ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମାନସିକ ଅରୁଚି, (ଇଂରାଜୀ ଭାଷାରେ ଆନୋରେକସିଆ ନର୍ଭୋସା) ବା କେବଳ ଅରୁଚି ଏକ ଖାଇବା ବେମାରୀ ଯେଉଁଥିରେ ରୋଗୀର କମ ଓଜନ, ଓଜନ ବୃଦ୍ଧିର ଡର, ପତଳା ରହିବାର ଉଦ୍ଦାମ ଇଚ୍ଛା ଓ ସୀମିତ ଖାଦ୍ୟ ଥାଏ । ଏହି ଭଳି ରୋଗୀ ଅନେକ ସମୟରେ ନିଜକୁ ଅତ୍ୟଧିକ ଓଜନର ଲୋକ ଭାବନ୍ତି ଯଦିଓ ସେମାନଙ୍କର ଓଜନ କମ ଥାଏ । ଅଳ୍ପ ଓଜନ ଯୋଗୁ କିଛି ଅସୁବିଧା ହେଉଥିବା କଥା ସେମାନେ ମନା କରନ୍ତି । ଅଧିକାଂଶ ସମୟରେ ସେମାନେ ନିଜର ଓଜନ ଦେଖନ୍ତି, ଅଳ୍ପ ପରିମାଣର ଖାଦ୍ୟ ଓ କେତେକ ନିର୍ଦ୍ଦିଷ୍ଟ ଖାଦ୍ୟ ଖାଆନ୍ତି । ନିଜର ଓଜନ କମେଇବା ନିମନ୍ତେ ଅତ୍ୟଧିକ ବ୍ୟାୟାମ କରନ୍ତି, ବାନ୍ତି କରନ୍ତି ଓ ଝାଡ଼ାକରେଇବା ଔଷଧ ଖାଆନ୍ତି । ଏହି ରୋଗ ଜଟିଲ ହୋଇ ଓଷ୍ଟିଓପୋରୋସିସ, ବନ୍ଧ୍ୟାଦୋଷ ଓ ହୃତ୍ପିଣ୍ଡ ରୋଗ ହୋଇପାରେ । ମହିଳାମାନଙ୍କର ଋତୁବନ୍ଦ ହୋଇଯାଇପାରେ । କୌଣସି ଅଜ୍ଞାତ କାରଣରୁ ଏହି ରୋଗ ହୁଏ । ଆଇଡେଣ୍ଟିକାଲ ଯମଜ ପିଲାଙ୍କଠାରେ ଏହି ରୋଗ ଅଧିକ ଦେଖାଯାଉଥିବାରୁ କୌଣସି ଜେନେଟିକ ପ୍ରଭାବ ଥିବା ଅନୁମାନ କରାଯାଏ । ସାଂସ୍କୃତିକ କାରକର ମଧ୍ୟ ଏକ ଭୂମିକା ଥିବା ମନେହେଉଛି, ପତଳା ଶରୀରକୁ ସମାଜରେ ପ୍ରଶଂସା କରୁଥିଲେ ମଧ୍ୟ ଏହା ବେମାରୀ ସୃଷ୍ଟି କରେ । ଅଧିକନ୍ତୁ ଏହା ଉଚ୍ଚ ସ୍ତରୀୟ ଆଥଲେଟିକ କାର୍ଯ୍ୟକ୍ରମରେ ଯେପରିକି ମଡେଲିଙ୍ଗ ଓ ନାଚରେ ଆବଶ୍ୟକ ହେଉଥିବାରୁ ଏହି ରୋଗ ସମ୍ଭାବନା ବଢ଼ିଯାଏ । ମାନସିକ ଚାପ ପରେ ଜୀବନଶୈଳୀ ପରିବର୍ତ୍ତନ ହୋଇ ଅରୁଚି ଆରମ୍ଭ ହୁଏ । ଏହି ରୋଗ ନିର୍ଣ୍ଣୟ କରିବା ନିମନ୍ତେ ରୋଗୀର ଉଲ୍ଲେଖନୀୟ କମ ଓଜନ ଥିବା ଆବଶ୍ୟକ । ଏହାର ଗମ୍ଭୀରତା ମାପ ନିମନ୍ତେ ମାନକ ସ୍ଥିର କରାଯାଇଛି: ସାମାନ୍ୟ ରୋଗରେ ବଡି ମାସ ଇଣ୍ଡେକ୍ସ (ବିଏମଆଇ) ୧୭ରୁ ବେଶି, ମଧ୍ୟମ ରୋଗରେ ୧୬ରୁ ୧୭, ଗମ୍ଭୀର ରୋଗରେ ୧୫ରୁ ୧୬ ଓ ଚରମ ରୋଗରେ ୧୫ରୁ କମ । ପିଲାଙ୍କ କ୍ଷେତ୍ରରେ ବୟସ ଅନୁପାତରେ ପରସେଣ୍ଟାଇଲ ହିସାବ କରାଯାଏ ଓ ୫ ପରସେଣ୍ଟାଇଲରୁ କମ ହିସାବକୁ ନିଆଯାଏ । ମାନସିକ ସମସ୍ୟା, ଓଜନ ବୃଦ୍ଧି ଓ ବ୍ୟବହାର ଉନ୍ନତିକରଣ ସାହାଯ୍ୟରେ ଏହି ରୋଗ ଚିକିତ୍ସା କରାଯାଏ । ଔଷଧଦ୍ୱାରା ଓଜନ ବୃଦ୍ଧି ହୁଏ ନାହିଁ, କିନ୍ତୁ ଉତ୍କଣ୍ଠା ବା ଅବସାଦ ଦୂର କରାଯାଇପାରେ । ଅନେକ ପ୍ରକାରର ଥେରାପି ଦିଆଯାଇପାରେ ବିଶେଷତଃ ପିତାମାତା ଦାୟିତ୍ୱ ନେଇ ଖୁଆଇବାକୁ ଚେଷ୍ଟା କରିବା ନିମନ୍ତେ ଦୁଇ ପ୍ରକାର ଥେରାପି ଅଛି ଯଥା:- ମଡସ୍ଲି ଫ୍ୟାମିଲି ଥେରାପି ଓ କଗନିଟିଭ ବିହେଭିଅରାଲ ଥେରାପି । ଓଜନ ବୃଦ୍ଧି କରିବା ନିମନ୍ତେ ଅନେକ ସମୟରେ ରୋଗୀକୁ ଡାକ୍ତରଖାନାରେ ଆଡମିସନ କରିବା ଆବଶ୍ୟକ ହୁଏ । ନାସାପାକସ୍ଥଳି ନଳି ମାଧ୍ୟମରେ ଦିଆଯାଉଥିବା ଖାଦ୍ୟର ଉପକାରୀତା ବିଷୟରେ ମିଳୁଥିବା ପ୍ରମାଣ ନିଃସନ୍ଦେହ ନୁହେଁ । କେତେକ ଲୋକ ଥରେ ଏହି ରୋଗର ଶିକାର ହୋଇ ଭଲ ହୋଇଯାଆନ୍ତି ଓ କେତେକ ରୋଗୀ ଅନେକ ଥର ଶିକାର ହୁଅନ୍ତି । ଓଜନ ବୃଦ୍ଦି ସଙ୍ଗେ ସଙ୍ଗେ ଏ ରୋଗର ଜଟିଳତା ଉପଶମ ହୁଏ ବା ଆରୋଗ୍ୟ ହୁଏ । ସାରା ପୃଥିବୀରେ ଅରୁଛି ରୋଗ ସନ ୨୦୧୩ରେ ପ୍ରାୟ ୨ ନିୟୁତ ଲୋକଙ୍କର ଥିଲା । ପଶ୍ଚିମ ଦେଶମାନଙ୍କରେ ମହିଳାମାନଙ୍କ ମଧ୍ୟରୁ 0.୯%ରୁ ୪.୩% ଓ ପୁରୁଷମାନଙ୍କ ମଧ୍ୟରୁ 0.୨%ରୁ 0.୩% ଲୋକ ଜୀବନରେ କୌଣସି ନା କୌଣସି ସମୟରେ ଏହି ରୋଗର ଶିକାର ହୁଅନ୍ତି । of men in Western countries at some point in their life.
