ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି । ଏହାର ବ୍ୟବହାର ଓ ସିଦ୍ଧାନ୍ତ ଗୁଡିକ ଉପରେ ଗବେଷଣା କରି ଏହାର ବିଭାଗୀକରଣ କରାଯାଇଛି । ଏହାର କିଛି ବିଷୟକୁ ଆମର ଦୈନନ୍ଦିନ ଜୀବନରେ ସଫଳ ଭାବେ ବ୍ୟବହାର କରାଯାଇପାରୁଥିବା ବେଳେ, ଅନ୍ୟ କଛି ବିଷୟକୁ କେବଳ ସମ୍ୟକ ଧାରଣା ଓ ଅନୁମାନକୁ ଆଧାର କରି ଭବିଷ୍ୟତରେ ଗବେଷଣା ପାଇଁ ବିଷୟବସ୍ତୁ ଭାବରେ ନିଆଯାଉଛି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ଵୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣୀକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଗାମୁଛା ଏକ ଛୋଟ ନିତ୍ୟ ବ୍ୟବହାର୍ଯ୍ୟ ବସ୍ତ୍ର । ଏହାର ଲମ୍ବ ସାଧାରଣତଃ ୧.୫ମିରୁ ୨.୫ମି ଭିତରେ ହୋଇଥାଏ । ଏହା ସାଧାରଣତଃ ଗେରୁଆ ରଙ୍ଗର ହୋଇଥାଏ । ଏହାକୁ ଓଡ଼ିଶା, ଆସାମ, ପଶ୍ଚିମବଙ୍ଗ ଏବଂ ବିହାରରେ ବହୁଳ ଭାବରେ ବ୍ୟବହାର କରାଯାଏ । ଆସାମରେ ଏହା ଗାମୋସା ବା ଗାମୋଛା ନାମରେ ପରିଚିତ । ଶସ୍ତା ତଥା ସୁଲଭ ହୋଇଥିବାରୁ ଏହା ଖୁବ ଲୋକପ୍ରିୟ । ହିନ୍ଦୁ ପୂଜା ପଦ୍ଧତିରେ ଗାମୁଛାର ପ୍ରମୁଖ ଭୁମିକା ରହିଛି । ପୂଜା କରିବା ସମୟରେ ମଧ୍ୟ ଏହାକୁ ପରିଧାନ କରାଯାଏ । ଗାମୁଛା ତିଆରି ପାଇଁ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲା ପୃଥିବୀ ପ୍ରସିଦ୍ଧ । ଆଜିକାଲି ଗାମୁଛା ଉପରେ ବିଭିନ୍ନ ପ୍ରୟୋଗ କରାଯାଇ ଏହାକୁ ଏକ ଫେଶନ ସାମଗ୍ରୀ ରୂପରେ ମଧ୍ୟ ବ୍ୟବହାର କରାଗଲାଣି । ଆସାମ ଗାମୋଛା ବିଶ୍ଵ ରେକର୍ଡ଼ ପ୍ରତିଷ୍ଠା କରିସାରିଲାଣି । ଅଧୁନା ହାତବୁଣା ଗାମୁଛାର ଉତ୍ପାଦନ କମିଯାଇଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଗୋପବନ୍ଧୁ ଚୌଧୁରୀ ଜଣେ ସ୍ଵାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦୀ ନେତା ଥିଲେ । ସେ କଟକରେ ୮ ମଇ ୧୮୯୫ ମସିହାରେ ଜନ୍ମଗ୍ରହଣ କରିଥିଲେ । ପିତା ଗୋକୁଳାନନ୍ଦ ଚୌଧୁରୀ କଟକରେ ଓକିଲାତି କରୁଥିଲେ । ଗୋପବନ୍ଧୁ ଯେଉଁ ଘରେ ଜନ୍ମଗ୍ରହଣ କରିଥିଲେ, ସେ ଘର ପରବର୍ତ୍ତୀ ସମୟରେ "ସ୍ଵରାଜ ଆଶ୍ରମରେ" ପରିଣତ ହୋଇଥିଲା । ପୈତୃକ ଗ୍ରାମ ଜଗତସିଂହପୁର ଜିଲ୍ଲାର ଖେରସରେ ଶିକ୍ଷାରମ୍ଭ କରି, ସେ କଟକର ରେଭେନ୍ସା କଲିଜିଏଟ ସ୍କୁଲ ଓ ରେଭେନ୍ସା ମହାବିଦ୍ୟାଳୟ ହୋଇ କଲିକତାର ପ୍ରେସିଡେନ୍ସି କଲେଜରୁ କୃତିତ୍ଵର ସହ ସ୍ନାତକ ଓ ସ୍ନାତକୋତ୍ତର ଉପାଧୀ ହାସଲ କରିଥିଲେ ।କଲିକତାରେ ଆଇନ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରି ୧୯୧୭ ମସିହାରେ କଟକର ଡେପୁଟି ମାଜିଷ୍ଟ୍ରେଟ ରୂପେ ଅବସ୍ଥାପିତ ହୋଇଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ୟଜ (ଇଂରାଜୀରେYaws) (ଅନ୍ୟ ନାମ ଫ୍ରାମ୍ବେସିଆଟ୍ରୋପିକା, ଥାଇମୋସିସ, ପୋଲିପାପିଲାମୋଟ୍ରୋପିକମ, ପରଙ୍ଗି, ବାଉବା, ଫ୍ରମ୍ବୋସି ଓ ପିଆନ; ଇଂରାଜୀରେ ଯଥାକ୍ରମେ frambesiatropica, thymosis, polypapillomatropicum, parangi, bouba, frambösie, ଓ pian) ଏକ ଗ୍ରଷ୍ମମଣ୍ଡଳୀୟ ସଂକ୍ରମଣ ରୋଗ ଯାହା ଚର୍ମ, ହାଡ଼ ଓ ଗଣ୍ଠିମାନଙ୍କୁ ଆକ୍ରମଣ କରେ ଓ ସ୍ପାଇରୋକିଟ ଜୀବାଣୁ ଟ୍ରେପୋନେମା ପାଲିଡମ ପର୍ଟେନ୍ୟୁଦ୍ୱାରା ହୁଏ । ରୋଗ ଆରମ୍ଭ ହେଲେ ଚର୍ମରେ ୨ରୁ ୫ ସେମି ବିଶିଷ୍ଟ ଗୋଟିଏ ଟାଣ ଗୋଲାକାର ଫୁଲା (swelling) ହୁଏ । ଏହି ଫୁଲାଟିର ମଧ୍ୟଭାଗ ଖୋଲିଯାଇ ଘାଆ ହୋଇଯାଇପାରେ । ଏହି ପ୍ରାରମ୍ଭିକ ରୋଗ ୩ରୁ ୬ ମାସ ମଧ୍ୟରେ ଶୁଖିଯାଏ । କିଛି ସପ୍ତାହରୁ କିଛି ବର୍ଷ ପଶ୍ଚାତ ଗଣ୍ଠି ଓ ହାଡ଼ରେ ଯନ୍ତ୍ରଣା ହୁଏ, ଥକ୍କାଣ ହୁଏ ଓ ନୂଆ ଚର୍ମ ଲକ୍ଷଣ ବାହାରେ । ହାତ ପାପୁଲି ଓ ପାଦତଳ ଘାଆ ହୋଇଯାଏ । ନାକ ହାଡ଼ର ଆକାର ବଦଳି ଯାଏ । ପାଞ୍ଚ ବର୍ଷ ବା ପରେ ବଡ଼ ଆକାରର ଚର୍ମ ମରିଯାଇ ଶୁଖି ସ୍କାର ହୁଏ । ୟଜ ସଂକ୍ରମିତ ଲୋକର