ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀଙ୍କ ମନ୍ଦିର ଭଦ୍ରକ ସହରଠାରୁ ପ୍ରାୟ ୭ କି.ମି.ଦୂରରେ ଅବସ୍ଥିତ । ଚତୁର୍ଭୁଜା ଭଦ୍ରକାଳୀ ଏଠାରେ ସିଂହପୃଷ୍ଠରେ ପଦ୍ମାସନରେ ବିଜେ କରିଅଛନ୍ତି । ଉପର ଭୁଜ ଦୁଇଟି ମଧ୍ୟରୁ ଦକ୍ଷିଣରେ ଖଡ୍ଗ ଓ ବାମ ଭୁଜରେ ଖର୍ପର ଧାରଣ କରିଛନ୍ତି । ତଳଭୁଜ ଦୁଇଟି ମଧ୍ୟରୁ ବାମଭୁଜରେ ଜପାମାଳି ଓ ଦକ୍ଷିଣ ଭୁଜରେ ଶିଶୁ କୃଷ୍ଣଙ୍କୁ କୋଳରେ ଧରିଛନ୍ତି । ଏହା ଏକମାତ୍ର ଶକ୍ତିପୀଠ ଯେଉଁଠି କାଳୀ ଶ୍ରୀକୃଷ୍ଣଙ୍କୁ କୋଳରେ ଧରିଛନ୍ତି । ଏହି ପୀଠକୁ ଦୂର୍ଗା ମାଧବ ପୀଠ ମଧ୍ୟ କୁହାଯାଏ ।
ଉଇକିଖବର ଉଇକିପିଡ଼ିଆ ଫାଉଣ୍ଡେସନର ମୁକ୍ତ ସାମଗ୍ରୀ ସମାଚାର ସ୍ତ୍ରୋତ ଉଇକି ଏବଂ ଏକ ଉଇକିମିଡ଼ିଆ ପ୍ରଯୋଜନାର ସହଯୋଗୀ ପତ୍ରକାରିତା ମାଧ୍ୟମରେ କମକରିଥାଏ । ଉଇକିପିଡ଼ିଆର ସହ-ସଂସ୍ଥାପକ "ଜିମି ୱେଲ୍ସ" ଉଇକିଖବରକୁ ଉଇକିପିଡ଼ିଆରୁ ଅଲଗା କରିଥିଲେ, ଉଇକିଖବରରେ ପ୍ରତ୍ୟେକକାହାଣୀକୁ ଏକ ବିଶ୍ଵକୋଷ ଲେଖାର ଏକ ସମାଚାର କାହାଣୀ ରୂପେ ଲେଖାଯାଇଥାଏ । ଉଇକିଖବରରେ ନାଗରିକ ପତ୍ରକାରିତା, ମିଡ଼ିଆ ଏବଂ ଓମି ନ୍ୟୁଜ ପରି ଅନ୍ୟ ପ୍ରୟାସରେ ପତ୍ରକାରିତାକୁ ସ୍ୱୀକାର କରାଯାଏ । ଉଇକିମିଡ଼ିଆ ଫାଉଣ୍ଡେସନର ଅଧିକାଂଶ ପରିଯୋଜନାର ବିପରୀତ, ଉଇକିଖବରର ମୂଳ ରିପୋର୍ଟ ଏବଂ ସାକ୍ଷାତକାର ରୂପେ ଅନୁମତି ଦେଇଥାଏ ।
ବାଲ୍ୟ ବିବାହ ହେଉଛି ନିର୍ଦ୍ଦିଷ୍ଟ ବୟସ ସୀମା ନ ହେଉଣୁ ଦୁଇ ବ୍ୟକ୍ତିଙ୍କ ମଧ୍ୟରେ ଓୌପଚାରିକ ଅବା ଅଣ ଓୌପଚାରିକ ବିବାହ । ବିଭିନ୍ନ ସଙ୍ଗଠନ ଓ ୟୁନିସେଫ ଦ୍ୱାରା ନାବାଳକଙ୍କ ବୟସ ସୀମା ୧୮ବର୍ଷ ଧାର୍ଯ୍ୟ କରାଯାଇଛି । ଆଇନଗତ ଭାବେ ବିବାହ ବୟସ ୧୮ ବର୍ଷରୁ କମ୍ ହୋଇଥିଲେ ଏହା ଆଇନର ବିରୁଦ୍ଧ ଅଟେ । ଅଭିଭାବକଙ୍କ ସହମତି ଅବା ଟିନ ଏଜ ଗର୍ଭଧାରଣ କରିବା ଭଳି କ୍ଷେତ୍ରରେ ଅନେକ ଆଇନ ବୟସ ପୁର୍ବରୁ ବିବାହକୁ ସ୍ୱୀକୃତି ଦେଇଥାନ୍ତି । ଯଦିଓ କିଛି ଦେଶରେ ବିବାହର ବୟସ ସୀମା ୧୮ ବର୍ଷ ରହିଛି କିନ୍ତୁ ପାରମ୍ପରିକ ବିଶ୍ୱାସ ଏକ୍ଷେତ୍ରରେ ଆଇନ ଉପରେ ଭାରି ପଡିଥାଏ । ମାତ୍ର ଏକଥାକୁ ଅସ୍ୱୀକାର କରାଯାଇ ନପାରେ ଯେ ବାଲ୍ୟ ବିବାହ ଉଭୟ ପୁଅ ଓ ଝିଅଙ୍କ ଉପରେ କୁପ୍ରଭାବ ପାକାଇଥାଏ, ଏହି