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
"ମି ଠୁ" (Me too କିମ୍ବା "#metoo) ୨୦୧୭ ମସିହାରେ ଯୌନ ଶୋଷଣ ଓ ଉତ୍ପୀଡ଼ନ ବିରୋଧରେ ସୋସିଆଲ ମିଡ଼ିଆରେ ଏକ ଦ୍ୱିଶବ୍ଦବିଶିଷ୍ଟ ହ୍ୟାସଟ୍ୟାଗରେ ପରିଣତ ହେଲା । ହାର୍ଭି ଉଇନଷ୍ଟାଇନଙ୍କ ବିରୋଧରେ ଉଠିଥିବା ଯୌନ ଅପବ୍ୟବହାର ଅଭିଯୋଗର ଉତ୍ତର ଭାବେ ଏହା ଆରମ୍ଭ ହୋଇଥିଲା । ଏହି ଖଣ୍ଡବାକ୍ୟ ଅକ୍ଟୋବର ୧୫ ତାରିଖ ସୁଦ୍ଧା ୨୦୦,୦୦୦ ଥର ବ୍ୟବହାର ହୋଇସାରିଥିଲା ଓ ଅକ୍ଟୋବର ୧୬ ତାରିଖ ସୁଦ୍ଧା ୫୦୦,୦୦୦ ଥର ବ୍ୟବହାର ହୋଇସାରିଥିଲା । ହ୍ୟାସଟ୍ୟାଗଟି ଫେସବୁକରେ ୬୦୦,୦୦୦ ଥର ବ୍ୟବହାର ହୋଇ ଯୌନ ଶୋଷଣ ଓ ଉତ୍ପୀଡ଼ନ ବାବଦରେ ୬ ମିଲିଅନ ଆଲୋଚନା ପାଇଁ ବାଟ ତିଆରି କରିଥିଲା । ଉକ୍ତ ଅସୁବିଧାର ହାର ଓ ସର୍ବବ୍ୟାପୀତା ବାବଦରେ ସଚେତନତା ସୃଷ୍ଟି କରିବା ପାଇଁ ଆଲିସିଆ ମିଲାନୋ ଏହି ଶବ୍ଦକୁ ଏକ ଅଭିଯାନ ଭାବେ ବ୍ୟବହାର କରିବା ପାଇଁ ଉତ୍ସାହୀତ କରିଥିଲେ । ଅନେକ ଜଣାଶୁଣା ବ୍ୟକ୍ତିତ୍ୱ ଏଥିରେ ଯୋଗଦେଇଥିଲେ । ସେମାନେ ହେଲେ:
ନ୍ୟାସନାଲ ଏରୋନଟିକ୍ସ ଆଣ୍ଡ ସ୍ପେସ ଆଡମିନିଷ୍ଟ୍ରେସନ (ଇଂଗ୍ରାଜୀ: National Aeronautics and Space Administration) (NASA) ସଂଯୁକ୍ତ ରାଜ୍ୟ ଆମେରିକାର ସଂଘୀୟ ସରକାରର ଏକ ସ୍ୱତନ୍ତ୍ର ଏଜେନ୍ସି ଅଟେ ଯାହା ଅନ୍ତରୀକ୍ଷ ଅନ୍ୱେଶଣ ଏବଂ ଏରୋନଟିକ୍ସ, ବୀମାନର ସଞ୍ଚାଳନ ଓ ଡିଜାଇନିଙ୍ଗ ରେ ସମ୍ବନ୍ଧିତ ହୋଇଥାଏ । ନାସା ପାଖେ ବହୁ ସଫଳ ମିଶନ ରହିଛି, ଉଦାହରଣ: ଆଇଏସେସ ଓ ଆପୋଲ ୧୧, ଯିଏ ୧୯୬୯ ମସିହାରେ ଚନ୍ଦ୍ରମାରେ ପ୍ରଥମ ମଣିଷ ରଖିଥିଲା । ନାସାକୁ ୨୯ ଜୁଲାଇ, ୧୯୫୮ ମସିହାରେ ଆରମ୍ଭ କରାଯାଇଥିଲା । ନାସାର ଆଦର୍ଶ ବାକ୍ୟ ହେଉଛି : "ସଭିଙ୍କ ଲାଭ ପାଇଁ" ।
ରୋକେୟା ପ୍ରାଚୀ ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ, ଉପସ୍ଥାପିକା ଏବଂ ଚଳଚ୍ଚିତ୍ର ନିର୍ଦ୍ଦେଶିକା ଓ ନିର୍ମାତା । ସେ ମୁଖ୍ୟତଃ ମଞ୍ଚ ଏବଂ ବଙ୍ଗଳାଦେଶୀ ଚଳଚ୍ଚିତ୍ର ଓ ଦୂରଦର୍ଶନ କାର୍ଯ୍ୟକ୍ରମରେ ଅଭିନୟ କରନ୍ତି । ରୋକେୟା ପ୍ରଥମେ ବଙ୍ଗଳାଦେଶୀ ଦୂରଦର୍ଶନରେ ଅଭିନୟ କରିବା ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ ନାଟକ ଥିଲା ଜୟ ପରାଜୟ । ୧୯୯୭ ମସିହାରେ ସେ ବଙ୍ଗଳାଦେଶୀ ଚଳଚ୍ଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ସେ ୨୦୦୯ ମସିହାରେ ସେ ଏକ ଦୂରଦର୍ଶନ ଚେନାଲର ପ୍ରାମାଣିକ ଚଳଚ୍ଚିତ୍ର ଜରିଆରେ ପ୍ରଥମେ ନିର୍ଦ୍ଦେଶନା ଦେବା ଆରମ୍ଭ କରିଥିଲେ । ଏହାପରେ ୨୦୧୫ ମସିହାରେ ସେ ତାଙ୍କର ପ୍ରଥମ ଦୂରଦର୍ଶନ ଧାରାବାହିକର ନିର୍ଦ୍ଦେଶନ ଦେଇଥିଲେ । ତାଙ୍କ ଅଭିନୀତ ତିନୋଟି କଥାଚିତ୍ର ଓସ୍କାର ପାଇଁ ମନୋନୀତ ହୋଇଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପଣିକିଆ (ଅନ୍ୟନାମ: ପଣକିଆ) ଗଣିତ ଗୁଣନ ଓ ହିସାବ ମୁଖସ୍ଥ କରିବାର ଏକ ଓଡ଼ିଆ ଗାଣିତିକ ହିସାବ ପ୍ରଣାଳୀ ଯାହା ଓଡ଼ିଶାରେ ବିଦ୍ୟାଳୟମାନଙ୍କରେ ଶିଶୁମାନଙ୍କୁ ଶିଖାଯାଇଥାଏ । ଆଗ କାଳରେ ବ୍ୟବହୃତ ହେଉଥିବା ପଣ (ବା ଅଣା)କୁ ନେଇ କରାଯାଉଥିବା ହିସାବରୁ ଏହାର ଆରମ୍ଭ । ପଣିକିଆ ପ୍ରତି ସଂଖ୍ୟାର ଏକଗୁଣ ଠାରୁ ଦଶ ଗୁଣ ପର୍ଯ୍ୟନ୍ତ ଥାଏ । ପ୍ରତି ସଂଖ୍ୟା ବା ଖନ୍ଦାର ପଣିକିଆକୁ ଉକ୍ତ ସଂଖ୍ୟାରେ 'କ' ଲଗାଇ ଏକକ, ଦୁଇକ, ତିନିକ ଏହିପରି ପଚିଶିକ ପଣିକିଆ ପର୍ଯ୍ୟନ୍ତ ମୁଖସ୍ଥ କରିବାକୁ ପଡ଼େ । ଗୁଣନ ମନେରଖିବାରେ ଶିଶୁମାନଙ୍କୁ ପ୍ରାଥମିକ ସ୍ତରରେ ପଣକିଆ/ପଣିକିଆ ଶିଖାଯାଏ । ଯଥା- ଦୁଇକ, ପଣକିଆ- ଦୁଇ କୋ ଦୁଇ. ଦୂଇ ଦୂଣେ/ଦୂଗୁଣ ଚାରି, ଦୁଇ ତିରି ଛଅ...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ଆମଦେଶରେ ଛଠ ପୂଜା ବଡ ଧୁମ୍ ଧାମରେ ପାଳନ କରାଯାଇଥାଏ । ଭାରତ ବ୍ୟତୀତ ମରିମସ୍, ତ୍ରିନିଦାଦ, ସୁମାତ୍ରା, ଜାଭା ସମେତ ଅନ୍ୟ ଦ୍ୱୀପମାନଙ୍କରେ ମଧ୍ୟ ଏହି ପର୍ବ ପାଳନ କରାଯାଏ । କାର୍ତ୍ତିକ ଶୁକ୍ଳପକ୍ଷ ଷଷ୍ଠୀରେ ଭଗବାନ୍ ସୂର୍ଯ୍ୟ ଦେବତାଙ୍କୁ ପୂଜା କରିବା ପାଇଁ ପୂର୍ବ, ପୂର୍ବ ଉତ୍ତର ଭାରତୀୟ ନାରୀମାନେ ନଦୀତଟରେ ଏକତ୍ର ହୋଇ ଅର୍ଘ୍ୟଦାନ କରି ଏହି ପରମ୍ପରାକୁ ବଜାୟ ରଖନ୍ତି ।