ଲିଜନରୁ ନିର୍ଗତ ତରଳପଦାର୍ଥ ସହ ସିଧା ସଂସ୍ପର୍ଷରେ ଆସିଲେ ଏହି ରୋଗ ଦିଏଁ । ଏହା ଏକ ଅଯୌନିକ ରୋଗ । ଏହା ପିଲାମାନଙ୍କୁ ଅଧିକ ଧରେ, ସାଥୀ ହୋଇ ଖେଳିବା ସମୟରେ ବ୍ୟାପେ । ଅନ୍ୟ ସମ୍ପର୍କିତ ରୋଗମାନଙ୍କର ନାମ ବେଜେଲ (ଜୀବାଣୁ ନାମ ଟ୍ରେପୋନେମା ପାଲିଡମ ଏଣ୍ଡେମିକମ, ଇଂରାଜୀରେTreponema pallidum endemicum), ପିଣ୍ଟା (ଜୀବାଣୁ ନାମ ଟ୍ରେପୋନେମା ପାଲିଡମ କାରାଟିଅମ ଇଂରାଜୀରେ Treponema pallidum carateum) ଓ ସିଫିଲିସ (ଜୀବାଣୁ ନାମ ଟ୍ରେପୋନେମା ପାଲିଡମ ପାଲିଡମ ଇଂରାଜୀରେ Treponema pallidum pallidum) । ଏହାର ଆକୃତି ଓ ଲକ୍ଷଣ ଦେଖିବା ପରେ ରୋଗ ନିର୍ଣ୍ଣୟ କରାଯାଏ । ରକ୍ତ ଆଣ୍ଟିବଡି ପରୀକ୍ଷା ଉପକାରୀ ହୋଇପାରେ କିନ୍ତୁ ପୂର୍ବତନ ଓ ଏବେକାର ରୋଗ ଫରକ ଜଣେଇ ପାରେନାହିଁ । ପଲିମରେଜ ଚେନ ରିଆକ୍ସନ (Polymerase chain reaction ବା PCR) ଏହାର ସଠିକ ନିର୍ଣ୍ଣୟାତ୍ମକ ପରୀକ୍ଷା । ରୋଗୀଙ୍କୁ ଆରୋଗ୍ୟ କରି ରୋଗ ବ୍ୟାପିବା ସଙ୍କଟ ଦୂର କରି ପ୍ରତିରୋଧ କରିବାହିଁ ଆଶିଂକ ସଠିକ୍ ପଦ୍ଧତି । ବ୍ୟାପକ ରୋଗ ହେଉଥିବା ସ୍ଥାନରେ ସମୁଦାୟ କମ୍ମ୍ୟୁନିଟି ଲୋକଙ୍କୁ ଚିକିତ୍ସା କରିବା ଫଳପ୍ରଦ ହୁଏ । ପରିଚ୍ଛନତା ଓ ପରିମଳ ବ୍ୟବସ୍ଥାରେ ସୁଧାର ଆଣିପାରିଲେ ରୋଗ ବ୍ୟାପିବା କମିଯାଏ । ପାଟିବାଟେ ଆଜିଥ୍ରୋମାଇସିନ ଆଣ୍ଟିବାୟୋଟିକ ଦେଇ ଓ ବେଞ୍ଜାଥିନ ପେନିସିଲିନ ଇଞ୍ଜେକସନ ଦେଇ ଏହାର ଚିକିତ୍ସା କରାଯାଏ । ଚିକିତ୍ସା ନ କଲେ ଶାରୀରିକ ବକ୍ରତା ୧୦ % ରୋଗୀଙ୍କର ଦେଖାଯାଏ । ସନ ୨୦୧୨ର ଆକଳନ ଅନୁସାରେ ୧୪ଟି ଗ୍ରୀଷ୍ମମଣ୍ଡଳୀୟ ଦେଶରେ ୟଜ ରୋଗ ସାଧାରଣତଃ ଦେଖାଯାଏ । ଏହି ରୋଗ କେବଳ ମନୁଷ୍ୟକୁ ଆକ୍ରମଣ କରେ । ସନ ୧୯୫୦ ଓ ୧୯୬୦ ଦଶକରେ ଡବ୍ଲ୍ୟୁ.ଏଚ.ଓ. ଏହି ରୋଗକୁ ପ୍ରାୟ ନିର୍ମୂଳ କରିଦେଇଥିଲେ । ସେହି ସମୟଠାରୁ ଏହି ରୋଗ ସଂଖ୍ୟା ବଢ଼ିବାରୁ ଆଉଥରେ ଡବ୍ଲ୍ୟୁ.ଏଚ.ଓ.
