ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ନିର୍ମଳା (ହିନ୍ଦୀ : निर्मला କିମ୍ବା ଦ ସେକେଣ୍ଡ୍ ୱାଇଫ୍ (୨ୟ ପତ୍ନୀ) ଏକ ହିନ୍ଦୀ କାଳ୍ପନିକ ଉପନ୍ୟାସ । ଏହି ଉପନ୍ୟାସଟିର ରଚନା କରିଥିଲେ ହିନ୍ଦୀ ଏବଂ ଉର୍ଦ୍ଦୁ ଲେଖକ ପ୍ରେମଚାନ୍ଦ । ଏହି ଉପନ୍ୟାସଟିର କାହାଣୀ ଏକ ଅଳ୍ପ ବୟସ୍କା ଯୁବତୀ ଉପରେ ଆଧାରିତ, ଯିଏକି ତା'ର ପିତା ବୟସର ଜଣେ ମୃତଦାର (ପତ୍ନୀ ମରିଯାଇଥିବା ପୁରୁଷ) ସହ ଜବରଦସ୍ତି ବିବାହ କରିଥିଲା । ଉପନ୍ୟାସଟିର ପୃଷ୍ଠଭୂମି ସେ ଯୁବତୀଟି ବିବାହ କରିଥିବା ଲୋକର ବଡ଼ ପୁଅର ସମ୍ପର୍କ ସେ ଯୁବତୀ ରହ ରହିଥିବା କଥା ବର୍ଣ୍ଣନା କରିଛି ଏବଂ ଶେଷର ତା'ର ବଡ଼ ପୁଅ ମୃତ୍ୟ ଆଡ଼କୁ ଗତି କରିଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ମୁଦୁମଲୈ ଜାତୀୟ ଉଦ୍ୟାନ ବା ମୁଦୁମଲୈ ଅଭୟାରଣ୍ୟ ନୀଳଗିରି ପର୍ବତମାଳାର ଉତ୍ତର-ପଶ୍ଚିମ ପାର୍ଶ୍ଵରେ ଅବସ୍ଥିତ । ତାମିଲନାଡ଼ୁ ରାଜ୍ୟର ନୀଳଗିରି ଜିଲ୍ଲାରେ ଏହି ଅଭୟାରଣ୍ୟ ରହିଛି । ତାମିଲନାଡ଼ୁର କୋଏମ୍ଵତୁର୍ ସହରରୁ ଉତ୍ତର-ପଶ୍ଚିମ ଦିଗରେ ୧୫୦ କି.ମି. ଦୂରତାରେ ଏହି ଜାତୀୟ ଉଦ୍ୟାନ ଅବସ୍ଥିତ । ଏହି ଅଭୟାରଣ୍ୟକୁ ଏକ ବ୍ୟାଘ୍ର ଅଭୟାରଣ୍ୟର ମାନ୍ୟତା ମିଳିଛି । ଏହି ଅଭୟାରଣ୍ୟର ସୀମା କର୍ଣ୍ଣାଟକ ଓ କେରଳ ରାଜ୍ୟର ସୀମାକୁ ଲାଗିଛି । ଅଭୟାରଣ୍ୟକୁ ମୋଟାମୋଟି ଭାବେ ୫ଟି ବନଖଣ୍ଡରେ ବିଭକ୍ତ କରାଯାଇଛି । ଏଗୁଡ଼ିକ ହେଲେ – ମସିନାଗୁଡ଼ି, ଥିପକାଡ଼ୁ, ମୁଦୁମଲୈ, କାରଗୁଡ଼ି ଓ ନେଲ୍ଲାକୋଟା । ଅନେକ ସଙ୍କଟାପନ୍ନ ଓ ଲୁପ୍ତପ୍ରାୟ ବିରଳ ବନ୍ୟଜୀବ ଏହି ଅଭୟାରଣ୍ୟରେ ରହିଛନ୍ତି । ହାତୀ, ମହାବଳ ବାଘ, ବନ୍ୟ ଗୟଳ, କଲରାପତରିଆ ବାଘ ଇତ୍ୟାଦି ଏଠାକାର ମୁଖ୍ୟ ବନ୍ୟଜୀବ । ୨୬୬ରୁ ଅଧିକ ପ୍ରଜାତିର ପକ୍ଷୀ ଏହି ଅଭୟାରଣ୍ୟରେ ବସବାସ କରନ୍ତି । ତନ୍ମଧ୍ୟରୁ କିଛି ଲୋପ ପାଇବା ଅବସ୍ଥାରେ ଥିବା ପ୍ରଜାତି ଯଥା ବଙ୍ଗଳା ଶାଗୁଣା (Indian white-rumped vulture), ଭାରତୀୟ ଶାଗୁଣା (long-billed vulture) ମଧ୍ୟ ଏଠାରେ ଦେଖାଯାନ୍ତି । ପଶ୍ଚିମଘାଟ ପର୍ବତମାଳାର ନୀଳଗିରି ଅଞ୍ଚଳ ୬୦୦୦ ବର୍ଗ କି.