ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ମାମ୍ବାଲିକଳାଥିଲ୍ ଶାରଦା ମେନନ୍ ଜଣେ ଭାରତୀୟ ମନରୋଗ ବିଜ୍ଞାନୀ, ସମାଜସେବୀ ଓ ଚେନ୍ନାଇ ସ୍ଥିତ ଅଣ-ସରକାରୀ ଅନୁଷ୍ଠାନ ସିଜୋଫ୍ରେନିଆ ଅନୁସନ୍ଧାନ ପ୍ରତିଷ୍ଠାନ (SCARF)ର ପ୍ରତିଷ୍ଠାତା, ଯାହା ସିଜୋଫ୍ରେନିଆ ଓ ଅନ୍ୟ ମାନସିକ ରୋଗରେ ଆକ୍ରାନ୍ତ ଲୋକଙ୍କ ସୁଧାର ପାଇଁ କାମ କରନ୍ତି । ସେ ଆଭୈଆର୍ ସମ୍ମାନ ପ୍ରାପ୍ତ, ପୂର୍ବତନ ମାଡ଼୍ରାସ୍ ଡାକ୍ତରୀ ସେବା ଅଧିକାରୀ ଓ ପ୍ରଥମ ଭାରତୀୟ ମହିଳା ମନୋବିଜ୍ଞାନୀ । ଭାରତ ସରକାର ୧୯୯୨ରେ ତାଙ୍କୁ ତୃତୀୟ ସର୍ବଶ୍ରେଷ୍ଠ ବେସାମରିକ ସମ୍ମାନ ପଦ୍ମ ଭୂଷଣରେ ସମ୍ମାନିତ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସୁନାମି (ଇଂରାଜୀ: tsunami; ଏହା ଜାପାନୀ: 津波ରୁ ଆସିଛି("ତ୍ସୁନାମି"ବୋଲି ଉଚ୍ଚାରଣ କରାଯାଏ ) ; ଅର୍ଥ: "ପୋତାଶ୍ରୟରେ ଉଠୁଥିବା ଢେଉ (harbor wave)") ହେଉଛି କ୍ରମାନ୍ଵୟରେ ଆସୁଥିବା ଜଳ-ତରଙ୍ଗ, ଯାହାକି ମୁଖ୍ୟତଃ ହ୍ରଦ କିମ୍ବା ସମୁଦ୍ରରେ ବିଶାଳ ଜଳରାଶିର ସ୍ଥାନାନ୍ତରଣ ଯୋଗୁଁ ହୋଇଥାଏ । ଭୂମିକମ୍ପ, ଅଗ୍ନି ଉଦ୍ଗିରଣ, ଓ ପାଣି ଭିତରେ ହେଉଥିବା ଅନ୍ୟ ବିସ୍ଫୋରଣ, ଭୂ-ସ୍ଖଳନ, ଉଲକାପାତ ଏବଂ ଜଳସ୍ଥର ତଳେ କିମ୍ବା ଉପରେ ହେଉଥିବା ଯେକୌଣସି ଅସ୍ଥିରତା ଯୋଗୁଁ ହିଁ ସୁନାମି ସୃଷ୍ଟି ହୋଇଥାଏ । ସୁନାମି ସାଧାରଣ ସାମୁଦ୍ରିକ ଢେଉ ନୁହେଁ, କାରଣ ଏହାର "ତରଙ୍ଗ ଦୈର୍ଘ୍ୟ" ବହୁତ ଲମ୍ବା ହୋଇଥାଏ । ଏହା ସାଧାରଣ ଢେଉ ଭାଙ୍ଗିବା ପରି ଦେଖା ନ ଯାଇ ବରଂ କ୍ଷିପ୍ର ଗତିରେ ଉଠୁଥିବା ଜୁଆର ପରି ଦେଖାଯାଏ, ଏଣୁ ଏହାକୁ ଇଂରାଜୀରେ tidal waves କହନ୍ତି । ସୁନାମି ସାଧାରଣତଃ ତରଙ୍ଗ ଶୃଙ୍ଖଳକୁ ନେଇ ତିଆରି ହୋଇଥାଏ ଓ ଏହାର ଆବର୍ତ୍ତିକାଳ ଗୋଟିଏ ମିନିଟରୁ ଗୋଟିଏ ଘଣ୍ଟା ପର୍ଯ୍ୟନ୍ତ ହୋଇପାରେ । (ଇଂରାଜୀରେ ଏହାକୁ wave train କୁହାଯାଏ) ସୁନାମିର ପ୍ରଭାବ ଉପକୂଳବର୍ତ୍ତୀ ଅଞ୍ଚଳ ଗୁଡିକ ମଧ୍ୟରେ ସୀମିତ ଥିଲେ ହେଁ ସେମାନଙ୍କର ଧ୍ଵଂସକାରୀ ଶକ୍ତି ବହୁତ ଅଧିକ ହୋଇଥାଏ ଓ ଏହା ସଂପୂର୍ଣ୍ଣ ମହାସାଗର ତଳକୁ ପ୍ରଭାବିତ କରିପାରେ । ୨୦୦୪ ଭାରତ ମହାସାଗରରେ ହୋଇଥିବା ସୁନାମି, ମାନବ ଇତିହାସରେ ସବୁଠାରୁ ଧ୍ଵଂସକାରୀ ପ୍ରକୃତିକ ବିପର୍ଜୟ ଥିଲା । ଏଥିରେ ଭାରତ ମହାସାଗରରେ ଥିବା ୧୪ଟି ଦେଶରେ ୨୩୦,୦୦୦ରୁ ଊର୍ଦ୍ଧ୍ଵ ଲୋକଙ୍କର ପ୍ରାଣହାନୀ ହୋଇଥିଲା । ଖ୍ରୀ.