ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଟିକଟକ, ଯାହା ଡଇନ (ଚୀନ: 抖音; ପିନଇନ : Dǒuyīn; ଆକ୍ଷରିକ ଅର୍ଥ: 'ଶବ୍ଦ କମ୍ପନ') ନାମରେ ମଧ୍ୟ ଚୀନରେ ଜଣାଶୁଣା ଏକ ଆଣ୍ଡ୍ରୋଏଡ ଏବଂ ଆଇଓଏସ ଆପ ବା ଆପ୍ଲିକେସନ, ଯେଉଁଥିରେ ଛୋଟ ଛୋଟ ସମୟର ଅବଧିଯୁକ୍ତ ଭିଡିଓ ତିଆରି କରାଯାଇ ବଣ୍ଟା ଯାଇଥାଏ । ତିନିରୁ ପନ୍ଦର ସେକେଣ୍ଡ ସମୟ ବିଶିଷ୍ଟ ସଙ୍ଗୀତ ଭିଡିଓ ତିଆରି ହୋଇଥାଏ ଏବଂ ବାରମ୍ବାରତା ଛୋଟ ଭିଡିଓ ୩ରୁ ୬୦ ସେକେଣ୍ଡର ତିଆରି ହୋଇଥାଏ ।ଏହା ବାଇଟଡ୍ୟାନ୍ସ ନାମକ ଏକ କମ୍ପାନୀଦ୍ୱାରା ପରିଚାଳିତ । ଚୀନରେ ସେପ୍ଟେମ୍ବର ମାସ ୨୦୧୬ ମସିହାରେ ଏହା ପ୍ରଥମେ ଡଇନ ନାମରେ ଆରମ୍ଭ ହୋଇଥିଲା ଏବଂ ଅନ୍ୟ ଦେଶର ବଜାରଗୁଡିକୁ ଏକବର୍ଷ ପରେ ଟିକଟକ ନାମରେ ଛଡ଼ା ଯାଇଥିଲା । ଅକ୍ଟୋବର ମାସ ୨୦୧୮ରେ ଏହି ଆପଟି ଯୁକ୍ତରାଷ୍ଟ୍ରରେ ସବୁଠାରୁ ଅଧିକ ଡାଉନଲୋଡ଼ କରାଯାଇଥିଲା । ୨୦୧୮ ମସିହା ସୁଦ୍ଧା ଏହା ୧୫୦ଟି ଦେଶରେ, ୭୫ଟି ଭାଷାରେ ଉପଲବ୍ଧ ଅଟେ । ଜୁଲାଇ ମାସ ୨୦୧୮ ମସିହାରେ ଏହାର ୫୦ କୋଟିରୁ ଅଧିକ ଗ୍ରାହକ ଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମହିଳା ମାନଙ୍କ ଅଦଳ-ବଦଳ ତତ୍ତ୍ୱ ସରାଞ୍ଚନାତ୍ମକର ସିଦ୍ଧାନ୍ତ Claude Lévi-Strauss ଏବଂ ଅନ୍ୟ ମାନବବିଜ୍ଞାନ ଅଟେ ଯାହା ସମାଜରେ ଆଜି ମଧ୍ୟ ଅଧିଷ୍ଠିତ ହୋଇ ରହିଛି ; ଯେପରି: ଅବିବାହିତା ମହିଳା ମାନଙ୍କୁ ପିତୃତ୍ତ୍ୱ ଆଧାରରେ ସମ୍ପତ୍ତି ଦିଆଯାଉଛି କିମ୍ବା ସରକାରୀ କର୍ମଚାରୀ ରେ ରହିଥିବା ଅଧିକାରୀ ମାନଙ୍କ ପେନସନ ତାଙ୍କ ଅନ୍ତେ ଝିଅ ମାନଙ୍କୁ ମିଳୁଛି। ଏହି ପ୍ରକାରେ ଔପଚାରିକ ଅଦଳ ବଦଳକୁ ପାରମ୍ପରିକ ବିବାହ ସମାରୋହରେ ଦେଖାଯାଇଥାଏ , ଯେଉଁଥିରେ କନ୍ୟାକୁ ତା'ର ବାପାଙ୍କ ଦ୍ୱାରା ବର କୁ ଦିଆଯାଏ । ବିହତ ସହସ୍ରର୍ଦ୍ଧୀ ଧରି ଭାରତୀୟ ମହିଳା ମାନଙ୍କ ସ୍ଥିତିରେ ଅନେକ ଉଲ୍ଲେଖନୀୟ ପରିବର୍ତନ ଘଟିଛି । ସେମାନଙ୍କ ଜୀବନ ଧାରଣ ଶୈଳୀ , ସ୍ୱାଧୀନତା , ସାମାଜିକ ସ୍ଥିତିରେ ବହୁ ଉତ୍ଥାନ ପାଟଣା ଘଟିଛି । .