ମି.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ଵାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ଜିମ୍ କର୍ବେଟ୍ ଜାତୀୟ ଉଦ୍ୟାନ ଭାରତର ସବୁଠାରୁ ପୁରୁଣା ଜାତୀୟ ଉଦ୍ୟାନ । କ୍ରମଶଃ ହ୍ରାସ ପାଇଆସୁଥିବା ମହାବଳ ବାଘଙ୍କ ସଂଖ୍ୟାକୁ ଦେଖି ଈଂରେଜ ଶାସନାଧୀନ ଭାରତରେ ୧୯୩୬ ମସିହାରେ ହେଲି ଜାତୀୟ ଉଦ୍ୟାନ ସ୍ଥାପିତ ହୋଇଥିଲା । ଉତ୍ତରାଖଣ୍ଡ (ତତ୍କାଳୀନ ଉତ୍ତର ପ୍ରଦେଶ) ରାଜ୍ୟର ନୈନିତାଲ ଜିଲ୍ଲାରେ ଏହି ଜାତୀୟ ଉଦ୍ୟାନ ସ୍ଥାପିତ ହୋଇଥିଲା । ଏହାର ସ୍ଥାପନରେ ଜିମ୍ କର୍ବେଟ୍ ଏକ ସକ୍ରିୟ ଭୂମିକା ଗ୍ରହଣ କରିଥିବାରୁ ଏହି ଜାତୀୟ ଉଦ୍ୟାନ ପରେ ତାଙ୍କରି ନାମରେ ନାମିତ ହୋଇଥିଲା । ଏହି ଜାତୀୟ ଉଦ୍ୟାନ ବ୍ୟାଘ୍ର ପ୍ରକଳ୍ପଦ୍ଵାରା ଚୟନ କରାଯାଇଥିବା ପ୍ରଥମ ବ୍ୟାଘ୍ର ଅଭୟାରଣ୍ୟ ଥିଲା । ଏହି ଜଙ୍ଗଲରେ ତେରାଇ ବା ହିମାଳୟ ପାଦଦେଶବର୍ତ୍ତୀ ଅଞ୍ଚଳର ଭୌଗୋଳିକ ପରିବେଶ ଓ ଜଳବାୟୁ ଅନୁଭୂତ ହୁଏ । ଏକ ଇକୋଟୁରିଜମ୍ କ୍ଷେତ୍ର ରୂପେ ପରିଚିତ ଏହି ଜାତୀୟ ଉଦ୍ୟାନରେ ୪୮୮ ଭିନ୍ନ ପ୍ରଜାତିର ଉଦ୍ଭିଦ ଓ ଅନେକ ପ୍ରକାରର ଜୀବଜନ୍ତୁ ପରିଲକ୍ଷିତ ହୁଅନ୍ତି । ମାତ୍ରାଧିକ ପର୍ଯ୍ୟଟକଙ୍କ ଆଗମନ ବର୍ତ୍ତମାନ ଏହି ଜାତୀୟ ଉଦ୍ୟାନର ପାରିବେଶିକ ସନ୍ତୁଳନ ପ୍ରତି ବିପଦ ସୃଷ୍ଟି କରିଛି । କର୍ବେଟ୍ ସବୁବେଳେ ପର୍ଯ୍ୟଟକ ଓ ଜୀବପ୍ରେମୀଙ୍କ ପାଇଁ ଏକ ପ୍ରିୟ ସ୍ଥାନ ରହିଆସିଛି । ଜାତୀୟ ଉଦ୍ୟାନର ସୁନ୍ଦର ଜଙ୍ଗଲ ଓ ଜୀବଜନ୍ତୁଙ୍କ ଦର୍ଶନ କରିବା ପାଇଁ କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳ ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି । ସାମ୍ପ୍ରତିକ ସମୟରେ ଜାକୀୟ ଉଦ୍ୟାନକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟା ବହୁ ଗୁଣ ବୃଦ୍ଧି ପାଇଛି । ପର୍ଯ୍ୟଟନ ଋତୁରେ ଦୈନିକ ହାରାହାରି ୭୦ ହଜାର ପର୍ଯ୍ୟଟକ ଉଦ୍ୟାନ ଦେଖିବାକୁ ଆସନ୍ତି । ୫୨୦.୮ ବର୍ଗ କି.ମି.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ନିଉରୋଲେପ୍ଟିକ ମାଲିଗନାଣ୍ଟ ସିଣ୍ଡ୍ରୋମ