ପୂ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି । ଏହାର ବ୍ୟବହାର ଓ ସିଦ୍ଧାନ୍ତ ଗୁଡିକ ଉପରେ ଗବେଷଣା କରି ଏହାର ବିଭାଗୀକରଣ କରାଯାଇଛି । ଏହାର କିଛି ବିଷୟକୁ ଆମର ଦୈନନ୍ଦିନ ଜୀବନରେ ସଫଳ ଭାବେ ବ୍ୟବହାର କରାଯାଇପାରୁଥିବା ବେଳେ, ଅନ୍ୟ କଛି ବିଷୟକୁ କେବଳ ସମ୍ୟକ ଧାରଣା ଓ ଅନୁମାନକୁ ଆଧାର କରି ଭବିଷ୍ୟତରେ ଗବେଷଣା ପାଇଁ ବିଷୟବସ୍ତୁ ଭାବରେ ନିଆଯାଉଛି ।
ତାରାତାରିଣୀ ମନ୍ଦିର ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଅବସ୍ଥିତ ହିନ୍ଦୁ ଧର୍ମର ଶକ୍ତି-ସ୍ୱରପିଣୀ ଦେବୀ ତାରାତାରିଣୀଙ୍କ ଏକ ମନ୍ଦିର । ଆମ ଦେଶରେ ଥିବା ବିଭିନ୍ନ ଶକ୍ତିପୀଠ ମଧ୍ୟରେ ଏହା ଅନ୍ୟତମ ଅଟେ । ଏହି ଶକ୍ତିପୀଠରେ ତାରା ଓ ତାରିଣୀ ରୂପରେ ଦୁଇ ଭଉଣୀ ପୂଜା ପାଉଛନ୍ତି । ଏହି ପୀଠର ମହିମା ଯୋଗୁଁ ବେଶ ପ୍ରସିଦ୍ଧି ଲାଭ କରିଛି । ଓଡ଼ିଶାରେ ଥିବା ବିଭିନ୍ନ ଶକ୍ତିପୀଠ ମଧ୍ୟରେ ମା ତାରାତାରିଣୀଙ୍କ ପୀଠର ସ୍ୱାତନ୍ତ୍ର୍ୟତା ରହିଛି । ଏହି ପୀଠ ବୌଦ୍ଧ, ବୈଷ୍ଣବୀ, ତନ୍ତ୍ର ଓ ଶକ୍ତିପୀଠ ନାମରେ ପ୍ରସିଦ୍ଧି ଲାଭ କରିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଘରେ ଘରେ ପରିଚିତ ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ଵାରା ୧୮୯୫ ମସିହାରେ ଲେଖାଯାଇଥିଲା । ଏହା ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି ।ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଡାଇଜର୍ଜ ସିଣ୍ଡ୍ରୋମ (ଇଂରାଜୀ ଭାଷାରେ DiGeorge syndrome, also known as 22q11.2 deletion syndrome) ଏକ ବେମାରୀ ଯେଉଁଥିରେ କ୍ରୋମୋଜୋମ ୨୨ର (chromosome 22) ଏକ ଅଂଶ ନଷ୍ଟ ହେବା ଯୋଗୁ ଏହି ରୋଗ ହୁଏ । ଏହାର ଲକ୍ଷଣ ପରିବର୍ତ୍ତନଶୀଳ ହେଲେ ମଧ୍ୟ ସାଧାରଣତଃ ଜନ୍ମଗତ ହୃତ୍ପିଣ୍ଡ ସମସ୍ୟା (congenital heart problems), ନିର୍ଦ୍ଦିଷ୍ଟ ମୁଖମଣ୍ଡଳ ଚିହ୍ନ (specific facial features), ବାରମ୍ବାର ସଂକ୍ରମଣ, କ୍ଲେଫ୍ଟ ପ୍ୟାଲେଟ (cleft palate), ବିକାଶରେ ବିଳମ୍ବ (developmental delay), ଶିକ୍ଷା ସମସ୍ୟା (learning problems) ଇତ୍ୟାଦି ଦେଖାଯାଏ । ଏହା ସହିତ ବୃକ୍କ ସମସ୍ୟା (Kidney problems), ଶ୍ରବଣ ହାନୀ (hearing loss) ଓ ରିଉମାଟଏଡ ଡିଜଅର୍ଡର (rheumatoid arthritis) କିମ୍ବା ଗ୍ରେଭସ ଡିଜିଜ (Graves disease) ଭଳି ଅଟୋଇମ୍ମ୍ୟୁନ ବେମାରୀ (autoimmune disorder) ଥାଇପାରେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଜଗନ୍ନାଥଙ୍କ ଲୀଳା ବଡ ବିଚିତ୍ର । ଠାକୁର ସ୍ନାନ କରନ୍ତି, ତାଙ୍କୁ ଜର ହୁଏ, ଦେବା ବିଗ୍ରହମାନଙ୍କୁ ଔଷଧ ମଧ୍ୟ ଲାଗି କରାଯାଏ । ଏଆହ ହେଉଛି ତାଙ୍କ ମାନବୀୟ ଲୀଳାର ଅଙ୍ଗ । ଜଗନ୍ନାଥଙ୍କ ଯାହା ବି କାମ ହେଉ ସେବାୟତ ମାନେ ନିଷ୍ଠାର ସହ କରନ୍ତି । ଏହି ନିଷ୍ଠା ପାଇଁ ସେମାନେ ହବିଷ କରନ୍ତି । ବିଭିନ୍ନ ସମୟରେ ବିଭିନ୍ନ ସେବାୟତ ମାନେ ହବିଷ କରନ୍ତି । ପୂର୍ବରୁ ମୁନି ଋଷି ମାନେ କଷ୍ଟ କରି ପ୍ରଭୁଙ୍କ କୃପା ଲାଭ କରିବା ପାଇଁ ତପସ୍ୟା କରିବା ଭଳି ଏହି ସେବାୟତ ମାନେ ହବିଷ କରି ପ୍ରଭୁଙ୍କ କୃପା ଲାଭ କରନ୍ତି । ଆଉ ସମସ୍ତ କଠିନ କାମ ଅତି ସହଜରେ ସମ୍ପାଦନ କରନ୍ତି । ଦୋଳାଦେବୀ କଡରେ ଥିବା କମାରଶାଳରେ ସ୍ନାନପୁର୍ଣିମା ପରଦିନଠାରୁ ଗୁପ୍ତଘର ନିର୍ମାଣ ହୋଇଛି । ବାହାରେ ତିନୋଟି ଶାଳରେ ରଥ ଓ ବିଗ୍ରହ ନିର୍ମାଣ ପାଇଁ ବିଭିନ୍ନ ଲୁହାସମଗ୍ରୀ ନିର୍ମାଣ ହେଉଥିବାବେଳେ ଗୁପ୍ତ ଘରେ ଗୁପ୍ତ ସେବା ଚାଲିଛି । ଏହି ଗୁପ୍ତ ଘରକୁ କେବଳ ତିନିବାଡର ମୁଖ୍ୟ କାମର ସେବକଙ୍କୁ ଅନୁମତି ଅଛି । ଏହି ସମୟରେ ମୁଖ୍ୟ ସେବକମାନେ ହବିଷରେ ରୁହନ୍ତି । ତେବେ ତିନିବାଡର ଧ୍ଵଜା ନିର୍ମାଣ ବେଳେ ଏହି ରୂପକାରସେବକ ମାନେ ସପରିବାର ହବିଷରେ ରୁହନ୍ତି । ଏହି ସେବାୟତମାନଙ୍କ ଘରକୁ ସ୍ନାନପୁର୍ଣିମ ୧୫ ପରେ କୋଇଲି ବୈକୁଣ୍ଠରୁ ଦାରୁ ଆସେ । ସେହିଦିନଠାରୁ ସେମାନେ ହବିଷରେ ରୁହନ୍ତି । ଏହି ଦାରୁରେ ବଳଭଦ୍ରଙ୍କ ରଥ ପାଇଁ ଲକ୍ଷ୍ମୀନୃସିଂହ ନିର୍ମାଣ ହେଉଥିବା ବେଳେ ଜଗନ୍ନାଥଙ୍କ ପାଇଁ ହନୁମାନ ନିର୍ମାଣ ହୁଅନ୍ତି । ଶୁଭଦ୍ରାଙ୍କ ରଥ ପାଇଁ ମାଭୁବନେଶ୍ଵରୀ ନିର୍ମାଣ ହୁଅନ୍ତି । ଏହି ସମୟରୁ ଶ୍ରୀଗୁଣ୍ଡିଚା ପର୍ଯ୍ୟନ୍ତ ଏମାନେ ହବିଷ ପାଳନ କରନ୍ତି । ହବିଷ ପାଳନ ସମୟରେ ଆମିଷ, ପିଆଜ, ରସୁଣ ଓ ବାହାର ଖାଦ୍ୟ ବର୍ଜନ ଥାଏ । ଏହି ସମୟରେ ଶେଜ, ମାଣ୍ଡୀ ଓ ଅନ୍ୟ ବସ୍ତ୍ର ବର୍ଜନ କରାଯାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଅ ଆ ହର୍ଷେଇ, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ।ଏହି କଥାଚିତ୍ରଟି ଉଭୟ ବଙ୍ଗଳା ଏବଂ ଓଡ଼ିଆ ଭାଷାରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲ କୃଷ୍ଣଚନ୍ଦ୍ର ମଲ୍ଲିକ । କୁମାର ଚିନ୍ମୟ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ନିର୍ମଳ ନାୟକ ଏହି କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ଏନ୍ ପାଢ଼ୀ ଏହି କଥାଚିତ୍ରଟି ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।
ଅଟଳ ବିହାରୀ ବାଜପେୟୀ, ଜଣେ ରାଜନେତା, ଓଜସ୍ୱୀ ବକ୍ତା ଏବଂ ପ୍ରସିଦ୍ଧ ହିନ୍ଦୀ କବି ଭାବେ ପରିଚିତ । ସ୍ଵାଧୀନ ଭାରତର ଦଶମ ପ୍ରଧାନମନ୍ତ୍ରୀ ଭାବେ ମୋଟ ସେ ତିନିଥର (୧୯୯୬ରେ ୧୩ ଦିନ, ୧୯୯୮ରୁ୧୯୯୯ ମଧ୍ୟରେ ୧୩ ମାସ,୧୯୯୯ରୁ୨୦୦୪ ପୁରା ୫ ବର୍ଷ) କାର୍ଯ୍ୟଭାର ସମ୍ଭାଳି ଥିଲେ । ବାଜପେୟୀ ଅବିବାହିତ ଅଟନ୍ତି । ବାଜପେୟୀଙ୍କୁ ଜଣେ ଉଦାରବାଦୀ ନେତା ଭାବେ ବିବେଚିତ କରାଯାଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ବିନୋଦ ଚନ୍ଦ୍ର ନାୟକ(୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ବ୍ଲାକ୍ମେଲ୍, ମୁକ୍ତିଲାଭ କରିବାକୁ ଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲା ମା ସିଂହବାହିନୀ ମୁଭିଜ୍ । ବାପୁ ଗୋସ୍ୱାମୀ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅମିତ ନାୟକ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ଅମିତ ଜଣେ ନୃତ୍ୟ ନିର୍ଦ୍ଦେଶକ ଭାବରେ ପୂର୍ବରୁ କାମ କରୁଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ଵ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ଵାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ଵତନ୍ତ୍ର ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.