ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଅରିଜିତ୍ ସିଙ୍ଗ୍ ଜଣେ ଭାରତୀୟ ସଙ୍ଗିତକାର,ସଙ୍ଗୀତକ,ସଙ୍ଗୀତ ନିର୍ଦେଶକ,ରେକର୍ଡ ନିର୍ଦେଶକ । ସେ ପ୍ରଥମେ ହିନ୍ଦି ଓ ବଙ୍ଗାଲୀ ଗୀତରୁ ତାଙ୍କ ସଙ୍ଗିତ ଜିବନ ଆରମ୍ଭ କଲେ ତାପରେ ସେ ଭାରତ ଅଲଗା ସବୁ ଭାଷାରେ ମଧ୍ୟ ଗୀତ ଗାୟିଲେ । ସିଙ୍ଗ୍ ବହୁମୁଖି ଗାୟକ ମାନଙ୍କ ମଧ୍ୟରେ ଜଣେ ଓ ସେ ଭାରତୀୟ ସଙ୍ଗୀତ ଓ ହିନ୍ଧି ଚଳଚିତ୍ରା ଇତିହାସର ଜଣେ ସଫଲ ଗାୟକ ମଧ୍ୟ । ସେ ଗାୟକ ଭାବରେ ତାଙ୍କ ଜିବନ ଆରମ୍ଭ କଲାପରେ ହି ସେ ଆଗାମିକ ପୁରୁଷ ଗାୟକ ଗୀତୀକାର ଭାବରେ ୨୦୧୩ ରେ ମିରଚି ସାଙ୍ଗୀତ ଅୱର୍ଡରେ ମନୋନିତ ହୋଇଥିଲେ ଫିର୍ ଲେ ଅୟା ଦିଲ୍ ଓ ଦୁଆ ଗୀତ ପାଇଁ ପରେ ସେ ପରେ ଅୱର୍ଡ୍ ମଧ୍ୟ ପାଇଥିଲେ । ସିଙ୍ଗ୍ ତୁମ୍ ହି ହୋ ଓ ଛାହୁଁ ମୈନ୍ ୟା ନା ଗୀତ ମୁକ୍ତିଲାଭ କରିବା ପରେ ହି ସେ ଗୀତ ପାଇଁ ବହୁତ ଗୁଡାୟେ ଆୱର୍ଡ ପାଇଥିଲେ.
ପୁଅ ଭାଙ୍ଗିଦେଲା ସୁନା ସଂସାର, ୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଧ୍ରୁବ ରଣା । ଶ୍ରୀନାଥ ରଣା ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଅରୁଣ ମହାନ୍ତି ଏବଂ ଶୀର୍ଷାନନ୍ଦ ଦାସ କାନୁନ୍ଗୋ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଅରମାନ୍ ମଲିକ୍ (ଜନ୍ମ ୨୨ ଜୁଲାଇ ୧୯୯୫) ଜଣେ ଭାରତିୟ ଗାୟକ ଅଟନ୍ତି , ସେ ଗୀତ ଲେଖ ଓ ସଙ୍ଗୀତ କାରକ ମଧ୍ୟ । ସେ ସା ରେ ଗା ମା ଲିଟ୍ଟିଲ ଚାମ୍ପର ଶେଷ ପର୍ଯ୍ୟାରେ ଆଠ ନମ୍ବର ପଦରେ ଲୋକଙ୍କ ଭୋଟଥିଲେ ,ଆଗରୁ ୟୁନିବେର୍ସାଲ୍ ସଙ୍ଗୀତ ଭାରତର ପ୍ରତିନିଥି ଥିଲେ ,ଏବ୍ଂ ବତ୍ତମାନ ରେ ଟି-ସେରିଜ ସହ କାମ କରୁଛନ୍ତି । ସେ ପ୍ରଥମେ ଚଳଚିତ୍ର ପରଦା ରେ ୨୦୧୧ ର ଚଳଚିତ୍ର କଚ୍ଚା ଲିମ୍ବୋ ଦେଖା ଯାଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଥାଇରଏଡ କର୍କଟ (ଇଂରାଜୀ ଭାଷାରେ Thyroid cancer ଏକ ପ୍ରକାର କର୍କଟ ରୋଗ ଯାହା ଥାଇରଏଡ ଗ୍ରନ୍ଥିର (thyroid gland) ତନ୍ତୁରୁ (tissue) ଉତ୍ଥାନ ହୁଏ । ଏହି ରୋଗରେ ଜୀବକୋଷ ଅସାଧାରଣ ଭାବରେ ବୃଦ୍ଧି