ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ରଣବୀର କପୁର (pronounced [rəˈɳbiːr kəˈpuːr]; ଜନ୍ମ: ୨୮ ସେପ୍ଟେମ୍ବର ୧୯୮୨) ଜଣେ ଭାରତୀୟ କଥାଚିତ୍ର ଅଭିନେତା ଏବଂ ଚଳଚ୍ଚିତ୍ର ପ୍ରଯୋଜକ । ସେ ମୁଖ୍ୟତଃ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ କରିଥାନ୍ତି । ଆଜିର ହିନ୍ଦୀ କଥାଚିତ୍ର ଜଗତର ନାୟକମାନଙ୍କ ମଧ୍ୟରେ ଅଧିକ ପାରିଶ୍ରମିକ ନେଉଥିବା ଲୋକପ୍ରିୟ ଅଭିନେତାମାନଙ୍କ ଭିତରୁ ରଣବୀର ଅନ୍ୟତମ । ସେ ପାଞ୍ଚଥର ଫିଲ୍ମଫେୟାର ପୁରସ୍କାର ସହ ଅନେକ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ଏବଂ ବିଜୟୀ ହୋଇଛନ୍ତି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଶୈଳେଶ୍ୱର ନନ୍ଦ ଜଣେ ଓଡ଼ିଆ ନାଟ୍ୟକାର, ଅଭିନେତା ଓ ଡାକ୍ତର । ସେ ଓଡ଼ିଆ ନାଟକମାନ ରଚନା କରିବା ସହିତ ନାଟକ ଓ ଚଳଚ୍ଚିତ୍ରରେ ଅଭିନୟ ମଧ୍ୟ କରିଛନ୍ତି । ତାଙ୍କର ବଡ଼ଭାଇ ଚନ୍ଦ୍ରଶେଖର ନନ୍ଦ ଙ୍କ ସହ ମିଶି, ସେ 'ଆରୋହଣ' ନାମକ ଏକ ନାଟ୍ୟାନୁଷ୍ଠାନ ଗଠନ କରିଥିଲେ । ୧୯୯୦-୯୩ ପର୍ଯ୍ୟନ୍ତ, ସେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଚିବ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ହାରଲେକୁଇନ-ଟାଇପ ଇକଥିଓସିସ (ଇଂରାଜୀ ଭାଷାରେ Harlequin-type ichthyosis) ଏକ ଜେନେଟିକ ବେମାରୀ ଯେଉଁଥିରେ ନବଜାତ ଶିଶୁର ପ୍ରାୟ ସମୁଦାୟ ଦେହର ଚର୍ମ ମୋଟା ଥାଏ । ଏହି ରୋଗରେ ଫାଟ ଥିବା ଏକ ଠିକିରି ଆକାରର ପ୍ଲେଟ ଚମ ତିଆରି କରେ । ଆଖିପତା, ନାକ, ପାଟି ଓ କାନର ଆକୃତି ବଦଳିଯାଏ; ଅବୟବମାନଙ୍କର ଚଳନ ଶକ୍ତି ସୀମିତ ହୋଇଯାଏ । ଛାତିର ଚଳନ ସୀମିତ ହେବା ଯୋଗୁ ଶ୍ୱାସକ୍ରିୟା କଷ୍ଟକର ହୁଏ । କିଛି ସପ୍ତାହ ମଧ୍ୟରେ ଚର୍ମର ପ୍ଲେଟ ବାହାରିଯାଏ । ଅନ୍ୟ ଜଟିଳତା ମଧ୍ୟରେ ଅପରିପକ୍ୱ ଜନ୍ମ (premature birth), ସଂକ୍ରମଣ (infection), ଦେହ ଉତ୍ତାପ ସମସ୍ୟା ଓ ନିର୍ଜଳନ (dehydration) ମୁଖ୍ୟତଃ ଦେଖାଯାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ମା’ ବଞ୍ଜାରି ହିନ୍ଦୁମାନଙ୍କ ଏକ ପ୍ରସିଦ୍ଧ ଇଷ୍ଟଦେବି । ମାଁ ବଞ୍ଜାରି ଭାରତର ଅନେକ ଜାଗରେ ମନ୍ଧିର ଅଛି ଓ ସେ ଅନେକ ଜାଗରେ ପୂଜ ପାଉଛନ୍ତି । ଏହାର ସବୁଠୁ ଅଧିକ ପୂଜା ଓ ପର୍ବ ପର୍ବଣି ଓଡିଶା ଓ ଛତିଶଗଡରେ ଦେଖାଯାୟେ । ମାଁ ବଞ୍ଜାରିଙ୍କ ମନ୍ଦିର ଜଙ୍ଗଲର ଆରାମ୍ଭ ଓ ଶେଷରେ ଅଧିକାନଶ ଦେଖିବାକୁ ମିଲେ । ମାଁ ବଞ୍ଜାରି ଅଲଗା ଦେବୀମାନଙ୍କଠୁ ଅଧିକ ଶାନ୍ତ ତାଙ୍କ ପୁଜା ସବୁ ସମୟରେ କରଯାଏ ।
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
କାର୍ବାମାଜେପିନ (ସିବିଜେଡ) ଏକ ଔଷଧର ନାମ ଯାହାର ବ୍ୟବସାୟିକ ନାମ ପ୍ରାରମ୍ଭରେ ଟେଗ୍ରେଟଲ ଥିଲା । ଏହା ପ୍ରଥମେ ଏପିଲେପ୍ସି ଓ ସ୍ନାୟୁଜନିତ ଯନ୍ତ୍ରଣା ପାଉଥିବା ରୋଗୀଙ୍କୁ ଦିଆଯାଉଥିଲା । ବାତ ମାରୁଥିଲେ ଫେନିଣ୍ଟଏନ ଓ ଭାଲପ୍ରୋଏଟ ଭଳି କାମ ଦିଏ । ଆବସେନ୍ସ ସିଜର ବା ଅନୁପସ୍ଥିତ ବାତ ଓ ମାୟୋକ୍ଲୋନିକ ସିଜରରେ କାମ ଦିଏନାହିଁ । ଅନ୍ୟାନ୍ୟ ଔଷଧ ସହିତ ଏହା ସିଜିଫ୍ରେନିଆ ଓ ଦ୍ୱିତୀୟ ଧାଡ଼ି ଔଷଧରୂପେ ବାଇପୋଲାର ଡିଜଅର୍ଡ଼ର ରୋଗରେ ବ୍ୟବହାର କରାଯାଇପାରେ । ଦିନକୁ ୨ରୁ ୪ ଥର ଦିଆଯାଏ । ଏହା ଏକ କଣ୍ଟ୍ରୋଲଡ ରିଲିଜ ଔଷଧ ଆକାରରେ ମିଳୁଛି ଯାହାର ପାର୍ଶ୍ୱ ପ୍ରତିକ୍ରିୟା କମ ଥିବା ଜଣାଯାଉଛି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ବୈଶାଖ ମାସ ଶୁକ୍ଳ ପକ୍ଷ ଏକାଦଶୀକୁ ମୋହିନୀ ଏକାଦଶୀ ଭାବେ ପାଳନ କରାଯାଏ । ପ୍ରଭୁ ଶ୍ରୀରାମ ଗୁରୁଦେବ ବଶିଷ୍ଠଙ୍କୁ ପଚାରିଲେ-ଗୁରୁଦେବ, ଏମିତି ଏକ ବ୍ରତ କୁହନ୍ତୁ ଯେଉଁଠିରେ ସମସ୍ତ ପାପ ଏବଂ ଦୁଃଖ ଦୂର ହୋଇପାରିବ । ସୀତାଙ୍କ ବିୟୋଗରେ ମୁଁ ବହୁତ ଦୁଃଖ ଭୋଗ କରୁଛି । ଏହା ଶୁଣି ଗୁରୁ ବଶିଷ୍ଠ କହିଲେ ଆପଣ ଉଚିତ୍ ପ୍ରଶ୍ନଟିଏ ପଚାରିଛ । ଆପଣଙ୍କ ନାମ ସ୍ମରଣ କରି ମନୁଷ୍ୟ ପବିତ୍ର ଏବଂ ଶୁଦ୍ଧ ହୋଇଯାଇଥାଏ । ଏହା ଲୋକହିତ ପାଇଁ ସବୁଠୁ ଭଲ । ମୋହିନୀ ଏକାଦଶୀ ବ୍ରତ କରିବାଦ୍ୱାରା ମନୁଷ୍ୟର ସମସ୍ତ ପାପ ତଥା ଦୁଃଖ ଦୂର ହୋଇଥାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର ଓ କବି ଥିଲେ । ସେ ୧୮୯୭ ଡିସେମ୍ବର ୩ ତାରିଖ, ବକୁଳ ଅମାବାସ୍ୟା ଦିନ ବାଙ୍କୀ ସହର ଉପକଣ୍ଠରେ ଥିବା ଖମାରଙ୍ଗ ଗ୍ରାମରେ ପିତା ଦୁର୍ଗାଚରଣ ପଟ୍ଟନାୟକ ଓ ମାତା ରାଧାମାଳୀ ଦେବୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ । ସେ ପିତାମାତାଙ୍କର ଦ୍ଵିତୀୟ ସନ୍ତାନ ଥିଲେ । କାଳୀଚରଣଙ୍କ ପିତା ବଡ଼ମ୍ବାଗଡ଼ର ଦେବାନ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ । ତାଙ୍କ ପ୍ରଚେଷ୍ଟାରୁ ୧୯୫୮ ମସିହାରେ ଓଡ଼ିଶୀ ନୃତ୍ୟ ଶାସ୍ତ୍ରୀୟ ମର୍ଯ୍ୟାଦା ପାଇଥିଲା । ସେଥିପାଇଁ ସମସ୍ତ ଓଡ଼ିଶୀ ନାଟ୍ୟଗୁରୁ ଓ ନୃତ୍ୟଶିଳ୍ପୀମାନେ ତାଙ୍କୁ ମନେ ରଖିଛନ୍ତି।
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ଵନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ମହାଅଭିଯୋଗ ବା ମହାଭିଯୋଗ ହେଉଛି ଭାରତୀୟ ସମ୍ବିଧାନର ଏକ ଆଇନଗତ ଧାରା ଯଦ୍ଵାରା ଭାରତ ରାଷ୍ଟ୍ରପତି, ଉଚ୍ଚତମ ନ୍ୟାୟାଳୟ ତଥା ଉଚ୍ଚ ନ୍ୟାୟାଳୟର ବିଚାରପତିଙ୍କୁ ବିଭିନ୍ନ ସାମ୍ବିଧାନିକ ନିୟମ ଉଲ୍ଲଙ୍ଘନ ଭଳି ଅଭିଯୋଗ ଆଧାରରେ ସେମାନଙ୍କର କାର୍ଯ୍ୟ ଅବଧୀ ପୂରଣ ପୂର୍ବରୁ ବହିଷ୍କାର କରାଯାଇପାରିବ । ଉଚ୍ଚତର ସାମ୍ବିଧାନିକ ପଦପଦବୀରେ ଥିବା ଉପରୋକ୍ତ ବ୍ୟକ୍ତି ବିଶେଷଙ୍କୁ ଆଇନଆନୁମୋଦିତ ଧାରାରେ ବହିଷ୍କାର କରିବାପାଇଁଁ ମହାଅଭିଯୋଗ ହେଉଛି ଏକମାତ୍ର ଉପାୟ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଡାଏବେଟିସ ଇନସିପିଡସ ବା ଡିଆଇ (ଇଂରାଜୀ ଭାଷାରେ Diabetes insipidus ବାDI) ଏକ ପ୍ରକାର ରୋଗ (condition) ଯେଉଁଥିରେ ପଲିୟୁରିଆ ବା ପ୍ରଚୁର ପରିମାଣର ପତଳା ପରିସ୍ରା (large amounts of dilute urine) ହୁଏ ଓ ପଲିଡିପସିଆ ବା ଅତ୍ୟଧିକ ଶୋଷ (increased thirst) ହୁଏ । ଏହି ପରିସ୍ରାର ପରିମାଣ ଦୈନିକ ୨୦ ଲିଟର ପର୍ଯ୍ୟନ୍ତ ହୋଇପାରେ । ପରିସ୍ରାର ସାନ୍ଦ୍ରତା ଉପରେ ତରଳ ପଦାର୍ଥ କମ କଲେ ମଧ୍ୟ କୌଣସି ପ୍ରଭାବ ପଡ଼େନାହିଁ । ରୋଗ ଜଟିଳ ହେଲେ ନିର୍ଜଳନ (dehydration) ବା ଅପସ୍ମାର ବାତ ହୋଇପାରେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ଵେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ଵାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।