଟର ଭେହିକ୍ଲ ଧକ୍କା (motor vehicle collisions) ପରେ ତୃତୀୟ ସର୍ବାଧିକ ମୃତ୍ୟୁ ସଂଖ୍ୟାର କାରଣ ବିବେଚିତ ହୋଇଥିଲା । ଏହି ମୃତ୍ୟୁ ସଂଖ୍ୟାରୁ ୫୬,୦୦୦ କେବଳ ୫ବର୍ଷରୁ କମ୍ ବୟସର ପିଲା ଥିଲେ । ଆଘାତ ଜନିତ ମୃତ୍ୟୁ ସଂଖ୍ୟାର ଏହା ପ୍ରାୟ ୭% ଓ ଏମାନଙ୍କ ମଧ୍ୟରୁ ୯୦% ବିକାଶଶୀଳ ଦେଶରେ (developing countries) ହୋଇଥିଲା । ପୁରୁଷ ଓ ଅଳ୍ପ ବୟସ୍କ ପିଲାମାନେ ଅଧିକ ବୁଡ଼ିଯିବା ଦେଖାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
୪ର୍ଥ ଲୋକ ସଭା ୧୯୬୭ ମସିହାରେ ଗଠିତ ହୋଇଥିଲା । ଏହି ଲୋକ ସଭା ୧୯୬୭ର ସାଧାରଣ ନିର୍ବାଚନ ପରେ ୪ ମାର୍ଚ୍ଚ ୧୯୬୭ରେ ଗଠିତ ହୋଇଥିଲା ଏବଂ ମାତ୍ର ସାଢ଼େ ତିନି ବର୍ଷ ପରେ ୨୭ ଡିସେମ୍ବର ୧୯୭୦ରେ ଏହି ଲୋକ ସଭା ଭଙ୍ଗ ହୋଇଥିଲା । ୧୯୬୭ର ନିର୍ବାଚନ ପରେ ରାଜ୍ୟ ସଭାର ୧୩ ଜଣ ସଦସ୍ୟ ୪ର୍ଥ ଲୋକ ସଭାକୁ ମନୋନୀତ ହୋଇ ଆସିଥିଲେ ।ଇନ୍ଦିରା ଗାନ୍ଧୀ ଏହାର ପୂର୍ବ ଲୋକସଭାରେ ପ୍ରଧାନମନ୍ତ୍ରୀ ହୋଇଥିଲେ ଏବଂ ଏହି ଲୋକସଭାରେ ମଧ୍ୟ ସେ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ନେଇଥିଲେ । ଏହାର ପରବର୍ତ୍ତୀ ୫ମ ଲୋକ ସଭାରେ ମଧ୍ୟ ସେ ପ୍ରଧାନମନ୍ତ୍ରୀ ହୋଇଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ପୁରୁଷ ହକି ବିଶ୍ୱକପର ୧୪ତମ ସଂସ୍କରଣ ଭୁବନେଶ୍ୱରରେ ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଟିତ ହେଉଛି । ଏହି ପ୍ରତିଯୋଗିତା ୨୮ ନଭେମ୍ବରରୁ ୧୬ ଡିସେମ୍ବର ୨୦୧୮ ପର୍ଯ୍ୟନ୍ତ ଚାଲିବ । ଏହାର ଉଦଘାଟନ ଉତ୍ସବ ୨୭ ନଭେମ୍ବରରେ ଜାକ ଯମକର ସହ ସମାପ୍ତ ହୋଇଛି । ଉଦଘାଟନୀ ଉତ୍ସବରେ ଶାହରୁଖ ଖାନ, ମାଧୁରୀ ଦୀକ୍ଷିତ ଏବଂ ଏ.ଆର ରହମାନ ଯୋଗ ଦେଇଥିଲେ । ଏଥି ସହ ଭାରତର ସବୁଠାରୁ ବଡ଼ ଡ୍ରୋଣ ଉଡାଣ ପ୍ରଦର୍ଶିତ ହୋଇଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ମୁଦ୍ରା ଓ ଭାଷା ସହ ଦେଶ ଓ ରାଜଧାନୀର ତାଲିକା
ପୃଥିବୀକୁ ସାତଟି ମାହାଦେଶରେ ବିଭାଜନ କରା ଯାଇଛି। ମହାଦେଶ ଗୁଡିକ ହେଲା :
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଭାରତ ର ୧୦ ଲକ୍ଷ ରୁ ଉର୍ଦ୍ଧ ଲୋକସଂଖ୍ୟା ବିଶିଷ୍ଟ ମହାନଗର ସବୁ ର ତାଲିକା
