ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମା ଗୋଜବାୟାଣୀ, ୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ସନକ ଦେବତା ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲ ଏବଂ କାହାଣୀ ରଚନା କରିଥିଲେ । ଶୀର୍ଷାନନ୍ଦ ଦାସ କାନୁନ୍ଗୋ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଅନୁ ଚୌଧୁରୀ, କୁନା ତ୍ରିପାଠୀ, ନମ୍ରତା ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ପିଣ୍ଟୁ ନନ୍ଦ, ବିନାୟକ ମିଶ୍ର, ନବ ଆଚାର୍ଯ୍ୟ, ରୀନା ବେହେରା, ସୁବ୍ରତ ଦାସ, ଜୀମୁତା, ଜୟନ୍ତି କର, ମନୋଜ ପଣ୍ଡା, ନିମାନନ୍ଦ ପାତ୍ର, ପ୍ରିୟମ୍ବଦା ରାୟ, ତୃପ୍ତି ସିହ୍ନା, ଶ୍ରୀକୃଷ୍ଣ ସାମଲ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଅଭିନେତ୍ରୀ ଅନୁ ଚୌଧୁରୀ ଓ କୁନା ତ୍ରିପାଠୀ ଏହି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ତମ୍ବାଖୁର ସ୍ୱାସ୍ଥ୍ୟ ଉପରେ ପ୍ରଭାବ ଆଲୋଚନାରେ ଏହାର ସ୍ଥିତି, ପ୍ରକ୍ରିୟା ଓ ଅନ୍ୟାନ୍ୟ ବିଷୟ ରହିବ । ପ୍ରାଥମିକ ସ୍ତରରେ ସିଗାରେଟ ତମ୍ବାଖୁ ବା ଟବାକୋ ଉପରେ ଏହାର ଅନୁଶୀଳନ କେନ୍ଦ୍ରୀଭୁତ ହୋଇଛି ଓ ଅନ୍ୟାନ୍ୟ ତମ୍ବାଖୁ ଅପେକ୍ଷା ଏହା ଉପରେ ଏହାର ଅଧିକ ଅନୁଶୀଳନ ହୋଇଛି। ସଂସାରରେ ତମ୍ଵାଖୁ ହେଉଛି ଏକ ମାତ୍ର ସର୍ବାଧିକ ମୃତ୍ୟୁ ନିବାରଣକାରୀ ପଦାର୍ଥ । ହୃତପିଣ୍ଡ, କଲିଜା ଓ ଫୁସଫୁସ ଏହାର ପ୍ରଭାବରେ ଆକ୍ରାନ୍ତ ହୁଅନ୍ତି । ହୃଦଘାତ, ସ୍ଟ୍ରୋକ୍, କ୍ରନିକ୍ ଅବ୍ସ୍ଟ୍ରକ୍ଟିଭ ପଲ୍ମୋନାରି ରୋଗ (ଏମ୍ଫିସେମା, କ୍ରନିକ ବ୍ରୋଙ୍କାଇଟିସ୍), ସ୍ଵର ପେଟିକା ପାଟି ଓ ଅଗ୍ନାଶୟରେ କର୍କଟ ଧୁମ୍ରପାନ ଧୁମ୍ରପାନ ଯୋଗୁ ହୁଏ । ଉଚ୍ଚ ରକ୍ତଚାପ ଓ ରକ୍ତନଳୀ ରୋଗ ମଧ୍ୟ ଏହା ଯୋଗୁ ହୁଏ । କେତେ ସମୟ ଧରି ଓ କେତେ ସଂଖ୍ୟକ ଧୁମ୍ରପାନ ହେଉଛି ତାହା ଉପରେ ଏହାର ପ୍ରଭାବ ନିର୍ଭର କରେ । ଅଳ୍ପ ବୟସରୁ ଆରମ୍ଭ ଓ ସିଗାରେଟରେ ଥିବା