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ଵାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ଵାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବେସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବ ମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ଅକ୍ଷୟ ମହାନ୍ତି (୧୨ ଅକ୍ଟୋବର ୧୯୩୭ – ୧୭ ନଭେମ୍ବର ୨୦୦୨) (ଅନ୍ୟନାମ: ଖୋକା ଭାଇ) କଟକଠାରେ ଜନ୍ମିତ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ସଂଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ । ସେ ଓଡ଼ିଆ କଥାଚିତ୍ର, ପଲ୍ଲୀଗୀତ, ଭଜନମାନଙ୍କରେ କଣ୍ଠଦାନ କରିଛନ୍ତି, ତାଙ୍କୁ ଓଡ଼ିଆ ଆଧୁନିକ ଓ ସୁଗମ ସଙ୍ଗୀତର ଜନ୍ମଦାତା ବୋଲି କୁହାଯାଇଥାଏ । ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
କଳ୍ପନା ଚାୱଲା (ମାର୍ଚ୍ଚ ୧୭, ୧୯୬୨ – ଫେବୃଆରୀ ୧, ୨୦୦୩) ହେଉଛନ୍ତି ଭାରତରେ ଜନ୍ମିତ ପ୍ରଥମ ମହିଳା ମହାକାଶଚାରୀ । ସେ ୧୯୯୭ ମସିହାରେ ପ୍ରଥମ ଥର ପାଇଁ କଲମ୍ବିଆ ମହାକାଶଯାନରେ ମହାକାଶକୁ ଯାତ୍ରା କରିଥିଲେ। ଏହି ମହାକାଶ ଯାନରେ ସେ mission specialist ଏବଂ primary robotic arm operator ଭାବେ ଯାଇଥିଲେ। ୨୦୦୩ ମସିହାରେ କଲମ୍ବିଆ ମହାକାଶଯାନ ଦୁର୍ଘଟଣା (Space Shuttle Columbia disaster)ରେ ପ୍ରାଣ ହରାଇ ଥିବା ସାତ ଜଣ ମହାକାଶଚାରୀଙ୍କ ମଧ୍ୟରେ କଳ୍ପନା ଅନ୍ୟତମ। ସେ ପଞ୍ଜାବ ଇଞ୍ଜିନିୟରିଂ କଲେଜ୍ରୁ ଏରୋନଟିକାଲ୍ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରୀ ଏବଂ ଆମେରିକାର ଟେକ୍ସାଜ୍ ୟୁନିଭର୍ସିଟିରୁ ଏରୋସ୍ପେଶ୍ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ୧୯୮୮ରେ ସେ ଆମେରିକାର କଲରାଡୋ ୟୁନିଭର୍ସିଟିରୁ ପି.ଏଚ୍.ଡି.
