ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ରଶ୍ମି ବଂଶଲ ଜଣେ ଭାରତୀୟ କାଳ୍ପନିକ ପୁସ୍ତକ ଲେଖିକା, ଉଦ୍ୟୋଗପତି ଏବଂ ଯୁବ ବିଶେଷଜ୍ଞ । ୨୦୧୭ ମସିହା ଭିତରେ ସେ ୮ଟି ପୁସ୍ତକ ରଚନା କରିଥିଲେ । ତାଙ୍କର ପୁସ୍ତକ ରଚନା ମୁଖ୍ୟତଃ ବ୍ୟବସାୟ ଉପରେ ଆଧାରିତ । ତାଙ୍କର ପ୍ରଥମ ବହି ଥିଲା ଷ୍ଟେ ହଙ୍ଗ୍ରି ଷ୍ଟ ଫୁଲିସ୍ । ଏହି ବହିଟି ୨୫ ଜଣ ବ୍ୟବସାୟ ପ୍ରଶାସନ ଉଦ୍ୟୋଗପତିଙ୍କ ଉପରେ ପର୍ଯ୍ୟବେଶିତ ଥିଲା । ଏହି ପୁସ୍ତକଟି ୫ ଲକ୍ଷରୁ ଅଧିକ ବିକ୍ରି ହୋଇଥିଲା, ଯାହାକି ଭାରତୀୟ ପୁସ୍ତକ ଭାବରେ ବହୁତ ବିକ୍ରି ହୋଇଥିବା ବହିମାନଙ୍କ ମଧ୍ୟରେ ସ୍ଥାନିତ ହୋଇଥିଲା । ତାଙ୍କର ବହିଗୁଡ଼ିକ ୱେଷ୍ଟଲାଣ୍ଡ ପ୍ରକାଶନ ସଂସ୍ଥା ଦ୍ୱାରା ହିଁ ପ୍ରକାଶ ପାଉଛି ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼ରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ରୁଦ୍ର ପାଣିଗ୍ରାହୀ, ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ୨୦୧୧ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ୨୦୧୧ ମସିହାରେ ସେ ନାରାୟଣ ଘଡ଼େଇଙ୍କ ନିର୍ଦ୍ଦେଶିତ ଓଡ଼ିଆ କଥାଚିତ୍ର ମନେ ରହିବ ଏ ପ୍ରେମ କାହାଣୀ ଜରିଆରେ ସେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ରୁଦ୍ର ୨୦୧୭ ମସିହାରେ ତରଙ୍ଗ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ଜୀନାର ଜୀବନସାଥୀରେ ଭାଗ ନେଇଥିଲେ ଏବଂ ସେ ଜୀନାଙ୍କୁ ବିବାହ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଯାଜପୁର ନଦୀରେ ଭରା ଓଡ଼ିଶାର ଏକ ସହର । ଏହାର ଉତ୍ତର ଦିଗରେ ଭଦ୍ରକ ଜିଲ୍ଲା ଅଛି । ଯାଜପୁରଠାରେ ଥିବା ବିରଜା ମନ୍ଦିର ଓଡ଼ିଶାର ସର୍ବତ୍ର ପରିଚିତ, ଯାଜପୁରକୁ ସେଇଥିପାଇଁ ବିରଜା କ୍ଷେତ୍ର ବୋଲି କୁହାଯାଏ । କେଶରୀ ରାଜାଙ୍କ ଶାସନ କାଳରେ ଏହା ଓଡ଼ିଶାର ରାଜଧାନୀ ଥିଲା, କାଳକ୍ରମେ କଟକକୁ ଉଠିଗଲା ଓଡ଼ିଶାର ରାଜଧାନୀ । "ଯାଜପୁର" ଶବ୍ଦର ବ୍ୟୁତ୍ପତ୍ତି ହୋଇଛି ସଂସ୍କୃତ ଶବ୍ଦ "ୟାଜ୍" ଅର୍ଥାତ୍ ୟଜ୍ଞ କରିବା ରୁ, ବା ଏହା ଯାଗୟଜ୍ଞ କରିବାକୁ ବୁଝାଏ । ଏଠାରେ ଯଯାତି କେଶରୀ ଦଶଟି ଅଶ୍ୱମେଧ ଯଜ୍ଞ କରାଇଥିଲେ ଏବଂ କାନ୍ୟକୁବ୍ଜରୁ ୧୦,୦୦୦ ବ୍ରାହ୍ମଣ ଅଣାଇଥିଲେ ତଥା ଓଡ଼ିଶାରେ ସେମାନଙ୍କୁ ଜାଗା ଜମି ଦେଇ ଶାସନ ଦାନ କରିଥିଲେ । ତେଣୁ ଏହି ସ୍ଥାନକୁ ଯାଜପୁର, ଯାଜନଗର, ୟଜ୍ଞପୁର ମଧ୍ୟ କୁହାଯାଏ ।
ଟାଇଫଏଡ ଜ୍ୱର ବା ଟାଇଫଏଡ ସାଧାରଣତଃ ଆନ୍ତ୍ରିକ ଜ୍ୱର ବା ଅନ୍ତ୍ର ଜ୍ୱର ଭାବରେ ପରିଚିତ, (ଇଂରାଜୀରେ Typhoid fever, ବା typhoid), ସାଲମୋନେଲା ଟାଇଫି ନାମକ ଜୀବାଣୁ ସଂକ୍ରମଣଦ୍ୱାରା ହୁଏ । ଏହି ରୋଗ ଅନ୍ୟ ରୋଗୀ ସଂସ୍ପର୍ଶର ଆସିବାର ୬ ତୁ ୩୦ ଦିନ ପରେ ଆରମ୍ଭ ହୁଏ ଓ ମଧ୍ୟମ ବା ଗମ୍ଭୀର ଧରଣର ହୋଇପାରେ । ଏହି ଜ୍ୱର କିଛି ଦିନ ଧରି ହୁଏ ଓ ଧୀରେ ଧୀରେ ବଢ଼ିଚାଲେ । ଏହି ରୋଗରେ ସାଧାରଣତଃ ଦୁର୍ବଳ ଲାଗେ, ପେଟରେ କଷ୍ଟ ହୁଏ, କୋଷ୍ଠକାଠିନ୍ୟ ଓ ମୁଣ୍ଡବଥା ହୁଏ । ତରଳ ଝାଡ଼ା ଓ ବାନ୍ତି ସାଧାରଣତଃ ହୁଏ । କେତେକ ଲୋକଙ୍କର ଚର୍ମରେ ଗୋଲାପି ରାସ ଦେଖାଯାଏ । ରୋଗ ଗମ୍ଭୀର ହେଲେ ବିଚଳିତ ହେବା ଦେଖାଯାଏ । ଚିକିତ୍ସିତ ନ ହେଲେ ସପ୍ତାହ ସପ୍ତାହ ଓ ମାସ ମାସ ଧରି ରୋଗ ଲାଗିରହେ । କେତେକ ଲୋକ ଦେହରେ ଜୀବାଣୁ ଥାଏ କିନ୍ତୁ ସେମାନଙ୍କୁ ରୋଗ ହୁଏ ନାହିଁ; ସେମାନଙ୍କୁ କ୍ୟାରିଅର କୁହାଯାଏ ଓ ତାଙ୍କର ଅନ୍ୟକୁ ସଂକ୍ରମିତ କରିବା ଶକ୍ତି ଥାଏ । ପାରାଟାଇଫଏଡ ଜ୍ୱର ଭଳି ଟାଇଫଏଡ ଜ୍ୱର ଏକ ପ୍ରକାର ଆନ୍ତ୍ରିକ ଜ୍ୱର ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜିମ୍ କର୍ବେଟ୍ ଜାତୀୟ ଉଦ୍ୟାନ ଭାରତର ସବୁଠାରୁ ପୁରୁଣା ଜାତୀୟ ଉଦ୍ୟାନ । କ୍ରମଶଃ ହ୍ରାସ ପାଇଆସୁଥିବା ମହାବଳ ବାଘଙ୍କ ସଂଖ୍ୟାକୁ ଦେଖି ଈଂରେଜ ଶାସନାଧୀନ ଭାରତରେ ୧୯୩୬ ମସିହାରେ ହେଲି ଜାତୀୟ ଉଦ୍ୟାନ ସ୍ଥାପିତ ହୋଇଥିଲା । ଉତ୍ତରାଖଣ୍ଡ (ତତ୍କାଳୀନ ଉତ୍ତର ପ୍ରଦେଶ) ରାଜ୍ୟର ନୈନିତାଲ ଜିଲ୍ଲାରେ ଏହି ଜାତୀୟ ଉଦ୍ୟାନ ସ୍ଥାପିତ ହୋଇଥିଲା । ଏହାର ସ୍ଥାପନରେ ଜିମ୍ କର୍ବେଟ୍ ଏକ ସକ୍ରିୟ ଭୂମିକା ଗ୍ରହଣ କରିଥିବାରୁ ଏହି ଜାତୀୟ ଉଦ୍ୟାନ ପରେ ତାଙ୍କରି ନାମରେ ନାମିତ ହୋଇଥିଲା । ଏହି ଜାତୀୟ ଉଦ୍ୟାନ ବ୍ୟାଘ୍ର ପ୍ରକଳ୍ପ ଦ୍ଵାରା ଚୟନ କରାଯାଇଥିବା ପ୍ରଥମ ବ୍ୟାଘ୍ର ଅଭୟାରଣ୍ୟ ଥିଲା । ଏହି ଜଙ୍ଗଲରେ ତେରାଇ ବା ହିମାଳୟ ପାଦଦେଶବର୍ତ୍ତୀ ଅଞ୍ଚଳର ଭୌଗୋଳିକ ପରିବେଶ ଓ ଜଳବାୟୁ ଅନୁଭୂତ ହୁଏ । ଏକ ଇକୋଟୁରିଜମ୍ କ୍ଷେତ୍ର ରୂପେ ପରିଚିତ ଏହି ଜାତୀୟ ଉଦ୍ୟାନରେ ୪୮୮ ଭିନ୍ନ ପ୍ରଜାତିର ଉଦ୍ଭିଦ ଓ ଅନେକ ପ୍ରକାରର ଜୀବଜନ୍ତୁ ପରିଲକ୍ଷିତ ହୁଅନ୍ତି । ମାତ୍ରାଧିକ ପର୍ଯ୍ୟଟକଙ୍କ ଆଗମନ ବର୍ତ୍ତମାନ ଏହି ଜାତୀୟ ଉଦ୍ୟାନର ପାରିବେଶିକ ସନ୍ତୁଳନ ପ୍ରତି ବିପଦ ସୃଷ୍ଟି କରିଛି । କର୍ବେଟ୍ ସବୁବେଳେ ପର୍ଯ୍ୟଟକ ଓ ଜୀବପ୍ରେମୀଙ୍କ ପାଇଁ ଏକ ପ୍ରିୟ ସ୍ଥାନ ରହିଆସିଛି । ଜାତୀୟ ଉଦ୍ୟାନର ସୁନ୍ଦର ଜଙ୍ଗଲ ଓ ଜୀବଜନ୍ତୁଙ୍କ ଦର୍ଶନ କରିବା ପାଇଁ କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳ ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି । ସାମ୍ପ୍ରତିକ ସମୟରେ ଜାକୀୟ ଉଦ୍ୟାନକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟା ବହୁ ଗୁଣ ବୃଦ୍ଧି ପାଇଛି । ପର୍ଯ୍ୟଟନ ଋତୁରେ ଦୈନିକ ହାରାହାରି ୭୦ ହଜାର ପର୍ଯ୍ୟଟକ ଉଦ୍ୟାନ ଦେଖିବାକୁ ଆସନ୍ତି । ୫୨୦.୮ ବର୍ଗ କି.ମି.
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମହୁଲର ଅନ୍ୟ ଏକ ନାଁ ହେଉଛି ମହୁଆ । ଉଦ୍ଭିଦ ବିଜ୍ଞାନରେ ମହୁଲକୁ ମଧୁକାଲୋଙ୍ଗିଫୋଲିଆ କୁହାଯାଇଥାଏ l ଓଡ଼ିଶା, ଝାରଖଣ୍ଡ, ଉତ୍ତର ପ୍ରଦେଶ, ବିହାର, କେରଳ ଓ ଗୁଜରାଟ ରାଜ୍ୟର ଜଙ୍ଗଲରେ ମହୁଲଗଛ ଦେଖିବାକୁ ମିଳିଥାଏ । ମହୁଲ ଗଛ ତିନିବର୍ଷର ହେଲେ ଫୁଲ ଫୁଟି ଥାଏ ଓ ଦଶବର୍ଷ ହେଲେ ଡାଳରେ ଫଳ ଦେଖା ଯାଏ l ମହୁଲ ଗଛଟିଏ ପ୍ରାୟ ୧୦୦ରୁ ୧୫୦ ବର୍ଷ ବଞ୍ଚିଥାଏ l ଗୋଟିଏ ବଡଗଛରୁ ୭୦ରୁ୭୫ କି.ଗ୍ରା ଯାଏ ଫଳ ମିଳିଥାଏ l ଫୁଲ ଫୁଟିବା ପୂର୍ବରୁ ପ୍ରତିବର୍ଷ ଫେବ୍ରୁଆରୀ ଠାରୁ ଅପ୍ରେଲ ମଧ୍ୟରେ ପୁରୁଣା ପତ୍ର ସବୁ ଝଡ଼ିଥାଏ ଓ ଅପ୍ରେଲ-ମଇ ମାସରେ ନୂଆ ପତ୍ର ଦେଖା ଯାଇଥାଏ l ମହୁଲ ଫୁଲର ଲମ୍ବ ଦେଢ ସେଣ୍ଟିମିଟର ପର୍ଯ୍ୟନ୍ତ ହେଇଥାଏ l ଜୁନରୁ ଅଗଷ୍ଟ ମଧ୍ୟରେ ଏହାର ଫଳ ପାଚେ l ମଞ୍ଜି ଗୁଡିକ ୨-୩ ସେଣ୍ଟିମିଟର ଲମ୍ବା ଓ ମଞ୍ଜି ଗୁଡ଼ିକ ଦେଖିବାକୁ ଚେପଟା ଓ ଅଣ୍ଡାକାର l
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଲହରା କାଶ ବା ପର୍ଟୁସିସ ବା ହୁପିଙ୍ଗ କଫ୍ ବା ୧୦୦ ଦିନିଆ କାଶ ((ଇଂରାଜୀରେ ଯଥାକ୍ରମେ Pertussis, or whooping cough or 100 day cough), ଯାହା ଏକ ପ୍ରକାର ଜୀବାଣୁ ରୋଗ, ସଂସ୍ପର୍ଶଦ୍ୱାରା ଡିଏଁ ଓ ଅତୀବ ସଂକ୍ରାମକ ରୋଗ । ରୋଗ ପ୍ରାରମ୍ଭରେ ଏହାର ଲକ୍ଷଣ ସାଧାରଣ ସର୍ଦ୍ଦି ରୋଗ ଭଳି ହୁଏ; ନାକରୁ ପାଣି ବୋହିବା, ଜ୍ୱର ଓ ସାମାନ୍ୟ କାଶ । ତାହା ପରେ ସପ୍ତାହ ସପ୍ତାହ ବ୍ୟାପି ସାଂଘାତିକ କାଶ ହୁଏ । ଅନେକ ସମୟ ଧରି ଅବିରାମ କାଶିବା ପରେ ରୋଗୀ ଏକ ଲମ୍ବା ଉଚ୍ଚ ସ୍ୱରରେ ପ୍ରଶ୍ୱାସ ନିଏ ବା ଅଣନିଶ୍ୱାସୀ ହୁଏ । ଏହି କାଶ ୧୦୦ ଦିନରୁ ଅଧିକ ବା ଦଶ ସପ୍ତାହ ଧରି ହୁଏ । ଅତ୍ୟଧିକ ଜୋରରେ କାଶିଲେ ବାନ୍ତି ହୁଏ, ପଞ୍ଜରା ହାଡ଼ ଭାଙ୍ଗିଯାଏ ଓ ଅତ୍ୟଧିକ ଥକ୍କା ହୋଇଯାଏ । ଏକ ବର୍ଷରୁ କମ ପିଲାଙ୍କର ଅଳ୍ପ ବା ଆଦୌ କାଶ ହୁଏ ନାହିଁ, ଏହା ବଦଳରେ ଶ୍ୱାସକ୍ରିୟା ବନ୍ଦ ହୋଇଯାଏ । ସଂକ୍ରମଣ ହେବା ପରଠାରୁ ଲକ୍ଷଣ ଆରମ୍ଭ ହେବାକୁ ୭ରୁ ୧୦ ଦିନ ହୁଏ । ଟିକା ନେବା ପରେ ଯଦି ରୋଗ ହୁଏ ତେବେ ତାହା ସାମାନ୍ୟ ଧରଣର ହୁଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଣତିରିଶିଟି ରାଜ୍ୟ ଓ ସାତଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି ।.