ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ଯାତ୍ରୀ ତରଳ ଝାଡ଼ା (ଇଂରାଜୀ ଭାଷାରେ Traveler's diarrhea ବା TD) ଏକ ପାକସ୍ଥଳୀ ଓ ଅନ୍ତନଳୀ ସଂକ୍ରମଣକୁ କୁହାଯାଏ । ଯାତ୍ରା ପଥରେ କେତେକ ମତରେ ଏକ ବା ଏକାଧିକ ଅନ୍ୟ କେତେକଙ୍କ ମତରେ ୩ ବା ତା'ଠାରୁ ଅଧିକ ଥର ତରଳ ଝାଡ଼ାକୁ ଯାତ୍ରୀ ତରଳ ଝାଡ଼ା ସଂଜ୍ଞା ଦିଆଯାଏ । ଏହା ସହିତ କ୍ରାମ୍ପ, ଅଇ, ଜ୍ୱର ଓ ଦେହ ଫୁଲିଯାଏ । ବେଳେ ବେଳେ ରକ୍ତମିଶା ତରଳ ଝାଡ଼ା ହୋଇପାରେ । ଚିକିତ୍ସାରେ ବା ବିନା ଚିକିତ୍ସାରେ ଏହି ରୋଗ ୪ ଦିନ ମଧ୍ୟରେ ଭଲ ହୋଇଯାଏ । ୧୦% ଲୋକଙ୍କର ଲକ୍ଷଣ ଏକ ସପ୍ତାହ ପର୍ଯ୍ୟନ୍ତ ରହେ ।ଅର୍ଦ୍ଧାଧିକ ରୋଗରେ ଜୀବାଣୁ ଯୋଗୁ ଯାତ୍ରୀ ତରଳ ଝାଡ଼ା ହୁଏ । ଦକ୍ଷିଣପୂର୍ବ ଏସିଆରେ କାମ୍ପିଲୋବ୍ୟାକ୍ଟର ଯୋଗୁ ଓ ଏହା ବ୍ୟତୀତ ପ୍ରାୟ ଅନ୍ୟ ସମସ୍ତ ସ୍ଥାନରେ ଏଣ୍ଟେରୋଟକ୍ସିଜେନିକ ଏସ୍କେରିସିଆ କୋଲାଇ ଜୀବାଣୁଦ୍ୱାରା ଯାତ୍ରୀ ତରଳ ଝାଡ଼ା ହୁଏ । ନୋରୋ ଭୁତାଣୁଯୋଗୁ ପ୍ରାୟ ୧୦%ରୁ ୨୦୫% ରୋଗ ହୁଏ । ପ୍ରୋଟୋଜୋଆ ଯେପରିକି ଜିଆର୍ଡିଆ ଯୋଗୁ ଅଧିକ ସମୟ ଧରି ରୋଗ ଲାଗିରହେ । ଅଳ୍ପ ବୟସ୍କ ଯୁବକମାନଙ୍କର ପ୍ରଥମ ପ୍ରଥମ ଦୁଇ ସପ୍ତାହ ଯାତ୍ରା ବେଳେ ଏହି ସଙ୍କଟ ଅଧିକ ରହେ । ବିକଶିତ ଦେଶମାନଙ୍କରେ ଏହି ରୋଗ ଅଧିକ ହୁଏ ।ଏହି ରୋଗର ପ୍ରତିଷେଧ ନିମନ୍ତେ ଭଲ ଭାବରେ ପରିଷ୍କାର ହୋଇ ରନ୍ଧା ହୋଇଥିବା ଖାଦ୍ୟ ଖାଇବା, ବୋତଲ ପାଣି ପିଇବା ଓ ବାରମ୍ବାର ହାତଧୂଆ ଆବଶ୍ୟକ । ମୁଖ କଲେରା ଟିକା ନେଲେ କଲେରା ନିମନ୍ତେ ଉପକାରୀ ହୁଏ କିନ୍ତୁ ଯାତ୍ରୀ ତରଳ ଝାଡ଼ା ନିମନ୍ତେ ଏହାର ଉପକାରରେ ପ୍ରଶ୍ନବାଚୀ ଚିହ୍ନ ଅଛି । ପ୍ରତିଷେଧକ ଆଣ୍ଟିବାୟୋଟିକ ଦେବାକୁ ହତୋତ୍ସାହିତ କରାଯାଏ । ଏହାର ପ୍ରଥମିକ ଚିକିତ୍ସାରେ ପ୍ରଚୁର ପାଣି ପିଇବାକୁ ଦିଆଯାଏ ଓ ଦେହରୁ ବୋହିଯାଇଥିବା ଲବଣ ଅଂଶ ଓରାଲ ରିହାଇଡ୍ରେସନ ଥେରାପିଦ୍ୱାରା ଭରିଦିଆଯାଏ । ଉଲ୍ଲେଖନୀୟ ବା ଅନବରତ ଝାଡ଼ା ହେଉଥିଲେ ଏହାକୁ କମେଇବା ନିମନ୍ତେ ଆଣ୍ଟିବାୟୋଟିକ ସହିତ ଲୋପେରାମାଇଡ ଦିଆଯାଏ । ଡାକ୍ତରଖାନା ଆଡମିଶନ ୩%ରୁ କମ୍ ଲୋକଙ୍କର ଆବଶ୍ୟକ ହୁଏ ।ବିକାଶଶୀଳ ଦେଶମାନଙ୍କୁ ଯାଉଥିବା ଲୋକଙ୍କ ମଧ୍ୟରୁ ୨୦%ରୁ ୫୦% ଲୋକଙ୍କୁ ଏହି ରୋଗ ହୁଏ । ଜାପାନ ବ୍ୟତୀତ ଏସିଆ, ମଧ୍ୟ ପ୍ରାଚ୍ୟ, ଆଫ୍ରିକା, ମେକ୍ସିକୋ, କେନ୍ଦ୍ରିୟ ଓ ଦକ୍ଷିଣ ଆମେରିକାକୁ ଯାଉଥିବା ଯାତ୍ରୀଙ୍କୁ ଏହା ସାଧାରଣତଃ ହୁଏ । ପରେ ହେଉଥିବା ଇରିଟେବ୍ଲ ବାୱେଲ ସିଣ୍ଡ୍ରୋମ ଓ ଗୁଲେନ-ବାରି ସିଣ୍ଡ୍ରୋମ ସହିତ ଏହାକୁ ସଂଯୋଗ କରାଯାଇଥାଏ । ଲୋକମୁଖରେ ଏହାର ଅନେକ ନାମ ମଧ୍ୟରୁ ମଣ୍ଟେଜୁମା ପ୍ରତିଶୋଧ ଓ ଦିଲ୍ଲି ପେଟ (Delhi belly) ମୁଖ୍ୟ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୋମରାଜ୍ୟାଦି ବର୍ଗର କଷାୟ ଶାକଗୁଳ୍ମ, ପାଟଫୁଲିଆ ଏକ ଗୁଳ୍ମଜାତୀୟ ଉଦ୍ଭିଦ । ପତ୍ରଗୁଡ଼ିକ ଅଳ୍ପକେ କୋଇଲିଖିଆ ପତ୍ର ପରି ଦିଶିଥାଏ, କିନ୍ତୁ ଆକାରରେ ଛୋଟ ଓ ଓସାରରେ ଟିକେ ବେଶୀ ହୋଇଥାଏ । ଏହାର ଫୁଲ ପାଟଫୁଲ ପରି ଦିଶୁଥିବାରୁ ଏହାକୁ ପାଟଫୁଲିଆ କହନ୍ତି । ଏହାର ଫୁଲ ଗୋଲାପି ଓ ପାଟନାଲି, ଦୁଇପ୍ରକାରର ହୋଇଥାଏ। ଫୁଲଗୁଡ଼ିକ ଟାଉଁସିଆ ଓ ଖରାରେ ଶୀଘ୍ର ମଉଳି ଯାଏନାହିଁ। ଏହା ଘାସଜମି, ସାଧାରଣ ପଡ଼ିଆରେ ଜନ୍ମିଥିବାର ଦେଖାଯାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ବାୟୁ (ପ୍ରଦୂଷଣ ନିବାରଣ ଓ ନିରାକରଣ) ଅଧିନିୟମ, ୧୯୮୧