ଭାରତ ଏକ ପୂର୍ବ ଏସିଆ ଦେଶ । ଏହା ଭୌଗୋଳିକ ଆୟତନ ଦୃଷ୍ଟିରୁ ବିଶ୍ଵର ସପ୍ତମ ବୃହତ ଦେଶ ତଥା ଜଣ ସଂଖ୍ୟା ଦୃଷ୍ଟିରୁ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ । ଏହାର ଲୋକ ସଂଖ୍ୟା ପ୍ରାୟ ୧୨୦ କୋଟି । ଭାରତରେ ୨୯ଟି ରାଜ୍ୟ ଓ ୭ଟି ଇଉନିୟନ ଟେରିଟରୀ ରହିଛି । ଏହା ବିଶ୍ଵର ୧୭.୫ % ଲୋକଙ୍କ ଗୃହ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବିରଜା ମନ୍ଦିର (ଓଡ୍ଡ୍ୟାଣ ପୀଠ ବା ଉଡ୍ଡୀୟାନ ତନ୍ତ୍ରପୀଠ) ଯାଜପୁର ଜିଲ୍ଲାର ଏକ ଦେବୀ ମନ୍ଦିର । ଏହା ଭାରତର ବିରଜା କ୍ଷେତ୍ର ନାମରେ ଜଣା । ଏଠାରେ ଦେବୀ ଦ୍ୱିଭୁଜା ଦୁର୍ଗା ରୂପରେ ପୂଜା ପାନ୍ତି । ଏହି ଦେବୀଙ୍କ ଗୋଟିଏ ହାତରେ ଶୂଳ ଏବଂ ଅନ୍ୟ ହାତରେ ମହିଷାସୁରର ଲାଙ୍ଗୁଳ ଶୋଭା ପାଏ । ଏଠାରେ ମହିଷାସୁର ମଇଁଷି ରୂପରେ ଖୋଦିତ ଯାହା ଭାରତରେ ବାକି ଜାଗାମାନଙ୍କରେ ଦେଖିବାକୁ ମିଳିନଥାଏ । ଦେବୀ ନିଜ ମୁକୁଟରେ ଗଣପତି, ଶିବଲିଙ୍ଗ, ଯୋନି, ନାଗରାଜ ଏବଂ ଅର୍ଦ୍ଧଚନ୍ଦ୍ର ଧାରଣ କରି ଅଛନ୍ତି । ସ୍କନ୍ଦ ପୁରାଣ (ଉତ୍କଳ ଖଣ୍ଡ) ଅନୁସାରେ ଏହି ବିରଜା କ୍ଷେତ୍ର ସମସ୍ତ ରଜୋଗୁଣକୁ ଧୋଇ ପକାଉଥିବାରୁ ଏହାର ନାମ ବିରଜା କ୍ଷେତ୍ର ହୋଇଅଛି । କେତେକ ତନ୍ତ୍ର ଗ୍ରନ୍ଥ ଅନୁସାରେ ଦକ୍ଷ ଯଜ୍ଞ ସମୟରେ ମାତା ସତୀଙ୍କ ନାଭି ଏହି ଉତ୍କଳସ୍ଥ ବିରଜା କ୍ଷେତ୍ରରେ ପଡ଼ିଥିଲା ଏବଂ ନାଭି ଦେଶରେ ନାରୀମାନେ ପିନ୍ଧୁଥିବା ଓଡ଼ିଆଣୀ ବା କଟିସୂତ୍ର ଅନୁସାରେ ଏହି ପୀଠର ନାମ ଓଡ୍ଡିୟାଣ ପୀଠ ହୋଇଅଛି, ଏବଂ ଏହି ପ୍ରଦେଶର ନାମ ଓଡ୍ର ଦେଶ ହୋଇଅଛି।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଏହା ଜର୍ମାନୀ ର ଜେନ ପ୍ରଖ୍ୟାତ ବିଶେଷଜ୍ଞଙ୍କ ପୃଷ୍ଟା. ସେ ଇମ୍ପେରିଆଲ କଲେଜ ଲଣ୍ଡନ, ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ, ହାଭାର୍ଡ ବିଶ୍ୱବିଦ୍ୟାଳୟ ଏବଂ କର୍ନେଲ ବିଶ୍ୱବିଦ୍ୟାଳୟ ରେ ତାଙ୍କ ପଢ଼ା ସାରିକି ଜର୍ମାନୀ ର ପ୍ରଖ୍ୟାତ ନାମ ସମ୍ପନ୍ନ ମାକ୍ସ ପ୍ଲାନ୍କ ଇନଷ୍ଟିଚୁଟ ରେ ଭୌତିକ ବିଜ୍ଞାନ ରେ ପ୍ରତିଶୋଧ କରୁଛନ୍ତି। ସେ ବହୁ ସମ୍ମାନିତ ପୁରସ୍କାର ଭି ପ୍ରାପ୍ତି କରିଛନ୍ତି। ଏହି ପୃଷ୍ଠା ପବ୍ଲିସିଟି ପାଇଁ ଲେଖା ଯାଇନି। ଆପଣ pf.is.mpg.de ରେ ତାଙ୍କ କାମ ବିଷୟରେ ପଢି ପାରିବେ ପୀର ଫିଶର ଜର୍ମାନୀ ର ପ୍ରମୁଖ ପଦାର୍ଥ ବୈଜ୍ଞାନିକ ଅଟନ୍ତି। ସେ ବର୍ତମାନ ସ୍ତୁଟଗାର୍ତ ରେ ସ୍ଥିତ ମାକ୍ସ ପ୍ଳାଙ୍କ ସଂସ୍ଥାନ ଏବଂସ୍ତୁଟଗାର୍ତ ବିଶ୍ୱବିଦ୍ୟାଳୟ ରେ ଅଧ୍ୟାପକ ଏବଂ ସମୁହ ନିର୍ଦେଶକ ଭାବରେ କାମ କରିଆସୁଛନ୍ତି। ପୀର ଫିଶର ଈମ୍ପେରିଅଲ କୋଲ୍ଲେଜ ଲନ୍ଦନ ରୁ ସ୍ନାତକତା ପ୍ରାପ୍ତ କରି ଏ. ବକିନ୍ଗହମ ସହିତ ପୀ.
