ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ଵାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ଵାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ଵର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ଵା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ଵିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ଵଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ରଜନୀ ରଞ୍ଜନ ଜଣେ ଓଡ଼ିଆ କଥାଚିତ୍ର ସଂଳାପକାର, ଗୀତିକାର, କାହାଣୀକାର, ଚିତ୍ରନାଟ୍ୟ ରଚୟିତା ଏବଂ ଅଭିନେତା । ସେ ଜଣେ ଗୀତିକାର ଭାବରେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ୧୯୯୫ ମସିହାରେ ରଜନୀ ରଞ୍ଜନ ଓଡ଼ିଆ କଥାଚିତ୍ର ଜଗତରେ ଜଣେ ଗୀତିକାର ଭାବରେ ତାଙ୍କର ଜୀବିକା ଆରମ୍ଭ କରିଥିଲେ । ଗୀତିକାର ଭାବରେ ସେ ଏଇ ସଂଘର୍ଷ ଚଳଚ୍ଚିତ୍ରରେ ପ୍ରଥମେ ଗୀତ ରଚନା କରିଥିଲେ । ଏହପରେ ସେ ମୋ ଭାଇ ଜଗା ଚଳଚ୍ଚିତ୍ରରେ ପ୍ରଥମଥର ପାଇଁ ସଂଳାପ ରଚନା କରିଥିଲେ ଏବଂ ଏହାର କାହାଣୀ ରଚନା କରିଥିଲେ । ରଜନୀ ରଞ୍ଜନ ୨୦୧୦ ମସିହାରେ ଓଡ଼ିଆ କଥାଚିତ୍ର ପ୍ରେମ ଅଢ଼େଇ ଅକ୍ଷରରେ ଜଣେ ଅତିଥି କଳାକାର ଭାବରେ ଅଭିନୟ କରିଥିଲେ ।
ନୀନା ଦାବୁଲୁରୀ (ଜନ୍ମ: ୨୦ ଅପ୍ରେଲ ୧୯୮୯) ଜଣେ ଆମେରିକୀୟ ସାଧାରଣ ବକ୍ତା ଏବଂ ଆଇନଜିବୀ ଯିଏକି ବର୍ତ୍ତମାନ ଆମରିକାର ଜି ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ମେଡ୍ ଇନ୍ ଆମେରିକାର ଉପସ୍ଥାପିକା ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୪ ମିସ୍ ଆମେରିକା ପ୍ରତିଯୋଗୀତାରେ ସେ ଭାରତୀୟ ବଂଶୋଦ୍ଭବ ଭାବରେ ପ୍ରଥମ ଥର ପାଇଁ ଏହି ପ୍ରତିଯୋଗୀତାରେ ବିଜୟୀ ହୋଇଥିଲେ ଏବଂ ସେ ଥିଲେ ଏସିଆ ବଂଶୋଦ୍ଭବ ଭାବରେ ୨ୟ । ସେ ଏହି ପ୍ରତିଯୋଗୀତରେ ବିଜୟୀ ହେବା ପରେ ସୋସିଆଲ ମିଡ଼ିଆରେ ଜାତିବାଦ ଟିପ୍ପଣୀର ଶୀକାର ହୋଇଥିଲେ । ସେ ମିସ୍ ଆମେରିକା ପ୍ରିତଯୋଗୀତା ଜିତିବା ପରେ ଭାରତ ଏବଂ ଭାରତ ଉପଖଣ୍ଡରେ ଦେହର ରଙ୍ଗ ଉପରେ ଆଲୋଚନା ମଧ୍ୟ ଜୋର୍ ଧରିଥିଲା । ମିସ୍ ଆମେରିକା ପ୍ରତିଯୋଗୀତା ପରେ ସେ ସମଗ୍ର ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଭାରତ ବୁଲି ବିବିଧତା, ଲିଙ୍ଗ ସମାନତା ଏବଂ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଓ ବୈଷୟିକ ଶିକ୍ଷା ଉପରେ ଆଇନ୍ ଏବ ନିୟମ ବିଷୟରେ ବକ୍ତୃତା ରଖିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ରଣଥମ୍ଭୌର୍ ବା ରନ୍ଥାମ୍ଵୋର୍ ଜାତୀୟ ଉଦ୍ୟାନ (ହିନ୍ଦୀରେ रणथंभौर राष्ट्रीय उद्यान) ଉତ୍ତର-ଭାରତରେ ସ୍ଥିତ । କ୍ଷେତ୍ରଫଳରେ ଏହା ଭାରତର ୪୦ତମ ଜାତୀୟ ଉଦ୍ୟାନ ଓ ଏହି ଜାତୀୟ ଉଦ୍ୟାନର କ୍ଷେତ୍ରଫଳ ୩୯୨ ବର୍ଗ କି.ମି. । ୧୯୫୫ ମସିହାରେ ଏହି ଅଞ୍ଚଳରେ ପ୍ରଥମେ ଭାରତ ସରକାରଙ୍କ ଦ୍ଵାରା ସୱାଇ ମାଧୋପୁର ସଂରକ୍ଷିତ ଜଙ୍ଗଲ ଭାବେ ରନ୍ଥାମ୍ଵୋର୍ ପ୍ରତିଷ୍ଠା କରାଯାଇଥିଲା ଓ ୧୯୭୩ ମସିହାରେ ବ୍ୟାଘ୍ର ପ୍ରକଳ୍ପ ଦ୍ଵାରା ଚିହ୍ନିତ ଅଭୟାରଣ୍ୟ ବୋଲି ଘୋଷଣା କରାଗଲା । ୧୯୮୦ ମସିହାରେ ଏହାକୁ ରନ୍ଥାମ୍ଵୋର୍ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଲା । ୧୯୮୪ ମସିହାରେ ଆଖପାଖର ସୱାଇ ମାଧୋପୁର ଓ କାଲାଦେବୀ ଜଙ୍ଗଲକୁ ଅଭୟାରଣ୍ୟ ଘୋଷଣା କରାଗଲା ଏବଂ ୧୯୯୧ ମସିହାରେ ରନ୍ଥାମ୍ଵୋର୍ ସହିତ ଏହି ଦୁଇ ଅଭୟାରଣ୍ୟକୁ ବାଘ ଅଭୟାରଣ୍ୟ ବୋଲି ଘୋଷଣା କରାଗଲା । ନିଜର ମହାବଳ ବାଘଙ୍କ ପାଇଁ ରନ୍ଥାମ୍ଵୋର୍ ଖୁବ୍ ପ୍ରସିଦ୍ଧ । ଜଙ୍ଗଲରେ ମୁକ୍ତଭାବେ ବାଘ କିପରି ରୁହନ୍ତି ତାହା ଦେଖିବା ପାଇଁ ଏହା ଏକ ପ୍ରକୃଷ୍ଟ ସ୍ଥାନ । ଦିନବେଳେ ମଧ୍ୟ ରନ୍ଥାମ୍ଵୋର୍ରେ ବାଘଙ୍କୁ ଦେଖିହେବ । ରନ୍ଥାମ୍ଵୋର୍ ଜାତୀୟ ଉଦ୍ୟାନରେ ବାଘ ଦେଖିବାର ପ୍ରକୃଷ୍ଟ ସମୟ ହେଉଛି ନଭେମ୍ଵରରୁ ନେଇ ମଇ ମାସ ପର୍ଯ୍ୟନ୍ତ । ଜାତୀୟ ଉଦ୍ୟାନର