ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼ରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ପୋକେମୋନ କଲୋସେଅମ ହେଉଛି ଜିନିଅସ ସୋନୋରିଟି ଦ୍ୱାରା ନିର୍ମାଣ ହୋଇଥିବା ଏକ ଭୁମିକା ଭିତ୍ତିକ ଭିଡିଓ ଗେମ, ଯାହାର ଉନ୍ମୋଚନ ଦ ପୋକେମୋନ କମ୍ପାନି ଏବଂ ପ୍ରସାର ପ୍ରଚାର ନିତେଣ୍ଡୋ ଦ୍ୱାରା ହୋଇଥିଲା । ଏହାର ଉନ୍ମୋଚନ ପ୍ରଥମେ ନଭେମ୍ବର ୨୧, ୨୦୧୩ ରେ ଜାପାନରେ, ମାର୍ଚ୍ଚ ୨୨, ୨୦୦୪ ରେ ଉତ୍ତର ଆମେରିକାରେ ଏବଂ ମଇ ୧୪, ୨୦୦୪ ରେ ଇଉରୋପରେ ନିତେଣ୍ଡୋର ଗେମ କ୍ୟୁବ ପାଇଁ ହୋଇଥିଲା । ପୋକେମୋନର ପୁର୍ବ ସଙ୍କଳନ ଭଲି, ଏଥିରେ ପୋକେମୋନ ସହ ଆକସ୍ମିକ ମିଳନର ସମ୍ଭାବନା ନଥିଲା । ବରଂ ଏଥିରେ ଅନ୍ୟ ଖେଲାଲିଙ୍କ ଠାରୁ ପୋକେମୋନ ଚୋରାଇବାର ବ୍ୟବସ୍ଥା ରହିଥିଲା । ଏହି ଖେଳରେ, ଅଫଲାଇନ ଏବଂ ଅନଲାଇନ ଖେଳିବାର ବ୍ୟବସ୍ଥା ମଧ୍ୟ ରହିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି । ଏହାର ବ୍ୟବହାର ଓ ସିଦ୍ଧାନ୍ତ ଗୁଡିକ ଉପରେ ଗବେଷଣା କରି ଏହାର ବିଭାଗୀକରଣ କରାଯାଇଛି । ଏହାର କିଛି ବିଷୟକୁ ଆମର ଦୈନନ୍ଦିନ ଜୀବନରେ ସଫଳ ଭାବେ ବ୍ୟବହାର କରାଯାଇପାରୁଥିବା ବେଳେ, ଅନ୍ୟ କଛି ବିଷୟକୁ କେବଳ ସମ୍ୟକ ଧାରଣା ଓ ଅନୁମାନକୁ ଆଧାର କରି ଭବିଷ୍ୟତରେ ଗବେଷଣା ପାଇଁ ବିଷୟବସ୍ତୁ ଭାବରେ ନିଆଯାଉଛି ।
ଚନ୍ଦ୍ରମୁଖୀ ବାସୁ (୧୮୬୦ - ୧୯୪୪), ଜଣେ ଡେରାଡୁନ୍ ବାସିନ୍ଦା ଥିଲେ, ଯାହା ସେ ସମୟରେ ଆଗ୍ରା ଓ ଅବଧ ରାଜ୍ୟରେ ଥିଲା । ବ୍ରିଟିଶ୍ ଶାସନ ସମୟରେ ପ୍ରଥମ କରି ସ୍ନାତ୍ତକ ଲାଭ କରିଥିବା ଦୁଇ ମହିଳାଙ୍କ ମଧ୍ୟରେ ସେ ଅନ୍ୟତମ ଥିଲେ । ୧୮୮୨ରେ କାଦମ୍ବିନୀ ଗାଙ୍ଗୁଲିଙ୍କ ସହ ସେ କଲିକତା ବିଶ୍ୱବିଦ୍ୟାଳୟରୁ କଳାରେ ସ୍ନାତ୍ତକ ଲାଭ କରିଥିଲେ। ଆନୁଷ୍ଠାନିକ ଭାବେ ୧୮୮୩ରେ ସେମାନଙ୍କୁ ସମ୍ମନପତ୍ର ଦିଆଯାଇଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ରାମଚନ୍ଦ୍ର ପଣ୍ଡୁରଙ୍ଗ ତୋପେ ( ୧୮୧୪-୧୮୫୯) , ୧୯୫୭ ଭାରତୀୟ ବିଦ୍ରୋହର ଜଣେ ଅଗ୍ରଗାମୀ ନେତା ଥିଲେ । 