ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି ଅଗ୍ନାଶୟରୁ (ଇଂରାଜୀରେ Pancreas) ଇନ୍ସୁଲିନ୍ କ୍ଷରଣ ନ ହେଲେ ବା ନିର୍ଗତ ଇନ୍ସୁଲିନ୍ ପ୍ରତି ଦେହର ଜୀବକୋଷ ପ୍ରତିକ୍ରିୟାହୀନ ହେଲେ ମଧୁମେହ ରୋଗ ହୁଏ । ମୂଖ୍ୟତଃ ତିନି ପ୍ରକାର ମଧୁମେହ ରୋଗ ଦେଖାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଅାଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ବିଶାଳ ଆନ୍ଦୋଳନର ରୂପ ନେଇଥିଲା ଯାହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ଵୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଅାଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ମୋବାଇଲ ଫୋନ ନମ୍ବର ପ୍ରଣାଳୀ ଭାରତ ରେ
sଭାରତର ସମସ୍ତ ମୋବାଇଲ ନମ୍ବର 9,8ଓ 7ରେ ଆରମ୍ଭ ହେଇଥାଏ । ଏଥିରେ ବର୍ତମାନ ବନ୍ଧ ଅବସ୍ଥାକୁ ଆସିଯାଉଥିବା ' ପେଜର "ପ୍ରଣାଳୀ ମଧ୍ୟ ଅନ୍ତର୍ଭୁକ୍ତ। ପ୍ରତି ସର୍କଲ ରେ ଏବେ BSNL/MTNL ସହ ବେସରକାରୀ ଅପରେଟର 10ରୁ ବେଶୀ ରହିଛନ୍ତି ।
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର। କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି। ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଆଲଫା-୧ ଆଣ୍ଟିଟ୍ରିପସିନ ଅଭାବ (ଇଂରାଜୀ ଭାଷାରେ Alpha-1 antitrypsin deficiency/ A1AD /AATD) ଏକ ଜେନେଟିକ ରୋଗ (genetic disorder) ଓ ଏହା ଫଳରେ ଫୁସଫୁସ ରୋଗ (lung disease) ବା ଯକୃତ ରୋଗ (liver disease) ହୋଇପାରେ । ପ୍ରାୟ ୨୦ରୁ ୫୦ ବର୍ଷ ବୟସ ମଧ୍ୟରେ ଫୁସଫୁସ ରୋଗ ଆରମ୍ଭ ହୁଏ । ଅଣନିଶ୍ୱାସୀ (Shortness of breath), ହୁଇଜ (wheezing) ଓ ଫୁସଫୁସ ସଂକ୍ରମଣ ସଙ୍କଟ ଅଧିକ ରହେ । ରୋଗ ଜଟିଳ ହେଲେ ସିଓପିଡି COPD, ସିରୋସିସ୍, ନବଜାତ କାମଳ, ପାନ୍ନିକୁଲାଇଟିସ (panniculitis) ଆଦି ରୋଗ ବାହାରେ । ଏସଇଆରପିଆଇଏନଏ୧ ଜିନର ମ୍ୟୁଟେସନ ହେବା ଫଳରେ α-୧ ଆଣ୍ଟିଟ୍ରିପସିନ ଅଭାବ (α1-antitrypsin deficiency) ଯୋଗୁ (SERPINA1 gene) ହୋଇ ଏ୧ଏଟି ରୋଗ ହୁଏ । ଧୁମ୍ରପାନ, ଫୁସଫୁସ ରୋଗ ଓ ପରିବେଶ ଧୂଳି ଅଧିକ ଥିଲେ ଏହି ରୋଗ ସଙ୍କଟ ରହେ । ଏହି ରୋଗରେ ନିଉଟ୍ରୋଫିଲ ଇଲାସ୍ଟେଜ (neutrophil elastase) ଅବରୋଧ ହୋଇନପାରି ଅସାଧାରଣ ଏ୧ଏଟି ଯକୃତରେ ଜମାହୋଇଯାଏ । ଏହା ଏକ ଅଟୋସୋମାଲ କୋ-ଡୋମିନାଣ୍ଟ (autosomal co-dominant) ଓ ଏଥିରେ ଦୁଇଟି ଅପେକ୍ଷା ଗୋଟିଏ ତୃଟିପୁର୍ଣ୍ଣ ଅଲ୍ଲେଲେ (allele) ଥିବା ଯୋଗୁ ସାମାନ୍ୟ ରୋଗ ହୁଏ । ଲକ୍ଷଣ ଦେଖି ରୋଗ ସନ୍ଦେହ କରାଯାଏ ଓ ରକ୍ତ ପରୀକ୍ଷା (blood tests) ତଥା ଜେନେଟିକ ପରୀକ୍ଷା (genetic tests) କରି ରୋଗ ପୁଷ୍ଟିକରଣ କରାଯାଏ ।ଏହାର ଚିକିତ୍ସାରେ ବ୍ରୋଙ୍କୋଡାଇଲେଟର (Bronchodilators), ଇନହେଲ୍ଡ ସ୍ଟିରଏଡ (inhaled steroids) ଓ ଆଣ୍ଟିବାୟୋଟିକ (antibiotics) ଦିଆଯାଏ । ସାଂଘାତିକ କେଶ୍ରେ ଏ୧ଏଟି ପ୍ରୋଟିନ ଇଣ୍ଟ୍ରାଭେନସ ଇନଫ୍ୟୁଜନ (intravenous infusions) ଦିଆଯାଏ । ଅବଶ୍ୟକ ସ୍ଥଳେ ଯକୃତ ଟ୍ରାନ୍ସପ୍ଲାଣ୍ଟ (liver transplantation) କରାଯାଇପାରେ । ଧୁମ୍ରପାନ ପରିତ୍ୟାଗ କରିବାକୁ ସୁପାରିସ କରାଯାଏ । ଇନଫ୍ଲୁଏଞ୍ଜା (influenza), ନିମୋକୋକସ (pneumococcus) ଓ ହେପାଟାଇଟିସ ଟିକା ଦେବାକୁ ନିର୍ଦ୍ଦେଶ ଦିଆଯାଏ । ଧୁମପାୟୀଙ୍କ ଆୟୁଷ (Life expectancy) ~୫୦ ବର୍ଷ, ଅଣଧୁମପାୟୀଙ୍କ ଆୟୁଷ ସାଧାରଣ ଥିବା ଦେଖାଯାଏ ।ୟୁରୋପିଆନ ଲୋକଙ୍କ ମଧ୍ୟରୁ ପ୍ରତି ୨,୫୦୦ ଲୋକଙ୍କ ମଧ୍ୟରୁ ଜଣେ ଏହି ରୋଗକ୍ରାନ୍ତ ହୁଏ । ପ୍ରତି ୫,୦୦୦ ରୋଗୀଙ୍କ ମଧ୍ୟରୁ ଜଣକର ରୋଗ ସାଂଘାତିକ ହୋଇଯାଏ । ଏସିଆ ଲୋକଙ୍କର (Asians) ଏହି ରୋଗ ସାଧାରଣତଃ କ୍ୱଚିତ ଦେଖାଯାଏ । ସିଓପିଡି ରୋଗାକ୍ରାନ୍ତ ଲୋକଙ୍କ ମଧ୍ୟରୁ ୩% ଲୋକଙ୍କର ଏହି ରୋଗ ଥାଏ । ଆଲଫା-୧ ଆଣ୍ଟିଟ୍ରିପସିନ ଅଭାବ ପ୍ରଥମେ ସନ୧୯୬୦ରେ ବର୍ଣ୍ଣନା କରାଯାଇଥିଲା ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସାପ ଏକ ସରୀସୃପ ଜାତୀୟ ଜୀବ । ସାପ ବିଷଧର ଓ ବିଷହିନ ମଧ୍ୟ ହୋଇ ପାରନ୍ତି । ବିଶ୍ୱର ସବୁ ସ୍ଥାନରେ ସାପ ଦେଖିବାକୁ ମିଳନ୍ତି ନାହିଁ । କେବଳ କ୍ରାନ୍ତୀୟ ଜଳବାୟୁରେ ବିଶେଷ ପରିମାଣରେ ସାପ ଦେଖିବାକୁ ମିଳିଥାଆନ୍ତି । ସେହିପରି କ୍ରାନ୍ତୀୟ ଅଞ୍ଚଳର ଉଷ୍ମତା ରକ୍ଷା କରୁଥିବା ସ୍ଥାନମାନଙ୍କରେ ବିଶେଷ ପରିମାଣରେ ସର୍ପ ଦେଖିବାକୁ ମିଳିଥା’ନ୍ତି । ଅତ୍ୟନ୍ତ ଥଣ୍ଡା ସ୍ଥାନମାନଙ୍କରେ ବିଶ୍ୱରେ ସାପ ଦେଖିବାକୁ ମିଳନ୍ତି ନାହିଁ । ପୃଥିବୀର ସୁମେରୁ ଅଞ୍ଚଳ ଅର୍ଥାତ୍ ଉତ୍ତର ମେରୁ ଅଞ୍ଚଳ, ନ୍ୟୁଜଲାଣ୍ଡ ଓ ଏୟାରଲ୍ୟାଣ୍ଡ ପ୍ରଭୃତି ଅଞ୍ଚଳରେ ସାପ ଦେଖିବାକୁ ମିଳନ୍ତି ନାହିଁ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ଵକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ପାର୍ବତୀ ହିନ୍ଦୁ ଦେବୀ ଭାବରେ ପୁଜ୍ୟ।ମହାଦେବ ଶିବଙ୍କ ସ୍ତ୍ରୀ ଓ ମହାଦେବୀ ଭାବରେ ପ୍ରଖ୍ୟାତ । ପାର୍ବତୀଙ୍କ ମାତାଙ୍କ ନାମ ମେନକା । ସେ ହିମାଳୟଙ୍କ ପୁତ୍ରି ଓ ଗଣେଶ ଓ କାର୍ତ୍ତିକେୟଙ୍କ ମାତା । ଉମା, ଗୌରୀ, ଅମ୍ବିକା, ଭବାନୀ ନାମରେ ମଧ୍ୟ ସେ ପୂଜାପାଇଥାନ୍ତି । ପାର୍ବତୀଙ୍କ ଜନ୍ମ ହେଇଥିବା ଶୁଣି ଦେବର୍ଷି ନାରଦ ହିମାଳୟଙ୍କ ଘରକୁ ଆସିଥିଲେ । ହିମାଳୟ ପଚାରିବାରୁନାରଦ ହିମାଳୟଙ୍କୁ ପାର୍ବତୀଙ୍କ ବିଷୟରେ କହିଥିଲେ ଯେ,ଆପଣଙ୍କ କନ୍ୟା ସର୍ବ ସୁଲକ୍ଷଣା ଓ ତାଙ୍କର ବିବାହ ଭଗବାନ ଶିବଙ୍କ ସହ ହେବ । କିନ୍ତୁ ମହାଦେବଙ୍କୁ ପତି ରୂପରେ ପାଇବାକୁ ତୁମ ପୁତ୍ରିଙ୍କୁ ଘୋର ତପସ୍ୟା କରିବାକୁ ପଡ଼ିବ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ବିଜୁ ପଟ୍ଟନାୟକ ହିମାଳୟ ପର୍ବତାରୋହଣ
ଓଡ଼ିଶାର ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଟାଟା ଷ୍ଟିଲ ଆଡଭେଞ୍ଚର ଫାଉଣ୍ଡେସନ ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ୨୦୧୬ରେ ଯୁବକ ଯୁବତୀଙ୍କୁ ଦୁଃସାହସିକ କ୍ରୀଡ଼ା ପ୍ରତି ଆକୃଷ୍ଟ କରିବା ଲକ୍ଷ୍ୟରେ ବିଜୁ ପଟ୍ଟନାୟକ ହିମାଳୟ ପର୍ବତାରୋହଣ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ଏହା ଯୁବସମାଜ ମଧ୍ୟରେ ଦୁଃସାହାସୀକତା, ଶୃଙ୍ଖଳା, ଦଳଗତ ମନୋଭାବ ଏବଂ ନେତୃତ୍ୱ ପଣିଆ ଜଗାଇବା ନିମିତ୍ତ ଏହା ଆରମ୍ଭ କରାଯାଇଥିଲା ।