ଅରଣ୍ୟ ମୁଖ୍ୟତଃ ପର୍ଣ୍ଣମୋଚୀ ଓ କେନ୍ଦ୍ରୀୟ ଭାରତର ଅନ୍ୟାନ୍ୟ ଜଙ୍ଗଲ ପରି । ଏଠାରେ କଲରାପତରିଆ ବାଘ, ନୀଳଗାଈ, ବାର୍ହା, ସମ୍ଵର, ହେଟା ବାଘ, ଭାଲୁ, ହନୁ ମାଙ୍କଡ଼, ପାତି ମାଙ୍କଡ଼, ଗୋମୁହାଁ କୁମ୍ଭୀର ଓ ଚିତଲ୍ ହରିଣ ଆଦି ଜୀବଙ୍କୁ ତାଙ୍କ ପ୍ରାକୃତିକ ଆବାସସ୍ଥଳୀରେ ଦେଖିହେବ । ଏହି ଅଭୟାରଣ୍ୟରେ ବହୁ ପ୍ରଜାତିର ଗଛ, ବୁଦା, ପକ୍ଷୀ ଓ ସରୀସୃପ ରହିଛନ୍ତି । ଏଠାରେ ଏକ ବରଗଛ ରହିଛି ଯାହା ଭାରତର ସବୁଠାରୁ ବଡ଼ ବରଗଛ ବୋଲି କୁହାଯାଏ । ଦକ୍ଷିଣ-ପୂର୍ବ ରାଜସ୍ଥାନର ସୱାଇ ମାଧୋପୁର ଜିଲ୍ଲାରେ ସ୍ଥିତ ରନ୍ଥାମ୍ଵୋର୍ ଜାତୀୟ ଉଦ୍ୟାନ କୋଟାଠାରୁ ଉତ୍ତର-ପୂର୍ବ ଦିଗରେ ୧୧୦ କି.ମି. ଓ ଜୟପୁରଠାରୁ ଦକ୍ଷିଣ-ପୂର୍ବ ଦିଗରେ ୧୪୦ କିଲୋମିଟର୍ । ରନ୍ଥାମ୍ଵୋର୍ର ନିକଟତମ ବିମାନବନ୍ଦର ହେଉଛି ଜୟପୁର । ଜାତୀୟ ଉଦ୍ୟାନଠାରୁ ୧୧ କି.ମି.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବାନୋ ଜାହାଙ୍ଗୀର କୋୟାଜୀ (୨୨ ଅଗଷ୍ଟ ୧୯୧୮ – ୧୫ ଜୁଲାଇ ୨୦୦୪) ପରିବାର ନିୟୋଜନ ଓ ଜନସଂଖ୍ୟା ନିୟନ୍ତ୍ରଣରେ ଜଣେ ଭାରତୀୟ ଡାକ୍ତର । ସେ ପୁନେର କିଙ୍ଗ୍ ଏଡୱାର୍ଡ୍ ମେମୋରିଆଲ୍ ଚିକିତ୍ସାଳୟର ନିର୍ଦ୍ଦେଶକ ଥିଲେ ଓ ଭାରତର ତୃତୀୟ ବୃହତ୍ତ ରାଜ୍ୟ ମହାରାଷ୍ଟ୍ରର ଗ୍ରାମରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପାଇଁ କାମ କରିଥିଲେ । ସେ କେନ୍ଦ୍ର ସରକାରଙ୍କ ପରାମର୍ଶଦାତା ଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ବାନ୍ଧବଗଡ଼ ଜାତୀୟ ଉଦ୍ୟାନ ଭାରତର ଲୋକପ୍ରିୟ ଜାତୀୟ ଉଦ୍ୟାନମାନଙ୍କ ମଧ୍ୟରୁ ଗୋଟିଏ । ମଧ୍ୟପ୍ରଦେଶର ଉମରିଆ ସହର ନିକଟରେ ଏହି ଅଭୟାରଣ୍ୟ ଅବସ୍ଥିତ । ବାନ୍ଧବଗଡ଼କୁ ୧୯୬୮ ମସିହାରେ ଏକ ଜାତୀୟ ଉଦ୍ୟାନ ବୋଲି ଅଭିହିତ କରାଯାଇଥିଲା । ଏହାର ଅରଣ୍ୟର ୧୦୫ ବର୍ଗ କି.ମି. କୋର୍ ଅଞ୍ଚଳ । ଉମରିଆ, କଟନି ଓ ଅନ୍ୟ କିଛି ବନଖଣ୍ଡର ଅଣ-କୋର୍ ଅଞ୍ଚଳ ମିଶି ପ୍ରାୟ ୮୨୦ ବର୍ଗ କି.ମି.
