ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।
ଗୁଣୁପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଗୁଣୁପୁର (କ୍ରମିକ ସଂଖ୍ୟା: ୧୩୮) ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ବିଷମ କଟକ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଷମ କଟକ (କ୍ରମିକ ସଂଖ୍ୟା: ୧୩୯) ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
କୋରାପୁଟ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
କୋରାପୁଟ (କ୍ରମିକ ସଂଖ୍ୟା: ୧୪୪) କୋରାପୁଟ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଜୟପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଜୟପୁର (କ୍ରମିକ ସଂଖ୍ୟା: ୧୪୩) କୋରାପୁଟ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
୧୯୪୫ ନଭେମ୍ବର ୧୬ରେ ଜାତିସଂଘ ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ ସଙ୍ଗଠନ ୟୁନେସ୍କୋ ପ୍ରତିଷ୍ଠା କରାଯାଇଥିଲା । ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ଵରେ ଶାନ୍ତି ଓ ନିରାପତ୍ତା ବଜାୟ ରଖିବା ଏବଂ ବିଭିନ୍ନ ଦେଶ ସହ ସୁସମ୍ପର୍କ ପ୍ରତିଷ୍ଠା କରିବା ଥିଲା ଏହି ସଙ୍ଗଠନର ମୂଖ୍ୟ ଉଦ୍ଦେଶ୍ୟ । ତା'ଛଡା ସାମାଜିକ ନ୍ୟାୟ, ମାନବିକ ଅଧିକାର, ସୁରକ୍ଷା ଓ ମୌଳିକ ଅଧିକାର ପାଇଁ ମଧ୍ୟ ସଙ୍ଗଠନ କାର୍ଯ୍ୟ କରୁଛି । ବର୍ତ୍ତମାନ ଏହାର ସଦସ୍ୟ ସଂଖ୍ୟ ହେଉଛି ୧୯୫ । ପ୍ରତ୍ୟେକ ଦେଶରେ ଏହାର ଜାତୀୟ ଓ ଆଞ୍ଚଳିକ କାର୍ଯ୍ୟାଳୟ ମଧ୍ୟ ପ୍ରତିଷ୍ଠା କରାଯାଇଛି । ତା'ଛଡା ସାକ୍ଷାରତା ପ୍ରଯୁକ୍ତିବିଦ୍ୟା,ଶିକ୍ଷକ ତାଲିମ କାର୍ଯ୍ୟକ୍ରମ, ଆନ୍ତର୍ଜାତୀୟ ବିଜ୍ଞାନ କାର୍ଯ୍ୟକ୍ରମ ,ଗଣମାଧ୍ୟମର ସ୍ଵାଧୀନତା ଓ ସାଂସ୍କୃତିକ ବିବିଧତାର ବିକାଶ , ସାହିତ୍ୟ କୃତିର ଅନୁବାଦ ଏବଂ ବିଶ୍ଵ ଓ ସାଂସ୍କୃତିକ କେନ୍ଦ୍ର ତଥା ଐତିହ୍ୟ ସ୍ଥଳୀର ସୁରକ୍ଷା ପାଇଁ ଏହା କାର୍ଯ୍ୟ କରି ଆସୁଛି ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ଵକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।
ଭାରତର ସ୍ଵାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ଵତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ଵାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
କୋଟପାଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
କୋଟପାଡ଼ (କ୍ରମିକ ସଂଖ୍ୟା: ୧୪୨) କୋରାପୁଟ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବ ମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ନୟାଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ନୟାଗଡ଼ (କ୍ରମିକ ସଂଖ୍ୟା: ୧୨୨) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଡାସାଣ୍ଟିନିବ (ଇଂରାଜୀ ଭାଷାରେ Dasatinib, ଏକ ବିକ୍ରୟ ନାମ ସ୍ପ୍ରାଇସେଲ) ଏକ କେମୋଥେରାପି ଔଷଧ (chemotherapy medication) ଯାହା କେତେକ କ୍ରନିକ ମାୟେଲୋଜେନସ ଲିଉକେମିଆ (ସିଏମଏଲ) (chronic myelogenous leukemia) ଓ ଆକ୍ୟୁଟ ଲିମ୍ଫୋବ୍ଲାସ୍ଟିକ ଲିଉକେମିଆ (ଏଏଲଏଲ) (acute lymphoblastic leukemia) ରୋଗରେ ଦିଆଯାଏ । ବିଶେଷତଃ ଫିଲାଡେଲଫିଆ କ୍ରୋମୋଜୋମ-ପଜିଟିଭ (Philadelphia chromosome)-positive (Ph+) ଥିବା ରୋଗରେ ଦିଆଯାଏ । ଏହି ଔଷଧକୁ ପାଟିରେ ଦିଆଯାଏ । ଡାସାଣ୍ଟିନିବର ସାଧାରଣ ପ୍ରତିକ୍ରିୟାରେ ଅଳ୍ପ ଶ୍ୱେତ ରକ୍ତ କଣିକା (low white blood cells), ଅଳ୍ପ ରକ୍ତ ପ୍ଲାଟେଲେଟ (low white blood cells), ଆନିମିଆ , ଇଡିମା (swelling), ରାସ ଓ ତରଳ ଝାଡ଼ା ହୋଇପାରେ । ପ୍ରତିକ୍ରିୟା ସାଂଘାତିକ ହେଲେ ରକ୍ତସ୍ରାବ, ପଲମୋନାରୀ ଇଡିମା (pulmonary edema), ହୃଦ୍ପାତ ଓ ପ୍ରଲୋଙ୍ଗଡ କ୍ୟୁଟି ସିଣ୍ଡ୍ରୋମ (prolonged QT syndrome) ହୋଇପାରେ । ଗର୍ଭାବସ୍ଥାରେ ଏହା ଶିଶୁ ପ୍ରତି ହାନୀକାରକ ହୋଇପାରେ । ଏହା ଏକ ଟାଇରୋସିନ କାଇନେଜ ଇନହିବିଟର (tyrosine kinase inhibitor) ଯାହା ବିସିଆର-ଏବିଏଲ (Bcr-Abl) ଭଳି ଟାଇରୋସିନ କାଇନେଜ ଓ ଏସସିଆର କାଇନେଜ ପରିବାରକୁ (Src kinase family) ଅବରୋଧ କରି କାର୍ଯ୍ୟକ୍ଷମ ହୁଏ ।ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୨୦୦୬ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଡାସାଣ୍ଟିନିବ ସ୍ୱୀକୃତ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ସନ ୨୦୧୫ରେ ସଂଯୁକ୍ତ ରାଷ୍ଟ୍ରରେ ଏନଏଚଏସକୁ (NHS) ଏକ ମାସ ଚିକିତ୍ସା ବାବଦ ୨,୫୦୫.୦୦ ପାଉଣ୍ଡ ଖର୍ଚ୍ଚ ହୁଏ । ଗୋଟିଏ ଭାରତୀୟ କମ୍ପାନୀ ଦାବୀ କରିଛି ସେ ଏହାର ଜେନେରିକ ସଂସ୍କରଣକୁ ମାତ୍ର ୪ ଆମେରିକୀୟ ଡଲାରରେ ବିକ୍ରୟ କରିପାରିବ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଆସିକା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଆସିକା (କ୍ରମିକ ସଂଖ୍ୟା: ୧୨୮) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୁଇଜରଲ୍ୟାଣ୍ଡ / ସ୍ଵିଜରଲ୍ୟାଣ୍ଡ ବା ସ୍ଵିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ଵିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ଵିଜରଲ୍ୟାଣ୍ଡ ଅବସ୍ଥିତ । ସ୍ଵିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ଵାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ଵିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ଵାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ଵିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ଵ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପିପିଲି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ପିପିଲି (କ୍ରମିକ ସଂଖ୍ୟା: ୧୧୦) ପୁରୀ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଦହି ହାଣ୍ଡି ( ଦହି : କ୍ଷୀରରୁ ପ୍ରସ୍ତୁତ, ହାଣ୍ଡି : ମାଟିର ବାସନ ) ହିନ୍ଦୁ ମହୋତ୍ସବ ଜନ୍ମାଷ୍ଟମୀ ଉତ୍ସବରେ ଘଟଣା ଏବଂ ଏକ ଟିମ ଖେଳରୁ ଗୋଟିଏ ଅଟେ, ଦେଶର ଶୀର୍ଷରେ କୃଷ୍ଣ ଜନ୍ମାଷ୍ଟମୀ ରୂପେ ଜଣାଯାଇଥାଏ ଏବଂ କୃଷ୍ଣଙ୍କ ଜନ୍ମର ଉତ୍ସବ ମାନେଇଥାନ୍ତି ।କୃଷ୍ଣ ଜନ୍ମାଷ୍ଟମୀ ଦିନ ଦହି ହାଣ୍ଡିକୁ ସବୁ ବର୍ଷ ଅଗଷ୍ଟ/ସେପ୍ଟେମ୍ବର ମାସରେ ପାଳନ କରାଯାଏ । ଏଥିରେ ସମୁଦାୟ ଦହି, କିମ୍ବା ଅନ୍ୟ କ୍ଷୀରରେ ଭରି ହେଉଥିବା ମାଟିର ପାତ୍ରକୁ ସକ୍ଷମ ବିନମ୍ରତା , ଉଚ୍ଚ ପର୍ଯ୍ୟନ୍ତ ପହଞ୍ଚିବା ପାଇଁ (ସୁବିଧା ଜନକ ଭାବେ ହେଉ କିମ୍ବା କଷ୍ଟ ଭାବେ ହେଉ) ଟାଙ୍ଗି ଦିଆଯାଏ । ଯୁବକ ଏବଂ ପୁଅ ପିଲାମାନେ ଗ୍ରୁପ ବନେଇଥାନ୍ତି ,ଯେପରି ଏକ "ମାନବ ପିରାମିଡ" ପରି ଏବଂ ମାଟି ହାଣ୍ଡିକୁ ଭାଙ୍ଗିବାର ପ୍ରୟାସ କରିଥାନ୍ତି । ଯେତେବେଳେ ସେମାନେ ଦହି ହାଣ୍ଡିକୁ ଭାଙ୍ଗିବା ପାଇଁ ଚେଷ୍ଟା ଚଲେଇଥାନ୍ତି ସେହି ସମୟରେ ଝିଅମାନେ ଗୀତ ଗାଇବା ସହିତ ଜୋରେ ପାଣି ପକେଇ ସେମାନଙ୍କୁ ଜୟ ଜୟ କାର ସହିତ ଘେରି ରହିଥାନ୍ତି । ଏହା ଏକ ସାର୍ବଜନିକ ତମାଶା ଅଟେ ଏବଂ ହିନ୍ଦୁ ମାନଙ୍କର ଏକ ସଙ୍ଗଠିତ ଐତିହାସିକ ପରମ୍ପରା , ରିପୋର୍ଟର ମାନଙ୍କ ଉପସ୍ଥିତି, ପୁରସ୍କାର ରାଶି ସହିତ ଏବଂ ବାଣିଜ୍ୟ ପ୍ରୟୋଜନ । ଏହି ଘଟଣା କୃଷ୍ଣଙ୍କ ମୂର୍ତ୍ତୀ ଏବଂ ଅନ୍ୟ ଦୁଗ୍ଧ ଜାତୀୟ ଉତ୍ପାଦକୁ ଏକ ପିଲା ରୂପେ (ଯାହାକୁ ଲବଣି ଚୋର ବୋଲି କୁହାଯାଏ)ର କିମ୍ବାଦନ୍ତୀରେ ଆଧାରିତ ହୋଇଥାଏ , ଯାହା ସମୁଦାୟ ତାଙ୍କୁ ନିଜ ପହଞ୍ଚିବା ଠାରୁ ଅଧିକ ବାହାରେ ଲଟକାଇ ଉତ୍ପାଦକୁ ଲୁଚେଇ ଦିଆଯାଏ । କିନ୍ତୁ ସେମାନେ ସେ ଲବଣି ପର୍ଯ୍ୟନ୍ତ ପହଞ୍ଚିବା ପାଇଁ ରଚନାତ୍ମକ ଉପାୟ ଖୋଜିଥାନ୍ତି ।ଏହି ପର୍ବରେ ଏକ ଭାଗିଦାରୀକୁ ଗୋବିନ୍ଦା କିମ୍ବା ଗୋବିନ୍ଦା ପାଠକ କୁହାଯାଇଥାଏ । ଏହା ଅଧିକତର ମହାରାଷ୍ଟ୍ର ଏବଂ ଭାରତ ପାଖାପାଖି କ୍ଷେତ୍ରରେ ଲୋକପ୍ରିୟ ହୋଇଥାଏ ।