କ୍ଷେତ୍ରରେ ବିଶେଷ ଭାବେ ଝିଅମାନେ ଅଧିକ ପ୍ରଭାବିତ ହୋଇଥାନ୍ତି । ବହୁ ଦିନ ଧରି ବହୁ ସ୍ଥାନରେ ବାଲ୍ୟ ବିବାହ ପରମ୍ପରା ଚାଲି ଆସୁଛି । ଜାତିସଙ୍ଘର ବିଭିନ୍ନ ସଂସ୍ଥାର କହିବା କଥା କେବଳ ସମ୍ମନ୍ୱିତ ଯୌନ ଶିକ୍ଷା ଏଭଳି ପରମ୍ପରାକୁ ଦୂର କରିପାରିବ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମା’ ମାଣିକେଶ୍ୱରୀ କଳାହାଣ୍ଡିର ନାଗବଂଶୀ ରାଜାମାନଙ୍କ ଇଷ୍ଟଦେବୀ । ଭବାନିପାଟଣା ସ୍ଥିତ ରାଜଉଆସ ପରିସର ମଧ୍ୟରେ ସେ ପୂଜା ପାଉଅଛନ୍ତି । ଏହି ରାଜ ବଂଶର ରାଜା ଉଦିତପ୍ରତାପ ଦେଓ ତାଙ୍କ ରାଜତ୍ୱ (ଖ୍ରୀଷ୍ଟାବ୍ଦ ୧୮୫୪-୧୮୮୧)ର ଅନ୍ତିମ ପାଦରେ ବର୍ତ୍ତମାନର ମାଣିକେଶ୍ୱରୀ ମନ୍ଦିରର ଭିତ୍ତି ସ୍ଥାପନ କରିଥିଲେ ଓ ତାଙ୍କ ନାତି ରାଜା ବ୍ରଜମୋହନ ଦେଓଙ୍କ ରାଜତ୍ୱ (ଖ୍ରୀଷ୍ଟାବ୍ଦ ୧୯୧୬-୧୯୩୯) ସମୟରେ ଏହି ମନ୍ଦିର ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିଲା । ମନ୍ଦିରର ପଶ୍ଚାତ ଦେଶର ତିନି ଦିଗରେ ଥିବା ତିନିଟି କ୍ଷୁଦ୍ର ରେଖା ‘ଦଶ ମହାବିଦ୍ୟା ଦେବୀ’, ବୈଷ୍ଣବୀ, ବରାହୀ ଓ ନରସିଂହଙ୍କ ପ୍ରତିମୂର୍ତ୍ତି ପୂଜା ପାଉଛି । ମହାକାଳ ଭୈରବ ବୁଢ଼ାରାଜା ନାମରେ ପୂଜିତ ହେଉଛନ୍ତି । ବୁଢ଼ାରାଜା ମନ୍ଦିରର ଦ୍ୱାର ବର୍ଷସାରା ବନ୍ଦ ରହୁଥିବା ବେଳେ, ଏହା କେବଳ ଦଶହରା ସମୟରେ ମହାସପ୍ତମୀ ଅର୍ଦ୍ଧରାତ୍ରୀରେ ମନ୍ଦିର ଖୋଲାଯାଇଥାଏ ଓ ପୁଣି ବିଜୟା ଦଶମୀ ଦିନ ବନ୍ଦ କରିଦିଆଯାଏ । ମାଣୀକେଶ୍ୱରୀ ମନ୍ଦିରର ଗର୍ଭଗୃହରେ ସ୍ଥାପିତ ମାଣିକେଶ୍ଵରୀଙ୍କ ମୁର୍ତ୍ତି ଏକ ସ୍ତମ୍ବାକାର ଶରୀର ଉପରେ ମସ୍ତକ ସ୍ଥାପନ କରାଯାଇଥିବା ପରି ପ୍ରତୀୟମାନ ହୁଏ । ମାଣିକେଶ୍ଵରୀଙ୍କ କୌଣସି ପ୍ରତିମା ନଥାଇ ବସ୍ତ୍ରର ଆବରଣ ତଳେ ଏକ ସ୍ତମ୍ବ ରହିବା ତାତ୍ପର୍ଯ୍ୟପୂର୍ଣ୍ଣ । ପ୍ରତିବର୍ଷ ମୂଳାଷ୍ଟମୀ ରାତ୍ରିରେ ଦେବୀଙ୍କ ପୁରାତନ ମସ୍ତକକୁ ବିସର୍ଜିତ କରାଯାଇ ରତ୍ନଅଳଙ୍କାର ଖଚିତ ନୂତନ ମୃଣ୍ମୟ ମସ୍ତକ ସ୍ଥାପନ କରାଯାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମହିଳାମାନଙ୍କ ମାସିକ ପୁଷ୍ପବତୀ ହେବାକୁ ନେଇ ସମାଜରେ କିଛି ଅନ୍ଧବିଶ୍ୱାସ ରହିଛି । କେତେକ କ୍ଷେତ୍ରରେ ଏହି ସମୟକୁ ଅଶୁଦ୍ଧ ବୋଲି ମଧ୍ୟ କୁହାଯାଏ । ଏହାକୁ ଲଜ୍ଜ୍ୟା ଜନକ ସମୟ ବୋଲି କୁହାଯାଏ । ମିଡ଼ିଆ ଏବଂ ବିଜ୍ଞାପନ ମାଧ୍ୟମରେ ଏହା ସହ ନିଜ ପରିବାର ସଦସ୍ୟଙ୍କୁ ସଚେତନ କରାଯାଉଛି । କିଛି ପରମ୍ପରା ଏବଂ ମାନସିକତା ମଧ୍ୟ ଲୋକଙ୍କ ମଧ୍ୟ ଏବେ ବି ଅନେକ ଭୁଲ ଧାରଣା ରହିଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କର୍ମ କ୍ଷେତ୍ରରେ ମହିଳାମାନଙ୍କୁ ଯୌନ ନିର୍ଯାତନା
ସମ୍ପ୍ରତି କର୍ମ କ୍ଷେତ୍ରରେ ମହିଳାମାନଙ୍କ ପ୍ରେବଶ ପୁରୁଷମାନଙ୍କଠାରୁ ଅଧିକ ହେବାର ପରିଲକ୍ଷିତ ହେଉଛି। ସରକାରୀ ସେକ୍ଟର ଅପେକ୍ଷା ବେସରକାରୀ ସଂସ୍ଥାମାନଙ୍କରେ ଅଧିକ ମହିଳା ଚାକିରି କରୁଛନ୍ତି। କାରଣ ବେସରକାରୀ ସଂସ୍ଥାରେ ଚାକିରି ପାଇବା ସହଜ ଏବଂ ଅଧିକ ପାରିଶ୍ରମିକ ମଧ୍ୟ ମିଳିଥାଏ। କେତେକ କ୍ଷେତ୍ରରେ ଦେଖାଯାଏ, ମହିଳାମାନେ କର୍ମ କ୍ଷେତ୍ରରେ ଯୌନ ନିର୍ଯାତନାର ଶିକାର ହେଉଛନ୍ତି। ଉପରିସ୍ଥ ଅଫିସରଙ୍କ ସିଧାସଳଖ, ଅନୁେରାଧ, ଦ୍ୱିଅଥ୍ଡଡବେଧକ, ନଗ୍ନଚିତ୍ର ପ୍ରଦଶର୍ନ ବା ଅନ୍ୟକୗଣସି ଅସ୍ୱାଗତେଯାଗ୍ୟ ବ୍ୟବହାରକୁ େଯୗନ ଉତ୍ପୀଡ଼ନ କୁହାଯାଏ। ଅାଗରୁ ଖୁବ୍ କମ୍ ସଂଖ୍ୟକ ମହିଳା ଚାକିରି କରୁଥିେଲ। େତଣୁ େସେତେବେଳ ଏହି ମାମଲା କମ୍ େହଉଥିଲା ଏବଂ େଲାକେଲାଚନକୁ ଅାସୁ ନଥିଲା। ଏବେ ଯେହେତୁ ଅଧିକ ସଂଖ୍ୟକ ମହିଳା କାମ କରୁଛନ୍ତି, େଯୗନ ନିଯର୍ାତନା ଅଧିକ ଘଟୁଛି। ଏଥିପାଇଁ କଡ଼ା ଅାଇନ ଲାଗୁ େହାଇଥିବାରୁ ନିଯର୍ାତନା ସମ୍ପକର୍େର ମୁହଁ େଖାଲିବାକୁ ପୀଡ଼ିତାମାେନ ସାହସ କରୁଛନ୍ତି। ଏହା ନିଶ୍ଚିତ ଭାବେର ଶୁଭ ଲକ୍ଷଣ। କ ୨୦୧୨ ମସିହା ଡିେସମ୍ବର ମାସ ୧୬ ତାରିଖ ରାତିେର ଦିଲ୍ଲୀେର ଏକ ଚଳନ୍ତା ବସ୍େର ପୁରୁଷ ବନ୍ଧୁ ସମ୍ମୁଖେର ଜେଣ ନାବାଳିକାକୁ ଗଣଧଷର୍ଣ କରାଯିବା ପେର ତାର େଯୗନାଙ୍ଗେର ଏକ ରଡ ଭତ୍ତ କରି ଅନ୍ତବୁଜୁଳା କାଢ଼ି ଦିଅାଯାଇଥିଲା। ତା’ପେର ତାକୁ େସହି ଚଳନ୍ତା ବସ୍ରୁ ଫିଙ୍ଗି ଦିଅାଗଲା। ଚିକିତ୍ସିତ େହଉଥିବାେବେଳ ତାର ମୃତ୍ୟୁ େହାଇତିଲା। ଏହି ଘଟଣାକୁ ‘ନିଭର୍ୟା’ ନାମେର ନାମିତ କରାଗଲା ଏବଂ ବିଶ୍ୱବ୍ୟାପୀ ଏହି ଘଟଣା ଚହଳ ସୃଷ୍ଟି କରିଥିଲା। ପୀଡ଼ିତାଙ୍କୁ ନ୍ୟାୟ ପାଇଁ ବହୁ ମହିଳା ସଂଗଠନ, ଛାତ୍ରୀ, ଗୃହିଣୀ ସ୍ୱର ଉଠାଇେଲ। ଅବଶ୍ୟ େଶଷେର ଅଭିଯୁକ୍ତମାନଙ୍କୁ ପ୍ରାଣଦଣ୍ଡ େହାଇଥିଲା। ଏହି ଘଟଣା ପେର ମହିଳାମାେନ ନିଜର ସୁରକ୍ଷା ପାଇଁ ମୁହଁ େଖାଲିବାକୁ ସାହସ କେଲ। ସୁପ୍ରିମେକାଟର୍ ମହିଳାମାନଙ୍କ ସୁରକ୍ଷା ପାଇଁ ‘ବିଶାଖା ଗାଇଡଲାଇନ୍’ ନାମେର ଏକ ଅାଇନ ପ୍ରଣୟନ କେଲ। ଏହି ଅାଇନ ଅନୁଯାୟୀ ଏକ କମିଟି ଗଠନ କରାଯିବ ଯାହାର ମୁଖ୍ୟ ରହିେବ ଜେଣ ମହିଳା। ନିଯର୍ାତନାର ଶିକାର େହାଇଥିବା ମହିଳା ଅନ୍ୟମାନଙ୍କ ସମ୍ମୁଖେର କହିପାରୁ ନଥିବା କଥା ମହିଳା ସଦସ୍ୟଙ୍କୁ ବିନା ଦ୍ୱିଧାେର କହିପାରିେବ। ଯାହା ଅଧିକାରୀଜଣକ କମିଟିର ଦୃଷ୍ଟି ଅାକଷର୍ଣ କରିବା ପେର କଯର୍୍ୟାନୁଷ୍ଠାନ ଗ୍ରହଣ କରାଯିବ। ଭାରତୀୟ ସମ୍ବିଧାନର ୧୪ ଓ ୧୫ ଏବଂ ୨୧ ଧାରା ଅନୁଯାୟୀ ଜେଣ ମହିଳା ଘେର କିମ୍ବା ବାହାେର, େଯେକୗଣସି ବ୍ୟବସାୟ ବା ଚାକିରି େକ୍ଷତ୍ରେର େହଉନା କାହିଁକି ବିନା େଯୗନ ନିଯର୍ାତନାର ଶିକାର େହାଇ ବଞ୍ଚିବାର ଅଧିକାର ରହିଛି। ୧୯୯୩ ମସିହା ଜୁନ୍ ୨୫ ତାରିଖେର ଭାରତ ସରକାର ଏହି ଅାଇନେର ସେଂଶାଧନ ଅାଣି ଅାହୁରି କଡ଼ାକଡ଼ି କରିେଦେଲ। ଯାହାଫଳେର କମର୍େକ୍ଷତ୍ରେର ମହିଳାମାନଙ୍କ େଯୗନ ଉତ୍ପୀଡ଼ନର ମାତ୍ରା ସାମାନ୍ୟ କମିବାର ଅାଶା କରାଯାଉଥିଲା।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଗର୍ଭଧାରଣ ସମୟରେ ଉପୁଜିଥିବା ସମସ୍ୟା
ଗର୍ଭବସ୍ଥାରେ ସାଧାରଣତଃ ସ୍ୱାସ୍ଥ୍ୟ ଜଡ଼ିତ ଅସୁବିଧା ହିଁ ବାଧା ସୃଷ୍ଟି କରିଥାଏ । ଗର୍ଭବସ୍ଥାର ପ୍ରଥମ ଭାଗରେ ୮୭% ରୁ ୯୪% ପର୍ଯ୍ୟନ୍ତ ମହିଳାଙ୍କର ସ୍ୱାସ୍ଥ୍ୟ ସମସ୍ୟା ଦେଖାଯିବା ରିପୋର୍ଟ କରାଯାଇଥାଏ । ଅଧିକ ଦିନ ଧରି ସ୍ୱାସ୍ଥ୍ୟ ସମସ୍ୟା (୬ ମାସ ପରେ ସୃଷ୍ଟି ହୋଇଥିବା )୩୧% ମହିଳା ରିପୋର୍ଟ କରିଥାନ୍ତି । ଆମେରିକାରେ ଗର୍ଭବସ୍ଥା ସମୟରେ ୧.୬% ମହିଳା ମାନଙ୍କର ଏବଂ କାନାଡ଼ାରେ ୧.୫ % ବାଧା ସୃଷ୍ଟି ହୋଇଥାଏ । ବର୍ତ୍ତମାନ ଗର୍ଭାବସ୍ଥା ମଧ୍ୟରେ ସୃଷ୍ଟି ହେଉଥିବା ବାଧାକୁ କମ କରିବା ପାଇଁ ଅନେକ ପ୍ରକାରର ଗବେଷଣା କରାଯାଉଛି। ୧୯୯୦ ମସିହାରେ ବିଶ୍ୱସ୍ତରରେ ଗର୍ଭବସ୍ଥାରେ ସୃଷ୍ଟି ହୋଇଥିବା ଜଟିଳତା ପାଇଁ ୩୭୭୦୦୦ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦୧୩ ମସିହାରେ ତାହା କମ ହୋଇ ୨୯୩୦୦୦ରେ ପହଞ୍ଚିଥିଲା । ଗର୍ଭାବସ୍ଥା ସମୟରେ ହୋଇଥିବା ଅସୁବିଧା ମାନଙ୍କ ମଧ୍ୟରେ ମୁଖ୍ୟତଃ ମାତୃ ରକ୍ତସ୍ରାବ , ମାତୃ ସ୍ପେସିସ୍ ଏବଂ ଅନ୍ୟ ସଂକ୍ରମଣ ଗଭବେସ୍ଥା ସମୟରେ ହାଇପରଟେନସିଭ୍ ରୋଗ , ଅଧିକ ଶ୍ରମ , ଗର୍ଭବାତ , ଅପ୍ରାକୃତିକ ଗର୍ଭପାତ ଆଦି ରହିଛି । ଗର୍ଭବସ୍ଥା ସମୟରେ ସୃଷ୍ଟି ହୋଇଥିବା ବାଧା ଏବଂ ସମସ୍ୟା ମଧ୍ୟରେ ସେତେ କିଛି ପାର୍ଥକ୍ୟ ରହିନାହିଁ । କାରଣ ପରବର୍ତ୍ତୀ ମୁହୁର୍ତ୍ତ ଏହା ମାତା ଏବଂ ଶିଶୁ ଉପରେ କିଛି ପ୍ରଭାବ ପକାଇ ନଥାଏ ଏବଂ ଦୈନନ୍ଦିନ ଗତିବିଧି ବହୁତ ସାଧାରଣ ହୋଇଥାଏ । କିନ୍ତୁ ବେଳେବେଳେ ଗୋଟେ ସାଧାରଣ ଭୁଲ ପାଇଁ ଅନେକ ପ୍ରକାରର ସମସ୍ୟାର ସମ୍ମୁଖିନ ହେବାକୁ ପଡ଼ିଥାଏ । ଉହାହରଣ ସ୍ୱରୁପ , ଗର୍ଭାବସ୍ଥା ସମୟରେ ବାନ୍ତି ହେବା ଏକ ସାଧାରଣ କଥା କିନ୍ତୁ ଯେତେବେଳେ ତାହା ଅଧିକ ରୁ ଅଧିକ ହୋଇଥାଏ ଶରୀରରେ ଜଳୀୟଅଂଶର ପରିମାଣ କମ ହେବାର ସମସ୍ୟା ଉପୁଜିଥାଏ । ଏହାକୁ ଗର୍ଭାବସ୍ଥା ସମସ୍ୟ ବା ବାଧା କୁହାଯାଇଥାଏ ।
ବିଭିନ୍ନ ପ୍ରକାର ବାଗରେ ଓ ଭିନ୍ନ ଭିନ୍ନ ଢ଼ଙ୍ଗରେ ନିଜର ଯୌନ ସଂପର୍କିତ ଆଚରଣ ଜଣଙ୍କ ଇଚ୍ଛା ବିରୁଦ୍ଧରେ ବାରମ୍ବାର ତାଙ୍କ ସମ୍ମୁଖରେ ପ୍ରଦର୍ଶନ କରି ତାଙ୍କୁ ଅଯଥା ହଇରାଣ ହରକତ କରିବାର ଅର୍ଥ ହେଉଛି ତାଙ୍କୁ ଯୌନ ଉତ୍ପୀଡ଼ନ ଦେବା। ଏହି କ୍ରମରେ ଆସୁଛି ଜଣକ ଇଚ୍ଛା ବିରୁଦ୍ଧରେ ବା ତାଙ୍କ ପ୍ରତିବାଦ ସତ୍ତ୍ୱେ ତାଙ୍କ ଆଡ଼କୁ ବାରମ୍ବାର ଯୌନ ସଂପର୍କିତ ପ୍ରସ୍ତାବ ଧରି ଅଗ୍ରସର ହେବା, ତାଙ୍କ ଠାରୁ ଯୌନ ସଂପର୍କିତ ସାହାଯ୍ୟ ବା ସହଯୋଗ ମାଗିବା, ବାଚନିକ ସ୍ତରରେ ଯୌନ ସଂପର୍କିତ କଥା ତାଙ୍କ ସହ ଆଲୋଚନା କରିବା ବା ଶାରୀରିକ ସଂପର୍କ ରକ୍ଷା ପାଇଁ ଅନୁରୋଧ ଜଣାଇବା ଇତ୍ୟାଦି ଇତ୍ୟାଦି ହେଉଛି ଯୌନ ଉତ୍ପୀଡ଼ନର ପରିସରଭୁକ୍ତ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଏ କେ ରାମାନୁଜନ୍ (୧୬ ମାର୍ଚ୍ଚ ୧୯୨୯ - ୧୩ ଜୁଲାଇ ୧୯୯୩) ଜଣେ ଭାରତୀୟ କବି ଓ ଶାସ୍ତ୍ରଜ୍ଞ । ଭାରତୀୟ ସାହିତ୍ୟର ଚର୍ଚ୍ଚରେ ତାଙ୍କର ଗଭୀର ପ୍ରବେଶ ଥିଲା । ସେ ଉଭୟ ଇଂରାଜୀ ଓ କନ୍ନଡ଼ ଭାଷାରେ ଲେଖାଲେଖି କରୁଥିଲେ । ସେ ଜଣେ ବହୁମୁଖି ପ୍ରତିଭା ଥିଲେ । କବିତା ଲେଖିବା ଓ ଶାସ୍ତ୍ର