ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ରାଜ ମରିଚ (ଈଂରାଜୀରେ Ghost Pepper ବା Ghost Chili) ଏକ ପ୍ରକାରର କଲମୀ ବା ଶଂକର ଜାତୀୟ ଲଙ୍କା । ଭାରତରେ ମିଳୁଥିବା ସମସ୍ତ ପ୍ରକାରର ଲଙ୍କା ମଧ୍ୟରୁ ଏହା ସବୁଠାରୁ ଅଧିକ ରାଗ ବୋଲି କୁହାଯାଏ । ଏହି ଲଙ୍କାର ଅନ୍ୟ କେତେକ ସ୍ଥାନୀୟ ନାମ ହେଲା : ଭୂତ୍ ଜୋଲୋକିୟା, ଊ-ମୋରୋକ୍, ଲାଲ୍ ନାଗା, ନାଗା ଜୋଲୋକିୟା ଇତ୍ୟାଦି । ଏହି ମରିଚ ମୁଖ୍ୟତଃ ଉତ୍ତର-ପୂର୍ବ ଭାରତର ଅରୁଣାଚଳ ପ୍ରଦେଶ, ଆସାମ, ନାଗାଲ୍ୟାଣ୍ଡ ଓ ମଣିପୁର ଇତ୍ୟାଦି ରାଜ୍ୟମାନଙ୍କରେ ଚାଷ କରାଯାଏ । ଚୀନୀ ଶିମଳାଲଙ୍କା ଓ ଫ୍ରୁଟେଶିନ୍ସ ଶିମଳାଲଙ୍କାର କଲମୀକରଣରୁ ଏହି ମରିଚର ସୃଷ୍ଟି ଏବଂ ଏହି ମରିଚ ବଙ୍ଗଳାଦେଶରେ ମିଳୁଥିବା ନାଗା ମୋରିଚ୍ର ନିକଟ ସମ୍ପର୍କୀୟ ।
ଦୁର୍ଗା ଶକ୍ତି ନାଗପାଳ (ଜନ୍ମ ୨୫ ଜୁନ ୧୯୮୫) ଜଣେ ଭାରତୀୟ ପ୍ରଶାସକ, ଭାରତୀୟ ପ୍ରଶାସନିକ ସେବାର ଉତ୍ତର ପ୍ରଦେଶର କାର୍ଡରେ ସିଭିଲ ସେବକ ଏବଂ ଅଧିକାରୀ ଅଟନ୍ତି । କୃଷି ମନ୍ତ୍ରାଳୟ ଭାରତର କେନ୍ଦ୍ରୀୟ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀଙ୍କୁ ବିଶେଷ ଅଧିକାରୀ ଋପେ ମୁତୟନ କରାଯାଇଥାଏ । ଗୌତମ ବୁଦ୍ଧ ନଗରର ନିଜ ଅଧିକାର କ୍ଷେତ୍ରରେ ଭ୍ରଷ୍ଟାଚାର ଏବଂ ଅବୌଧ ବାଲି ଖନନ ବିରୁଦ୍ଧରେ ବଡ ମାପକ୍ରମରେ ଅଭିଯାନ ଆରମ୍ଭ କରିବା ପରେ ସେ ସାର୍ବଜନିକ ନଜରକୁ ଆସିଗଲେ । ପରେ ଉତ୍ତର ପ୍ରଦେଶ ସରକାର ଗ୍ରେଟର ନୋଏଡାର ଏକ ଗ୍ରାମରେ ଅବୌଧ ମସ୍ଜିଦର ଦ୍ୱାରକୁ ଦ୍ୱସ୍ତ କରିବା ପାଇଁ ତାଙ୍କୁ ନିଲମ୍ବିତ କରିଦିଆ ଯାଇଥିଲା, ଯାହାର ପରିଣାମ ସ୍ୱରୂପ ଗମ୍ଭିର ବିପକ୍ଷର ସାମନା କରାଗଲା କାରଣ ଏହି ଆଧାର ମାନି ନିଆଯାଉଥିଲା । ବିଭିନ୍ନ ରାଜନିତିକ ଦଳ, ଭାରତୀୟ ପ୍ରଶାସକ ସଙ୍ଘର ବଢୁଥିବା ଦାବି, ଏବଂ ତାଙ୍କ ନିଲମ୍ବନ ପାଇଁ ଅନଲାଇନ ସୋସିଆଲ ମିଡିଆରେ ସାଧାରଣ ଜନତାଙ୍କୁ ରବ୍ଦ କରିଦିଆ ଯିବ । 22 ସେପ୍ଟେମ୍ବର ୨୦୧୩ ମସିହାରେ ଉତ୍ତର ପ୍ରଦେଶ ସରକାର, ତାଙ୍କ ନିଲମ୍ବନ କୁ ରବ୍ଦ କରିଦେଇଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
