ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ ବିକ୍ରମ ଲ୍ୟାଣ୍ଡରଟି ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା। ଅର୍ବିଟର ଜରିଆରେ ପ୍ରାପ୍ତ ଥର୍ମାଲ୍ ଅପଟିକାଲ ଚିତ୍ରକୁ ଅନୁଧ୍ୟାନ କରି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଙ୍ଗ୍ କରିଛି ବୋଲି ବୋଲି ଇସ୍ରୋ ମୂଖ୍ୟ କେ.
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମାଛି ଦ୍ବୀପକ୍ଷୀ ଗଣ କିମ୍ବା (Diptera) ଗଣ ଅନ୍ତର୍ଗତ କୀଟ ସାମିଲ ରହିଛନ୍ତି ଯେଉଁମାନେ ଦ୍ୱି-ପକ୍ଷୀ (ଦୁଇ ପକ୍ଷୀ ଯୁକ୍ତ) ଅଟନ୍ତି । ଏଥିରେ ପାଖାପାଖି ୮୦ ହଜାର କୀଟ ଜାତି ରହିଛନ୍ତି । ଏଥିରେ ମାଛି, ପତଙ୍ଗ, ମଶା, ଝିଣ୍ଟିକା ତଥା ଏହିପ୍ରକାର ଅନ୍ୟ କୀଟ ମଧ୍ୟ ସାମିଲ ଅଛନ୍ତି । ଏହି ସମୁଦାୟ ଅନ୍ତର୍ଗତ ଏକ ପ୍ରକାର ସୂକ୍ଷ୍ମ ତଥା ସାଧାରଣ ଆକାରର କୀଟ ରହିଥାନ୍ତି । ଏହି କୀଟ ଦିନ ତଥା ରାତ୍ରି ଉଭୟର ଉଡ଼ିଥାନ୍ତି ତଥା ଜଳ ଓ ସ୍ଥଳ ଉଭୟ ସ୍ଥାନରେ ଏମାନଙ୍କ ବାସସ୍ଥାନ ରହିଛି । ସାଧାରଣତଃ ଏମାନେ ସମସ୍ତ ବିଶ୍ୱରେ ବିସ୍ତ୍ରୁତ ରହିଛନ୍ତି କିନ୍ତୁ ଗରମ ଦେଶରେ ଏମାନଙ୍କ ଆଧିପତ୍ୟ ପ୍ରତିବର୍ଷ 100ରୁ ଅଧିକ ମନୁଷ୍ୟ ତଥା ଅନ୍ୟ ଜନ୍ତୁମାନଙ୍କର ଏମାନଙ୍କ କାରଣରୁ ମୃତ୍ୟୁ ହୋଇଥାଏ। ମାଛି ଏକ ବଡ଼ କ୍ରମ ଅଟେ ଯେଉଁଥିରେ ୧୦୦,୦୦୦ ପ୍ରଜାତୀ ରହିଛନ୍ତି । ଏଥିରେ ଘୋଡା-ମାଛି, କ୍ରେନ-ମାଛି, ହୋଭର-ମାଛି ଏବଂ ଅନ୍ୟ କେତେକ ସାମିଲ ଅଛନ୍ତି । ପାଖାପାଖି ୧୨୫,୦୦୦ ପ୍ରଜାତୀ ମାନଙ୍କର ହିଁ ବର୍ଣ୍ଣନା କରାଯାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ନାଥୂ ଲା (ଦେବନାଗରୀ ; རྣ་ཐོས་ལ་, IAST: Nāthū Lā, Chinese: 乃堆拉山口; pinyin: Nǎiduīlā Shānkǒu) ହିମାଳୟର ଏକ ପାହାଡ଼ ଘାଟୀ ଅଟେ ଯାହା ଭାରତର ସିକ୍କୀମ ରାଜ୍ୟ ଓ ଦକ୍ଷିଣ ତିବତ୍ତ ରେ "ଚୁମ୍ବୀ ଘାଟି" କୁ ଯୋଡ଼ିଥାଏ । ଏହା ୧୪ ହଜାର ୨୦୦ ଫୁଟ ଉଚ୍ଚରେ ରହିଛି । ଭାରତ ଏବଂ ଚୀନ ମଧ୍ୟରେ ୧୯୬୨ ମସିହାରେ ଯୁଦ୍ଧ ପରେ ଏହାକୁ ବନ୍ଦ କରିଦିଆ ଯାଇଥିଲା । ଏହାକୁ ପୁନଶ୍ଚ ଜୁଲାଇ ୫, ୨୦୦୬ ମସିହାରେ ବ୍ୟାପାର ପାଇଁ ଖୋଲିଦିଆ ଗଲା । ୨୦ବିଂ ଶତାବ୍ଦୀ ଆରମ୍ଭରେ ଭାରତ ଓ ଚୀନରେ ହେଉଥିବା ବ୍ୟାପାରର ୮୦ ପ୍ରତିଶତ ଅଂଶ ନାଥୂ ଲା ଦ୍ୱାରା ହିଁ ହେଉଥିଲା । ଏହା ପ୍ରାଚୀନ ରେଶମ ମାର୍ଗର ଏକ ଶାଖାର ମଧ୍ୟ ଭାଗ ରହିଛି ।ଲା ଶବ୍ଦ ତିବତ୍ତୀ ଭାଷାରେ ଘାଟୀ ର ଅର୍ଥ ରହିଥାଏ ।ଭାରତ ଆଡୁ ଏହି ଘାଟୀ ସିକ୍କୀମର ରାଜଧାନୀ ଗ୍ୟାଙ୍ଗଟକ ସହରରୁ ପାଖାପାଖି ୫୪ କି.ମି.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ବିଶ୍ଵ ଓଜୋନ ଦିବସ ବା ଅନ୍ତଃରାଷ୍ଟ୍ରୀୟ ଓଜୋନ ସ୍ତର ସଂରକ୍ଷଣ ଦିବସ ସାରା ବିଶ୍ୱରେ ପ୍ରତିବର୍ଷ ୧୬ ସେପ୍ଟେମ୍ବର ଦିନ ପାଳିତ ହୁଏ । ୧୯୯୪ ମସିହାରୁ ପାଳିତ ହୋଇ ଆସୁଥିବା ଏହି ଦିବସର ମୂଳ ଉଦ୍ଦେଶ୍ୟ ହେଲା ବାୟୁ ମଣ୍ଡଳକୁ ଘେରି ରହିଥିବା ଓଜୋନ ସ୍ତରର ସଂରକ୍ଷଣ କରିବା ସହ ଓଜନ ସ୍ତର କ୍ଷୀଣ ହେବା ଜନିତ ସୃଷ୍ଟ ଭୟାବହତା ସଂପର୍କରେ ବିଶ୍ଵବାସୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଇବା ।ବାୟୁ ମଣ୍ଡଳରେ ଓଜୋନର ପରିମାଣ କମ ହେଲେ ସୁଦ୍ଧା ବାୟୁମଣ୍ଡଳରେ ଏହାର ଆମ ପାଇଁ ଅତ୍ୟନ୍ତ ଆବଶ୍ୟକ ହୋଇଥାଏ । ବିଭିନ୍ନ କାରଣ ମଧ୍ୟରେ ସୌର-ପବନ ଅନେକ ସମୟରେ ପୃଥିବୀ ଉପରିସ୍ଥ ଓଜୋନ ସ୍ତରର (Ozone-layer) କ୍ଷତି କରିଥାନ୍ତି; ଯଦ୍ୱାରା ଓଜୋନ ସ୍ତର ଦେଇ କ୍ଷତିକାରକ ଅତି ବାଇଗଣୀ ବିକୀରଣ ଭୁପୃଷ୍ଠକୁ ପ୍ରବେଶ କରିଥାଏ । ବାୟୁ ମଣ୍ଡଳରେ ଓଜୋନ ସ୍ତର କମିଯିବା ହେତୁ ଅତିବାଇଗଣୀ ରଶ୍ମୀ ଅଧିକା ହୋଇ ପରଳ କରାଇବାର ସମ୍ଭାବନା ବଢେ ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