ଟାର ଏହି ରୋଗ ସଙ୍କଟ ବଢେଇ ଦିଏ । ଧୁମପାୟୀଙ୍କ ନିକଟରେ ରହି ଧୁଆଁ ପ୍ରଶ୍ଵାସରେ ନେଲେ ମଧ୍ୟ ସବୁ ବୟସ ନିମନ୍ତେ କ୍ଷତି କାରକ ହୁଏ । ଏହାକୁ ସେକଣ୍ଡ ହ୍ୟାଣ୍ଡ ଧୁମ୍ରପାନ କହନ୍ତି । ଅବିକଶିତ ଦେଶମାନଙ୍କରେ ମିଳୁଥିବା ସିଗାରେଟରେ ଟାର ଅଧିକ ଥାଏ ଓ ଏଥିରେ ଫିଲ୍ଟର ନ ଥିବାରୁ ଅଧିକ ସଂଙ୍କଟ ଜନକ ହୁଏ। ଡବ୍ଲ୍ୟୁ,ଏଚ.ଓ. ହିସାବରେ ୨୦୦୪ ମସିହାରେ ୫.୪ ନିୟୁତ ଓ ବିଂଶ ଶତାବ୍ଦିରେ ୧୦୦ ନିୟୁତ ମୃତ୍ୟୁ ହୋଇଥିଲା । ଆମେରିକାର ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ୍ ଆଣ୍ଡ ପ୍ରିଭେନ୍ସନ ଆକଳନ ଅନୁସାରେ ତମ୍ବାଖୁ ହେଉଛି ଏକକ ସ୍ଵାସ୍ଥ୍ୟ ସଙ୍କଟ ପ୍ରତିରୋଧକ ଓ ଅକାଳ ମୃତ୍ୟୁର କାରଣ"। ଅନେକ ଦେଶମାନଙ୍କରେ ଏହାର ବ୍ୟବହାର ଓ ବିକ୍ରି ଉପରେ ଅଙ୍କୁଶ ଓ ସତର୍କ ବାର୍ତ୍ତା ମାଧ୍ୟମରେ ତମ୍ବାଖୁ ବ୍ୟବହାର ରୋକିବାକୁ ଚେଷ୍ଟା କରୁଛନ୍ତି । ଧୁମ୍ରରେ ଥିବା କର୍କଟ ସୃଷ୍ଟିକାରୀ ପାଇରୋଲାଇଟିକ ପଦାର୍ଥ ଶରୀରରେ ଥିବା ଡି.ଏନ.ଏ.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
୧୯୨୨ ଖ୍ରୀଷ୍ଟାବ୍ଦରେ ସିନ୍ଧୁନଦୀର ଉପତ୍ୟକାରେ ପଶ୍ଚିମ ପଞ୍ଚାବସ୍ଥିତ ମୋଣ୍ଟେଗୋମେରୀ ଜିଲ୍ଲାର ହରପ୍ପାଠାରେ ଗୋଟିଏ ପ୍ରାଚୀନ ନଗରୀର ଧ୍ବସାବଶେଷ ଆବିଷ୍କାର ଫଳରେ ଭାରତ ଇତିହାସରେ ଏକ ଗୁରୁତ୍ବପୂଣ୍ଣର୍ ଅଧ୍ୟାଯ ଉନ୍ମୋଚିତ ହୋଇପାରିଛି। ଏହି ନଗରୀଟି ଥିଲା ଏକ ମହନୀୟ ସଭ୍ୟତାର ପୀଠସ୍ଥଳୀ। ଠିକ୍ ସେହିପରି ଏଚ ସଂସ୍କୃତି ମହେଞ୍ଜୋଦାରୋଠାରେ ଆବିଷ୍କୃତ ହୋଇଥିଲା। ଏହି ହରପ୍ପା ସଂସ୍କୃତି ସିନ୍ଧୁ ଓ ସରସ୍ବତୀ ନଦୀ ଦ୍ବୟ ମଧ୍ୟରେ ହୋଇଥିଲା।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଚାନ୍ଦବାଲି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଚାନ୍ଦବାଲି (କ୍ରମିକ ସଂଖ୍ୟା: ୪୭) ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଜୋଲେଡ୍ରୋନିକ ଏସିଡ (ଇଂରାଜୀ ଭାଷାରେ Zoledronic