ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ଵ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ଵାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ଵାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ପ୍ରିୟା ମୋ ପ୍ରିୟା, ୨୦୦୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସ୍ୱର୍ଣ୍ଣଲତା ଦାସ । ପୂର୍ଣ୍ଣଚନ୍ଦ୍ର ଦାସ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ପ୍ରଦୀପ ନନ୍ଦ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଗୁଡ଼ିଆ ମହାପାତ୍ର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସ୍ୱରୂପ ନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ଵୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି ।
ସରୋଜିନୀ ନାଇଡୁ ଜଣେ କବି, ନାରୀନେତ୍ରୀ ଓ ବାଗ୍ମୀ ହିସାବରେ ସେ ପରିଚିତା । ସେ ଦେଶର ପ୍ରଥମ ମହିଳା ରାଜ୍ୟପାଳ ଓ ଭାରତୀୟ ଜାତୀୟ କଂଗ୍ରେସର ପ୍ରଥମ ମହିଳା ଅଧ୍ୟକ୍ଷ ଥିଲେ । ସରୋଜିନୀଙ୍କୁ ଭାରତୀୟ କୋକିଳ ବୋଲି କୁହାଯାଏ । ଭାରତୀୟ ସ୍ଵାଧୀନତା ଆନ୍ଦୋଳନରେ ଗାନ୍ଧିଜୀଙ୍କ ସହଯୋଗୀ ରୁପେ ସରୋଜିନୀ ନାଇଡୁଙ୍କ ଅବଦାନ ଅତୁଳନୀୟ । ଜଣେ ଇଂରାଜୀ କବି ରୂପେ ଭାରତୀୟ ଇଂରାଜୀ ସାହିତ୍ୟର ଇତିହାସରେ ତାଙ୍କ ସ୍ଥାନ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ଵାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ଵାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବେସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଚୈତନ୍ୟଦେବ (୧୪୮୬-୧୫୩୪), ଭାରତରେ ଭକ୍ତିବାଦର ଜଣେ ଜଣାଶୁଣା ପ୍ରଚାରକ । ସେ ଗଙ୍ଗାକୂଳବର୍ତ୍ତୀ ନବଦ୍ଵୀପରେ ଏକ ବଙ୍ଗାଳୀ ହିନ୍ଦୁ ପରିବାରରେ ଶଚୀଦେବୀ ଓ ଜଗନ୍ନାଥ ମିଶ୍ରଙ୍କ ପୁତ୍ର ରୂପେ ଦୋଳପୂର୍ଣ୍ଣମୀ ସଂଧ୍ୟା ଚନ୍ଦ୍ରଗ୍ରହଣ ସମୟରେ ୧୪୮୬ ଖ୍ରୀଷ୍ଟାବ୍ଦ ଫେବୃଆରୀ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ଇତିହାସ ଦୃଷ୍ଟିରୁ ତାଙ୍କ ପୂର୍ବ ପୁରୁଷ ଥିଲେ ଓଡ଼ିଆ ଓ ତାଙ୍କର ଅନେକ ପାର୍ଷଦ ମଧ୍ୟ ଥିଲେ ଓଡ଼ିଶାର । ତାଙ୍କ ନାମ ଥିଲା ବିଶ୍ୱମ୍ଭର ମିଶ୍ର, ଗୌରହରି, ନିମାଇଁ, ମହାପ୍ରଭୁ ଏବଂ ସନ୍ୟାସ ନାମ ଶ୍ରୀକୃଷ୍ଣ ଚୈତନ୍ୟ । ସେ ଅଳ୍ପ ବୟସରୁ ସେ କୃଷ୍ଣଙ୍କ ନାମ ଜପ କରିବା ସହ ଭଜନ ଗାଇବା ଆରମ୍ଭ କରିଥିଲେ । ତାଙ୍କ ଦୀକ୍ଷାଗୁରୁ ଥିଲେ ଈଶ୍ୱର ପୁରୀ ଏବଂ ସନ୍ୟାସ ଗୁରୁଙ୍କ ନାମ କେଶବ ଭାରତୀ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ବିଜେପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଜେପୁର (କ୍ରମିକ ସଂଖ୍ୟା: ୨) ବରଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ୧୯୬୧ରୁ ୨୦୧୪ ମଧ୍ୟରେ ମୋଟ ୧୩ ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଗତ ୨୦୧୪ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ସୁବଳ ସାହୁ ତାଙ୍କର ନିକଟତମ ବିଜୁ ଜନତା ଦଳ ପ୍ରାର୍ଥୀଙ୍କୁ ୪୫୮ ଭୋଟରେ ପରାସ୍ତ କରିଥିଲେ । କିନ୍ତୁ, ସୁବଳ ସାହୁଙ୍କ ମୃତ୍ୟୁ ପରେ, ୨୦୧୮ ଉପ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥିନୀ ରୀତା ସାହୁ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଅଶୋକ କୁମାର ପାଣିଗ୍ରାହୀଙ୍କୁ ୪୧,୯୩୩ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଫାଲଗୁନ ଶୁକ୍ଳ ଦଶମୀ ତିଥିଠାରୁ ଦୋଳଯାତ୍ରା ସାଧାରଣତଃ ଆରମ୍ଭ ହୋଇଥାଏ I ଉକ୍ତ ପର୍ବର ମୁଖ୍ୟ ଆରାଧ୍ୟ ଠାକୁର ରାଧା ଓ କୃଷ୍ଣଙ୍କ ନିକଟରେ ଏହି ଦିନଠାରୁ ଅବିର ଅର୍ପଣ କରାଯାଇଥାଏ I ତେଣୁ ସ୍ୱଭାବତଃ ରାଧାକୃଷ୍ଣ ମନ୍ଦିରଗୁଡିକ ସେହିଦିନଠାରୁ ଉତ୍ସବମୁଖର ହୋଇଉଠେ I ପୂର୍ଣ୍ଣିମା ପର୍ଯ୍ୟନ୍ତ ବୈଷ୍ଣବ ଧର୍ମାବଲମ୍ବୀଙ୍କ ମତାନୁଯାୟୀ ବୃନ୍ଦାବନ ଗୋପୀମାନେ ସେମାନଙ୍କର ପରମାରାଧ୍ୟ ଓ ପରମ ପ୍ରେମିକ ଶ୍ରୀକୃଷ୍ଣଙ୍କ ସହ ଚାଚେରି ଖେଳିଥିଲେ I ଗୋପୀମାନେ ଶ୍ରୀକୃଷ୍ଣଙ୍କୁ ଫୁଲହାରରେ ମଣ୍ଡନ କରିଥିଲେ, ଦୋଳି ଖେଳାଇଥିଲେ ଏବଂ ତାଙ୍କ ସହ ଫଗୁ ଖେଳି ଆମୋଦ ପ୍ରମୋଦରେ ମଗ୍ନ ଥିଲେ I ତେଣୁ ଦୋଳଯାତ୍ରା ଅବସରରେ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ଛୋଟଛୋଟ ବିମାନରେ ଚିତ୍ତାକର୍ଷକ ସାଜସଜ୍ଜା ସହିତ ମହାଆଡମ୍ବର ସହକାରେ ଗ୍ରାମର ପ୍ରାୟ ପ୍ରତ୍ୟେକଙ୍କ ଦ୍ୱାରକୁ ନିଆଯାଇଥାଏ I ପ୍ରାୟତଃ ପ୍ରତ୍ୟେକଙ୍କ ଦ୍ୱାରରେ ଠାକୁରଙ୍କୁ ଭୋଗ ଅର୍ପଣ କରାଯିବା ସଙ୍ଗେସଙ୍ଗେ ପୁରୋହିତଙ୍କୁ ଦକ୍ଷିଣା ମଧ୍ୟ ଦିଆଯାଏ I ଠାକୁରଙ୍କ ଉଦ୍ଦେଶ୍ୟରେ ପ୍ରତ୍ୟେକ ଦ୍ୱାରରେ ଅର୍ପିତ ଭୋଗକୁ ‘ଦ୍ୱାରୀ ଭୋଗ’ କୁହାଯାଏ I