ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଆଖି ହେଉଛି ମଣିଷ ଓ ଅନ୍ୟ ପଶୁପକ୍ଷୀମାନଙ୍କ ଶରୀରରେ ଥିବା ଏକ ଅଙ୍ଗ । ଏହା ଦେଖିବାରେ ସାହାଯ୍ୟ କରିଥାଏ । ଆଖିର ଆଗ ପରଦା ବା କରନିଆ ଏକେବାରେ କାଚପରି ସଫା । ତା ପଛକୁ ଗୋଟାଏ କୋଠରୀ । ସେଥିରେ ପାଣି ଭଳି ଦ୍ରବ୍ୟ ଭରି ରହିଥାଏ । ତା ପଛକୁ ଗୋଟାଏ ମାଂସପେଶୀର ଗୋଲାକାର ପରଦା - ଆଇରିସ । ସେ ପରଦାର ଠିକ୍ ମଝିରେ ଫାଙ୍କଟାଏ ଥାଏ । ତାକୁ ପିଉପିଲ କୁହାଯାଏ । ଏହି ପିଉପିଲଟି ଠିକ୍ କେମେରାର ସର୍ଟର ଭଳି କାମ କରେ । ବେଶୀ ଆଲୁଅରେ ଛୋଟ ହୋଇଯାଏ ଓ କମ୍ ଆଲୁଅ ହେଲେ ମେଲା ହୋଇଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଲୀନା ମହାନ୍ତି ଜଣେ ପ୍ରସିଦ୍ଧ ଓଡ଼ିଶୀ ନର୍ତ୍ତକୀ । ସେ ଉସ୍ତାଦ ବିସମିଲ୍ଲା ଖାନ୍ ଯୁବ ସମ୍ମାନ, ମାହାରୀ ସମ୍ମାନ, ସଂଯୁକ୍ତା ପାଣିଗ୍ରାହୀ ସମ୍ମାନ, ପ୍ରଭୃତି ପାଇଛନ୍ତି ଓ ବିଭିନ୍ନ ମଞ୍ଚରେ ପ୍ରଦର୍ଶନ କରିଛନ୍ତି । ସେ ମଧ୍ୟ ବିଶ୍ୱସାରା ନୃତ୍ୟ ନିର୍ଦ୍ଦେଶନା ତଥା ଶିକ୍ଷା ଦେଇଛନ୍ତି । ସେ ଭୁବନେଶ୍ୱର, କୁଆଲାମ୍ପପୁର,ନ୍ୟୁୟର୍କ, ପ୍ରଭୃତି ଠାରେ ଶିକ୍ଷାକେନ୍ଦ୍ର ଖୋଲିବା ସହ ନୃତ୍ୟ ପ୍ରଦର୍ଶନ କରୁଛନ୍ତି।
ଶରତ ମହାନ୍ତି ଜଣେ ଓଡ଼ିଆ ସିନେମା ଅଭିନେତା ଥିଲେ । ସେ ପ୍ରଥମେ ଅନ୍ନପୂର୍ଣ୍ଣା ଥିଏଟରରୁ ଅଭିନୟ ଆରମ୍ଭ କରିଥିଲେ । ପରେ ୧୯୬୨ ମସିହାରେ ମୁକ୍ତିଲାଭ କରିଥିବା ସିନେମା ଲକ୍ଷ୍ମୀରେ ପ୍ରଥମ କରି ସିନେମାରେ ଅଭିନୟ କରିଥିଲେ । ତାଙ୍କ ଅଭିନୀତ କେତେକ ପ୍ରମୁଖ ଚଳଚ୍ଚିତ୍ର ହେଲା କା, ଅମଡ଼ା ବାଟ, ସ୍ତ୍ରୀ, ମଲାଜହ୍ନ, ଭୁଲି ହୁଏନା, ପୂଜାଫୁଲ ଏବଂ ସକଳ ତୀର୍ଥ ତୋ ଚରଣେ । ସେ ମୁଖ୍ୟତଃ ହାସ୍ୟ ଅଭିନେତା ଭାବରେ ୫୦ରୁ ଅଧିକ ସିନେମା ଓ ଟିଭି ଧାରାବାହିକରେ ଅଭିନୟ କରିଥିଲେ । ଓଡ଼ିଆ ମଞ୍ଚକୁ ତାଙ୍କର ଅଭିନୟ ନିମନ୍ତେ ତାଙ୍କୁ ୨୦୦୭ ମସିହାରେ ଶତାବ୍ଦୀର କଳାକାର ତରଫରୁ ପୁରସ୍କୃତ କରାଯାଇଥିଲା ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ। କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ମହାନ ଦାର୍ଶନିକ ହୁଏନସାଙ୍ଗ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ଭବ୍ୟ ଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ପାବନ ଧୁଆଁ ବିଷୟରେ ବର୍ଣ୍ଣନା କରିଛନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଜଣାଶୁଣା ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ସେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ଅନର୍ସ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ଵଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ଵର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ଯୋବ୍ରା ଆନିକଟ କଟକରେ ଅବସ୍ତିତ । ମହାନଦୀରେ ପ୍ରଥମ ଆନିକଟ ଯୋବ୍ରାରେ ନିର୍ମାଣ କରିଥିଲେ ଇଂରେଜ ସରକାର ୧୮୬୬ ମସିହାରେ। କଟକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂପୁର ଜିଲ୍ଲାର ଚାଷ ଜମିକୁ କେନାଲ ଦେଇ ସୁବିଧାରେ ଜଳ ଯୋଗାଣର ସୁଯୋଗ ସୃଷ୍ଟି କରିଥିଲା ଏହି ଆନିକଟ। ଏହାଛଡ଼ା ନୌବାଣିଜ୍ୟ ସୁବିଧା ପାଇଁ ବର୍ଷ ତମାମ ମହାନଦୀ ଜଳ ପ୍ରବାହକୁ ଅବ୍ୟାହତ ରଖିବାରେ ଏହା ସହାୟକ ହେଉଥିଲା। ସମୟ ବଦଳିବା ସହ ସ୍ଥଳ ପଥରେ ପରିବହନ ସୁବିଧା ଅଧିକ ସହଜ ଓ ସୁଲ୍ଲଭ ହୋଇପାରିଛି।
ତାଳପତ୍ର ପୋଥିଗୁଡ଼ିକ ଶୁଖିଲା ତାଳପତ୍ରରେ ତିଆରି ଅଭିଲେଖ । ଏଗୁଡ଼ିକ ସାଧାରଣତଃ ଅଭିଲେଖ ତିଆରି କାମରେ ଦକ୍ଷିଣ ଏସିଆ ଓ ଦକ୍ଷିଣପୂର୍ବ ଏସିଆରେ ପଞ୍ଚମ ଶତାବ୍ଦୀରେ ବ୍ୟବହୃତ ହେଉଥିଲା । ଏଗୁଡ଼ିକ ତା' ଆଗରୁ ମଧ୍ୟ ବ୍ୟବହୃତ ହୋଇଥାଇପାରେ । ତାଳପତ୍ରରେ ଅଭିଲିଖନ ପ୍ରଥମେ ଦକ୍ଷିଣ ଏସିଆରୁ ଆରମ୍ଭ ହୋଇ ପରେ ବାକି ଦେଶମାନଙ୍କରେ ଆରମ୍ଭ ହୋଇଥିଲା । ବୋରାସସ ଜାତିର (ପାଲମାଇରା ତାଳ) ଗଛର ପତ୍ର କିମ୍ବା ତାଳ (ଓଳ ପତ୍ର, କରିଫା ଅମ୍ବ୍ରାକୁଲିଫେରା ବା ତାଳିପଟ ତାଳ) ଶୁଖିଲା ପତ୍ରକୁ ଧୂଆଁରେ ରଖାଯାଇ.