ବାୟୁ (ପ୍ରଦୂଷଣ ନିବାରଣ ଓ ନିରାକରଣ) ଅଧିନିୟମ, ୧୯୮୧ ଭାରତରେ ୨୯ ମାର୍ଚ୍ଚ ୧୯୮୧ ରୁ କାର୍ଯ୍ୟକାରୀ ହୋଇଛି । ଶିଳ୍ପାଯନ ତଥା ଜଙ୍ଗଲ୍ କ୍ଷୟରୁ ବୃଦ୍ଧି ପାଇଉଥିବା ବାୟୁ ପ୍ରଦୂଷଣର ନିବାରଣ ତଥା ନିରାକରଣ ନିମିତ୍ତ ଏହି ଅଧିନିୟମ ପ୍ରଣୀତ ହୋଇଛି । ନିକଟରେ ନୋବେଲ ବିଜେତା କୈଳାଶ ସତ୍ୟାର୍ଥୀ ବାୟୁ ପ୍ରଦୂଷଣ ରୋକିବା ଦିଗରେ ବାୟୁ (ପ୍ରଦୂଷଣ ନିବାରଣ ଓ ନିରାକରଣ) ଅଧିନିୟମ, ୧୯୮୧ର ସଂଶୋଧନ ପୂର୍ବକ ଏହି ଉଦ୍ଦେଶ୍ୟରେ ପଞ୍ଚବର୍ଷୀୟ ଯୋଜନା ପ୍ରସ୍ତୁତ କରିବା ପାଇଁ ପ୍ରଧାନ ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ । ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ । ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଏହାର ଅପବ୍ୟବହାର ଅତି ସାଧାରଣ ।
ରାମ ଜନ୍ମଭୂମି ବିବାଦ ବା ରାମ ଜନ୍ମଭୂମି-ବାବ୍ରି ମସଜିଦ ବିବାଦ ହେଉଛି ଭାରତର ଏକ ରାଜନୈତିକ, ଐତିହାସିକ ତଥା ସାମାଜିକ-ଧାର୍ମିକ ବିବାଦ । ଏହି ବିବାଦର ମୂଳ କାରଣ ହେଉଛି ଉତ୍ତରପ୍ରଦେଶର ଅଯୋଧ୍ୟାରେ ସ୍ଥିତ ୨ ଏକର ୭୭ ଡେସିମିଲ ଜମି ଉପରେ ମାଲିକାନାକୁ ନେଇ ବିବାଦ । ଏହି ବିବାଦିତ ଜମିକୁ ନେଇଁ ହିନ୍ଦୁ, ମୁସଲିମ ଏବଂ ନିର୍ମୋହି ଆଖାଡା ତରଫରୁ ବିବାଦ ଦେଖାଦେଇଥିଲା । ବିବାଦିତ ସ୍ଥଳକୁ ପ୍ରଭୁ ଶ୍ରୀରାମଙ୍କ ଜନ୍ମଭୂମି ଏବଂ ରାମ ମନ୍ଦିରକୁ ଭାଙ୍ଗି ମସଜିଦ କରାଯାଇଛି ବୋଲି ହିନ୍ଦୁମାନେ ଦାବୀ କରିବା ସହ ତଥା କଥିତ ଭଗ୍ନ ରାମ ମନ୍ଦିର ସ୍ଥଳରେ ଏକ ନୂତନ ରାମ ମନ୍ଦିର ଗଢିବାକୁ ଅଡିବସିଥିଲା ବେଳେ ବର୍ତ୍ତମାନ ସେଠାରେ ଏକ ମସଜିଦ ଥିବାରୁ ମୁସଲମାନ ଗୋଷ୍ଠୀ ଏହି ନୂତନ ରାମ ମନ୍ଦିର ନିର୍ମାଣକୁ ବିରୋଧ କରୁଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଘୂର୍ଣ୍ଣିବାତ୍ୟା, ପ୍ରତିଶବ୍ଦ ଘୂର୍ଣ୍ଣିବାତ, ଘୂର୍ଣ୍ଣିବାୟୁ, ଝଟିକାବର୍ତ୍ତ, ବାତାବର୍ତ୍ତ, ଚକ୍ରବାତ୍ୟା ବା ଖଣ୍ଡିଆଭୂତ (ଇଂରାଜୀ ଭାଷାର ମେଟିଓରୋଲୋଜି (meteorology) ଅନୁସାରେ cyclone) ଏକ ବିରାଟ ଧରଣର ବାୟୁ ପିଣ୍ଡ (air mass) ଯାହା ଶକ୍ତିଶାଳୀ କେନ୍ଦ୍ରୀୟ ବାୟୁମଣ୍ଡଳୀୟ ନିମ୍ନ (atmospheric pressure) ଚାପ ଚତୁର୍ଦ୍ଦିଗରେ ଘୂରିବୁଲେ । ଘୂର୍ଣ୍ଣିବାତ୍ୟାରେ ଏକ ନିମ୍ନଚାପ (low pressure) ବିଶିଷ୍ଟ କ୍ଷେତ୍ର ଚାରିପାଖରେ ଅନ୍ତଃଗାମୀ କୁଣ୍ଡଳାକାର ପବନ (wind) ଘୂରିବୁଲେ । ସବୁଠାରୁ ବଡ଼ ନିମ୍ନ-ଚାପ ସିସ୍ଟମକୁ ପୋଲାର ଭର୍ଟେକ୍ସ (polar vortices) ଓ ସବୁଠାରୁ ବଡ଼ ସିନୋପ୍ଟିକ ସ୍କେଲକୁ synoptic scale) ଏକ୍ସଟ୍ରାଟ୍ରପିକାଲ ଘୂର୍ଣ୍ଣିବାତ୍ୟା (extratropical cyclone) କୁହାଯାଏ । ମେସୋସାଇକ୍ଲୋନ (Mesocyclone), ଟର୍ନାଡୋ (tornado) ଓ ଡସ୍ଟ ଡେଭିଲ (dust devil) ଗୁଡ଼ିକ ମେସୋସ୍କେଲ ଅନ୍ତର୍ଭୁକ୍ତ ରହେ । ମଙ୍ଗଳ, ବୃହସ୍ପତି ଓ ନେପଚୁନ ଭଳି ଗ୍ରହମାନଙ୍କରେ ମଧ୍ୟ ଭୂର୍ଣ୍ଣିବାତ୍ୟା ହୁଏ । ଏହି ଘୁର୍ଣ୍ଣିବାତ୍ୟା ପ୍ରସ୍ତୁତି ଓ ଉତ୍କଟ ହେବାର ପ୍ରଣାଳୀକୁ ସାଇକ୍ଲୋଜେନେସିସ (Cyclogenesis) କୁହାଯାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି ।ଏହି ପର୍ବରେ ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ କାଳୀଙ୍କ ଆରାଧନା କରାଯାଏ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସମ୍ରାଟ ଜାହାଙ୍ଗୀରଙ୍କ ତୃତୀୟ ସନ୍ତାନ ଶାହଜାହାନ ୧୫୯୨ ମସିହା ଜାନୁଆରୀ ୫ତାରିଖରେ ଜନ୍ମଗ୍ରହଣ କରିଥିଲେ । ଜାହାଙ୍ଗୀରଙ୍କ ମୃତ୍ୟୁପରେ ନିଜର ସବୁ ଭାଇଙ୍କୁ ହତ୍ୟା କରି ସେ ୧୬୨୮ ଫେବୃଆରୀ ୪ ତାରିଖରେ ସିଂହାସନ ଆରୋହଣ କରିଥିଲେ । ତାଙ୍କର ୩ ପତ୍ନୀ ମଧ୍ୟରୁ, ଦ୍ୱିତୀୟ ଥିଲେ ମମତାଜ, ମମତାଜଙ୍କ ସହ ତାଙ୍କ ବିବାହ୧୬୧୨ ମସିହାରେ ହୋଇଥିଲା । ୧୬୩୧ରେ ମମତାଜଙ୍କ ମୃତ୍ୟୁ ପରେ, ତାଙ୍କ ସ୍ମୃତିରେ ସେ ତାଜମହଲ ନିର୍ମାଣ କରିଥିଲେ । ଦିଲ୍ଲୀର ଜାମା ମସଜିଦ ଓ ଆଗ୍ରାର ମୋତି ମସଜିଦ ମଧ୍ୟ ତାଙ୍କଦ୍ୱାରା ନିର୍ମିତ ହୋଇଥିଲା । ଶାହଜାହାନାବାଦ ନାମରେ ସେ ଏକ ନୂଆ ରାଜଧାନୀ ଗଢ଼ିଥିଲେ । ୧୬୫୮ ମସିହାରେ ଶାହଜାହାନଙ୍କ ପୁତ୍ର ଆଉରଙ୍ଗଜେବ ତାଙ୍କୁ ବନ୍ଦୀ କରି ସିଂହାସନ ଆରୋହଣ କରିଥିଲେ । ଦୀର୍ଘ ୮ବର୍ଷ ବନ୍ଦୀ ଜୀବନ ବିତାଇବାପରେ ୨୨ ଜାନୁଆରୀ ୧୬୬୬ରେ ତାଙ୍କର ମୃତ୍ୟୁ ଘଟିଥିଲା ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ୱାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ୱାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ୱ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ବାଞ୍ଛାନିଧି ମହାନ୍ତି ଜଣେ ସ୍ୱାଧୀନତା ସଂଗ୍ରାମୀ ଏବଂ କବି । ତାଙ୍କ ଜୀବନର ଦୁଇଟି ଲକ୍ଷ୍ୟ ଥିଲା; ପ୍ରଥମଟି ହେଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଓ ଦ୍ୱିତୀୟଟି ହେଲା ସାମ୍ରାଜ୍ୟବାଦୀ ଫିରିଙ୍ଗି ଶାସନର ଅବସାନ । ସେ ସ୍ୱାଧୀନତା ଆନ୍ଦୋଳନ ପାଇଁ ଅନେକ ଦେଶାତ୍ମବୋଧକ ଗୀତ ରଚନା କରି ନିଜେ ଗାନ କରିଥିଲେ, ଫଳରେ ଆଖପାଖରେ ଲୋକମାନେ ତାଙ୍କ ଗୀତ, କବିତା ଆଦିଦ୍ୱାରା ଆକୃଷ୍ଟ ହୋଇ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରିଥିଲେ । ଅସହଯୋଗ ଆନ୍ଦୋଳନ ସମୟରେ ତାଙ୍କର ସଙ୍ଗୀତ କଂଗ୍ରେସ ଭାବ ପ୍ରଚାର କରିବାରେ ବହୁତ ସାହାଯ୍ୟ କରିଥିଲା । ତାଙ୍କ ରଚିତ ଦୁଃଖିନୀ କନିକା ଗୀତଟି ଜନାଦୃତ । ସେ ଜାତୀୟତାଭରା ଗୀତ ଗାଇ ଗାଇ ଗାଁ ଗାଁରେ ବୁଲୁଥିବାରୁ ତାଙ୍କୁ ଜାତୀୟ କବି ବୋଲି ପରିଚୟ ମିଳିଥିଲା । ସାଙ୍ଗେ ସାଙ୍ଗେ ଗୀତ ଲେଖି ବାଟେଘାଟେ ଗାଉଥିଲେ ବୋଲି