ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ରୋଜେସା (ଇଂରାଜୀ ଭାଷାରେ Rosacea) ଏକ କ୍ରନିକ ବା ଦୀର୍ଘକାଳୀନ (long-term) ରୋଗ ଯେଉଁଥିରେ ମୁହଁର ଚର୍ମ (skin condition) ପ୍ରଭାବିତ ହୁଏ । ଏହି ରୋଗ ହେବା ଫଳରେ ମୁଖ ଲାଲ ରଙ୍ଗ (redness), ବ୍ରଣ (pimple)s, ଇଡିମା (swelling), ଓ ଟେଲାଞ୍ଜିଏକ୍ଟାସିସ (small and superficial dilated blood vessels) ଇତ୍ୟାଦି ଦେଖାଯାଏ । ଅଧିକାଂଶ ସମୟରେ ନାକ, ଗାଲ ଓ ଥୋଡ଼ିରେ ଏହା ଦେଖାଯାଏ । ସାଂଘାତିକ ରୋଗରେ ନାକ ବଡ଼ ହୋଇଯାଇ ଲାଲ ଦେଖାଯାଏ ଯାହାକୁ ରାଇନୋଫାଇମା (Rhinophyma) କୁହାଯାଏ ।ରୋଜେସା ରୋଗର କାରଣ ଅଦ୍ୟାବଧି ଅଜ୍ଞାତ ଅଛି । ପରିବାରର ଲୋକଙ୍କର ପୂର୍ବରୁ ଏହି ରୋଗ ଥିଲେ ଅନ୍ୟମାନଙ୍କର ଏହି ରୋଗ ସଙ୍କଟ ରହିପାରେ । କେତେକ କାରକ ଏହି ରୋଗକୁ ସାଂଘାତିକ କରିବା ସମ୍ଭାବନା ରହେ; ସେମାନଙ୍କର ନାମ ଉତ୍ତାପ, ବ୍ୟାୟାମ, ସୂର୍ଯ୍ୟାଲୋକ, ଥଣ୍ତା, ମସଲାପୂର୍ଣ୍ଣ ଖାଦ୍ୟ, ଆଲକୋହୋଲ, ଋତୁବନ୍ଦ, ମାନସିକ ଚାପ (psychological stress) ଓ କର୍ଟିକୋସ୍ଟିରଏଡ କ୍ରିମ (steroid cream) । ଲକ୍ଷଣ ଦେଖି ରୋଗ ନିର୍ଣ୍ଣୟ କରାଯାଇପାରେ । ଏହି ରୋଗର ଲକ୍ଷଣ ଉପଶମ ନିମନ୍ତେ ଚିକିତ୍ସା କରାଯାଏ । ମେଟ୍ରୋନିଡାଜୋଲ ଡକ୍ସିସାଇକ୍ଲିନ ଓ ଟେଟ୍ରାସାଇକ୍ଲିନ ଆଦି ଆଣ୍ଟିବାୟୋଟିକ ଦେଇ ଏହାର ଚିକିତ୍ସା କରାଯାଏ । ଆଖିରେ ରୋଗ ହେଲେ ଆଜିଥ୍ରୋମାଇସିନ ଆଖି ଡ୍ରପ ପକାଯାଏ । ବ୍ରିମୋନିଡିନ (brimonidine) କ୍ରିମ, ଆଇଭରମେକ୍ଟିନ କ୍ରିମ (ivermectin) ଓ ଆଇସୋଟ୍ରେଟିନଏନ (isotretinoin) ଆଦି ଔଷଧ ମଧ୍ୟ ଉପକାର କରେ । ଡର୍ମାବ୍ରାସନ (Dermabrasion) ବା ଲେଜର ଅପରେଶନ (laser surgery) ମଧ୍ୟ କରାଯାଏ । ସନସ୍କ୍ରିନ (sunscreen) ବ୍ୟବହାର କରିବାକୁ ଉପଦେଶ ଦିଆଯାଏ । ଜନସଂଖ୍ୟାର ୧ରୁ ୧୦% ଲୋକ ରୋଜେସା ରୋଗରେ ଆକ୍ରାନ୍ତ ହୁଅନ୍ତି । ଏହି ରୋଗୀଙ୍କ ବୟସ ୩୦ରୁ ୫୦ ବର୍ଷ ମଧ୍ୟରେ ଥାଏ ଓ ମହିଳାମାନେ ଆକ୍ରାନ୍ତ ହୁଅନ୍ତି । ଏହି ରୋଗ ମୂଖ୍ୟତଃ କକେସିଆନମାନଙ୍କୁ (Caucasians) ହୁଏ । ସନ ୧୩୦୦ରେ ପ୍ରକାଶିତ କାଣ୍ଟରବେରି (Canterbury Tales) ଗଳ୍ପମାଳାରେ ଏହି ରୋଗର ଉଲ୍ଲେଖ ଅଛି ଓ ଖ୍ରୀ:ପୂ: ୨୦୦ରେ ଥିଓକ୍ରାଇଟସଙ୍କଦ୍ୱାରା (Theocritus) ମଧ୍ୟ ରଚିତ ହୋଇଥାଇପାରେ ।
ଆଲୋପେସିଆ ଏରିଆଟା (ଇଂରାଜୀ ଭାଷାରେ Alopecia areata, also known as spot baldness) ଏକ ବେମାରୀ ଯେଉଁଥିରେ ଦେହର ଯେ କୌଣସି ଗୋଟିଏ ବା ସବୁ ସ୍ଥାନରୁ ବାଳ ଝଡ଼ିଯାଏ (hair is lost) । ଅଧିକାଂଶ ସମୟରେ ମୁଣ୍ଡ ଉପରେ ମୁଦ୍ରା ଆକାରର କିଛି ସ୍ଥାନ ନଣ୍ଡା (bald spots) ଦେଖାଯାଏ । ଏହି ବେମାରୀ ଯୋଗୁ ମାନସିକ ଚାପ (Psychological stress) ବୃଦ୍ଧି ପାଏ । ଏହି ଲୋକମାନେ ସାଧାରଣତଃ ସୁସ୍ଥ ରହନ୍ତି । କେତେକ ଲୋକଙ୍କର ବାଳ ଶୂନ୍ୟ ମଥା (all the hair on the scalp) ବା ବାଳ ଶୂନ୍ୟ ଶରୀର (all body hair is lost) ହୋଇଯାଏ ଓ ଏହା ସ୍ଥାୟୀ ହୋଇ ରହେ ।ଆଲୋପେସିଆ ଏରିଆଟା ଏକ ଅଟୋଇମ୍ମ୍ୟୁନ (autoimmune disease) ରୋଗ ହୋଇଥିବା ବିଶ୍ୱାସ କରାଯାଏ । ରୋଗର ପାରିବାରିକ ଇତିହାସ ଥିଲେ ରୋଗ ସଙ୍କଟ ଅଧିକ ରହେ । ଜମଜ ସନ୍ତାନ (identical twins) ମଧ୍ୟରୁ ଜଣକର ଏହି ରୋଗ ଥିଲେ ଅନ୍ୟ ଜଣକର ୫୦% ରୋଗ ସମ୍ଭାବନା ଥାଏ । ଅଟୋଇମ୍ମ୍ୟୁନ ରୋଗରେ ଶରୀର ନିଜ ଦେହର ନିର୍ଦ୍ଦିଷ୍ଟ କୋଷମାନଙ୍କୁ ଚିହ୍ନି ପାରେ ନାହିଁ: ଫଳରେ ଇମ୍ମ୍ୟନ ପରିଚାଳିତ ହୋଇ ରୁମ ଫଲିକଲ (hair follicle) ନଷ୍ଟ ହୋଇଯାଏ ।ଅଧୁନା ଏହି ରୋଗ ଆରୋଗ୍ୟସାଧ୍ୟ ନୁହେଁ । କର୍ଟିଜୋନ (cortisone) ଇଞ୍ଜେକସନ ଦେଇ ବାଳର ଦୃତ ପୁନଃ ଗଠନ ନିମନ୍ତେ ଚେଷ୍ଟା କରାଯାଉଛି । ସନସ୍କ୍ରିନ (Sunscreen, ଗରମ ବା ଥଣ୍ଡାରୁ ରକ୍ଷା ପାଇବା ନିମନ୍ତେ ମଥା ଘୋଡ଼ଣୀ ବ୍ୟବହାର ଓ ଭୃଲତା (eyelashes) ଉପୁଡ଼ି ଯାଇଥିଲେ ଚଷମା (glasses) ପିନ୍ଧିବାକୁ ଉପଦେଶ ଦିଆଯାଏ । କେତେକ ରୋଗୀଙ୍କର ବାଳ ଉଠିଯାଏ ଓ ଏଭଳି କ୍ଷେତ୍ରରେ ଆଉ ଥରେ ନଷ୍ଟ ହୁଏନାହିଁ । ଅନ୍ୟମାନଙ୍କ କ୍ଷେତ୍ରେ ବର୍ଷାଧିକ କାଳ ପରେ ବାଳ ଉଠେ । ଯୁକ୍ତରାଷ୍ଟ୍ର ଆମେରିକାର ୨% ଲୋକ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି । ପିଲା ଦିନୁ ଏହା ଆରମ୍ଭ ହୋଇଯାଏ । ପୁରୁଷ ଓ ମହିଳାମାନେ ସମ ଭାବରେ ଆକ୍ରାନ୍ତ ହୁଅନ୍ତି । ଏଥିରେ ଆୟୁଷର (life expectancy) ପରିବର୍ତ୍ତନ ହୁଏନାହିଁ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଗୌରହରି ଦାସ (୯ ଅକ୍ଟୋବର୍, ୧୯୬୦ ମସିହା) ଓଡ଼ିଆ ଭାଷାରେ ଗଳ୍ପ, ଉପନ୍ୟାସ, ନାଟକ ଓ ସ୍ତମ୍ଭ ଲେଖୁଥିବା ଲେଖକ। ୧୯୬୦ ମସିହାରେ ଅବିଭକ୍ତ ବାଲେଶ୍ୱର ଓ ବର୍ତ୍ତମାନର ଭଦ୍ରକ ଜିଲ୍ଲା ଅଧୀନ ଷଣ୍ଢଗଡ଼ାରେ ତାଙ୍କର ଜନ୍ମ। ହାଇସ୍କୁଲ୍ରେ ପଢ଼ିଲା ବେଳେ ତାଙ୍କର ପ୍ରଥମ ଗଳ୍ପ "କ୍ଷୀଣାଲୋକ" ପ୍ରକାଶ ପାଇଥିଲା। ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି। ସଂପ୍ରତି ସେ ଓଡ଼ିଆ ଖବରକାଗଜ "ସମ୍ବାଦ"ର ସାହିତ୍ୟ ସମ୍ପାଦକ ଏବଂ "କଥା" ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରିବା ସହ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଆ ଆଣ୍ଡ କଲ୍ଚର ଅଧ୍ୟକ୍ଷ ଦାୟିତ୍ୱରେ ଅଛନ୍ତି । ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଅଛନ୍ତି।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
Nephrozoa ଭାରତୀୟ କଲରାପତରିଆ ବାଘ (ଇଂରାଜୀରେ Indian leopard ଓ ଜୀବବିଜ୍ଞାନ ନାମ Panthera pardus fusca) ଭାରତୀୟ ଉପମହାଦେଶରେ ଦେଖାଯାଉଥିବା କଲରାପତରିଆ ବାଘଙ୍କର ଏକ ଉପପ୍ରଜାତି । ପରିବାସ ନଷ୍ଟ, ବିଖଣ୍ଡନ, ଶିକାର, ମନୁଷ୍ୟଙ୍କ ସହ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେବାରୁ ହତ୍ୟା, ଅବୈଧ ବ୍ୟବସାୟ ବଢ଼ି ଦିନକୁ ଦିନ ସଂଖ୍ୟା ହ୍ରାସ ପାଉଥିବାରୁ IUCN ସଂରକ୍ଷଣ ତାଲିକାରେ କଲରାପତରିଆ ବାଘକୁ ସଙ୍କଟାଭିମୁଖୀ (Vulnerable) ପ୍ରଜାତିରେ ସ୍ଥାନିତ କରାଯାଇଛି ।ଭାରତୀୟ ଉପମହାଦେଶର ବଡ଼ ବିଡ଼ାଳମାନଙ୍କ ମଧ୍ୟରେ ଏସୀୟ ସିଂହ, ମହାବଳ ବାଘ, ହିମ କଲରାପତ୍ରିଆ ବାଘ, ମେଘଛାପ ବାଘ ତଥା ଭାରତୀୟ କଲରାପତରିଆ ବାଘ ପ୍ରମୁଖ ।