ଚୈତ୍ରମାସ ଶୁକ୍ଳ ଅଷ୍ଟମୀ, ଅଶୋକାଷ୍ଟମୀ ନାମରେ ପରିଚିତ ଏବଂ ଏହି ଦିନର ଯାତ୍ରାର ରଥକୁ ରୁକୁଣା ରଥ ଯାତ୍ରା କହନ୍ତି । ବିଶେଷତଃ ଏହି ସମୟରେ ଦେବୀ ଦୁର୍ଗାଙ୍କ ବାସନ୍ତୀ ପୂଜା ଚାଲିଥାଏ । ସେହିପରି ଅଶୋକାଷ୍ଟମୀ ପରଦିନ ରାମ ନବମୀ ପାଳନ କରାଯାଏ । ରାମନବମୀ ପୂର୍ବଦିନ ଅଶୋକ ନାମ ଯୋଡ଼ିହୋଇ ଥିବାରୁ ରାମାୟଣର ଅଶୋକବନ କଥା ମନକୁ ଆସେ । ଏହିଦିନ ସୀତା ଅଶୋକ ଜଳପାନ କରି ଦୁଃଖ ଭୁଲିଯାଇଥିବାରୁ ସେହିଦିନଠାରୁ ଏହିଦିନଟି ପ୍ରସିଦ୍ଧ ହୋଇଛି ବୋଲି ଲୋକକଥା ରହିଛି । ଭେଷଜ ଶାସ୍ତ୍ରରୁ ଜଣାଯାଏ ଅଶୋକ ବୃକ୍ଷ ସ୍ତ୍ରୀଲୋକଙ୍କ ଉପକାରୀ । ବିଶେଷକରି ପୁନର୍ବସୁ ନକ୍ଷତ୍ରରେ ଏହା ସେବନ କଲେ ଅଧିକ ଫଳପ୍ରଦ ହୁଏ । କିଛିଲୋକଙ୍କ ମତରେ ରାବଣ ଜଣେ ବୈଜ୍ଞାନିକ ଥିଲା ଏବଂ ସ୍ତ୍ରୀଲୋକଙ୍କ ପ୍ରଧାନ ଋତୁଜନିତ ରୋଗ ନିରାକରଣ ନିମିତ୍ତ ଅଶୋକବନ ସୃଷ୍ଟି କରିଥିଲେ । ଏହି ବନରେ ସୀତାଙ୍କୁ ରଖିଲେ ତାଙ୍କର ଶାରୀରିକ ବିଶେଷତଃ ସ୍ତ୍ରୀରୋଗ ହେବନାହିଁ ବୋଲି ରାବଣ ସୀତାଙ୍କୁ ସେଠାରେ ରଖାଇଥିଲେ ।
ପ୍ରମୁଖ ଅବସାଦ ବେମାରୀ (ଇଂରାଜୀ ଭାଷାରେ Major depressive disorder/ MDD) ବା ସାଧାରଣ ଅବସାଦ ରୋଗ ଏକ ମାନସିକ ବେମାରୀ ଯେଉଁଥିରେ ଅତି କମ୍ରେ ଦୁଇ ସପ୍ତାହ ଧରି ଅଧିକାଂଶ ସ୍ଥଳରେ ଜଣେ ଲୋକର ଅବସାଦ ରହେ । ଏହା ସହିତ ନିଜର ହୀନମନ୍ୟତା (low self-esteem), ସାଧାରଣ ଆମୋଦଦାୟକ ଗତିବିଧିରେ ଅଭିରୁଚି ଅଭାବ (loss of interest ), ସ୍ୱଳ୍ପ ଶକ୍ତି ସମ୍ପନ୍ନ ଓ ଅକାରଣ ଯନ୍ତ୍ରଣା ହୁଏ । ଏହା ସହିତ ବେଳେବେଳେ ଡିଲ୍ୟୁଜନ/ ମିଥ୍ୟା ବିଶ୍ୱାସ (false beliefs) ବା ହାଲ୍ୟୁସିନେସନ/ ଅନ୍ୟକୁ ଦେଖା ନ ଯାଉଥିବା କଥା (see or hear things that others cannot) ଦେଖାଯାଏ । କେତେକ ଲୋକଙ୍କର ବର୍ଷ ବର୍ଷର ସାଧାରଣ ଅବସ୍ଥା ଅନ୍ତରରେ ଅବସାଦ ହୁଏ ଓ ଅନ୍ୟ କେତେକଙ୍କର ସର୍ବଦା ଅବସାଦ ରହେ । ଏହି ରୋଗ ଯୋଗୁ ଲୋକର ପାରିବାରିକ ଜୀବନ, କର୍ମ ଜୀବନ ଓ ସ୍କୁଲ ଜୀବନ, ଶୋଇବା, ଖାଇବା ଓ ସାଧାରଣ ସ୍ୱାସ୍ଥ୍ୟ ପ୍ରଭାବିତ ହୁଏ । ଏହା ଯୋଗୁ ୨-୭% ବୟଃପ୍ରାପ୍ତ ଲୋକ ଆତ୍ମହତ୍ୟା କରି ମୃତ୍ୟୁ ବରଣ କରନ୍ତି, ଓ ସମସ୍ତ ଆତ୍ମହତ୍ୟା କରୁଥିବା ଲୋକଙ୍କ ମଧ୍ୟରୁ ୬୦% ଲୋକର ଅବସାଦ ଅଥବା ଅନ୍ୟ କୌଣସି ମିଜାଜ ବେମାରୀ/ (mood disorder) ଥାଏ ।
ରାମାୟଣ, ଭିନ୍ନ ଭାଷା ଓ ପ୍ରକାରଭେଦ ରେ
ହିନ୍ଦୁ ଧାର୍ମିକ ମହାକାବ୍ୟ ରାମାୟଣର ବିଭିନ୍ନ ଭାଷାରେ ଅନ୍ୟୁନ ତିନି ଶହ ବିଭିନ୍ନ ରଚନା ରହିଥିବାର ଜଣାଯାଏ । ସେହି ମଧ୍ୟରୁ ସର୍ବପୁରାତନ ରାମାୟଣ ସନ୍ଥ ବାଲ୍ମୀକିଙ୍କ ରଚିତ ରାମାୟଣ ଓ ଅନେକ ରାମାୟଣ ସେହି ରାମାୟଣକୁ ଆଧାର କରି ଲେଖାଯାଇଛି । ମୂଳ କଥା ବସ୍ତୁ ସବୁ ରାମାୟଣରେ ସମାନ ରହିଥିଲେ ମଧ୍ୟ ବିଭିନ୍ନ ବିଷୟ ବସ୍ତୁରେ ବିବିଧତା ରହିଥାଏ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ମହୁଲର ଅନ୍ୟ ଏକ ନାଁ ହେଉଛି ମହୁଆ । ଉଦ୍ଭିଦ ବିଜ୍ଞାନରେ ମହୁଲକୁ ମଧୁକାଲୋଙ୍ଗିଫୋଲିଆ କୁହାଯାଇଥାଏ l ଓଡ଼ିଶା, ଝାରଖଣ୍ଡ, ଉତ୍ତର ପ୍ରଦେଶ, ବିହାର, କେରଳ ଓ ଗୁଜରାଟ ରାଜ୍ୟର ଜଙ୍ଗଲରେ ମହୁଲଗଛ ଦେଖିବାକୁ ମିଳିଥାଏ । ମହୁଲ ଗଛ ତିନିବର୍ଷର ହେଲେ ଫୁଲ ଫୁଟି ଥାଏ ଓ ଦଶବର୍ଷ ହେଲେ ଡାଳରେ ଫଳ ଦେଖା ଯାଏ l ମହୁଲ ଗଛଟିଏ ପ୍ରାୟ ୧୦୦ରୁ ୧୫୦ ବର୍ଷ ବଞ୍ଚିଥାଏ l ଗୋଟିଏ ବଡଗଛରୁ ୭୦ରୁ୭୫ କି.ଗ୍ରା ଯାଏ ଫଳ ମିଳିଥାଏ l ଫୁଲ ଫୁଟିବା ପୂର୍ବରୁ ପ୍ରତିବର୍ଷ ଫେବ୍ରୁଆରୀ ଠାରୁ ଅପ୍ରେଲ ମଧ୍ୟରେ ପୁରୁଣା ପତ୍ର ସବୁ ଝଡ଼ିଥାଏ ଓ ଅପ୍ରେଲ-ମଇ ମାସରେ ନୂଆ ପତ୍ର ଦେଖା ଯାଇଥାଏ l ମହୁଲ ଫୁଲର ଲମ୍ବ ଦେଢ ସେଣ୍ଟିମିଟର ପର୍ଯ୍ୟନ୍ତ ହେଇଥାଏ l ଜୁନରୁ ଅଗଷ୍ଟ ମଧ୍ୟରେ ଏହାର ଫଳ ପାଚେ l ମଞ୍ଜି ଗୁଡିକ ୨-୩ ସେଣ୍ଟିମିଟର ଲମ୍ବା ଓ ମଞ୍ଜି ଗୁଡ଼ିକ ଦେଖିବାକୁ ଚେପଟା ଓ ଅଣ୍ଡାକାର l
ନଟବର ସାମନ୍ତରାୟ (ଇଂରାଜୀ: Natabar Samantaray, /ˈnɵtɵbɵrɵ saːmɵntɵraːj/) ଜଣେ ଓଡ଼ିଆ ଲେଖକ ଓ ସାହିତ୍ୟ ସମୀକ୍ଷକ ଥିଲେ । ତାଙ୍କର କେତେକ ଜଣାଶୁଣା ସାହିତ୍ୟ-ଐତିହାସିକ ରଚନାବଳୀଗୁଡ଼ିକ ମଧ୍ୟରୁ ଓଡ଼ିଆ ସାହିତ୍ୟର ଇତିହାସ (୧୮୦୩-୧୯୨୦) , ଆଧୁନିକ ଓଡ଼ିଆ ସାହିତ୍ୟର ଭିତ୍ତିଭୂମି, ଏବଂ ବ୍ୟାସକବି ଫକୀରମୋହନ ଆଦି ପ୍ରମୁଖ । ତାଙ୍କ ସମୀକ୍ଷା ଲିଖନସବୁ ଜଣାଶୁଣା ଓଡ଼ିଆ ଲେଖକ ଫକୀରମୋହନ ସେନାପତି ଓ ରାଧାନାଥ ରାୟ ଆଦିଙ୍କ ରଚନା ଉପରେ ପର୍ଯ୍ୟବଶିତ । ତାଙ୍କ ଐତିହାସିକ ଗବେଷଣା ବ୍ରିଟିଶ ଶାସନ କାଳରେ ଉପକୂଳ ଓଡ଼ିଶା ଉପରେ ତାହାର ପ୍ରଭାବକୁ ନେଇ ୧୮୦୩ ମସିହାରୁ ୧୯୨୦ ମସିହା ଭିତରେ ପ୍ରକାଶିତ ପ୍ରମୁଖ ଓଡ଼ିଆ ରଚନାବଳୀ ଏବଂ ତାତ୍କାଳୀକ ଆଧୁନିକ ଓଡ଼ିଆ ସାହିତ୍ୟ ଉପରେ ବ୍ରିଟିଶ ଶାସନର ପ୍ରଭାବର ଏକ ସବିଶେଷ ବିଶ୍ଳେଶଣ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଆଖି ହେଉଛି ମଣିଷ ଓ ଅନ୍ୟ ପଶୁପକ୍ଷୀମାନଙ୍କ ଶରୀରରେ ଥିବା ଏକ ଅଙ୍ଗ । ଏହା ଦେଖିବାରେ ସାହାଯ୍ୟ କରିଥାଏ । ଆଖିର ଆଗ ପରଦା ବା କରନିଆ ଏକେବାରେ କାଚପରି ସଫା । ତା ପଛକୁ ଗୋଟାଏ କୋଠରୀ । ସେଥିରେ ପାଣି ଭଳି ଦ୍ରବ୍ୟ ଭରି ରହିଥାଏ । ତା ପଛକୁ ଗୋଟାଏ ମାଂସପେଶୀର ଗୋଲାକାର ପରଦା - ଆଇରିସ । ସେ ପରଦାର ଠିକ୍ ମଝିରେ ଫାଙ୍କଟାଏ ଥାଏ । ତାକୁ ପିଉପିଲ କୁହାଯାଏ । ଏହି ପିଉପିଲଟି ଠିକ୍ କେମେରାର ସର୍ଟର ଭଳି କାମ କରେ । ବେଶୀ ଆଲୁଅରେ ଛୋଟ ହୋଇଯାଏ ଓ କମ୍ ଆଲୁଅ ହେଲେ ମେଲା ହୋଇଯାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ଵାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।