୨୦୧୪ ମସିହା ମାର୍ଚ୍ଚ ୧୧ରେ ଓଡ଼ିଆଭାଷାକୁ କେନ୍ଦ୍ର ସରକାର ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଥିଲେ । ତେଣୁ ପ୍ରତିବର୍ଷ ମାର୍ଚ୍ଚ ୧୧ ତାରିଖରେ ରାଜ୍ୟ ବ୍ୟାପୀ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଶାସ୍ତ୍ରୀୟ ଭାଷା ଉପଦେଷ୍ଟା କମିଟିର ବୈଠକରେ ଏକ ନିଷ୍ପତ୍ତି ନିଆଯାଇଛି । ଏହି ଅବସରରେ ଓଡ଼ିଆ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଂସ୍କୃତି ବିଭାଗ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି । ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ ଅବସରରେ ଜିଲ୍ଲା ଓ ରାଜ୍ୟସ୍ତରରେ ଉଚ୍ଚବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରୀୟ ପ୍ରବନ୍ଧ ଓ ତର୍କ ପ୍ରତିଯୋଗିତା ଆୟୋଜନ କରାଯାଏ । ଓଡ଼ିଆ ଭାଷା, ଆମର ଅସ୍ମିତା ଏବଂ ଓଡ଼ିଆ ଭାଷାର ଶାସ୍ତ୍ରୀୟତାକୁ ପ୍ରତିପାଦନ କରିବା ପାଇଁ ବିଭିନ୍ନ ପ୍ରତିଯୋଗିତା ସହିତ ଜିଲ୍ଲା ଓ ରାଜ୍ୟସ୍ତରରେ ସଭାସମିତି ଆୟୋଜନ, ଆଲୋଚନା ଚକ୍ର ଓ ପୁସ୍ତକ ଉନ୍ମୋଚନ ଇତ୍ୟାଦିର କାର୍ଯ୍ୟକ୍ରମ ଆୟୋଜନ ହୁଏ । ଏପରି ଆୟୋଜନ ଫଳରେ ଓଡ଼ିଆ ଭାଷାର ଶାସ୍ତ୍ରୀୟତା ବାବଦରେ ଓଡ଼ିଶାବାସୀ ବିଶେଷ ଭାବରେ ସଚେତନ ହେବା ସହିତ ରାଜ୍ୟରେ ଓଡ଼ିଆ ପ୍ରଚଳନର ବ୍ୟାପକତା ପ୍ରତି ଉତ୍ସାହଜନକ ପରିବେଶ ସୃଷ୍ଟି ହେବାକୁ ଲକ୍ଷ୍ୟ ରଖାଯାଇଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜନ୍ମ ନିରୋଧ ବା ଜନ୍ମ ନିୟନ୍ତ୍ରଣ ବା ପ୍ରଜନନ ଶକ୍ତି ନିୟନ୍ତ୍ରଣ ଏକ ପଦ୍ଧତି ଯାହାଦ୍ଵାରା ଗର୍ଭ ନିରୋଧ କରାଯାଏ ଅର୍ଥାତ ପିଲା ଜନ୍ମ ନ ହେବା ନିମନ୍ତେ ବନ୍ଦବୋସ୍ତ କରାଯାଏ । ଯୋଜନା, ବନ୍ଦବୋସ୍ତ ଓ ଜନ୍ମ ନିୟନ୍ତ୍ରଣକୁ ସାମୁହିକ ଭାବରେ ପରିବାର ଯୋଜନା ବା ପରିବାର ନିୟନ୍ତ୍ରଣ କହନ୍ତି । ପୁରାକାଳରୁ ଜନ୍ମ ନିରୋଧ ପଦ୍ଧତିର ପ୍ରଚଳନ ଚାଲିଆସିଛି କିନ୍ତୁ ବିଂଶ ଶତାବ୍ଦୀରେହିଁ ଫଳପ୍ରଦ ଓ ନିରାପଦ ପଦ୍ଧତି ଉପଲବ୍ଧ ହେଲା । ଧାର୍ମିକ, ନୈତିକ ଓ ରାଜନୈତିକ କାରଣରୁ ଅନେକ ସଂସ୍କୃତିରେ ଜନ୍ମ ନିରୋଧକୁ ବିରୋଧ କରାଯାଏ । ସବୁଠାରୁ ଫଳପ୍ରଦ ବନ୍ଧ୍ୟାକରଣ ମଧ୍ୟରେ ଭାସେକ୍ଟୋମି(ପୁରୁଷମାନଙ୍କର ବନ୍ଧ୍ୟାକରଣ), ମହିଳାମାନଙ୍କର ଟ୍ୟୁବାଲ ଲାଇଗେସନ୍, ଆଇ.ୟୁ.ଡି.
ସରସ୍ଵତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ଵତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ଵତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ଵତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ରାଜକିଶୋର ରାୟ, (୨୩ ନଭେମ୍ବର ୧୯୧୪ - ୧୧ ଅଗଷ୍ଟ ୧୯୯୮) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଲେଖକ ।କ୍ଷୁଦ୍ରଗଳ୍ପ, ନାଟକ, ଉପନ୍ୟାସ ଆଦି ସାହିତ୍ୟର ବହୁ ବିଭାଗରେ ସେ ଲେଖନୀ ଚାଳନା କରିଛନ୍ତି । ସେ ଆଡମ୍ବରପୂର୍ଣ୍ଣ କାବ୍ୟିକ ଭାଷା ଓ ମର୍ଯ୍ୟାଦାବନ୍ତ ଶୈଳୀ ତାଙ୍କ ଗଳ୍ପର ବୈଶିଷ୍ଟ୍ୟ୍ । ସେ ୧୯୧୪ ମସିହା ନଭେମ୍ବର ୨୩ ତାରଖରେ ଜନ୍ମଗ୍ରହଣ କରିଥିଲେ । ବୃତ୍ତିରେ ସେ ଥିଲେ ଅଧ୍ୟାପକ । ସାହିତ୍ୟ, ଅଧ୍ୟାପନା, ନୃତ୍ୟ, ସଙ୍ଗୀତ, ଅଭିନୟ, ନିର୍ଦ୍ଦେଶନା ଆଦି କ୍ଷେତ୍ରରେ ତାଙ୍କର ରୂଚି ରହିଥିଲା । "ଦୀପାଳି" ତାଙ୍କ ପ୍ରକାଶିତ ପ୍ରଥମ କବିତା ସଂକଳନ ଥିଲା । ଏହା ପରେ, ସେ ଗପ ଲେଖିବା ଆରମ୍ଭ କରିଥିଲେ । ସେ ସାଧାରଣତଃ ଅଙ୍ଗେ ନିଭେଇଥିବା କଥାକୁ ନେଇ ଗପ ଲେଖୁଥିଲେ, ତେଣୁ ତାଙ୍କ ରଚିତ ବହୁ ଗଳ୍ପର ନାୟକ, ସେ ନିଜେ ଥିଲେ । ଗପଗୁଡିକ ଆତ୍ମକୈନ୍ଦ୍ରିକ ହେଉଥିଲା ବୋଲି ସମାଲୋଚିତ ମଧ୍ୟ ହୋଇଥିଲା । ରେଭେନ୍ସା ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିବା ସମୟରେ, ସେ ନାରୀ ଚରିତ୍ରରେ ଅଭିନୟ କରୁଥିଲେ । ଭାଇ ଭାଉଜ ତାଙ୍କ ଅଭିନିତ ଏକ କଥାଚିତ୍ର । ରେଭେନ୍ସା ମହାବିଦ୍ୟାଳୟରେ ପଢିବା ସମୟରେ, ପ୍ରେମଲତା ନାମକ ଜଣେ କିରସ୍ତାନୀ ଝିଅ ସହିତ ତାଙ୍କ ପ୍ରଣୟ, ଏକ ଚର୍ଚ୍ଚାର ବିଷୟ ରହିଥିଲା । ଏପରିକି ଉତ୍କଳ ଦୀପିକା ଖବର କାଗଜରେ ଏ ବାବଦର ଖବର ପ୍ରକାଶ ପାଇଥିଲା । ସେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର କାର୍ଯ୍ୟକାରୀ ସଭାପତି ଓ ୧୯୫୮ ମସିହାରେ ପ୍ରତିଷ୍ଠିତ ଓଡ଼ିଶା ସାହିତ୍ୟ-ସଙ୍ଗୀତ-ନାଟକ ଏକାଡେମୀର ପ୍ରଥମ ସଚିବ ଭାବରେ କାର୍ଯ୍ୟ କରିଥିଲେ ।
ପଣସ (Artocarpus heterophyllus) ଦକ୍ଷିଣ ଏସିଆରେ ଦେଖାଯାଉଥିବା ଏକ ଗଛ ଅଟେ । ଏହାର ଫଳ ମାଂସଳ ଓ ହଳଦିଆ ରଙ୍ଗର ଅଟେ । ପ୍ରଥମରୁ ଏହା ଭାରତରେ ଦେଖାଯାଉଥିଲା । ଗୋଆ , କେରଳ, ଓଡ଼ିଶା, ତାମିଲନାଡୁ , ମହାରାଷ୍ଟ୍ର ଆଦି ରାଜ୍ୟ ମାନଙ୍କରେ ଏହା ଦେଖାଯାଏ । ଏହା ସବୁଠାରୁ ବଡ ଫଳ ଅଟେ । ସବୁଠାରୁ ବଡ ପଣସର ଓଜନ ୩୫ କିଲୋ , ୯୦ ସେଣ୍ଟିମିଟର ଲମ୍ବା, ଓ ୫୦ ସେଣ୍ଟିମିଟର ଚଉଡା ଅଟେ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ବର୍ଷଣ (Precipitation) ଏକ ପ୍ରାକୃତିକ ପ୍ରକ୍ରିୟା । ଏହି ପ୍ରକ୍ରିୟାରେ ଜଳ କଠିନ କିମ୍ବା ତରଳ ଅବସ୍ଥାରେ ଭୂପୃଷ୍ଠରେ ପଡ଼ିଥାଏ । ମେଘରେ ଥିବା ଜଳକଣା ବା ତୁଷାରକଣାଗୁଡ଼ିକ ଏତେ କ୍ଷୁଦ୍ର ଯେ ବହୁଦିନ ଧରି ଆକାଶରେ ଭାସି ବୁଲିଲେ ମଧ୍ୟ ତଳକୁ ଶୀଘ୍ର ଖସିପଡ଼ିବାର ସମ୍ଭାବନା ନ ଥାଏ । ଏହି ଜଳକଣା କିମ୍ବା ତୁଷାରକଣାଗୁଡ଼ିକ ଅଧିକ ଘନୀଭୂତ ହେଲେ ସେମାନଙ୍କର ଆକାର ବୃଦ୍ଧି ପାଇ ଓଜନିଆ ହେବା ଯୋଗୁଁ ସେଗୁଡ଼ିକ ତଳେ ଖସିପଡ଼ିଥାଏ ।