ଭଗବାନ ସବୁବେଳେ ଭକ୍ତଙ୍କର- ଏହା ହିଁ ପ୍ରତିପାଦିତ କରିବା ବୋଧହୁଏ ଦ୍ୱାରୀ ଭୋଗର ଉଦ୍ଦେଶ୍ୟ I ଭକ୍ତମାନେ ସବୁବେଳେ ଠାକୁରଙ୍କୁ ଦର୍ଶନ କରୁଥିଲେ ମନ୍ଦିରରେ I ନୈବେଦ୍ୟ ଅର୍ପଣ କରୁଥିଲେ ଭଗବାନଙ୍କ ପୀଠସ୍ଥଳୀରେ; କିନ୍ତୁ ଦୋଳଉତ୍ସବ ପାଳନ କରାଯାଉଥିବାବେଳେ ତାଙ୍କର ସୁଉଚ୍ଚ ସିଂହାସନ ଉପରୁ ଠାକୁରେ ଓହ୍ଲାଇ ଆସୁଥିଲେ ରାଜଦାଣ୍ଡ ଉପରକୁ I ଭକ୍ତର ଦ୍ୱାର ନିକଟକୁ I ସେମାନଙ୍କ ନିକଟକୁ ଯାଇ ଭକ୍ତି ନୈବେଦ୍ୟ ଗ୍ରହଣ କରିବା ଉଦ୍ଦେଶ୍ୟରେ ଏହି ଯାତ୍ରା; ଦୋଳି ବା ହୋଲି ଉତ୍ସବ I ରଥଯାତ୍ରାବେଳେ ଯେଭଳି ଜଗତର ନାଥ ଜଗନ୍ନାଥ ନିଜ ସିଂହାସନ ଉପରୁ ରାଜଦାଣ୍ଡକୁ ଓହ୍ଲାଇ ଆସନ୍ତି ଭକ୍ତବୃନ୍ଦକୁ ଦର୍ଶନ ଦେବା ପାଇଁ, ଶ୍ରୀକୃଷ୍ଣ ଭକ୍ତମାନଙ୍କଠାରୁ ଭୋଗ ନେବା ପାଇଁ ଠିକ୍ ସେହିପରି ଦୋଳ ଉତ୍ସବବେଳେ ଚାଲିଯାଇଥାନ୍ତି ଭକ୍ତମାନଙ୍କ ଅତିନିକଟକୁ – ଘର ପାଖକୁ I ପୁରୀ ମନ୍ଦିର ଭଳି ଭୁବନେଶ୍ୱର ଲିଙ୍ଗରାଜଙ୍କ ମନ୍ଦିରରେ ମଧ୍ୟ ଦୋଳଯାତ୍ରା ମହାସମାରୋହରେ ପାଳିତ ହୁଏ ।
ସି ପ୍ରୋଗ୍ରାମିଂ ଭାଷା(C Programming Language) ଏକ ଉଚ୍ଚ ସ୍ତରିୟ ପ୍ରୋଗ୍ରାମିଂ ଭାଷା ଯାହାର ପ୍ରାଥମିକ ବିକାସ ଡେନିସ ରୀଚିଦ୍ୱାରା ୧୯୬୯ ଏବଂ ୧୯୭୩ ମଧ୍ୟରେ ବେଲ ପ୍ରୟଗଶାଳା କରାଯାଇଥିଲା। ସି ପ୍ରୋଗ୍ରାମିଂ ଭାଷାର ରୁପରେଖା ଏପରି ଅଛି ଯାହା ଦ୍ୱାର ଏହାକୁ 'ଯନ୍ତ୍ର ଅନୁଦେଶ'(Machine Instruction) ସହିତ ଭାଲ ଭାବରେ ପ୍ରତିଚିତ୍ରଣ କରିହେବ ଏହି କାରଣରୁ ସିଷ୍ଟମ ସଫ୍ଟୱେର ଯେପରିକି 'ୟୁନିକ୍ସ ଅପରେଟିଙ୍ଗ ସିଷ୍ଟମକୁ'(UNIX Operating System) ଅତ୍ୟଧିକ ଭାବରେ ସି ପ୍ରୋଗ୍ରାମିଂ ଭାଷାରେ ଲେଖାଯାଇଛି।
ଲଉଡ଼ି ନାଚ ବା ବାଡ଼ିଖେଳ ବା ଲଉଡ଼ି ଖେଳ ଓଡ଼ିଶାର ଗୋପାଳ ସମ୍ପ୍ରଦାୟଙ୍କର ପାରମ୍ପରିକ ନୃତ୍ୟ । କେତକ ସ୍ଥାନରେ ଏହାକୁ ଦାଣ୍ଡି ଖେଳ ମଧ୍ୟ କୁହାଯାଏ । ସାରା ଓଡ଼ିଶାର ଗୋପାଳ ସଂପ୍ରଦାୟ ଏହାକୁ ପାଳନ କରିଥାନ୍ତି । ଏହା ଓଡ଼ିଶାର ଏକ ପାରମ୍ପରିକ ଲୋକ କଳା । ଏହା ଯାଦବ ବହୁଳ ଉତ୍ତର ପ୍ରଦେଶରେ ମଧ୍ୟ ଦେଖାଯାଏ ନାହିଁ । କିପରି ଏକ ଭିନ୍ନ ସାମରିକ ଖେଳ ଓଡ଼ିଶାରେ ପ୍ରଚଳିତ ଥିଲା ଏବେ ବି ଏହାର ପୃଷ୍ଠଭୂମି ଅନେକଙ୍କୁ ଅଗୋଚର ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ସତ୍ୟନାରାୟଣ ରାଜଗୁରୁ ୧୯ ଅଗଷ୍ଟ ୧୯୦୩, (କାଳୀୟ ଦଳନ ଏକାଦଶୀ) ଦିନ ପାରଳାଖେମୁଣ୍ଡିଠାରେ ରାଜଗୁରୁ ବଂଶରେ ଜନ୍ମଗ୍ରହଣ କରିଥିଲେ । ପିତା ହରେକୃଷ୍ଣ ରାଜଗୁରୁ ଓ ମାତା ସୁନାମଣି ଦେବୀ ସତ୍ୟନାରାୟଣ ବ୍ରତ ପାଳନ କରି ସନ୍ତାନ ଲାଭ କରିଥିବାରୁ ପୁତ୍ରର ନାମ ସତ୍ୟନାରାୟଣ ଦେଇଥିଲେ ଜନ୍ମଲାଭର ସପ୍ତମଦିନ ତାଙ୍କର ମାତୃବିୟୋଗ ଘଟିଥିଲା । ଗୃହପଣ୍ଡିତଙ୍କଠାରୁ ସଂସ୍କୃତ ଓ କର୍ମକାଣ୍ଡ ଶିକ୍ଷା କରିବା ପରେ ସ୍ଥାନୀୟ ଉଚ୍ଚବିଦ୍ୟାଳୟରେ ଶିକ୍ଷାଲାଭ କରିଥିଲେ । ୧୯୪୭ ମସିହାରେ ସେ ଚାକିରି କ୍ଷେତ୍ରରେ ପ୍ରବେଶକରି ‘କଳିଙ୍ଗ ଐତିହାସିକ ଗବେଷଣା ସମିତି’ରେ ଯୋଗ ଦେଇଥିଲେ । ୧୯୫୦ମସିହାରୁ ୧୯୬୧ ମସିହା ପର୍ଯ୍ୟନ୍ତ ‘ଓଡ଼ିଶା ରାଜ୍ୟ ସଂଗ୍ରହାଳୟ’ର ଅଭିଲେଖ ବିଭାଗରେ କ୍ୟୁରେଟର ଦାୟିତ୍ଵ ଓ ପରେ ୧୯୬୩-୧୯୭୦ ପର୍ଯ୍ୟନ୍ତ ଏପିଗ୍ରାଫିଷ୍ଟ ଦାୟିତ୍ଵ ସମ୍ଭାଳିଥିଲେ । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅବୈତନିକ ପ୍ରତ୍ନତତ୍ତ୍ୱ ଉପଦେଷ୍ଟା ରୂପେ ମଧ୍ୟ ଦୁଇ ବର୍ଷ କାମ କରିଥିଲେ । ଉତ୍କଳ ସାହିତ୍ୟ, ସହକାର, ନବଭାରତ ପ୍ରଭୃତି ମାସିକ ସାହିତ୍ୟ ପତ୍ରିକାମାନଙ୍କରେ ତାଙ୍କର ବହୁ ଐତିହାସିକ ପ୍ରବନ୍ଧ ପ୍ରକାଶ ପାଇଛି । 'ଉତ୍କଳ ହିତୈଷିଣୀ' ନାମକ ସାପ୍ତାହିକ ପତ୍ରିକାର ସମ୍ପାଦକ ରୂପେ ସେ କାର୍ଯ୍ୟ କରିଥିଲେ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଭାରତର ସଂସ୍କୃତି ବହୁ ଜିନିଷକୁ ମିଶାଇକରି ତିଆରି ହୋଇଛି , ଯେଉଁଥିରେ ଭାରତର ଲମ୍ବା ଇତିହାସ , ବିଲକ୍ଷଣ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ସଭ୍ୟତାର ଦୌରାନ ତିଆରି ହୋଇଥିଲା ଏବଂ ଆଗକୁ ଚାଲି ବୈଦିକ ରୀତିରେ ବିକଶିତ ହୋଇଥିଲା , ବୌଦ୍ଧ ଧର୍ମ ,ସ୍ଵର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ବିରାସତ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ରିବାଜ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ସହସ୍ତ୍ରାଦ୍ବିୟ ପୂର୍ବରୁ ଅଧିକ ସମୟରେ ଭାରତର ରୀତି-ରିବାଜ , ଭାଷା , ପ୍ରଥା ଏବଂ ପରମ୍ପରା ଏହାର ଉଭୟରେ ପରସ୍ପର ସମ୍ବନ୍ଧରେ ମହଣ ବିବିଧତାର ଏକ ଅଦ୍ଵିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜଣକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା (traditions) ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ଵିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।