ଲାଭ କରେ ଓ ଦେହର ଅନ୍ୟ ସ୍ଥାନକୁ ବିସ୍ତାର (spread to other parts of the body|) ଲାଭ କରିବା କ୍ଷମତା ରଖେ । ଏହି ରୋଗ ହେଲେ ବେକର (neck) ସାମନା ଭାଗରେ ଏକ ଗୋଲାକାର ଫୁଲା ଦେଖାଯାଏ । ଅନ୍ୟ ସ୍ଥାନର କର୍କଟ ରୋଗ ବିସ୍ତାରିତ ହୋଇ ଥାଇରଏଡରେ ହେଲେ ତାହାକୁ ଥାଇରଏଡ କର୍କଟରେ ବର୍ଗୀକରଣ କରାଯାଏ ନାହିଁ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମହାଅଭିଯୋଗ ବା ମହାଭିଯୋଗ ହେଉଛି ଭାରତୀୟ ସମ୍ବିଧାନର ଏକ ଆଇନଗତ ଧାରା ଯଦ୍ଵାରା ଭାରତ ରାଷ୍ଟ୍ରପତି, ଉଚ୍ଚତମ ନ୍ୟାୟାଳୟ ତଥା ଉଚ୍ଚ ନ୍ୟାୟାଳୟର ବିଚାରପତିଙ୍କୁ ବିଭିନ୍ନ ସାମ୍ବିଧାନିକ ନିୟମ ଉଲ୍ଲଙ୍ଘନ ଭଳି ଅଭିଯୋଗ ଆଧାରରେ ସେମାନଙ୍କର କାର୍ଯ୍ୟ ଅବଧୀ ପୂରଣ ପୂର୍ବରୁ ବହିଷ୍କାର କରାଯାଇପାରିବ । ଉଚ୍ଚତର ସାମ୍ବିଧାନିକ ପଦପଦବୀରେ ଥିବା ଉପରୋକ୍ତ ବ୍ୟକ୍ତି ବିଶେଷଙ୍କୁ ଆଇନଆନୁମୋଦିତ ଧାରାରେ ବହିଷ୍କାର କରିବାପାଇଁଁ ମହାଅଭିଯୋଗ ହେଉଛି ଏକମାତ୍ର ଉପାୟ ।
ମା’ ବଞ୍ଜାରି ହିନ୍ଦୁମାନଙ୍କ ଏକ ପ୍ରସିଦ୍ଧ ଇଷ୍ଟଦେବି । ମାଁ ବଞ୍ଜାରି ଭାରତର ଅନେକ ଜାଗରେ ମନ୍ଧିର ଅଛି ଓ ସେ ଅନେକ ଜାଗରେ ପୂଜ ପାଉଛନ୍ତି । ଏହାର ସବୁଠୁ ଅଧିକ ପୂଜା ଓ ପର୍ବ ପର୍ବଣି ଓଡିଶା ଓ ଛତିଶଗଡରେ ଦେଖାଯାୟେ । ମାଁ ବଞ୍ଜାରିଙ୍କ ମନ୍ଦିର ଜଙ୍ଗଲର ଆରାମ୍ଭ ଓ ଶେଷରେ ଅଧିକାନଶ ଦେଖିବାକୁ ମିଲେ । ମାଁ ବଞ୍ଜାରି ଅଲଗା ଦେବୀମାନଙ୍କଠୁ ଅଧିକ ଶାନ୍ତ ତାଙ୍କ ପୁଜା ସବୁ ସମୟରେ କରଯାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଆଣ୍ଟିଅକ୍ସିଡାଣ୍ଟ (ଇଂରାଜୀ ଭାଷାରେ antioxidant) ଏକ ମଲିକ୍ୟୁଲ (molecule) ଯାହା ଅନ୍ୟ ମଲିକ୍ୟୁଲମାନଙ୍କର ଅକ୍ସିଡେସନ (oxidation) ଅବରୋଧ କରେ । ଅକ୍ସିଡେସନ ଏକ ପ୍ରକାର ରାସାୟନିକ ପ୍ରତିକ୍ରିୟା (chemical reaction) ଯାହା ଚେନ ପ୍ରତିକ୍ରିୟାକାରୀ (chain reaction) ଫ୍ରିରାଡିକାଲ (free radicals) ଦ୍ୱାରା ଜୀବକୋଷ (cells) ନଷ୍ଟ କରିପାରେ । ଥାୟଲ (thiols) ବା ଆସକର୍ବିକ ଏସିଡ ଏହି ଚେନ ପ୍ରତିକ୍ରିୟକୁ ଶେଷ କରିଦିଏ । ଦୁଇ ମୁଖ୍ୟ ପଦାର୍ଥ ସହିତ ଆଣ୍ଟିଅକ୍ସିଡାଣ୍ଟ ସଂଯୁକ୍ତ କରାଯାଏ ଯଥା ଅକ୍ସିଡେସନ ପ୍ରତିରୋଧ କରିବା ନିମନ୍ତେ ଶିଳ୍ପ ସମ୍ବନ୍ଧୀୟ ରାସାୟନିକ ପଦାର୍ଥ ଯୋଗ କରାଯାଏ; ଓ ଖାଦ୍ୟରେ ଥିବା ପ୍ରାକୃତିକ ରାସାୟନିକ ପଦାର୍ଥ ଯାହା ସ୍ୱାସ୍ଥ୍ୟ ଉପରେ ଉପକାରୀ ପ୍ରଭାବ ରଖେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିୟାଇଛନ୍ତି । ତାହାଙ୍କ ରଚିତ ଓଡ଼ିଆ ରାମାୟଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ)ର ରଚନା କରିସାରିଥିଲେ l
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଅପର୍ଣ୍ଣା ମହାନ୍ତି (ଜନ୍ମ: ୧୬ ଡିସେମ୍ବର ୧୯୫୨) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି । "ଝିଅ ପାଇଁ ଝରକାଟିଏ" କବିତା ସଙ୍କଳନ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ । ଓଡ଼ିଆ ଅଧ୍ୟାପିକା ଭାବରେ କାର୍ଯ୍ୟ କରି, ସେ ସେବାନିବୃତ ହୋଇସାରିଛନ୍ତି । ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପଦେଷ୍ଟା ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଜାଭା ହେଉଛି ଏକ class based object oriented ପ୍ରୋଗ୍ରାମିଂଗ ଭାଷା। ଏହି ଭାଷା ମୁଖ୍ୟତଃ Applicationକୁ "write once run anywhere"(WORA) ଉପଯୁକ୍ତ କରିବା ପାଇଁ ଉନ୍ନତ କରାଯାଇଛି।"write once run anywhere"ର ଅର୍ଥ, compile ହୋଇଥିବା ଜାଭା codeକୁ ଅନ୍ୟ ଯେ କୌଣସି platformରେ ପୁନର୍ବାର compile ନକରି ମଧ୍ୟ ସିଧାସଳଖ run କଲେ ଏହା run ହୋଇପାରିବ। ଜାଭା Application ଗୁଡିକ compile ହେଲାପରେ ଏହା bytecodeକୁ ପରିଣତ ହୋଇଥାଏ ଏବଂ ଏହି bytecode ଯେକୌଣସି କମ୍ପୁଟର OSର JVM(Java Virtual Machine)ରେ run ହୋଇପାରିବ। ୯୦ ଲକ୍ଷ developerଙ୍କ ମତ ଅନୁସାରେ ଜାଭା ୨୦୧୬ ମସିହା ବେଳକୁ ଅତ୍ୟନ୍ତ ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷାରେ ପରିଣତ ହୋଇସାରିଥିଲା ଏବଂ ମୁଖ୍ୟତଃ client-server web application ପାଇଁ ଏହାର ବହୁଳ ବ୍ୟବହାର ମଧ୍ୟ ଆରମ୍ଭ ହୋଇସାରିଥିଲା। ଜାଭାକୁ Sun Microsystemsରେ କାର୍ଯରତ ଜେମ୍ସ ଗସଲିଙ୍ଗ ଉନ୍ନତ କରିଥିଲେ ଓ ୧୯୯୫ରେ release କରିଥିଲେ (ବର୍ତ୍ତମାନ Sun Microsystems, Oracle Corporation ଅକ୍ତିଆରରେ ଅଛି)। ଜାଭା ପ୍ରୋଗ୍ରାମିଂ ଭାଷାର ଅନେକ syntax ଗୁଡିକ ସି (ପ୍ରୋଗ୍ରାମିଂ ଭାଷା) ଓ C++ ପ୍ରୋଗ୍ରାମିଂ ଭାଷାରୁ ଆସିଛି।
ଭାରତର ସଂସ୍କୃତି ବହୁ ଜିନିଷକୁ ମିଶାଇକରି ତିଆରି ହୋଇଛି , ଯେଉଁଥିରେ ଭାରତର ଲମ୍ବା ଇତିହାସ , ବିଲକ୍ଷଣ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ସଭ୍ୟତାର ଦୌରାନ ତିଆରି ହୋଇଥିଲା ଏବଂ ଆଗକୁ ଚାଲି ବୈଦିକ ରୀତିରେ ବିକଶିତ ହୋଇଥିଲା , ବୌଦ୍ଧ ଧର୍ମ ,ସ୍ଵର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ବିରାସତ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ରିବାଜ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ସହସ୍ତ୍ରାଦ୍ବିୟ ପୂର୍ବରୁ ଅଧିକ ସମୟରେ ଭାରତର ରୀତି-ରିବାଜ , ଭାଷା , ପ୍ରଥା ଏବଂ ପରମ୍ପରା ଏହାର ଉଭୟରେ ପରସ୍ପର ସମ୍ବନ୍ଧରେ ମହଣ ବିବିଧତାର ଏକ ଅଦ୍ଵିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜଣକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା (traditions) ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜ୍ୟେଷ୍ଠମାସ କୃଷ୍ଣପକ୍ଷ ଏକାଦଶୀ ଦିନଟିକୁ ଅପରା ଏକାଦଶୀ ଭାବେ ପାଳନ କରାଯାଏ । କାରଣ ଏହି ଏକାଦଶୀ ବ୍ରତ ପାଳନ ଫଳରେ ବ୍ରତୀ ଅପାର ସଂସାର ସମୂହକୁ ସହଜରେ ପାରି ହୋଇଥାଏ । ଯେତେ ଯେତେ ମହାପାପ ଯଥା କ୍ଷତ୍ରୀୟମାନେ ଯୁଦ୍ଧକ୍ଷେତ୍ରରୁ ପୃଷ୍ଠଭଙ୍ଗ ଦେବା, ମାତା, ପିତା ତଥା ଗୁରୁଜନଙ୍କ ନିନ୍ଦା କରିବା, ବ୍ରହ୍ମହତ୍ୟା କରିବା, ଗୋହତ୍ୟା କରିବା, ପରସ୍ତ୍ରୀକୁ ହରଣ କରିବା, ମିଥ୍ୟା କହିବା ମିଥ୍ୟା ବେଦ ପଢ଼ିବା, ମିଥ୍ୟା ଶାସ୍ତ୍ର ଲେଖିବା ଏବଂ ମିଥ୍ୟା ବିଦ୍ୟା ଇତ୍ୟାଦି ଅଭ୍ୟାସ କରିବା ଜନିତ ଯେତେ ଅପରାଧ ଓ ପାପ ଯେଉଁଥିରେ ନର୍କଦଶା ହେବା କଥା, ଏହି ଏକାଦଶୀ ପାଳନରେ ତାହା ନାଶ ହୋଇ ବ୍ରତୀକୁ ବୈକୁଣ୍ଠାସନ ମିଳେ । ପୁନଶ୍ଚ କୁହାଯାଇଛି ଯେ ଏହି ଏକାଦଶୀ ପାଳନ ଫଳରେ ତିନି ପୁଷ୍କର ସ୍ନାନ, କାର୍ତ୍ତିକ ସ୍ନାନ ଏବଂ ଗଙ୍ଗା ସ୍ନାନ ଇତ୍ୟାଦିର ପୁଣ୍ୟଫଳ ମିଳିଥାଏ । ସିଂହରାଶିର ଲୋକେ ଗୁରୁବାର ଦିନ ଗୋମତୀରେ ସ୍ନାନ କରିବା, କୁମ୍ଭରାଶିର ଲୋକେ କେଦାରନାଥଙ୍କୁ ଦର୍ଶନ କରିବା ଏବଂ ବଦ୍ରିକା ଆଶ୍ରମରେ ବାସ କରିବା ଫଳରେ ଯେଉଁଫଳ ମିଳେ ଅଥବା ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ସମୟରେ କୁରୁକ୍ଷେତ୍ରରେ ସ୍ନାନକଲେ ଯେଉଁ ପୁଣ୍ୟଫଳ ମିଳେ, ତାହା କେବଳ ଏହି ଏକାଦଶୀ ବ୍ରତ ପାଳନ ଫଳରେ ମିଳିଥାଏ ।ଏକଥା ମଧ୍ୟ କୁହାଯାଇଛି ଯେ ହାତୀ, ଘୋଡ଼ା ତଥା ଯଜ୍ଞରେ ସ୍ୱର୍ଣ୍ଣଦାନ କଲେ ଯେଉଁ ଫଳ ମିଳେ, ତାହାମଧ୍ୟ ଏହି ଏକାଦଶୀ ପାଳନରେ ମିଳିଥାଏ । ଏହି ଏକାଦଶୀ ପାଳନ ଫଳରେ ଭୂମି, ସ୍ୱର୍ଣ୍ଣ, ଗୋ ବା କନ୍ୟାଦାନ ପୁଣ୍ୟର ଆବଶ୍ୟକତା ନଥାଏ । ପାପରୂପୀ ବୃକ୍ଷ ଛେଦନ ପାଇଁ ଏହା ଏକ କୁରାଢ଼ି ସ୍ୱରୂପ ଅଥବା ସିଂହକୁ ଦେଖି ମୃଗ ପଳାଇବା ପରି, ଏହି ଏକାଦଶୀ ଯିଏ ପାଳନ କରେ ତାକୁ ପାପ ସ୍ପର୍ଶ କରେନାହିଁ ଅର୍ଥାତ୍ ତାଠାରୁ ଦୂରେଇ ଯାଏ ।
ଜଉଗଡ଼, ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁରଠାରୁ ଦଶ କିଲୋମିଟର ଦୂର "ମାଳତୀ ପର୍ବତ"ର ଅଂଶବିଶେଷ । ଦୂର୍ଗର କାନ୍ଥ ଜଉ ବା ଲାଖରେ ନିର୍ମାଣ କରାଯାଇଥିବାରୁ, ଏହା ଖୁବ ପିଚ୍ଛିଳ । ଏଥିଯୋଗୁ ଦୂର୍ଗର ଅନ୍ୟନାମ "ଜଉ ଦୂର୍ଗ" ବା "ଲାଖ ଦୂର୍ଗ" । ଆୟତାକାର ଏହି ଦୂର୍ଗରେ ରହିଛି ଅଶୋକଙ୍କଦ୍ଵାରା ଖୋଦିତ ଶିଳାଲିପି । ତିରିଶ ଫୁଟ ଲମ୍ବା ଓ ପନ୍ଦର ଫୁଟ ଉଚ୍ଚତା ବିଶିଷ୍ଟ ଗ୍ରାନାଇଟ ପଥରରେ ଏହି ଶିଳାଲିପି ଗୁଡିକ ଲେଖାଯାଇଛି । ଏଠାରେ ମୋର୍ଯ୍ୟ ଯୁଗର କିଛି ମୁଦ୍ରା ଆବିଷ୍କୃତ ହୋଇଛି । ଜଉଗଡ଼କୁ ଋଷିକୁଲ୍ୟା ନଦୀ ସଭ୍ୟତାର ମୂକସାଖୀ ବୋଲି କୁହାଯାଏ ।
