ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମୂତ୍ରାଶୟ କର୍କଟ (ଇଂରାଜୀ ଭାଷାରେ Bladder cancer) ରୋଗ ମୂତ୍ରାଶୟରେ (urinary bladder) ଥିବା ଅନେକ ପ୍ରକାରର ତନ୍ତୁରୁ (tissue) ଜାତ ବିଭିନ୍ନ ପ୍ରକାର କର୍କଟ ରୋଗର ଏକ ସାମୁହିକ ନାମ । ଏହି ରୋଗରେ ଜୀବକୋଷ ଅସାଧାରଣ ଓ ଅନିୟମିତ ଭାବରେ ବୃଦ୍ଧି ଓ ଦେହର ଅନ୍ୟ ସ୍ଥାନକୁ ମେଟାସ୍ଟାସିସ ବା ବିସ୍ତାର (spread to other parts of the body) ଲାଭ କରନ୍ତି । ହେମାଚୁରିଆ ବା ପରିସ୍ରାରେ ରକ୍ତ (Blood in the urine), ଡିସୟୁରିଆ ବା ମୂତ୍ରତ୍ୟାଗ ବେଳେ ଯନ୍ତ୍ରଣା (pain with urination) ବା କଟି ଯନ୍ତ୍ରଣା ଆଦି ଲକ୍ଷଣ ଏହି ରୋଗରେ ଦେଖାଯାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ମହାଅଭିଯୋଗ ବା ମହାଭିଯୋଗ ହେଉଛି ଭାରତୀୟ ସମ୍ବିଧାନର ଏକ ଆଇନଗତ ଧାରା ଯଦ୍ଵାରା ଭାରତ ରାଷ୍ଟ୍ରପତି, ଉଚ୍ଚତମ ନ୍ୟାୟାଳୟ ତଥା ଉଚ୍ଚ ନ୍ୟାୟାଳୟର ବିଚାରପତିଙ୍କୁ ବିଭିନ୍ନ ସାମ୍ବିଧାନିକ ନିୟମ ଉଲ୍ଲଙ୍ଘନ ଭଳି ଅଭିଯୋଗ ଆଧାରରେ ସେମାନଙ୍କର କାର୍ଯ୍ୟ ଅବଧୀ ପୂରଣ ପୂର୍ବରୁ ବହିଷ୍କାର କରାଯାଇପାରିବ । ଉଚ୍ଚତର ସାମ୍ବିଧାନିକ ପଦପଦବୀରେ ଥିବା ଉପରୋକ୍ତ ବ୍ୟକ୍ତି ବିଶେଷଙ୍କୁ ଆଇନଆନୁମୋଦିତ ଧାରାରେ ବହିଷ୍କାର କରିବାପାଇଁଁ ମହାଅଭିଯୋଗ ହେଉଛି ଏକମାତ୍ର ଉପାୟ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିୟାଇଛନ୍ତି । ତାହାଙ୍କ ରଚିତ ଓଡ଼ିଆ ରାମାୟଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ)ର ରଚନା କରିସାରିଥିଲେ l
