ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୁଟାନ ଦକ୍ଷିଣ ଏସିଆ ମହାଦେଶର ଭୁ-ପରିବେଷ୍ଟିତ ଏକ ଦେଶ। ଏହା ହିମାଳୟର ପୂର୍ବ ପାର୍ଶ୍ୱରେ ଅବସ୍ଥିତ।ଏହାର ଉତ୍ତରକୁ ଚୀନର ସ୍ୱାୟତ୍ତ ଅଞ୍ଚଳ ତିବେତ,ଭାରତର ସିକିମ୍ ରାଜ୍ୟ,ପଶ୍ଚିମକୁ ତିବେତ୍ର ଚୁମ୍ବି,ପୂର୍ବକୁ ଭାରତର ଅରୁଣାଞ୍ଚଳ ପ୍ରଦେଶ ଓ ଦକ୍ଷିଣକୁ ଭାରତର ଆସାମ ଘେରି ରହିଛି। ଭୂଟାନ ଦକ୍ଷିଣ ଏସିଆରେ ଅବସ୍ଥିତ ଓ ମାଲଦିଭେସ ପରେ ଏହା ଦ୍ୱିତୀୟ ଅଳ୍ପ ଜନାକୀର୍ଣ୍ଣ ଦେଶ।ଥିମ୍ପୁ ଏହାର ରାଜ୍ୟ ଓ ବୃହତ୍ତମ ସହର ଅଟେ ଯେଉଁଠାରେକି ଫୁଣ୍ଟସୋଲିଙ୍ଗ ଏହାର ଅର୍ଥନୈତିକ କ୍ଷେତ୍ର। ଏହା ତା'ର ଇତିହାସରେ କେବେ ମଧ୍ୟ ଉପନିବେଶ ସ୍ଥାପନ କରିପାରିନାହିଁ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀ ର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ହିନା ରବାନି ଖର (ଇଂରାଜୀ ଭାଷାରେ Hina Rabbani Khar, ଉର୍ଦ୍ଦୁ ଭାଷାରେ (Urdu: حنا ربانی کھر; ଜନ୍ମ ୧୯ ନଭେମ୍ବର ୧୯୭୭) ଜଣେ ପାକିସ୍ଥାନୀ (Pakistani) ରାଜନୀତିଜ୍ଞ politician ଯିଏ ଫେବ୍ରୁଆରୀ ୨୦୧୧ରୁ ମାର୍ଚ୍ଚ ୨୦୧୩ ପର୍ଯ୍ୟନ୍ତ ପାକିସ୍ଥାନର ବିଦେଶ ମନ୍ତ୍ରୀ (Foreign Minister of Pakistan) ଥିଲେ । ମାତ୍ର ତେତିଶ ବର୍ଷ ବୟସର ସେ ସବୁଠାରୁ କନିଷ୍ଠ ଓ ପ୍ରଥମ ମହିଳା ଭାବରେ ସେହି ପଦବୀକୁ ଅଳଙ୍କୃତ କରିଥିଲେ ।ଖର ମୁଜାଫରଗଡ଼ରେ ଥିବା ଗୋଟିଏ ସାମନ୍ତବାଦୀ (feudal family) ପରିବାରର ପ୍ରଭାବଶାଳୀ ସଭ୍ୟ ଅଟନ୍ତି । ସେ ଲାହୋର ୟୁନିଭରସିଟିରେ ଓ ୟୁନଭରସିଟି ଅଫ ମାସାଚୁସେଟ ଆମହର୍ସ୍ଟରେ (LUMS and U Mass - Amherst) ବିଜନେସ ମ୍ୟାନେଜମେଣ୍ଟ ଅଧ୍ୟୟନ କରିବା ପରେ ସନ ୨୦୦୨ରେ ପାକିସ୍ଥାନ ମୁସଲିମ ଲିଗ ତରଫରୁ ପାକିସ୍ଥାନ ନ୍ୟାସନାଲ ଆସେମ୍ବ୍ଲିର ସଦସ୍ୟ ହୋଇଥିଲେ । ପାକିସ୍ଥାନ ଅର୍ଥନୈତିକ ପଲିସି ବା ନୀତି (economic policy) ନିମନ୍ତେ ଉତ୍ତରଦାୟୀ ହୋଇ ମିନିଷ୍ଟର ଅଫ ସ୍ଟେଟରେ ଜୁନିଅର ମନ୍ତ୍ରୀ ହୋଇଥିଲେ ଓ ପ୍ରଧାନ ମନ୍ତ୍ରୀ ସଉକତ ଅଜିଜଙ୍କ ଅଧୀନରେ କାର୍ଯ୍ୟ କରିଥିଲେ । ସନ ୨୦୦୯ରେ ସେ ଦଳ ବଦଳ କରି ପାକିସ୍ଥାନ ପିଓପ୍ଲ ପାର୍ଟିରେ ଯୋଗ ଦେଇ ରିଲେକସନରେ ଜିତିବା ପରେ ବିତ୍ତ ଓ ଅର୍ଥନୀତି ମାମଲାର ମନ୍ତ୍ରୀ (Minister of State for Finance and Economic Affairs) ପଦବୀ ଅଳଙ୍କୃତ କରିଥିଲେ ଓ ସେହି ବର୍ଷ ସେ ପ୍ରଥମ ମହିଳା ଭାବରେ ଜାତୀୟ ବଜେଟ[୫] ଉପସ୍ଥାପନ କରିଥିଲେ । ତଦାନନ୍ତୀନ ପ୍ରଧାନ ମନ୍ତ୍ରୀ ୟୁସୁଫ ରାଜା ଗିଲାନି ତାଙ୍କୁ ଜୁଲାଇ ୨୦୧୧ରେ ବିଦେଶ ମନ୍ତ୍ରୀ ଭାର ଦେଇଥିଲେ ଓ ସନ ୨୦୧୩ରେ ଜେନେରାଲ ଇଲେକସନ ପର୍ଯ୍ୟନ୍ତି ସେହି ପଦବୀ ରହିବ ପରେ ସକ୍ରିୟ ରାଜନୀତିରୁ ଅବସର ନେଲେ । ଭାରତ ସାଥିରେ ସେ ସଶକ୍ତ ସମ୍ପର୍କ ରଖିବାକୁ ଚେଷ୍ଟା ଚଲେଇଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଅକ୍ଷରଧାମ (ଇଂରାଜୀ ଭାଷାରେ Akshardham or Swaminarayan Akshardham complex) ଭାରତର ଦିଲ୍ଲୀରେ ଅବସ୍ଥିତ ଏକ ହିନ୍ଦୁ ମନ୍ଦିର (Hindu temple) ଓ ଧାର୍ମିକ ଓ ସାଂସ୍କୃତିକ ପରିସର ବା କ୍ୟାମ୍ପସ । ଏହାକୁ ଅକ୍ଷରଧାମ ମନ୍ଦିର ବା ସ୍ୱାମୀନାରାୟଣ ଅକ୍ଷରଧାମ ମଧ୍ୟ କୁହାଯାଏ ଯେଉଁଠାରେ ହଜାର ହଜାର ବର୍ଷର ପରମ୍ପରାଗତ ହିନ୍ଦୁତ୍ୱ (Hindu) ଓ ଭାରତୀୟ ସଂସ୍କୃତି (Indian culture), ଆଧ୍ୟାତ୍ମିକ ଭାବନେ ଓ ଶିଳ୍ପ ବିଦ୍ୟାର ନୈପୁଣ୍ୟ ଦେଖବାକୁ ମିଳେ । ଯୋଗୀଜି ମହାରାଜଙ୍କଦ୍ୱାରା (Yogiji Maharaj) ପ୍ରେରିତ ହୋଇ ଓ ପ୍ରମୁଖ ସ୍ୱାମୀ ମହାରାଜ (Pramukh Swami Maharaj) ଏହାକୁ ବୋଚାସନ୍ୱାସି ଅକ୍ଷର ପୁରୁଷୋତ୍ତମ ସ୍ୱାମୀନାରାୟଣ ସଂସ୍ଥାଦ୍ୱାରା (BAPS) ତିଆରି କରାଇଥିଲେ । ମନ୍ଦିର ସରକାରୀ ଭାବରେ ୬ ନଭେମ୍ବର ୨୦୦୫ ମସିହାରେ ପ୍ରମୁଖ ସ୍ୱାମୀ ମହାରାଜଙ୍କଦ୍ୱାରା ଉନ୍ମୋଚନ ହୋଇଥିଲା ଓ ସେତେବେଳେ ସେଠାରେ ଏ.ପି.ଜେ.
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
'ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ । ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ । ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଏହାର ଅପବ୍ୟବହାର ଅତି ସାଧାରଣ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଶାନ୍ତନୁ ଆଚାର୍ଯ୍ୟ ଜଣେ ଖ୍ୟାତନାମା ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଲକ୍ଷ୍ମୀଧର ଜେନା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଭାରତୀୟ ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଲକ୍ଷ୍ମୀଧର ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ସ୍ୱାଧୀନତା ପରେ ଭାରତରେ ଅନୁଷ୍ଠିତ ପ୍ରଥମେ ଭାରତୀୟ ସାଧାରଣ ନିର୍ବାଚନରେ ସେ ଯାଜପୁର-କେନ୍ଦୁଝର ଯୁଗ୍ମ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ବିଷ୍ଣୁ (ଦେବନାଗରୀ : विष्णु) ହିନ୍ଦୁଧର୍ମରେ ବୈଷ୍ଣବ ମାନଙ୍କର ତଥା ଶ୍ରୀ ଶଙ୍କରାଚାର୍ଯ୍ୟଙ୍କ ପ୍ରତିଷ୍ଠିତ ସ୍ମାର୍ତ୍ତ ସମ୍ପ୍ରଦାୟର ପ୍ରମୁଖ ଦେବତା । କେହି କେହି ତାଙ୍କୁ ପଞ୍ଚ ଦେବତାଙ୍କ ଭିତରେ ଜଣେ ବୋଲି କହିଥାନ୍ତି। ବିଷ୍ଣୁ ସହସ୍ରନାମ ଅନୁସାରେ ବିଷ୍ଣୁ ହେଉଛନ୍ତି ପରମାତ୍ମା। ସେ ସର୍ବତ୍ର ବିରାଜିତ ଓ ସ୍ଥାବର ଜଙ୍ଗମ ଜୀବ ଓ ନିର୍ଜିବାଦିର ମୂଳ ତତ୍ତ୍ୱ। ସେ ହେଉଛନ୍ତି କାଳାତୀତ ଅର୍ଥାତ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତରୁ ଉର୍ଦ୍ଧ୍ୱରେ। ତ୍ରିଦେବଙ୍କ ଭିତରେ ସେ ହେଉଛନ୍ତି ସୃଷ୍ଟିର ପାଳନକର୍ତ୍ତା। ତାଙ୍କର ଅନ୍ୟନାମ ନାରାୟଣ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଏଚ.ଆଇ.ଭି. (ହ୍ୟୁମ୍ୟାନ ଇମ୍ୟୁନୋ ଡେଫିସିଏନ୍ସି ଭାଇରସ) ମାନବ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କରିପାରୁଥିବା ଏକ ପ୍ରକାର ଭୁତାଣୁ । ଏହା ଏତେ କ୍ଷୁଦ୍ର ଯେ ଖାଲି ଆଖିରେ ଦେଖାଯାଏ ନାହିଁ । ଏହି ଭୂତାଣୁ ଯୋଗୁଁ ଏଡସ ରୋଗ ହୋଇଥାଏ ।ଏହି ଭୂତାଣୁ ୨ ପ୍ରକାରର । ଯଥା:- ଏଚ.ଆଇ.ଭି. -୧ ଏଚ.ଆଇ.ଭି -୨ । ଏଡସ୍ ହେଉଛି ଆକ୍ୱାର୍ଡ୍ ଇମ୍ୟୁନୋ ଡେଫିସିଏନ୍ସି ସିଣ୍ଡ୍ରୋମ୍ । ଏହାର ଅର୍ଥ ଯଥାକ୍ରମେ ଜଣେ ଅନ୍ୟ ଜଣଙ୍କ ଠାରୁ ଏଚ.ଆଇ.ଭି.
