ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଆଶୁତୋଷ ମହାପାତ୍ର ଜଣେ ଓଡ଼ିଆ ଯାତ୍ରା ଜଗତର ନାଟ୍ୟକାର ତଥା ନିର୍ଦ୍ଦେଶକ ଏବଂ ଓଡ଼ିଆ ଦୂରଦର୍ଶନ ଅଭିନେତା । ସେ ଯାତ୍ରା ଜଗତରେ ଇଂ ଆଶୁତୋଷ ମହାପାତ୍ର ଭାବରେ ପରିଚିତ । ଆଶୁତୋଷ ଓଡ଼ିଆ ଯାତ୍ରା ଜଗତରେ ଶିବାନୀ, ତାରିଣୀ, ବାଘାଯତୀନ, କୋଣାର୍କ ଆଦି ବିଭିନ୍ନ ଯାତ୍ରାପାର୍ଟି ପାଇଁ ନାଟକ ଲେଖିଛନ୍ତି ଏବଂ ନିର୍ଦ୍ଦେଶନା ଦେଇଛନ୍ତି । ସେ ଯାତ୍ରା ଜଗତ ବ୍ୟତୀତ ଓଡ଼ିଆ ଦୂରଦର୍ଶନର କିଛି ଧାରାବାହିକରେ ଅଭିନୟ କରିଛନ୍ତି । ଇ ଟିଭି ଓଡ଼ିଆରେ ପ୍ରସାରିତ ଧାରାବାହିକ ଗାୟତ୍ରୀରେ ଆଶୁତୋଷଙ୍କର ଅଭିନୟ ତାଙ୍କୁ ଦର୍ଶକଙ୍କ ପାଖରେ ଅଧିକ ପରଚିତ କରିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଫେସନ ୨୦୦୮ରେ ମୁକ୍ତିଲାଭ କରିଥିବା ଏକ ହିନ୍ଦୀ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ମଧୁର ଭଣ୍ଡାରକର, ଦେବେନ୍ ଖୋଟେ, ରୋନୀ ସ୍କୃବାଲା, ଜରିନ୍ ମେହେତା । ଅଜୟ ମୋଙ୍ଗା ଏହି କଥାଚିତ୍ରଟିର କାହାଣୀ ଏବଂ ଚିନତ୍ରନାଟ୍ୟ ରଚନା କରିଥିଲେ । ମଧୁର ଭଣ୍ଡାରକର ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ପାକିସ୍ତାନୀ ସଙ୍ଗୀତକାର ଭାଇ ଦ୍ୱୟ ସଲିମ-ସୁଲେମାନ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ଏବଂ ଗୀତିକାର ଇର୍ଫାନ ସିଦ୍ଦିକ୍ ଓ ସନ୍ଦୀପ ନାଥ କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼ରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ସ୍କନ୍ଦ ପୁରାଣ, ପୁରାଣ ମାନଙ୍କରେ ସବୁଠାରୁ ବଡ଼ ପୁରାଣ ଅଟେ । ଏହି ପୁରାଣରେ ୮୮୧୦୦ ଶ୍ଲୋକ ଅଛି । ଏହି ପୁରାଣକୁ ସ୍କନ୍ଦ, ଶିବ ଓ ପାର୍ବତୀଙ୍କ ପୁତ୍ର କାର୍ତ୍ତିକେୟ କହିଥିବାରୁ ଏହାର ନାମ ତାଙ୍କ ଅନୁସାରେ ସ୍କନ୍ଦ ଦିଆଯାଇଥିଲା । ଏହା ସାତଟି ଖଣ୍ଡରେ ବିଭକ୍ତ ଅଟେ - ମହେଶ୍ୱର, ବୈଶ୍ନବ, ବ୍ରହ୍ମା, କାଶୀ, ଅବନ୍ତି, ନଗର ଓ ପ୍ରଭାସ । କାର୍ତ୍ତିକ ଦେବତାଙ୍କ ସେନାକୁ ନିୟନ୍ତ୍ରଣ କରୁଥିଲେ ଓ ତାଡ଼କାସୁରକୁ ମାରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଯୋଗୀ, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶ୍ରୀଧର