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସ୍ୱତନ୍ତ୍ର ବିବାହ ଅଧିନିୟମ, ୧୯୫୪ ହେଉଛି ଜାତି, ଧର୍ମ ଏବଂ ବର୍ଣ୍ଣ ନିର୍ବିଶେଷରେ ଦୁଇ ପକ୍ଷ ମଧ୍ୟରେ ବିବାହ ତଥା ବିବାହ ସମ୍ପର୍କିତ ବିବାଦର ସୁପରିଚାଳନା ନିମିତ୍ତ ୧୯୫୪ ମସିହାରେ ଭାରତୀୟ ପାର୍ଲିଆମେଣ୍ଟଦ୍ୱାରା ପ୍ରଣୀତ ଏକ ଅଧିନିୟମ । ବସ୍ତୁତଃ ବ୍ରିଟିଶ ଶାସନ କାଳରେ, Act-III of 1872ରେ ଏଭଳି ଏକ ଅଧିନିୟମର ଜାରି କରାଯାଇଥିଲା । ତେବେ ପରବର୍ତ୍ତୀ ସମୟରେ ଏହାର ସଂଶୋଥିତ ରୂପରେ ସ୍ୱତନ୍ତ୍ର ବିବାହ ଅଧିନିୟମ, ୧୯୫୪ ଭାରତୀୟ ପାର୍ଲିଆମେଣ୍ଟଦ୍ୱାରା ୧୯୫୪ ମସିହାରେ ଗୃହିତ ହୋଇଥିଲା ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ନୀଳମଣି ରାଉତରାୟ (୨୪ ମଇ ୧୯୨୦ - ୪ ଅକ୍ଟୋବର ୨୦୦୪) ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୧୯୭୭ ଠାରୁ ୧୯୮୦ ପର୍ଯ୍ୟନ୍ତ ଦାୟିତ୍ୱ ନିର୍ବାହ କରିଥିଲେ ।ସେ କେନ୍ଦ୍ରରେ ପ୍ରଥମେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଓ ପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭାବେ ବିଶ୍ୱନାଥ ପ୍ରତାପ ସିଂହଙ୍କ ନେତୃତ୍ୱାଧୀନ ମନ୍ତ୍ରୀମଣ୍ଡଳରେ କାର୍ଯ୍ୟ କରିଥିଲେ । ୪ ଅକ୍ଟୋବର ୨୦୦୪ରେ ତାଙ୍କର ଦେହାନ୍ତ ହୋଇଥିଲା ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ଆରମ୍ଭରୁ ମଣିଷର ପେଟକୁ ମୁଠାଏ ଦାନା ମିଳି ଗଲେ ବେଶ୍ ଆରାମରେ ଦିନଟା ସରୁଥିଲା । ଧୀରେ ଧୀରେ ଆଧୁନିକତା ନାମରେ ମଣିଷର ଅଭାବ ବଢ଼ି ବଢ଼ି