ଚର୍ଚ୍ଚା କରିବା ଛଡା ଭାଷାବିଜ୍ଞାନ, ଲେକସାହିତ୍ୟ, ଅନୁବାଦ ଓ ନାଟକ ରଚନା କ୍ଷେତ୍ରରେ ତାଙ୍କର ପ୍ରବେଶ ଥିଲା । ତାଙ୍କର ଏକାଡେମିକ୍ ଗବେଷଣା ପାଞ୍ଚଟି ଭାଷା ସାହିତ୍ୟ - ଇଂରାଜୀ, କନ୍ନଡ଼, ତାମିଲ, ତେଲଗୁ ଓ ସଂସ୍କୃତ -ରେ ବ୍ୟାପ୍ତ ଥିଲା । ସେ ଏହି ସାହିତ୍ୟ ଗୁଡ଼ିକର ଉଭୟ ଶାସ୍ତ୍ରୀୟ ଓ ଆଧୁନିକ ବିଭାବ ମାନଙ୍କର ଉପରେ ଲେଖା ପ୍ରକାଶିତ କରିଥିଲେ । ସେ ସ୍ଥାନୀୟ, ଅଣ-ମାନକ ଉପଭାଷାଗୁଡ଼ିକୁ ଉପଯୁକ୍ତ ଗୁରୁତ୍ତ୍ୱ ଦେବା ପାଇଁ ତର୍କ କରୁଥିଲେ । ଯଦିଓ ସେ ବହୁସ୍ରାବୀ ଥିଲେ ଓ ବହୁ ଜନ୍ରାରେ କାମ କରିଥିଲେ, ତାଙ୍କର କବିତାଗୁଡ଼ିକ ଏବେ ମଧ୍ୟ ନିଜର ଆଶ୍ଚର୍ଯ୍ୟଜନକ ମୌଳିକତା, ପରିଷ୍କରଣ ଓ ହୃଦୟସ୍ପର୍ଶୀ କଳାତ୍ମକତା ପାଇଁ ଆମ ସ୍ମୃତିରେ ଭାସି ବୁଲନ୍ତି । ତାଙ୍କୁ ୧୯୯୯ ମସିହାରେ କବିତା ଗ୍ରନ୍ଥ "ଦ କଲେକ୍ଟେଡ୍ ପୋଏମ୍ସ୍" ପାଇଁ ମରଣୋତ୍ତର ଭାବରେ ସାହିତ୍ୟ ଏକାଡେମୀ ସମ୍ମାନ ଦିଆଯାଇଥିଲା ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ମୂଳରୁପେର ସନ୍ତାନ ଉତ୍ପତି ଅକ୍ଷମତାକୁ ଅନୁବ୍ରରତା କୁହାଯାଏ ା ଏହାକୁ ବନ୍ଧ୍ୟାପଣ କିମ୍ବା ନପୁଂସକତା ମଧ୍ୟ କୁହାଯାଏ ା ପତିପତ୍ନୀଙ୍କ ସେମ୍ଭାଗ ପ୍ରୟାସ ପେର ମଧ୍ୟ ଯଦି ସନ୍ତାନ ସୁଖ ପ୍ରାପ୍ତ େହବାରେ ଅସୁବିଧା ଉପୁଜୁଛି େିେବ ଏହାକୁ ଅନୁବ୍ରରତା କିମ୍ବା ବନ୍ଧ୍ୟା େଦାଷ କୁହାଯାଏ ା ସବୁେକ୍ଷତ୍ରେର ଏହି ଅନୁବ୍ରରତାର କାରଣ ନାରୀଙ୍କୁ ଦିଆଯାଇଥାଏ କିନ୍ତୁ ଏହା ସମ୍ପୁଣ୍ଣ' ରୁେପ ଭୁଲ ଧାରଣା ା ଏକ-ତୃତୀୟାଂସ ନାରୀ ଏବଂ ପୁରୁଷଙ୍କ ମଧ୍ୟେର ଏଭଳି ଅସୁବିଧା େଦଖାଯାଏ ଅନ୍ୟ ଏକ-ତୃତୀୟାଂସ ଉଭୟ ନାରୀ ଏବଂ ପୁରୁଷଙ୍କ ମିଳିତ ପ୍ରକ୍ରିୟୋର ଘଟିଥାଏ ା
ପ୍ରତ୍ୟେକ ମାସର କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ଦିନଟିକୁ ଶିବ ଚତୁର୍ଦ୍ଦଶୀ ଭାବେ ପାଳନ କରାଯାଏ । ଭଗବାନ ଶିବଙ୍କ ଉଦ୍ଦେଶ୍ୟରେ ପାଳନ କରାଯାଉଥିବା ଅନେକ ପୂଜାବ୍ରତ ମଧ୍ୟରେ ଶିବ ଚତୁର୍ଦ୍ଦଶୀ ଅନ୍ୟତମ । ପୁରାଣ ମତେ ଏକଦା ହିମାଳୟରେ ଅବସ୍ଥାନ କରୁଥିବା ସମୟରେ ଦେବୀ ପ୍ରଭୁ ଶିବଙ୍କୁ ପଚାରିଲେ ଯେ, ଆପଣଙ୍କ ଉଦ୍ଦେଶ୍ୟରେ ପାଳିତ ହେଉଥିବା ପୂଜାବ୍ରତମାନଙ୍କ ମଧ୍ୟରେ କେଉଁ ବ୍ରତ ଆପଣଙ୍କ ସବୁଠାରୁ ପ୍ରିୟ । ମହାଦେବ କହିଲେ ପ୍ରତ୍ୟେକ ଅଷ୍ଟମୀ, ସୋମବାର, କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ଏହିସବୁ ଦିନ ଶିବ ଉପାସକଗଣ ମୋର ଅଧିକ ପ୍ରିୟ ଅଟନ୍ତି । ଏହିସବୁ ତିଥିମାନଙ୍କରେ ଯେଉଁମାନେ ଶିବାର୍ଚ୍ଚନା କରନ୍ତି, ଶିବମନ୍ତ୍ର ଜପ କରନ୍ତି, ଉପବାସ ପାଳନ କରନ୍ତି ମନ୍ଦିର ମାନଙ୍କରେ ତଥା ଯଦି ବାରଣାସୀରେ ମୃତ୍ୟୁହୋଇ ଯାଆନ୍ତି ତେବେ ସେମାନେ ମୁକ୍ତିପାଇ ଶିବଲୋକ ଗମନ କରନ୍ତି । ଆଉମଧ୍ୟ ସବୁଠାରୁ ଭାଗ୍ୟବାନ ସେମାନେ, ଯେଉଁମାନେ କି ପ୍ରୋକ୍ତ ଶିବାର୍ଚ୍ଚନା, ରୁଦ୍ରମନ୍ତ୍ରଜପ, ଶିବାଳୟରେ ଉପବାସ ତଥା ବାରଣାସୀରେ ମୃତ୍ୟୁ ଏସବୁ ଚାରିପ୍ରକାର କ୍ରିୟାଠାରୁ ବଳିଷ୍ଠ ଅଟନ୍ତି ସେମାନେ ଶିବରାତ୍ରି ବ୍ରତପାରଣ କରନ୍ତି ।
ଆର୍ଯ୍ୟାବର୍ତ୍ତ ଭାରତ ବର୍ଷର ପ୍ରତ୍ୟେକ ଭାରତୀୟ ଚତୁର୍ଦ୍ଧାମ ରାମେଶ୍ଵର, ପୁରୀ, ବଦ୍ରୀନାଥ ଓ ଦ୍ଵାରକା ଦର୍ଶନର କାମନା କରିଥାନ୍ତି । ଚାରୋଟି ସ୍ଥାନ – ଚାରିଧାମ ପରମ ପବିତ୍ର । ଏଥିମଧ୍ୟରୁ ତିନୋଟି ଧାମ ପୁରୀ, ରାମେଶ୍ଵର ଏବଂ ଦ୍ଵାରକା ସାଗର କୂଳରେ ଓ ବଦ୍ରୀନାଥ ଧାମ ହିମାଳୟ ପର୍ବତରେ ଅବସ୍ଥିତ । କଥିତ ଅଛି ଯେ ମନୁଷ୍ୟ ପରି ଭଗବାନ ମଧ୍ୟ ରାମେଶ୍ଵରରେ ସ୍ନାନ କରି ଆଭୂଷଣ ବିମଣ୍ଡିତ ହୁଅନ୍ତି ଦ୍ଵାରକାରେ, ଶ୍ରୀକ୍ଷେତ୍ରରେ ଷାଠିଏ ପଉଟି ଭୋଜନ କରି ବଦ୍ରିକାର ନିଶ୍ଚଳ ଅଞ୍ଚଳରେ ସୁଖ ନିଦ୍ରା ଯାଇଥାନ୍ତି । କାର୍ତ୍ତିକ ଠାରୁ ବୈଶାଖ ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ଛଅମାସ କାଳ ବଦ୍ରୀନାଥ ମନ୍ଦିର ଦ୍ଵାର ବନ୍ଦ ରହେ ।
ଭ୍ୟାକୁମ୍ କ୍ଲିନର୍ ଝାଡୁଦାର୍ ଭାବରେ ମଧ୍ୟ ଜଣାଶୁଣା | ଏହି ଯନ୍ତ୍ରଟି ସାଧାରଣତଃ ଚଟାଣ, ସତରଞ୍ଜି, ପରଦା ଆଦିରୁ ଧୂଳି ଶୋଷିବା ଲାଗି ବ୍ୟବହାର କରାଯାଏ | ଏଥିରେ ଧୂଳିକୁ ଶୋଷିବା ଲାଗି ଗୋଟିଏ ବାୟୁ ପମ୍ପ୍ ରହିଛି | ଏହି ପମ୍ପ୍ ଆଂଶିକ ଶୁନ୍ୟତା ସୃଷ୍ଟି କରିବାରେ ସହାୟକ ହୋଇଥାଏ | ସମସ୍ତ ଧୂଳି ଓ ଅଳିଆ ଗୋଟିଏ ଆବର୍ଜନା ଥଳିରେ ପରବର୍ତ୍ତି ନିଷ୍କାସନ ଲାଗି ସଂଗୃହିତ ହୋଇ ରହିଥାଏ | ଏହି ଯନ୍ତ୍ରଟି ଘରେ ଓ କଳକାରଖାନାରେ ମଧ୍ୟ ବ୍ୟବହାର କରାଯାଏ |