୨୦୧୪ ମସିହାରେ ଜାତୀୟ ସ୍ତରରେ ଉତ୍ତର-ପୂର୍ବ ଭାରତକୁ ଛାଡ଼ି ଭାରତର ଅନ୍ୟ ସବୁ ବାଘଙ୍କ ପରିବାସରେ କେତେ କଲରାପତ୍ରିଆ ବାଘ ରହୁଛନ୍ତି ତାହାର ଏକ ଗଣନା କରାଯାଇଥିଲା । ସର୍ବେକ୍ଷଣ କରାଯାଇଥିବା ଅଞ୍ଚଳରେ ୭୯୧୦ ଓ ସମଗ୍ର ଭାରତରେ ୧୨୦୦୦ରୁ ୧୪୦୦୦ କଲରାପତରିଆ ବାଘ ରହିଥିବାର ଅନୁମାନ କରାଯାଇଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ପରମ୍ପରା ଅନୁଯାୟୀ ପ୍ରତ୍ୟେକ ବର୍ଷ ମାଘ ପୂର୍ଣ୍ଣିମାରେ ଶ୍ରୀବିଗ୍ରହମନଙ୍କର ଗଜ ଉଦ୍ଧାରଣ ବେଶ ହୁଏ। ଗବେଷକ ପଦ୍ମଶ୍ରୀ ସଦାଶିବ ରଥଶର୍ମାଙ୍କ ମତରେ ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ। ଏହାପରେ କିଛି ବର୍ଷ ପାଇଁ ଏ ବେଶ ହୋଇନଥିଲା। ଖୀଷ୍ଟାବ୍ଦ ୧୫୭୫ରେ ରାମଚନ୍ଦ୍ର ଦେବ ଏହି ବେଶର ପୁନଃ ପ୍ରଚଳନ କରାଇଥିଲେ। ମାଘ ପୂର୍ଣ୍ଣମୀ ଦିନ ଶ୍ରୀଜୀଉମାନଙ୍କ ମଧ୍ୟାହ୍ନ ଧୂପ ସରି ମଇଲମ ହେବା ପରେ ତିନି ବାଡ଼ରେ ଗଜ ଉଦ୍ଧାରଣ ବେଶ ହୁଏ। ଭିତରଛୁ,ତଳିଛୁ,ପୁଷ୍ପାଳକ,ନିଯୋଗୀ ଖୁଣ୍ଟିଆ ଓ ମେକାପମାନଙ୍କ ସହଯୋଗରେ ଏହି କାର୍ଯ୍ୟ ସମ୍ପାଦିତ ହୁଏ। ଠାକୁରମାନେ ଏହି ବେଶରେ ଚୁଳ, କିରୀଟ,କର୍ଣ୍ଣକୁଣ୍ଡଳ, ସୂର୍ଯ୍ୟଚନ୍ଦ୍ର,ଅଣ୍ଟାପଟି,ହାତ,ଦାରୁବନ୍ଧ,ଶଙ୍ଖ, ଚକ୍ର,ଗଦା,ପଦ୍ମ,ହଳ ଓ ମୂଷଳ ପ୍ରଭୃତି ଲାଗି ହୁଅନ୍ତି। ବିଶ୍ୱାସ କରାଯାଏ, ଗଜ ଉଦ୍ଧାରଣ ବେଶ ଦର୍ଶନ କରି ଭକ୍ତିର ସହିତ ଗଜେନ୍ଦ୍ର ସ୍ତୁତି ପାଠ କଲେ ଅପାର ପୁଣ୍ୟ ଲାଭ ହୁଏ। ୧୯୪୭ ପୂର୍ବରୁ ପ୍ରତିବର୍ଷ ଭାଦ୍ରବ କୃଷ୍ଣ ତ୍ରୟୋଦଶୀ ତିଥିରେ ଜଗନ୍ନାଥଙ୍କର ଏହି ବେଶ ହେଉଥିଲା । ଏହି ବେଶରେ କୃଷ୍ଣ ଗିରି ଗୋବର୍ଦ୍ଧନ ପାହାଡ଼କୁ ଟେକି ଧରିଥିବା ଦୃଶ୍ୟ ଦେଖିବାକୁ ମିଳେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ ବିକ୍ରମ ଲ୍ୟାଣ୍ଡରଟି ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା। ଅର୍ବିଟର ଜରିଆରେ ପ୍ରାପ୍ତ ଥର୍ମାଲ୍ ଅପଟିକାଲ ଚିତ୍ରକୁ ଅନୁଧ୍ୟାନ କରି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଙ୍ଗ୍ କରିଛି ବୋଲି ବୋଲି ଇସ୍ରୋ ମୂଖ୍ୟ କେ.
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ରମେଶ ପ୍ରସାଦ ମହାପାତ୍ର (୧ ଅକ୍ଟୋବର ୧୯୩୯ – ୧୪ ଜାନୁଆରୀ ୧୯୮୯) ଜଣେ ପ୍ରତ୍ନତତ୍ତ୍ୱବିଦ୍ ଓ ଓଡ଼ିଶା ଅଧ୍ୟୟନର ଗବେଷକ ଥିଲେ । ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ପ୍ରତ୍ନତତ୍ତ୍ୱ ବିଭାଗରେ ସନ ୧୯୬୩ରୁ ୧୯୮୯ ପର୍ଯ୍ୟନ୍ତ ସେ କ୍ୟୁରେଟର ଥିଲେ । ସେହି ସମୟରେ ପ୍ରତ୍ନତତ୍ତ୍ୱ କ୍ଷେତ୍ର, କଳା ଇତିହାସ, ଧର୍ମ ଓ ଓଡ଼ିଶା ସଂସ୍କୃତିର ଅନ୍ୟାନ୍ୟ ଦିଗମାନଙ୍କ ଉପରେ ଐତିହାସିକ ଗବେଷଣା କରି ଅନେକ ମହତ୍ତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
କାର୍ତ୍ତିକ ପୂର୍ଣ୍ଣମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ୱକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଫର୍ମୁଲା ୱାନ୍ ବା ଫର୍ମୁଲା-୧ (ଇଂରାଜୀରେ Formula One ବା Formula 1 ବା F1,ଇଂରାଜୀ ଉଚ୍ଚାରଣ ଫୋର୍ମ୍ୟୁଲା ୱନ୍) ବିଶ୍ୱର ସର୍ବୋତ୍କୃଷ୍ଟ ଓ ବ୍ୟୟବହୁଳ ମୋଟର ଦୌଡ଼ ପ୍ରତିଯୋଗିତା । ଦୌଡ଼ରେ ଭାଗ ନେଉଥିବା ଏହି ଖୋଲା ଚାରି-ଚକିଆ ମୋଟର ଗାଡ଼ିଗୁଡ଼ିକରେ ଜଣେ ଚାଳକ ବସିପାରୁଥିବା ଭଳି ବ୍ୟବସ୍ଥା ଥାଏ ଓ ଏମାନେ ଅତି ଦ୍ରୁତ ବେଗରେ ଗତି କରନ୍ତି । ଅନ୍ତର୍ଜାତୀୟ ଅଟୋମୋବାଇଲ୍ ମହାସଂଘ (Fédération Internationale de l'Automobile – FIA) ଏହି ଦୌଡ଼ ପ୍ରତିଯୋଗିତାର ନିୟମ ପ୍ରଣୟନ, ସଞ୍ଚାଳନ ଓ ନିୟନ୍ତ୍ରଣ କରିଥାଏ । ୧୯୫୦ ମସିହାରେ ପ୍ରଥମେ ଏହି ମୋଟର ଦୌଡ଼ ଆୟୋଜିତ ହୋଇଥିଲା ଏବଂ ତାହା ପରଠାରୁ ଏହି ପ୍ରତିଯୋଗିତାକୁ ଉଚ୍ଚତମ ମାନର ମୋଟର ଦୌଡ଼ ପ୍ରତିଯୋଗିତା ଭାବେ ବିବେଚନା କରାଯାଇଥାଏ । ଅନ୍ତର୍ଜାତୀୟ ଅଟୋମୋବାଇଲ୍ ମହାସଂଘଦ୍ୱାରା ପ୍ରଣିତ ନିୟମାବଳୀକୁ ଫର୍ମୁଲା (ଯାହା ସବୁ ନିର୍ମାତା ଓ ଚାଳକ ମାନିବାକୁ ବାଧ୍ୟ) ଏବଂ ମାନରେ ଉତ୍କୃଷ୍ଟତା ପାଇଁ କ୍ରମାଙ୍କ ୧କୁ ମିଶାଇ ଏହି ମୋଟର ଦୌଡ଼କୁ ଫର୍ମୁଲା-୧ ବୋଲି କୁହାଯାଇଥାଏ । ପ୍ରତିବର୍ଷ ହେଉଥିବା ମୋଟର ଦୌଡ଼ ପ୍ରତିଯୋଗିତାକୁ “ଫର୍ମୁଲା-୧ କ୍ରୀଡ଼ାବର୍ଷ” ବା “ଫର୍ମୁଲା-୧ ସିଜନ୍” ବୋଲି କୁହାଯାଏ । ଗୋଟିଏ କ୍ରୀଡ଼ାବର୍ଷରେ ଅନେକ ଦେଶରେ ଗୋଟିଏ ଲେଖାଏଁ ମୋଟର ଦୌଡ଼ ଅନୁଷ୍ଠିତ ହୁଏ ଯାହାକୁ ଗ୍ରାଁ-ପ୍ରି (ଇଂରାଜୀରେ Grands Prix) ବୋଲି କୁହାଯାଏ । ଏହି ଦୌଡ଼ ପାଇଁ ସ୍ୱତନ୍ତ୍ର ଭାବେ ନିର୍ମିତ ଦୌଡ଼ ପରିକ୍ରମଣ ସଡ଼କ (ରେସିଂ ସର୍କିଟ୍) କିମ୍ବା କିଛି ଦେଶରେ ସାଧାରଣ ଯାତାୟତ ପାଇଁ ଉଦ୍ଦୀଷ୍ଟ ସଡ଼କ ବ୍ୟବହୃତ ହୋଇଥାଏ । ପ୍ରତିଟି ଦୌଡ଼ରେ ଚାଳକ ଓ ଇଞ୍ଜିନ୍ ନିର୍ମାତାଙ୍କ ଗାଡ଼ି କେଉଁ ସ୍ଥାନରେ ରହିଲା – ତାହାକୁ ଭିତ୍ତି କରି ପଏଣ୍ଟ୍ ପ୍ରଦାନ କରାଯାଏ । କ୍ରୀଡ଼ାବର୍ଷ ଶେଷରେ ସର୍ବାଧିକ ପଏଣ୍ଟ୍ ହାସଲ କରିଥିବା ଗାଡ଼ି ଚାଳକ ଓ ଗାଡ଼ି ନିର୍ମାତାଙ୍କୁ ବିଜେତା ଘୋଷିତ କରାଯାଏ । ପ୍ରତି କ୍ରୀଡ଼ାବର୍ଷରେ ଏହିପରି ଦୁଇଟି ବାର୍ଷିକ ବିଜେତା ପୁରସ୍କାର ପ୍ରଦାନ କରାଯାଏ । ପ୍ରତିଟି ଦୌଡ଼ରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଥିବା ଗାଡ଼ି ଚାଳକଙ୍କୁ ସେହି ଦୌଡ଼ ଶେଷରେ ସମ୍ମାନିତ କରାଯାଏ । ପ୍ରତି ଗାଡ଼ି ଚାଳକଙ୍କ ପାଖରେ ମହାସଂଘ ପ୍ରଦତ୍ତ ଓ ବୈଧ ବିଶେଷ ଅନୁମତି ପତ୍ର (ଏଫ୍. ଆଇ. ଏ.
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଗ୍ରାସନଳୀ (ଇଂରାଜୀରେ Oesophagus/ଏସୋଫେଗସ, ଗଲେଟ ବା ଫୁଡ ପାଇପ) ନାମ ଦିଆଯାଏ ଯେଉଁ ନଳୀରେ ଗଳାରୁ ପାକସ୍ଥଳୀକୁ ଉକ୍ତ ନଳୀରେ ଜାତ ହେଉଥିବା ପେରିସ୍ଟାଲସିସ (peristaltic contractions) ଯୋଗୁ ଖାଦ୍ୟ ଯାଏ । ବୟସ୍କ ଲୋକ ଦେହରେ ଏହା ଏକ ଫାଇବ୍ରୋମସ୍କୁଲାର ନଳୀ, ପ୍ରାୟ ୨୫ ସେ:ମି: ଲମ୍ବ, ଯାହା ଟ୍ରାକିଆ ଓ ହୃତ୍ପିଣ୍ଡ ପୃଷ୍ଠ ଭାଗରେ ଯାଇ ଡାଏଫ୍ରମ ଭେଦ କରିବା ପରେ ପାକସ୍ଥଳୀ ସହିତ ସଂଯୁକ୍ତ ହୁଏ ଓ ଖାଦ୍ୟ ପହୁଞ୍ଚାଏ । ଖାଦ୍ୟ ଗିଳିବା ବେଳେ ଏପିଗ୍ଲିଟିସ ପଛକୁ ନଇଁ ଯାଇ ଶ୍ୱାସନଳୀର ଉପର ଭାଗ ବନ୍ଦ କରିଦେବା ଫଳରେ ଲାରିଙ୍କ୍ସ ଓ ଫୁସଫୁସକୁ ଖାଦ୍ୟ ପଶିବା ବାଟ ବନ୍ଦ ହୋଇଯାଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭଳି ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।