acid ବା ଜୋଲେଣ୍ଡ୍ରୋନେଟ/ zoledronate) ଏକ ଔଷଧ ଯାହା ଅନେକ ରକମର ହାଡ଼ ରୋଗର (bone disease) ଚକିତ୍ସାରେ ବ୍ୟବହାର କରାଯାଏ । ଏହି ରୋଗମାନଙ୍କ ମଧ୍ୟରେ ଓଷ୍ଟିଓପୋରୋସିସ, ପାଜେଟସ ଡିଜିଜ (Paget’s disease of bone), କର୍କଟ ରୋଗ ଯୋଗୁ ହେଉଥିବା ହାଇପରକ୍ୟାଲସେମିଆ, ଓଷ୍ଟିଓଲାଇଟିକ ଲିଜନ (bone breakdown) ରୋଗମାନଙ୍କ ନାମ ଉଲ୍ଲେଖନୀୟ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ ।ଜୋଲେଡ୍ରୋନିକ ଏସିଡର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଜ୍ୱର, ଗଣ୍ଠି ବିନ୍ଧା (joint pain), ଉଚ୍ଚ ରକ୍ତଚାପ, ତରଳ ଝାଡ଼ା ଓ ଥକ୍କା ଅନୁଭବ ହୁଏ । ସାଂଘାତିକ ପ୍ରତିକ୍ରିୟାରେ କୃକ୍କ ସମସ୍ୟା (kidney problems), ସ୍ୱଳ୍ପ ରକ୍ତ କ୍ୟାଲସିଅମ (low blood calcium) ଓ ହନୁ ହାଡ଼ର ଓଷ୍ଟିଓନେକ୍ରୋସିସ (osteonecrosis of the jaw) ହୋଇପାରେ । ଗର୍ଭାବସ୍ଥାରେ ଶିଶୁ ପ୍ରତି ଏହା ହାନୀକାରକ ହୋଇପାରେ । ଏହା ବାଇଫସଫୋନେଟ (bisphosphonate) ଶ୍ରେଣୀର ଏକ ଔଷଧ ।ସନ ୨୦୦୧ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଡାକ୍ତରୀ ବ୍ୟବହାର ନିମନ୍ତେ ଜୋଲେଡ୍ରୋନିକ ଏସିଡ ସ୍ୱୀକୃତ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ଏକ ଭାଏଲର କ୍ରୟ ମୂଲ୍ୟ ୫.୭୩ରୁ ୨୬.୮୦ ଆମେରିକୀୟ ଡଲାର । ସନ ୨୦୧୫ରେ ସଂଯୁକ୍ତ ରାଷ୍ଟ୍ରରେ ଏନ ଏଚ ଏସ (NHS) ନିମନ୍ତେ ଏହି ଡୋଜର ମୂଲ୍ୟ ପ୍ରାୟ ୨୨୦ ପାଉଣ୍ଟ ଥିଲା ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଖୁଦୁରୁକୁଣି ଓଷା ଏକ ପାରମ୍ପାରିକ ଓଡ଼ିଆ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହା କୁଆଁରୀ ଓଡ଼ିଆ ଝିଅ ଦେଇ ଓଡ଼ିଶାରେ ପାଳନ କରାଯାଇଥାଏ । ଏଥିରେ ଖୁଦୁରୁକୁଣି (ମା ମଙ୍ଗଳା ବା ଦୁର୍ଗା)ଙ୍କର ପୂଜା ଅର୍ଚନା କରାଯାଇଥାଏ ।ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣିଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ବେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ବପୂର୍ଣ ଭୂମିକା ନିର୍ବାହ କରିଥିଲେ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ଵୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ଵକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ଵାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ଵକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ଜଣ୍ଡିସ୍ ବା କାମଳ (ଇଂରାଜୀ ଭାଷାରେ Jaundice, ଅନ୍ୟ ଇଂରାଜୀ ନାମ icterus) ରୋଗରେ ଚର୍ମ ଓ ଚକ୍ଷୁର ଶ୍ୱେତପଟଳରେ (whites of the eyes) ହଳଦିଆ ବା ଶାଗୁଆ ବର୍ଣ୍ଣକଣା ଜମାହୋଇଯାଏ; ରକ୍ତରେ ଅଧିକ ବିଲିରୁବିନ (high bilirubin levels) ସ୍ତର ରହିବା ଯୋଗୁ ଏହି ପରିବର୍ତ୍ତନ ହୁଏ । ଏହି ରୋଗରେ ସାଧାରଣତଃ ଗଲୁ ହୁଏ । ମଳ (feces) ଫିକା ଓ ପରିସ୍ରା ଗାଢ଼ ଦେଖାଯାଏ । ଅର୍ଦ୍ଧେକ ନବଜାତ ଶିଶୁଙ୍କ ଜନ୍ମର ପ୍ରଥମ ସପ୍ତାହରେ ନବଜାତ କାମଳ (Jaundice in babies) ରୋଗ ହୁଏ କିନ୍ତୁ ଅଧିକାଂଶ କେଶ୍ରେ ଏହା ଏକ ସମସ୍ୟା ନୁହେଁ । ବିଲିରୁବିନ ସ୍ତର ଅତି ଅଧିକ ଓ ବହୁତ ସମୟ ଧରି ରହିଲେ ମସ୍ତିଷ୍କ କ୍ଷତିଗ୍ରସ୍ତ ହୋଇପାରେ ଯାହାକୁ କେର୍ନିକ୍ଟେରସ (kernicterus) କୁହାଯାଏ ।କାମଳର ବିଭିନ୍ନ କାରଣମାନ ଅଣସାଂଘାତିକରୁ ସମ୍ଭାବ୍ୟ ଘାତକ ହୋଇପାରନ୍ତି । ସାଧାରଣତଃ ରକ୍ତର ବିଲିରୁବିନ ସ୍ତର ୧ମିଗ୍ରା (୧୭ମା:ମୋ:)/ଡେ:ଲି:ରୁ କମ୍ ଥାଏ; ଓ ଏହି ସ୍ତର ୨-୩ମିଗ୍ରା/ଡେ:ଲି: (୩୪-୫୧ ମା:ମୋଲ/ଲି)ରୁ ଅଧିକ ହେଲେ ଜଣ୍ଡିସ୍ ହୁଏ । ବିଲିରୁବିନ ଦୁଇ ପ୍ରକାର ଥାଏ; କଞ୍ଜୁଗେଟେଡ (ପ୍ରତ୍ୟକ୍ଷ) ଓ ଅନ୍କଞ୍ଜୁଗେଟେଡ (ପରୋକ୍ଷ) ବିଲିରୁବିନ । ପରିସ୍ରାରେ ବିଲିରୁବିନ ମିଳିଲେ କଞ୍ଜୁଗେଟେଡ ବିଲିରୁବିନ ଥିବା ନିଶ୍ଚିତ ହୋଇଯାଏ । କାମଳ ବ୍ୟତୀତ ଚର୍ମ ହଳଦିଆ କରୁଥିବା ଅନ୍ୟାନ୍ୟ କାରଣ: ବହୁତ ପରିମାଣର କାରୋଟିନ ଜାତୀୟ ଖାଦ୍ୟ (certain foods) ଖାଇ କାରୋଟିନେମିଆ (carotenemia) ହେଲେ ଓ ରିଫାମ୍ପିସିନ ଔଷଧ ଖାଇଲେ ହୁଏ ।