ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ ବିକ୍ରମ ଲ୍ୟାଣ୍ଡରଟି ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା। ଅର୍ବିଟର ଜରିଆରେ ପ୍ରାପ୍ତ ଥର୍ମାଲ୍ ଅପଟିକାଲ ଚିତ୍ରକୁ ଅନୁଧ୍ୟାନ କରି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଙ୍ଗ୍ କରିଛି ବୋଲି ବୋଲି ଇସ୍ରୋ ମୂଖ୍ୟ କେ.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବନମାଳୀ ଦାସ (୧୭୨୦-୧୭୯୩) ଜଣେ ଓଡ଼ିଆ ଭକ୍ତି କବି । "ଦୀନବନ୍ଧୁ ଦଇତାରୀ" , "କେତେ ଛନ୍ଦ ଜାଣେ ଲୋ ସହି" ଓ "ମଣିମା ହେ ଏତିକି ମାଗୁଣି ମୋର" ଆଦି ତାଙ୍କର କେତୋଟି ଜଣାଶୁଣା ରଚନା ଓ ଓଡ଼ିଶୀ ସଙ୍ଗୀତରେ ବ୍ୟବହୃତ । ତାଙ୍କ ଲୋକପ୍ରିୟ ଗୀତସବୁ ପର୍ବପର୍ବାଣୀ, ଜନସମାଗମ ସ୍ଥଳ ଓ ଓଡ଼ିଶୀ ସଙ୍ଗୀତରେ ବୋଲାଯାଇଥାଏ । ସେ ମଧ୍ୟଯୁଗୀୟ ଓଡ଼ିଆ ଭକ୍ତି-ସାହିତ୍ୟର ଆଦି କବି ଭାବେ ଜଣା । ପ୍ରାରମ୍ଭିକ ଭାବେ କେବଳ ପ୍ରେମ କାବ୍ୟ ରଚନା ଆରମ୍ଭ କରିଥିଲେ ମଧ୍ୟ ପରେ ତାଙ୍କ ରଚନାଗୁଡ଼ିକ ଅଧିକ ଲୋକାଦୃତି ଲାଭ କରିଥିଲା ଓ ସେ ନିଜ ସମକାଳୀନ କବିମାନଙ୍କ ମଧ୍ୟରେ ଜଣାଶୁଣା ଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସ୍ୱାମୀ ନାରାୟଣ କିମ୍ବା ସହଜାନନ୍ଦ ସ୍ୱାମୀ (IAST: Svāmīnārāyaṇa) (୩ ଏପ୍ରିଲ ୧୭୮୧ - ୧ ଜୁନ ୧୮୩୦), ହିନ୍ଦୁ ଧର୍ମର ସ୍ୱାମୀ ନାରାୟଣ ସମ୍ପ୍ରଦାୟର ସଂସ୍ଥାପକ ଥିଲେ । ସେ ଜଣେ ଯୋଗୀ ଓ ତପସ୍ୱୀ ଥିଲେ ଯାହାଙ୍କ ଜୀବନ ଏବଂ ଶିକ୍ଷା ଧର୍ମ, ଅହିଂଶା ଓ ବ୍ରହ୍ମାଚାର୍ଯ୍ୟର କେନ୍ଦ୍ରୀୟ ହିନ୍ଦୁ ପ୍ରଥାକୁ ପୁନର୍ଜୀବିତ କରିଥିଲେ । । ତାଙ୍କୁ ଅନୁଗାମୀ ମାନଙ୍କ ଦ୍ୱାରା ଭଗବାନଙ୍କ ଅଭିବ୍ୟକ୍ତି ଋପେ ଗ୍ରହଣ କରାଯାଏ । ଭାଗବତ ପୁରାଣ ଓ ପଦ୍ମ ପୁରାଣରେ ସ୍ୱାମୀ ନାରାୟଣଙ୍କ ଅବତାରର ସଙ୍କେତ ରହିଛି । | ସ୍ୱାମୀ ନାରାୟଣଙ୍କ ଶିକ୍ଷାପତ୍ରୀକା ; ସ୍ୱାମୀ ନାରାୟଣ ସମ୍ପ୍ରଦାୟର ମୂଳ ଗ୍ରନ୍ଥ ଅଟେ ।
ଛାୟାପଥ (English: Galaxy), ଅସଂଖ୍ୟ ତାରାର ସମୂହ ଅଟେ ଯାହା ସ୍ୱଚ୍ଛ ଓ ଅନ୍ଧାର ରାତିରେ ଆକାଶ ମଝିରେ ଗତିକରୁଥିବା ଅର୍ଦ୍ଧଚକ୍ର ଋପେ ଏବଂ ଝିଲମିଲ ମେଖଳା ସମାନ ଦେଖାଯାଇଥାଏ । ଏହି ମେଖଳା ବସ୍ତୁତଃ ଏକ ପୂର୍ଣ୍ଣଚକ୍ରର ଅଙ୍ଗ ଅଟେ ଯାହାର ଦିଗବଳୟ ତଳ ଭାଗ ଦେଖାଯାଏ ନାହିଁ । ଭାରତରେ ଏହି ଛାୟାପଥକୁ ମନ୍ଦାକିନୀ, ସ୍ୱର୍ଣ୍ଣଗଙ୍ଗା, ସ୍ୱର୍ନଦୀ, ସୁରନଦୀ, ଆକାଶନଦୀ, ଦେବନଦୀ, ନାଗବୀଥୀ, ହରିତାଳୀ ଇତ୍ୟାଦି ମଧ୍ୟ କୁହାଯାଏ । ଗୁରୁତ୍ୱାକର୍ଷଣ ସାମାନ୍ୟ ବ୍ରହ୍ମାଣ୍ଡ ବିରୋଧରେ ଆକାଶ ଗଙ୍ଗା ମାନଙ୍କୁ ଏକାସଙ୍ଗେ ରଖିଥାଏ ।ପୃଥିବୀ ଓ ସୂର୍ଯ୍ୟ ଯେପରି ଛାୟାପଥରେ ଅବସ୍ଥିତ ଅଛନ୍ତି, ରାତିରେ ଆମ୍ଭେମାନେ ଖାଲି ଆଖିରେ ସେହି ଛାୟାପଥର ତାରା ମାନଙ୍କୁ ଦେଖିପାରୁ । ଏବେ ପର୍ଯ୍ୟନ୍ତ ବ୍ରହ୍ମାଣ୍ଡର ଯେତିକି ଭାଗ ଜଣା ପଡିଛି ସେଥିମଧ୍ୟରୁ ପାଖାପାଖି ଏହିପରି ୧୯ ଆରବ ଛାୟାପଥ ରହିବାର ଅନୁମାନ ରହିଛି । ବ୍ରହ୍ମାଣ୍ଡର ବିଷ୍ଫୋଟ ସିଦ୍ଧାନ୍ତ (ବିଗ ବଙ୍ଗ ଥିୟୋରୀ ଅଫ ୟୁନିଭର୍ସ) ଅନୁଶାରେ ସମସ୍ତ ଛାୟାପଥ ନିଜ-ନିଜ ଠାରୁ ତିବ୍ର ଭାବେ ଦୂରକୁ ନିଜ ସ୍ଥାନ ବଦଳାଇ ଦେଉଛି । ବ୍ରହ୍ମାଣ୍ଡରେ ଶହେ ଆରବ ଛାୟାପଥର ଅସ୍ତିତ୍ତ୍ୱ ରହିଛି , ଯାହା ବଡ ମାତ୍ରାରେ ତାରା, ଗ୍ୟାସ ଓ ଖଗୋଲୀୟ ଧୂଳୀକୁ ସାଉଣ୍ଟି ରଖିଛି । ଛାୟାପଥ ନିଜ ଜୀବନ ଏକଲକ୍ଷ ବର୍ଷ ପୂର୍ବେ ପ୍ରାରମ୍ଭ କରିଥିଲା ଏବଂ ଧିରେ ଧିରେ ନିଜର ବର୍ତ୍ତମାନ ସ୍ୱରୂପକୁ ପ୍ରାପ୍ତ କରିଥିଲା । ପ୍ରତ୍ୟେକ ଛାୟାପଥ ତାରା ମାନଙ୍କୁ ସାଉଣ୍ଟି ରଖିଛି । ଗୁରୁତ୍ୱାକର୍ଷଣ ତାରା ମାନଙ୍କୁ ଏକା ସହିତ ବାନ୍ଧି ରଖିଥାଏ ଏବଂ ଏହିପ୍ରକାରେ ସେମାନଙ୍କ ଛାୟାପଥ ଏକାସହିତ ମିଶି ତାରା ଗୁଚ୍ଛରେ ରହିଥାଏ । ପ୍ରାରମ୍ଭରେ ଖଗୋଲୀୟ ଶାସ୍ତ୍ରୀ ମାନଙ୍କ ଧାରଣା ଥିଲା ଯେ, ବ୍ରହ୍ମାଣ୍ଡରେ ନୂତନ ଛାୟାପଥର ଜନ୍ମ ସମ୍ଭବତଃ ପୁରୂଣା ଛାୟାପଥର ବିଷ୍ଫୋଟର ଫଳସ୍ୱରୂପ ହୋଇଥାଏ । କିନ୍ତୁ ୟାର୍କ ବିଶ୍ୱବିଦ୍ୟାଳୟର ଖଗୋଲୀୟ ଶାସ୍ତ୍ରୀ- ଡଃ॰ସୀ.ଆର.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭୁତାଣୁ ଏକ ସଂକ୍ରାମକ ଏଜେଣ୍ଟ (infectious agent) ଯାହା କେବଳ ଜୀବନ୍ତ କୋଷ ଭିତରେ ରେପ୍ଲିକେଟ (replicates) କରେ । ଏହା ପ୍ରାଣୀ ବୃକ୍ଷଠାରୁ ଆରମ୍ଭ କରି ଜୀବାଣୁ (bacteria) ଓ ଅଣୁଜୀବ ପର୍ଯ୍ୟନ୍ତ ସମସ୍ତ ପ୍ରକାର ଜୀବନ୍ତ ସୃଷ୍ଟିକୁ ସଂକ୍ରମଣ କରିପାରେ ।