ଚ଼ାଲିଲା । ନିଜର ଅସରନ୍ତି ଅଭାବକୁ ପୂରଣ କରିବାକୁ ଯାଇ ଯେଉଁ ସବୁ ପ୍ରୟାସ ଆରମ୍ଭ ହେଲା, ତା' ଭିତରୁ ଶିଳ୍ପବିପ୍ଳବ ଅନ୍ୟତମ । କିନ୍ତୁ, ମଣିଷର ଜାଣତରେ ହେଉ ବା ଅଜାଣତରେ ଏହି ବିପ୍ଳବ ଆମର ସନ୍ତୁଳିତ ପରିବେଶକୁ ନଷ୍ଟ କରିବାକୁ ଆରମ୍ଭକଲା । କେତେକ ଅଞ୍ଚଳରେ ଗଛଲତା ଆପେ ମରିବାକୁ ଲାଗିଲେ, ମାଟିର ଉର୍ବରତା କମିଗଲା, ମାଛଗୁଡ଼ିକ ଆପେ ଆପେ ମରିବାକୁ ଲାଗିଲେ ଓ ଏମିତି କେତେ କଅଣ । ଗବେଷଣାରୁ ଜଣା ପଡ଼ିଲା ଯେ ଏହି ପ୍ରକାରର କ୍ଷୟକ୍ଷତି ପାଇଁ ଏକ ବିଶେଷ ଜାତିର ବୃଷ୍ଟି ହିଁ ଦାୟୀ । ବର୍ତ୍ତମାନ ସେହି ବୃଷ୍ଟିକୁ 'ଅମ୍ଳବୃଷ୍ଟି' (ଏସିଡ୍ ରେନ୍) ବୋଲି କୁହାଯାଉଛି । ୧୮୭୨ ମସିହାରେ ରବର୍ଟ ଆଙ୍ଗୁସ୍ ସ୍ମିଥ୍ ନାମକ ଜଣେ ଇଂରେଜ ଜଳବାୟୁ ବିଶେଷଜ୍ଞଙ୍କଦ୍ୱାରା 'ଏସିଡ୍ ରେନ୍' ଶବ୍ଦର ଆରମ୍ଭ ହୋଇଥିଲା । ମାଞ୍ଚେଷ୍ଟର୍ (ଇଂଲଣ୍ଡ) ଅଞ୍ଚଳରେ ହେଇଥିବା କ୍ଷୟକାରୀ ବୃଷ୍ଟିର ବର୍ଣ୍ଣନା କରିବା ପରିପ୍ରେକ୍ଷୀରେ ଏହି ଶବ୍ଦର ବ୍ୟବହାର କରାଯାଇଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭାରତର ଜାତୀୟ ପାର୍କ ସମୂହର ତାଲିକା
ଭାରତର ଜାତୀୟ ପାର୍କ ସମୂହ IUCN category II ଅନ୍ତର୍ଗତ ସଂରକ୍ଷିତ ଅଞ୍ଚଳ । ଭାରତର ପ୍ରଥମ ଜାତୀୟ ପାର୍କ 1936 ମସିହାରେ ହାଇଲେ ଜାତୀୟ ପାର୍କ ନାମରେ ସ୍ଥାପିତ ହେଇଥିଲା । ତାହାକୁ ବର୍ତମାନ ଜିମ କରବେଟ୍ଟ ଜାତୀୟ ପାର୍କ ବୋଲି କୁହାଯାଏ ଓ ଏହୟା ବର୍ତମାନର ରାଜ୍ୟ ଉତ୍ତରଖଣ୍ଡରେ ଅବସ୍ଥିତ । 1970 ମସିହା ସୁଦ୍ଧା ଭାରତରେ ମାତ୍ର 5ଟି ଜାତୀୟ ପାର୍କ ଥିବା ସ୍ଥଳେ ବର୍ତମାନ 2015 ସୁଦ୍ଧା 103ଟି ଜାତୀୟ ପାର୍କ ରହିଛି । ଏହି ପାର୍କ ସମୂହର ସମୁଦାଯ ଆୟତନ 40,500 ବର୍ଗ କିଲୋମିଟର ବା ଭାରତର ସ୍ଥଳଭାଗ ଆୟତନର 1.23 % ଅଞ୍ଚଳ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଏହି ବିଜ୍ଞାନ ଯୁଗରେ ପରିସଂଖ୍ୟାନର ବ୍ୟବହାର ବହୁ କ୍ଷେତ୍ରରେ ଦେଖାଯାଏ । କୃଷି, ଶିଳ୍ପ, ସ୍ୱାସ୍ଥ୍ୟ, ଶିକ୍ଷା, ଶାସନ ଆଦି କ୍ଷେତ୍ରରେ ପରିସଂଖ୍ୟାନ ବିନା କୌଣସି ନିର୍ଦ୍ଧିଷ୍ଟ ସିଦ୍ଧାନ୍ତରେ ପହଞ୍ଚିବା ସମ୍ଭବ ନୁହେଁ । ପରିସଂଖ୍ୟାନର ଇଂରାଜୀ ପ୍ରତିଶବ୍ଦ ହେଉଛି Statistics ଏବଂ ଏହି ଶବ୍ଦ ଲାଟିନ୍ ଶବ୍ଦ Status ଅଥବା ଇଟାଲୀୟ ଶବ୍ଦ Statistaରୁ ଉଦ୍ଭବ ବୋଲି ମନେହୁଏ । ଏହି ଦୁଇ ଶବ୍ଦର ଅର୍ଥ ହେଉଛି 'ରାଜନୈତିକ ଅବସ୍ଥା' ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କ୍ରିସ୍ମସ୍ ଟ୍ରି ବା କ୍ରିସ୍ମସ୍ ଗଛ ବା ବଡ଼ଦିନ ଗଛ (ଇଂରାଜୀରେ Christmas tree) ଏକ କୋନାକାର ଗଛ ଯାହାକୁ ବଡ଼ଦିନ ଉପଲକ୍ଷେ ଖ୍ରୀଷ୍ଟ ଧର୍ମାବଲମ୍ଵୀମାନେ ସୁସଜ୍ଜିତ କରିଥାନ୍ତି । ପାଇନ୍ ଜାତୀୟ କୌଣସି ଗଛର ଅଂଶ ବା କୃତ୍ରିମ ଗଛକୁ ବଡ଼ଦିନ ଉପଲକ୍ଷେ ସଜାଇବାର ପ୍ରଥା ଉତ୍ତର ୟୁରୋପରୁ ଆରମ୍ଭ ହୋଇଥିଲା । ମଧ୍ୟଯୁଗୀୟ ଲିଭୋନିଆରେ (ବର୍ତ୍ତମାନ ସମୟର ଇଷ୍ଟୋନିଆ ଓ ଲାଟ୍ଭିଆ) ଏହି ପ୍ରଥା ଜନ୍ମ ହୋଇଥିଲା ଏବଂ ଆଧୁନିକ ଯୁଗର ପ୍ରାରମ୍ଭରୁ ଜର୍ମାନୀର ପ୍ରୋଟେଷ୍ଟାଣ୍ଟ୍ ଖ୍ରୀଷ୍ଟିୟାନ୍ମାନେ ଏହି ସଜ୍ଜିତ ଗଛ ଘରକୁ ଆଣୁଥିଲେ ବା ଗଛକୁ ଘରକୁ ଆଣି ସଜାଉଥିଲେ । ପରେ ଏହି ପ୍ରଥାର ଲୋକପ୍ରିୟତା ଜର୍ମାନୀର ଲୁଥେରାନ୍ ଅଞ୍ଚଳକୁ ଅତିକ୍ରମ କରି ଅନ୍ୟ ପ୍ରାନ୍ତକୁ ବ୍ୟାପି ଯାଇଥିଲା । କ୍ରମଶଃ ଉନବିଂଶ ଶତାବ୍ଦୀର ଦ୍ଵିତୀୟାର୍ଦ୍ଧରେ ବଲ୍ଟିକ୍ ସାଗରତଟସ୍ଥ ଦେଶଗୁଡ଼ିକର ସମ୍ଭ୍ରାନ୍ତ ପରିବାରମାନଙ୍କରେ କ୍ରିସ୍ମସ୍ ଗଛ ପ୍ରଥା ପ୍ରଚଳିତ ହେବାକୁ ଲାଗିଲା ।ପାରମ୍ପରିକ ଭାବେ କ୍ରିସ୍ମସ୍ ଗଛକୁ କାଗଜର ଗୋଲାପ ଫୁଲ, ସେଓ ଫଳ, ୱେଫର୍, ଚକମକିଆ ଝରା ବା ଝାଲେରୀ ଓ ମିଷ୍ଟାନ୍ନ ଇତ୍ୟାଦି ଦ୍ଵାରା ସଜାଇବାର ପ୍ରଥା ରହିଛି । ଅଷ୍ଟଦଶ ଶତାବ୍ଦୀରେ କ୍ରିସ୍ମସ୍ ଗଛକୁ ମହମବତୀ ଓ ଦୀପର ଆଲୋକମାଳାରେ ଏବଂ ଅଧୁନା ବିଦ୍ୟୁତ୍ ଆଲୋକମାଳାରେ ସୁସଜ୍ଜିତ କରାଯାଉଛି । ବର୍ତ୍ତମାନ ସମୟରେ ଏହି ଗଛଗୁଡ଼ିକୁ ନୂତନ ବଡ଼ଦିନ ମାଳା, ରଙ୍ଗବେରଙ୍ଗ ବଲ୍ ଓ ଚକୋଲେଟ୍ ଇତ୍ୟାଦି ଦ୍ଵାରା ମଧ୍ୟ ସଜାଯାଉଛି । ଗଛର ସର୍ବୋଚ୍ଚ ଭାଗରେ ଏକ ପ୍ରଜ୍ଜ୍ଵଳମାନ ତାରକା ଖଚିତ ହୋଇଥାଏ, ଯାହା ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ବୃତ୍ତାନ୍ତ କାହାଣୀର ଜଣେ ଚରିତ୍ର ବେଥ୍ଲେହେମ୍ ତାରକାର ଦେବଦୂତ (ଏଞ୍ଜେଲ୍) ଗାବ୍ରିଏଲ୍ଙ୍କ ସୂଚକ । ରିବନ୍ ଫିତା ସାହାଯ୍ୟରେ କ୍ରିସ୍ମସ୍ ଗଛର ଡାଳରୁ ଜିଞ୍ଜର୍ ବ୍ରେଡ଼୍ (ଅଦା ପାଉଁରୁଟି), ଚକୋଲେଟ୍ ଓ ଅନ୍ୟାନ୍ୟ ମିଷ୍ଟାନ୍ନ ଇଦ୍ୟାଦି ଖାଦ୍ୟ ପଦାର୍ଥ ଝୁଲାଇ ଦିଆଯାଏ ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ଏହା ଫିରିଙ୍ଗି ଶାସନ କାଳରେ ଏକ ରାଜ ଶାସନାଧୀନ ରାଜ୍ୟ ଥିଲା ଓ କଳାହାଣ୍ଡି ଜିଲା "କଳାହାଣ୍ଡି" ଓ ନୂଆପଡ଼ାକୁ ନେଇ ତିଆରି ହୋଇଥିଲା । ୧୯୬୭ରେ, ଶାସନର ସୁବିଧା ନିମନ୍ତେ କଳାହାଣ୍ଡିର କାଶୀପୁର ବ୍ଲକ ରାୟଗଡ଼ା ଜିଲ୍ଲାକୁ ସ୍ଥାନାନ୍ତର କରାଗଲା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା । ୧୯୯୩ରେ, ନୂଆପଡ଼ା ସଦର ମହକୁମା ଏକ ଅଲଗା ଜିଲ୍ଲା ଭାବରେ ଗଢ଼ାଗଲା, କିନ୍ତୁ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଏବେ ଯାଏଁ ବି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଅଛି।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଏକତାର ପ୍ରତିମୂର୍ତ୍ତି (ଇଂରାଜୀ: Statue of Unity) ହେଉଛି ଭାରତର ସ୍ୱାଧୀନତା ସଂଗ୍ରାମୀ ବଲ୍ଲଭ ଭାଇ ପଟେଲଙ୍କର (୧୮୭୫-୧୯୫୦) ଗୁଜରାଟର ନର୍ମଦା ଜିଲ୍ଲାରେ ଥିବା ଏକ ପ୍ରତିମୂର୍ତ୍ତି । ଏହି ୧୮୨ ମିଟର (୫୯୭ ଫୁଟ) ଉଚ୍ଚ ପ୍ରତିମୂର୍ତ୍ତି ବର୍ତ୍ତମାନ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଅଟେ । ପଟେଲଜୀ ସ୍ୱାଧୀନ ଭାରତର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ପ୍ରତିମୂର୍ତ୍ତିଟି ସର୍ଦାର ସରୋବର ଡ୍ୟାମ ବା ନର୍ମଦା ଡ୍ୟାମ ଆଡ଼କୁ ମୁହଁ କରି ଏକ ନଦୀ ଟାପୁ ଉପରେ ନିର୍ମିତ୍ତ ହୋଇଛି । ଏହା ବଡୋଦରାର ଦକ୍ଷିଣ-ପୂର୍ବରେ ରାଜପି୍ପଲା ନିକଟରେ ଅବସ୍ଥିତ ।
ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେଟ ଲିମିଟେଡ (HPCL) (BSE: 500104, NSE: HINDPETRO) ଇଣ୍ଡିଆ ନିଜସ୍ୱଅଏଲ ଏବଂ natural ଗ୍ୟାସ କମ୍ପାନୀର ମୁଖ୍ୟ କାର୍ଯ୍ୟଳୟ ମୁମ୍ବାଇ,ମହାରାଷ୍ଟ୍ର ଏବଂ ତା ସହ Navratna status। ବିଶ୍ୱ ସ୍ତରୀୟ Fortune Global 500ରେ HPCL ବିଶ୍ୱର ସ୍ତରରେ ସ୍ଥାନ ୨୬୦ରେ ଥିଲା (୨୦୧୩)ରେଏବଂ ଭାରତ କମ୍ପାନୀ ମଧ୍ୟରେ ୪ ସ୍ଥାନରେ (୨୦୧୨)ଅଛି । HPCL ୨୫% ମାର୍କେଟ ସେୟାର ଭାରତର PSUs ମଧ୍ୟରେ ଏବଂ ମଜଭୁତ ଭିତ୍ତିଭୂମି ସରାଂଚନା ମାର୍କେଟ ରେ। HPCL ଭାରତ ସରକାର୫୧.୧୧% ସେୟାର ଏବଂ ଅନ୍ୟ ସବୁ ବିତରଣ ଆର୍ଥିକ ଅନୁଷ୍ଠାନ, ପବ୍ଲିକ ଏବଂ ଅନ୍ୟ ପୁଞ୍ଜିଲଗାଣକାରୀ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଜିମ୍ କର୍ବେଟ୍ ଜାତୀୟ ଉଦ୍ୟାନ ଭାରତର ସବୁଠାରୁ ପୁରୁଣା ଜାତୀୟ ଉଦ୍ୟାନ । କ୍ରମଶଃ ହ୍ରାସ ପାଇଆସୁଥିବା ମହାବଳ ବାଘଙ୍କ ସଂଖ୍ୟାକୁ ଦେଖି ଈଂରେଜ ଶାସନାଧୀନ ଭାରତରେ ୧୯୩୬ ମସିହାରେ ହେଲି ଜାତୀୟ ଉଦ୍ୟାନ ସ୍ଥାପିତ ହୋଇଥିଲା । ଉତ୍ତରାଖଣ୍ଡ (ତତ୍କାଳୀନ ଉତ୍ତର ପ୍ରଦେଶ) ରାଜ୍ୟର ନୈନିତାଲ ଜିଲ୍ଲାରେ ଏହି ଜାତୀୟ ଉଦ୍ୟାନ ସ୍ଥାପିତ ହୋଇଥିଲା । ଏହାର ସ୍ଥାପନରେ ଜିମ୍ କର୍ବେଟ୍ ଏକ ସକ୍ରିୟ ଭୂମିକା ଗ୍ରହଣ କରିଥିବାରୁ ଏହି ଜାତୀୟ ଉଦ୍ୟାନ ପରେ ତାଙ୍କରି ନାମରେ ନାମିତ ହୋଇଥିଲା । ଏହି ଜାତୀୟ ଉଦ୍ୟାନ ବ୍ୟାଘ୍ର ପ୍ରକଳ୍ପଦ୍ୱାରା ଚୟନ କରାଯାଇଥିବା ପ୍ରଥମ ବ୍ୟାଘ୍ର ଅଭୟାରଣ୍ୟ ଥିଲା ।ଏହି ଜଙ୍ଗଲରେ ତେରାଇ ବା ହିମାଳୟ ପାଦଦେଶବର୍ତ୍ତୀ ଅଞ୍ଚଳର ଭୌଗୋଳିକ ପରିବେଶ ଓ ଜଳବାୟୁ ଅନୁଭୂତ ହୁଏ । ଏକ ଇକୋଟୁରିଜମ୍ କ୍ଷେତ୍ର ରୂପେ ପରିଚିତ ଏହି ଜାତୀୟ ଉଦ୍ୟାନରେ ୪୮୮ ଭିନ୍ନ ପ୍ରଜାତିର ଉଦ୍ଭିଦ ଓ ଅନେକ ପ୍ରକାରର ଜୀବଜନ୍ତୁ ପରିଲକ୍ଷିତ ହୁଅନ୍ତି । ମାତ୍ରାଧିକ ପର୍ଯ୍ୟଟକଙ୍କ ଆଗମନ ବର୍ତ୍ତମାନ ଏହି ଜାତୀୟ ଉଦ୍ୟାନର ପାରିବେଶିକ ସନ୍ତୁଳନ ପ୍ରତି ବିପଦ ସୃଷ୍ଟି କରିଛି ।କର୍ବେଟ୍ ସବୁବେଳେ ପର୍ଯ୍ୟଟକ ଓ ଜୀବପ୍ରେମୀଙ୍କ ପାଇଁ ଏକ ପ୍ରିୟ ସ୍ଥାନ ରହିଆସିଛି । ଜାତୀୟ ଉଦ୍ୟାନର ସୁନ୍ଦର ଜଙ୍ଗଲ ଓ ଜୀବଜନ୍ତୁଙ୍କ ଦର୍ଶନ କରିବା ପାଇଁ କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳ ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି । ସାମ୍ପ୍ରତିକ ସମୟରେ ଜାକୀୟ ଉଦ୍ୟାନକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟା ବହୁ ଗୁଣ ବୃଦ୍ଧି ପାଇଛି । ପର୍ଯ୍ୟଟନ ଋତୁରେ ଦୈନିକ ହାରାହାରି ୭୦ ହଜାର ପର୍ଯ୍ୟଟକ ଉଦ୍ୟାନ ଦେଖିବାକୁ ଆସନ୍ତି । ୫୨୦.୮ ବର୍ଗ କି.ମି.
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଗୋଲ କୃମି ମନୁଷ୍ୟ ଶରୀରର ଏକ ପରଜୀବୀ ଯାହାଦ୍ୱାରା ଦେହରେ ଅନେକ ପ୍ରକାର ରୋଗ ହୁଏ । ଏହି ପରଜୀବୀକୁ ଓଡ଼ିଆରେ ଜିଆ, କେଞ୍ଚୁଆ ଓ ଜିଆନାଡ଼ କୁହାଯାଏ । ଏହାକୁ ଇଂରାଜୀରେ ଆସ୍କାରିସ୍ ଲୁମ୍ବ୍ରିକଏଡେସ୍ (Ascaris lumbricoides) କୁହାଯାଏ । ଏହି