ଅଧିକ ଅନକଞ୍ଜୁଗେଟେଡ ବିଲିରୁବିନ ହେବାର କାରଣ: ହେମୋଲାଇଟିକ ଆନିମିଆ (excess red blood cell breakdown), ବିରାଟ ଅଧଃକ୍ଷତ (large bruise), ଗିଲବର୍ଟ୍ସ ସିଣ୍ଡ୍ରୋମ (Gilbert's syndrome), ଅନେକ ଦିନର ଉପବାସ, ନବଜାତ କାମଳ ବା ଥାଇରଏଡ ସମସ୍ୟା (thyroid problems) । ଅଧିକ କଞ୍ଜୁଗେଟେଡ ବିଲିରୁବିନ ହେବାର କାରଣ: ସିରୋସିସ୍ ବା ହେପାଟାଇଟିସ (hepatitis), ସଂକ୍ରମଣ, ଔଷଧ (medication), ଓ ପିତ୍ତନଳୀ ଅବରୋଧ (blockage of the bile duct) । ବିକଶିତ ଦେଶମାନଙ୍କରେ ଏହା ପିତ୍ତନଳୀ ଅବରୋଧ ବା ଔଷଧ ଯୋଗୁ ହେଉଥିବା ବେଳେ ବିକାଶଶୀଳ ଦେଶମାନଙ୍କରେ ଏହା ଭୁତାଣୁ ହେପାଟାଇଟିସ (viral hepatitis), ଲେପ୍ଟୋସ୍ପାଇରୋସିସ (leptospirosis), ସଂକ୍ରମଣ, ସିସ୍ଟୋସୋମିଆସିସ ବା ମ୍ୟାଲେରିଆ ଯୋଗୁ ହୁଏ । ପିତ୍ତାସ୍ମରୀ, କର୍କଟ ରୋଗ, ବା ଅଗ୍ନାଶୟ ପ୍ରଦାହ ଯୋଗୁ ପିତ୍ତନଳୀ ଅବରୋଧ ହୁଏ । ପିତ୍ତନଳୀ ଅବରୋଧ ଚିହ୍ମଟ କରିବା ନିମନ୍ତେ ଅଲଟ୍ରାସାଉଣ୍ଡ (ultrasound) ଭଳି ମେଡିକାଲ ଇମେଜିଙ୍ଗ (Medical imaging) ଉପକାରୀ ହୁଏ ।କାମଳ ରୋଗର ଚିକିତ୍ସା ତାହାର କାରଣ ଉପରେ ନିର୍ଭର କରେ । ପିତ୍ତନଳୀ ଅବରୋଧ ହୋଇଥିଲେ ଅପରେଶନ (surgery) କରାଯାଏ ଅନ୍ୟଥା ମେଡିକାଲ ଚିକିତ୍ସା କରାଯାଏ । କୌଣସି ଔଷଧ ଯୋଗୁ ହେଉଥିଲେ ତାହା ବନ୍ଦ କରାଯାଏ, ସଂକ୍ରାମକ କାରଣ ହୋଇଥିଲେ ଉପଯୁକ୍ତ ଚିକିତ୍ସା କରାଯାଏ । ନବଜାତଙ୍କ ମଧ୍ୟରେ ବୟସ ଓ ଅପରିପକ୍ୱତା (prematurity) ଥିଲେ, ବିଲିରୁବିନ ମାତ୍ରା ୪-୨୧ ମିଗ୍ରା/ଡେ:ଲି (୬୮-୩୬୦ ମାମୋଲ/ଲି)ରୁ ଅଧିକ ଥିଲେ ଫୋଟୋଥେରାପି (phototherapy) ବା ବିନିମୟ ରକ୍ତସଞ୍ଚାର (exchanged transfusion) କରାଯାଏ । ଗଲୁ ହେଉଥିଲେ ପିତ୍ତକୋଷରୁ ପିତ୍ତ ନିସ୍କାଷନ କରାଯାଏ ବା ଉର୍ସୋଡିଓଲ (ursodeoxycholic acid) ଔଷଧ ଦିଆଯାଏ । ଜଣ୍ଡିସ ଶବ୍ଦଟି ଫରାସୀ ଶବ୍ଦ jaunisseରୁ ନିଆଯାଇଛି ଯାହାର ଅର୍ଥ ହଳଦିଆ ରୋଗ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭଣ୍ଡାରିପୋଖରୀ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଭଣ୍ଡାରିପୋଖରୀ (କ୍ରମିକ ସଂଖ୍ୟା: ୪୩) ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଜଳେଶ୍ଵର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଜଳେଶ୍ଵର (କ୍ରମିକ ସଂଖ୍ୟା: ୩୫) ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ସ୍କନ୍ଦ ପୁରାଣ, ପୁରାଣ ମାନଙ୍କରେ ସବୁଠାରୁ ବଡ଼ ପୁରାଣ ଅଟେ । ଏହି ପୁରାଣରେ ୮୮୧୦୦ ଶ୍ଲୋକ ଅଛି । ଏହି ପୁରାଣକୁ ସ୍କନ୍ଦ, ଶିବ ଓ ପାର୍ବତୀଙ୍କ ପୁତ୍ର କାର୍ତ୍ତିକେୟ କହିଥିବାରୁ ଏହାର ନାମ ତାଙ୍କ ଅନୁସାରେ ସ୍କନ୍ଦ ଦିଆଯାଇଥିଲା । ଏହା ସାତଟି ଖଣ୍ଡରେ ବିଭକ୍ତ ଅଟେ - ମହେଶ୍ୱର, ବୈଷ୍ଣବ, ବ୍ରହ୍ମା, କାଶୀ, ଅବନ୍ତି, ନଗର ଓ ପ୍ରଭାସ । କାର୍ତ୍ତିକ ଦେବତାଙ୍କ ସେନାକୁ ନିୟନ୍ତ୍ରଣ କରୁଥିଲେ ଓ ତାଡ଼କାସୁରକୁ ମାରିଥିଲେ । ସଂସ୍କୃତ ପୁରାଣମାନଙ୍କ ମଧ୍ୟରୁ କେବଳ ସ୍କନ୍ଦ ପୁରାଣର ଉତ୍କଳ ଖଣ୍ଡ (ବା ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟ)ରେ ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟର ବିଷୟବସ୍ତୁ ଓ ମହାପ୍ରଭୁ ଜଗନ୍ନାଥ ଚରିତର ତୁଳନାତ୍ମକ ଭାବରେ ବିସ୍ତୃତ ବର୍ଣ୍ଣନା ରହିଛି । ମହର୍ଷି ବ୍ୟାସଦେବ ସ୍କନ୍ଦ ପୁରାଣର ପ୍ରଣେତା ହେଲେ ହେଁ ଉତ୍କଳ ଖଣ୍ଡର ରଚନା ପରବର୍ତ୍ତୀ କାଳରେ ହୋଇଥିବା ଜଣାଯାଏ । ବିଦ୍ୱାନ ଲେଖକ ତଥା ଗବେଷକମାନଙ୍କ ମତକୁ ବିଚାରକୁ ନେଇ ଏହି ଖଣ୍ଡର ରଚନାକାଳ ୮୦୦ରୁ ୧୩୦୦ ଖ୍ରୀଷ୍ଟାବ୍ଦ ମଧ୍ୟରେ ସ୍ଥିର କରାଯାଇପାରେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶାର ସଂସ୍କୃତି ଏବଂ ପରମ୍ପରାର ଏକ ମୁଖ୍ୟ ଅଙ୍ଗ ହେଉଛି ବୟନ ଶିଳ୍ପ । ଏହାର ବାନ୍ଧ କଳା ବିଶ୍ଵ ପ୍ରସିଦ୍ଧ । ସମ୍ବଲପୁରୀ ଶାଢୀ,ବରହମପୁରୀ ପାଟ , ସକତାପର ଶାଢୀ, ଖଣ୍ଡୁଆ ପାଟ, କୋଟପାଡ ବସ୍ତ୍ର ଆଦି କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ ଜନାଦୃତ । ଆମ ରାଜ୍ୟରେ ବୟନ ଶିଳ୍ପକୁ କେବଳ ବ୍ୟବସାୟିକ ଦୃଷ୍ଟିରେ ଦେଖାଯାଏ ନାହିଁ, ବରଂ ଏହା ଆମ ସଂସୃତିର ଏକ ପରିଭାଷା । ପିଢି ପିଢି ଧରି ଓଡ଼ିଶାର ଅଧିକାଂଶ ଗ୍ରାମ ନିଜ ଅଞ୍ଚଳର ପ୍ରସିଦ୍ଧ ବୟନ କଳାକୁ ପରମ୍ପରା, ବୃତ୍ତି ତଥା ରୋଜଗାର ଭାବରେ କରି ଆସୁଛନ୍ତି ।
ହିନ୍ଦୋଳ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ହିନ୍ଦୋଳ (କ୍ରମିକ ସଂଖ୍ୟା: ୫୬) ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ଵେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଫିନାଇଲକିଟୋନୁରିଆ (ଇଂରାଜୀ ଭାଷାରେ Phenylketonuria ବା ପିକେୟୁ/PKU) ଏକ ଜନ୍ମଗତ ଚୟାପଚୟ ତୃଟି (inborn error of metabolism) ଯାହା ଫଳରେ ଦେହରେ ଥିବା ଫିନାଇଲଆଲାନିନର (phenylalanine) (ଏକ ପ୍ରକାର ଆମିନୋଏସିଡ (amino acid)) ପରିମାଣ କମିଯାଏ । ଉପଯୁକ୍ତ ଚିକିତ୍ସା ନ ପାଇଲେ ବୌଦ୍ଧିକ ଅସମର୍ଥ (intellectual disability), ଅପସ୍ମାର ବାତ (seizure), ବ୍ୟବହାରିକ ସମସ୍ୟା ଓ ମାନସିକ ବେମାରୀ (mental disorder) ବାହାରେ । ଚର୍ମ ଫିକା ଦେଖାଯାଏ ଓ ଏକ ପ୍ରକାର ଗନ୍ଧ (musty smell) ବାହାରେ । ମାଆର ଏହି ରୋଗ ଥିଲେ ଓ ଚିକିତ୍ସା ନ ପାଇଥିଲେ ଜନ୍ମିତ ଶିଶୁର ହୃତ୍ପିଣ୍ଡ ସମସ୍ୟା, ଛୋଟ ମୁଣ୍ଡ (small head) ଓ ଅଳ୍ପ ଜନ୍ମକାଳୀଣ ଓଜନ (low birth weight) ବିଶିଷ୍ଟ ହୁଏ ।