ସନ ୧୮୯୨ରେ ଡିମିଟ୍ରି ଇଭାନୋଭସ୍କି (Dmitri Ivanovsky) ଲେଖିଥିବା ଆଲେଖ୍ୟରେ ଅଣ-ଜୀବାଣୁ ରୋଗସୃଷ୍ଟିକାରକ ଗୁଡ଼ିକ ଟୋବାକୋ ଗଛକୁ ସଂକ୍ରମଣ କରିବା ଓ ସନ ୧୮୯୮ରେ ମାର୍ଟିନସ ବିଜେରିଙ୍କ ଟୋବାକୋ ମୋଜାଇକ ଭୁତାଣୁ ଆବିଷ୍କାର ପର୍ଯ୍ୟନ୍ତ ପ୍ରାୟ ୫୦୦ ପ୍ରଜାତିର ଭୁତାଣୁମାନଙ୍କର ସବିଶେଷ ବର୍ଣ୍ଣନା କରାଯାଇଥିଲେ ମଧ୍ୟ ନିୟୁତ ନିୟୁତ ପ୍ରଜାତିର ଭୁତାଣୁ ଅଛନ୍ତି । ପୃଥିବୀର ପ୍ରତ୍ୟେକ ଇକୋସିସ୍ଟମରେ ସର୍ବାଧିକ ସଂଖ୍ୟାରେ ଏହି ଭୁତାଣୁ ବିଦ୍ୟମାନ ଅଛନ୍ତି । ଭୁତାଣୁ ଅନୁଶୀଳନକୁ ଭାଇରୋଲୋଜି (virology) କୁହାଯାଏ ଯାହା ମାଇକ୍ରୋବାୟୋଲୋଜିର (microbiology) ଏକ ଶାଖା ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଧୁମ୍ ୨ ୨୦୦୬ ମସିହାରେ ମୁକ୍ତିଲାଭ କରିଥିବା ଏକ ହିନ୍ଦୀ ଆକ୍ସନ ଥ୍ରିଲର୍ କଥାଚିତ୍ର । ଏହି କଥାଚିତ୍ରଟିର ୟଶ୍ରାଜ୍ ଫିଲ୍ମସ୍ ବ୍ୟାନନରେ ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଆଦିତ୍ୟ ଚୋପ୍ରା ଏବଂ ୟଶ୍ ଚୋପ୍ରା । ନିର୍ଦ୍ଦେଶକ ସଞ୍ଜୟ ଗାଧବୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟିର ନିର୍ମାଣ ପାଇଁ ପାଖାପାଖି ୩୫ କୋଟି ଭାରତୀୟ ମୁଦ୍ରା ଖର୍ଚ୍ଚ ହୋଇଥିଲା । ଏହି କଥାଚିତ୍ରଟିର ହିନ୍ଦୀ କଥାଚିତ୍ର ଧୁମ୍ ସିରିଜ୍ର ୨ୟ ଭାଗ ଥିଲା, ଯାହାକି ୨୦୦୪ ମସିହାରେ ମୁକ୍ତିଲାଭ କରିଥିଲା । ପୂର୍ବ ଭାଗ ଭଳି ଏହି ଭାଗରେ ମଧ୍ୟ ଅଭିଶେକ ବଚ୍ଚନ ଏବଂ ଉଦୟ ଚୋପ୍ରା ଯଥାକ୍ରମେ ଜୟ ଦିକ୍ଷୀତ ଏବଂ ଅଲ୍ଲୀ ଖାନ୍ ନାମକ ପୋଲିସ ଅଫିସର ବନ୍ଧୁ ଭାବରେ କାର୍ଯ୍ୟ କରିଥିଲେ । ପୂର୍ବ ଭାଗର ଅଭିନେତ୍ରୀ ରିମି ସେନ୍ ମଧ୍ୟ ଅଭିଶେକ ବଚ୍ଚନଙ୍କର ପତ୍ନୀ ସୁଇଟ୍ଟି ଦିକ୍ଷୀତ ଭାବରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ହ୍ରିତିକ୍ ରୋଶନ, ଅଭିଶେକ ବଚ୍ଚନ, ଐଶ୍ୱର୍ଯ୍ୟା ରାୟ, ଉଦୟ ଚୋପ୍ରା ଏବଂ ବିପାଶ ବସୁ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ଭାରତ, ଡର୍ବାନ ଏବଂ ରିଓ ଦେ ଜନେରିଓରେ ସୁଟିଂ କରାଯାଇଥିଲା, ଯାହାକି ବ୍ରାଜିଲ୍ରେ ସୁଟିଂ କରାଯାଇଥିବା ଏକ ବଡ଼ ଭାରତୀୟ ଫିଲ୍ମ ଥିଲା । ଏହି କଥାଚିତ୍ରଟିର ବିତରକ ଏବଂ ପ୍ରଯୋଜକ ୟଶ୍ରାଜ୍ ଫିଲ୍ମସ୍ ଏହାର ପ୍ରଚାର ପାଇଁ ପେପେ ଜିନ୍ସ ଏବଂ କୋକା-କୋଲା ଭଳି ବଡ଼ ବଡ଼ ସଂସ୍ଥା ସହ କର୍ଯ୍ୟ କରିଥିଲେ । ୨୦୦୬ ମସିହାର ନଭେମ୍ବର ମାସ ୨୪ ତାରିଖରେ ଏହି କଥାଚିତ୍ରଟିର ଭାରତରେ ମୁକ୍ତିଲାଭ କରିଥିଲା ଏବଂ ୧୮୦୦ରୁ ଅଧିକ ପ୍ରେକ୍ଷାଳୟରେ ମୁକ୍ତିଲାଭ କରି ଭାରତୀୟ କଥାଚିତ୍ର ଜଗତରେ ଏହା ଏକ ଇତିହାସ ସୃଷ୍ଟି କରିଥିଲା । ଏହି କଥାଚିତ୍ରଟି ଏକା ସାଙ୍ଗରେ ତାମିଲ ଏବଂ ତେଲୁଗୁ ଭାଷାରେ ଡବିଂ କରାଯାଇ ମୁକ୍ତିଲାଭ କରିଥିଲା । ଗାୟକ ବିଜୟ ପ୍ରକାଶ ତାମିଲ ଭାଷାର ଡବିଂରେ ଏସିପି ଜୟ ଦୀକ୍ଷିତର ସ୍ୱର ଦେଇଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
କୋରାପୁଟ ସାହିତ୍ୟ ଉତ୍ସବ (ଇଂରାଜୀ: Koraput Literary Festival), ଏକ ଜାତୀୟ ବାର୍ଷିକ ସାହିତ୍ୟ ଉତ୍ସବ ଯାହା କୋରାପୁଟ, ଓଡ଼ିଶାରେ ପ୍ରତିବର୍ଷ ଅନୁଷ୍ଠିତ ହୋଇଥାଏ। ଏହା ଓଡ଼ିଆ ମିଡିଆ ପ୍ରାଇଭେଟ୍ ଲିମିଟେଡ୍ ଦ୍ବାରା କୋରାପୁଟର ଜନଜାତି ସଂଗ୍ରହାଳୟଠାରେ ଆୟୋଜିତ ହୋଇଥାଏ। ଏହି ଉତ୍ସବର ଦ୍ବିତୀୟ ସଂସ୍କରଣ ୨୦-୨୧ ଅକ୍ଟୋବର ୨୦୧୯ରେ ଅନୁଷ୍ଠିତ ହୋଇଯାଇଛି। ଏହି ଦୁଇଦିନିଆ ଜାତୀୟ ଉତ୍ସବରେ ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ, ଡୋଗ୍ରୀ ଲେଖକ ଲଳିତ ମଙ୍ଗୋତ୍ରା ଓ ଓଡ଼ିଶାର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଅତିଥି ଭାବରେ ଯୋଗ ଦେଇଥିଲେ। କୋରାପୁଟ ସାହିତ୍ୟ ଉତ୍ସବର ପ୍ରଥମ ସଂସ୍କରଣ ୨୫ ମାର୍ଚ୍ଚ ୨୦୧୮ରେ ଅନୁଷ୍ଠିତ ହୋଇଥିଲା। ଲେଖକ ଓ ସାମ୍ବାଦିକ ଶୁଭ୍ରାଂଶୁ ପଣ୍ଡା ହେଉଛନ୍ତି ଏ ଉତ୍ସବର ସଂସ୍ଥାପକ ଓ ନିର୍ଦ୍ଦେଶକ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଲଉଡ଼ି ନାଚ ବା ବାଡ଼ିଖେଳ ବା ଲଉଡ଼ି ଖେଳ ଓଡ଼ିଶାର ଯାଦବ (ଗୋପାଳ) ସମ୍ପ୍ରଦାୟଙ୍କର ପାରମ୍ପରିକ ନୃତ୍ୟ । କେତକ ସ୍ଥାନରେ ଏହାକୁ ଦାଣ୍ଡି ଖେଳ ମଧ୍ୟ କୁହାଯାଏ । ସାରା ଓଡ଼ିଶାର ଗୋପାଳ ସଂପ୍ରଦାୟ ଏହାକୁ ପାଳନ କରିଥାନ୍ତି । ଏହା ଓଡ଼ିଶାର ଏକ ପାରମ୍ପରିକ ଲୋକ କଳା । ଏହା ଯାଦବ ବହୁଳ ଉତ୍ତର ପ୍ରଦେଶରେ ମଧ୍ୟ ଦେଖାଯାଏ ନାହିଁ । କିପରି ଏକ ଭିନ୍ନ ସାମରିକ ଖେଳ ଓଡ଼ିଶାରେ ପ୍ରଚଳିତ ଥିଲା ଏବେ ବି ଏହାର ପୃଷ୍ଠଭୂମି ଅନେକଙ୍କୁ ଅଗୋଚର ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଜିଭ ପାଟି ତଳେ ଏକ ମାଂସପେସୀ ଯାହା