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ଵ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ଵାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ଵାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଉଇକିପ୍ରକଳ୍ପ:ଓଡ଼ିଶା ସରକାର ସହଭାଗିତା
ଜୁନ ୨୦୧୭ଠାରୁ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗ ଓଡ଼ିଆ ଉଇକିପିଡ଼ିଆ ସହ ସହଭାଗିତା କରି ଇଣ୍ଟରନେଟରେ ଉପଲବ୍ଧ ଥିବା ସରକାରର କିଛି ସମସ୍ତ ତଥ୍ୟ ଉଇକିପିଡ଼ିଆ ପାଇଁ ମୁକ୍ତ ଭାବେ ପ୍ରଦାନ କରୁଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ପ୍ରଫୁଲ୍ଲ ଦାସ (୩୦ ସେପ୍ଟେମ୍ବର ୧୯୨୭ - ୪ ମାର୍ଚ୍ଚ ୨୦୧୮) ଜଣେ ଓଡ଼ିଆ ଲେଖକ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ତାଙ୍କ ରଚିତ 'ବହ୍ନିମାନ' ପୁସ୍ତକ ନିମନ୍ତେ ତାଙ୍କୁ ଶାରଳା ପୁରସ୍କାରରେ ସମ୍ମାନିତ କରାଯାଇଛି । ମହାତ୍ମା ଗାନ୍ଧୀ ଓ ବିନୋବା ଭାବେଙ୍କ ଆଦର୍ଶଦ୍ଵାରା ଅନୁପ୍ରାଣିତ ହୋଇ ଅହିଂସା ଏବଂ ସେବାକୁ ପ୍ରାଧାନ୍ୟ ଦେଇଥିବା ସାମସମୟିକ ପ୍ରସିଦ୍ଧ । ଓଡ଼ିଆଙ୍କ ମଧ୍ୟରେ ପ୍ରଫୁଲ୍ଲ ଦାସ ଅନ୍ୟତମ । ସେ ଏକଧାରରେ ଗାନ୍ଧୀବାଦୀ ସ୍ଵାଧୀନତା ସଂଗ୍ରାମୀ, ସମାଜସେବୀ ଓ ଲେଖକ । ରାଜକନିକା ଅନ୍ତର୍ଗତ ଜରିସାହିରେ ଜନ୍ମିତ ପ୍ରଫୁଲ୍ଲ ଆଦ୍ୟଶୈଶବରେ ପିତାଙ୍କୁ ହରାଇବା ପରେ ମାମୁଘରେ ବଢ଼ିଥିଲେ। କନିକା, କୁଜଙ୍ଗ, ସାଲେପୁର, ବାଲେଶ୍ଵର, ପାରଳାଖେମୁଣ୍ଡି ଆଦିରେ ତାଙ୍କର ବିଦ୍ୟାର୍ଥୀ ଜୀବନ କଟିଥିଲା । ସେ ଛାତ୍ର-ଜୀବନରେ ଆନନ୍ଦ ଚନ୍ଦ୍ର ଜେନାଙ୍କ ‘ଦୁଃଖିନୀ କନିକା’ ଗୀତ, ତାଙ୍କୁ ବିପ୍ଲବୀ ହେବା ପାଇଁ ପ୍ରେରଣା ଯୋଗାଇଥିଲା। ୧୯୪୮ରେ ସେ କନିକା ଅଞ୍ଚଳର ପ୍ରାୟ ଅଶୀ ଜଣ ଦଳିତଙ୍କ ସହ ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ପ୍ରବେଶ କରି ଚହଳ ସୃଷ୍ଟି କରିଥିଲେ । ୧୯୫୧ରେ ସେ ପୁରୀର ରାମକୃଷ୍ଣ ମିଶନ ପାଠାଗାରରେ ସ୍ନେଚ୍ଛାସେବକ ଭାବେ କାର୍ଯ୍ୟ କରିବା ସହ ତାଙ୍କର ସାରସ୍ୱତ ଜୀବନ ଆରମ୍ଭ ହୋଇଥିଲା। ପୁରୀ ଅବସ୍ଥାନ କାଳରେ ସେ ‘ଶତଦଳ’ ନାମକ ସାହିତ୍ୟ ପତ୍ରିକା ପ୍ରକାଶ କରୁଥିଲେ। ସାହିତ୍ୟର