ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଶାହିଦ କପୁର (pronounced [ʃaːɦɪd̪ kəˈpuːr]; ଜନ୍ମ: ୨୫ ଫେବୃଆରୀ ୧୯୮୧), ଜଣେ ଭାରତୀୟ କଥାଚିତ୍ର ଅଭିନେତା । ସେ ମୁଖ୍ୟତଃ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ କରିଥାନ୍ତି । ଗଣମାଧ୍ୟରେ ସବୁବେଳେ ଚର୍ଚ୍ଚାରେ ରହି ଆସିଥିବା ଶାହିଦ ଆରମ୍ଭରୁ ତାଙ୍କର ଲୋକପ୍ରିୟତା ବଜାଇ ରଖିଛନ୍ତି । ସେ ତାଙ୍କର ଚଳଚ୍ଚିତ୍ରର ଆରମ୍ଭ ଦିନରେ ଜଣେ ରୋମାଣ୍ଟିକ ନାୟକ ଭାବରେ ଅଭିନୟ ଆରମ୍ଭ କରିଥିଲ ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ ପ୍ରକାର ଚଳଚ୍ଚିତ୍ରରେ କାର୍ଯ୍ୟ କରିଥିଲେ । ଶାହିଦଙ୍କୁ ତିନିଥର ଫିଲ୍ମଫେୟାର ପୁରସ୍କାର ସହ ଅନେକ ପୁରସ୍କାର ମିଳିଛି । ଶାହିଦଙ୍କର ଜନ୍ମ ଦିଲ୍ଲୀରେ ହୋଇଥିଲା । ତାଙ୍କ ବାପା ପଙ୍କଜ କପୁର ଜଣେ ଅଭିନେତା ଏବଂ ମାଆ ନୀଲିମା ଅଜୀମ୍ ଜଣେ ଅଭିନେତ୍ରୀ । ଶାହିଦଙ୍କୁ ମାତ୍ର ତିନି ବର୍ଷ ହୋଇଥିବାବେଳେ ତାଙ୍କର ପିତାମାତାଙ୍କର ବିବାହ ବିଚ୍ଛେଦ ଘଟିଥିଲା । ତେଣୁ ଶାହିଦ ସବୁବେଳେ ତାଙ୍କ ମାଆଙ୍କ ପାଖରେ ହିଁ ରହିଥିଲେ । ୧୦ ବର୍ଷ ବୟସ ହୋଇଥିବାବେଳେ ଶାହିଦଙ୍କୁ ନେଇ ତାଙ୍କ ମାଆ ମୁମ୍ବାଇ ଆସିଯାଇଥିଲେ । ମୁମ୍ବାଇ ଆସିବାପରେ ଶାହିଦ ଶିଆମାକ୍ ଦବାର୍ ନୃତ୍ୟ ସ୍କୁଲରେ ଯୋଗଦେଇଥିଲେ । ୯୦ ଦଶକର କିଛି ହିନ୍ଦୀ କଥାଚିତ୍ରର ଗୀତଗୁଡ଼ିକରେ ଶାହିଦ ସହକଳାକାର ଭାବରେ ନୃତ୍ୟ କରିଥିଲେ । ଏହିସହ ସେ କିଛି ଦୂରଦର୍ଶନ ବିଜ୍ଞାପନରେ ମଧ୍ୟ କାର୍ଯ୍ୟ କରିଥିଲେ । ୨୦୦୩ ମସିହାରେ ହିନ୍ଦୀ କଥାଚିତ୍ର ଇସ୍କ ଭିସ୍କ ଜରିଆରେ ଶାହିଦ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହି କଥାଚିତ୍ରଟିର ଆରମ୍ଭ ସେତେ ଅଧିକ ବ୍ୟବସାୟ କରିନଥିଲେ ମଧ୍ୟ କିଛିଦନରେ ଭଳ ବ୍ୟବସାୟ କରି ସଫଳ ହୋଇଥିଲା । ଏହି କଥାଚିତ୍ର ପାଇଁ ଶାହିଦଙ୍କୁ ଫିଲ୍ମଫେୟାରର ଶ୍ରେଷ୍ଠ ନବାଗତ ନାୟକ ପୁରସ୍କାର ମିଳିଥିଲା । ଏହାପରେ ଶାହିଦଙ୍କର କିଛି ଚଳଚ୍ଚିତ୍ର ଲଗାତାର ଅସଫଳ ହେବାପରେ ୨୦୦୬ ମସିହାରେ ସୁରଜ ବଡ଼ଜାତ୍ୟାଙ୍କର ଚଳଚ୍ଚିତ୍ର ବିବାହରେ ଶାହିଦଙ୍କୁ ମିଳିଥିଲା ବଡ଼ ସଫଳତା । ଏହି କଥାଚିତ୍ରଟି ବହୁତ ଆୟ କରିଥିଲା । ଏହାପରେ ୨୦୦୭ରେ ମୁକ୍ତିଲାଭ କରିଥିବା ଇନ୍ତିଆଜ ଅଲ୍ଲୀଙ୍କର ହିନ୍ଦୀ କଥାଚିତ୍ର ଜବ୍ ଉଇ ମିଟ୍ ଏବଂ ୨୦୦୯ରେ ମୁକ୍ତିଲାଭ କରିଥିବା ବିଶାଳ ଭରଦ୍ୱାଜଙ୍କର ଚଳଚ୍ଚିତ୍ର କମିନେ ପାଇଁ ଶାହିଦଙ୍କୁ ଫିଲ୍ମଫେୟାରେ ଶ୍ରେଷ୍ଠନାୟକ ଭାବରେ ମନୋନୀତ କରାଯାଇଥିଲା । ଏହାପରେ ଶାହିଦଙ୍କୁ ସେତେଟା ସଫଳତା ମିଳିନଥିଲା । ୨୦୧୩ ମସିହାରେ ମୁକ୍ତିଲାଭ କରିଥିବା ଆର୍...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମହାଅଭିଯୋଗ ବା ମହାଭିଯୋଗ ହେଉଛି ଭାରତୀୟ ସମ୍ବିଧାନର ଏକ ଆଇନଗତ ଧାରା ଯଦ୍ଵାରା ଭାରତ ରାଷ୍ଟ୍ରପତି, ଉଚ୍ଚତମ ନ୍ୟାୟାଳୟ ତଥା ଉଚ୍ଚ ନ୍ୟାୟାଳୟର ବିଚାରପତିଙ୍କୁ ବିଭିନ୍ନ ସାମ୍ବିଧାନିକ ନିୟମ ଉଲ୍ଲଙ୍ଘନ ଭଳି ଅଭିଯୋଗ ଆଧାରରେ ସେମାନଙ୍କର କାର୍ଯ୍ୟ ଅବଧୀ ପୂରଣ ପୂର୍ବରୁ ବହିଷ୍କାର କରାଯାଇପାରିବ । ଉଚ୍ଚତର ସାମ୍ବିଧାନିକ ପଦପଦବୀରେ ଥିବା ଉପରୋକ୍ତ ବ୍ୟକ୍ତି ବିଶେଷଙ୍କୁ ଆଇନଆନୁମୋଦିତ ଧାରାରେ ବହିଷ୍କାର କରିବାପାଇଁଁ ମହାଅଭିଯୋଗ ହେଉଛି ଏକମାତ୍ର ଉପାୟ । ପ୍ରକାରନ୍ତରେ ଏହା ସାମ୍ବିଧାନିକ ଉଚ୍ଚ ପଦପଦବୀରେ ଥିବା ଵ୍ୟକ୍ତି ବିଶେଷ ମାନଙ୍କ ପାଇଁ ଭାରତୀୟ ସମ୍ବିଧାନର ଏକ ବିଶେଷ ସାମ୍ବିଧାନିକ ସୁରକ୍ଷା ଅଟେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପାଲା ଗୋପାଲା (୨୦୧୫ର ତେଲୁଗୁ ଚଳଚ୍ଚିତ୍ର)
ଗୋପାଲା ଗୋପାଲା ୨୦୧୫ ମସିହାରେ ନିର୍ମିତ ଏକ ତେଲୁଗୁ ଭାଷୀ ଭାରତୀୟ ବ୍ୟଙ୍ଗାତ୍ମକ ଚଳଚ୍ଚିତ୍ର । ଚଳଚ୍ଚିତ୍ରଟିର ନିର୍ଦ୍ଦେଶକ ଥିଲେ କିଶୋର କୁମାର ପର୍ଦାଶାନୀ ଏବଂ ଏହାର ଯୁଗ୍ମ ପ୍ରଯୋଜକ ଥିଲେ ଡି. ଶୁରେଶବାବୁ ଏବଂ ଶରତ ମାରାର । ଚଳଚ୍ଚିତ୍ରଟି ଶୁରେଶ ପ୍ରୋଡକସନ୍ସ ଓ ନର୍ଥ ଷ୍ଟାର ଏଣ୍ଟେର୍ଟେନମେଣ୍ଟ ବ୍ୟାନେରରେ ନିର୍ମିତ । ଏହି ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ପୱନ କଲ୍ୟାଣ ଏବଂ ଭେଙ୍କେଟେଶ । ଏହା ବ୍ୟତୀତ ଅନ୍ୟାନ୍ୟ ସହ କଳାକାରମାନେ ହେଲେ ଶ୍ରୀୟା ଶରଣ, ମିଥୁନ ଚକ୍ରବର୍ତ୍ତୀ ତଥା ପି. କ୍ରୀଷ୍ଣା ମୁରଲି ଇତ୍ୟାଦି । ଏହାର ସଂଗୀତ ପରିଚାଳନା କରିଛନ୍ତି ଅନୁପ ରୁବେନ୍ସ ଏବଂ ଛବି ଉତ୍ତୋଳନ ବା ସିନେମାଟୋଗ୍ରାଫି କରିଛନ୍ତି ଜେ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଶ୍ରୀନିବାସ ଉଦ୍ଗାତା (ଜନ୍ମ: ୭ ଜାନୁଆରୀ ୧୯୩୫) ଜଣେ ଓଡ଼ିଆ କବି, ଲେଖକ, ଔପନ୍ୟାସିକ, ନାଟ୍ୟକାର ଏବଂ ଅନୁବାଦକ । ଉଦ୍ଗାତା ବିଭିନ୍ନ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ଓଡ଼ିଆ ସାହିତ୍ୟର ପ୍ରଚାର କରିଛନ୍ତି । ତାଙ୍କର ଏଯାବତ ପ୍ରାୟ ୨୧୦ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇସାରିଛି । ୧୯୯୪ରୁ ୧୯୯୭ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ଅଧ୍ୟକ୍ଷ ଭାବରେ କାର୍ଯ୍ୟନିର୍ବାହ କରିଛନ୍ତି । ସାହିତ୍ୟ ପାଇଁ ତାଙ୍କର ଅବଦାନ ନିମନ୍ତେ ୨୦୦୮ ମସିହାରେ ପଦ୍ମଶ୍ରୀ ଉପାଧୀରେ ସମ୍ମାନୀତ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଥର୍ମୋପିଲୀ ଯୁଦ୍ଧ ଗ୍ରୀକ ନଗର ରାଜ୍ୟ ମାନଙ୍କର ଏକ ସଂଗଠନ ଏବଂ ପାରସ୍ୟ ସାମ୍ରାଜ୍ୟ ମଧ୍ୟରେ ହୋଇଥିବା ଏକ ଯୁଦ୍ଧ, ଯାହା ପାରସ୍ୟର ଦ୍ୱିତୀୟ ଗ୍ରୀକ ଆକ୍ରମଣ ସମୟରେ ତିନିଦିନ ଧରି ହୋଇଥିଲା । ୧ମ ଜେରକ୍ସେସଙ୍କ ନେତୃତ୍ତ୍ୱରେ ଆକ୍ରମଣ କରିଥିବା ପାରସ୍ୟ ସୈନ୍ୟବାହିନୀକୁ ଗ୍ରୀକମାନେ ରାଜା ଲିଓନାଇଡ଼ସଙ୍କ ନେତୃତ୍ତ୍ୱରେ ସାମନା କରିଥିଲେ । ଏହି ଯୁଦ୍ଧ ଆର୍ଟମେସିୟମର ନୌଯୁଦ୍ଧ ସହ ଏକ ସମୟରେ, ଖୀ.ପୂ. ୪୮୦ର ଅଗଷ୍ଟ କିମ୍ବା ସେପ୍ଟେମ୍ବର ମାସରେ ଥର୍ମୋପିଲୀଠାରେ ସଂଗଠିତ ହୋଇଥିଲା । ଏହି ଆକ୍ରମଣ ପାରସ୍ୟର ଖୀ.ପୂ. ୪୯୦ର ପ୍ରଥମ ଗ୍ରୀକ ଆକ୍ରମଣ ଓ ମାରାଥନ ଯୁଦ୍ଧରେ ଏଥେନ୍ସଠାରୁ ପରାସ୍ତ ହେବାର ବିଳମ୍ବିତ ପ୍ରତିକ୍ରିୟା ଥିଲା । ଖୀ.ପୂ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଶୈଳବାଳା ଦାସ, (ଶୈଳବାଳା ହାଜରା୧୮୭୫-୧୯୬୮) ଜଣେ ସମାଜସେବୀ ଥିଲେ । ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ତାଙ୍କର ମୁଖ୍ୟ ଭୂମିକା ଥିଲା।ମଧୁସୂଦନ ଦାସ ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ । ସେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ୦୩ ଅପ୍ରେଲ ୧୯୫୨ରୁ ୦୨ ଅପ୍ରେଲ ୧୯୫୪ ପର୍ଯ୍ୟନ୍ତ ରାଜ୍ୟ ସଭାର ସଭ୍ୟ ଭାବେ କାର୍ଯ୍ୟ କରିଥିଲେ । ଶୈଳବାଳା ମହିଳା ମହାବିଦ୍ୟାଳୟ ତାଙ୍କରି ନାମରେ ନାମିତ ହୋଇଅଛି ।
ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ ଦିନ ହିନ୍ଦୁ ଧର୍ମାବଲମ୍ବୀଙ୍କଦ୍ଵାରା ପାଳନ କରାଯାଏ । ଲୋକ ବିଶ୍ଵାସ ଅନୁସାରେ ବିଷ୍ଣୁଙ୍କର ଦଶାବତାର ମଧ୍ୟରେ ନୃସିଂହ ଚତୁର୍ଥ ଅବତାର ଅଟନ୍ତି । ନର (ମଣିଷ) ଓ ସିଂହର ମିଶ୍ରଣକୁ ନୃସିଂହ କୁହାଯାଏ । ସିଂହର ମସ୍ତକ ଓ ମନୁଷ୍ୟ ଶରୀର ଧାରଣ କରି ନୃସିଂହ ବୈଶାଖ ମାସ ଶୁକ୍ଳ ଚତୁର୍ଦ୍ଦଶୀରେ ଆବିର୍ଭାବ ହୋଇଥିଲେ । ଭକ୍ତ ପ୍ରହ୍ଲାଦଙ୍କୁ ନିର୍ଯାତନା ମୁକ୍ତ କରିବା ପାଇଁ ନୃସିଂହ ରୂପରେ ସ୍ତମ୍ଭରୁ ବାହାରି ରାଜା ହିରଣ୍ୟକଶିପୁଙ୍କୁ ବିଦାରଣ କରିଥିବାର ବର୍ଣ୍ଣନା ରହିଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କ୍ରାଇମିଆନ-କଙ୍ଗୋ ହେମୋରେଜିକ ଜ୍ୱର
କ୍ରାଇମିଆନ-କଙ୍ଗୋ ହେମୋରେଜିକ ଜ୍ୱର ବା ସିସିଏଚଏଫ (ଇଂରାଜୀ ଭାଷାରେ Crimean–Congo hemorrhagic fever or CCHF) ଭୂତାଣୁ ଜନିଟ ରୋଗ (viral disease) । ଜ୍ୱର, ମାଂସପେଶୀ ଯନ୍ତ୍ରଣା, ମୁଣ୍ଡ ବିନ୍ଧା, ବାନ୍ତି, ତରଳ ଝାଡ଼ା, ଚର୍ମରେ ପେଟେକିଆଲ ରକ୍ତସ୍ରାବ (bleeding into the skin) ଇତ୍ୟାଦି ଲକ୍ଷଣମାନ ଦେଖାଯାଏ । ସଂସ୍ପର୍ଶରେ ଆସିବାର ୨ ସପ୍ତାହ ମଧ୍ୟରେ ଲକ୍ଷଣ ଦେଖାଯାଏ । ରୋଗ ଜଟିଳ ହେଲେ ବୃକ୍କ (liver failure) ଫେଲ ହୋଇପାରେ । ବଞ୍ଚିଯାଇଥିବା ରୋଗୀ ପ୍ରାୟ ୨ ସପ୍ତାହରେ ଉପଶମ ଲାଭ କରନ୍ତି । ଟିଙ୍କ (tick) କାମୁଡ଼ା ବା ସଂକ୍ରମିତ ପଶୁଧନଠାରୁ (livestock) ଏହି ସିସିଏଚଏଫ ଭୂତାଣୁ ବ୍ୟାପିଥାଏ । କୃଷକ (farmers) ବା କଂସେଇଖାନାରେ (slaughterhouses) କାମ କରୁଥିବା ଲୋକ ସାଧାରଣତଃ ସଂକ୍ରମିତ ହୁଅନ୍ତି । ଦେହର ତରଳ ପଦାର୍ଥ (body fluids) ମାଧ୍ୟମରେ ମଧ୍ୟ ଏହା ବ୍ୟାପିଥାଏ । ଆଣ୍ଟିବଡି (antibodies) ସନ୍ଧାନ, ଭୂତାଣୁ ବା ତାହାର ଆରଏନଏ (RNA) ସନ୍ଧାନ କରି ରୋଗ ନିର୍ଣ୍ଣୟ କରାଯାଏ । ଏହା ଏକ ପ୍ରକାର ଭୂତାଣୁ ଜନିତ ରକ୍ତସ୍ରାବ ଜ୍ୱର (viral hemorrhagic fever).
କଲରାପତରିଆ ବାଘ (ହିନ୍ଦୀରେ तेन्दुआ, ଈଂରାଜୀରେ Leopard ବା Panther ଓ ଜୀବବିଜ୍ଞାନ ନାମ Panthera pardus) ବଡ଼ ବିଡ଼ାଳ (Felidae) ପରିବାରର ପାନ୍ଥେରା ବଂଶର ପାଞ୍ଚଟି ପ୍ରଜାତି ମଧ୍ୟରୁ ଏକ । ଆଫ୍ରିକା ଓ ଏସିଆ ମହାଦେଶରେ ବହୁଳ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ଏହି ପ୍ରାଣୀକୁ IUCN ତାଲିକାରେ Vulnerable ଶ୍ରେଣୀରେ ସ୍ଥାନିତ କରାଯାଇଛି । ଅଧିବାସ କ୍ଷୟ ଓ ବିଖଣ୍ଡିତ ହେବା ଯୋଗୁଁ ହଂକଂ, ସିଙ୍ଗାପୁର, କୁୱେତ୍, ସିରିଆ, ଲିବ୍ୟା, ଟ୍ୟୁନିସିଆ ଆଦି ସ୍ଥାନରେ ଏମାନଙ୍କ ସଂଖ୍ୟା ବହୁ ପରିମାଣରେ ହ୍ରାସ ପାଇଛି ଏବଂ ମୋରୋକ୍କୋ ପରି ସ୍ଥାନରେ ଏମାନେ ଲୋପ ପାଇ ସାରିଲେଣି । ବର୍ତ୍ତମାନ ସମୟରେ କଲରାପତରିଆ ବାଘମାନେ ନିଜ ଅତୀତର ଭୌଗୋଳିକ ବ୍ୟାପ୍ତିର କେବଳ ୨୫% ଅଂଶରେ ସୀମିତ । ବହୁ କଲରାପତରିଆ ବାଘଙ୍କର ଅବୈଧ ଶିକାର କରାଯାଏ ଓ ଔଷଧ, ପୋଷାକ, ଚମଡ଼ା ପାଇଁ ଏମାନଙ୍କ ଦେହର ସମସ୍ତ ଅଂଶର ଚୋରା ବ୍ୟବସାୟ ଚାଲେ । ବଡ଼ ବିଡ଼ାଳ ପ୍ରଜାତିର ଅନ୍ୟ ପ୍ରାଣୀଙ୍କ ତୁଳନାରେ କଲରାପତରିଆ ବାଘଙ୍କ ଗୋଡ଼ଗୁଡ଼ିକ ଛୋଟ, ଶରୀର ଟିକେ ଲମ୍ଵା ଓ ମୁଣ୍ଡର ଖପୁରୀ ବଡ଼ । ଶରୀର ଗଠନରେ ଏମାନଙ୍କର ଜାଗୁଆରମାନଙ୍କ ସହିତ ଅନେକ ସାମଞ୍ଜସ୍ୟ ରହିଛି । ତେବେ କଲରାପତରିଆ ବାଘ ଜାଗୁଆର ଅପେକ୍ଷା ସାମାନ୍ୟ ଛୋଟ ଓ ଏହା ଦେହରେ ରହିଥିବା ଦାଗର ଆକାର ମଧ୍ୟ ଜାଗୁଆରର ଦେହର ଦାଗ ତୁଳନାରେ ଛୋଟ । କଲରାପତରିଆର ଦାଗ ଜାଗୁଆର ତୁଳନାରେ ଲାଗି ଲାଗି ହୋଇ ରହିଥାଏ । ଜାଗୁଆରର ପତ୍ରଦାଗର କେନ୍ଦ୍ରରେ ଆଉ ଏକ ଛୋଟ ଦାଗ ରହିଥାଏ ଯାହା କଲରାପତରିଆ ବାଘର ଦାଗରେ ଦେଖାଯାଇନଥାଏ । କିଛି ଜାଗୁଆର ଓ କଲରାପତରିଆ ବାଘଙ୍କ ଶରୀରରେ ମେଲାନିନ୍ ଆଧିକ୍ୟ ଦେଖାଦିଏ ଓ ସେମାନେ ସମ୍ପୂର୍ଣ୍ଣ କଳା ଦେଖାଯାନ୍ତି । ଏମାନଙ୍କୁ ବ୍ଲାକ୍ ପାନ୍ଥର୍ (କଳାବାଘ) ବୋଲି ମଧ୍ୟ କୁହାଯାଏ । କଲରାପତରିଆ ବାଘର ଚମଡ଼ାର ରଙ୍ଗ ଛଳାବରଣରେ ବହୁତ ସହାୟକ ହୁଏ । ଏମାନେ ନିଜର ଛଳାବରଣ, ଚତୁର ଶିକାର ଶୈଳୀ, ଶିକାରରେ ବିବିଧତା, ଯେକୌଣସି ଅଧିବାସରେ ଖାପଖୁଆଇ ରହିପାରିବା ଓ ପ୍ରବଳ ଶକ୍ତି (ଅନାୟାସରେ ନିଜ ଶିକାରକୁ ଦାନ୍ତରେ ଭିଡ଼ିଧରି ଗଛ ଚଢ଼ିବା) ପରି ଗୁଣ ଯୋଗୁଁ ବେଶ ପରିଚିତ । ଶୁଷ୍କ, ଆର୍ଦ୍ର, ଚିରହରିତ୍, ପର୍ଣ୍ଣମୋଚୀ, ପାର୍ବତୀୟ ଏପରି ଅନେକ ଜଙ୍ଗଲରେ ଏମାନେ ରୁହନ୍ତି । କଲରାପତରିଆ ବାଘମାନେ ୫୮ କି.ମି.
କାଜଲ (ଜନ୍ମ: କାଜଲ ମୁଖାର୍ଜୀ; ୫ ଅଗଷ୍ଟ ୧୯୭୪) ଜଣେ ଭାରତୀୟ ଅଭିନେତ୍ରୀ । ସେ ମୁଖ୍ୟତଃ ହିନ୍ଦୀ କଥାଚିତ୍ର ଜଗତରେ କାର୍ଯ୍ୟ କରନ୍ତି । କାଜଲ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ । ସେ ଅଭିନେତ୍ରୀ ତନୁଜା ସମର୍ଥ ଏବଂ ଚଳଚ୍ଚିତ୍ର ପ୍ରଯୋଜକ ଶୋମୁ ମୁଖାର୍ଜୀଙ୍କର ଝିଅ । ସେ ୬ଟି ଫିଲ୍ମଫେୟାର ପୁରସ୍କାର ଜିତିଛନ୍ତି । ହିନ୍ଦୀ କଥାଚିତ୍ର ଜଗତରେ ନାରୀ ଅଭିନେତ୍ରୀ ଭାବରେ ସବୁଠାରୁ ଅଧିକ ଫିଲ୍ମଫେୟାର ପୁରସ୍କାର କାଜଲ ଜିତିଛନ୍ତି । ୨୦୧୧ ମସିହାରେ ଭାରତ ସରକାର କାଜଲଙ୍କୁ ଭାରତର ୪ର୍ଥ ସର୍ବୋଚ୍ଚ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ କରିଥିଲେ । ୨୦୦୬ରେ ଯୁକ୍ତରାଷ୍ଟ୍ର ଆମରିକାରେ ବଲିଉଡ୍ କିମ୍ବଦନ୍ତୀ ଭାବରେ କାଜଲର ମୂର୍ତ୍ତି ସ୍ଥାପନ କରାଯାଇଥିଲା ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ଦୁବ ଏକ ତୃଣ ଜାତୀୟ ଉଦ୍ଭିଦ । ଏହାର ବୈଜ୍ଞାନିକ ନାମ ସାଇନୋଡନ ଡକ ଟାଇଲନ । ସାଇନୋଡନ ଅର୍ଥ କୁକୁର ଦାନ୍ତ ଓ ଡକଟାଇଲନ ଅର୍ଥ ଆଙ୍ଗୁଳି ଭଳି ଚେର । ଦୁବ ଘସର ଅନ୍ୟାନ୍ୟ ନାମ ମଧ୍ୟରେ ବାହାମା ଘାସ, ବରମୁଣ୍ଡା ଘାସ, କୁକୁର ଦାନ୍ତ ଘାସ, ତାରା ଘାସ, ଲନ ଘାସ ଓ କଚ ଘାସ ପ୍ରଧାନ । ଏହାର ଉତ୍ପତ୍ତି ସ୍ଥଳ ପୃଥିବୀର ଉଷ୍ମ ଓ ଆର୍ଦ୍ର ଜଳବାୟୁ ଯଥା ଭାରତ ଓ ପୂର୍ବ ଆଫ୍ରିକା ଅଂଚଳରେ । ମାତ୍ର ପୃଥିବୀର ଅଧିକାଂଶ ଅଂଚଳରେ ଦେଖାଯାଏ । ଭାରତୀୟ ଚାରଣ ଭୂମିରେ ଦୁବ ଏକ ପ୍ରମୁଖ ଘାସ ଭାବରେ ଦେଖାଯାଏ । ଏହା ଅଧିକ ଚାରଣ ଚାପ ସହିପାରୁଥିବା ଯୋଗୁଁ ଚାରଣ ଭୂମିରେ ତିଷ୍ଠିରହିପାରେ । ଏହା କୋମଳ, ସୁସ୍ୱାଦୁ ଓ ରସାଳ ହୋଇଥିବାରୁ ଗାଈ ଗୋରୁ, ଛେଳି ମେଣ୍ଢା ଓ ଠେକୁଆଆଦିଙ୍କ ପ୍ରିୟ ଖାଦ୍ୟ ଅଟେ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଘରେ ଘରେ ପରିଚିତ ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ଵାରା ୧୮୯୫ ମସିହାରେ ଲେଖାଯାଇଥିଲା । ଏହା ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି ।ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଡାଏବେଟିସ ଇନସିପିଡସ ବା ଡିଆଇ (ଇଂରାଜୀ ଭାଷାରେ Diabetes insipidus ବାDI) ଏକ ପ୍ରକାର ରୋଗ (condition) ଯେଉଁଥିରେ ପଲିୟୁରିଆ ବା ପ୍ରଚୁର ପରିମାଣର ପତଳା ପରିସ୍ରା (large amounts of dilute urine) ହୁଏ ଓ ପଲିଡିପସିଆ ବା ଅତ୍ୟଧିକ ଶୋଷ (increased thirst) ହୁଏ । ଏହି ପରିସ୍ରାର ପରିମାଣ ଦୈନିକ ୨୦ ଲିଟର ପର୍ଯ୍ୟନ୍ତ ହୋଇପାରେ । ପରିସ୍ରାର ସାନ୍ଦ୍ରତା ଉପରେ ତରଳ ପଦାର୍ଥ କମ କଲେ ମଧ୍ୟ କୌଣସି ପ୍ରଭାବ ପଡ଼େନାହିଁ । ରୋଗ ଜଟିଳ ହେଲେ ନିର୍ଜଳନ (dehydration) ବା ଅପସ୍ମାର ବାତ ହୋଇପାରେ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିୟାଇଛନ୍ତି । ତାହାଙ୍କ ରଚିତ ଓଡ଼ିଆ ରାମାୟଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ)ର ରଚନା କରିସାରିଥିଲେ l
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । କେତେକ ଏହାକୁ କୋଶଳ ଅଞ୍ଚଳ ବୋଲି କହି ଥାଆନ୍ତି । ୨ ଫେବୃଆରୀକୁ ପଶ୍ଚିମ ଓଡ଼ିଶା ଦିବସ ହିସାବରେ ପାଳନ କରାଯାଏ ।