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର । ବର୍ତ୍ତମାନର ସମୟରେ, ପୃଥିବୀର ଉପର ଅଧା ଅଂଶ ପ୍ରାୟ ସମାନ ଭାବରେ ସ୍ଥଳ ଭାଗ ଏବଂ ଜଳ ଭାଗ ମଧ୍ୟରେ ବିଭକ୍ତ ହୋଇ ରହି ଅଛି (୨:୩ ଅନୁପାତ) । କିନ୍ତୁ ଦକ୍ଷିଣରେ ଥିବା ଅଧା ଅଂଶ ସମୁଦ୍ରରେ ପୂର୍ଣ୍ଣ ହୋଇରହିଅଛି ।
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ଵେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ଵାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ବିଜୟ ମିଶ୍ର (ଜନ୍ମ ୧୬ଜୁଲାଇ ୧୯୩୬) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଛନ୍ତି । ଶ୍ରୀ ମିଶ୍ର, ଏଯାବତ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିସାରିଛନ୍ତି । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ଵୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ଵର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ଵାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ଵୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ଵର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ଵର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ଵର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ଵୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Claus) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ଵର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
୩ୟ ଲୋକ ସଭା ୧୯୬୨ ମସିହାରେ ଗଠିତ ହୋଇଥିଲା । ଏହି ଲୋକ ସଭା ୧୯୬୨ ମସିହାର ସାଧାରଣ ନିର୍ବାଚନ ପରେ ୨ ଅପ୍ରେଲ ୧୯୬୨ରୁ ଆରମ୍ଭ ହୋଇ ପାଞ୍ଚ ବର୍ଷ ପରେ ୩ ମାର୍ଚ୍ଚ ୧୯୬୭ରେ ଶେଷ ହୋଇଥିଲା । ୧୯୫୭ର ନିର୍ବାଚନ ପରେ ରାଜ୍ୟସଭାର ୧୫ ଜଣ ସଦସ୍ୟ ୨ୟ ଲୋସଭାକୁ ମନୋନୀତ ହୋଇଥିଲେ । ଏହି ଲୋକସଭାରେ ସମୁଦାୟ ୪୯୪ଟି ଆସନ ପାଇଁ ନିର୍ବାଚନ ହୋଇଥିଲା, ଯେଉଁଥିରୁ କଂଗ୍ରେସ ଦଳ ସମୁଦାୟ ୩୬୧ଟି ଆସନରେ ବିଜୟଲାଭ କରିଥିଲା । ଲୋକ ସଭା ପାଇଁ ସାଧାରଣ ନିର୍ବାଚନ ସରିବା ପରେ ରାଜ୍ୟସଭାରୁ ୧୪ ଜଣ ପାର୍ଥୀ ମନୋନୀତ ହୋଇ ଲୋସଭାକୁ ଆସିଥିଲେ ।ଜବାହାରଲାଲ ନେହେରୁ ୧ମ ଲୋକ ସଭା ଏବଂ ୨ୟ ଲୋକ ସଭାର ପ୍ରଧାନମନ୍ତ୍ରୀ ହୋଇଥିଲେ ଏବଂ ତୃତୀୟ ଲୋକ ସଭାର ମଧ୍ୟ ପ୍ରଧାନମନ୍ତ୍ରୀ ହେଲେ ଏବଂ ତାଙ୍କର ୨୭ ମଇ ୧୯୬୪ରେ ତାଙ୍କର ମୃତ୍ୟୁ ହେବା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ନେହେରୁଙ୍କର ମୃତ୍ୟୁପରେ ଗୁଲଜାରୀଲାଲ ନନ୍ଦା ଅସ୍ଥାୟୀ ପ୍ରଧାନମନ୍ତ୍ରୀ ଭାବରେ ୧୩ ଦିନ ଲୋକ ସଭା ଚଳାଇଥିଲେ ଏବଂ ୯ ଜୁନ ୧୯୬୪ରେ ଲାଲ ବାହାଦୁର ଶାସ୍ତ୍ରୀ ପ୍ରଧାନମନ୍ତ୍ରୀ ଭାର ଗ୍ରହଣ କରିଥିଲେ । ଏହାପରେ ୧୧ ଜାନୁଆରୀ ୧୯୬୬ରେ ଶାସ୍ତ୍ରୀଙ୍କର ମୃତ୍ୟପରେ ପୁଣିଥରେ ଗୁଲଜାରୀଲାଲ ନନ୍ଦା ୧୩ ଦିନ ପାଇଁ ଅସ୍ଥାୟୀ ଭାବରେ ଲୋକ ସଭାର ଦାୟିତ୍ୱ ତୁଲାଇଥିଲେ ଏବଂ ୨୪ ଜାନୁଆରୀ ୧୯୬୬ରେ ନେହେରୁଙ୍କର ଝିଅ ଇନ୍ଦିରା ଗାନ୍ଧୀ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ, ଯିଏକି ସେତେବେଳେ ଉତ୍ତର ପ୍ରଦେଶରୁ ରାଜ୍ୟସଭା ସାଂସଦ ଥିଲେ ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ଵାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ଵାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ଵ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ଷ୍ଟିଭେନ ପୌଲ "ଷ୍ଟିଭ" ଜବ୍ସ (୨୪/୨/୧୯୫୫-୫/୮/୨୦୧୧)ଜଣେ ଅମେରିକୀୟ କମ୍ପୁଟର ବିଜ୍ଞାନୀ ।ସେ ଆପଲ କମ୍ପାନୀର ସହ ସ୍ଥାପକ ଓ ମୁଖ୍ୟ ଅଦ୍ଧକ୍ଷ ମଧ୍ୟ ଥିଲେ;pixar animation studios ର ମୁଖ୍ୟ ଅଦ୍ଧକ୍ଷ ; the Walt Disney companyର ନିୟଂତ୍ରକ ମଣ୍ଡଳିର ସଦସ୍ୟ ମଧ୍ୟ ଥିଲେ।ସେ NeXT.incର ଉଦ୍ଭାବକ ଓ ମୁଖ୍ୟ ଅଧକ୍ଷ ମଧ୍ୟ ଥିଲେ। ସେ ୧୯୭୦ micro computer revolutionର ଆଦିମ ଆବିଷକର୍ତା ଭାବେ ଜଣଶୁଣା। ତାଙ୍କ ଦେହାନ୍ତ ପରେ ତାଙ୍କ ଜୀବନୀ ଲେଖକ ତାଙ୍କୁ ବର୍ଣ୍ଣନା କରି ଲେଖିଛନ୍ତି ଯେ "ତାଙ୍କ ପରିବର୍ତନ ପାଇଁ ଆବେଗ ଏବଂ ଉତ୍ସାହ" ତାଙ୍କୁ 6ଟି ବଡ କମ୍ପାନୀରେ ପରିବର୍ତନ ଆଣିବା ପାଇଁ ସହାୟକ ହୋଇଥିଲା।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।