ଭୟାଦୂଜ ପରେ ଏହି ଛଠ୍ ଆରମ୍ଭ ହୋଇ ଚାରିଦିନ ଅନୁଷ୍ଠିତ ହୋଇଥାଏ । ପ୍ରଥମ ଦିନରେ ସୈନ୍ଧବ ଲବଣ ଓ ଘିଅରେ ତିଆରି ହୋଇଥିବା ଅରୱା ଅନ୍ନ ଓ କଖାରୁରେ ରୋଷେଇ ହୋଇଥିବା ତରକାରୀକୁ ପ୍ରସାଦ ରୂପେ ଭୋଗ କରାଯାଇଥାଏ । ଦିନସାରା ଉପବାସ ରହି ସନ୍ଧ୍ୟା ସମୟରେ ବ୍ରତୀ ମହିଳାମାନେ ପ୍ରସ୍ତୁତ କରିଥିବା ଖିରିକୁ ଗ୍ରହଣ କରିଥାନ୍ତି । ଚତୁର୍ଥ ଦିନରେ ବ୍ରତଧାରୀଙ୍କ ବ୍ରତ ସମ୍ପନ୍ନ ହେଲା ପରେ ପ୍ରସାଦକୁ ବଣ୍ଟନ କରି ଅନ୍ନ ଗ୍ରହଣ କରିଥାନ୍ତି । ଏହି ପର୍ବର ଉଦ୍ଦେଶ୍ୟ ହେଲା ସ୍ୱାମୀ, ସନ୍ତାନଙ୍କ ଦୀର୍ଘାୟୁ ଓ ପାରିବାରିକ ସୁଖ ଓ ସମୃଦ୍ଧି ପାଇଁ ପାଳନ କରାଯାଇଥାଏ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ । ତାଙ୍କୁ ପଞ୍ଚଦେବତା ମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ।
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ ବିକ୍ରମ ଲ୍ୟାଣ୍ଡରଟି ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା। ଅର୍ବିଟର ଜରିଆରେ ପ୍ରାପ୍ତ ଥର୍ମାଲ୍ ଅପଟିକାଲ ଚିତ୍ରକୁ ଅନୁଧ୍ୟାନ କରି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଙ୍ଗ୍ କରିଛି ବୋଲି ବୋଲି ଇସ୍ରୋ ମୂଖ୍ୟ କେ.
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଦାନ୍ତବିନ୍ଧା, ଅନ୍ୟାନ୍ୟ ନାମ ଦନ୍ତଶୂଳ, ଦାନ୍ତପିଡ଼ା, ଦାନ୍ତ ଯନ୍ତ୍ରଣା, ଦାନ୍ତଶୂଳା (ଇଂରାଜୀ ଭାଷାରେ Toothache, ବା dental pain), କହିଲେ ଦାନ୍ତରେ ଯନ୍ତ୍ରଣା (pain) ବା ତାହାର ସହାୟକ ସଂରଚନାରେ କୌଣସି ଦାନ୍ତ ରୋଗ (dental disease ବା ଅଣଦାନ୍ତ ରୋଗର ରେଫରଡ଼ ଯନ୍ତ୍ରଣାକୁ (pain referred) ବୁଝାଏ । ଅତ୍ୟଧିକ ଯନ୍ତ୍ରଣା ହେଲେ ନିଦ୍ରା ବ୍ୟାଘାତ, ଖାଇବା ଓ ଅନ୍ୟାନ୍ୟ ଦୈନନ୍ଦିନ କାର୍ଯ୍ୟରେ ବାଧା ସୃଷ୍ଟି ହୁଏ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ପଞ୍ଚାନନ ନାୟକ (ଜନ୍ମ: ୭ ଫେବୃଆରୀ ୧୯୭୨) ଜଣେ ଓଡ଼ିଆ ଗୀତିକାର । ସେ ଓଡ଼ିଆ କଥାଚିତ୍ର, ଆଧୁନିକ ଆଲବମ୍ ଆଦିରେ ଅନେକ ଗୀତ ରଚନା କରିଛନ୍ତି । ପଞ୍ଚାନନ ୨୦୦୫ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ରଚନା କରିବା ଆରମ୍ଭ କରିଥିଲେ । ଏହାପୂର୍ବରୁ ସେ ଓଡ଼ିଆ ଆଲବମ ଜଗତରେ ଗୀତ ଲେଖି ଜଣେ ଗୀତିକାର ଭାବରେ ପ୍ରବେଶ କରିଥିଲେ । ୨୦୦୫ରେ ସେ ଓଡ଼ିଆ କଥାଚିତ୍ର ତତେ ମୋ ରାଣରେ ଗୀତ ରଚନା କରି ଓଡ଼ିଆ କଥାଚିତ୍ର ଜଗତରେ କାମ ଆରମ୍ଭ କରିଥିଲେ ।