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ହେଲୋ ଆରସୀ ୨୦୧୭ ମସିହାରେ ତିଆରି ଏକ ଓଡ଼ିଆ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ର ୨୦୧୮ ମସିହାରେ ୬୫ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହୋଇଥିଲା । ଏହା ଅଜୟ ରାଉତରାୟଙ୍କ ଦ୍ୱାରା ପ୍ରଯୋଜିତ ଓ ସମ୍ବିତ ମହାନ୍ତିଙ୍କ ଦ୍ୱାରା ନିର୍ଦ୍ଦେଶିତ । ଏଥିରେ ମୁଖ୍ୟ ଭୂମିକାରେ ପ୍ରକୃତି ମିଶ୍ର ଓ ପାର୍ଥସାରଥୀ ରାୟ ଅଭିନୟ କରିଛନ୍ତି । ଏଥିରେ ଅଭିନୟ ନିମନ୍ତେ ପ୍ରକୃତି ମିଶ୍ର ବିଶେଷ ଜୁରି ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ଫିଲ୍ମଟି ପ୍ରଥମେ "ପକ୍ଷୀଲଗ୍ନ" ଭାବେ ନାମିତ ହୋଇଥିଲା ଓ ପରେ ତାହାର ନାମ ବଦଳାଇ "ହେଲୋ ଆରସୀ" ରଖାଯାଇଥିଲା । ଫିଲ୍ମଟି ପୁରସ୍କୃତ ହେବା ପରେ ଚଳଚ୍ଚିତ୍ର ନିର୍ମାତା ଶେଖର କପୁର କହିଥିଲେ ଯେ "ମୁଁ ଏଭଳି ଫିଲ୍ମ ତିଆରି କରିବାକୁ ଗଲେ ବିଫଳ ହେବି ।" ଏହି ଚଳଚ୍ଚିତ୍ରର ସଂଳାପକାର ଭାବେ ସମ୍ବିତ ମହାନ୍ତିଙ୍କୁ ମରଣୋତ୍ତର ଭାବେ ପୁରସ୍କୃତ କରାଯାଇଥିଲା ।
ସହରାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ସ୍ମାର୍ଟ ସିଟି, ଅମୃତ ସହର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ୨୫ ଜୁନ ୨୦୧୫ରେ କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରୀ ଭେଙ୍କୟା ନାଇଡୁ, ସହରାଞ୍ଚଳ ବିକାଶ ରାଷ୍ଟ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋଙ୍କ ଉପସ୍ଥିତିରେ ଶୁଭାରମ୍ଭ ହୋଇଛି । ସହରକୁ ନୂଆ ରୂପ ଦେବା ପାଇଁ ସରକାର ଏହି ତିନି ଯୋଜନା ପ୍ରସ୍ତୁତ କରିଛନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି । ଏହାର ବ୍ୟବହାର ଓ ସିଦ୍ଧାନ୍ତ ଗୁଡିକ ଉପରେ ଗବେଷଣା କରି ଏହାର ବିଭାଗୀକରଣ କରାଯାଇଛି । ଏହାର କିଛି ବିଷୟକୁ ଆମର ଦୈନନ୍ଦିନ ଜୀବନରେ ସଫଳ ଭାବେ ବ୍ୟବହାର କରାଯାଇପାରୁଥିବା ବେଳେ, ଅନ୍ୟ କଛି ବିଷୟକୁ କେବଳ ସମ୍ୟକ ଧାରଣା ଓ ଅନୁମାନକୁ ଆଧାର କରି ଭବିଷ୍ୟତରେ ଗବେଷଣା ପାଇଁ ବିଷୟବସ୍ତୁ ଭାବରେ ନିଆଯାଉଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।