ଗୋଲ କୃମି ସଂକ୍ରମଣଦ୍ୱାରା ୮୫ % ଲୋକ ଲକ୍ଷଣବିହୀନ ଥାଆନ୍ତି ବିଶେଷତଃ ଯଦି ସେମାନଙ୍କ ସଂଖ୍ୟା ଅଳ୍ପ ଥାଏ । ପରଜୀବୀ ସଂଖ୍ୟା ଅଧିକ ଥିଲେ ଆରମ୍ଭରେ ଛୋଟ ଶ୍ୱାସ କ୍ରିୟା ହୁଏ ଓ ଜ୍ୱର ହୁଏ । ଏହା ପରେ ପେଟ ଫୁଲିଯାଏ, ପେଟରେ ଯନ୍ତ୍ରଣା ହୁଏ ଓ ତରଳ ଝାଡ଼ା ବା ଡାଇରିଆ ହୁଏ । ପିଲାମାନଙ୍କୁ ଏହି ରୋଗ ବେଶୀ ହୁଏ ଓ ଏହାଦ୍ୱାରା ସ୍ୱଳ୍ପ ଓଜନ ବୃଦ୍ଧି ହୁଏ, ପୋଷକ ହାନୀ ବା malnutrition ହୁଏ ଓ ଶିଖିବା ବାଧାପ୍ରାପ୍ତ ହୁଏ ।
ୱିଲିଅମ୍ ସେକ୍ସପିଅର ଜଣେ ଇଂରେଜ କବି, ନାଟ୍ୟକାର ଓ ଅଭିନେତା ଥିଲେ । ଇଂରାଜୀ ଭାଷାର ଶ୍ରେଷ୍ଠତମ ଲେଖକ ଭାବେ ସେ ପରିଗଣିତ । "ବାର୍ଡ୍ ଅଫ୍ ଏଭୋନ୍" (ଏଭୋନର ଗୀତି କବି) ନାମରେ ପ୍ରସିଦ୍ଧ ଏହି ମହାକବିଙ୍କୁ ଇଂଲଣ୍ଡର ଜାତୀୟ କବି ବୋଲି ମଧ୍ୟ ଗ୍ରହଣ କରାଯାଏ । ତାଙ୍କ ରଚନା ସବୁ ମଧ୍ୟରେ ୩୮ଟି ନାଟକ, ୧୫୪ ସନେଟ, ଦୁଇଟି ଦୀର୍ଘ କବିତା ଓ କେତୋଟି କ୍ଷୁଦ୍ର ଧାଡି କବିତା ଅନ୍ତର୍ଭୁକ୍ତ । ତାଙ୍କ ନାଟକ ସବୁ ଅନେକ ଭାଷାରେ ଅନୂଦିତ ହୋଇଛି ।
ଦାନ୍ତବିନ୍ଧା, ଅନ୍ୟାନ୍ୟ ନାମ ଦନ୍ତଶୂଳ, ଦାନ୍ତପିଡ଼ା, ଦାନ୍ତ ଯନ୍ତ୍ରଣା, ଦାନ୍ତଶୂଳା (ଇଂରାଜୀ ଭାଷାରେ Toothache, ବା dental pain), କହିଲେ ଦାନ୍ତରେ ଯନ୍ତ୍ରଣା (pain) ବା ତାହାର ସହାୟକ ସଂରଚନାରେ କୌଣସି ଦାନ୍ତ ରୋଗ (dental disease ବା ଅଣଦାନ୍ତ ରୋଗର ରେଫରଡ଼ ଯନ୍ତ୍ରଣାକୁ (pain referred) ବୁଝାଏ । ଅତ୍ୟଧିକ ଯନ୍ତ୍ରଣା ହେଲେ ନିଦ୍ରା ବ୍ୟାଘାତ, ଖାଇବା ଓ ଅନ୍ୟାନ୍ୟ ଦୈନନ୍ଦିନ କାର୍ଯ୍ୟରେ ବାଧା ସୃଷ୍ଟି ହୁଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ସ୍ତନ୍ୟପାୟୀ (ଇଂରାଜୀ: Mammal; ଶ୍ରେଣୀ Mammalia /məˈmeɪli.ə/) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।