ବିକାଶ ପାଇଁ ସାହିତ୍ୟ ସଭା ଆୟୋଜନ ସହ ପ୍ରସିଦ୍ଧ ସାହିତ୍ୟିକଙ୍କର ଜନ୍ମ ଦିନ ପାଳନ କରୁଥିଲେ। ସନ୍ଥ ବିନୋବା ଭାବେଙ୍କ ଭୂଦାନ ଆନ୍ଦୋଳନ ସହ ପ୍ରଫୁଲ୍ଲ ସଂପୃକ୍ତ ହୋଇ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ। କାଳିକାପୁରରେ ଭୂଦାନ ମେଳା ଆୟୋଜନ କରି ପ୍ରାୟ ଏଗାର ଶହ ଏକର ଜମି ସଂଗ୍ରହ କରିଥିଲେ । ସମାଜସେବା, ଗ୍ରାମ ସଂଗଠନ, ନିଶା ନିବାରଣ, ଦାରିଦ୍ର୍ୟ-ଅଶିକ୍ଷାରୋଗ ବିରୋଧୀ ଆନ୍ଦୋଳନ, ଜମିଦାର ବିରୋଧୀ ଆନ୍ଦୋଳନ, କୁଷ୍ଠ ନିରାକରଣ ଆଦି କ୍ଷେତ୍ରରେ କାର୍ଯ୍ୟ ତାଙ୍କ ମହାନତାର ପରିଚୟ ଦିଏ । 'ନେତାଜୀ ଆଉ ଫେରିନାହାନ୍ତି', 'ଫାଶୀ ମଞ୍ଚରେ ବିପ୍ଳବୀ’, ‘ପ୍ରତାରଣାର ଶହେ ବର୍ଷ’, ‘ସେହି ରକ୍ତାକ୍ତ ଅଗଷ୍ଟ ପନ୍ଦର’, ‘ଭାରତ ବିଭାଜନ', ‘ରାଜଦ୍ରୋହୀ’, ‘ଅଗ୍ନି ଯୁଗର ଆହ୍ଲାନ’, ‘ରକ୍ତସ୍ନାତା’, ‘ବହ୍ନିମାନ' ଆଦି ତାଙ୍କ ଦ୍ବାରା ଲିଖିତ ପ୍ରସିଦ୍ଧ ପୁସ୍ତକ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶାର ଲୋକ ସଭା ସାଂସଦଙ୍କ ତାଲିକା
ଚଳିତ ପଞ୍ଚଦଶ ଲୋକ ସଭା(୨୦୦୯-୨୦୧୪)ରେ ଓଡ଼ିଶାର ପ୍ରତିନିଧିତ୍ଵ କରୁଥିବା ଲୋକ ସଭା ସାଂସଦଗଣଙ୍କ ତାଲିକା
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଅାଇସ ବକେଟ ଚ୍ୟାଲେଞ୍ଜ, ବେଳେବେଳେ ଏଏଲଏସ ଅାଇସ ବକେଟ ଚ୍ୟାଲେଞ୍ଜ ନାମରେ ମଧ୍ୟ ଜଣା, ଜଣଙ୍କ ମୁଣ୍ଡରେ ବରଫମିଶା ପାଣି ଢାଳି ଆମ୍ୟୋଟ୍ରୋପିକ ଲାଟେରାଲ ସ୍କ୍ଲେରୋସିସ (ଏଅଲଅସ) ରୋଗ ନିମନ୍ତେ ସଚେତନତା ସୃଷ୍ଟି କରିବା ଓ ଏଥହାର ଗବେଷଣା ନିମନ୍ତେ ପାଣ୍ଠି ସଂଗ୍ରହ ନିମନ୍ତେ ଏକ କାର୍ଯ୍ୟକ୍ରମ । ୨୦୧୪ ମଧ୍ୟ ଆଡ଼କୁ ଏହା ସୋସିଆଲ ମିଡ଼ିଆଦ୍ୱାରା ଜଣାଶୁଣା ହେବାରେ ଲାଗିଲା । କିଛି ଲୋକ ଚ୍ୟାଲେଞ୍ଜରୁ ମିଳୁଥିବା ପଇସା ଅନ୍ୟାନ୍ୟ ସଙ୍ଗଠନକୁ ଦାନ କରିବା ପସନ୍ଦ କରୁଥିଲେ ମଧ୍ୟ ପ୍ରାୟ ଯୁକ୍ତରାଷ୍ଟ୍ର ଆମେରିକା ଲୋକେ ଏଏଲଏସ ଆସୋସିଅଏସନ ପାଇଁ ଭାଗନିଅନ୍ତି ଓ ଯୁକ୍ତରାଜ୍ୟରେ ଲୋକେ ମୋଟର ନିଉରନ ଡିଜିଜ ଆସୋସିଏସନରେ ଭାଗ ନିଅନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ବିନୋଦ ଚନ୍ଦ୍ର ନାୟକ(୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।