ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ନ୍ୟାସନାଲ ଏରୋନଟିକ୍ସ ଆଣ୍ଡ ସ୍ପେସ ଆଡମିନିଷ୍ଟ୍ରେସନ (ଇଂଗ୍ରାଜୀ: National Aeronautics and Space Administration) (NASA) ସଂଯୁକ୍ତ ରାଜ୍ୟ ଆମେରିକାର ସଂଘୀୟ ସରକାରର ଏକ ସ୍ୱତନ୍ତ୍ର ଏଜେନ୍ସି ଅଟେ ଯାହା ଅନ୍ତରୀକ୍ଷ ଅନ୍ୱେଶଣ ଏବଂ ଏରୋନଟିକ୍ସ, ବୀମାନର ସଞ୍ଚାଳନ ଓ ଡିଜାଇନିଙ୍ଗ ରେ ସମ୍ବନ୍ଧିତ ହୋଇଥାଏ । ନାସା ପାଖେ ବହୁ ସଫଳ ମିଶନ ରହିଛି, ଉଦାହରଣ: ଆଇଏସେସ ଓ ଆପୋଲ ୧୧, ଯିଏ ୧୯୬୯ ମସିହାରେ ଚନ୍ଦ୍ରମାରେ ପ୍ରଥମ ମଣିଷ ରଖିଥିଲା । ନାସାକୁ ୨୯ ଜୁଲାଇ, ୧୯୫୮ ମସିହାରେ ଆରମ୍ଭ କରାଯାଇଥିଲା । ନାସାର ଆଦର୍ଶ ବାକ୍ୟ ହେଉଛି : "ସଭିଙ୍କ ଲାଭ ପାଇଁ" ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ହୋସନେ ଆରା ପୁତୁଲ (ବଙ୍ଗଳା: হোসনে আরা পুতুল; ହୋସନେରା ପୁତୁଲ ଭାବରେ ମଧ୍ୟ ଜଣା) ହେଉଛନ୍ତି ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ ଏବଂ ମଡେଲ । ପତୁଲ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ୧୯୯୪ ମସିହାରେ ଅଭିନୟ ଆରମ୍ଭ କରିଥିଲେ । ଏହା ପୂର୍ବରୁ ସେ ୧୯୯୦ ମସିହାରେ ଏକ ଛୋଟ ଦୂରଦର୍ଶନ ଧାରାବାହିକରେ ଅଭିନୟ କରିଥିଲେ । ସେ ୧୯୯୪ ମସିହାରେ ବଙ୍ଗଳାଦେଶର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମ୍ମାନ ପାଇଥିଲେ ଏବଂ ଏଥି ସହିତ ଅନେକ ପୁରସ୍କାର ପାରିଛନ୍ତି ।
ସୌର ଜଗତରେ ଚନ୍ଦ୍ର ପୃଥିବୀର ଚାରିପଟେ ଘୁରୁଥାଏ ଏବଂ ପୃଥିବୀ ସୂର୍ଯ୍ୟ ର ଚାରିପଟେ ଘୁରୁଥାଏ । ଏହି ଘୂର୍ଣ୍ଣନ ପ୍ରକ୍ରିୟା ଅହରହ ଚାଲୁଥିବା ବେଳେ ଯେଉଁ ଦିନ ଚନ୍ଦ୍ର ଘୁରୁଥିବା ଅବସ୍ଥାରେ ପୃଥିବୀ ଆଉ ସୂର୍ଯ୍ୟ ମଧ୍ୟରେ ଏକ ସରଳ ରେଖାରେ ଅବତୀର୍ଣ୍ଣ କରେ ସେହି ଦିନ ସୂର୍ଯ୍ୟଙ୍କଠାରୁ ଆସୁଥିବା ଆଲୋକର କିଛି ଅଂଶ ଚନ୍ଦ୍ରଙ୍କ ଦ୍ଵାରା ଆଛାଦିତ ହୋଇ ପୃଥିବୀ ପୃଷ୍ଠରେ ଛାୟା ସୃଷ୍ଟି କରେ ସେହି ସମୟରେ ସୂର୍ଯ୍ୟ ଅଂଶିକ ବା ସଂପୂର୍ଣ୍ଣ ଭାବେ ଚନ୍ଦ୍ର ଦ୍ଵାରା କିଛି ସମୟ ପାଇଁ ଆଛାଦିତ ବା ଘୋଡାଇ ହୋଇଯାଆନ୍ତି । ଭୌତିକ ବିଜ୍ଞାଣା ଦୃଷ୍ଟିରେ ଏହି ଭଳି ମହା ଜାଗତୀୟ ଘଟଣାକୁ ସୌରପରାଗ ବୋଲି କୁହାଯାଏ । ଏହା କେବଳ ଅମାବାସ୍ୟା ତିଥୀରେ ସମ୍ଭବ ହୋଇଥାଏ !