କାଳିଜାଇ ମନ୍ଦିର ଓଡ଼ିଶାର ଚିଲିକା ହ୍ରଦର ଏକ ଛୋଟ ଦ୍ୱୀପ ମଧ୍ୟରେ ଅବସ୍ଥିତ। ନୀଳ ଜଳର ଚଦରରେ ଆବୃତ ହୋଇ ଥିବା ଏହି ପବିତ୍ର ସ୍ଥାନ ଓଡ଼ିଶା ପର୍ଯ୍ୟଟନର ଏକ ଐତିହାସିକ କିମ୍ବଦନ୍ତୀ ଭାବେ ଜଣାଶୁଣା। ପ୍ରାୟ ୨୯ ଏକର ପାହାଡରେ ପରିପୂର୍ଣ୍ଣ ଏ ଦ୍ୱୀପରେ ମା’ କାଳିଜାଇ ପୂଜା ପାଉଛନ୍ତି । କାଳିଜାଇ ଚିଲିକାର ଏକ ସ୍ୱତନ୍ତ୍ର ଆକର୍ଷଣ । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାକୁ ମା’ଙ୍କ ଦର୍ଶନ ପାଇଁ ଆସିଥନ୍ତି । ମକର ସଂକ୍ରାନ୍ତିରେ କାଳିଜାଇ ପୀଠରେ ପ୍ରସିଦ୍ଧ ମକରମେଳା ଅନୁଷ୍ଠିତ ହୁଏ । ଜାନୁଆରୀ ମାସରେ ପଡୁଥିବା ମକରମେଳା ଏଠାକାର ଏକମାତ୍ର ଲୋକପ୍ରିୟ ପର୍ବ । ଏହି ପର୍ବରେ ଆଖପାଖ ଅଞ୍ଛଳର ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ୟେଭାଡୁ (ଇଂରାଜୀ: Yevadu) ୨୦୧୪ ମସିହାର ଭାରତୀୟ ତେଲୁଗୁ ଭାଷାର ଆକ୍ସନ ଫିଲ୍ମ ଅଟେ । ଏହା ବାମସୀ ପେଡ଼ିପଲ୍ଲୀଙ୍କ ଦ୍ୱାରା ଲିଖିତ ଓ ନିର୍ଦ୍ଦେଶିତ ହୋଇଛି । ଏହି ଫିଲ୍ମରେ ରାମ ଚରଣ, ଏମୀ ଜ୍ୟାକ୍ସନ ଓ ଶ୍ରୁତୀ ହାସନ ମୁଖ୍ୟ ଭୂମୀକା ଗ୍ରହଣ କରିଛନ୍ତି; ସାଇ କୁମାର, ଜୟ ସୁଧା, ବ୍ରହମାନ୍ଦମ ଓ ରାହୁଲ ଦେବ ସହାୟକ ଭୂମିକା ଗ୍ରହଣ କରିଛନ୍ତି । ଏଥିରେ ଅଲ୍ଲୁ ଅର୍ଜୁନ ଓ କାଜଲ ଅଗ୍ରୱାଲଙ୍କୁ ମୁଖ୍ୟ ଭୂମିକା ଋପେ ସଂକ୍ଷିପ୍ତ ଭାବେ ଦେଖା ଯାଇଛି । ଏହି ଫିଲ୍ମ ଦିଲ ରାଜୁଙ୍କ ଦ୍ୱାରା ଶ୍ରୀ ଭେଙ୍କଟେଶ୍ୱର କ୍ରୀଏସନ ବ୍ୟାନର ତଳେ ନିର୍ମିତ ହୋଇଥିଲା । ବକ୍କାଥମ ବାମସୀ, ଫିଲ୍ମର ପଟକଥାକୁ ପେଡିପ୍ଳୀ ସହିତ ଲେଖିଥିଲେ । ଦେବୀ ଶ୍ରୀ ପ୍ରସାଦ ଫିଲ୍ମର ସଙ୍ଗୀତ ତିଅରି କରିଥିଲେ ଏବଂ ମାର୍ତଣ୍ଡ ଭେଙ୍କଟସ ଫିଲ୍ମର ସମ୍ପାଦକ ଥିଲେ ।