ଫିନାଇଲକିଟୋନୁରିଆ ରୋଗ ପିତାମାତାଙ୍କଠାରୁ ଆସିଥିବା ଏକ ଜେନେଟିକ ବେମାରୀ (inherited) । ପିଏଏଚ ଜିନର (PAH gene) ମ୍ୟୁଟେସନ ହେବା ଯୋଗୁ ଅଳ୍ପ ମାତ୍ରାର ଏନଜାଇମ (en:enzyme) ଫିନାଇଲଆଲାନିନ ହାଇଡ୍ରୋକ୍ସିଲେଜ (phenylalanine hydroxylase) ତିଆରି ହୁଏ । ଏହା ଫଳରେ ଖାଦ୍ୟର ଫିନାଇଲଆଲାନିନର ବିପଚନ ହୋଇ ନ ପାରି ଦେହରେ ବିଷାକ୍ତ ପରିମାଣର ସ୍ତର ହୋଇ ଜମିଯାଏ । ଏକ ଏକ ଅଟୋସୋମାଲ ରିସିସିଭ ଜିନ (autosomal recessive), ଅର୍ଥ ଜିନର ଉଭୟ କପି ମ୍ୟୁଟେଟ ହେଲେ ରୋଗ ସୃଷ୍ଟି ହୁଏ । ଏନଜାଇମ କାର୍ଯ୍ୟବିଧି ଅନୁସାରେ ଦୁଇ ପ୍ରକାର ଫିନାଇଲକିଟୋନୁରିଆ ଦେଖାଯାଏ ଯଥା:- କ୍ଲାସିକାଲ ପିକେୟୁ ଓ ଭାରିଆଣ୍ଟ ପିକେୟୁ । ଏକ କପି ମ୍ୟୁଟେଟେଡ କପି ଥିଲେ ଲକ୍ଷଣ ପ୍ରକାଶ ପାଏନାହିଁ । ଅନେକ ଦେଶମାନଙ୍କରେ ଏହି ରୋଗ ଚିହ୍ନଟ ନିମନ୍ତେ ନବଜାତ ସ୍କ୍ରୀନିଙ୍ଗ ପ୍ରୋଗ୍ରାମ କରାଯାଇଥାଏ ।ଫିନାଇଲ ଆଲାନିନ ଥିବା ଖାଦ୍ୟ କମ ଖାଇବାକୁ ଉପଦେଶ ଦେଇ ଚିକିତ୍ସା କରାଯାଏ । ଶିଶୁ ନିମନ୍ତେ ବିଶେଷ ଫର୍ମୁଲା (formula) ଥିବା ଖାଦ୍ୟ ଦିଆଯାଏ । ଖାଦ୍ୟ ନିୟନ୍ତ୍ରଣ ଜନ୍ମଠାରୁ ଆରମ୍ଭ କରି ଜୀବନ ସାରା ଜଗିବାକୁ ହୁଏ । ଶୀଘ୍ର ରୋଗ ନିର୍ଣ୍ଣୟ ହୋଇପାରିଲେ ଓ ନିୟନ୍ତ୍ରିତ ଖାଦ୍ୟ ଖାଇଲେ ସାଧାରଣ ସ୍ୱାସ୍ଥ୍ୟ ରହେ ଓ ସାଧାରଣ ଆୟୁଷ (life span) ରହେ । ଏହି ନିୟନ୍ତ୍ରଣର ପ୍ରଭାବ ସାମୟିକ ଭାବରେ ରକ୍ତ ପରୀକ୍ଷା କରି ନିରୀକ୍ଷଣ କରିବାକୁ ପଡ଼େ । କେତେକ ରୋଗୀଙ୍କର ସାପ୍ରୋପ୍ଟେରିନ ଡାଇହାଇଡ୍ରୋକ୍ଲୋରାଇଡ (sapropterin dihydrochloride) ଉପକାରରେ ଆସେ ।୧୦,୦୦୦ରୁ ୨୫,୦୦୦ଶିଶୁ ମଧ୍ୟରୁ ଜଣେ ଫିନାଇଲକିଟୋନୁରିଆ ରୋଗରେ ଆକ୍ରାନ୍ତ ହୁଏ । ପୁରୁଷ ଓ ମହିଳା ସମ ଭାବରେ ଆକ୍ରାନ୍ତ ହୁଅନ୍ତି । ସନ ୧୯୩୪ରେ ଏହି ରୋଗ ଇଭାର ଆସଜର୍ଣ୍ଣ ଫୋଲିଙ୍ଗଙ୍କଦ୍ୱାରା (Ivar Asbjørn Følling) ଆବିଷ୍କୃତ ହୋଇଥିଲା ଓ ଏହା ଉପରେ ଖାଦ୍ୟର ପ୍ରଭାବ ବିଷୟ ସନ ୧୯୩୫ରେ ନିରୁପିତ ହୋଇଥିଲା । ସନ ୨୦୧୪ରେ ଜିନ ଥେରାପି (Gene therapy) ଉପଯୁକ୍ତ ମନେହେଲେ ମଧ୍ୟ ଏହା ଉପରେ ଅଧିକ ଅନୁଶୀଳନ ଆବଶ୍ୟକ ହେଉଛି ।