ବିଜୟ ମିଶ୍ର (ଜନ୍ମ ୧୬ଜୁଲାଇ ୧୯୩୬) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଛନ୍ତି । ଶ୍ରୀ ମିଶ୍ର, ଏଯାବତ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିସାରିଛନ୍ତି । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଷ୍ଟିଭେନ ପୌଲ "ଷ୍ଟିଭ" ଜବ୍ସ (୨୪/୨/୧୯୫୫-୫/୮/୨୦୧୧)ଜଣେ ଅମେରିକୀୟ କମ୍ପୁଟର ବିଜ୍ଞାନୀ ।ସେ ଆପଲ କମ୍ପାନୀର ସହ ସ୍ଥାପକ ଓ ମୁଖ୍ୟ ଅଦ୍ଧକ୍ଷ ମଧ୍ୟ ଥିଲେ;pixar animation studios ର ମୁଖ୍ୟ ଅଦ୍ଧକ୍ଷ ; the Walt Disney companyର ନିୟଂତ୍ରକ ମଣ୍ଡଳିର ସଦସ୍ୟ ମଧ୍ୟ ଥିଲେ।ସେ NeXT.incର ଉଦ୍ଭାବକ ଓ ମୁଖ୍ୟ ଅଧକ୍ଷ ମଧ୍ୟ ଥିଲେ। ସେ ୧୯୭୦ micro computer revolutionର ଆଦିମ ଆବିଷକର୍ତା ଭାବେ ଜଣଶୁଣା। ତାଙ୍କ ଦେହାନ୍ତ ପରେ ତାଙ୍କ ଜୀବନୀ ଲେଖକ ତାଙ୍କୁ ବର୍ଣ୍ଣନା କରି ଲେଖିଛନ୍ତି ଯେ "ତାଙ୍କ ପରିବର୍ତନ ପାଇଁ ଆବେଗ ଏବଂ ଉତ୍ସାହ" ତାଙ୍କୁ 6ଟି ବଡ କମ୍ପାନୀରେ ପରିବର୍ତନ ଆଣିବା ପାଇଁ ସହାୟକ ହୋଇଥିଲା।
ତାରାତାରିଣୀ ମନ୍ଦିର ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଅବସ୍ଥିତ ହିନ୍ଦୁ ଧର୍ମର ଶକ୍ତି-ସ୍ୱରୂପିଣୀ ଦେବୀ ତାରାତାରିଣୀଙ୍କ ଶକ୍ତିପୀଠ। ଆମ ଦେଶରେ ଥିବା ବିଭିନ୍ନ 51 ଶକ୍ତିପୀଠ ମଧ୍ୟରେ ଏହା ଅନ୍ୟତମ ଅଟେ । ଏହି ଶକ୍ତିପୀଠରେ ତାରା ଓ ତାରିଣୀ ରୂପରେ ଦୁଇ ଭଉଣୀ ପୂଜା ପାଉଛନ୍ତି । ଏହି ପୀଠର ମହିମା ଯୋଗୁଁ ବେଶ ପ୍ରସିଦ୍ଧି ଲାଭ କରିଛି । ଓଡ଼ିଶାରେ ଥିବା ବିଭିନ୍ନ ଶକ୍ତିପୀଠ ମଧ୍ୟରେ ମା ତାରାତାରିଣୀଙ୍କ ପୀଠର ସ୍ୱାତନ୍ତ୍ର୍ୟତା ରହିଛି । ଏହି ପୀଠ ବୌଦ୍ଧ, ବୈଷ୍ଣବୀ, ତନ୍ତ୍ର ଓ ଶକ୍ତିପୀଠ ଭାବରେ ପ୍ରସିଦ୍ଧି ଲାଭ କରିଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।