ପରଜା ଭାରତୀୟ ଉପନ୍ୟାସ ସାହିତ୍ୟରେ ଏକ ଅଭିଜାତ ଅଭିବ୍ୟକ୍ତି । ଏହା ବିଭିନ୍ନ ଭାରତୀୟ ଭାଷାରେ ତଥା ଇଂରାଜୀରେ ମଧ୍ୟ ଅନୁବାଦିତ ହୋଇସରିଛି । ଇଂରାଜୀରେ ଏହାର ଅନୁବାଦ କରିଥିଲେ ପ୍ରଫେସର ବିକ୍ରମ ଦାସ । ନିରୁତା ଓଡ଼ିଆ ଭାଷାରେ ଲେଖାଯାଇଥିବାରୁ ଅନୁବାଦକମାନଙ୍କୁ ଏଥିପାଇଁ ବହୁ ଶ୍ରମ ସ୍ଵୀକାର କରିବାକୁ ପଡ଼ିଥିଲା । ଏହାର ପ୍ରଥମ ପ୍ରକାଶ ସମୟରେ ଲେଖକ ଗୋପୀନାଥ ମହାନ୍ତି ଯୁବକ ଥିଲେ । ବହିଟିର ପ୍ରକାଶକ ଲେଖିଥିଲେ "ଉପନ୍ୟାସ ଭିତରକୁ ଭେଦିଗଲେ ଲାଗେ ସତେଯେପରି ତରୁଣ କବି ଗୋପୀନାଥଙ୍କ ଆଗ୍ନେୟ ଅନୁଭବର ଅନୁପମ ଆଲେଖ୍ୟ ।"
ଅନୁପମ ଭାରତ ବ୍ରହ୍ମପୁର, ଭୁବନେଶ୍ବର ଓ ରାୟଗଡ଼ାରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ୧୯୯୬ ମସିହାରେ ଏହି ଖବରକାଗଜ ସ୍ଵର୍ଗତ କାଳୀଚରଣ ପଣ୍ଡାଙ୍କଦ୍ଵାରା ପ୍ରତିଷ୍ଠା କରାଯାଇଥିଲା ଏବଂ ବ୍ରହ୍ମପୁରରୁ ଏହାର ପ୍ରକାଶନ ଆରମ୍ଭ କରାଯାଇଥିଲା । ଏହି ଖବରକାଗଜ ୨୦୧୧ ମସିହାରେ ଓଡ଼ିଶା୩୬୦ ସଂସ୍ଥା ସହ ଏକ ବୁଝାମଣା ହସ୍ତାକ୍ଷର କରି ଇନ୍ଟରନେଟରେ ନିଜର ସ୍ଥିତିକୁ ମଜବୁତ କରିପାରିଛି ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ପ୍ରତିଭା ଶତପଥୀ (ଜନ୍ମ ୧୮ ଜାନୁଆରୀ ୧୯୪୫) ଜଣେ ଓଡ଼ିଆ କବି । ପ୍ରତିଭା କଟକ ଜିଲ୍ଲାର ସତ୍ୟଭାମାପୁରଠାରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ଜୀବନର ପ୍ରଥମ ପାଞ୍ଚ ବର୍ଷ କୋରାପୁଟରେ ବିତିଥିଲା । ସେ ଭଲ ବିଦ୍ୟାଳୟରୁ ପାଠ ପଢିବା ପାଇଁ, ତାଙ୍କ ପରିବାର ସତ୍ୟଭାମାପୁରକୁ ଚାଲିଆସିଥିଲେ । ପିଲାବେଳେ ସେ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରୁ ସେ କଲେଜ ଶିକ୍ଷାଲାଭ କରିଥିଲେ । ବିବାହ କରିସାରିବା ପରେ ୧୯୬୭ ମସିହାରେ ସେ ସ୍ନାତକୋତ୍ତର ଓ ୧୯୮୦ ମସିହାରେ ଉତ୍କଳ ବିଶ୍ଵବିଦ୍ୟାଳୟରୁ ପି.ଏଚ.ଡି ହାସଲ କରିଥିଲେ ।