ଭର୍ତ୍ତୃହରି ମହତାବ (ଜନ୍ମ: ୮ ସେପ୍ଟେମ୍ବର ୧୯୫୭) ଜଣେ ଭାରତୀୟ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳ ରାଜନୈତିକ ଦଳରେ ସକ୍ରିୟ କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ୧୯୯୮ ଭାରତୀୟ ସାଧାରଣ ନିର୍ବାଚନରେ ସେ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତର ସଂସଦର ତଳ ସଦନ ଲୋକ ସଭାର ୧୨ଶ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୯, ୨୦୦୪, ୨୦୦୯, ୨୦୧୪ ଏବଂ ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେହି କଟକରୁ ଯଥାକ୍ରମେ ୧୩ଶ, ୧୪ଶ, ୧୫ଶ, ୧୬ଶ ଏବଂ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୭ ମସିହାରେ ତାଙ୍କୁ ଭାରତର ସଂସଦରେ ପୁରସ୍କୃତ କରାଯାଇଥିଲା । ତାଙ୍କ ବକୃତାରେ ଉତ୍ତମ ପ୍ରଦର୍ଶନ ପାଇଁ ତାଙ୍କ ୨୦୧୭ ଓ ୨୦୧୮ ମସିହାରେ ସଂସଦ ରତ୍ନ ପୁରସ୍କାର ପ୍ରଦାନ କରାଯାଇଥିଲା ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଟିକଟକ, ଯାହା ଡଇନ (ଚୀନ: 抖音; ପିନଇନ : Dǒuyīn; ଆକ୍ଷରିକ ଅର୍ଥ: 'ଶବ୍ଦ କମ୍ପନ') ନାମରେ ମଧ୍ୟ ଚୀନରେ ଜଣାଶୁଣା ଏକ ଆଣ୍ଡ୍ରୋଏଡ ଏବଂ ଆଇଓଏସ ଆପ ବା ଆପ୍ଲିକେସନ, ଯେଉଁଥିରେ ଛୋଟ ଛୋଟ ସମୟର ଅବଧିଯୁକ୍ତ ଭିଡିଓ ତିଆରି କରାଯାଇ ବଣ୍ଟା ଯାଇଥାଏ । ତିନିରୁ ପନ୍ଦର ସେକେଣ୍ଡ ସମୟ ବିଶିଷ୍ଟ ସଙ୍ଗୀତ ଭିଡିଓ ତିଆରି ହୋଇଥାଏ ଏବଂ ବାରମ୍ବାରତା ଛୋଟ ଭିଡିଓ ୩ରୁ ୬୦ ସେକେଣ୍ଡର ତିଆରି ହୋଇଥାଏ ।ଏହା ବାଇଟଡ୍ୟାନ୍ସ ନାମକ ଏକ କମ୍ପାନୀଦ୍ୱାରା ପରିଚାଳିତ । ଚୀନରେ ସେପ୍ଟେମ୍ବର ମାସ ୨୦୧୬ ମସିହାରେ ଏହା ପ୍ରଥମେ ଡଇନ ନାମରେ ଆରମ୍ଭ ହୋଇଥିଲା ଏବଂ ଅନ୍ୟ ଦେଶର ବଜାରଗୁଡିକୁ ଏକବର୍ଷ ପରେ ଟିକଟକ ନାମରେ ଛଡ଼ା ଯାଇଥିଲା । ଅକ୍ଟୋବର ମାସ ୨୦୧୮ରେ ଏହି ଆପଟି ଯୁକ୍ତରାଷ୍ଟ୍ରରେ ସବୁଠାରୁ ଅଧିକ ଡାଉନଲୋଡ଼ କରାଯାଇଥିଲା । ୨୦୧୮ ମସିହା ସୁଦ୍ଧା ଏହା ୧୫୦ଟି ଦେଶରେ, ୭୫ଟି ଭାଷାରେ ଉପଲବ୍ଧ ଅଟେ । ଜୁଲାଇ ମାସ ୨୦୧୮ ମସିହାରେ ଏହାର ୫୦ କୋଟିରୁ ଅଧିକ ଗ୍ରାହକ ଥିଲେ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କଳସା ଚଉତିଶାଟି ଓଡ଼ିଆ ଭାଷାର ପ୍ରାଚୀନତମ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ଏହା ବଚ୍ଛା ଦାସଙ୍କଦ୍ୱାରା ୧୩ଶ -୧୪ଶ ଶତକରେ ରଚିତ । ଚଉତିଶାଟି ଶିବ ପାର୍ବତୀଙ୍କ ବିବାହକୁ ଆଧାରିତ କରି ରଚନା କରାଯାଇଅଛି । କବିଙ୍କ ବର୍ଣ୍ଣନାରେ ଶିବ ଏକ ବୃଦ୍ଧ ରୂପରେ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ବିବାହ ମଣ୍ଡପରେ ବିରାଜିତ ହୋଇଅଛନ୍ତି । ନିଜର ଭାବୀ ପତିଙ୍କୁ ଏପରି ବେଶରେ ଦେଖି ପାର୍ବତୀ ଅତ୍ୟନ୍ତ କାତର ହୋଇପଡ଼ିଛନ୍ତି । ପରିଶେଷରେ ଶିବ ନିଜର ପ୍ରକୃତ ରୂପ ପ୍ରକାଶ କରିଛନ୍ତି ଏବଂ ବିବାହ ଉତ୍ସବ ଖୁବ୍ ସମାରୋହରେ ସମ୍ପନ୍ନ ହୋଇଛି । ସମଗ୍ର ଚଉତିଶାଟିରେ ଏହି କାହାଣୀକୁ ହାସ୍ୟରସର ସହିତ ପରିବେଷଣ କରାଯାଇଛି । ଏଥିରେ ୩୪ଟି ଚଉତିଶା ଅକ୍ଷର କ୍ରମରେ ରହିଛି । ଏଥିରେ ଉମା-ଶିବଙ୍କର କାହାଣୀ କମ ବୟସୀ ଦାସୀମାନଙ୍କୁ କାମାତୁର ବୁଢ଼ା ଧନିକମାନଙ୍କୁ ବିକ୍ରି କରାଯିବାର ସାମାଜିକ କୁସଂସକାରକୁ ଇଙ୍ଗିତ କରିଥାଏ ଯହିଁ ବର ମୃତ-ପ୍ରାୟ ହୋଇଥିବା ବୁଢ଼ା ଧନିକ ବରକୁ ସୂଚାଇଥାଏ । ଏହାର କବି ବଛା ଦାସଙ୍କ ଜୀବନ କାଳ ବାବଦରେ କିଛି ଜଣା ନଥିବାରୁ ଏହାର ରଚନା କାଳ ଏକ ବିବାଦୀୟ ଘଟଣା । ଏହା ସାରଳା ଦାସଙ୍କ ମହାଭାରତ ଠାରୁ ପୁରୁଣା ବୋଲି ଏକ ସ୍ଥାନରେ ଦର୍ଶାଯାଇଛି ।
ପିମ୍ପୁଡି ଏକ ସାମାଜିକ କୀଟ ଅଟେ, ଯେଉଁମାନେ ଫୋରମିସିଡାଏ ନାମକ ଜୀବବିଜ୍ଞାନ କୂଳରେ ବର୍ଗୀକୃତ ହୋଇଛନ୍ତି । ଏହି କୂଳରେ ୧୨,୦୦୦ ରୁ ଅଧିକ ଜାତୀର ବର୍ଗୀକରଣ କରାଯାଇଛି ଏବଂ ଅନୁମାନ ରହିଛି ଯେ, ଏଥିରେ ପାଖାପାଖି ୧୦,୦୦୦ ଅଧିକ ପ୍ରଜାତୀ ରହିଛନ୍ତି । ଏମାନଙ୍କ ବିଶ୍ୱର ପର୍ଯ୍ୟାବରଣରେ ଭାରୀ ପ୍ରଭାବ ରହିଛି, ଯାହାର ପିପୀଳିକାଶାସ୍ତ୍ରୀ ଗଭୀର ଅଧ୍ୟୟନ କରିଥାନ୍ତି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।