ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀ ର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସିନ୍ଧୁ ଜଳ ଚୁକ୍ତି ବା ସିନ୍ଧୁ ଜଳ ବୁଝାମଣା (ଇଂରାଜୀରେ Indus Waters Treaty) ଭାରତ ଓ ପାକିସ୍ତାନ ମଧ୍ୟରେ ଜଳ ବିଭାଜନକୁ ଆଧାର କରି ହୋଇଥିବା ଏକ ଐତିହାସିକ ଚୁକ୍ତି । ବିଶ୍ଵବ୍ୟାଙ୍କର ମଧ୍ୟସ୍ତତାରେ ଭାରତରୁ ପାକିସ୍ତାନକୁ ପ୍ରବାହିତ ସିନ୍ଧୁ ନଦୀ ଓ ତାହାର ଉପନଦୀମାନଙ୍କ ଜଳକୁ ଉଭୟ ଦେଶ ମଧ୍ୟରେ ଆବଣ୍ଟିତ କରାଯାଇଥିଲା । ୧୯୬୦ ମସିହା ସେପ୍ଟେମ୍ଵର ୧୯ ତାରିଖ ଦିନ ପାକିସ୍ତାନର କରାଚୀ ସହରରେ ଭାରତର ଭୂତପୂର୍ବ ପ୍ରଧାନମନ୍ତ୍ରୀ ପଣ୍ଡିତ ଜୱାହରଲାଲ ନେହେରୁ ଓ ପାକିସ୍ତାନର ତତ୍କାଳୀନ ରାଷ୍ଟ୍ରପତି ଆୟୁବ ଖାଁଙ୍କ ଦ୍ଵାରା ଏହି ଚୁକ୍ତି ସ୍ଵାକ୍ଷରିତ ହୋଇଥିଲା ।ଏହି ବୁଝାମଣା ଅନୁସାରେ, ପୂର୍ବ ପଟର ୩ଟି ନଦୀରେ (ବେଆସ୍, ରାୱି ଓ ଶତଲେଜ) ପ୍ରବାହିତ ବାର୍ଷିକ ୩.୩ କୋଟି ଏକର-ଫୁଟ୍ ପାଣି ଉପରେ ଭାରତର ନିୟନ୍ତ୍ରଣ ରହିଲା ଏବଂ ପଶ୍ଚିମ ପଟର ୩ଟି ନଦୀରେ (ସିନ୍ଧୁ, ଚେନାବ ଓ ଝେଲମ) ପ୍ରବାହିତ ବାର୍ଷିକ ୮ କୋଟି ଏକର-ଫୁଟ୍ ପାଣି ଉପରେ ପାକିସ୍ତାନର ନିୟନ୍ତ୍ରଣ ରହିଲା । ଏହି ଚୁକ୍ତିରେ ପାଣି ଆବଣ୍ଟନ ସମ୍ପର୍କିତ ପ୍ରସ୍ତାବ ଅଧିକ ବିବାଦୀୟ ଥିଲା । ଯେହେତୁ ପାକିସ୍ତାନର ନଦୀଗୁଡ଼ିକର ଅଧିକାଂଶ ଭାଗ ପାଣି ଭାରତରୁ ଆସେ, ତେଣୁ ପଶ୍ଚିମ ପଟର ନଦୀମାନଙ୍କ ପାଣିକୁ ଭାରତ ନିୟନ୍ତ୍ରିତ ଜଳସେଚନ, ଜଳବିଦ୍ୟୁତ୍ ଉତ୍ପାଦନ, ଜଳ ପରିବହନ, ମତ୍ସ୍ୟ ପାଳନ ଇତ୍ୟାଦି ଉଦ୍ଦେଶ୍ୟରେ ବ୍ୟବହାର କରିପାରିବ ବୋଲି ଚୁକ୍ତିରେ ପ୍ରସ୍ତାବ ରହିଲା । କୌଣସି ପ୍ରକଳ୍ପ ନିର୍ମାଣ ପାଇଁ ଭାରତକୁ କିଛି ନିୟମାବଳୀର ଅନୁସରଣ କରିବାକୁ ହେବ । ଭାରତ ଓ ପାକିସ୍ତାନର ମଧ୍ୟରେ ରହିଆସିଥିବା ଦୋଳାୟମାନ ସମ୍ପର୍କ ଯୋଗୁଁ ଯୁଦ୍ଧ ସମୟରେ ଭାରତ ସିନ୍ଧୁ ଓ ଅନ୍ୟ ନଦୀମାନଙ୍କ ଜଳକୁ ନିଜ ଇଚ୍ଛାରେ ନିୟନ୍ତ୍ରଣ କରି ପାକିସ୍ତାନରେ ବନ୍ୟା ବା ଦୁର୍ଭିକ୍ଷ ପରିସ୍ଥିତି ସୃଷ୍ଟି କରିପାରେ ବୋଲି ପାକିସ୍ତାନର ଆଶଙ୍କା (ବା ଅଭିଯୋଗ) ରହିଆସିଛି । ତେଣୁ ସିନ୍ଧୁ ଜଳ ଚୁକ୍ତିର ଉପକ୍ରମରେ ବନ୍ଧୁତା, ସମନ୍ଵୟ ଓ ସଦ୍ଭାବ ରକ୍ଷାକରି ଏବଂ ଉଭୟ ଦେଶଙ୍କ ଅଧିକାରର ସମ୍ମାନ କରି ସିନ୍ଧୁ ଅବବାହିକା ବ୍ୟବସ୍ଥାରୁ ଉପଯୁକ୍ତ ଓ ଯଥେଷ୍ଟ ପରିମାଣର ଜଳ ଆବଣ୍ଟିତ କରିବା ଏହି ଚୁକ୍ତିର ଉଦ୍ଦେଶ୍ୟ ।ଚୁକ୍ତିର ଅନୁଚ୍ଛେଦ XII(୨) ଅନୁସାରେ ୧୯୬୦ ମସିହା ଅପ୍ରେଲ ପହିଲାଠାରୁ ଚୁକ୍ତି ଲାଗୁ ହେବା ପରଠାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଜଳ ସମ୍ଵନ୍ଧୀୟ ବିବାଦ ବା ଯୁଦ୍ଧ ହୋଇନାହିଁ । ବିବାଦ କିମ୍ଵା ଅସହମତିର ସ୍ଥିତି ଉପୁଜିଲେ ଚୁକ୍ତିର ନିୟମାବଳୀକୁ ଆଧାର କରି ମାମଲାର ବିଚାର କରାଯାଏ ଓ ବୁଝାମଣା ହୁଏ । ଆଧୁନିକ ସମୟରେ ବୁଦ୍ଧିଜୀବୀ ଓ ଗବେଷକ ମତ ଦିଅନ୍ତି ଯେ ଏହି ଚୁକ୍ତିରେ ଜଳବାୟୁ ପରିବର୍ତ୍ତନ ସମ୍ଵନ୍ଧୀୟ ନିୟମ ରହିବା କଥା କିନ୍ତୁ ତଥାପି ଜଳ ଆବଣ୍ଟନ ପରିପ୍ରେକ୍ଷୀରେ ସିନ୍ଧୁ ଜଳ ଚୁକ୍ତିକୁ ବିଶ୍ଵର ସଫଳ ଚୁକ୍ତିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ଚୁକ୍ତିରେ ଗୃହୀତ ପ୍ରସ୍ତାବ ଅନୁସାରେ ଭାରତ ସିନ୍ଧୁ ନଦୀ ବ୍ୟବସ୍ଥାର ଜଳର ୨୦% ଏବଂ ପାକିସ୍ତାନ ଅବଶିଷ୍ଟ ବ୍ୟବହାର କରିପାରିବ । କିନ୍ତୁ ଭାରତ ପଶ୍ଚିମ ପଟର ନଦୀମାନଙ୍କ ପାଣିକୁ ଘରୋଇ ଜଳଯୋଗାଣ, ଔଦ୍ୟୋଗିକ ଜଳଯୋଗାଣ ବା ଅନ୍ୟ କୌଣସି ଉପଭୋଗ୍ୟ କାର୍ଯ୍ୟ ପାଇଁ ବ୍ୟବହାର କରିପାରିବ ନାହିଁ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ବିଶ୍ୱ ଏଡ୍ସ ଦିବସ, ଡିସେମ୍ବର ୧ରେ ପ୍ରତିବର୍ଷ ପାଳିତ ହୋଇଥାଏ । ଏହା ଏଡ୍ସ (AIDS)ର ସଂକ୍ରମଣକୁ ପ୍ରତିରୋଧ କରିବା ନିମନ୍ତେ ପାଳନ କରାଯାଇଥାଏ । ସରକାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଦିନଟିକୁ ଏଡ୍ସ ବାବଦରେ ଭାଷଣ ଦେଇ ଜନସଚେତନତା ତିଆରି କରି ପାଳନ କରିଥାନ୍ତି । ୧୯୯୫ ଠାରୁ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଏହାକୁ ସରକାରୀ ତାଲିକାଭୁକ୍ତ କରିଥିଲେ । ବାକି ଦେଶରେ ମଧ୍ୟ ଏହି ଦିନ ଏଡ୍ସ ଦିବସ ପାଳନ କରାଯାଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ । ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ । ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଏହାର ଅପବ୍ୟବହାର ଅତି ସାଧାରଣ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ନୂଆ ଯୁଗ (ଇଂରାଜୀ ଭାଷାରେ New Age) ଏକ ସାରଗ୍ରାହୀ ଧାର୍ମିକ (religious) ବା ଆଧ୍ୟାତ୍ମିକ (spiritual) ବିଶ୍ୱାସ ଧାରାର ଅଧ୍ୟୟନ ଯାହା ସନ ୧୯୭୦ରେ ପଶ୍ଚିମ ଦେଶମାନଙ୍କରେ ବିକଶିତ ହୋଇଥିଲା । ଯଦିଓ ଏହାକୁ ଧାର୍ମିକ ବିଚାର କରାଯାଉଥିଲା, ଯେଉଁମାନେ ଏଥିରେ ସଂଯୁକ୍କ୍ତ ହେଉଥିଲେ, ସେମାନେ ଏହାକୁ ଆଧ୍ୟାତ୍ମିକ ବା ମନ, ଦେହ ଓ ଆତ୍ମା କହୁଥିଲେ ଓ ସେମାନେ ନିଜେ କ୍ୱଚିତ୍ ନୂଆ ଯୁଗ କହୁଥିଲେ । ଏହି ବିଷୟର ଅନେକ ବିଦ୍ୱାନମାନେ ଏହାକୁ ନୂଆ ଯୁଗ ଆନ୍ଦୋଳନ କହୁଥିଲେ ଓ ଅନ୍ୟମାନେ ଏହି ଶବ୍ଦ ବିଷୟ ନେଇ ଯୁକ୍ତି କରି ଏହାକୁ ମିଲିଉ (milieu or zeitgeist) ନାମ ଦେଲେ ଭଲ ହେବ ବୋଲି କହୁଥିଲେ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
Dhumavati (Sanskrit: धूमावती, Dhūmāvatī, ଆକ୍ଷରିକ ଅର୍ଥରେ ଧୁମାଚ୍ଛାଦିତ ) ଦଶଜଣିଆ ମହାବିଦ୍ୟା (Mahavidyas) ତାନ୍ତ୍ରିକ ଦେବୀଙ୍କ (Tantrik) ମଧ୍ୟରୁ ଜଣେ ଦେବୀ । ହିନ୍ଦୁ (Hindu) ସ୍ୱର୍ଗୀୟ ମାତାଙ୍କର ଭୟାବହ ଦେବୀ (Devi) ସ୍ୱରୁପ ହେଉଛନ୍ତି ଧୁମାବତୀ । ତାଙ୍କୁ ଚିତ୍ରରେ ଅନେକ ସମୟରେ ଏକ ବୃଦ୍ଧା ଓ ଅସୁନ୍ଦରୀ ବିଧବା ଭାବରେ ଦର୍ଶାଯାଏ, ଅଶୁଭ ଓ ଅନାକର୍ଷଣୀୟ ଯେପରିକି କାଉ ଓ ଚତୁର୍ମାସ୍ୟା (Chaturmas) ସମୟ । ତାଙ୍କ ବର୍ଣ୍ଣନାରେ ସେ ମଶାଣୀରେ (cremation ground) ଘୋଡ଼ା ନଥିବା ରଥରେ ବା କାଉ ଉପରେ ସବାର ହୋଇ ଉଡ଼ୁଥିବା ଦେଖାଯାଏ । ତାଙ୍କ ପ୍ରାର୍ଥନା କଲେ କେତୁ ଗ୍ରହ ଶାନ୍ତ ହେଉଥିବା କୁହାଯାଏ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଟିକଟକ, ଯାହା ଡଇନ (ଚୀନ: 抖音; ପିନଇନ : Dǒuyīn; ଆକ୍ଷରିକ ଅର୍ଥ: 'ଶବ୍ଦ କମ୍ପନ') ନାମରେ ମଧ୍ୟ ଚୀନରେ ଜଣାଶୁଣା ଏକ ଆଣ୍ଡ୍ରୋଏଡ ଏବଂ ଆଇଓଏସ ଆପ ବା ଆପ୍ଲିକେସନ, ଯେଉଁଥିରେ ଛୋଟ ଛୋଟ ସମୟର ଅବଧିଯୁକ୍ତ ଭିଡିଓ ତିଆରି କରାଯାଇ ବଣ୍ଟା ଯାଇଥାଏ । ତିନିରୁ ପନ୍ଦର ସେକେଣ୍ଡ ସମୟ ବିଶିଷ୍ଟ ସଙ୍ଗୀତ ଭିଡିଓ ତିଆରି ହୋଇଥାଏ ଏବଂ ବାରମ୍ବାରତା ଛୋଟ ଭିଡିଓ ୩ରୁ ୬୦ ସେକେଣ୍ଡର ତିଆରି ହୋଇଥାଏ ।ଏହା ବାଇଟଡ୍ୟାନ୍ସ ନାମକ ଏକ କମ୍ପାନୀଦ୍ୱାରା ପରିଚାଳିତ । ଚୀନରେ ସେପ୍ଟେମ୍ବର ମାସ ୨୦୧୬ ମସିହାରେ ଏହା ପ୍ରଥମେ ଡଇନ ନାମରେ ଆରମ୍ଭ ହୋଇଥିଲା ଏବଂ ଅନ୍ୟ ଦେଶର ବଜାରଗୁଡିକୁ ଏକବର୍ଷ ପରେ ଟିକଟକ ନାମରେ ଛଡ଼ା ଯାଇଥିଲା । ଅକ୍ଟୋବର ମାସ ୨୦୧୮ରେ ଏହି ଆପଟି ଯୁକ୍ତରାଷ୍ଟ୍ରରେ ସବୁଠାରୁ ଅଧିକ ଡାଉନଲୋଡ଼ କରାଯାଇଥିଲା । ୨୦୧୮ ମସିହା ସୁଦ୍ଧା ଏହା ୧୫୦ଟି ଦେଶରେ, ୭୫ଟି ଭାଷାରେ ଉପଲବ୍ଧ ଅଟେ । ଜୁଲାଇ ମାସ ୨୦୧୮ ମସିହାରେ ଏହାର ୫୦ କୋଟିରୁ ଅଧିକ ଗ୍ରାହକ ଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭାରତର ନୃତ୍ୟକଳା ଏକ ସର୍ବପୁରାତନ କାଳରୁ ଭିନ୍ନ ଭିନ୍ନ ଭାବ ଭଙ୍ଗୀରେ ସୃଷ୍ଟି ହୋଇ ଆସିଛି । ଭାରତୀୟ ନୃତ୍ୟକଳା ଓ ଏହାର ସ୍ଥାପତ୍ୟ ସର୍ବ ଜନସାଧାରଣ ମାନଙ୍କୁ ଏକତ୍ର କରି ରଖିପାରିଛି । ସମଗ୍ର ଭାରତ ବର୍ଷରେ କାହିଁ କେଉଁ ଯୁଗରୁ ଆଜି ପର୍ଯ୍ୟନ୍ତ ମଧ୍ୟ ଲୋକମାନେ ନିଜ ନିଜ ସଂସ୍କୃତି ଓ ପରମ୍ପରାକୁ ଉଜ୍ଜୀବିତ ରଖିବାକୁ ଯାଇ ସଂସ୍କୃତି ସମ୍ପନ୍ନ ନୃତ୍ୟକୁ ପରିବେଷଣ କରିଥାନ୍ତି । ଏହାଦ୍ୱାରା ସେମାନଙ୍କ ମଧ୍ୟରେ ଏକତା ଓ ମାନସିକ ଶାନ୍ତି ଉଜ୍ଜୀବିତ ହୁଏ । ସମସ୍ତ ପ୍ରକାରର ପର୍ବପର୍ବାଣି, ଆଡମ୍ବର ଅନୁଷ୍ଠାନ ଏବଂ ମନର ଶାନ୍ତି ଭାବନାକୁ ଉଜ୍ଜୀବିତ କରି ରଖିବା ପାଇଁ ଲୋକମାନେ ନିଜ ନିଜ ସାଂସ୍କୃତିକ ଶୈଳୀରେ ନୃତ୍ୟ ପରିବେଷଣ କରିଥାନ୍ତି । ଏହାଦ୍ୱାରା ଧାର୍ମିକ , ସାଂସ୍କୃତିକ ଓ ଶାସ୍ତ୍ରୀୟ ନୃତ୍ୟର ମାର୍ଜନା ହୋଇଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଖାଇବା ବେମାରୀ ଅନେକ ପ୍ରକାର ମାନସିକ ବେମାରୀର ସମଷ୍ଟି ଯେଉଁଥିରେ ଅସ୍ୱାଭାବିକ ଖାଦ୍ୟାଭ୍ୟାସ ଯୋଗୁ ମଣିଷର ଶାରୀରିକ ସ୍ୱାସ୍ଥ୍ୟ ଓ ମାନସିକ ସ୍ୱାସ୍ଥ୍ୟ ଖରାପ ହୁଏ । ସେହି ବେମାରୀମାନଙ୍କ ନାମ :- ବିଙ୍ଗେ ଖାଇବା ବେମାରୀ ଯେଉଁଥିରେ ଲୋକ ଅଳ୍ପ ସମୟରେ ବହୁତ ଖାଦ୍ୟ ଖାଏ, ଆନୋରେକସିଆ ନର୍ଭୋସା ଯେଉଁଥିରେ ଲୋକ ଅଳ୍ପ ଖାଆନ୍ତି ଓ ତାଙ୍କର ଓଜନ କମ ଥାଏ, ବୁଲିମିଆ ନର୍ଭୋସା ଯେଉଁଥିରେ ଲୋକ ବହୁତ ଖାଆନ୍ତି କିନ୍ତୁ ଖାଦ୍ୟ ବାହାର କରିବା ଉପାୟ କରନ୍ତି, ପିକା ବେମାରୀ ଯେଉଁଥିରେ ଅଖାଦ୍ୟ ଖାଆନ୍ତି, ରୁମିନେସନ ବେମାରୀ ଯେଉଁଥିରେ ଖାଦ୍ୟ ବାନ୍ତି କରିପକାନ୍ତି, ସୀମିତ ଖାଦ୍ୟ ଖାଇବା ବେମାରୀ ଯେଉଁଥିରେ ଖାଦ୍ୟ ଖାଇବାରେ ରୁଚି ନ ଥାଏ ଓ ଅନ୍ୟ କେତେକ ନିର୍ଦ୍ଦିଷ୍ଟ ଖାଇବା ବେମାରୀ । ଉତ୍କଣ୍ଠା ବେମାରୀ, ଅବସାଦ ଓ ପଦାର୍ଥ ଦୂରୁପଯୋଗ ଇତ୍ୟାଦି ସାଧାରଣତଃ ଖାଇବା ବେମାରୀମାନଙ୍କ ସହ ଏକତ୍ର ଦେଖାଯାଆନ୍ତି । ଏଥିରେ ମୋଟାପା ନ ଥାଏ । ଖାଇବା ବେମାରୀମାନଙ୍କ କାରଣ ସ୍ପଷ୍ଟ ହୋଇନାହିଁ । ଉଭୟ ପରିବେଶ ଓ ଜେନେଟିକ ଉପାଦାନର ଭୂମିକା ଥାଇପାରେ । ପତଳା ଚେହେରା ରଖିବା ସଂସ୍କୃତିଯୋଗୁ ଏହା ହେବା ବିଶ୍ୱାସ କରାଯାଏ । ଖାଇବା ବେମାରୀ ପ୍ରାୟ ୧୨ % ନୃତ୍ୟଶିଳ୍ପିଙ୍କୁ ଆକ୍ରମଣ କରେ । ଯୌନ ଦୂରୁପଯୋଗ (sexual abuse) ଭୋଗ କରିଥିବା ଲୋକଙ୍କର ଏହି ରୋଗ ହେବା ସମ୍ଭାବନା ଅଧିକ ଥାଏ । ମାନସିକ ବିକଳାଙ୍ଗ ଲୋକଙ୍କର ପିକା ଓ ରୁମିନେସନ ବେମାରୀ ଅଧିକ ହୁଏ । ଥରକୁ ଗୋଟିଏ ଖାଇବା ରୋଗ ନିର୍ଣ୍ଣୟ କରିହୁଏ । ଅନେକ ଖାଇବା ବେମାରୀ ନିମନ୍ତେ ଚିକିତ୍ସା ସଫଳ ହୁଏ । ସାଇକୋଥେରାପି, ଉପଯୁକ୍ତ ଖାଦ୍ୟ, ଖାଦ୍ୟ ନ ଖାଇବା ଚେଷ୍ଟାକୁ ପ୍ରତିହତ କରିବାକୁ ଉପଦେଶ ଦିଆଯାଏ । ଡାକ୍ତରଖାନା ଆଡମିସନ କ୍ୱଚିତ ଆବଶ୍ୟକ ହୁଏ । କେତେକ ଲକ୍ଷଣ ନିମନ୍ତେ ଔଷଧ ଦରକାର ହୁଏ । ପାଞ୍ଚ ବର୍ଷରେ ୭୦ % ଆନୋରେକସିଆ ଓ ୫୦ % ବୁଲିମିଆ ରୋଗୀ ଆରୋଗ୍ୟ ଲାଭ କରନ୍ତି । ବିଙ୍ଗେ ବେମାରୀରେ ୨୦ରୁ ୬୦ % ଉନ୍ନତି ଲାଭ କରନ୍ତି । ଆନୋରେକସିଆ ଓ ବୁଲିମିଆ ରୋଗଦ୍ୱୟରେ ମୃତ୍ୟୁ ସଙ୍କଟ ବଢ଼ିଯାଏ । ବିକଶିତ ଦେଶରେ ପ୍ରତିବର୍ଷ ୧.୬% ମହିଳାଙ୍କୁ ଓ 0.୮% ପୁରୁଷଙ୍କୁ ବିଙ୍ଗେ ଖାଇବା ବେମାରୀ ହୁଏ । ଆନୋରେକସିଆ 0.୪% ଓ ବୁଲିମିଆ ୧.୩% ଯୁବତୀଙ୍କୁ ପ୍ରତିବର୍ଷ ଆକ୍ରମଣ କରେ । ସାରା ଜୀବନକାଳ ମଧ୍ୟରେ୪ % ମହିଳାଙ୍କର ଆନୋରେକସିଆ, ୨ % ବୁଲିମିଆ ଓ ୨ % ବିଙ୍ଗେ ଖାଇବା ବେମାରୀ ହୁଏ । ମହିଳାଙ୍କୁ ପୁରୁଷଙ୍କ ଅପେକ୍ଷା ୧୦ ଗୁଣ ଅଧିକ ଆନୋରେକସିଆ ଓ ବୁଲିମିଆ ରୋଗ ହୁଏ । ଏହି ରୋଗ ପିଲା ବୟସର ଶେଷ ଭାଗରେ ଓ ବୟଃପ୍ରାପ୍ତ ବୟସର ଆରମ୍ଭରେ ଏହି ରୋଗ ହୁଏ । ଅନ୍ୟ ରୋଗ ହାର ଜଣାଯାଇ ନାହିଁ । ଅଣବିକଶିତ ଦେଶମାନଙ୍କରେ ଖାଇବା ବେମାରୀ କମ ହୁଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଚିନ୍ତାର ଗଭୀରତା ଓ ବ୍ୟାପକତା କିପରି ମଣିଷ ସମାଜକୁ ପ୍ରଭାବିତ କରେ, ପ୍ରସିଦ୍ଧ ଗ୍ରୀକ ବୈଜ୍ଞାନିକ ଓ ଦାର୍ଶନିକ ଆରିଷ୍ଟୋଟଲଙ୍କ ଜୀବନୀରୁ ତାହା ସହଜରେ ପ୍ରମାଣିତ ହୁଏ । ତାଙ୍କ ଚିନ୍ତା ଓ ବିଶ୍ଳେଷଣ, ସମଗ୍ର ମାନବ ସମାଜ ଉପରେ ପ୍ରାୟ ୧୫୦୦ ବର୍ଷ ଧରି ପ୍ରଭାବ ବିସ୍ତାର କରିଥିଲା । ସେ ତାଙ୍କ ଜୀବନ କାଳ ମଧ୍ୟରେ ଅନେକ ବିକ୍ଷିପ୍ତ ବିଷୟରେ ବହୁତ ଉପାଦେୟ ପୁସ୍ତକ ରଚନା କରିଯାଇଛନ୍ତି , ଆଜି ତାହା କଳ୍ପନାତୀତ ।