ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତୀୟ ସଂଖ୍ୟା ପ୍ରଣାଳି ମୁଖ୍ୟତଃ ଭାରତୀୟ ଉପମହାଦେଶରେ (ଭାରତ, ନେପାଳ, ବର୍ମା, ପାକିସ୍ଥାନ, ମାଳଦ୍ଵୀପ ଏବଂ ଶ୍ରୀଲଙ୍କା) ବ୍ୟବହୃତ ସଂଖ୍ୟା ପଦ୍ଧତି ଉପରେ ଆଧାରିତ । ଏହି ପ୍ରଣାଳିରେ ବ୍ୟବହୃତ ଲକ୍ଷ (୧,୦୦,୦୦୦) ତଥା କୋଟି(୧,୦୦,୦୦,୦୦୦), ବିଶେଷ ଭାବରେ ଇଂରାଜୀ ପ୍ରଣାଳିରେ ବୃହତ୍ତର ସଂଖ୍ୟାର ପ୍ରକାଶ ନିମିତ୍ତ ବ୍ୟବହାର କରାଯାଏ । ଉଦାହରଣ ସ୍ଵରୂପ, ୧୫୦,୦୦୦ ଟଂକାକୁ ୧.୫ ଲକ୍ଷ ଟଂକା କିମ୍ବା ୩୦,୦୦୦,୦୦୦ ଟଂକାକୁ ୩ କୋଟି ଭାବେ ବ୍ୟବହାର କରିବା ବିଶେଷ ଭାବେ ଦେଖାଯାଏ । କୋଟିଏରୁ ବୃହତ୍ତର ସଂଖ୍ୟା ପାଇଁଁ ନିର୍ଦ୍ଦିଷ୍ଟ ପରିଭାଷା ଥିଲେ ହେଁଁ ଏହାର ବିଶେଷ ବ୍ୟବହାର ଦେଖିବାକୁ ମିଳେ ନାହିଁଁ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ହେଲୋ ଆରସୀ ୨୦୧୭ ମସିହାରେ ତିଆରି ଏକ ଓଡ଼ିଆ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ର ୨୦୧୮ ମସିହାରେ ୬୫ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହୋଇଥିଲା । ଏହା ଅଜୟ ରାଉତରାୟଙ୍କ ଦ୍ୱାରା ପ୍ରଯୋଜିତ ଓ ସମ୍ବିତ ମହାନ୍ତିଙ୍କ ଦ୍ୱାରା ନିର୍ଦ୍ଦେଶିତ । ଏଥିରେ ମୁଖ୍ୟ ଭୂମିକାରେ ପ୍ରକୃତି ମିଶ୍ର, ପାର୍ଥସାରଥୀ ରାୟ ଓ ପ୍ରିୟମ୍ବଦା ରାୟ ଅଭିନୟ କରିଛନ୍ତି । ଏଥିରେ ଅଭିନୟ ନିମନ୍ତେ ପ୍ରକୃତି ମିଶ୍ର ବିଶେଷ ଜୁରି ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ସଂଳାପ ପାଇଁ ଜାତୀୟ ସ୍ତରରେ ପୁରସ୍କୃତ ହେବାରେ ଏହା ଥିଲା ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର । ଫିଲ୍ମଟି ପ୍ରଥମେ "ପକ୍ଷୀଲଗ୍ନ" ଭାବେ ନାମିତ ହୋଇଥିଲା ଓ ପରେ ତାହାର ନାମ ବଦଳାଇ "ହେଲୋ ଆରସୀ" ରଖାଯାଇଥିଲା । ଫିଲ୍ମଟି ପୁରସ୍କୃତ ହେବା ପରେ ଚଳଚ୍ଚିତ୍ର ନିର୍ମାତା ଶେଖର କପୁର କହିଥିଲେ ଯେ "ମୁଁ ଏଭଳି ଫିଲ୍ମ ତିଆରି କରିବାକୁ ଗଲେ ବିଫଳ ହେବି ।" ଏହି ଚଳଚ୍ଚିତ୍ରର ସଂଳାପକାର ଭାବେ ସମ୍ବିତ ମହାନ୍ତିଙ୍କୁ ମରଣୋତ୍ତର ଭାବେ ପୁରସ୍କୃତ କରାଯାଇଥିଲା । ଏହି ଚଳଚ୍ଚିତ୍ରର କାହାଣୀ ଆରସୀ ନାମକ ଏକ ଚରିତ୍ରକୁ ଆଧାର କରି ହୋଇଛି। ଚଳଚ୍ଚିତ୍ରର ସମ୍ପୂର୍ଣ୍ଣ କାହାଣୀ ଏକ କାର ଭିତରେ ଆରମ୍ଭ ହୋଇ ହୋଇ ସେଇ କାରରେ ହିଁ ସରିଛି । ବିସ୍ଥାପନ ଓ ତା' ପରର କ୍ଷତିପୂରଣର ଦୁଃଖ ବ୍ୟକ୍ତ କରିବା ପାଇଁ ଦୁଇଜଣଙ୍କ ଗଣମାଧ୍ୟମକୁ ଖୋଜିବାର କାହାଣୀକୁ ନେଇ ଏହି ଚଳଚିତ୍ର ଗତିଶୀଳ ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଘାଣ୍ଟ (ମହୁର ନାମରେ ମଧ୍ୟ ଜଣା) ବିଭିନ୍ନ ପନିପରିବା ବା ମାଛ ସହ ପରିବା ମିଶାଇ ତିଆରି କରାଯାଉଥିବା ଏକ ପ୍ରକାରର ଓଡ଼ିଆ ରନ୍ଧା ଖାଦ୍ୟ । ସାଦା ଘାଣ୍ଟରେ ବିଭିନ୍ନ ସିଝା ପରିବା, ସିଝା ବୁଟ ଓ ବଡ଼ିଭଜା ଆଦି ପଡ଼ି ହେଉଥିବା ବେଳେ ମାଛ ଘାଣ୍ଟରେ ମାଛ ବା ମାଛ ମୁଣ୍ଡ ପଡ଼ି ହୋଇଥାଏ । ଘାଣ୍ଟ ଦେଉଳିଆ ଖାଦ୍ୟରେ "ମହୁର" ନାମରେ ରନ୍ଧାଯାଇଥାଏ ଓ ସେଠାର ବାକି ରନ୍ଧାଖାଦ୍ୟ ଭଳି ଏଥିରେ ପିଆଜ, ରସୁଣ ନପଡ଼ି ରନ୍ଧାଯାଇଥାଏ । ମହୁରରେ ସାଧାରଣତଃ ସାରୁ, ବୁଟ, ଖମ୍ବ ଆଳୁ, କଞ୍ଚା କଦଳୀ, କଖାରୁ, ଓ ବାଇଗଣ ଆଦି ପଡ଼ିଥାଏ । ଓଡ଼ିଶାର ବାକି ଖାଦ୍ୟ ଭଳି ଘାଣ୍ଟ ସାଧାରଣତଃ ସୋରିଷ ତେଲରେ ଛୁଙ୍କ ହୋଇଥାଏ ।
ପ୍ରଫେସର ଦାଶରଥି ଦାସ, ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ, ପ୍ରାବନ୍ଧିକ ତଥା ସମାଲୋଚକ । ସେ କେନ୍ଦ୍ରାପଡ଼ା ଜିଲ୍ଲାର ଅୟତପୁରଠାରେ ୧୭ ଜୁଲାଇ ୧୯୩୬ରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ଏବଂ ସାହିତ୍ୟର ବିଭିନ୍ନ ବିଭାଗ ଉପରେ ଆଧାରିତ ପ୍ରାୟ ଦଶରୁ ଉର୍ଦ୍ଧ ପୁସ୍ତକ ରଚନା କରିସାରିଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗ୍ୟାସ୍ଟ୍ରୋସ୍କିସିସ (ଇଂରାଜୀ ଭାଷାରେ Gastroschisis) ଏକ ଜନ୍ମଗତ ତୃଟି (birth defect) ଯେଉଁଥିରେ ଶିଶୁର ଅନ୍ତନଳୀ (Intestines) ନାଭି ମଣ୍ଡଳରେ (belly button) ଥିବା ଏକ କଣା ଦେଇ ଶରୀର ବାହାରକୁ ବାହାରିଆସିଥାଏ । ଏହି କଣାର ଆକାର ଭିନ୍ନ ଭିନ୍ନ ଥାଏ ଓ ଏହା ମଧ୍ୟ ଦେଇ ଅନ୍ୟାନ୍ୟ ଉଦର ଅଙ୍ଗ ଯେପରିକି ପାକସ୍ଥଳୀ (stomach) ଓ ଯକୃତ (liver) ବାହାରିଆସେ । ଏହି ରୋଗରେ ଅନେକ ଜଟିଳ ସମସ୍ୟା ଯେପରିକି ଖୁଏଇବା ସମସ୍ୟା, ଅପରିପକ୍ୱ ଜନ୍ମ (prematurity), ଗର୍ଭସ୍ଥ ବିକାଶ ବିଳମ୍ବ (intrauterine growth retardation), ଅନ୍ତନଳୀ ଆଟ୍ରେସିଆ (intestinal atresia) ଆଦି ଦେଖାଯାଇପାରେ ।
ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀଙ୍କ ମନ୍ଦିର ଭଦ୍ରକ ସହରଠାରୁ ପ୍ରାୟ ୭ କି.ମି.ଦୂରରେ ଅବସ୍ଥିତ । ଚତୁର୍ଭୁଜା ଭଦ୍ରକାଳୀ ଏଠାରେ ସିଂହପୃଷ୍ଠରେ ପଦ୍ମାସନରେ ବିଜେ କରିଅଛନ୍ତି । ଉପର ଭୁଜ ଦୁଇଟି ମଧ୍ୟରୁ ଦକ୍ଷିଣରେ ଖଡ୍ଗ ଓ ବାମ ଭୁଜରେ ଖର୍ପର ଧାରଣ କରିଛନ୍ତି । ତଳଭୁଜ ଦୁଇଟି ମଧ୍ୟରୁ ବାମଭୁଜରେ ଜପାମାଳି ଓ ଦକ୍ଷିଣ ଭୁଜରେ ଶିଶୁ କୃଷ୍ଣଙ୍କୁ କୋଳରେ ଧରିଛନ୍ତି । ଏହା ଏକମାତ୍ର ଶକ୍ତିପୀଠ ଯେଉଁଠି କାଳୀ ଶ୍ରୀକୃଷ୍ଣଙ୍କୁ କୋଳରେ ଧରିଛନ୍ତି । ଏହି ପୀଠକୁ ଦୂର୍ଗା ମାଧବ ପୀଠ ମଧ୍ୟ କୁହାଯାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ସମ୍ବଲପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ସମ୍ବଲପୁର (କ୍ରମିକ ସଂଖ୍ୟା: ୧୭) ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ସମ୍ବଲପୁର (ପୌ), ହୀରାକୁଦ (ବି) ଓ ବୁର୍ଲା (ବି) ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ରାମାୟଣ, ଭିନ୍ନ ଭାଷା ଓ ପ୍ରକାରଭେଦ ରେ
ହିନ୍ଦୁ ଧାର୍ମିକ ମହାକାବ୍ୟ ରାମାୟଣର ବିଭିନ୍ନ ଭାଷାରେ ଅନ୍ୟୁନ ତିନି ଶହ ବିଭିନ୍ନ ରଚନା ରହିଥିବାର ଜଣାଯାଏ । ସେହି ମଧ୍ୟରୁ ସର୍ବପୁରାତନ ରାମାୟଣ ସନ୍ଥ ବାଲ୍ମୀକିଙ୍କ ରଚିତ ରାମାୟଣ ଓ ଅନେକ ରାମାୟଣ ସେହି ରାମାୟଣକୁ ଆଧାର କରି ଲେଖାଯାଇଛି । ମୂଳ କଥା ବସ୍ତୁ ସବୁ ରାମାୟଣରେ ସମାନ ରହିଥିଲେ ମଧ୍ୟ ବିଭିନ୍ନ ବିଷୟ ବସ୍ତୁରେ ବିବିଧତା ରହିଥାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଗୋପାଳ କୃଷ୍ଣ ଦେବଦାସ ଗାନ୍ଧୀ (ଜନ୍ମ ଏପ୍ରିଲ ୨୨ , ୧୯୪୬ ) ଜଣେ ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଓ କୂଟନୈତିକ ଅଧିକାରୀ । ସେ ଭାରତ ସରକାରଙ୍କ ବିଭିନ୍ନ ପ୍ରଶାସନିକ ପଦବୀରେ କାର୍ଯ୍ୟ କରିବା ସହ କୂଟନୈତିକ ସ୍ତରରେ ବିଶେଷ ଭାବରେ ଜଡିତ ରହିଥିଲେ । ସେ ଦକ୍ଷିଣ ଆଫ୍ରିକା, ଇଂଲଣ୍ଡ ଆଦି ଦେଶରେ ଭରତର କୂଟନୈତିକ ଅଧିକାରୀ ଓ ରାଷ୍ଟ୍ରଦୂତ ଭାବରେ ବହୁ କାଳ ଅବସ୍ଥାପିତ ହେଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ଵୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ଵକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ଵାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ଵକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସହରାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ସ୍ମାର୍ଟ ସିଟି, ଅମୃତ ସହର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ୨୫ ଜୁନ ୨୦୧୫ରେ କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରୀ ଭେଙ୍କୟା ନାଇଡୁ, ସହରାଞ୍ଚଳ ବିକାଶ ରାଷ୍ଟ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋଙ୍କ ଉପସ୍ଥିତିରେ ଶୁଭାରମ୍ଭ ହୋଇଛି । ସହରକୁ ନୂଆ ରୂପ ଦେବା ପାଇଁ ସରକାର ଏହି ତିନି ଯୋଜନା ପ୍ରସ୍ତୁତ କରିଛନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଯାଜପୁର ନଦୀରେ ଭରା ଓଡ଼ିଶାର ଏକ ସହର । ଏହାର ଉତ୍ତର ଦିଗରେ ଭଦ୍ରକ ଜିଲ୍ଲା ଅଛି । ଯାଜପୁରଠାରେ ଥିବା ବିରଜା ମନ୍ଦିର ଓଡ଼ିଶାର ସର୍ବତ୍ର ପରିଚିତ, ଯାଜପୁରକୁ ସେଇଥିପାଇଁ ବିରଜା କ୍ଷେତ୍ର ବୋଲି କୁହାଯାଏ । କେଶରୀ ରାଜାଙ୍କ ଶାସନ କାଳରେ ଏହା ଓଡ଼ିଶାର ରାଜଧାନୀ ଥିଲା, କାଳକ୍ରମେ କଟକକୁ ଉଠିଗଲା ଓଡ଼ିଶାର ରାଜଧାନୀ । "ଯାଜପୁର" ଶବ୍ଦର ବ୍ୟୁତ୍ପତ୍ତି ହୋଇଛି ସଂସ୍କୃତ ଶବ୍ଦ "ୟାଜ୍" ଅର୍ଥାତ୍ ୟଜ୍ଞ କରିବା ରୁ, ବା ଏହା ଯାଗୟଜ୍ଞ କରିବାକୁ ବୁଝାଏ । ଏଠାରେ ଯଯାତି କେଶରୀ ଦଶଟି ଅଶ୍ୱମେଧ ଯଜ୍ଞ କରାଇଥିଲେ ଏବଂ କାନ୍ୟକୁବ୍ଜରୁ ୧୦,୦୦୦ ବ୍ରାହ୍ମଣ ଅଣାଇଥିଲେ ତଥା ଓଡ଼ିଶାରେ ସେମାନଙ୍କୁ ଜାଗା ଜମି ଦେଇ ଶାସନ ଦାନ କରିଥିଲେ । ତେଣୁ ଏହି ସ୍ଥାନକୁ ଯାଜପୁର, ଯାଜନଗର, ୟଜ୍ଞପୁର ମଧ୍ୟ କୁହାଯାଏ ।
ସୁଇଜରଲ୍ୟାଣ୍ଡ / ସ୍ଵିଜରଲ୍ୟାଣ୍ଡ ବା ସ୍ଵିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ଵିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ଵିଜରଲ୍ୟାଣ୍ଡ ଅବସ୍ଥିତ । ସ୍ଵିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ଵାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ଵିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ଵାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ଵିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ଵ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ତଥ୍ୟ, ଗୁଣାତ୍ମକ ଓ ପରିଣାତ୍ମକ ପରିବର୍ତ୍ତନଶୀଳ ରାଶିମାନଙ୍କର ସଂଗ୍ରହକୁ ବୁଝାଇଥାଏ | ତଥ୍ୟ ଏବଂ ସୂଚନା ଅନେକ ସମୟରେ ପରସ୍ପର ଜାଗା ରେ ବ୍ୟବହୃତ ହୋଇଥାନ୍ତି | ତଥ୍ୟ, ସୂଚନା ଓ ଜ୍ଞାନ ହେଉଛି ପରସ୍ପର ସମ୍ୱନ୍ଧୀୟ ଅବଧାରଣା | ତଥ୍ୟ ସାଧାରଣତଃ ଯେ କୌଣସି କ୍ଷେତ୍ରରେ ଗବେଷଣା ପାଇଁ ଉପଯୋଗ ହୋଇଥାଏ | ଏହା ବିଭିନ୍ନ ବୈଜ୍ଞାନିକ ସଂସ୍ଥାନ, ଅନୁଷ୍ଠାନ ଓ ବାଣିଜ୍ୟ କ୍ଷେତ୍ର (ବିକ୍ରି ତଥ୍ୟ, ରାଜସ୍ବ ତଥ୍ୟ ଓ ବିକ୍ରୟ ପାଇଁ ଗଚ୍ଛିତ ଦ୍ରବ୍ୟ ର ମୂଲ୍ୟ ) ଇତ୍ୟାଦିରୁ ସଂଗ୍ରହ କରାଯାଇଥାଏ |
ହାର୍ନିଆ ନାମ ଦିଆଯାଏ ଯେତେବେଳେ କୌଣସି ଅଙ୍ଗ, ଯେପରିକି ଖାଦ୍ୟନଳୀ, ତାହାର ସାଧାରଣ ରହିବା ଯାଗାରୁ ସ୍ଥାନଚ୍ୟୁତ ହୋଇ ଅନ୍ୟ ଯାଗାକୁ ପ୍ରସ୍ଥାନ କରେ । ବିଭିନ୍ନ ପ୍ରକାର ହାର୍ନିଆ ଦେହରେ ହୁଏ । ସାଧାରଣତଃ ଏହା ଗ୍ରଏନ (groin) ବା ଉଦରର ଉରୁମୂଳରେ ହୁଏ । ଉରୁମୂଳରେ ଦୁଇପ୍ରକାର ହାର୍ନିଆ ହୋଇପାରେ ଯଥା ଇଙ୍ଗୁଇନାଲ ହାର୍ନିଆ, ଯାହା ଅଧିକ ଅଧିକ ଦେଖାଯାଏ ଓ ଫିମୋରାଲ ହାର୍ନିଆ । ଅନ୍ୟ କେତେକ ହାର୍ନିଆମାନଙ୍କର ନାମ: ହିଆଟସ ହାର୍ନିଆ, ଇନସିସନାଲ ହାର୍ନିଆ ଓ ଅମ୍ବିଲିକାଲ ହାର୍ନିଆ । ଗ୍ରଏନ ହାର୍ନିଆରେ ୬୬% ଲୋକଙ୍କର ଲକ୍ଷଣ ବାହାରେ । ଏହାର ଲକ୍ଷଣ ମଧ୍ୟରେ କାଶ, ବ୍ୟାୟାମ ଓ ମଳତ୍ୟାଗ ବେଳେ ହାର୍ନିଆ ଥିବା ସ୍ଥାନରେ ଯନ୍ତ୍ରଣା ହୁଏ । ଅଧିକାଂଶ ସମୟରେ ଦିନସାରା କଷ୍ଟ ହୁଏ ଓ ତଳେ ଗଡ଼ିପଡ଼ିଲେ କମିଯାଏ । ହାର୍ନିଆ ସ୍ଥାନରେ ଫୁଲା ଦେଖାଯାଏ ଯାହା ଯୋରରେ କୁନ୍ଥେଇଲେ ବଢ଼ିଯାଏ । ବାମ ପାଖ ଅପେକ୍ଷା ଡାହାଣ ପାଖରେ ବେଶୀ ଗ୍ରଏନ ହାର୍ନିଆ ହୁଏ । ଏହି ରୋଗରେ ମୂଖ୍ୟ ଚିନ୍ତାର ବିଷୟ ହେଉଛି ସ୍ଟ୍ରାଙ୍ଗୁଲେସନ; ଯେଉଁଥିରେ ଅଙ୍ଗର କିଛି ଅଂଶ ଚିପି ହୋଇଯାଏ ଓ ସେଥିଯୋଗୁ ରକ୍ତନଳୀ ଚିପି ହୋଇ ସେହି ଅଙ୍ଗକୁ ରକ୍ତ ସରବରାହ ହୋଇ ପାରେନାହିଁ । ସ୍ଟ୍ରାଙ୍ଗୁଲେସନ ହେଲେ ପ୍ରବଳ ଯନ୍ତ୍ରଣା ହୁଏ ଓ ଦରଜ ହୋଇଯାଏ । ହିଆଟସ ହାର୍ନିଆ ରୋଗ ହେଲେ ଛାତି ଜଳାପୋଡ଼ା ହୁଏ, ଛାତି ଯନ୍ତ୍ରଣା ହୁଏ ବା ଖାଇବା ବେଳେ କଷ୍ଟ ହୁଏ ।