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ମହୁମାଛି (ଇଂରାଜୀ ଭାଷାରେ Bee/ Anthophila) ଏକ ପ୍ରକାର ଉଡ଼ନ୍ତି ପୋକ (insect) ଯାହାର ବିରୁଡ଼ି (wasp) ଓ ପିମ୍ପୁଡ଼ିମାନଙ୍କ ସାଥିରେ ସାମଞ୍ଜସ୍ୟ ଅଛି ଯେଉଁମାନେ ପରାଗ ସଙ୍ଗମ (pollination), ମହୁ ଓ ମହୁମାଛି ମହମ (beeswax) ତିଆରରେ ଭାଗ ନିଅନ୍ତି । ଏମାନେ ସୁପରଫ୍ୟାମିଲି ଆପଏଡିଆ (Apoidea) ଲାଇନର ଜୀବ ଓ କ୍ଲେଡ (clade) ଦଳରେ ଆଛି ଓ ଆନ୍ଥୋଫିଲା (Anthophila) ନାମ ଦିଆଯାଇଛି । ଦୁନିଆରେ ୭ଟି ପରିବାରରେ ପ୍ରାୟ ୧୬,୦୦୦ ଜଣାଶୁଣା ମହୁମାଛି ସ୍ପେସି ଥିବାର ଜଣାଯାଏ । ଏଥି ଯୋଗୁ ଫୁଲ ଫୁଟୁଥିବା ଗଛର ଆଡାପ୍ଟିଭ ରାଡିଏସନ (adaptive radiation) ହୁଏ ଓ ସେହି ଅନୁସାରେ ମହୁମାଛିଙ୍କର ପରିବର୍ତ୍ତନ ହୁଏ । ଆଣ୍ଟାର୍କଟିକା ବ୍ୟତୀତ ଅନ୍ୟ ସବୁ ମହାଦେଶରେ ଏମାନଙ୍କୁ ଦେଖିବାକୁ ମିଳେ ଯେଉଁଠି ଫୁଲମାନଙ୍କର ପରାଗ ସଙ୍ଗମ ହୁଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହାଦ୍ୱାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀକୁ ବାର୍ତ୍ତା, ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷଣାତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଓଡ଼ିଶା ପାରମ୍ପରିକ ଭାବେ ଏକ କୃଷି ପ୍ରଧାନ ରାଜ୍ୟ ଅଟେ। ବହୁ ଦଶନ୍ଧି ଧରି ଏହାର ଅର୍ଥନୀତି ମୁଖ୍ୟତ କୃଷି ଉପରେ ହିଁ ନିର୍ଭରଶୀଳ ଥିଲା। ଏହା ଛଡା ଭାରତର ବିଭିନ୍ନ ଖଣିଜ ପଦାର୍ଥର ସିଙ୍ଘଭାଗ ଓଡ଼ିଶାରେ ହିଁ ଅଛି। ତେଣୁ ଖଣିଜ ପଦାର୍ଥ ଉତ୍ତୋଲଣ , ରପ୍ତାନି ଓ ବିଭିନ୍ନ ଧାତବ ପଦାର୍ଥ ଉତ୍ପାଦନ ଓଡ଼ିଶା ଅର୍ଥନୀତିକୁ ବିଶେଷ ଭାବେ ପ୍ରଭାବିତ କରି