ଖାଦ୍ୟ ଚୋବାଇବା ଏବଂ ଖାଇବାରେ ସାହାଯ୍ୟ କରେ , ଏହା ଆମର ସ୍ୱାଦ ଅନୁଭବ କରିବାର ପ୍ରଧାନ ଅଙ୍ଗ ଅଟେ , କାରଣ ଜିଭ ସ୍ୱାଦ ଅନୁଭବ କରିବାର ପ୍ରାଥମିକ ଅଙ୍ଗ, ଜିଭର ଉପର ସ୍ତର ପେପିଲା (papillae-ଶରୀର ଉପରେ ବା ଭିତରେ ବାହାରିଥିବା ଚୁଚକ ଭଳି ଏକ କ୍ଷଦ୍ର ଉଦଗତ ଅଶଂ ) ଏବଂ ସ୍ୱାଦ କଢି (taste buds)ମାନଙ୍କଦ୍ୱାରା ଆଚ୍ଛାଦିତ । ଜିଭର ଦ୍ୱିତୀୟ କାର୍ଯ୍ୟ ହେଲା ସ୍ୱର ନିୟନ୍ତ୍ରଣ କରିବା ,ଏହା ବହୁତ sensitive(ସୂଖ୍ମ ପାର୍ଥକ୍ଯ ସଙ୍ଗେସଙ୍ଗେ ପହଂଚାଏ) ଏବଂ ଲାଳଦ୍ୱାରା ସାମାନ୍ୟ ଆର୍ଦ୍ର ରହିଥାଏ । ଏଥି ସହିତ ଏହାକୁ ଏପଟେ -ସେପଟେ ବୁଲେଇବା ପାଇଂ ଏଥିରେ ବହୁତ ଗୁଡିଏ ସ୍ନାୟୁ (ସୂଖ୍ମ ଶିରା ବା ସୂଖ୍ମ ତନ୍ତୁ) ଓ ରକ୍ତ ବାହୀକା ଅବସ୍ଥିତ । ଏତତ୍ ବ୍ୟତିତ ଜିଭ ଦାନ୍ତ ସଫା କରିବାର ପ୍ରାଥମିକ ମାଧ୍ୟମ ଅଟେ ।
ଆଗରୁ ଏକ ଭାଷାକୁ ଅନୁଦିତ ହୋଇଥିବା ଏକ ଦେଶ ବା ଅଞ୍ଚଳର (ଲାଟିନ ଲୋକସ ଏବଂ ଇଂରାଜୀ ଲୋକାଲ; "ଏକ ଘଟଣା ଘଟୁଥିବା ସ୍ଥାନ କିମ୍ବା ଆଗରୁ ସୂଚିତ ସ୍ଥାନ) କୌଣସି ବସ୍ତୁକୁ ଗ୍ରହଣ କରିବାକୁ ଭାଷା ଲୋକାଲାଇଜେସନ କୁହାଯାଏ । ବିଭିନ୍ନ ନିର୍ଦ୍ଦିଷ୍ଟ ବଜାରରେ ଥିବା ତଫାତ ନିମନ୍ତେ ଥିବା ଏକ ବିଶାଳ ବ୍ୟବସ୍ଥା ଇଣ୍ଟରନ୍ୟାସନାଲାଇଜେସନ ଏବଂ ଲୋକାଲାଇଜେସନର ବସ୍ତୁ/ଉତ୍ପାଦ ଅନୁବାଦ ଓ ଚଳଣିଗତ ଗ୍ରହଣ (ବିଭିନ୍ନ ଦେଶ, ଅଞ୍ଚଳ ଓ ଦଳ) ସକାଶେ ଏହା ଦ୍ୱିତୀୟ ସୋପାନ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସମ୍ବିଧାନର ଧାରା ୩୭୦ ଜାମ୍ମୁ-କାଶ୍ମୀର ରାଜ୍ୟକୁ ଏକ ବିଶେଷ ରାଜ୍ୟର ମାନ୍ୟତା ଦେଇଥିଲା । ସମ୍ବିଧାନର ଭାଗ ୨୧ "ବିଶେଷ ଓ ସମାୟିକ ପ୍ରାବଧାନ" ଅନ୍ତର୍ଭୁକ୍ତ ଧାରା ୩୭୦ଦ୍ୱାରା ଜାମ୍ମୁ କାଶ୍ମୀର ରାଜ୍ୟକୁ ବିଶେଷ ରାଜ୍ୟର କ୍ଷମତା ମିଳିଥିଲା । ଏହା ଯୋଗୁଁ ଜାମ୍ମୁ-କାଶ୍ମୀର ରାଜ୍ୟର ନିଜସ୍ୱ ସମ୍ବିଧାନ ତଥା ଜାତୀୟ ପତାକା ରହିଥିଲା । ଏହି ଧାରା ଜାମ୍ମୁ-କାଶ୍ମୀରର ସମ୍ବିଧାନ ପ୍ରଣୟନ ସଭାକୁ ଭାରତୀୟ ସମ୍ବିଧାନର ଯେ କୌଣସି ପ୍ରାବଧାନ ଜାମ୍ମୁ-କାଶ୍ମୀର ପ୍ରତି ପ୍ରଯୁଜ୍ୟ କରିବା କିମ୍ବା ଧାରା ୩୭୦କୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରିବାର କ୍ଷମତା ଦେଇଥିଲା । କିନ୍ତୁ ଜାମ୍ମୁ-କାଶ୍ମୀର ସମ୍ବିଧାନ ପ୍ରଣୟନ ସଭା ଏହି ଧାରାକୁ ନିଷିଦ୍ଧ କରିବା ପୂର୍ବରୁ ହିଁ ଭଙ୍ଗ କରିଦିଆଯାଇଥିଲା । ଫଳରେ ଏହି ଧାରା ଭାରତୀୟ ସମ୍ବିଧାନ ଏକ ସ୍ଥାୟୀ ଅଙ୍ଗ ରୂପେ ଗୃହୀତ ହୋଇଥିଲା । ଏହି ଧାରାକୁ ୨୦୧୯ ଅଗଷ୍ଟ ୫ ତାରିଖରୁ ନିଷିଦ୍ଧ କରିଦିଆଯାଇଛି । ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଅଗଷ୍ଟ ୫ ଦିନ ଏକ ଆଦେଶନାମା ଜାରୀ କରି ପୂର୍ବତନ ସମସ୍ତ ଆଦେଶକୁ ନାକଚ କରିବା ସହ ଭାରତୀୟ ସମ୍ବିଧାନର ସମସ୍ତ ନିୟମ ଜାମ୍ମୁ-କାଶ୍ମୀର ପ୍ରତି ପ୍ରଯୁଜ୍ୟ ହେବ ବୋଲି ଘୋଷଣା କରିଥିଲେ । ସଂସଦର ଅନୁମୋଦନ ପରେ ସେ ଧାରା ୩୭୦ର ସମସ୍ତ ନିୟମ ଅଚଳ ହେବାର ଘୋଷଣା କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଟିକଟକ, ଯାହା ଡଇନ (ଚୀନ: 抖音; ପିନଇନ : Dǒuyīn; ଆକ୍ଷରିକ ଅର୍ଥ: 'ଶବ୍ଦ କମ୍ପନ') ନାମରେ ମଧ୍ୟ ଚୀନରେ ଜଣାଶୁଣା ଏକ ଆଣ୍ଡ୍ରୋଏଡ ଏବଂ ଆଇଓଏସ ଆପ ବା ଆପ୍ଲିକେସନ, ଯେଉଁଥିରେ ଛୋଟ ଛୋଟ ସମୟର ଅବଧିଯୁକ୍ତ ଭିଡିଓ ତିଆରି କରାଯାଇ ବଣ୍ଟା ଯାଇଥାଏ । ତିନିରୁ ପନ୍ଦର ସେକେଣ୍ଡ ସମୟ ବିଶିଷ୍ଟ ସଙ୍ଗୀତ ଭିଡିଓ ତିଆରି ହୋଇଥାଏ ଏବଂ ବାରମ୍ବାରତା ଛୋଟ ଭିଡିଓ ୩ରୁ ୬୦ ସେକେଣ୍ଡର ତିଆରି ହୋଇଥାଏ ।ଏହା ବାଇଟଡ୍ୟାନ୍ସ ନାମକ ଏକ କମ୍ପାନୀଦ୍ୱାରା ପରିଚାଳିତ । ଚୀନରେ ସେପ୍ଟେମ୍ବର ମାସ ୨୦୧୬ ମସିହାରେ ଏହା ପ୍ରଥମେ ଡଇନ ନାମରେ ଆରମ୍ଭ ହୋଇଥିଲା ଏବଂ ଅନ୍ୟ ଦେଶର ବଜାରଗୁଡିକୁ ଏକବର୍ଷ ପରେ ଟିକଟକ ନାମରେ ଛଡ଼ା ଯାଇଥିଲା । ଅକ୍ଟୋବର ମାସ ୨୦୧୮ରେ ଏହି ଆପଟି ଯୁକ୍ତରାଷ୍ଟ୍ରରେ ସବୁଠାରୁ ଅଧିକ ଡାଉନଲୋଡ଼ କରାଯାଇଥିଲା । ୨୦୧୮ ମସିହା ସୁଦ୍ଧା ଏହା ୧୫୦ଟି ଦେଶରେ, ୭୫ଟି ଭାଷାରେ ଉପଲବ୍ଧ ଅଟେ । ଜୁଲାଇ ମାସ ୨୦୧୮ ମସିହାରେ ଏହାର ୫୦ କୋଟିରୁ ଅଧିକ ଗ୍ରାହକ ଥିଲେ ।
ଫର୍ମୁଲା ୱାନ୍ ବା ଫର୍ମୁଲା-୧ (ଇଂରାଜୀରେ Formula One ବା Formula 1 ବା F1,ଇଂରାଜୀ ଉଚ୍ଚାରଣ ଫୋର୍ମ୍ୟୁଲା ୱନ୍) ବିଶ୍ୱର ସର୍ବୋତ୍କୃଷ୍ଟ ଓ ବ୍ୟୟବହୁଳ ମୋଟର ଦୌଡ଼ ପ୍ରତିଯୋଗିତା । ଦୌଡ଼ରେ ଭାଗ ନେଉଥିବା ଏହି ଖୋଲା ଚାରି-ଚକିଆ ମୋଟର ଗାଡ଼ିଗୁଡ଼ିକରେ ଜଣେ ଚାଳକ ବସିପାରୁଥିବା ଭଳି ବ୍ୟବସ୍ଥା ଥାଏ ଓ ଏମାନେ ଅତି ଦ୍ରୁତ ବେଗରେ ଗତି କରନ୍ତି । ଅନ୍ତର୍ଜାତୀୟ ଅଟୋମୋବାଇଲ୍ ମହାସଂଘ (Fédération Internationale de l'Automobile – FIA) ଏହି ଦୌଡ଼ ପ୍ରତିଯୋଗିତାର ନିୟମ ପ୍ରଣୟନ, ସଞ୍ଚାଳନ ଓ ନିୟନ୍ତ୍ରଣ କରିଥାଏ । ୧୯୫୦ ମସିହାରେ ପ୍ରଥମେ ଏହି ମୋଟର ଦୌଡ଼ ଆୟୋଜିତ ହୋଇଥିଲା ଏବଂ ତାହା ପରଠାରୁ ଏହି ପ୍ରତିଯୋଗିତାକୁ ଉଚ୍ଚତମ ମାନର ମୋଟର ଦୌଡ଼ ପ୍ରତିଯୋଗିତା ଭାବେ ବିବେଚନା କରାଯାଇଥାଏ । ଅନ୍ତର୍ଜାତୀୟ ଅଟୋମୋବାଇଲ୍ ମହାସଂଘଦ୍ୱାରା ପ୍ରଣିତ ନିୟମାବଳୀକୁ ଫର୍ମୁଲା (ଯାହା ସବୁ ନିର୍ମାତା ଓ ଚାଳକ ମାନିବାକୁ ବାଧ୍ୟ) ଏବଂ ମାନରେ ଉତ୍କୃଷ୍ଟତା ପାଇଁ କ୍ରମାଙ୍କ ୧କୁ ମିଶାଇ ଏହି ମୋଟର ଦୌଡ଼କୁ ଫର୍ମୁଲା-୧ ବୋଲି କୁହାଯାଇଥାଏ । ପ୍ରତିବର୍ଷ ହେଉଥିବା ମୋଟର ଦୌଡ଼ ପ୍ରତିଯୋଗିତାକୁ “ଫର୍ମୁଲା-୧ କ୍ରୀଡ଼ାବର୍ଷ” ବା “ଫର୍ମୁଲା-୧ ସିଜନ୍” ବୋଲି କୁହାଯାଏ । ଗୋଟିଏ କ୍ରୀଡ଼ାବର୍ଷରେ ଅନେକ ଦେଶରେ ଗୋଟିଏ ଲେଖାଏଁ ମୋଟର ଦୌଡ଼ ଅନୁଷ୍ଠିତ ହୁଏ ଯାହାକୁ ଗ୍ରାଁ-ପ୍ରି (ଇଂରାଜୀରେ Grands Prix) ବୋଲି କୁହାଯାଏ । ଏହି ଦୌଡ଼ ପାଇଁ ସ୍ୱତନ୍ତ୍ର ଭାବେ ନିର୍ମିତ ଦୌଡ଼ ପରିକ୍ରମଣ ସଡ଼କ (ରେସିଂ ସର୍କିଟ୍) କିମ୍ବା କିଛି ଦେଶରେ ସାଧାରଣ ଯାତାୟତ ପାଇଁ ଉଦ୍ଦୀଷ୍ଟ ସଡ଼କ ବ୍ୟବହୃତ ହୋଇଥାଏ । ପ୍ରତିଟି ଦୌଡ଼ରେ ଚାଳକ ଓ ଇଞ୍ଜିନ୍ ନିର୍ମାତାଙ୍କ ଗାଡ଼ି କେଉଁ ସ୍ଥାନରେ ରହିଲା – ତାହାକୁ ଭିତ୍ତି କରି ପଏଣ୍ଟ୍ ପ୍ରଦାନ କରାଯାଏ । କ୍ରୀଡ଼ାବର୍ଷ ଶେଷରେ ସର୍ବାଧିକ ପଏଣ୍ଟ୍ ହାସଲ କରିଥିବା ଗାଡ଼ି ଚାଳକ ଓ ଗାଡ଼ି ନିର୍ମାତାଙ୍କୁ ବିଜେତା ଘୋଷିତ କରାଯାଏ । ପ୍ରତି କ୍ରୀଡ଼ାବର୍ଷରେ ଏହିପରି ଦୁଇଟି ବାର୍ଷିକ ବିଜେତା ପୁରସ୍କାର ପ୍ରଦାନ କରାଯାଏ । ପ୍ରତିଟି ଦୌଡ଼ରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଥିବା ଗାଡ଼ି ଚାଳକଙ୍କୁ ସେହି ଦୌଡ଼ ଶେଷରେ ସମ୍ମାନିତ କରାଯାଏ । ପ୍ରତି ଗାଡ଼ି ଚାଳକଙ୍କ ପାଖରେ ମହାସଂଘ ପ୍ରଦତ୍ତ ଓ ବୈଧ ବିଶେଷ ଅନୁମତି ପତ୍ର (ଏଫ୍. ଆଇ. ଏ.