ଡୋନାଲ୍ଡ ଟ୍ରମ୍ପ ଯୁକ୍ତରାଷ୍ଟ୍ର ଆମେରିକାର ୪୫ତମ ରାଷ୍ଟ୍ରପତି ଭାବରେ ୨୦-୧-୨୦୧୭ରୁ ଚାରି ବର୍ଷ ନିମଂତେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଆମେରିକାର ରିପବ୍ଲିକାନ ରାଜନୈତିକ ଦଳ ତରଫରୁ ୨୦୧୬ ନଭେମ୍ବର ରାଷ୍ଟ୍ରପତି ନିର୍ବାଚନ ଲଢି ସେ ହରାଇଥିଲେ ଡେମୋକ୍ରାଟ ଦଳର ହିଲାରି କ୍ଲିଣ୍ଟନଙ୍କୁ । ଟ୍ରମ୍ପ ଅର୍ଗାନାଇଜେସନ୍ର ଚେୟାରମ୍ୟାନ୍ ହେଉଛନ୍ତି ଟ୍ରମ୍ପ । 2014ରେ ଯେଉଁ କମ୍ପାନିର ରାଜସ୍ବ ଥିଲା 9.5 ୟୁଏସ୍ ବିଲିୟନ୍ ଡଲାର । ସେ ବର୍ତ୍ତମାନ 3.7 ବିଲିୟନ୍ ଡଲାର ମାଲିକ । ତାଙ୍କର ଟ୍ରମ୍ପ ଟାଓ୍ବାର ପେଣ୍ଟ ହାଉସ୍ର ମୂଲ୍ୟ ହେଉଛି ଶହେ ମିଳିୟନ୍ ଡଲାର । ଏହାଛଡ଼ା ତାଙ୍କର ରହିଛି ନ୍ୟୁୟର୍କରେ ଏକ ବିରାଟ ମ୍ୟାନସନ୍ । ଟ୍ରମ୍ପଙ୍କ ଗୋଲ୍ଡ ପ୍ଲେଟେଡ୍ ମୋଟର ସାଇକେଲ , 3ଟି ସିକୋରିସ୍କାଏ ହେଲିକପ୍ଟର ଓ ଏକ ବୋଇଂ 757 ରହିଛି । ଏହା ବାଦ ତାଙ୍କ ପାଖରେ ରହିଛି ପ୍ରାୟ 23 ମିଲିଅନ୍ ଡଲାରର ଜେଟ୍ ବିମାନ । ସେ ବର୍ତ୍ତମାନ ଆମେରିକାର 113 ତମ ଓ ବିଶ୍ବର 324ତମ ଧନୀ ବ୍ୟକ୍ତି [୧] ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ନଟୁ, ଭାରତ ଓ ପାକିସ୍ଥାନର ଏକ ପାରମ୍ପାରିକ ଖେଳ । ଏହି ଖେଳ ବିଶେଷ କରି ଗ୍ରାମାଞ୍ଚଳରେ ଖେଳାଯାଏ । କନ୍ନଡ ଓ ତାମିଲ ଭାଷାରେ ଏହାକୁ 'ବମ୍ବରମ' ତଥା ହିନ୍ଦୀ ଓ ଉର୍ଦୁ ଭାଷାରେ 'ଲଟ୍ଟୁ' କୁହାଯାଏ । ନଟୁ କାଠରେ ତିଆରି ହୋଇଥାଏ । ଏହାର ଉପର ଅଂଶ ପେଟୁଆ ଓ ନିମ୍ନଭାଗ କ୍ରମଶ ଗୋଜିଆ ହୋଇଆସିଥାଏ । ଏହାର ଠିକ ମଝିରେ ଲମ୍ବ ପଟରେ ଏକ ଲୁହା କଣ୍ଟା ଭେଦକରାଯାଇଥାଏ । ଏହି କଣ୍ଟା ସାହାଯ୍ୟରେ ନଟୁ ଘୁରିଥାଏ । ନଟୁର ନିମ୍ନାର୍ଧକୁ ଏକ ସୂତାଦ୍ଵାରା ଗୁଡାଇ, ଭୂଇଁ ଉପରକୁ ଛାଟି ଦେଇ, ସୂତାଟିକୁ ନିଜ ଆଡକୁ ଟାଣିଆଣିଲେ ନଟୁଟି ବହୁ ସମୟ ପର୍ଯ୍ୟନ୍ତ ଭୂଇଁରେ ଘୁରିବୁଲେ । ଏହି ଘୁରି ବୁଲୁଥିବା ସମୟରେ, ସୂତା ସାହାଯ୍ୟରେ ନଟୁଟିକୁ ଉଠାଇ ଆଣି ହାତ ପାପୁଲି ଉପରେ ମଧ୍ୟ ଘୁରାଯାଇପାରେ ।