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଛାଞ୍ଚ:Pp-blp ସଚିନ ରମେଶ ତେନ୍ଦୁଲକର( pronunciation (ଜନ୍ମ-୨୪ ଅପ୍ରେଲ ୧୯୭୩)ପୂର୍ବତନ ଭାରତୀୟ କ୍ରିକେଟ ଖେଳାଳି ଓ ବିଶ୍ଵ କ୍ରିକେଟର ସର୍ବକାଳୀନ ଶ୍ରେଷ୍ଠ ବ୍ୟାଟସମ୍ୟାନ ଭାବରେ ସାରା ବିଶ୍ଵରେ ପରିଚିତ । ସେ ଉଭୟ ଟେଷ୍ଟ ଓ ଦିନିକିଆ କ୍ରିକେଟରେ ବିଶ୍ଵର ସବୁଠାରୁ ଅଧିକ ରନ କରିଥିବା କ୍ରିକେଟର । ସେ କ୍ରିକେଟରେ ସବୁଠାରୁ ଅଧିକ ଶତକ ହାସଲ କରିଥିବ ଖେଳାଳି। ସଚିନ ପ୍ରଥମ ଖେଳାଳି ଭାବେ ଏକ ଦିବସୀୟ କ୍ରିକେଟରେ ଦ୍ଵିଶତକ ଅର୍ଜନ କରିଥିଲେ ।.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ରେ ମୃତ୍ୟୁବରଣ କରିଥିଲେ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
କ୍ରନ୍ଦନ ଅର୍ଥ ଭାବପ୍ରବଣ ବା ଆବେଗ ଯୋଗୁ ସ୍ୱତଃପ୍ରବୃତ୍ତ ଭାବେ ଚକ୍ଷୁରୁ ଲୋତକ ବୋହିବା । କ୍ରନ୍ଦନ ଏକ ଜଟୀଳ ଘଟଣା (secretomotor phenomenon) ଯେଉଁଥିରେ ଲୋତକ ଗ୍ରନ୍ଥିରେ କୌଣସି ସ୍ଥାନୀୟ ଉତ୍ତେଜନା ନ ଥାଇ ମଧ୍ୟ ସେଥିରୁ ଅଶ୍ରୁ ଝରିଯାଏ । ଏହି ସମ୍ପର୍କୀୟ ଆଉ ଏକ ଶବ୍ଦ ଲୁହ ବୋହିବା ବ୍ୟବହାର କରାଯାଏ ଯେଉଁଥିରେ କୌଣସି ଆବେଗ ଜନିତ ଲୁହ ବୋହିବା ନ ଥାଏ ଯାହା କେତେକ ରୋଗ ଯୋଗୁ ହୁଏ । ବିଭିନ୍ନ ପ୍ରକାର କ୍ରନ୍ଦନ ଶୁଣାଯାଏ ଯେପରିକି ଅନିୟମିତ ଶ୍ୱାସରୋଧକାରୀ କ୍ରନ୍ଦନ (sobbing), ଅତ୍ୟଧିକ କ୍ରନ୍ଦନ (weeping), ଉଚ୍ଚ ସ୍ୱରରେ କ୍ରନ୍ଦନ (wailing), ଭଙ୍ଗା ଭଙ୍ଗା ଧୀର ସ୍ୱରରେ କ୍ରନ୍ଦନ (whimpering), ଉଚ୍ଚ ସ୍ୱରରେ ବାରମ୍ବାର କ୍ରନ୍ଦନ (bawling) ଓ ଉଚ୍ଚ ସ୍ୱରରେ କଥା କହିବା ସହ କ୍ରନ୍ଦନ (blubbering) ।
ଯୋଗ ଯାହାକି ପ୍ରାୟତଃ ଯୁକ୍ତ ଚିହ୍ନ ଦ୍ୱାରା ଲେଖାଯାଏ, ଗଣିତର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ଗୋଟିଏ; ଅନ୍ୟଗୁଡ଼ିକ ହେଲା ବିୟୋଗ, ଗୁଣନ ଏବଂ ହରଣ। ଦୁଇଟି ସଂଖ୍ୟାକୁ ମିଶାଇଲେ ତାହାର ମିଶାଣ ଫଳ କୁ ହିଁ ଯୋଗ କୁହାଯାଏ।ଯେପରିକି ଡାହାଣପଟ ଛବିରେ ଦୁଇଟି ଏବଂ ତିନୋଟି ସେଉ ଅଛି, ସବୁ ସେଓକୁ ମିଶାଇଲେ ସମୁଦାୟ ପାଞ୍ଚଟି ସେଉ ହେବ। ଯେପରିକି ଗାଣିତିକ ଭାଷାରେ ୩ + ୨ = ୫
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଆତ୍ମହତ୍ୟାର ଏହାର ଅର୍ଥ ସ୍ଵଇଛାରେ ନିଜକୁ ହତ୍ୟା କରିବା ଓ ଏହାକୁ ସୁଇସାଇଡ (ଇଂରାଜୀ ଭାଷାରେ suicide) ମଧ୍ୟ କୁହାଯାଏ ।. ଏହାର ସଙ୍କଟ ଜନକ ଅବସ୍ଥାମାନଙ୍କ ନାମ ମାନସିକ ବେମାରୀ ଅବସାଦ, ସିଜୋଫ୍ରେନିଆ, ମଦ୍ୟାତ୍ୟୟ (ଆଲକୋହୋଲିଜ୍ମ), ନିଶା ଦ୍ରବ୍ୟ ସେବନ, ବାଇପୋଲାର ଡିଜଅଡର ଇତ୍ୟାଦି । ଅନ୍ୟ କାରକମାନଙ୍କ ନାମ ଚାପ ଜନିତ ଆବେଗ ଯାହା ଅର୍ଥନୈତିକ ସମସ୍ୟା, ସମ୍ପର୍କ ସମସ୍ୟା ବା ଭୟ । ପୂର୍ବରୁ ଆତ୍ମହତ୍ୟା ଚେଷ୍ଟା ଥିଲେ ଭବିଷ୍ୟତ ସଙ୍କଟ ଅଧିକ ରହେ । ବର୍ଡର ଲାଇନ ପର୍ସନାଲିଟି ଡିଜ୍ଅର୍ଡର ଓ ମ୍ୟାନିକ୍ ଡିପ୍ରେସନ ଯୋଗୁ ହତାଶା ହୁଏ ଓ ଏହାଦ୍ଵାରା ଆତ୍ମହତ୍ୟା ହୁଏ । ଆତ୍ମହତ୍ୟା ପ୍ରତିରୋଧ ନିମନ୍ତେ ଆଗ୍ନେୟାସ୍ତ୍ର ଓ ବିଷ ଅପହଞ୍ଚ, ମାନସିକ ବେମାରୀର ଚିକିତ୍ସା, ଡ୍ରଗ ଅପବ୍ୟବହାର, ଅର୍ଥନୀତିରେ ସୁଧାର ଓ ମିଡିଆ ରିପୋର୍ଟ ଅତି ଆବଶ୍ୟକ । ସାଧାରଣତଃ କ୍ରାଇସିସ୍ ହଟ୍ ଲାଇନ (ଫୋନ୍ ଯୋଗେ ପରାମର୍ଶ) ବ୍ୟବହାର କରାଯାଉଥିଲେ ମଧ୍ୟ ଏହାର କାର୍ଯ୍ୟକାରୀତା ବିଷୟରେ ପ୍ରମାଣ ବିଶେଷ ନାହିଁ ।ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପ୍ରକାର ଆତ୍ମହତ୍ୟା ଦେଖାଯାଏ । ସାଧାରଣତଃ ବେକ ଝୁଲେଇବା (Hanging), ପୋକମରା ଔଷଧ ସେବନ ଓ ଆଗ୍ନେୟାସ୍ତ୍ରଦ୍ଵାରା ଏହା ସମ୍ଭବ ହୁଏ । ପ୍ରତିବର୍ଷ ପ୍ରାୟ ୮୦୦,୦୦୦ରୁ ଏକ ନିୟୁତ ଲୋକ ଏହି ଭାବରେ ମରନ୍ତି ଓ ଏହା ପୃଥିବୀରେ ମୃତ୍ୟୁର ଦଶମ କାରଣ ରୁପେ ପରିଚିତ । ପୁରୁଷ ଆତ୍ମହତ୍ୟା ସଂଖ୍ୟା ମହିଳାଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ । ସନ ୧୯୯୦ରେ ୭୧୨,୦୦୦ ଆତ୍ମହତ୍ୟା ମୃତ୍ୟୁ ହୋଇଥବା ବେଳେ ୨୦୧୩ରେ ୮୪୨,୦୦୦ ମୃତ୍ୟୁ ହୋଇଥିଲା । ୧୦ରୁ ୨୦ ନିୟୁତ ଆତ୍ମଘାତୀ ଚେଷ୍ଟା ପ୍ରତି ବର୍ଷ ହୁଏ ଯାହା ଫଳପ୍ରଦ ହୋଇପାରି ନ ଥାଏ । ଯୁବକମାନେ ମହିଳାମାନଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ ଆତ୍ମହତ୍ୟା ଚେଷ୍ଟା କରନ୍ତି । ଅଣ-ମାରାତ୍ମକ ଆତ୍ମହତ୍ୟା ପ୍ରଚେଷ୍ଟଦ୍ୱାରା ଆଘାତ ଓ ଦୀର୍ଘସ୍ଥାୟୀ ଅକ୍ଷମତା ଦେଖାଯାଏ । କେତେକ ଚିନ୍ତାଧାରା ଆତ୍ମହତ୍ୟା ପ୍ରରୋଚନା କରେ ଯଥା: ସମ୍ମାନ (Honour), ଧର୍ମ ଓ ଜୀବନର ମୂଲ୍ୟବୋଧ । ଆବ୍ରାହମ ଧର୍ମ ଅନୁଯାୟୀ ଜୀବନ ପବିତ୍ର, ତେଣୁ ଏହାକୁ ତ୍ୟାଗ କରିବା ପ୍ରଭୁଙ୍କ ପ୍ରତି ଅପରାଧ କରିବା ସଙ୍ଗେ ସମାନ । ଜାପାନର ସମୁରାଇ ଯୁଗରେ ଏହା (ସେପୁକୁ ବା ଆତ୍ମହତ୍ୟା) ଭୁଲର ପ୍ରାୟଶ୍ଚିତ କିମ୍ଵା ପ୍ରତିବାଦ ରୁପେ ଗଣା ହେଉଥିଲା ।. ଆଇନ ବହିର୍ଭୂତ ସତୀ ଦାହ ପ୍ରଥାରେ ବିଧବାମାନେ ସ୍ଵଇଛାରେ ବା ପରିବାରର ପ୍ରରୋଚନାରେ ନିଜକୁ ଚିତାରେ ବିସର୍ଜନ କରୁଥିଲେ । ପଶ୍ଚିମ ଦେଶମାନଙ୍କରେ ଆଗେ ଆତ୍ମହତ୍ୟା ଚେଷ୍ଟା ଦଣ୍ଡନୀୟ ଅପରାଧ ଥିଲା କିନ୍ତୁ ଏବେ ଅଧିକାଂଶ ଦେଶରେ ତାହା ନାହିଁ ।.
ଦିଗମ୍ବର ଜୈନ ମନ୍ଦିର ..., ଭାରତୀୟ ରାଜ୍ୟ ଓଡ଼ିଶାର ଖଣ୍ଡଗିରୀଠାରେ ଥିବା ଏକ ଜୈନ ମନ୍ଦିର । ଏହି ଖଣ୍ଡଗିରୀ ପାହାଡର ପ୍ରସ୍ତରରୁ କ୍ଷୋଦିତ ଅନେକ ଜୈନ ଗୁମ୍ଫା ରହିଛି । ଏହା ପ୍ରଥମ ଶତାବ୍ଦୀରେ ରାଜା ଖାରବେଳଙ୍କଦ୍ଵାରା ନିର୍ମିତ ହେଇଥିଲା । ବର୍ତମାନ ଏହି ଗୁମ୍ଫା ଗୁଡିକ ଭାରତୀୟ ପ୍ରତ୍ନତତ୍ଵ ଅନୁସନ୍ଧାନ ବିଭାଗଦ୍ଵାରା ସଂରକ୍ଷିତ ରକ୍ଷା ଯାଇଛି । ଏଠାରେ ଜୈନ ତିରଥଙ୍କରଙ୍କ ପ୍ରତିମୂର୍ତି ରହିଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ବୈଶାଖ ମାସର ପୂର୍ଣ୍ଣମୀ ତିଥିରେ ବୁଦ୍ଧ ଜୟନ୍ତୀ ପାଳିତ ହୁଏ। ତେଣୁ ଏହି ପୂର୍ଣ୍ଣିମାକୁ ବୌଦ୍ଧ ପୂର୍ଣ୍ଣିମା କୁହାଯାଏ। ବୌଦ୍ଧ ଧର୍ମରେ ପର୍ବପର୍ବାଣୀ ଓ ଆଡମ୍ବର କମ୍ ଥିଲେ ହେଁ ଉପାସନା, ଆରାଧନା, ଧ୍ୟାନ ଓ ସାଧନା ଆଦି ଆଚରଣବିଧି ପାଇଁ ବର୍ଷର ବାରଟିଯାକ ପୂର୍ଣ୍ଣିମା ତିଥି ଅତ୍ୟନ୍ତ ପୁଣ୍ୟ ଦିବସ। ବୌଦ୍ଧ ଧର୍ମାବଲମ୍ବୀମାନେ ପ୍ରତ୍ୟେକ ପୂର୍ଣ୍ଣିମା ତିଥିରେ ପ୍ରାର୍ଥନା ଓ ଧ୍ୟାନ ବ୍ୟତୀତ ସ୍ୱତନ୍ତ୍ର ଉପାସନା ପର୍ଯ୍ୟନ୍ତ ଉପବାସ ରହିଥାନ୍ତି।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ପ୍ରତିବର୍ଷ ଅପ୍ରେଲ ମାସ ୨୨ ତାରିଖକୁ ପୃଥିବୀ ଦିବସ ବା ଆର୍ଥ-ଡ଼େ ଭାବେ ପାଳନ କରାଯାଇଥାଏ । ୧୯୭୦ ମସିହାରେ ପ୍ରଥମେ ଆର୍ଥ-ଡ଼େ ପାଳନ କରାଯାଇଥିଲା । ପରିବେଶବିତ୍ ତଥା ଆମେରିକାର ସିନେଟର ଗେଲର୍ଡ ନେଲସନ ପ୍ରଥମେ ଏହି ଦିବସ ପାଳନ କରିଥିଲେ । ପରେ ୧୯୯୦ ମସିହାରେ ପୃଥିବୀର ୧୪୧ଟି ଦେଶରେ ଏହି ଦିବସ ପାଳନ ହୋଇଥିଲା । ବର୍ତ୍ତମାନ ବିଶ୍ଵର ୧୭୫ଟି ଦେଶରେ ପୃଥିବୀ ଦିବସ ପାଳିତ ହେଉଛି ।
ଓଡ଼ିଶାର ପୁରାଣ ବର୍ଣ୍ଣିତ ପ୍ରମୁଖ ସ୍ଥାନ ଓ ମନ୍ଦିର ମଧ୍ୟରେ ନିଆଳି ବ୍ଳକର ମାଧବାନନ୍ଦ ଜୀଉଙ୍କ ମନ୍ଦିର ଅନ୍ୟତମ । ଖ୍ରୀଷ୍ଟୀୟ ୧୩ଶ ଶତାବ୍ଦୀରେ ଏହି ମନ୍ଦିର ନିର୍ମାଣ ହୋଇଥିବାର ସୂଚନା ମିଳେ । ମାଧବାନନ୍ଦଜିଉଙ୍କ ନାମାନୁସାରେ ଏହି ସ୍ଥାନର ନାମ ମାଧବ ରଖାଯାଇଛି । ଏହିମନ୍ଦିରର ସବୁଠାରୁ ଉଲ୍ଲେଖନୀୟ କଥା ହେଲା ଦୁର୍ଗା ଓ ମାଧବ ଏଠାରେ ଯୁଗଳ ଅଙ୍ଗରେ ବିରାଜମାନ । ଏହାକୁ ମଧ୍ୟ ବିଶ୍ୱପ୍ରସିଦ୍ଧ ଜଗତର ନାଥ ଜଗନ୍ନାଥଙ୍କ ମାମୁଁଘର ବୋଲି କୁହାଯାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।