ମାର୍ଥା । ଛବିତା ମାର୍ଥା ଏହି କଥାଚିତ୍ରଟିର କାହାଣୀ ଲେଖିଥିଲେ । ଡଃ ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିରଞ୍ଜନ ବେହେରା ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଦୀପକ କୁମାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ପ୍ରଣବ ମୁଖାର୍ଜୀ (ଜନ୍ମ: ୧୧ ଡିସେମ୍ବର ୧୯୩୧) ଭାରତର ୧୩ଶ ରାଷ୍ଟ୍ରପତି ଭାବେ ଜୁଲାଇ ୨୦୧୨ରୁ କାର୍ଯ୍ୟଭାର ତୁଲାଇଛନ୍ତି। । । ୧୯୩୫ ମସିହା ଡିସେମ୍ବର ୧୧ ତାରିଖରେ ପଶ୍ଚିମବଙ୍ଗର ବୀରଭୁମି ଜିଲ୍ଲାର ଏକ ମଫସଲ ଗ୍ରାମ ମିରାଟିଠାରେ ଏକ ବ୍ରାହ୍ମଣ ପରିବାରରେ ଜନ୍ମ ।ତାଙ୍କ ବାପା ନାମ କଦମ କିଙ୍କର ମୁଖାର୍ଜୀ ଏବଂ ମାଆଙ୍କ ନାମ ରାଜଲକ୍ଷୀ । ପ୍ରଣବ କଲିକତା ବିଶ୍ବବିଦ୍ୟାଳୟରୁ ଇତିହାସ ଏବଂ ରାଜନୀତି ବିଜ୍ଞାନରେ ମାଷ୍ଟର ଡିଗ୍ରୀ ଏବଂ ଆଇନ ଡିଗ୍ରୀ ହାସଲ କରିଛନ୍ତି ।ତେବେ ସେ ପ୍ରଥମେ କଲିକତାର ଡେପୁଟି ଆକାଉଣ୍ଟାଣ୍ଟ ଜେନେରାଲରେ ଜଣେ କିରାଣି ଭାବେ କାମ କରୁଥିଲେ ।ପରେ ସେ କଲିକତା ସ୍ଥିତ ଇଣ୍ଡିଆନ୍ ଷ୍ଟାଟିଷ୍ଟିକାଲ୍ ଇନ୍ଷ୍ଟିଚ୍ୟୁଟର ଅଧକ୍ଷଭାବେ ନିଯୁକ୍ତି ପାଇଥିଲେ ।ଏହାପରେ ସେ ସାମ୍ବାଦିକତା ଏବଂ ଓକିଲାତିକୁ ନିଜର ପେଶାରୂପେ କିଛି ଦିନ ଆପଣେଇଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ବୈଶାଖ ସଂକ୍ରାନ୍ତି (ସୂର୍ଯ୍ୟଙ୍କର ମେଷ ରାଶିକୁ ସଂକ୍ରମଣ ଦିନ) ବା ପଣା ସଂକ୍ରାନ୍ତି ଠାରୁ ସୌରମାନ ବର୍ଷର ପ୍ରଥମ ଗଣନା ଆରମ୍ଭ ହୁଏ । ଏହା ସୌର ବୈଶାଖର ପ୍ରଥମ ଦିବସ । ଏହିଦିନଠାରୁ ନୂତନ ଶକାବ୍ଦ ଗଣନାର ଆରମ୍ଭ ହୁଏ । ଓଡ଼ିଆ ନବବର୍ଷର ଆରମ୍ଭ ପ୍ରଣାଳୀ ବିଜ୍ଞାନ ସମ୍ମତ ଓ ଯୁକ୍ତିଯୁକ୍ତ ଏହାର ଗଣନା ନିରୟଣ ସୂର୍ଯ୍ୟ ମେଷରାଶିରେ ପ୍ରବେଶ କରିବାଠାରୁ ହୋଇଥାଏ । ଏହି ପଦ୍ଧତି ଓଡ଼ିଶାର ପ୍ରଥମ ଜ୍ୟୋତିର୍ବିଜ୍ଞାନୀ ଶତାନନ୍ଦାଚାର୍ଯ୍ୟଙ୍କ ଠାରୁ ଚଳିଆସୁଥିବାର ଅନୁମାନ କରାଯାଏ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଦେବାଶିଷ ପାତ୍ର ଜଣେ ଓଡ଼ିଆ କଥାଚିତ୍ର, ଆଲବମ୍ ଅଭିନେତା ଏବଂ ଦୂରଦର୍ଶନ ତଥା ମଞ୍ଚ ଉପସ୍ଥାପକ । ସେ ପ୍ରଥମେ ଓଡ଼ିଆ ଆଲବମ୍ ଜଗତରେ ଜଣେ ଅଭିନେତା ଭାବରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ଏହାପରେ ସେ ଓଡ଼ିଆ କଥାଚିତ୍ର ଜଗତରେ ୨୦୧୦ ମସିହାରେ ଅଭିନୟ ଆରମ୍ଭ କରିଥିଲେ । ପହିଲି ରଜ ଚଳଚ୍ଚିତ୍ର ଜରିଆରେ ଦେବାଶିଷ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ଏହାପରେ ସେ ଭୁଲ୍ ବୁଝିବନି ମତେ କଥାଚିତ୍ରରେ ମୁଖ୍ୟ ନାୟକ ଭାବରେ ଅଭିନୟ କରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଧୁଡୁକି (ଘୁଡ଼ୁକି ଭାବେ ମଧ୍ୟ ଜଣାଶୁଣା), ଓଡ଼ିଶାର ଏକ ପାରମ୍ପାରିକ ଲୋକକଳା । ଧୁଡୁକିଆ ଶବର(ମୁଣ୍ଡପୋତା କେଳା) ସମ୍ପ୍ରଦାୟର ଲୋକେ ଏହି ବାଜା ବଜେଇ, ଲୋକମାନଙ୍କର ମନୋରଞ୍ଜନ କରନ୍ତି । ଧୁଡୁକି ବଜେଇ, ଏମାନେ ଉପେନ୍ଦ୍ର ଭଞ୍ଜଙ୍କ କାବ୍ୟକବିତା, ରାଧାକୃଷ୍ଣଙ୍କ ପ୍ରେମ କାହାଣୀ, ବିଭିନ୍ନ ଗ୍ରନ୍ଥ ଉପନିଷେଦର କଥା ବୋଲି ଶୁଣେଇଥାନ୍ତି । ଢେଙ୍କାନାଳ, ନୟାଗଡ଼, ଯାଜପୁର ଆଦି ଅଞ୍ଚଳରେ ଏହି କଳାକାରମାନେ ଦେଖାଯାଆନ୍ତି ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଆର୍ଯ୍ୟାବର୍ତ୍ତ ଭାରତ ବର୍ଷର ପ୍ରତ୍ୟେକ ଭାରତୀୟ ଚତୁର୍ଦ୍ଧାମ ରାମେଶ୍ଵର, ପୁରୀ, ବଦ୍ରୀନାଥ ଓ ଦ୍ଵାରକା ଦର୍ଶନର କାମନା କରିଥାନ୍ତି । ଚାରୋଟି ସ୍ଥାନ – ଚାରିଧାମ ପରମ ପବିତ୍ର । ଏଥିମଧ୍ୟରୁ ତିନୋଟି ଧାମ ପୁରୀ, ରାମେଶ୍ଵର ଏବଂ ଦ୍ଵାରକା ସାଗର କୂଳରେ ଓ ବଦ୍ରୀନାଥ ଧାମ ହିମାଳୟ ପର୍ବତରେ ଅବସ୍ଥିତ । କଥିତ ଅଛି ଯେ ମନୁଷ୍ୟ ପରି ଭଗବାନ ମଧ୍ୟ ରାମେଶ୍ଵରରେ ସ୍ନାନ କରି ଆଭୂଷଣ ବିମଣ୍ଡିତ ହୁଅନ୍ତି ଦ୍ଵାରକାରେ, ଶ୍ରୀକ୍ଷେତ୍ରରେ ଷାଠିଏ ପଉଟି ଭୋଜନ କରି ବଦ୍ରିକାର ନିଶ୍ଚଳ ଅଞ୍ଚଳରେ ସୁଖ ନିଦ୍ରା ଯାଇଥାନ୍ତି । କାର୍ତ୍ତିକ ଠାରୁ ବୈଶାଖ ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ଛଅମାସ କାଳ ବଦ୍ରୀନାଥ ମନ୍ଦିର ଦ୍ଵାର ବନ୍ଦ ରହେ ।
ଚୈତ୍ରମାସ ଶୁକ୍ଳ ଅଷ୍ଟମୀ, ଅଶୋକାଷ୍ଟମୀ ନାମରେ ପରିଚିତ ଏବଂ ଏହି ଦିନର ଯାତ୍ରାର ରଥକୁ ରୁକୁଣା ରଥ ଯାତ୍ରା କହନ୍ତି । ବିଶେଷତଃ ଏହି ସମୟରେ ଦେବୀ ଦୁର୍ଗାଙ୍କ ବାସନ୍ତୀ ପୂଜା ଚାଲିଥାଏ । ସେହିପରି ଅଶୋକାଷ୍ଟମୀ ପରଦିନ ରାମ ନବମୀ ପାଳନ କରାଯାଏ । ରାମନବମୀ ପୂର୍ବଦିନ ଅଶୋକ ନାମ ଯୋଡ଼ିହୋଇ ଥିବାରୁ ରାମାୟଣର ଅଶୋକବନ କଥା ମନକୁ ଆସେ । ଏହିଦିନ ସୀତା ଅଶୋକ ଜଳପାନ କରି ଦୁଃଖ ଭୁଲିଯାଇଥିବାରୁ ସେହିଦିନଠାରୁ ଏହିଦିନଟି ପ୍ରସିଦ୍ଧ ହୋଇଛି ବୋଲି ଲୋକକଥା ରହିଛି । ଭେଷଜ ଶାସ୍ତ୍ରରୁ ଜଣାଯାଏ ଅଶୋକ ବୃକ୍ଷ ସ୍ତ୍ରୀଲୋକଙ୍କ ଉପକାରୀ । ବିଶେଷକରି ପୁନର୍ବସୁ ନକ୍ଷତ୍ରରେ ଏହା ସେବନ କଲେ ଅଧିକ ଫଳପ୍ରଦ ହୁଏ । କିଛିଲୋକଙ୍କ ମତରେ ରାବଣ ଜଣେ ବୈଜ୍ଞାନିକ ଥିଲା ଏବଂ ସ୍ତ୍ରୀଲୋକଙ୍କ ପ୍ରଧାନ ଋତୁଜନିତ ରୋଗ ନିରାକରଣ ନିମିତ୍ତ ଅଶୋକବନ ସୃଷ୍ଟି କରିଥିଲେ । ଏହି ବନରେ ସୀତାଙ୍କୁ ରଖିଲେ ତାଙ୍କର ଶାରୀରିକ ବିଶେଷତଃ ସ୍ତ୍ରୀରୋଗ ହେବନାହିଁ ବୋଲି ରାବଣ ସୀତାଙ୍କୁ ସେଠାରେ ରଖାଇଥିଲେ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ବନ୍ୟା ନାମ ଦିଆଯାଏ ଯେତେବେଳେ ଜଳ ସୀମା ବହିର୍ଭୁତ ହୋଇ ସାଧାରଣ ଶୁଖିଲା ଭୂମିକୁ ଜଳ ପ୍ଲାବନ କରେ । ୟୁରୋପିଆନ୍ ୟୁନିଅନ୍ ଫ୍ଲଡ଼ ଡାରେକ୍ଟିଭ୍ର ସଂଜ୍ଞା ଅନୁସାରେ 'ସାଧାରଣ ଅଣପ୍ଳାବିତ ଭୂମି ଜଳଦ୍ୱାରା ପ୍ଲାବିତ ହେଲେ ବନ୍ୟା କୁହାଯାଏ । ସମୁଦ୍ର ଲହରୀର ଅନ୍ତଃ-ପ୍ରହାହକୁ ମଧ୍ୟ ପ୍ରବହମାନ ଜଳ ଭାବରେ ଗ୍ରହଣ କରାଯାଏ । ଜଳାଶୟ ମଧ୍ୟରେ ନଦୀ ଓ ହ୍ରଦ ଅନ୍ତର୍ଭୁକ୍ତ ଯେଉଁଠାରେ ଜଳ ବନ୍ଧ ଭାଙ୍ଗି ବା କୂଳ ଲଙ୍ଘନ କରି କିଛି ଜଳ ତାହାର ସୀମା ବହିର୍ଭୁତ ହୁଏ କିମ୍ବା ବର୍ଷା ଜଳ ଜମି ସୀମା ଲଙ୍ଘନ କରିଲେ ବନ୍ୟା ହୁଏ । ଋତୁ ପରିବର୍ତ୍ତନ ଅନୁସାରେ ବରଫ ତରଳି ବା ଭୂସ୍ଖଳନ ହୋଇ ହ୍ରଦ ବା ଅନ୍ୟ ଜଳାଶୟର ଜଳ ମାତ୍ରା ବଢ଼ିଲେ ମଧ୍ୟ ସମ୍ପତ୍ତି ବା ଗୃହପାଳିତ ପଶୁମାନଙ୍କର କ୍ଷୟକ୍ଷତି ନ ହେଲେ ବନ୍ୟା ହିସାବରେ ଗଣନା କରାଯାଏ ନାହିଁ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ଵପ୍ରସିଦ୍ଧ । ଏହା ଶ୍ରୀମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରା ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ବର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ଵାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବଡଭାଇ ଶ୍ରୀ ବଳଭଦ୍ର ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ତାଳଧ୍ଵଜ।