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ସତେଇସିଟି ରାଜ୍ୟ ଓ ନଅଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଏହି ବିଷୟଟି ମାନବ ଫୁସଫୁସ ବିଷୟରେ ଲେଖାଯାଇଛି । ଫୁସଫୁସ ଶ୍ୱାସକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ । ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ । ଏହା ଛାତି ଭିତରେ ଥାଏ । ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ । ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ । ପ୍ଲୁରା ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ । ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା । ଟ୍ରାକିଆ ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ ବ୍ରୋଙ୍କସ ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ । ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ ବ୍ରୋଙ୍କିଓଲ ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ । ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ । ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଗାଣିତିକ ଅର୍ଥଶାସ୍ତ୍ର (ଇଂରାଜୀ ଭାଷାରେ Mathematical economics) ଗାଣିତିକ ଉପାୟରେ ଅର୍ଥନୀତିରେ ସିଦ୍ଧାନ୍ତ ଓ ବିଶ୍ଳେଷଣ ପ୍ରୟୋଗକୁ କୁହାଯାଏ । ପରମ୍ପରା କ୍ରମେ ସାଧାରଣ ଜ୍ୟାମିତି, ଡିଫରେନସିଆଲ ଓ ଇଣ୍ଟେଗ୍ରାଲ କାଲକୁଲସ (calculus), ଡିଫରେନ୍ସ (difference), ଡିଫରେନସିଆଲ ସମୀକରଣ (differential equations), ମାଟ୍ରିକ୍ସ ଆଲଜେବ୍ରା (matrix algebra), ଗାଣିତିକ ପ୍ରୋଗ୍ରାମିଙ୍ଗ (mathematical programming) ଓ ଅନ୍ୟାନ୍ୟ କମ୍ପ୍ୟୁଟେସନାଲ ଅର୍ଥଶାସ୍ତ୍ରର (computational methods) ଉପାୟଠାରୁ ପ୍ରୟୋଗାତ୍ମକ ଅର୍ଥଶାସ୍ତ୍ର ସମ୍ପୁର୍ଣ୍ଣ ଅଲଗା । ଏହାର ସମର୍ଥକମାନେ ଦାବୀ କରନ୍ତି ଯେ ସିଦ୍ଧାନ୍ତ ସମ୍ପର୍କକୁ ଏହା ସାଧାରଣ, ସରଳ ଓ କଠୋରତା ସହ ସୂତ୍ରୀକରଣ କରେ । ଅର୍ଥଶାସ୍ତ୍ରୀଙ୍କୁ ଅନେକ ଜଟିଳ ବିଷୟର ଅର୍ଥପୂର୍ଣ୍ଣ, ପରୀକ୍ଷାମୂଳକ ବିଷୟମାନଙ୍କୁ ସହଜରେ ପରିବ୍ୟକ୍ତ କରିବାକୁ ଗଣିତ ପ୍ରସ୍ତାବ ଦିଏ । ବିବାଦାତ୍ମକ ବିଷୟଗୁଡ଼ିକର ସହଜ ଓ ଯୁକ୍ତାତ୍ମକ (positive) ସମାଧାନ କରିବାକୁ ଗଣିତର ଭାଷା ଅନୁମତି ଦିଏ । ଅର୍ଥଶାସ୍ତ୍ରର ଅନେକ ସିଦ୍ଧାନ୍ତ ଅଧୁନା ଗଣିତ ମଡେଲ ଭଳି ଉପସ୍ଥାପନ କରାଯାଉଛି, ସେଟଗୁଡ଼ିକୁ ସରଳ ଗଣିତ ସମ୍ପର୍କିତ କରି ସୁସ୍ପଷ୍ଟ କରାଯାଉଛି । ବ୍ୟାପକ ପ୍ରୟୋଗ ମଧ୍ୟରେ:
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ବାଇଧର ବେହେରା (ମୃତ୍ୟୁ: ୧୬ ମାର୍ଚ୍ଚ ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ବାଇଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ଥର ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସାଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୬୭ ଭାରତୀୟ ସାଧାରଣ ନିର୍ବାଚନରେ ସେ ଯାଜପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।