ମଧ୍ୟ ଏସିଆ ଏସିଆ ମହାଦ୍ବୀପର ମଧ୍ୟ ଭାଗ ଅଟେ । ଏହାର ପୂର୍ବରେ "ଚୀନ"ରୁ ପଶ୍ଚିମରେ "କୌସ୍ପିୟନ ସାଗର" ପର୍ଯ୍ୟନ୍ତ, ଏବଂ ଉତ୍ତରରେ "ୠସ"ରୁ ଦକ୍ଷିଣରେ "ଆଫଗାନିସ୍ତାନ" ପର୍ଯ୍ୟନ୍ତ ବିସ୍ତୃତ ଅଟେ । ଭୂବୈଜ୍ଞାନିକ ମାନଙ୍କଦ୍ୱାରା ମଧ୍ୟ ଏସିଆର ସମସ୍ତ ପରିଭାଷାରେ ଭୂତପୂର୍ବ ସୋବିୟତ ସଂଘର ପାଞ୍ଚଟି ଦେଶ ସର୍ବଦା ଗଣା ଯାଏ :- କାଜାଖସ୍ତାନ , କିରଗୀଜସ୍ତାନ , ତାଜିକିସ୍ତାନ , ତୁର୍କମେନିସ୍ତାନ , ଉଜବେକୀସ୍ତାନ । ଏହା ଛଡ଼ା ମଙ୍ଗୋଲିୟା , ଆଫଗାନିସ୍ତାନ , ଉତ୍ତର ପାକିସ୍ତାନ , ଭାରତର ଲଦାଖ ପ୍ରଦେଶ , ଚୀନର ଶିନଜିୟଙ୍ଗ , ତିବ୍ବତ କ୍ଷେତ୍ର ଏବଂ ୠସର ସାଇବେରିୟ କ୍ଷେତ୍ରର ଦକ୍ଷିଣ ଭାଗକୁ ମଧ୍ୟ ପ୍ରାୟତଃ ମଧ୍ୟ ଏସିଆର ଅଂଶ ବୋଲି ବୁଝାଯାଏ ।
ପ୍ରାଣନାଥ ପଟ୍ଟନାୟକ (୧୬ ନଭେମ୍ବର ୧୯୦୫ - ୫ ଅକ୍ଟୋବର ୧୯୭୦) ଓଡ଼ିଶାର ଜଣେ ବାମପନ୍ଥୀ ନେତା, ବିଧାୟକ, ଶିକ୍ଷାବିଦ ଓ ବିପ୍ଲବୀ ଥିଲେ । ସେ ଭାରତୀୟ ସ୍ଵାଧୀନତା ସଂଗ୍ରାମ, ଓଡ଼ିଶା କୃଷକ ଆନ୍ଦୋଳନ ଓ ଓଡ଼ିଶାର ସାମ୍ୟବାଦ ଆନ୍ଦୋଳନ, ଗଡ଼ଜାତ ପ୍ରଜା ଆନ୍ଦୋଳନ, ଓଡ଼ିଶା ଭାଗଚାଷୀ ଆନ୍ଦୋଳନ ଓ ଓଡ଼ିଶା ଶିକ୍ଷା ଆନ୍ଦୋଳନରେ ଭାଗ ନେଇ ଶ୍ରେଣୀହୀନସମାଜ ଗଠନ ପାଇଁ ଆନ୍ଦୋଳନ କରିଥିଲେ । ସ୍ୱାଧୀନତା ସଂଗ୍ରାମ କାଳରେ ସେ ଦଶଥର ଇଂରେଜ ସରକାରର କାରାଗାରେ ବନ୍ଦୀ ଜୀବନ କାଟିଥିଲେ । ବନ୍ଦୀଶାଳା ମଧ୍ୟରେ ଥିବା ସମୟରେ ସେ ୪୫ ଦିନ ଅନଶନ ଚଳାଇଥିଲେ । ପ୍ରାଣନାଥ ପଟ୍ଟନାୟକ ଓଡ଼ିଶାରେ କଂଗ୍ରେସ-ସମାଜବାଦୀ ପାର୍ଟିର ପ୍ରଥମ ସଭାପତି ଥିଲେ । ୧୯୬୫-୬୬ ମସିହାରେ ଗ୍ରୀଷ୍ମକାଳରେ ପ୍ରାଣନାଥ କଳାହାଣ୍ଡି ଓ ବଲାଙ୍ଗିରର ଦୁର୍ଭିକ୍ଷ ପ୍ରପୀଡ଼ିତ ଅଞ୍ଚଳରେ ଜନସେବାରେ ମୁଖ୍ୟ ଭୂମିକା ନେଇଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି । ଏହାର ବ୍ୟବହାର ଓ ସିଦ୍ଧାନ୍ତ ଗୁଡିକ ଉପରେ ଗବେଷଣା କରି ଏହାର ବିଭାଗୀକରଣ କରାଯାଇଛି । ଏହାର କିଛି ବିଷୟକୁ ଆମର ଦୈନନ୍ଦିନ ଜୀବନରେ ସଫଳ ଭାବେ ବ୍ୟବହାର କରାଯାଇପାରୁଥିବା ବେଳେ, ଅନ୍ୟ କଛି ବିଷୟକୁ କେବଳ ସମ୍ୟକ ଧାରଣା ଓ ଅନୁମାନକୁ ଆଧାର କରି ଭବିଷ୍ୟତରେ ଗବେଷଣା ପାଇଁ ବିଷୟବସ୍ତୁ ଭାବରେ ନିଆଯାଉଛି ।
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣଦ୍ଵାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.