ଆମିବାୟାସିସ (ଇଂରାଜୀ ଭାଷାରେ Amoebiasis, ଅନ୍ୟ ନାମ ଆମିବିକ ଡିସେଣ୍ଟେରି/amoebic dysentery) ଏକ ସଂକ୍ରମଣ ଯାହା ଏଣ୍ଟାମିବା (Entamoeba) ଦଳର ଆମିବା (amoeba) ଦ୍ୱାରା ସୃଷ୍ଟି ହୁଏ । ଏଣ୍ଟାମିବା ହିସ୍ଟୋଲିଟିକା (Entamoeba histolytica) ପରଜୀବୀ ଦ୍ୱାରା ସାଧାରଣତଃ ଏହି ରୋଗ ଲକ୍ଷଣ ଦେଖାଯାଏ । ଆମିବାୟାସିସ ଦେହରେ ଥିଲେ ସାମାନ୍ୟ, ସାଂଘାତିକ ଲକ୍ଷଣ (symptoms) ଦେଖାଯାଏ ଓ କିଛି ମଧ୍ୟ ନ ହୋଇପାରେ । ଉଦର ଯନ୍ତ୍ରଣା (Abdominal pain), ତରଳ ଝାଡ଼ା, ରକ୍ତିମ ଝାଡ଼ା (bloody diarrhea) ଆଦି ଲକ୍ଷଣମାଣ ଦେଖାଯାଇପାରେ । ରୋଗ ଜଟିଳ ହେଲେ କୋଲୋନ ପ୍ରଦାହ (inflammation of the colon) ସହିତ ତନ୍ତୁ ମୃତ୍ୟୁ (tissue death) ହୁଏ ବା ଜଠରାନ୍ତ୍ର ଛିଦ୍ର ହୋଇ ପେରିଟୋନାଇଟିସ (peritonitis) ହୋଇପାରେ । ରୋଗଗ୍ରସ୍ତ ଲୋକର ରକ୍ତ ହାନୀ ହୋଇ ଆନିମିଆ ହୋଇପାରେ ।
ଅଲେଖ ଚନ୍ଦ୍ର ବିଶ୍ୱାଳ(ଜନ୍ମ : ୦୬ ଜାନୁଆରୀ ୧୯୫୪) ଜଣେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରପ୍ରାପ୍ତ ଗୀତିକାର । ଚଳଚ୍ଚିତ୍ର ଗୀତ ବ୍ୟତିତ, ସେ ଗୀତିକବିତା ଓ ଭକ୍ତିସଙ୍ଗୀତ ମଧ୍ୟ ଲେଖିଥାନ୍ତି । ଏଯାବତ ସେ ୯୦୦୦ରୁ ଅଧିକ ଗୀତ, ୭୦୦ରୁ ଅଧିକ ସିଡ଼ି ଓ ୧୭ଟି ଓଡ଼ିଆ ଚଳଚ୍ଚିତ୍ରପାଇଁ ଗୀତରଚନା କରିସାରିଲେଣି । ସେ କେନ୍ଦ୍ରସରକାରଙ୍କ ଚାକିରିରୁ ସେବାନିବୃତ ହୋଇ ସାରିଛନ୍ତି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଆଖି ହେଉଛି ମଣିଷ ଓ ଅନ୍ୟ ପଶୁପକ୍ଷୀମାନଙ୍କ ଶରୀରରେ ଥିବା ଏକ ଅଙ୍ଗ । ଏହା ଦେଖିବାରେ ସାହାଯ୍ୟ କରିଥାଏ । ଆଖିର ଆଗ ପରଦା ବା କରନିଆ ଏକେବାରେ କାଚପରି ସଫା । ତା ପଛକୁ ଗୋଟାଏ କୋଠରୀ । ସେଥିରେ ପାଣି ଭଳି ଦ୍ରବ୍ୟ ଭରି ରହିଥାଏ । ତା ପଛକୁ ଗୋଟାଏ ମାଂସପେଶୀର ଗୋଲାକାର ପରଦା - ଆଇରିସ । ସେ ପରଦାର ଠିକ୍ ମଝିରେ ଫାଙ୍କଟାଏ ଥାଏ । ତାକୁ ପିଉପିଲ କୁହାଯାଏ । ଏହି ପିଉପିଲଟି ଠିକ୍ କେମେରାର ସର୍ଟର ଭଳି କାମ କରେ । ବେଶୀ ଆଲୁଅରେ ଛୋଟ ହୋଇଯାଏ ଓ କମ୍ ଆଲୁଅ ହେଲେ ମେଲା ହୋଇଯାଏ ।
