ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସଦାଶିବ ତ୍ରିପାଠୀ (୨୧ ଅପ୍ରେଲ ୧୯୧୦–୯ ସେପ୍ଟେମ୍ବର ୧୯୮୦), ଜଣେ ଓଡ଼ିଆ ରାଜନେତା ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ୨୧ ଫେବୃଆରୀ ୧୯୬୫ ଠାରୁ ୮ ମାର୍ଚ୍ଚ ୧୯୬୭ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । ନବକୃଷ୍ଣ ଚୌଧୁରୀଙ୍କ ମନ୍ତ୍ରୀମଣ୍ଡଳରେ ରାଜସ୍ୱମନ୍ତ୍ରୀ ଥିଲାବେଳେ ସେ ପ୍ରଥମେ ଓଡ଼ିଶାରେ ଜମିଦାରୀ ପ୍ରଥାର ଉଚ୍ଛେଦ ପାଇଁ ବିଲ ଆଗତ କରିଥିଲେ ଯାହାକୁ ପରେ ସେ ଏକ ଆଇନ ଭାବରେ କାର୍ଯ୍ୟକାରୀ କରିଥିଲେ । ଓଡ଼ିଶାର ଜମିଜମା ସମ୍ବନ୍ଧୀୟ ନାନାଦି ଆଇନ ଓ ସମସ୍ୟା ସମ୍ବନ୍ଧରେ ସେ ଅନେକ ବିଷୟ ବିଧାନ ସଭାରେ ଉପାସ୍ଥାପନ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭୁପୃଷ୍ଠ୍ଠରେ ଏକ ଚୁମ୍ବକୀୟ କ୍ଷେତ୍ର ଅନବରତ ପ୍ରଭାବୀ ରହିଅଛି । କାରଣ୍, ଆମ ପୃଥିବୀ ଏକ ବିରାଟ ଚୁମ୍ବକ ଭଳି କାର୍ଯ୍ୟ କରେ । ଏକଥା ବିଶଦ୍ ଭାବେ ବୁଝିବାପାଇଁଁ କଳ୍ପନା କରାଯାଇପାରେ ଯେ, ପୃଥିବୀ ମଧ୍ୟରେ ଏକ ବିରାଟ ଦଣ୍ଡ ଚୁମ୍ବକ ଉତ୍ତର-ଦକ୍ଷିଣ ଭାବରେ ପୃଥିବୀର କାଳ୍ପନିକ ମେରୁ ସହ ପ୍ରାୟ ୧୧ ଡିଗ୍ରୀ କୌଣିକ ଦୂରତ୍ଵରେ ରହିଅଛି । ତେବେ ଏହି କାଳ୍ପନିକ ଚୁମ୍ବକର ଉତ୍ତର ମେରୁ ପୃଥିବୀର ଭୌଗୋଳିକ ଦକ୍ଷିଣ ମେରୁ ନିକଟରେ ଏବଂ ଏହି କାଳ୍ପନିକ ଚୁମ୍ବକର ଦକ୍ଷିଣ ମେରୁ ପୃଥିବୀର ଭୌଗୋଳିକ ଉତ୍ତର ମେରୁ ନିକଟରେ ଅବସ୍ଥିତ । ଫଳରେ, ଏକ ଚୁମ୍ବକୀୟ କ୍ଷେତ୍ର ପୃଥିବୀର ଅଭ୍ୟନ୍ତରରୁ ଭୁପୃଷ୍ଠ ଉପରିସ୍ଥ ସୌର-ପବନ ସ୍ତର ପର୍ଯ୍ୟନ୍ତ ବ୍ୟାପି ଥିବାର ଜଣାଯାଏ । ଏହା ପୃଥିବୀର ଚୁମ୍ବକୀୟ କ୍ଷେତ୍ର ଭାବେ ପରିଚିତ । ଏହା ମଧ୍ୟ ଭୁ-ଚୁମ୍ବକୀୟ କ୍ଷେତ୍ର (Geomagnetic field) ନାମରେ ପରିଚିତ । ଭୁ-ଚୁମ୍ବକୀୟ କ୍ଷେତ୍ରର ଦିଗ ଏବଂ ଅବସ୍ଥିତି କାଳାନୁପାତରେ ଅତି ମନ୍ଥର ଗତିରେ ପରିବର୍ତ୍ତନ ହେବାର ନଜିର ରହିଅଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କୋନିରା ବେଲିଆପ୍ପା ମୁତାମ୍ମା (କୋଦାଭା: ಚೋನಿರ ಬೆಳ್ಯಪ್ಪ ಮುತ್ತಮ್ಮ) (୨୪ ଜାନୁଆରୀ ୧୯୨୪ - ୧୪ ଅକ୍ଟୋବର ୨୦୦୯) ପ୍ରଥମ ମହିଳା ଭାବେ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷା ଉତ୍ତୀର୍ଣ୍ଣ ହୋଇଥିଲେ । ସେ ମଧ୍ୟ ପ୍ରଥମ ମହିଳା ଭାବେ ଭାରତୀୟ ବୈଦେଶିକ ସେବାରେ ଯୋଗ ଦେଇଥିଲେ । ସେ ମଧ୍ୟ ଭାରତର ପ୍ରଥମ କୂଟନୀତିଜ୍ଞ ଥିଲେ । ପରେ ସେ ପ୍ରଥମ ଭାରତୀୟ ମହିଳା ରାଷ୍ଟ୍ରଦୂତ ହୋଇଥିଲେ । ସେ ଭାରତୀୟ ପ୍ରଶାସନିକ ସେବାରେ ଲିଙ୍ଗଗତ ସମାନତା ଆଣିବା ପାଇଁ ଚେଷ୍ଟା କରିଥିଲେ ।
ପିଲାଙ୍କ ଉଦ୍ଦେଶ୍ୟରେ ଲିଖିତ ସାହିତ୍ୟ ହେଉଛି ଶିଶୁ ସାହିତ୍ୟ । ଓଡ଼ିଶାରେ ଶିଶୁ ସାହିତ୍ୟର ଏକ ବିସ୍ତୃତ ଇତିହାସ ଅଛି । ଆଈର କାହାଣୀ ପେଡି ,ମାଆର ଜହ୍ନମାମୁ ଗୀତ, ସାଙ୍ଗ ସାଥୀଙ୍କ ସହ ଖେଳିବା ବେଳେ ଶିଶୁ ମୁହଁର ଗୀତ ସବୁ ପୁରାକାଳରେ ଶିଶୁର ବିନୋଦନ ଓ ମନୋରଞ୍ଜନ କ୍ଷେତ୍ରରେ ସହାୟକ ହେଉଥିଲା । ଏସବୁ ଶିଶୁ ସାହିତ୍ୟ ଆରମ୍ଭ ପର୍ଯ୍ୟାୟର କଥା । ପରବର୍ତ୍ତୀ ସମୟରେ ବିଭିନ୍ନ ପୁରାଣ କାହାଣୀ ,ରହସ୍ୟ କଥା ଓ କଉତୁକ ଗୀତସବୁ ଶିଶୁର କଅଁଳ ମନକୁ ବେଶ କିଛି ବର୍ଷ ଧରି ପ୍ରଭାବିତ କରି ରଖିଥିଲା । ଓଡ଼ିଆରେ ରଚିତ ଶିଶୁ ଉପଯୋଗୀ ଲେଖା (କବିତା, ଗପ, ଉପନ୍ୟାସ) ଓଡ଼ିଆ ଶିଶୁ ସାହିତ୍ୟର ମୁଖ୍ୟ ବିଭବ । ଓଡ଼ିଆ ଶିଶୁ ସହିତ୍ୟ ପ୍ରଥମତଃ ଶିଶୁକୁ ମନୋରଞ୍ଜନ ଦେଇଥାଏ । ଦ୍ୱିତୀୟରେ ଏହା ଶିକ୍ଷଣୀୟ ହୋଇଥିବାରୁ ଶିଶୁର ଜୀବନଗଠନରେ ସହାୟକ ହୋଇଥାଏ ।
୧୯୨୨ ଖ୍ରୀଷ୍ଟାବ୍ଦରେ ସିନ୍ଧୁନଦୀର ଉପତ୍ୟକାରେ ପଶ୍ଚିମ ପଞ୍ଚାବସ୍ଥିତ ମୋଣ୍ଟେଗୋମେରୀ ଜିଲ୍ଲାର ହରପ୍ପାଠାରେ ଗୋଟିଏ ପ୍ରାଚୀନ ନଗରୀର ଧ୍ବସାବଶେଷ ଆବିଷ୍କାର ଫଳରେ ଭାରତ ଇତିହାସରେ ଏକ ଗୁରୁତ୍ବପୂଣ୍ଣର୍ ଅଧ୍ୟାଯ ଉନ୍ମୋଚିତ ହୋଇପାରିଛି। ଏହି ନଗରୀଟି ଥିଲା ଏକ ମହନୀୟ ସଭ୍ୟତାର ପୀଠସ୍ଥଳୀ। ଠିକ୍ ସେହିପରି ଏଚ ସଂସ୍କୃତି ମହେଞ୍ଜୋଦାରୋଠାରେ ଆବିଷ୍କୃତ ହୋଇଥିଲା। ଏହି ହରପ୍ପା ସଂସ୍କୃତି ସିନ୍ଧୁ ଓ ସରସ୍ବତୀ ନଦୀ ଦ୍ବୟ ମଧ୍ୟରେ ହୋଇଥିଲା।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି । ଏହାର ବ୍ୟବହାର ଓ ସିଦ୍ଧାନ୍ତ ଗୁଡିକ ଉପରେ ଗବେଷଣା କରି ଏହାର ବିଭାଗୀକରଣ କରାଯାଇଛି । ଏହାର କିଛି ବିଷୟକୁ ଆମର ଦୈନନ୍ଦିନ ଜୀବନରେ ସଫଳ ଭାବେ ବ୍ୟବହାର କରାଯାଇପାରୁଥିବା ବେଳେ, ଅନ୍ୟ କଛି ବିଷୟକୁ କେବଳ ସମ୍ୟକ ଧାରଣା ଓ ଅନୁମାନକୁ ଆଧାର କରି ଭବିଷ୍ୟତରେ ଗବେଷଣା ପାଇଁ ବିଷୟବସ୍ତୁ ଭାବରେ ନିଆଯାଉଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଆଦିକବି ସାରଳା ଦାସଙ୍କ ନାମରେ ନାମିତ ଏହି ପୁରସ୍କାର ଓଡ଼ିଆ ଭାଷା ଓ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପ୍ରତିବର୍ଷ ପ୍ରଦାନ କରାଯାଇଥାଏ । ଓଡ଼ିଆ ଶିଳ୍ପପତି ବଂଶୀଧର ପଣ୍ଡା ଏବଂ ଇଲା ପଣ୍ଡାଙ୍କଦ୍ୱାରା ପ୍ରତିଷ୍ଠିତ ଶାରଳା ପୁରସ୍କାର ଇମ୍ଫାଗୃପଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ୍ ଚାରିଟେବଲ୍ ଟ୍ରଷ୍ଟ (ଇମ୍ପାକ୍ଟ) ଆନୁକୁଲ୍ୟରେ ୧୯୮୦ ମସିହାରୁ ପ୍ରଦାନ କରାଯାଇ ଆସୁଅଛି ।
ହୃଷୀକେଶ ପଣ୍ଡା (ଜନ୍ମ: ୧ ମଇ ୧୯୫୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଓ ଓଡ଼ିଆ ଭାଷାର ସାହିତ୍ୟିକ । ସେ, ୧୯୭୯ ମସିହାର ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ସର୍ବ ଭାରତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ । କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ସଚିବ ପଥରେ ଥାଇ, ୨୦୧୫ ଅପ୍ରେଲ ମାସରେ ସେ ଭାରତୀୟ ପ୍ରଶାସନିକ ସେବା ଚାକିରିରୁ ଅବସର ଗ୍ରହଣ କରିଛନ୍ତି । ଅବସର ଗ୍ରହଣ କରିବା ପରେ, ନିଜ ଗ୍ରାମ ଭଦ୍ରକ ଜିଲ୍ଲାର କାଳିଦାସପୁରରେ ରହି ସାହିତ୍ୟ ସର୍ଜନା କରିବାକୁ ନିଷ୍ପତି ନେଇଛନ୍ତି ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ଵପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ଵାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କ୍ରୁଜଫେଲ୍ଟ-ଜାକୋବ ରୋଗ ବା ସିଜେଡି (ଇଂରାଜୀ ଭାଷାରେ Creutzfeldt–Jakob disease or CJD) ଏକ ଜାଗତିକ ସାଂଘାତିକ ମସ୍ତିଷ୍କ ବେମାରୀ । ପ୍ରାରମ୍ଭରେ ସ୍ମରଣ ଶକ୍ତି ସମସ୍ୟା, ବ୍ୟାବହାରିକ ପରିବର୍ତ୍ତନ, ଶାରୀରିକ ନିୟନ୍ତ୍ରଣ ସମସ୍ୟା, ଦୃଷ୍ଟି ଶକ୍ତି ସମସ୍ୟା ଆଦି ଦେଖାଯାଏ । ପରବର୍ତ୍ତୀ କାଳରେ ଡିମେନ୍ସିଆ, ଅନିଚ୍ଛାକୃତ ଚଳନ, ଅନ୍ଧତ୍ୱ, ଦୌର୍ବଲ୍ୟ, କୋମା, କୋମା ଆଦି ଲକ୍ଷଣମାନ ଦେଖାଯାଆନ୍ତି । ରୋଗ ନିର୍ଣ୍ଣୟର ଏକ ବର୍ଷ ମଧ୍ୟରେ ୯୦% ମୃତ୍ୟୁ ବରଣ କରନ୍ତି ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ଶୈଳବାଳା ଦାସ, (ଶୈଳବାଳା ହାଜରା୧୮୭୫-୧୯୬୮) ଜଣେ ସମାଜସେବୀ ଥିଲେ । ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ତାଙ୍କର ମୁଖ୍ୟ ଭୂମିକା ଥିଲା।ମଧୁସୂଦନ ଦାସ ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ । ସେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ୦୩ ଅପ୍ରେଲ ୧୯୫୨ରୁ ୦୨ ଅପ୍ରେଲ ୧୯୫୪ ପର୍ଯ୍ୟନ୍ତ ରାଜ୍ୟ ସଭାର ସଭ୍ୟ ଭାବେ କାର୍ଯ୍ୟ କରିଥିଲେ । ଶୈଳବାଳା ମହିଳା ମହାବିଦ୍ୟାଳୟ ତାଙ୍କରି ନାମରେ ନାମିତ ହୋଇଅଛି ।