'ତାତ୍ୟା ତୋପେ' ନାମରେ ପରିଚିତ ହେଇଥିବା ତୋପେ ଜଣେ ଧୁରନ୍ଧର ସେନାପତି ଓ ଦେଶ ଭକ୍ତ ଭାବରେ ବ୍ରିଟିଶ ରାଜୁତି ବିରୁଦ୍ଧରେ ଯୁଦ୍ଧରେ ଅବତରଣ ହେଇ ବହୁତ ସାହସିକତାର ପରିଚୟ ଦେଇଥିଲେ । ସ୍ଵାଧୀନତା ସଂଗ୍ରାମର ସେ ଜଣେ ଆଦ୍ୟ ସଂଗ୍ରାମୀ ଭାବରେ ଇତିହାସରେ ସ୍ଥାନିତ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଜ୍ଵର, (ଇଂରାଜୀ ଭାଷାରେ ଫିଭର ବା ପାଇରେକଶିଆ ଯଥାକ୍ରମେ Fever ବା pyrexia), ରୋଗର ସଂଜ୍ଞା: ଦେହର ଉତ୍ତାପ ସାଧାରଣ ତାପମାନରୁ ବୃଦ୍ଧି ପାଇଲେ ଜ୍ଵର ନାମ ଦିଆଯାଏ । ଶରୀରର ସାଧାରଣ ତାପମାନର ସର୍ବାଧିକ ମାନ ଉପରେ ମତୈକ୍ୟ ନାହିଁ ଓ ଏହାକୁ ୩୭.୫ରୁ ୩୮.୩ ସେ (୯୯.୫ରୁ ୧୦୦.୯) ମଧ୍ୟରେ ଧରାଯାଏ । ନିର୍ଦ୍ଧାରିତ ତାପମାତ୍ରାରୁ ଉତ୍ତାପ ଅଧିକ ହେଲେ ମାଂସପେଶୀ ସଂକୋଚନ ଅଧିକ ହୋଇ ଶୀତ ଅନୁଭବ ହୁଏ । ଏହାଦ୍ଵାରା ଅଧିକ ଉତ୍ତାପ ସୃଷ୍ଟି ହୁଏ ଓ ଉତ୍ତାପ ସଂରକ୍ଷଣ ଚେଷ୍ଟା ହୁଏ । ବର୍ଦ୍ଧିତ ଉତ୍ତାପ କମିବାକୁ ଆରମ୍ଭ ହେଲେ ଦେହକୁ ଉଷୁମ ଲାଗେ, ଲାଲ ଦେଖାଯାଏ ଝାଳ ବାହାରେ । କ୍ୱଚିତ ଜ୍ୱରଦ୍ୱାରା ଜ୍ୱରବାତ ସୃଷ୍ଟି ହୁଏ । ଏହା ଯୁବପିଲାଙ୍କର ଅଧିକ ହୁଏ । ସ୍ଵାଭାବିକ ଭାବେ ଜ୍ଵର ୪୧ରୁ ୪୨ °ସେ (୧୦୫.୮ରୁ ୧୦୭.୬ ଫା)ରୁ ଅଧିକ ହୁଏ ନାହିଁ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ଵାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ଵାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ଵର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ଵା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ଵିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ଵଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ହ୍ରୀତିକ ରୋ଼ଶନ ଜଣେ ହିନ୍ଦୀ ସିନେମା କଳାକାର । ସେ ୧୦ ଜାନୁୟାରୀ ୧୯୭୪ରେ ଜନ୍ମ ହେଇଥିଲେ । "କହୋନ ପ୍ୟାର ହେ" ତାଙ୍କର ପ୍ରଥମ ସିନେମା ଥିଲା । ଏହା ପରେ ସେ କୋଇ ମିଲ ଗୟା ,କ୍ରିସ,ଧୂମ୨, ଯୋଦ୍ଧା ଆକବର ,ମିଶନ କାଶ୍ମୀର ,ଲକ୍ଷ୍ୟ,ଅଗ୍ନିପଥ, ଗୁଜାରିଶ, ଜିନ୍ଦେଗୀ ନା ମିଲେଗୀ ଦୁବାରାରା,କ୍ରିସ ୩ ଭଳି ପ୍ରମୁଖ ସିନେମାରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ସେ ପ୍ରସିଦ୍ଧ ସିନେମା ନିର୍ଦେଶକ ରାକେଶ ରୋଶନଙ୍କ ପୁଅ । ହ୍ରୀତିକ୍ଙ୍କୁ ଗୀତ ଗାଇବାକୁ ଓ ଡାନ୍ସ କରିବାକୁ ବହୁତ ଭଲ ଲାଗେ ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ଵାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢି ରଖିଦେଲି କିଏ ପଚାରିବ ମୂଲ !
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ହୃଦ୍ପାତ ବା ହାର୍ଟ ଫେଲ (ଇଂରାଜୀରେ Heart failure ସଂକ୍ଷିପ୍ତରେ HF), ରୋଗ କହିଲେ କ୍ରନିକ ହାର୍ଟ ଫେଲ ବା ଦୀର୍ଘସ୍ଥାୟୀ ହୃଦ୍ପାତ ରୋଗ ବୁଝାଏ ଯେଉଁଥିରେ ଶରୀରର ଆବଶ୍ୟକତା ଅନୁଯାୟୀ ରକ୍ତ ସଞ୍ଚାଳନ କରିବାକୁ ହୃତ୍ପିଣ୍ଡ ଅକ୍ଷମ ହୁଏ । ଏହାକୁ କଞ୍ଜେସ୍ଟିଭ ହାର୍ଟ ଫେଲ୍ୟୁର (ସଂକ୍ଷିପ୍ତରେ CHF) ବା କଞ୍ଜେସ୍ଟିଭ କାର୍ଡିଆକ ଫେଲ୍ୟୁର (ସଂକ୍ଷିପ୍ତରେ CCF) ମଧ୍ୟ କୁହାଯାଏ । ଏହାର ମୂଖ୍ୟ ଲକ୍ଷଣ ସମୂହ; ଛୋଟ ଶ୍ୱାସକ୍ରିୟା, ଅତ୍ୟଧିକ ଥକ୍କାଣ ଓ ପ୍ରାନ୍ତୀୟ ଇଡିମା ବା ଗୋଡ଼ ଫୁଲା ଦେଖାଯାଏ । ଛୋଟ ଶ୍ୱାସକ୍ରିୟା ହେବା ସମୟ:- ରୋଗୀ ବ୍ୟାୟାମ ବା