ନିଉରୋଲେପ୍ଟିକ ମାଲିଗନାଣ୍ଟ ସିଣ୍ଡ୍ରୋମ ବା ଏନଏମଏସ (ଇଂରାଜୀ ଭାଷାରେ Neuroleptic malignant syndrome or NMS) ଏକ ପ୍ରାଣ ଘାତକ ପ୍ରତିକ୍ରିୟା ଯାହା ନିଉରୋଲେପ୍ଟିକ ବା ଆଣ୍ଟିସାଇକୋଟିକ (neuroleptic or antipsychotic medication) ଔଷଧ ସେବନ କଲେ ହୋଇପାରେ । ଅତ୍ୟୁଚ୍ଚ ତାପାମାତ୍ରା (High fever|, ଦ୍ୱନ୍ଦ୍ୱ (confusion), ଶକ୍ତ ମାଂସପେଶୀ, ଭିନ୍ନ ଭିନ୍ନ ଧରଣର ରକ୍ତଚାପ, ସ୍ୱେଦ ନିର୍ଗତ ଆଦି ଲକ୍ଷଣ ଦେଖାଯାଏ ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼ରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ଦେବଯାନୀ ଦେଘୁରିଆ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ରଙ୍ଗିଲା ଟୋକାରେ ପ୍ରଥମ କରି ନାୟିକା ଭାବରେ ଅଭିନୟ କରିଥିଲେ । ଏହା ପୂର୍ବରୁ ଦେବାଯାନୀ କିଛି ଓଡ଼ିଆ ଚଳଚ୍ଚିତ୍ରରେ ସହକାରୀ ଅଭିନେତ୍ରୀ ଭାବରେ ଅଭିନୟ କରିଥିଲେ । ଆଇ ଲଭ୍ ମାଇଁ ଇଣ୍ଡିଆ ଚଳଚ୍ଚିତ୍ରରୁ ଅଭିନୟ ଆରମ୍ଭ କରିଥିବା ଦେବଯାନୀ ପାଗଳ ପ୍ରେମୀ, ତୋ ବିନା ମୋ କାହାଣୀ ଅଧା, ରସିକ ନାଗର, ଲାଲ ଟୁକୁ ଟୁକୁ ସାଧବ ବୋହୂ, ଡନ୍ ଆଦି ଚଳଚ୍ଚିତ୍ରରେ ସହକାରୀ ଅଭିନେତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୧୨ରେ ରଙ୍ଗିଲା ଟୋକା ଚଳଚ୍ଚିତ୍ରରେ ସେ ଶୀର୍ଷ ନାୟିକା ଭାବରେ ଅଭିନୟ କରିଥିଲେ । ଏହା ପରେ ସେ ଚାନ୍ଦ ନା ତମେ ତାରା, ସଲାମ ସିନେମା, ଖାସ୍ ତୁମରି ପାଇଁ ଭଳି ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ ।
ପଟ୍ଟଚିତ୍ର ଓଡ଼ିଶାର ଏକ ପାରମ୍ପାରିକ ଚିତ୍ରକଳା । ଏହା ପ୍ରଧାନତଃ ଜଗନ୍ନାଥ ତଥା ହରି ଓ ରାଧାଙ୍କ ପ୍ରେମକଥାର ବର୍ଣ୍ଣନାକୁନେଇ ଅଙ୍କାଯାଇଥାଏ । ପଟ୍ଟଚିତ୍ରସବୁ ଜଗନ୍ନାଥ ସଂସ୍କୃତିକୁ ନେଇ ସୃଷ୍ଟି ହୋଇଛି । ଏହା ଓଡ଼ିଆ ଚିତ୍ରକରମାନଙ୍କ ଦେଇ ନାନାଦି