ଶନି ସୌରଜଗତର ଏକ ଅଂଶବିଶେଷ । ସୂର୍ଯ୍ୟଠାରୁ ଏହା ଷଷ୍ଠ ଗ୍ରହ । ବୃହସ୍ପତି ପରେ ଏହା ଦ୍ଵିତୀୟ ବୃହତ୍ତମ ଗ୍ରହ । ଏହାର ବ୍ୟାସାର୍ଦ୍ଧ ପୃଥିବୀର ୯ ଗୁଣ ଓ ଏହାର ଘନତ୍ଵ ପୃଥିବୀ ଘନତ୍ବ ର ଆଠ ଭାଗରୁ ଭାଗେ , ତେଣୁ ଶନି ପୃଥିବୀ ଠାରୁ ପଞ୍ଚାନବେ ଗୁଣ ବଡ ।ଶନି ର ଅଭ୍ୟନ୍ତର ଲୁହା-ନିକେଲ ଓ ସିଲିକନ ଅମ୍ଳଜାନ ର ପଥର ରେ ଗଠିତ ହେବାର ସମ୍ଭାବନା ଅଧିକ । ସେହିପରି କେନ୍ଦ୍ରୀୟ ଭାଗ ଧାତୁ ଅବସ୍ଥା ରେରେ ଥିବା ଉଦଜାନ ରେ ପରିପୂର୍ଣ୍ଣ । କେନ୍ଦ୍ର ଓ ବାହ୍ୟ ଭାଗ ମଝିରେ ତରଳ ଉଦ୍ଜାନ ଓ ତରଳ ହିଲିଅମ ରେ ଗଠିତ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଭାରତୀୟ କ୍ରିକେଟ ଦଳର ସବୁଠାରୁ ସଫଳ ଅଧିନାୟକ ମହେନ୍ଦ୍ର ସିଂହ ଧୋନି । ଆଜି ପର୍ଯ୍ୟନ୍ତ କେବଳ ଭାରତ ନୁହେଁ ଭାରତ ବାହାରେ ମଧ୍ୟ ବହୁ ମ୍ୟାଚ ଓ ଟୁର୍ଣ୍ଣାମେଣ୍ଟ ଜିତିବାରେ ତାଙ୍କର ବଳିଷ୍ଠ ଅବଦାନ ରହିଛି । ଭାରତ ଧୋନିଙ୍କ ନେତୃତ୍ୱରେ ୨୦୦୭ରେ ଟି୨୦ ବିଶ୍ବକପ ଓ ୨୦୧୧ରେ ଦିନିକିଆ ବିଶ୍ୱକପ୍ ବିଜୟୀ ହୋଇଛି । ଏହାଛଡା ଧୋନି ଭାରତକୁ ଆହୁରି ଅନେକ ବିଶ୍ବସ୍ତରୀୟ ଚାମ୍ପିୟନସିପ୍ ମଧ୍ୟ ଜିତାଇଛନ୍ତି ।
ଲିଓନ ହେଉଛି ଏକ ପ୍ରାଚୀନ ତଥା ଐତିହାସିକ ସହର।ପୂର୍ବ କେନ୍ଦ୍ରୀୟ ଫ୍ରାନ୍ସର ରୋନ-ଆଲପସ ଅଞ୍ଚଳ ଅନ୍ତର୍ଗତ ପ୍ୟାରିସ ଓ ମର୍ଶାଇଲ ମଧ୍ୟରେ ଏହା ଅବସ୍ତିତ।ପ୍ୟାରିସଠାରୁ ଏହାର ଦୂରତା ୪୭୦କିମି ଓ ମର୍ଶାଇଲ ଠାରୁ ୩୨୦କି.ମି। ଲିଓନ ହେଉଛି ରୋନ୍ ଅଞ୍ଚଳ ତଥା ରୋନ୍ ଅଞ୍ଚଳର ରାଜଧାନୀ ।ଅଷ୍ଟାଦଶ ଓ ଊନ୍ନବିଂଶ ଶତାବ୍ଦୀରେ ଏଠାରେ ଆଧୁନିକ ସହରର ମୂଳଦୁଆ ପଡ଼ିଥିଲା।ପରେ ଲୋକସଂଖ୍ୟା ବୃଦ୍ଧି ଓ ସହରର ବିକାଶ ଘଟି ତାହା ଫ୍ରାନ୍ସର ଦ୍ଵିତୀୟ ସର୍ବ ବୃହତ ସହରର ମାନ୍ୟତା ଲାଭ ପାଇଥିଲା।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।