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ପ୍ରହ୍ଲାଦ ନାଟକ ବା ପ୍ରହଲ୍ଲାଦ ନାଟକ (ରଜା ନାଟ, ରଜା ନାଟକ ଭାବେ ମଧ୍ୟ ପରିଚିତ) ଗଞ୍ଜାମ ଜିଲ୍ଲାରେ ଅଭିନୀତ ଏକ ଲୋକନାଟକ ଅଟେ । ଏଥିରେ ନୃସିଂହଙ୍କ କଥା ଗୀତନାଟ୍ୟ ମାଧ୍ୟମରେ ପରିବେଷିତ ହୁଏ । ଏହାର ପ୍ରମୁଖ ଲେଖା ରାଜା ରାମକୃଷ୍ଣ ଛୋଟରାୟଙ୍କ ନାମରେ ଭଣିତ । ପ୍ରହ୍ଲାଦ ନାଟକର ଗୀତଗୁଡ଼ିକରେ ରାମକୃଷ୍ଣଙ୍କ ନାମରେ ଭଣିତା ଥିଲେ ସୁଦ୍ଧା ଏହାକୁ କବି ଗୌରହରି ପରିଚ୍ଛା ଲେଖିଛନ୍ତି ବୋଲି ଗବେଷକଙ୍କଦ୍ୱାରା ଗୃହୀତ । ପରେ ଏହାଙ୍କ ଅନୁକରଣରେ ପାରଳାଖେମୁଣ୍ଡିର ଗଜପତି ମହାରାଜ ପଦ୍ମନାଭ ନାରୟଣ ଦେବ 'ଶ୍ରୀ ସଙ୍ଗୀତ ପ୍ରହ୍ଲାଦ ନାଟକ' ରଚନା କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଫୁଟବଲ ବିଶ୍ଵର ଅନ୍ୟ ଏକ ଲୋକପ୍ରିୟ ଖେଳ ।ଏହି ଖେଳରେ ଏକ ଗୋଲାକାର ବଲକୁ ପାଦରେ ଗୋଇଠା ମାରି ଖେଳଯାଏ ।ଏହି ଖେଳର ସମୟସୀମା ୯୦ ମିନିଟ ।ଏହା ଦୁଇ ଦଳ ମଧ୍ୟରେ ଖେଳଯାଏ । ପ୍ରତି ଦଳରେ ଖେଳାଳିଙ୍କ ସଂଖ୍ୟା ୧୧। ଏଠି ସହ ୩ଟି ବଦଳ ଖେଳାଳିଙ୍କୁ ମଧ୍ୟ ସୁଯୋଗ ଦିଆଯାଏ। ବଲ୍କୁ କେବଳ ଗୋଡରେ ମାରି ଖେଳିହେବ, ଗୋଲକିପର ଛଡା ଅନ୍ୟ କୌଣସି ଖେଳାଳି ହାତରେ ଛୁଇଣିଲେ ହାଣ୍ଡବଲ ଦୋଷ ହୁଏ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
କେନ୍ଦୁଝର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ସଦର ମହକୁମା ଓ ଏକ ମୁଖ୍ୟ ସହର । ଏହି ସହର ଓଡ଼ିଶାର ରାଜଧାନୀ ଭୁବନେଶ୍ଵରଠାରୁ ୨୪୦ କିଲୋମିଟର ଦୂରରେ ଅବସ୍ଥିତ । କେନ୍ଦୁଝର ସହର ଜିଲ୍ଲାର ପ୍ରଶାସନିକ ମୁଖ୍ୟସ୍ଥଳ । କେନ୍ଦୁଝରରେ ବଳଦେବଜୀଉ ମନ୍ଦିର, ରାଜଉଆସ, ସାନଘାଗରା ଜଳପ୍ରପାତ, ବଡ଼ଘାଗରା ଜଳପ୍ରପାତ, ସିଦ୍ଧମଠ ଆଦି ଦର୍ଶନୀୟ ସ୍ଥାନ ସବୁ ଅଛି । ଏହି ସହର ବିପ୍ଳବୀ ଧରଣୀଧର ଭୂୟାଁ ଏବଂ ତାଙ୍କର ପ୍ରଖ୍ୟାତ ପ୍ରଜାମେଳିର ମୁକସାକ୍ଷୀ ହୋଇ ଛିଡାହୋଇଛି ।