ଅକ୍ଷୟ ମହାନ୍ତି (୧୨ ଅକ୍ଟୋବର ୧୯୩୭ – ୧୭ ନଭେମ୍ବର ୨୦୦୨) (ଅନ୍ୟନାମ: ଖୋକା ଭାଇ) କଟକଠାରେ ଜନ୍ମିତ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ସଂଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ । ସେ ଓଡ଼ିଆ କଥାଚିତ୍ର, ପଲ୍ଲୀଗୀତ, ଭଜନମାନଙ୍କରେ କଣ୍ଠଦାନ କରିଛନ୍ତି, ତାଙ୍କୁ ଓଡ଼ିଆ ଆଧୁନିକ ଓ ସୁଗମ ସଙ୍ଗୀତର ଜନ୍ମଦାତା ବୋଲି କୁହାଯାଇଥାଏ । ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
କବାଡି ଭାରତର ବିଭିନ୍ନ ଅଞ୍ଚଳରେ ଖେଳା ଯାଉଥିବା ଏକ ଲୋକପ୍ରିୟ ଖେଳ । ଏହା ସର୍ବପ୍ରଥମେ ଭାରତରୁ ଆରମ୍ଭ ହୋଇଥିବାର ନଜିର ରହିଛି । ଭାରତରେ ବିଭିନ୍ନ ପର୍ବ ପାଳନ ଅବସରରେ ତଥା ଅନ୍ୟ ସମୟରେ ଆମୋଦ ପାଇଁ ମଧ୍ୟ ଖେଳା ଯାଇଥାଏ । ଭାରତ ଛଡା ବିଭିନ୍ନ ସ୍ଥାନରେ ଏହି ଖେଳକୁ ଭିନ୍ନ ଭିନ୍ନ ଆଞ୍ଚଳିକ ନାମରେ ଲୋକମାନେ ଜାଣନ୍ତି । ବଙ୍ଗଳାଦେଶରେ ଏହି ଖେଳକୁ ହୁହୁଡୁ , ମାଳଦ୍ଵୀପରେ ଏହାକୁ ବାନାଟି , ଆନ୍ଧ୍ରପ୍ରଦେଶରେ ଏହାକୁ ଚୀଡୁଗୁଡୁ , ତାମିଲନାଡୁରେ ସାଡୁଗୁଡୁ ଆଦି ନାମରେ ଜଣାଯାଇଥାଏ । ଏହି ଖେଳଟି ବଙ୍ଗଳାଦେଶରେ ଜାତୀୟ ଖେଳ ଭାବରେ ଆଦୃତ ହୋଇଛି । ଏହାକୁ ଅଧିକ ଲୋକପ୍ରିୟ କରିବା ପାଇଁ ଏବେ ଭାରତରେ ଜାତୀୟ ସ୍ତରରେ ପ୍ରୋ କବାଡି ଲିଗ(Pro Kabaddi League) ଆୟୋଜନ କରାଯାଉଛି । ଯଦିଓ ଏହାର ନାମର ଉତ୍ପତ୍ତିକୁ ନେଇ ସେପରି କିଛି ନିର୍ଦ୍ଧିଷ୍ଟ ପ୍ରମାଣ ଆଜିଯାଏଁ ମିଳି ପାରିନାହିଁ , ତଥାପି ଉତ୍ତର ଭାରତରୁ ଏହାର ଉତ୍ପତ୍ତି ବିଷୟରେ ସୂଚନା ମିଳେ । ତାମିଲ ଶବ୍ଦ "କାଭିଡି"(ତାମିଲ ଅର୍ଥ ଅଧା ନଇଁ କରି ଖେଳିବାକୁ ବୁଝାଏ) କିମ୍ବା "କାଇ-ପିଡି"(ହାତକୁ ହାତ ଧରିକରି ଖେଳିବାକୁ ବୁଝାଏ )ରୁ "କବାଡି'" ଶବ୍ଦ ଆସିଥିବା ଅନୁମାନ କରାଯାଏ ।