ପ୍ରାକୃତିକ ରଙ୍ଗର ବ୍ୟବହାର କରି ପଟ୍ଟ ବା ମଣ୍ଡଦିଆ କନା ଉପରେ ଅଙ୍କାଯାଇଥାଏ । ଏହା ଓଡ଼ିଶାର ଏକ ମୁଖ୍ୟ ଓ ବହୁ ପୁରାତନ କଳା । ପଟ୍ଟ ଶବ୍ଦର ଅର୍ଥ କନା, ଏକ ବିଶେଷ କନା ଉପରେ ଅଙ୍କିତ ଏହି ବିଶେଷ ଧରଣର ଚିତ୍ରକୁ ପଟ୍ଟଚିତ୍ର କୁହାଯାଇଥାଏ । ଏଥିରେ ନାନା ପ୍ରକାରର ଆଧ୍ୟାତ୍ମିକ ଛବି ଅଙ୍କାଯାଇଥାଏ । ପଟ୍ଟଚିତ୍ରର ଇତିହାସ ହଜାରେ ବର୍ଷରୁ ଅଧିକ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଚୈତ୍ରମାସ ଶୁକ୍ଳ ଅଷ୍ଟମୀ, ଅଶୋକାଷ୍ଟମୀ ନାମରେ ପରିଚିତ ଏବଂ ଏହି ଦିନର ଯାତ୍ରାର ରଥକୁ ରୁକୁଣା ରଥ ଯାତ୍ରା କହନ୍ତି । ବିଶେଷତଃ ଏହି ସମୟରେ ଦେବୀ ଦୁର୍ଗାଙ୍କ ବାସନ୍ତୀ ପୂଜା ଚାଲିଥାଏ । ସେହିପରି ଅଶୋକାଷ୍ଟମୀ ପରଦିନ ରାମ ନବମୀ ପାଳନ କରାଯାଏ । ରାମନବମୀ ପୂର୍ବଦିନ ଅଶୋକ ନାମ ଯୋଡ଼ିହୋଇ ଥିବାରୁ ରାମାୟଣର ଅଶୋକବନ କଥା ମନକୁ ଆସେ । ଏହିଦିନ ସୀତା ଅଶୋକ ଜଳପାନ କରି ଦୁଃଖ ଭୁଲିଯାଇଥିବାରୁ ସେହିଦିନଠାରୁ ଏହିଦିନଟି ପ୍ରସିଦ୍ଧ ହୋଇଛି ବୋଲି ଲୋକକଥା ରହିଛି । ଭେଷଜ ଶାସ୍ତ୍ରରୁ ଜଣାଯାଏ ଅଶୋକ ବୃକ୍ଷ ସ୍ତ୍ରୀଲୋକଙ୍କ ଉପକାରୀ । ବିଶେଷକରି ପୁନର୍ବସୁ ନକ୍ଷତ୍ରରେ ଏହା ସେବନ କଲେ ଅଧିକ ଫଳପ୍ରଦ ହୁଏ । କିଛିଲୋକଙ୍କ ମତରେ ରାବଣ ଜଣେ ବୈଜ୍ଞାନିକ ଥିଲା ଏବଂ ସ୍ତ୍ରୀଲୋକଙ୍କ ପ୍ରଧାନ ଋତୁଜନିତ ରୋଗ ନିରାକରଣ ନିମିତ୍ତ ଅଶୋକବନ ସୃଷ୍ଟି କରିଥିଲେ । ଏହି ବନରେ ସୀତାଙ୍କୁ ରଖିଲେ ତାଙ୍କର ଶାରୀରିକ ବିଶେଷତଃ ସ୍ତ୍ରୀରୋଗ ହେବନାହିଁ ବୋଲି ରାବଣ ସୀତାଙ୍କୁ ସେଠାରେ ରଖାଇଥିଲେ ।
ପାର୍ବତୀ ଘୋଷ (ଜନ୍ମ ୨୮ ମାର୍ଚ ୧୯୩୩) ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଅଭିନେତ୍ରୀ, ପ୍ରଥମ ମହିଳା ନିର୍ଦ୍ଦେଶିକା ତଥା ପ୍ରଯୋଜିକା । ଓଡ଼ିଆ ନାଟକ ''ମମତା'' ଓ ହିନ୍ଦୀ ନାଟକ ''ଦୋ ଆଁସୁ''ରେ ପାଞ୍ଚ ବର୍ଷ ବୟସରୁ ଅଭିନୟ ଆରମ୍ଭ କରିଥିଲେ। ୧୯୫୦ ମସିହାରେ ଶିଶୁ କଳାକାର ଭାବରେ ''ଶ୍ରୀ ଜଗନ୍ନାଥ'' ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ୧୯୫୩ ମସିହାରେ ''ଆମରି ଗାଁ ଝିଅ" ଚଳଚ୍ଚିତ୍ରରେ ଗୌର ଘୋଷଙ୍କ ବିପକ୍ଷରେ ନାୟିକା ଭାବେ ଅଭିନୟ କରିଥିଲେ। ସେ ସମୁଦାୟ ଆଠଟିରୁ ଊର୍ଦ୍ଧ୍ୱ ସିନେମାରେ ଅଭିନୟ କରିବା ସହ ୬ଟିରେ ପ୍ରଯୋଜନା ଏବଂ ଦୁଇଟିରେ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଛନ୍ତି। ସେ ଅଭିନୟ କରିଥିବା ସିନେମାଗୁଡ଼ିକ ମୁଖ୍ୟତଃ ସାମାଜିକ କାହାଣୀ ଉପରେ ଆଧାରିତ। ସେ ଏକାଧିକ ସମ୍ମାନରେ ସମ୍ମାନିତ ହୋଇଛନ୍ତି।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଅଜାତଶତ୍ରୁ, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ ସୋହମ ସିଂହ । ନିର୍ଦ୍ଦେଶକ ବିଭୂତି ଭୂଷଣ ମହାପାତ୍ର ଏହି ଚଳଚ୍ଚିତ୍ରଟିର କାହାଣୀ ଲେଖିଥିଲେ ଏବଂ ଡଃ ନିର୍ମଳ ନାୟକ ଚଳଚ୍ଚିତ୍ରଟିର ସଂଳାପ ରଚନା କରିଥିଲେ । ବିଭୂତି ଭୂଷଣ ମହାପାତ୍ର ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେବା ସହ ସଙ୍ଗୀତ ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି । ଏହାର ବ୍ୟବହାର ଓ ସିଦ୍ଧାନ୍ତ ଗୁଡିକ ଉପରେ ଗବେଷଣା କରି ଏହାର ବିଭାଗୀକରଣ କରାଯାଇଛି । ଏହାର କିଛି ବିଷୟକୁ ଆମର ଦୈନନ୍ଦିନ ଜୀବନରେ ସଫଳ ଭାବେ ବ୍ୟବହାର କରାଯାଇପାରୁଥିବା ବେଳେ, ଅନ୍ୟ କଛି ବିଷୟକୁ କେବଳ ସମ୍ୟକ ଧାରଣା ଓ ଅନୁମାନକୁ ଆଧାର କରି ଭବିଷ୍ୟତରେ ଗବେଷଣା ପାଇଁ ବିଷୟବସ୍ତୁ ଭାବରେ ନିଆଯାଉଛି ।
ରଙ୍ଗବତୀ (ରଙ୍ଗବତୀ କନକଲତା ନାମରେ ମଧ୍ୟ ଜଣା), ଓଡ଼ିଶାର ଏକ ଲୋକଗୀତ । ଏହା ପ୍ରଥମେ ଅଲ ଇଣ୍ଡିଆ ରେଡ଼ିଓ ପାଇଁ ସତୁରି ଦଶକର ମଝି ଆଡ଼କୁ ରେକର୍ଡ଼ କରାଯାଇଥିଲା । ଜଣାଶୁଣା ହେବା ପରେ କଲିକତାର ଏକ ରେକର୍ଡ଼ କମ୍ପାନି ୧୯୭୬ରେ ଏହାକୁ ରେକର୍ଡ଼ କରିଥିଲା । କିଛି ଅସୁବିଧା ସକାଶେ ରେକର୍ଡ଼ ବିତରଣ କିଛି କାଳ ରୋକାଯାଇଥିଲେ ହେଁ ପରେ ୧୯୭୮-୧୯୭୯ରେ ଏହା ବିତରିତ ହୋଇଥିଲା ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ଵାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।