ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି । ଏହାର ବ୍ୟବହାର ଓ ସିଦ୍ଧାନ୍ତ ଗୁଡିକ ଉପରେ ଗବେଷଣା କରି ଏହାର ବିଭାଗୀକରଣ କରାଯାଇଛି । ଏହାର କିଛି ବିଷୟକୁ ଆମର ଦୈନନ୍ଦିନ ଜୀବନରେ ସଫଳ ଭାବେ ବ୍ୟବହାର କରାଯାଇପାରୁଥିବା ବେଳେ, ଅନ୍ୟ କଛି ବିଷୟକୁ କେବଳ ସମ୍ୟକ ଧାରଣା ଓ ଅନୁମାନକୁ ଆଧାର କରି ଭବିଷ୍ୟତରେ ଗବେଷଣା ପାଇଁ ବିଷୟବସ୍ତୁ ଭାବରେ ନିଆଯାଉଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବବି ଏଲ୍ୟୋସିୟସ'' (ଜନ୍ମ ୨୨ ଜୁନ ୧୯୭୪) ଭାରତର ଜଣେ ମହିଳା ଆଥଲେଟ ଅଟନ୍ତି, ଯିଏ ଏବେ "ତିରୁବନନ୍ତପୁରମ" କେରଳରେ ରହୁଛନ୍ତି । ତାଙ୍କର ଭାରତୀୟ ଏବଂ ଦକ୍ଷୀଣ ଏସିଆ ଖେଳରେ ୧୯୯୫ ଏବଂ ୨୦୧୨ ମଧ୍ୟରେ ଉଞ୍ଚା ଡିଆଁରେ ରେକର୍ଡ ରହିଛି । ତାଙ୍କର ୧.୯୧ ମୀଟର ଡିଆଁର ରେକର୍ଡ ୨୦୧୨ ମସିହାରେ କର୍ନାଟକର ସହାନାକୁମାରୀ ଦ୍ୱାରା ଭଙ୍ଗା ଯାଇଥିଲା । ବବି "ଏଥେନ୍ସ ଅଲିମ୍ପିକ"ରେ ଭାଗ ନେଇଥିଲେ । ୨୦୦୨ମସିହା ଏସିଆ ଖେଳରେ ରଜତ ପଦକ ଏବଂ ଜକାର୍ତା ଏସିଆ ଚାମ୍ପିଆନସିପରେ ସ୍ୱର୍ଣ୍ଣ ପଦକ ଜିତିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଶରତ ମହାନ୍ତି ଜଣେ ଓଡ଼ିଆ ସିନେମା ଅଭିନେତା ଥିଲେ । ସେ ପ୍ରଥମେ ଅନ୍ନପୂର୍ଣ୍ଣା ଥିଏଟରରୁ ଅଭିନୟ ଆରମ୍ଭ କରିଥିଲେ । ପରେ ୧୯୬୨ ମସିହାରେ ମୁକ୍ତିଲାଭ କରିଥିବା ସିନେମା ଲକ୍ଷ୍ମୀରେ ପ୍ରଥମ କରି ସିନେମାରେ ଅଭିନୟ କରିଥିଲେ । ତାଙ୍କ ଅଭିନୀତ କେତେକ ପ୍ରମୁଖ ଚଳଚ୍ଚିତ୍ର ହେଲା କା, ଅମଡ଼ା ବାଟ, ସ୍ତ୍ରୀ, ମଲାଜହ୍ନ, ଭୁଲି ହୁଏନା, ପୂଜାଫୁଲ ଏବଂ ସକଳ ତୀର୍ଥ ତୋ ଚରଣେ । ସେ ମୁଖ୍ୟତଃ ହାସ୍ୟ ଅଭିନେତା ଭାବରେ ୫୦ରୁ ଅଧିକ ସିନେମା ଓ ଟିଭି ଧାରାବାହିକରେ ଅଭିନୟ କରିଥିଲେ । ଓଡ଼ିଆ ମଞ୍ଚକୁ ତାଙ୍କର ଅଭିନୟ ନିମନ୍ତେ ତାଙ୍କୁ ୨୦୦୭ ମସିହାରେ ଶତାବ୍ଦୀର କଳାକାର ତରଫରୁ ପୁରସ୍କୃତ କରାଯାଇଥିଲା ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ମାଧବୀ ମୁଦଗଲ ଓଡ଼ିଶୀ ନୃତ୍ୟ ପାଇଁ ଜଣାଶୁଣା ଜଣେ ଭାରତୀୟ ଶାସ୍ତ୍ରୀୟ ନର୍ତ୍ତକୀ । ସେ୧୯୮୪ରେ ସଂସ୍କୃତି ସମ୍ମାନ, ୧୯୯୦ରେ ପଦ୍ମଶ୍ରୀ ସମ୍ମାନ, ୧୯୯୬ରେ ଓଡ଼ିଶା ରାଜ୍ୟ ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର, ୧୯୯୭ରେ ଫ୍ରାନ୍ସ ସରକାରଙ୍କ ଦ୍ୱାରା ଗ୍ରାଣ୍ଡେ ମେଡ଼ାଇଲେ ଦି ଲା ଭିଲେ ସମ୍ମାନ, ୨୦୦୦ରେ କେନ୍ଦ୍ର ସଙ୍ଗୀତ ନାଟକ ଏକାଜ଼େମୀ ସମ୍ମାନ, ୨୦୦୨ରେ ଦିଲ୍ଲୀ ରାଜ୍ୟ ପରିଷଦ ସମ୍ମାନ, ଓ ୨୦୦୪ରେ ନୃତ୍ୟ ଚୂଡାମଣି ସମ୍ମାନ ପାଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ବିବାହ କହିଲେ ସାଧାରଣତଃ ଜଣେ ପୁରୁଷ ଜଣେ ମହିଳାଙ୍କ ସହିତ ସାମାଜିକ ଓ ଆଇନଗତ ସ୍ୱିକୃତି ସହିତ ସହାବସ୍ଥାନ ଓ ପରସ୍ପର ପ୍ରତି ତଥା ସେମାନଙ୍କର ପିଲାମାନଙ୍କ ଓ ସମ୍ପର୍କୀୟଙ୍କ ପ୍ରତି ଅନ୍ତର୍ନିହିତ ଅଧିକାର ଓ କର୍ତ୍ତବ୍ୟକୁ ବୁଝାଏ । ବିଭିନ୍ନ ସଂସ୍କୃତିରେ ବିବାହର ସଂଜ୍ଞା ଭିନ୍ନ ଥାଏ କିନ୍ତୁ ଏହା ଏକ ଅନୁଷ୍ଠାନ ଯେଉଁଥିରେ ମୂଖ୍ୟତଃ ଯୌନ ସମ୍ପର୍କକୁ ଅଗ୍ରାଧିକାର ଦିଆଯାଏ । ଏହା ସହିତ ପାରିବାରିକ, ସାମାଜିକ, ଅର୍ଥନୈତିକ, ଧର୍ମ ସମ୍ବନ୍ଧୀୟ ଭାବୁକତା ମଧ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । କେତେକ ସଂସ୍କୃତିରେ କୌଣସି ଯୌନ କାରବାର କରିବା ପୂର୍ବରୁ ବିବାହ ବାଧ୍ୟତାମୂଳକ । କେତେକ ସଂସ୍କୃତିରେ ସ୍ଥିରିକୃତ ବିବାହ, ବାଲ୍ୟ ବିବାହ, ଏକାଧିକ ବିବାହ ଓ ବଳପୂର୍ବକ ବିବାହ ପ୍ରଥା ଅଛି । ଅନ୍ୟ ପକ୍ଷରେ ଏହି ଭଳି ବିବାହ ଅନେକ ସ୍ଥାନରେ ବେନିୟମ ଓ ଦଣ୍ଡନୀୟ କାରଣ ଏହା ମହିଳାଙ୍କ ଅଧିକାରର ଆନ୍ତର୍ଜାତୀୟ ନିୟମର ପରିପନ୍ଥି । ବିବାହକୁ ସ୍ୱୀକୃତ ଦିଏ ରାଜ୍ୟ, ସଂଗଠନ, ଆଦିବାସୀ ଦଳ, ସ୍ଥାନୀୟ ଗୋଷ୍ଟି ବା ସମ୍ମାନନୀୟ ବ୍ୟକ୍ତି । ବିବାହକୁ ଅନେକ ଏକ ଅନୁବନ୍ଧିତ କାନୁନୀ ବିବାହ ମନେକରନ୍ତି । କାନୁନୀ ବିବାହରେ ଧାର୍ମିକ କ୍ରିୟା ସମ୍ପାଦିତ ହୁଏ ନାହିଁ । ବିଂଶ ଶତାବ୍ଦୀରେ ଆଗରୁ ଅଣସ୍ୱିକୃତ ଥିବା ଭିନ୍ନ ଜାତି ବିବାହ, ଭିନ୍ନ ବିଶ୍ୱାସ ବିବାହ ଓ ସମଲିଙ୍ଗୀ ବିବାହକୁ ଅନେକ ଦେଶ ସ୍ୱିକୃତି ଦେଇସାରିଛନ୍ତି । ବିବାହ ହିନ୍ଦୁମାନଙ୍କର ଦଶବିଧ ସଂସ୍କାର(ଗର୍ଭାଧାନ, ପୁଂସବନ, ସୀମାନ୍ତୋନ୍ନୟନ, ଜାତକର୍ମ, ନାମକରଣ, ଅନ୍ନପ୍ରାଶନ, ମୁଣ୍ଡନ, ଉପନୟନ, ସମାବର୍ତ୍ତନ, ବିବାହ) ମଧ୍ୟରୁ ଗୋଟିଏ ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମେଇ ଯେମିସନ ହେଉଛନ୍ତି ଜଣେ ଆମେରିକୀୟ ଇଂଜିନିଅର, ପଦାର୍ଥ ବିଜ୍ଞାନୀ ଏବଂ ନାସାର ମହାକାଶ ବିଜ୍ଞାନୀ । ସେ ୧୯୫୬ ମସିହା ଅକ୍ଟୋବର ମାସ ୧୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ସେ ସେପ୍ଟେମ୍ପେର ୧୨, ୧୯୯୨ରେ ପ୍ରଥମ ଥର ପାଇଁ ମହାକାଶକୁ ଯାତ୍ରା କରିଥିଲେ। ସେ ଥିଲେ ପ୍ରଥମ ଆଫ୍ରିକୀୟ-ଆମେରିକୀୟ ମହିଳା ଯିଏ କି ମହାକାଶ ଯାତ୍ରା କରିଥିଲେ ।ସେ ୧୯୯୩ରେ ନାସାରୁ ଇସ୍ତଫା ଦେ ଗୋଟେ କମ୍ପାନୀରେ ଦୈନଦିନ ଜୀବନ ବିଷୟରେ ଗବେଷଣା କଲେ । ସେ ମଧ୍ୟ ଅନେକ ସମୟରେ ଚଳଚ୍ଚିତ୍ର ମାନଙ୍କରେ ଅଭିନୟ କରିବାର ଦେଖା ଯାଇଛି। ତାଙ୍କୁ star trek:the next generation ଚଳଚ୍ଚିତ୍ରର ଏକ ଅଧ୍ୟାୟରେ ଦେଖିବାକୁ ମିଳିଥିଲା । ବର୍ତମାନ ସେ ୧୦୦ year starship ସଂଗଠନର ଅଧ୍ୟକ୍ଷ ଅଟନ୍ତି।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ନିତ୍ୟାନନ୍ଦ ମହାପାତ୍ର ଭଦ୍ରକ ଜିଲ୍ଲାର ତାଳପଦାଠାରେ ୧୭ ଜୁଲାଇ ୧୯୧୨, ରଥଯାତ୍ରା ଦିନ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଭାବେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାରସ୍ଵତ ସାଧକ, ସ୍ଵାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ଵାଧିନ ସ୍ଵତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ଵାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ଵରଉତ୍ତୋଳନ କରି ସେ ତିନିଥର କାରାବରଣ କରିଥିଲେ ।
ବାଟ ମଙ୍ଗଳା ମନ୍ଦିର ହେଉଛି ହିନ୍ଦୁ ଦେବୀ ମା ମଙ୍ଗଳାଙ୍କ ପାଇଁ ଉତ୍ସର୍ଗୀକୃତ ଏକ ମନ୍ଦିର । ଏହି ମନ୍ଦିରଟି ଓଡ଼ିଶା ପ୍ରଦେଶରେ ଥିବା ହିନ୍ଦୁମାନଙ୍କ ପବିତ୍ର ପୁରୀ ସହର ଠାରୁ ୭ କିମି ଦୂରରେ ଅବସ୍ଥିତ । ଜଗନ୍ନାଥ ମନ୍ଦିରକୁ ଯାଉଥିବା ଶ୍ରଦ୍ଧାଳୁ ଭକ୍ତବୃନ୍ଦ ଏହି ମନ୍ଦିରକୁ ଦଣ୍ଡବତ କରିକି ଯାଆନ୍ତି । ବ୍ୟବହାରିକ କଥାବସ୍ତୁ ଅନୁସାରେ, ଭକ୍ତବୃନ୍ଦ ଜଗନ୍ନାଥ ମନ୍ଦିରକୁ ଯିବା ପୂର୍ବରୁ ପ୍ରଥମେ ଏହି ମନ୍ଦିରରେ ପ୍ରାର୍ଥନା କରନ୍ତି ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ରଚିତା ମିସ୍ତ୍ରୀ (ଜନ୍ମ 04 ମାର୍ଚ୍ଚ 1974) ହେଉଛନ୍ତି ମୁମ୍ୱାଇ, ମହାରାଷ୍ଟ୍ରରୁ ଜଣେ ଭାରତୀୟ ପେଶାଦାର ଦୌଡ଼ାଳୀ। ୧୨ ଅଗଷ୍ଟ ୨୦୦୦ରେ ଥିରୁଭାନନ୍ତପୁରମ୍ଠାରେ ଅନୁଷ୍ଠିତ ନ୍ୟାସନାଲ ସର୍କିଟ ଆଥଲେଟିକ ମିଟରେ ସେ ୧୦୦ ମିଟର ଦୌଡ଼କୁ ୧୧.୩୮ ସେକେଣ୍ଡରେ ପୂରା କରି ଜାତୀୟ ରେକର୍ଡ କରିଛନ୍ତି। ଯାହାକୁ ୨୦୧୩ରେ ମର୍ଲିନ କେ ଜୋସେଫଙ୍କ ପୂର୍ବରୁ ୧୩ ବର୍ଷ ପର୍ଯ୍ୟନ୍ତ କେହି ବଳି ଯାଇ ନ ଥିଲେ। ୫ ଜୁଲାଇ ୨୦୦୧ରେ ବାଙ୍ଗାଲୁରୁଠାରେ ସେ ନିଜର ସର୍ବୋତ୍ତମ କୃତି ୧୦୦ ମିଟରକୁ ୧୧.୨୬ ସେକେଣ୍ଡରେ ଦୌଡ଼ ପୂରା କରି ସେ ପି.ଟି. ଉଷାଙ୍କର ଦୀର୍ଘ ଦିନର ୧୧.୩୯ ସେକେଣ୍ଡର ଜାକର୍ତ୍ତାରେ ଅନୁଷ୍ଠିତ ୧୯୮୫ର ଏସିୟାନ କ୍ରୀଡ଼ା ଚାମ୍ପିୟନସିପ ରେକର୍ଡକୁ ଭଙ୍ଗ କରିଥିଲେ। ତେବେ କେତେକ ବିବାଦ/ବିତର୍କ ପରେ, ଭାରତର ଆମାଚ୍ୟୁର ଆଥଲେଟିକ ଫେଡେରେସନ (AAFI) ଏହି ଜାତୀୟ ରେକର୍ଡକୁ ପୁଷ୍ଟି କରି ନ ଥିଲେ। କାରଣ ଥିଲା ଯେ ଏହି କ୍ରୀଡ଼ା ସମୟରେ ତାଙ୍କୁ କିଛି ଶକ୍ତିବର୍ଦ୍ଧକ ଔଷଧି ଦିଆ ଯାଇଥିଲା କି ନା ତା'ର ଡୋପ ପରୀକ୍ଷଣ କରା ଯାଇ ନ ଥିଲା। ତେବେ AAIF ଏହା ସ୍ପଷ୍ଟ କରିଥିଲେ ଯେ କ୍ରୀଡ଼ାବିତ୍ଙ୍କର ଏହି ରେକର୍ଡ ତାଙ୍କର ବ୍ୟକ୍ତିଗତ ସର୍ବୋତ୍ତମ ରେକର୍ଡ ହିସାବରେ ପରିଗଣିତ ହେବ। ରଚିତା ପି.ଟି. ଉଷା ଓ ଇ.ବି.
ଫାଶୀ (ଇଂରାଜୀ ଭାଷା)ରେ ହ୍ୟାଙ୍ଗିଙ୍ଗ/hanging), କୌଣସି ପଦାର୍ଥଦ୍ୱାରା ଫାଶ କରି ମଣିଷ ବେକରେ ଗୁଡ଼େଇ ଶରୀରକୁ ମୃତ୍ୟୁ ହେବା ପର୍ଯ୍ୟନ୍ତ ଝୁଲେଇ ରଖିବାକୁ ବୁଝାଏ । ପୂର୍ବରୁ ଶରୀରକୁ କେବଳ ଝୁଲେଇ ରଖି ମୃତ୍ୟୁ ଦଣ୍ଡ ଦେବାକୁ ଫାଶୀ କୁହାଯାଉଥିଲା ଯେପରି କ୍ରୁଶବିଦ୍ଧ । ମଧ୍ୟ ଯୁଗରୁ ଫାଶୀ ଏକ ସାଧାରଣ ଏକ ମୃତ୍ୟୁ ଦଣ୍ଡ ଭାବରେ ପ୍ରଚଳିତ ହୋଇଆସୁଛି । ଇଂରାଜୀ ଭାଷାରେ କେବଳ ଝୁଲେଇବାକୁ ମଧ୍ୟ ହ୍ୟାଙ୍ଗ କୁହାଯାଏ ଯାହାର ଭୂତ କାଳ ଶବ୍ଦ ହଙ୍ଗ, କିନ୍ତୁ ମୃତ୍ୟୁ ଦଣ୍ଡ ହିସାବରେ ଏହାର ଅତୀତ କାଳ ଶବ୍ଦ ହ୍ୟାଙ୍ଗ୍ଡ୍ ହୁଏ ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ଵୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି ।