ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ହସ୍ତ ଶୁଚିରକ୍ଷାକାରୀ ବା ହ୍ୟାଣ୍ଡ ସାନିଟାଇଜର (ଇଂରାଜୀ ଭାଷାରେ Hand sanitizer) ଏକ ଆଲକହଲ ଥିବା ପଦାର୍ଥ ଯାହା ଚିକିତ୍ସା କ୍ଷେତ୍ରର ବ୍ୟକ୍ତିମାନଙ୍କର ହାତଧୁଆ (hand washing) ନିମନ୍ତେ ସାବୁନ ଓ ପାଣି ଅପେକ୍ଷା ଅଧିକ ପସନ୍ଦଯୋଗ୍ୟ । ଅଣୁଜୀବ (microorganisms) ମାରିବା ନିମନ୍ତେ ଏହା ଅଧିକ ପ୍ରଭାବଶାଳୀ ଓ ସାବୁନପାଣି ଅପେକ୍ଷା ଅଧିକ ସହନୀୟ । ମଳତ୍ୟାଗ ବା ପାଇଖାନା (toilet) ବ୍ୟବହାର ପରେ ଦୁଷିତ ହେବା ସମ୍ଭାବନା ଥିଲେ ହାତଧୁଆଯାଇପାରେ । ଆଲକହଲ ନଥିବା ପଦାର୍ଥ ସାଧାରଣ କ୍ଷେତ୍ରରେ ବ୍ୟବହାର କରିବାକୁ ସୁପାରିସ କରାଯାଏନାହିଁ । ଚିକିତ୍ସା କ୍ଷେତ୍ର ବ୍ୟତୀତ ଅନ୍ୟ କ୍ଷେତ୍ରରେ ହାତ ଧୁଆ ଅପେକ୍ଷା ହ୍ୟାଣ୍ଡ ସାନିଟାଇଜର ବ୍ୟବହାର ଫଳପ୍ରଦ ହେଉଥିବାର ପ୍ରମାଣ ମିଳୁନାହିଁ । ଏହା ତରଳ ପଦାର୍ଥ, ଜେଲ ଓ ଫୋମ ଆକାରରେ ମିଳେ ।ଆଲକହଲ-ବେସ ସଂସ୍କରଣରେ ଆଇସୋପ୍ରୋପାଇଲ ଆଲକହଲ (isopropyl alcohol), ଇଥାନଲ (ethanol) ବା ପ୍ରୋପାନଲ (n-propanol) ମିଶ୍ରଣ ଥାଏ । ୬୦%ରୁ ୯୫% ଆଲକହଲ ଥିବା ପଦାର୍ଥ ସର୍ବାପେକ୍ଷା ପ୍ରଭାବଶାଳୀ । ଏହା ଜ୍ୱଳନକ୍ଷମ (flammable) ହୋଇଥିବାରୁ ଯତ୍ନଶୀଳ ହେବା ଆବଶ୍ୟକ । ଆଲକହଲ ବେସ୍ ଥିବା ପଦାର୍ଥ ଅନେକ ପ୍ରକାରର ଅଣୁଜୀବ (microorganisms)ବିରୁଦ୍ଧରେ କାମ କରେ କିନ୍ତୁ ସ୍ପୋର ବିରୁଦ୍ଧରେ ନୁହେଁ । କେତେକ ସଂସ୍କରଣରେ ଚର୍ମ ନଶୁଖିବା ନିମନ୍ତେ ଗ୍ଲିସେରଲ (glycerol) ଦିଆଯାଇଥାଏ । ଆଲକହଲ ନଥିବା ସଂସ୍କରଣରେ ବେଞ୍ଜାଲକୋନିଅମ କ୍ଲୋରାଇଡ (benzalkonium chloride) ବା ଟ୍ରାଇକ୍ଲୋସାନ (triclosan) ଥାଇପାରେ ।ଆଣ୍ଟିସେପ୍ଟିକ ଭାବରେ ଆଲକହଲ ସନ ୧୩୬୩ରୁ ବ୍ୟବହାର ହୋଇଆସୁଛି କିନ୍ତୁ ୧୮୦୦ ଶତାବ୍ଦୀର ଶେଷ ଭାଗରେ ଏହାର ବ୍ୟବହାରର ପ୍ରମାଣ ମିଳିଥିଲା । ସନ ୧୯୮୦ରୁ ୟୁରୋପରେ ଏହା ସାଧାରଣ ଭାବରେ ବ୍ୟବହୃତ ହେଉଛି । ଏହାର ଆଲକହଲ ବେସ୍ର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ଏକ ବୋତଲର ହୋଲସେଲ କ୍ରୟ ମୂଲ୍ୟ ୧.୪୦ରୁ ୩.୭୦ ଆମେରିକୀୟ ଡଲାର ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ହିମ କଲରାପତ୍ରିଆ ବାଘ (ସ୍ନୋ ଲେପର୍ଡ୍)
ହିମ କଲରାପତ୍ରିଆ ବାଘ (ଈଂରାଜୀରେ Snow Leopard ବା Ounce, ଜୀବବିଜ୍ଞାନ ନାମ Panthera uncia) ଏକ ପାର୍ବତୀୟ ବିଡ଼ାଳ । ମଧ୍ୟ-ଏସିଆ, ଦକ୍ଷିଣ-ଏସିଆର ହିମାବୃତ ପାର୍ବତୀୟ ଅଞ୍ଚଳରେ ଏମାନେ ବିଚରଣ କରିଥାନ୍ତି । ବର୍ତ୍ତମାନ ସମୟରେ ସମଗ୍ର ବିଶ୍ଵରେ ଏମାନଙ୍କ ସଂଖ୍ୟା ୧୦୦୦୦ ରହିଯାଇଥିବାରୁ ଏବଂ ଆଗାମୀ ୨୩ ବର୍ଷରେ ଏମାନଙ୍କ ସଂଖ୍ୟା ଆହୁରି ୧୦% ହ୍ରାସ ପାଇବ ବୋଲି ଅନୁମାନ କରାଯାଉଥିବାରୁ IUCN ସଂରକ୍ଷଣ ତାଲିକାରେ ଏମାନଙ୍କୁ Vulnerable ଶ୍ରେଣୀଭୁକ୍ତ କରାଯାଇଛି । ୨୦୧୬ ମସିହା ବେଳକୁ ସମଗ୍ର ବିଶ୍ଵରେ ଏମାନଙ୍କ ସଂଖ୍ୟା ୪୬୭୮-୮୭୪୫ ରହିଥିବ ବୋଲି ଅନୁମାନ କରାଯାଉଛି ।ସମୁଦ୍ରପତନରୁ ୩୦୦୦-୪୫୦୦ ମିଟର୍ ଉଚ୍ଚତା ପର୍ଯ୍ୟନ୍ତ ହିମ କଲରାପତ୍ରିଆ ବାଘମାନେ ବସବାସ କରନ୍ତି । ଏସିଆ ମହାଦେଶରେ ପୂର୍ବ ଆଫଗାନିସ୍ତାନରୁ ନେଇ ମଙ୍ଗୋଲିଆ ଓ ପଶ୍ଚିମ ଚୀନ ପର୍ଯ୍ୟନ୍ତ ଏହି ଜୀବ ବସବାସ କରନ୍ତି । ଏମାନଙ୍କ ଭୌଗୋଳିକ ବିସ୍ତୃତିର ଉତ୍ତରାଂଶରେ ଏମାନେ ସମୁଦ୍ରପତନରୁ କମ୍ ଉଚ୍ଚତାରେ ମଧ୍ୟ ବିଚରଣ କରିବା ଦେଖାଯାଇଛି ।ବର୍ଗୀକରଣ ଅନୁସାରେ ହିମ କଲରାପତ୍ରିଆ ବାଘକୁ ପ୍ରଥମେ ଉଞ୍ଚିଆ (Uncia) ଜାତିର ବୋଲି କୁହାଯାଉଥିଲା । ବିଭିନ୍ନ ଜେନେଟିକ୍ ବିଶ୍ଳେଷଣକୁ ଭିତ୍ତି କରି ୨୦୦୮ ମସିହାରୁ ଏହାକୁ ପାନ୍ଥେରା (Panthera) ପ୍ରଜାତିରେ ସ୍ଥାନିତ କରାଯାଇଛି । ଭିନ୍ନ ରୂପ ଦୃଷ୍ଟିରୁ ହିମ କଲରାପତ୍ରିଆର ଦୁଇଟି ଉପପ୍ରଜାତି ଚିହ୍ନଟ କରାଯାଇଥିଲେ ହେଁ ସେମାନଙ୍କ ମଧ୍ୟରେ ରହିଥିବା ଜିନ୍-ଗତ ପାର୍ଥକ୍ୟ ଜଣାପଡ଼ି ପାରିନାହିଁ । ତେଣୁ ଏହାକୁ ଏକମାତ୍ର ବର୍ଗ ବା ପ୍ରକାର ବିଶିଷ୍ଟ ପ୍ରାଣୀ ବୋଲି କୁହାଯାଏ ।
ପ୍ରେମ୍ କୁମାର, ୨୦୧୮ରେ ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନ ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ସଞ୍ଜୟ ମହାକୁଡ଼ ଏବଂ ଶକ୍ତି ବରାଳ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ତାପସ ସରଘରିଆ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରୁଛନ୍ତି ଅନୁଭବ ମହାନ୍ତି, ଶିବାନୀ ସଙ୍ଗୀତା ଓ ତମନ୍ନା ବ୍ୟାସ । ସୁଟିଂ ଆରମ୍ଭ ହେବାର କିଛିଦିନ ପରେ ଅନୁଭବ ମହାନ୍ତି ଆହାତ ହୋଇଥିଲେ । ଆହାତ କାରଣରୁ ଏହି କଥାଚିତ୍ରଟିର ସୁଟିଂ ଅଧାରେ ଅଟକିଯାଇଥିଲା, ଫଳରେ ୨୦୧୮ ରଜ ସମୟରେ ପୂର୍ବ ଯୋଜନା ମୁତାବକ ଏହା ମୁକ୍ତିଲାଭ କରିପାରିନଥିଲା । ୯ ଜୁଲାଇରୁ ଏହାର ସୁଟିଂ ପୁନର୍ବାର ଆରମ୍ଭ ହୋଇଥିଲା । ମନୋଜ ମିଶ୍ର, ଶୁରେଶ ମିଶ୍ର ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଦୀପ୍ତିରେଖା ପାଢ଼ୀ ଜଣେ ଓଡ଼ିଆ ଦୂରଦର୍ଶନ ଅଭିନେତ୍ରୀ ଏବଂ ପ୍ରଚ୍ଛଦପଟ ଗାୟିକା । ସେ ଓଡ଼ିଆ ଚଳଚ୍ଚିତ୍ର ଲଭ୍ ଡଟ୍ କମ୍ରେ ପ୍ରଥମ କରି ପ୍ରଚ୍ଛଦପଟ ଗାୟିକା ଭାବରେ କାମ କରିଥିଲେ । ଏହା ପରେ ସେ ଇ ଟିଭି ଓଡ଼ିଆରେ ପ୍ରସାରିତ ରାଜକନ୍ୟା ଧାରାବାହିକରେ ନୟିକା ପୂର୍ବି ଭାବରେ ଅଭିନୟ କରିଥିଲେ । ଦୀପ୍ତି ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଭଜନ ଓ ଆଲବମ ଆଦିରେ ଗୀତ ଗାଇଛନ୍ତି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ୱାଟରଲୁ ଯୁଦ୍ଧ ୧୮ ଜୁନ ୧୮୧୫ ମସିହା ରବିବାର ଦିନ ୱାଟରଲୁ (ଏବେକାର ବେଲଜିଅମ ) ନିକଟରେ ଫ୍ରାନ୍ସ ଏବଂ ବ୍ରିଟିଶମାନଙ୍କ ମଧ୍ୟରେ ଘଟିଥିଲା । ଫ୍ରାନ୍ସର ନେତୃତ୍ୱ ନେପୋଲିୟନ ବୋନାପାର୍ଟ ନେଉଥିଲେ । ଅନ୍ୟ ପକ୍ଷ୍ୟରେ ବ୍ରିଟିଶ ଏବଂ ପ୍ରୁସିଆର ସୈନ୍ୟମାନେ ଥିଲେ । ଏହି ଯୁଦ୍ଧରେ ନେପୋଲିୟନ ପରାସ୍ତ ହୋଇଥିଲେ । ଏହି ଯୁଦ୍ଧ ନେପୋଲିୟନଙ୍କର ଶେଷ ଯୁଧ୍ୟ ଥିଲା । ଏହି ଯୁଦ୍ଧଟିରେ ପ୍ରଥମ ଫ୍ରେଞ୍ଚ ସାମ୍ରାଜ୍ୟ ହାରିବା ସହିତ ଭବିଷ୍ୟତରେ ହେବାକୁଥିବା ଦଶନ୍ଧି ଧରି ଇଉରୋପରେ ଯୁଦ୍ଧର ମୁଳୋତ୍ପାଟନ କରିଥିଲା ।
ଶିବାନୀ ସଙ୍ଗୀତା, ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଶିଶୁ କଳାକାର ଭାବରେ ଓଡ଼ିଆ କଥାଚିତ୍ର ଏବଂ ଧାରାବାହିକରେ ପ୍ରଥମେ ଅଭିନୟ କରିଥିଲେ । ଶିବାନୀ ଉତ୍ତରଦାୟୀ ଧାରାବାହିକ ଜରିଆରେ ପ୍ରଥମେ ଅଭିନୟ ଆରମ୍ଭ କରିଥିଲେ ଏବଂ ମିତରେ ମିତ ଚଳଚ୍ଚିତ୍ର ଜରିଆରେ ଶିଶୁ କଳାକାର ଭାବରେ ପ୍ରଥମ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ଏହାପରେ ସେ ୨୦୧୭ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ନାୟିକା ଭାବରେ ଅଭିନୟ କରିଥିଲେ । ଶିବାନୀ ଅଭିନେତା ବାବୁଶାନ ନାୟକଙ୍କ ସହ ସିଷ୍ଟର ଶ୍ରୀଦେବୀ ଚଳଚ୍ଚିତ୍ରରେ ନାୟିକା ଭାବରେ ପ୍ରଥମେ ଅଭିନୟ ଆରମ୍ଭ କରିଥିଲେ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ଭାରତୀୟ ଦଣ୍ଡବିଧି ଆଇନର ୩୭୭ ଧାରା ୧୮୬୧ ମସିହାରେ ଭାରତରେ ବ୍ରିଟିଶ ଶାସନ (୧୫୩୩ ବଗେରି ଆଇନ ଅନୁସାରେ ପ୍ରଣୀତ) ସମଲିଙ୍ଗୀ ସମ୍ବନ୍ଧ ସମେତ "ପ୍ରକୃତି ନିୟମ ବିରୋଧୀ" ଯୌନସମ୍ବନ୍ଧକୁ ବେଆଇନ ଓ ଦଣ୍ଡନୀୟ କରିଥିଲା । ଏହି ଧାରାରେ ପୂର୍ବରୁ ଦଣ୍ଡନୀୟ ଥିବା "ପ୍ରାପ୍ତବୟସ୍କଙ୍କ ସହମତି ଆଧାରରେ ସମଲିଙ୍ଗୀ ଯୌନ ସମ୍ପର୍କ"କୁ ୨୦୧୮ ମସିହାରେ ଉଚ୍ଚତମ ନ୍ୟାୟାଳୟ ଅଣସାମ୍ବିଧାନିକ ଭାବେ ଘୋଷଣା କରି ଦଣ୍ଡମୁକ୍ତ କରିଦେଇଛନ୍ତି । ଏହି ଧାରାକୁ ପ୍ରଥମେ ଦିଲ୍ଲୀ ଉଚ୍ଚ ନ୍ୟାୟାଳୟରେ ୨୦୦୯ରେ ପ୍ରାପ୍ତବୟସ୍କଙ୍କ ମଧ୍ୟରେ ସମ୍ମତି ଅନୁସାରେ ଯୌନସଂଗମ ଆଧାରରେ କାଟିଦିଆଯାଇଥିଲା । ଏହି ବିଚାର ଭାରତୀୟ ଉଚ୍ଚତମ ନ୍ୟାୟାଳୟଦ୍ୱାରା ୨୦୧୩ ଡିସେମ୍ବର ୧୧ରେ ନାକଚ କରିଦେଇଥିଲେ ଓ ୩୭୭ ଧାରାରେ ପରିବର୍ତ୍ତନ ନ୍ୟାୟତାନ୍ତ୍ରିକ ନ ହୋଇ ଭାରତୀୟ ସଂସଦଦ୍ୱାରା ହେବା ଉଚିତ ବୋଲି ମତଦେଇଥିଲେ । ୨୦୧୬ ଫେବୃଆରୀ ୬ରେ ନାଜ ଫାଉଣ୍ଡେସନ ଓ ଅନ୍ୟମାନଙ୍କଦ୍ୱାରା ପ୍ରେରିତ ଏକ ନିବାରକ ଆବେଦନର ବିଚାର କରାଯାଇଥିଲା । ତତ୍କାଳୀନ ମୁଖ୍ୟ ବିଚାରପତି ଟି.ଏସ.
ବଜରଙ୍ଗୀ, ୨୦୧୭ରେ ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶଚିକାନ୍ତ ଜେନା । ଶଚିକାନ୍ତ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ରଜନୀ ରଞ୍ଜନ ଏହିକଥାଚିତ୍ରଟିର ସଂଳାପ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ । ବିନି ପଟ୍ଟନାୟକ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅମ୍ଳାନ ଦାସ ଏବଂ ଅନୁଭା ସୌର୍ଯ୍ୟା । ସିଦ୍ଧାନ୍ତ ମହାପାତ୍ର, ନୈନା ଦାସ, ଅସୀତ ପତି, ପିଣ୍ଟୁ ନନ୍ଦ, ପ୍ରଜ୍ଞା ଖଟୁଆ, ପ୍ରଲିପ୍ତା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଅନନ୍ୟା ମିଶ୍ର ଏହି କଥାଚିତ୍ରଟିଏ ଆଇଟମ ଗୀତରେ ନୃତ୍ୟ କରିଥିଲେ ।
ସ୍ୱାଧୀନତା ଶବ୍ଦ ଗୋଟିଏ ଦେଶ, ରାଷ୍ଟ୍ର ବା ସାର୍ବଭୌମ ରାଜ୍ୟର ଅବସ୍ଥାକୁ ବୁଝାଏ ଯେଉଁଠାରେ ଏହାର ବାସିନ୍ଦା ଓ ଜନତା ନିଜ ଭୂଖଣ୍ଡରେ ନିଜସ୍ୱ ସରକାର ଗଢ଼ିବାକୁ ଓ ସାର୍ବଭୌମତ୍ୱ ଜାହିର କରିବାକୁ ସକ୍ଷମ ଥାଆନ୍ତି ଓ କୌଣସି ବାହ୍ୟ ଶକ୍ତି ଅଧୀନରେ ନ ଥାଆନ୍ତି । ଏହାର ଓଲଟା ଶବ୍ଦ ପରାଧୀନତା । ଅନ୍ୟ ଗୋଟିଏ ଶବ୍ଦ ସ୍ୱତନ୍ତ୍ର (freedom) ସହିତ ଏହାର ଭ୍ରମ ସୃଷ୍ଟି ହୁଏ । ବ୍ୟକ୍ତିର ଚିନ୍ତା କରିବା ଓ ତଦନୁସାରେ କାର୍ଯ୍ୟ କରିବାର ସ୍ୱାଧୀନତାକୁ ସ୍ୱତନ୍ତ୍ର କୁହାଯାଏ ।