ସିସ୍ଟିକ୍ ଫାଇବ୍ରୋସିସ୍ (ଇଂରାଜୀରେ Cystic fibrosis ସଂକ୍ଷେପରେ ସି ଏଫ CF), ଅନ୍ୟ ନାମ ମ୍ୟୁକୋଭିସିଡୋସିସ୍ mucoviscidosis), ଏକ ପ୍ରକାର ଜିନ ସମ୍ବନ୍ଧୀୟ ବିକାର ଯାହା ଫୁସଫୁସକୁ ଅଧିକ ଆକ୍ରମଣ କରେ, କିନ୍ତୁ ଅଗ୍ନାଶୟ, ଯକୃତ, ବୃକ୍କ ଓ ଅନ୍ତନଳୀକୁ ମଧ୍ୟ ଆକ୍ରମଣ କରେ । ଦୀର୍ଘ କାଳୀନ ଅସୁବିଧା ମଧ୍ୟରେ ନିମୋନିଆ ହୋଇ ଶ୍ୱାସକ୍ରିୟାରେ ଅସୁବିଧା ହୁଏ ଓ କାଶରେ ଖଙ୍କାର ପଡ଼େ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ସାଇନୁସାଇଟିସ୍, ଶାରୀରିକ ବୃଦ୍ଧି ହ୍ରାସ, ଚର୍ବିଳ ମଳ, ଗୋଡ଼ ହାତରେ କ୍ଲବିଙ୍ଗ ଓ ପୁରୁଷଙ୍କର ପ୍ରଜନନ ଅକ୍ଷମତା ହୁଏ । ବିଭିନ୍ନ ଲୋକଙ୍କର ଅଲଗା ଅଲଗା ଲକ୍ଷଣ ଦେଖାଯାଏ । ସି.ଏଫ୍. ଏକ ଅଟୋସୋମାଲ ରିସିସିଭ୍ ବିକାର । ପ୍ରୋଟିନ ସିସ୍ଟିକ୍ ଫାଇବ୍ରୋସିସ୍ ଟ୍ରାନ୍ସମେମ୍ବ୍ରେନ କଣ୍ଡକ୍ଟାନ୍ସ ରେଗୁଲେଟର ବା ସି.ଏଫ୍.ଟି.ଆର୍. ନିମନ୍ତେ ଥିବା ଜିନର ଉଭୟ କପିର ମ୍ୟୁଟେସନ ହୋଇଥାଏ । ଗୋଟିଏ କପି ଥିଲେ ବାହକ ହୁଏ, କିନ୍ତୁ ଅନ୍ୟ କୌଣସି ଲକ୍ଷଣ ନ ଥାଏ । ଝାଳ, ହଜମକାରୀ ପଦାର୍ଥ ଓ ମ୍ୟୁକସ୍ ତିଆରି ହେବାରେ ସି.ଏଫ୍.ଟି.ଆର୍.
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ଵୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି ।
ପୋସ୍ଚୁରାଲ ଅର୍ଥୋସ୍ଟାଟିକ ଟାକିକାର୍ଡ଼ିଆ ସିଣ୍ଡ୍ରୋମ
ପୋସ୍ଚୁରାଲ ଅର୍ଥୋସ୍ଟାଟିକ ଟାକିକାର୍ଡ଼ିଆ ସିଣ୍ଡ୍ରୋମ (ଇଂରଜୀ ଭାଷାରେ Postural orthostatic tachycardia syndrome ବା ପିଓଟିଏସ (POTS) ଏକ ବେମାରୀ ଯେଉଁଥିରେ ଶୋଇଥିବା (lying) ଅବସ୍ଥାରୁ ହଠାତ୍ ଉଠିପଡ଼ିଲେ ଟାକିକାର୍ଡ଼ିଆ (increase in heart rate) ବା ଦୃଦ୍ଗତି ହାର ବୃଦ୍ଧି ହୋଇଯାଏ । ଏଥିଯୋଗୁ ହାଲୁକା ମୁଣ୍ଡ (lightheadedness), ଚିନ୍ତା ସମସ୍ୟା, ଝାପସା ଦୃଷ୍ଟି (blurry vision), ଦୂର୍ବଳତା ଆଦି ଲକ୍ଷଣମାନ ଦେଖାଯାଇପାରେ । ଏହ ସହିତ ଇରିଟେବ୍ଲ ବାୱେଲ ସିଣ୍ଡ୍ରୋମ୍, ନିଦ୍ରାହୀନତା, କ୍ରନିକ ମୁଣ୍ଡବିନ୍ଧା (chronic headaches), ଏହଲର୍ସ-ଡାନଲର୍ସ ସିଣ୍ଡ୍ରୋମ, ଫାଇବ୍ରୋମ୍ୟାଲ୍ଜିଆ ଇତ୍ୟାଦି ସହଯୋଗୀ ବେମାରୀ ଥାଇପାରନ୍ତି ।