ସମାନ୍ୟ ପରିଶ୍ରମ କଲେ, ଲମ୍ବ ଭାବରେ ଚିତ୍ ହୋଇ ଶୋଇଲେ ଯାହାକୁ ଅର୍ଥୋପ୍ନିଆ (ଇଂରାଜୀରେ orthopnea) କୁହାଯାଏ ଓ ରାତିରେ ଶୋଇଥିବା ବେଳେ ହୁଏ ଯାହାକୁ ପାରୋକ୍ସିସମାଲ ନୋକଚରନାଲ ଡିସନିଆ (ଇଂରାଜୀରେ breathing trouble at night while sleeping) କୁହାଯାଏ । ଉପଯୁକ୍ତ ଚିକିତ୍ସା କରାଯାଉଥିଲେ ମଧ୍ୟ ରୋଗୀର ଶ୍ରମଶକ୍ତି କମିଯାଏ । ହାର୍ଟ ଫେଲ୍ର କାରଣମାନଙ୍କ ମଧ୍ୟରେ କରୋନାରି ଧମନୀ ରୋଗ, ପୁର୍ବତନ ହୃଦ୍ଘାତ ବା ହାର୍ଟ ଆଟାକ୍, ଉଚ୍ଚ ରକ୍ତଚାପ, ଆଟ୍ରିଆଲ ଫିବ୍ରିଲେସନ, ଭାଲ୍ଭ୍ୟୁଲାର ହାର୍ଟ ରୋଗ ଓ କାର୍ଡିଓମାୟୋପାଥି ସାଧାରଣତଃ ଦେଖାଯାଏ । ଏହି ରୋଗଗୁଡ଼ିକ ହୃତ୍ପିଣ୍ଡର ଗଠନ କିମ୍ବା କର୍ମମାନଙ୍କୁ ବଦଳେଇ ଦେବାରୁ ହୃଦ୍ପାତ ହୁଏ । ଦୁଇ ପ୍ରକାର ହୃଦ୍ପାତ ଦେଖାଯାଏ: ପ୍ରଥମଟି ଭେଣ୍ଟ୍ରିକୁଲାର ଅପକର୍ମ, ଦ୍ୱିତୀୟଟି ବାମ ନିଳୟ ସଙ୍କୋଚନ ଶକ୍ତି କମିବା ବା ହୃତ୍ପିଣ୍ଡ ବିଶ୍ରାନ୍ତକ (relaxation) ଶକ୍ତି କମିବା ସହ ସାଧାରଣ ରକ୍ତ ନିଷ୍କାସନ ଥାଏ । ବ୍ୟାୟାମ ଶକ୍ତି କମିବା ସ୍ତରକୁ ନେଇ ଏହାର ଗ୍ରେଡ ନିର୍ଣ୍ଣୟ କରାଯାଏ । ହୃଦ୍ପାତ ସହ ହୃଦ୍ଘାତ ସମାନ ନୁହେଁ, ଦ୍ୱିତୀୟ ରୋଗରେ ହୃତ୍ପିଣ୍ଡ ମାଂସପେଶୀ ମରିଯାଏ ବା ହୃତ୍ପିଣ୍ଡ ବନ୍ଦ ହୋଇଯାଇ ରକ୍ତ ସଞ୍ଚାଳନ ସମ୍ପୁର୍ଣ୍ଣ ବନ୍ଦ ହୋଇଯାଏ ।ଏହି ହୃଦ୍ପାତ ଲକ୍ଷଣ ଭଳି ଅନ୍ୟ କେତେକ ରୋଗରେ ପ୍ରାୟ ସମାନ ଧରଣର ଲକ୍ଷଣ ଦେଖାଯାଏ, ସେମାନଙ୍କର ନାମ: ମୋଟାପଣ, ବୃକ୍କ ରୋଗ, ଯକୃତ ରୋଗ, ଆନିମିଆ ଓ ଥାଇରଏଡ ରୋଗ । ଲକ୍ଷଣ ଇତିହାସ ଓ ଶାରୀରିକ ପରୀକ୍ଷାଦ୍ୱାରା ରୋଗ ନିର୍ଣ୍ଣୟ କରାଯାଏ ଓ ଇ.ସି.ଜି. (electrocardiogram) ପରୀକ୍ଷା ଫଳକୁ ନେଇ ନିଷ୍ପତ୍ତି ନିଆଯାଏ । ରକ୍ତ ପରୀକ୍ଷା, ଇ.ସି.ଜି.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.