ତାଙ୍କୁ ମଧ୍ୟ ଚାରଣ କବି କୁହାଯାଉଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କେଳା (ଆହୁରି ମଧ୍ୟ ସାପୁଆ କେଳା, ସାପୁଆ) ବିଷଦାନ୍ତ ନଥିବା ସାପମାନଙ୍କୁ ଖେଳାଇ ଜୀବିକା ନିର୍ବାହ କରୁଥିବା ଓଡ଼ିଶାର ଏକ ଜନଜାତି । ଏହି ଜନଜାତି ମୁଖ୍ୟତଃ ବଣ-ଜଙ୍ଗଲ ତଥା ଗାଁ ଗହଳରୁ ସାପମାନଙ୍କୁ ଧରି ସେମାନଙ୍କ ବିଷ ଦାନ୍ତ ଓପାଡ଼ି ସେମାନଙ୍କୁ ପଦ୍ମତୋଳା ଶୁଣାଇ ଖେଳାଇ ଲୋକଙ୍କ ମନୋରଞ୍ଜନ କରିଥାନ୍ତି । ସାପଖେଳ ଦେଖାଇବା ସହ କେଳା ମାନେ ଗୀତ ଗାଇଥାନ୍ତି ଯାହା କେଳା-କେଲୁଣୀ ଗୀତ ନାମରେ ଜଣା । କେଳା ମାନେ ନାନାଦି ଜଡ଼ିବୁଟି ଔଷଧାଦି ମଧ୍ୟ ଦେଇଥାନ୍ତି ।ସମ୍ଭବତଃ ଏମାନେ କେରଳ ବା ଦକ୍ଷିଣ ଦେଶ ଆଡ଼ୁ ଆସିଥିବାରୁ ଏହିନାମ । ଅନାର୍ଯ୍ୟ ଯାଯାବର ଜାତିବିଶେଷ (ଏମାନେ କୁହୁକ ଓ ସାପଖେଳା ଦେଖାନ୍ତ ଓ ଧୂଡ଼ୁକି ବଜାଇ ଗୀତ ବୋଲି ଭିକ ମାଗନ୍ତି ଓ ନଳରେ ଚଢ଼େଇ ଧରନ୍ତି) । କେଳାମାନେ ଭିନ୍ନ ଭିନ୍ନ ଜାତିରେ ବିଭକ୍ତ ଯଥା: ସାପୁଆ ବା ନାଗେଶ୍ୱରିଆ, ଗଉଡ଼ିଆ, ସଭାଖିଆ ବା ମୁଣ୍ଡପୋତା, ନଳୁଆ, ମାଟିଆ, ବାଜୀକରିଆ, ଅଇରୀଗଉଡ଼, ଚାଉଳିଆ କେଳା । କେଲୁଣୀମାନେ ସ୍ତ୍ରୀମାନଙ୍କ ଦେହରେ ଚିତା କୁଟନ୍ତି ଏମାନଙ୍କ କଥା ବଙ୍ଗଳା ଓ ଓଡ଼ିଆ ମିଶା, ଧୁଡ଼ୁକି ବଜାଇ କେଳାଏ ଗୀତ ବୋଲନ୍ତି ଓ କେଲୁଣୀଏ ନାଚନ୍ତି ଏମାନେ ଏକ ସ୍ଥାନରେ ଏକାଦି କ୍ରମେ ବେଶି ଦିନ ରହନ୍ତି ନାହିଁ; ତାଳପତ୍ରରେ କୁଡ଼ିଆ ବାନ୍ଧି ଦଳ ଦଳ ହୋଇ ସ୍ଥାନେ ସ୍ଥାନେ ବସା କରି ରହନ୍ତି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ସମ୍ବିଧାନର ଧାରା ୩୭୦ ଜାମ୍ମୁ-କାଶ୍ମୀର ରାଜ୍ୟକୁ ଏକ ବିଶେଷ ରାଜ୍ୟର ମାନ୍ୟତା ଦେଇଥିଲା । ସମ୍ବିଧାନର ଭାଗ ୨୧ "ବିଶେଷ ଓ ସମାୟିକ ପ୍ରାବଧାନ" ଅନ୍ତର୍ଭୁକ୍ତ ଧାରା ୩୭୦ଦ୍ୱାରା ଜାମ୍ମୁ କାଶ୍ମୀର ରାଜ୍ୟକୁ ବିଶେଷ ରାଜ୍ୟର କ୍ଷମତା ମିଳିଥିଲା । ଏହା ଯୋଗୁଁ ଜାମ୍ମୁ-କାଶ୍ମୀର ରାଜ୍ୟର ନିଜସ୍ୱ ସମ୍ବିଧାନ ତଥା ଜାତୀୟ ପତାକା ରହିଥିଲା । ଏହି ଧାରା ଜାମ୍ମୁ-କାଶ୍ମୀରର ସମ୍ବିଧାନ ପ୍ରଣୟନ ସଭାକୁ ଭାରତୀୟ ସମ୍ବିଧାନର ଯେ କୌଣସି ପ୍ରାବଧାନ ଜାମ୍ମୁ-କାଶ୍ମୀର ପ୍ରତି ପ୍ରଯୁଜ୍ୟ କରିବା କିମ୍ବା ଧାରା ୩୭୦କୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରିବାର କ୍ଷମତା ଦେଇଥିଲା । କିନ୍ତୁ ଜାମ୍ମୁ-କାଶ୍ମୀର ସମ୍ବିଧାନ ପ୍ରଣୟନ ସଭା ଏହି ଧାରାକୁ ନିଷିଦ୍ଧ କରିବା ପୂର୍ବରୁ ହିଁ ଭଙ୍ଗ କରିଦିଆଯାଇଥିଲା । ଫଳରେ ଏହି ଧାରା ଭାରତୀୟ ସମ୍ବିଧାନ ଏକ ସ୍ଥାୟୀ ଅଙ୍ଗ ରୂପେ ଗୃହୀତ ହୋଇଥିଲା । ଏହି ଧାରାକୁ ୨୦୧୯ ଅଗଷ୍ଟ ୫ ତାରିଖରୁ ନିଷିଦ୍ଧ କରିଦିଆଯାଇଛି । ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଅଗଷ୍ଟ ୫ ଦିନ ଏକ ଆଦେଶନାମା ଜାରୀ କରି ପୂର୍ବତନ ସମସ୍ତ ଆଦେଶକୁ ନାକଚ କରିବା ସହ ଭାରତୀୟ ସମ୍ବିଧାନର ସମସ୍ତ ନିୟମ ଜାମ୍ମୁ-କାଶ୍ମୀର ପ୍ରତି ପ୍ରଯୁଜ୍ୟ ହେବ ବୋଲି ଘୋଷଣା କରିଥିଲେ । ସଂସଦର ଅନୁମୋଦନ ପରେ ସେ ଧାରା ୩୭୦ର ସମସ୍ତ ନିୟମ ଅଚଳ ହେବାର ଘୋଷଣା କରିଥିଲେ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ହାଡ଼ଭଙ୍ଗା ଏକ ଲତା ଜାତୀୟ ଉଦ୍ଭିଦ । ଏହା କୌଣସି ଗଛର ସାହାଯ୍ୟରେ ବଢ଼ିଥାଏ । ହାଡ଼ର ଗଣ୍ଠିପରି ଏଥିରେ ପବ ରହିଥିବାରୁ ଲୋକେ ଏହାକୁ ହାଡ଼ଭଙ୍ଗା କହିଥାନ୍ତି । ଏଇ ଲଟାଟି ଅନ୍ୟ ଲଟାପରି ସରୁ ନୁହେଁ, ବୁଢ଼ାଆଙ୍ଗୁଳି ମୋଟର । ପ୍ରତ୍ୟେକ ପବ ମୂଳରେ ଛୋଟ ଛୋଟ ପବଥାଏ । ଏହାକୁ କେହି କହେ ଅଇରି ବୋଲି ମଧ୍ୟ କହିଥାନ୍ତି । ଏହା ଭଙ୍ଗା ହାଡ଼କୁ ଯୋଡ଼ିପାରେ ବୋଲି ଏହାକୁ ଲୋକେ ହାଡ଼ଭଙ୍ଗା କହିଥାନ୍ତି ।