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ ଗୋଦାବରୀଶ ମିଶ୍ରଙ୍କର ଆତ୍ମଜୀବନୀ ଅଟେ । ପୁସ୍ତକଟି ୧୯୬୩ମସିହାରେ ଗ୍ରନ୍ଥମନ୍ଦିରଦ୍ୱାରା ପ୍ରକାଶିତ ହୋଇଥିଲା । ଏହି ବହି ପାଇଁ ୧୯୬୧ରେ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ଦିଆଯାଇଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ବିଜୟ ମିଶ୍ର (ଜନ୍ମ ୧୬ଜୁଲାଇ ୧୯୩୬) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଛନ୍ତି । ଶ୍ରୀ ମିଶ୍ର, ଏଯାବତ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିସାରିଛନ୍ତି । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ଫୁଲ ମଧ୍ୟରେ ଆକର୍ଷଣର କେନ୍ଦ୍ରବିନ୍ଦୁ ଗୋଲାପ । ଗୋଲାପ ହେଉଛି ବର୍ଷବ୍ୟାପୀ ବଞ୍ଚିପାରୁଥିବା ଏକ ଦୀର୍ଘସ୍ଥାୟୀ ପୁଷ୍ପ ଉଦ୍ଭିଦ ।ଏହା ରୋଜା ପ୍ରଜାତିର ଏବଂ ରୋଜାସି ପରିବାର ଅନ୍ତର୍ଭୁକ୍ତ । ୧୦୦ଟି ସମଜାତୀୟ ଗୋଲାପ ବର୍ଗ ମଧ୍ୟରେ କେବଳ ରଙ୍ଗର ଭିନ୍ନତା ଦେଖିବାକୁ ମିଳେ । ରୋଜ୍ର ନାମକରଣ ଫରାସୀ ଭାଷାରୁ ହେଇଛି, ଯାହାକି ମୂଳ ଲାଟିନ୍ ଭାଷାର ରୋଜା ଶବ୍ଦରୁ ଉଦ୍ଭବ ।ରୋଜା ଶବ୍ଦ ଗ୍ରୀକ ଭାଷାର ରୋଡିୟମରୁ ଆସିଥିବାର ଜଣାଯାଏ । ଗୋଲାପର ସୌନ୍ଦର୍ଯ୍ୟ ଓ ସୌରଭ ବିଶ୍ୱର ସବୁଆଡେ ବ୍ୟାପକ ଭାବେ ଆଦୃତି ଲାଭ କରାଇଛି । ଅଧିକାଂଶ ଗୋଲାପର ଉତ୍ପତ୍ତି ଏସିଆରୁ ହୋଇଛି ।
ବାଞ୍ଛାନିଧି ମହାନ୍ତି ଜଣେ ସ୍ୱାଧୀନତା ସଂଗ୍ରାମୀ ଏବଂ କବି । ତାଙ୍କ ଜୀବନର ଦୁଇଟି ଲକ୍ଷ୍ୟ ଥିଲା; ପ୍ରଥମଟି ହେଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଓ ଦ୍ୱିତୀୟଟି ହେଲା ସାମ୍ରାଜ୍ୟବାଦୀ ଫିରିଙ୍ଗି ଶାସନର ଅବସାନ । ସେ ସ୍ୱାଧୀନତା ଆନ୍ଦୋଳନ ପାଇଁ ଅନେକ ଦେଶାତ୍ମବୋଧକ ଗୀତ ରଚନା କରି ନିଜେ ଗାନ କରିଥିଲେ, ଫଳରେ ଆଖପାଖରେ ଲୋକମାନେ ତାଙ୍କ ଗୀତ, କବିତା ଆଦିଦ୍ୱାରା ଆକୃଷ୍ଟ ହୋଇ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରିଥିଲେ । ଅସହଯୋଗ ଆନ୍ଦୋଳନ ସମୟରେ ତାଙ୍କର ସଙ୍ଗୀତ କଂଗ୍ରେସ ଭାବ ପ୍ରଚାର କରିବାରେ ବହୁତ ସାହାଯ୍ୟ କରିଥିଲା । ତାଙ୍କ ରଚିତ ଦୁଃଖିନୀ କନିକା ଗୀତଟି ଜନାଦୃତ । ସେ ଜାତୀୟତାଭରା ଗୀତ ଗାଇ ଗାଇ ଗାଁ ଗାଁରେ ବୁଲୁଥିବାରୁ ତାଙ୍କୁ ଜାତୀୟ କବି ବୋଲି ପରିଚୟ ମିଳିଥିଲା । ସାଙ୍ଗେ ସାଙ୍ଗେ ଗୀତ ଲେଖି ବାଟେଘାଟେ ଗାଉଥିଲେ ବୋଲି ତାଙ୍କୁ ମଧ୍ୟ ଚାରଣ କବି କୁହାଯାଉଥିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।