ବେଗୁନିଆ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବେଗୁନିଆ (କ୍ରମାଙ୍କ.: ୧୧୬) ଓଡ଼ିଶା ବିଧାନ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ।
ପଇତା ହେଉଛି ଭାରତୀୟ ହିନ୍ଦୁ ସଂସ୍କୃତିରେ ଧାରଣ କରାଯାଉଥିବା ଏକ ପବିତ୍ର ସୂତ୍ର । ଏହାକୁ ସାଧାରଣତଃ ହିନ୍ଦୁ ବ୍ରାହ୍ମଣମାନେ ଧାରଣ କରିଥାନ୍ତି । ଏହି ପଇତା ବା ଯଜ୍ଞୋପବିତକୁ ଧାରଣ କରିବା ପାଇଁ ବ୍ରତୋପନୟନ ନାମକ ଏକ ସଂସ୍କାରର ଆୟୋଜନ କରାଯାଏ । ବ୍ରାହ୍ମଣଙ୍କ ଛଡ଼ା କ୍ଷତ୍ରିୟ ଓ ବୈଶ୍ୟମାନେ ମଧ୍ୟ ପଇତା ଧାରଣ କରିଥାନ୍ତି । ବ୍ରାହ୍ମଣମାନଙ୍କ ପଇତା ସୂତାରେ ତିଆରି ହୋଇଥିବା ବେଳେ, କ୍ଷତ୍ରିୟମାନଙ୍କ ପଇତା ଛଣରେ ଓ ବୈଶ୍ୟମାନଙ୍କ ପଇତା ପଶମରେ ତିଆରି ହୋଇଥାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଡିସିସନ ଟ୍ରି ଲର୍ଣିଂ ଏକ ଡିସିସନ ଟ୍ରି ଉପଯୋଗ କରି ଏକ ଦ୍ରବ୍ୟକୁ ଅନୁଧ୍ୟାନ କରି ଏହାର ଲକ୍ଷ୍ୟ ମୂଲ୍ୟ ନିର୍ଦ୍ଧାରଣ କରିଥାଏ । ଏହା ହେଉଛି ଏକ ପ୍ରକାର ପ୍ରେଡିକ୍ଟିଭ ମଡେଲିଂ ଉପାୟ ଯାହା ପରିସଂଖ୍ୟାନ, ଡାଟା ମାଇନିଂ ଏବଂ ମେସିନ ଲର୍ଣିଂରେ ଉପଯୋଗ କରାଯାଇଥାଏ । ଟ୍ରିର ଶେଷ ମୂଲ୍ୟ ଯଦି ଏକ ନିର୍ଦ୍ଧିଷ୍ଟ ପରିମାଣର ଥାଏ ତେବେ ତାହାକୁ କ୍ଲାସିଫିକେସନ ଟ୍ରି କୁହାଯାଏ, ଅନ୍ୟଥା ଯଦି ଶେଷ ମୂଲ୍ୟ ନିରନ୍ତର ଥାଏ ତେବେ ଏହାକୁ ରିଗ୍ରେସନ୍ ଟ୍ରି କୁହାଯାଇଥାଏ ।ଏହା ହେଉଛି ଏକ ନିର୍ଣ୍ଣୟ ନେବା ପ୍ରଣାଳୀ ଯାହାକି ଏକ ଗଛର ଆକୃତି ଭଳି ନିଜର ଆଲଗୋରିଦମକୁ ଦର୍ଶାଇଥାଏ । ସାଧାରଣ ଏକ ଫ୍ଲୋ ଚାର୍ଟ ପରି ଏହାକୁ କଳନା କରାଯାଇପାରେ । ଯନ୍ତ୍ରକୁ ନିର୍ଣ୍ଣୟ ନେବାରେ ଯେବେ ଅସୁବିଧା ହୁଏ, ଏହା ସାହାର୍ଯ୍ୟରେ ସୁବିଧା ହୋଇପାରିଥାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.