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ(WHO)। ବିଶ୍ଵରେ ସ୍ଵାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭାଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ଵାକ୍ଷର କରିଥିଲେ ।ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ଵରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି । ଏକବିଂଶ ଶତାବ୍ଦୀ ବେଳକୁ ଏହି ପରମ୍ପରା ଧୀରେ ଧୀରେ ଲୋପ ପାଇବା ଆରମ୍ଭ କରିଥିଲା।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ବାସ୍ତୁ ଶାସ୍ତ୍ର ଏକ ପାରମ୍ପରିକ ହିନ୍ଦୁ ବ୍ୟବସ୍ଥା ଅଟେ ଯାହା ଶାବ୍ଦିକ ରୂପରେ ବସ୍ତୁକଳାର ବିଜ୍ଞାନର ଅନୁବାଦ କରିଥାଏ । ଏହା ଭାରତୀୟ ଉପ ମହାଦ୍ବୀପରେ ପାଇଥିବା ଗ୍ରନ୍ଥ ଅଟେ ଯାହା ଡିଜାଇନ, ଲେଆଉଟ, ମାପ, ଜମିର ପ୍ରସ୍ତୁତି, ଅନ୍ତରୀକ୍ଷ ବ୍ୟବସ୍ଥା ଏବଂ ସ୍ଥାନୀୟ ଜ୍ୟାମିତିର ସିଦ୍ଧାନ୍ତର ବର୍ଣ୍ଣନା କରିଥାଏ । ବାସ୍ତୁ ଶାସ୍ତ୍ରରେ ପାରମ୍ପରିକ ହିନ୍ଦୁ ସାମିଲ ଥାନ୍ତି ଏବଂ କିଛି ମାମଲାରେ ବୌଦ୍ଧ ବିଶ୍ୱାସର ଆବଶ୍ୟକତା, ଡିଯାଇନର ଉଦେଶ୍ୟ ପ୍ରକୃତି ସହିତ ବାସ୍ତୁକଳା, ସାରଞ୍ଚନାର ବିଭିନ୍ନ ଅଂଶର ପାରିବାରିକ କାର୍ଯ୍ୟ ଏବଂ ଜ୍ୟାମିତୀୟ ଯନ୍ତ୍ରର ଉପଯୋଗ କରୁଥିବା ପ୍ରାଚୀନ ମାନ୍ୟତା, ସମମିତି ଏବଂ ଦେଶାତ୍ମକ ସଂଗ୍ରକ୍ଷଣ ସାମିଲ ହୋଇଥାଏ ।
ମା’ ଶାରଳାଙ୍କ ମନ୍ଦିର ଓଡ଼ିଶା ରାଜ୍ୟର ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ। ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଲିଖିତ ଜଗନ୍ନାଥ ମନ୍ଦିର ଓ ଜଗନ୍ନାଥ ବହିରେ ସପ୍ତମ ପରିଚ୍ଛେଦରେ ଲିଖିତ ଅଛି - ରତ୍ନଗିରି ଦକ୍ଷିଣକୁ ସିଧାସଳଖ ପ୍ରାୟ ୨୦ ମାଇଲ ଦୂରରେ ପ୍ରସିଦ୍ଧ ତିର୍ତ୍ତୋଳ ଭୂବନ୍ଦର । ଏହାକୁ ହୁଏନସାଂ ଚେଲିତାଲେ କହିଛନ୍ତି । ତିରିତୋଳର ବର୍ତ୍ତମାନ ନାମ ତିର୍ତ୍ତୋଲ । ଏହା ନିକଟରେ ଥିବା ଝଙ୍କଡ଼ଠାରେ ଦେବୀ ଶାରଳାଙ୍କ ପୀଠ। ସାରଳା ମହାଭାରତରେ ଏହି ଝଙ୍କଡ଼କୁ ଜଙ୍ଗେର ବା ଜଙ୍ଗେରପୁର କୁହାହୋଇଛି । ପୂର୍ବେ ପୂର୍ବଭାରତର ପ୍ରସିଦ୍ଧ ବନ୍ଦର ଚେଳିତାଳୋ ଥିବା ଯୋଗୁଁ ସେହି ଅଞ୍ଚଳରେ ଯକ୍ଷ ବା ଜଙ୍ଖମାନେ ରହିବା ସ୍ୱାଭାବିକ। ତେଣୁ ଜଙ୍ଖମାନେ ରହୁଥିବା ଅଞ୍ଚଳକୁ ଜଙ୍ଖେରପୁର କୁହାଯାଉଥିବା ସମ୍ଭବ। ସେତେବେଳେ ବୃଦ୍ଧା ଏବଂ ଚନ୍ଦ୍ରଭାଗା ଦୁଇଟି ନଦୀ ଶାରଳା ଠାକୁରାଣୀଙ୍କ ବିଜେସ୍ଥଳୀର ଉତ୍ତର ଦକ୍ଷିଣରେ ପ୍ରବାହିତ ହୋଇ ସମୁଦ୍ରରେ ମିଶିଥିଲେ । ବର୍ତ୍ତମାନ ସେହି ବୃଦ୍ଧନଦୀ ବୁଢ଼ାନଈ ନାମରେ ନାମିତ । ସାରଳା ଦାସ ବୃଦ୍ଧନଦୀକୁ ବୁଧମାତା ନାମେ ନଦୀ’ବର୍ଣ୍ଣନା କରିଛନ୍ତି । ସାରଳା ଦାସ ତାଙ୍କ ପୁରାଣରେ ଶାରୋଳ ଗ୍ରାମରେ ଶାରଳାପୀଠ ଅବସ୍ଥିତ ବୋଲି କହିଛନ୍ତି । ବର୍ତ୍ତମାନ ଝଙ୍କଡ଼ ପ୍ରଗଣାରେ ବଡ଼ ଶାରୋଳ ଓ ସାନ ଶାରୋଳ ନାମରେ ଦୁଇଟି ଗ୍ରାମ ଅଛି । ସେହି ଗ୍ରାମ ନିକଟରେ ପୂର୍ବେ ଶାରଳା ଠାକୁରାଣୀଙ୍କ ମନ୍ଦିର ଥିଲା ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କରଞ୍ଜିଆ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
କରଞ୍ଜିଆ (କ୍ରମିକ ସଂଖ୍ୟା: ୩୦) ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: କରଞ୍ଜିଆ (ବି), କରଞ୍ଜିଆ ବ୍ଳକ, ଠାକୁରମୁଣ୍ଡା ବ୍ଳକ ଓ କପ୍ତିପଦା ବ୍ଳକର କିଛି ଅଂଶ ।
ପୌଷ ମାସର ପ୍ରଥମ ଦିନ ଧନୁ ସଂକ୍ରାନ୍ତି ଭାବେ ପାଳନ କରାଯାଏ । ଏହା ପ୍ରାୟତଃ ଡିସେମ୍ବର ୧୪ ବା ୧୫ ତାରିଖରେ ପଡ଼େ । ଏହି ଦିବସଠାରୁ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ପହିଲି ଭୋଗ ଆରମ୍ଭ ହୋଇ ଉତ୍ତରାୟଣ ସଂକ୍ରାନ୍ତି ବା ମକର ସଂକ୍ରାନ୍ତି (ପ୍ରାୟତଃ ଜାନୁଆରୀ ୧୪ତାରିଖ) ପର୍ଯ୍ୟନ୍ତ ଚାଲିଥାଏ । ପ୍ରଭାତୀ କୀର୍ତ୍ତନ ବନ୍ଦ ରହେ I ପୌଷ ମାସର ପବିତ୍ରତା ଯୋଗୁଁ ପୁଷ୍ୟାଭିଷେକ ଅନୁଷ୍ଠିତ ହୁଏ । ଏହି ସଂକ୍ରାନ୍ତିର ସ୍ୱରୂପ ବର୍ଣ୍ଣନା କରି ପଞ୍ଜିକାକାର କହନ୍ତି ଏ ସଂକ୍ରାନ୍ତିର ନାମ ମହୋଦରୀ । ଏ ମାସର ସଂକ୍ରାନ୍ତି ପୁରୁଷ ପଶୁ ଜାତି, ପୌଢା ବୟସ, ରକ୍ତବସ୍ତ୍ର ପରିଧାନ କରି ଗୋରଚନା ଲେପନ ଓ ବେଲପତ୍ର ଭୂଷିତ ହୋଇ ଦୁର୍ମୁଖାବସ୍ଥାରେ ସୀସା ଆସି, ପୂର୍ବ ଦିଗକୁ ଦୃଷ୍ଟି ଦେଇ ଦକ୍ଷିଣ ଦିଗକୁ ଗମନ କରିବେ । ପୁଷ ମାସରେ ଧାନ ଅମଳ ପରେ 'ଉଖୁଡା'ବା 'ମୁଆଁ'ର ପ୍ରସ୍ତୁତି ଓଡ଼ିଆ ଚଳଣିର ଏକ ବିଶେଷତ୍ଵ । ଧନୁ ସଂକ୍ରାନ୍ତିର ପ୍ରସିଦ୍ଧି ମୁଆଁ ଭୋଗ ପାଇଁ । ଧନୁ ସଂକ୍ରାନ୍ତି ଦିନ ମୁଆଁକୁ ଠାକୁରଙ୍କ ପାଖରେ ଭୋଗ ଲଗାଯାଏ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।