ଥାଏ। ସ୍ୱାଧୀନତା ପରଠାରୁ ଓଡ଼ିଶା ବହୁ ଦଶନ୍ଧି ଧରି ଏକ ଗରିବ ରାଜ୍ୟ ଭାବେ ରହି ଆସିଥିଲା। କିନ୍ତୁ ଗତ କିଛି ବର୍ଷ ହେଲା ଦ୍ରୁତ ଔଦ୍ୟୋଗିକ ବିକାଶ ଯୋଗୁ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧି ହାର ସାରା ଭାର ବର୍ଷରେ ଆଖିଦୃଶିଆ ଭାବେ ଅଧିକ ରହୁଛି।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ହୃଦାନନ୍ଦ ପାଣିଗ୍ରାହୀ, ଜଣେ ଓଡ଼ିଆ ସାହିତ୍ୟିକ । ସେ ୧୯୫୫ ମସିହା ଅଗଷ୍ଟ ୬ ତାରିଖରେ ଭଦ୍ରକ ଜିଲ୍ଲାର ଝାଡ଼ପଟାଠାରେ ଜନ୍ମଗ୍ରହଣ କରିଥିଲେ । ସେ ଭଦ୍ରକ କଲେଜରୁ ସ୍ନାତକ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓଡ଼ିଆ ସାହିତ୍ୟରେ ସ୍ନାତକୋତ୍ତର କରିଥିଲେ । ୧୯୭୯ମସିହାରୁ ଚମ୍ପୁଆସ୍ଥିତ ଚନ୍ଦ୍ରଶେଖର ମହାବିଦ୍ୟାଳୟରୁ ଅଧ୍ୟାପକ ଭାବରେ ନିଜ ବୃତ୍ତିଗତ ଜୀବନ ଆରମ୍ଭ କରି, ୨୦୧୪ମସିହାରେ ପାଳିଆବିନ୍ଧାସ୍ଥିତ ବିରଞ୍ଚି ନାରୟଣ ମାଧବ-ଅର୍ଜ୍ଜୁନ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ମୁଖ୍ୟଭାବେ ସେବାନିବୃତ ହୋଇଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଉଇଲିୟମ୍ ହାର୍ବେ ଜଣେ ଜଣାଶୁଣା ଡ଼ାକ୍ତର ଥିଲେ ଏବଂ ଶରୀର ବିଜ୍ଞାନ ତାଙ୍କର ପ୍ରିୟ ବିଷୟ ଥିଲା । ଆମ ଶରୀରରେ ରକ୍ତପ୍ରବାହ ହୁଏ ବୋଲି ପ୍ରଥମେ ସେ ମତଦେଇଥିଲେ ଏବଂ ଏ ବାବଦରେ ଗବେଷଣା ମଧ୍ୟ କରିଥିଲେ । ତାଙ୍କର ଗବେଷଣାକୁ ସେ ସମୟର ରୁଢ଼ିବାଦୀ ସମାଜ ସହଜରେ ଗ୍ରହଣ କରିପାରିନଥିଲା । ତାଙ୍କୁ ପାଗଳ,ନାସ୍ତିକ ଏବଂ ମୂର୍ଖ ଡାକ୍ତର କହି ପ୍ରଚାର କରାଯାଉଥିଲା । ଖ୍ରୀଷ୍ଟିଆନ ଧର୍ମ ସମର୍ଥକ ତାଙ୍କ ବିରୋଧୀ ହୋଯାଇଥିଲେ କିନ୍ତୁ ହାର୍ବେ ଥିଲେ ସ୍ଥିତପ୍ରଜ୍ଞ । ଶେଷରେ ତାଙ୍କ ମୃତ୍ୟୁ ପରେ ତାଙ୍କ ନାମରେ ଇଁଲଣ୍ଡରେ ଏକ ଡ଼ାକ୍ତରଖାନା ନିର୍ମାଣ ହୋଇଥିଲା ଏବଂ ୪ ବର୍ଷପରେ ତାଙ୍କ ଥିଓରୀକୁ ରୁଢ଼ିବାଦୀ ସମାଜଦ୍ୱାରା ଗ୍ରହଣ କରାଯାଇଥିଲା ।
କାଳିଜାଇ ମନ୍ଦିର ଓଡ଼ିଶାର ଚିଲିକା ହ୍ରଦର ଏକ ଛୋଟ ଦ୍ୱୀପ ମଧ୍ୟରେ ଅବସ୍ଥିତ। ନୀଳ ଜଳର ଚଦରରେ ଆବୃତ ହୋଇ ଥିବା ଏହି ପବିତ୍ର ସ୍ଥାନ ଓଡ଼ିଶା ପର୍ଯ୍ୟଟନର ଏକ ଐତିହାସିକ କିମ୍ବଦନ୍ତୀ ଭାବେ ଜଣାଶୁଣା। ପ୍ରାୟ ୨୯ ଏକର ପାହାଡରେ ପରିପୂର୍ଣ୍ଣ ଏ ଦ୍ୱୀପରେ ମା’ କାଳିଜାଇ ପୂଜା ପାଉଛନ୍ତି । କାଳିଜାଇ ଚିଲିକାର ଏକ ସ୍ୱତନ୍ତ୍ର ଆକର୍ଷଣ । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାକୁ ମା’ଙ୍କ ଦର୍ଶନ ପାଇଁ ଆସିଥନ୍ତି । ମକର ସଂକ୍ରାନ୍ତିରେ କାଳିଜାଇ ପୀଠରେ ପ୍ରସିଦ୍ଧ ମକରମେଳା ଅନୁଷ୍ଠିତ ହୁଏ । ଜାନୁଆରୀ ମାସରେ ପଡୁଥିବା ମକରମେଳା ଏଠାକାର ଏକମାତ୍ର ଲୋକପ୍ରିୟ ପର୍ବ । ଏହି ପର୍ବରେ ଆଖପାଖ ଅଞ୍ଛଳର ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ସୁସ୍ମିତା ମହାନ୍ତି, କଟକରେ ଜନ୍ମିତ ଜଣେ ଅନ୍ତରୀକ୍ଷ ବିଜ୍ଞାନୀ ଓ ଉଦ୍ୟୋଗୀ । ସେ ବର୍ତ୍ତମାନ ଓଡ଼ିଶା ସରକାରଙ୍କ "ମୋ ସ୍କୁଲ" କାର୍ଯ୍ୟକ୍ରମର ଅଧ୍ୟକ୍ଷା ଭାବରେ କାର୍ଯ୍ୟରତ ।ସୁସ୍ମିତା, ଭାରତର ପ୍ରଥମ ବେସରକାରୀ ଅନ୍ତରୀକ୍ଷ ଉଦ୍ୟୋଗ "ଆର୍ଥ୨ଅର୍ବିଟ"(Earth2Orbit)ର ସହପ୍ରତିଷ୍ଠାତ୍ରୀ ଓ ଅଧ୍ୟକ୍ଷ । ଏହା ପୂର୍ବରୁ ସେ ବିଦେଶରେ "ମୁନ୍ ଫ୍ରଣ୍ଟ"(Moonfront)(୨୦୦୧-୨୦୦୭) ଓ ଲିକ୍ୱିଫର୍(Liquifer)(୨୦୦୪) ନାମକ ଦୁଇଟି ଉଦ୍ୟୋଗ ପ୍ରତିଷ୍ଠା କରିସାରିଛନ୍ତି । ଉଦ୍ୟୋଗପତି ହେବା ଆଗରୁ, ସୁସ୍ମିତା ବୋଇଂ ଓ ନାସା ଭଳି ଅନୁଷ୍ଠାନମାନଙ୍କରେ କାମ କରିସାରିଛନ୍ତି । ତାଙ୍କ ଅନୁଷ୍ଠାନ ଆର୍ଥ୨ଅର୍ବିଟ ସୌର ଶକ୍ତି, ଜଳ, କୃଷି ଓ ସ୍ମାର୍ଟ ସିଟି ଭଳି ୪ଟି ବିଭାଗରେ କାର୍ଯ୍ୟ କରୁଛି । ସରକାରୀ ଓ ବେସରକାରୀ ସ୍ଥରରେ ଉପଲବ୍ଧ ବିଭିନ୍ନ ତଥ୍ୟକୁ ନେଇ ଅନ୍ତରୀକ୍ଷ ତଥ୍ୟ ସହ ତୁଳନା କରି,ବାତ୍ୟା,ବନ୍ୟା ଓ ଅନ୍ୟାନ୍ୟ ପ୍ରାକୃତିକ ଦୁର୍ବିପାକରୁ ଗୋଟିଏ ସ୍ଥାନକୁ କିପରି ରକ୍ଷା କରାଯାଇପାରିବ, ସେ ବିଷୟରେ ଗବେଷଣା କରୁଛି ।ସୁସ୍ମିତା କଟକରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଭାରତୀୟ ମହାକାଶ ଗବେଷଣା ସଂସ୍ଥାରେ କାର୍ଯ୍ୟ କରୁଥିଲେ । ପିତା "ଭାରତୀୟ ମହାକାଶ ଗବେଷଣା ସଂସ୍ଥା"ର ଅହମଦାବାଦ ଶାଖାରେ କାର୍ଯ୍ୟ କରୁଥିବାରୁ, ସୁସ୍ମିତାଙ୍କ ପିଲାଦିନ ଅହମଦାବାଦରେ ବିତିଥିଲା । ସେ ଭାରତ, ଫ୍ରାନ୍ସ, ସ୍ୱୀଡେନ ଆଦି ଦେଶରେ ନିଜ ଶିକ୍ଷାଗ୍ରହଣ କରିଥିଲେ । ସେ ଏକାଧିକ ପିଏଚଡ଼ି ହାସଲ କରିଛନ୍ତି ।
୧୯୨୨ ଖ୍ରୀଷ୍ଟାବ୍ଦରେ ସିନ୍ଧୁନଦୀର ଉପତ୍ୟକାରେ ପଶ୍ଚିମ ପଞ୍ଚାବସ୍ଥିତ ମୋଣ୍ଟେଗୋମେରୀ ଜିଲ୍ଲାର ହରପ୍ପାଠାରେ ଗୋଟିଏ ପ୍ରାଚୀନ ନଗରୀର ଧ୍ୱସାବଶେଷ ଆବିଷ୍କାର ଫଳରେ ଭାରତ ଇତିହାସରେ ଏକ ଗୁରୁତ୍ୱପୂଣ୍ଣର୍ ଅଧ୍ୟାଯ ଉନ୍ମୋଚିତ ହୋଇପାରିଛି। ଏହି ନଗରୀଟି ଥିଲା ଏକ ମହନୀୟ ସଭ୍ୟତାର ପୀଠସ୍ଥଳୀ। ଠିକ୍ ସେହିପରି ଏଚ ସଂସ୍କୃତି ମହେଞ୍ଜୋଦାରୋଠାରେ ଆବିଷ୍କୃତ ହୋଇଥିଲା। ଏହି ହରପ୍ପା ସଂସ୍କୃତି ସିନ୍ଧୁ ଓ ସରସ୍ୱତୀ ନଦୀ ଦ୍ୱୟ ମଧ୍ୟରେ ହୋଇଥିଲା।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
'ତବସୁମ୍ ଫାତିମା ହାସିମ୍ (ଜନ୍ମ: ୪ ନଭେମ୍ବର ୧୯୭୧), ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଯେ କଥାଚିତ୍ର ଜଗତରେ ତବୁ ନାମରେ ପରିଚିତ । ତବୁ ମୁଖ୍ୟତଃ ହିନ୍ଦୀ କଥାଚିତ୍ରରେ ଅଭିନୟ କରନ୍ତି । ସେ ହିନ୍ଦୀ କଥାଚିତ୍ର ବ୍ୟତୀତ ଇଂରାଜୀ, ତେଲୁଗୁ, ତାମିଲ, ମାଲାୟଲମ୍, ମରାଠି ଏବଂ ବଙ୍ଗାଳୀ ଚଳଚ୍ଚିତ୍ରରେ ଅଭିନୟ କରନ୍ତି । ତବୁ ଦୁଇଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି । ଏଥି ସହ ସେ ୬ଥର ଫିଲ୍ମଫେୟାର ପୁରସ୍କାର ପାଇଛନ୍ତି ଯେଉଁଥିରେ ୪ଟି କ୍ରିଟିକ୍ସଙ୍କ ପସନ୍ଦର ଶ୍ରେଷ୍ଠ ଅଭିନେତ୍ରୀ ସମ୍ମାନ ପାଇଛନ୍ତି । ୨୦୧୧ରେ ତବୁଙ୍କୁ ଭାରତ ସରକାରଙ୍କ ତରଫରୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା ।ତବୁ ହୁ ତୁ ତୁ, ମାଚିସ୍, ବିରାସତ୍, ଚାନ୍ଦିନି ବାର୍, ଚିନି କମ୍, ହାଇଦର୍, ଦୃଶ୍ୟମ୍, ଫିତୁର୍, ଫନା, ବିବି ନଂ-୧, ହମ୍ ସାଥ୍ ସାଥ୍ ହେ ଭଳି ସଫଳ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ଇଂରାଜୀ ଚଳଚ୍ଚିତ୍ର ଲାଇଫ୍ ଅଫ୍ ପାଇ, ଦ ନମସେକ୍, ଆଙ୍ଗ ଲିରେ ଅଭିନୟ କରିଥିଲେ ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ୱାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।ସାହିତ୍ୟିକ ଧନେଶ୍ୱର ସାମଲଙ୍କ ଜନ୍ମ ହୋଇଥିଲା ୧୯୩୨ ମସିହା ଡିସେମ୍ବର ମାସ୩୧ ତାରିଖରେ । ଜନ୍ମସ୍ଥାନ: ଅବିଭକ୍ତ କଟକ ଜିଲ୍ଲାର ବଡ଼ଚଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାରିନଙ୍ଗଳ ଗ୍ରାମ ପଞ୍ଚାୟତର ବାହାଦୂର ନଗର ଗ୍ରାମରେ ।
ଶତାନନ୍ଦ ଆଚାର୍ଯ୍ୟ ଜଣେ ଓଡ଼ିଆ ଗଣିତଜ୍ଞ ଓ ଜ୍ୟୋତିର୍ବିଦ । ସେ ଗଣିତ ବିଜ୍ଞାନକୁ ଦଶମିକ ସଂଖ୍ୟା ସହ ପରିଚିତ କରାଇଥିଲେ । ଜ୍ୟୋତିର୍ବିଜ୍ଞାନରେ ଦଶମିକ ଗଣନାରେ ବିନା ସହାୟତାରେ ମନୁଷ୍ୟ ଚନ୍ଦ୍ରରେ ପହଞ୍ଚିବା ସମ୍ଭବ ହୋଇନଥାନ୍ତା ବୋଲି ଜ୍ୟୋତିର୍ବିଜ୍ଞାନରେ ଜଣା । ସେ "ଭାସ୍ୱତୀ କରଣ", "ଶତାନନ୍ଦ ରତ୍ନମାଳା" ଓ "ଶତାନନ୍ଦ ସଂଗ୍ରହ" ନାମକ ତିନୋଟି ଜ୍ୟୋତିର୍ବିଜ୍ଞାନ ଗ୍ରନ୍ଥ ରଚନା କରିଥିଲେ । ୧୦୯୯ ଖ୍ରୀଷ୍ଟାବ୍ଦରେ ରଚିତ ଭାସ୍ୱତୀ କରଣ ଗ୍ରନ୍ଥରେ ଗ୍ରହନକ୍ଷତ୍ରମାନଙ୍କର ଗତି ଓ ଅବସ୍ଥିତି ସଠିକ ଗଣନା ନିମନ୍ତେ ଦଶମିକ ଗଣନାର ପ୍ରୟୋଗ କରିଥିଲେ । ସେ ସୂର୍ଯ୍ୟସିଦ୍ଧାନ୍ତରେ ଲେଖାଥିବା ବାସ୍ତବତା ଓ ବରାହମିହିରଙ୍କ ଯନ୍ତ୍ରଦ୍ୱାରା ପର୍ଯ୍ୟବେକ୍ଷଣକୁ ଗାଣିତିକ ସୂତ୍ରରେ ସମ୍ପୂର୍ଣ୍ଣ ସାମଞ୍ଜସ୍ୟ ଆଣି, ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ର ସଠିକ ମୁହୂର୍ତ୍ତ, ଭୋଗ ଓ ମୋକ୍ଷ ସମୟ ନିରୂପଣ କରିଥିଲେ । ଊନବିଂଶ ଶତାବ୍ଦୀରେ ପଠାଣି ସାମନ୍ତଙ୍କ ସିଦ୍ଧାନ୍ତ ଦର୍ପଣ ସହାୟତାରେ ପଞ୍ଚାଙ୍ଗ (ପାଞ୍ଜି) ନିରୂପଣ ହେବା ପର୍ଯ୍ୟନ୍ତ ଶତାନନ୍ଦଙ୍କ ନିରୂପିତ ପଞ୍ଚାଙ୍ଗ ଅନୁସାରେ ପୁରୀରେ ଜଗନ୍ନାଥ ମନ୍ଦିରର ନୀତି ଚଳି ଆସୁଥିଲା । ଏ ସମ୍ବନ୍ଧରେ ସିଦ୍ଧାନ୍ତ ଦର୍ପଣର ଲେଖା ଏହିପରି, "(୨୧ପ୍ର ଶ୍ଳୋକ ୫୧ରୁ ୫୫) ଶତାନନ୍ଦଙ୍କ ପୂର୍ବରୁ ଗ୍ରନ୍ଥକାରମାନେ ନିଜନିଜ ଦେଶରେ ଗ୍ରନ୍ଥ ସବୁ ପ୍ରକାଶ କରିଥିଲେ ମଧ୍ୟ ସେସବୁ ସୂର୍ଯ୍ୟସିଦ୍ଧାନ୍ତର ମୂଳନୀତି ଉପରେ ଆଧାରିତ ପରି ଜଣାଯାଏ । ଏତେ ଗଣିତ ଗ୍ରନ୍ଥର ପ୍ରଭାବ ଥିଲେ ମଧ୍ୟ ଉତ୍କଳର ଶତାନନ୍ଦାଚାର୍ଯ୍ୟଙ୍କ ପ୍ରାଚୀନ ଭାସ୍ୱତୀ ଗଣନା ଶ୍ରୀ ଜଗନ୍ନାଥ ମନ୍ଦିରରେ ପ୍ରଚଳିତ ହେଉଥିଲା । ଶତାନନ୍ଦ ଅନ୍ୟାନ୍ୟ ଗ୍ରନ୍ଥର ରାଶିଅଂଶ ଗଣନାକୁ ବର୍ଜନ କରି ତାଙ୍କ ନାମାନୁସାରେ ସେ ଶତକ ଗଣନା ପ୍ରୟୋଗ କରିଥିବାରୁ ଏହି ଗଣନାଟି ଅତିସ୍ଥୂଳ, ସହଜ ଓ ବୋଧଗମ୍ୟ ହୁଏ । ସେ ଭାସ୍ୱତୀରେ ଯେଉଁ ବୀଜାଂଶ ବ୍ୟବହାର କରିଛନ୍ତି ସେ ମଧ୍ୟ ସ୍ଥୂଳ ।"
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।