ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା(୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମ ଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀ ମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
'ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଅଧକପାଳି (ଇଂରାଜୀ: migraine; ମିଗ୍ରେନ /ମାଇଗ୍ରେନ ) ଏକ ପ୍ରାଥମିକ ମୁଣ୍ଡବଥା ବେମାରୀ ଯେଉଁଥିରେ ବାରମ୍ବାର ମଧ୍ୟମ ବା ତୀବ୍ର ମୁଣ୍ଡବଥା ହୁଏ ଓ ତାହା ସହିତ ଅଟୋନୋମିକ ନର୍ଭସ ସିଷ୍ଟମ ଲକ୍ଷଣ ପ୍ରକାଶ ପାଇଥାଏ । ଏହି ମିଗ୍ରେନ/ମାଇଗ୍ରେନ (migraine) ଶବ୍ଦ ଏକ ଗ୍ରୀକ ଶବ୍ଦରୁ (Greek ଶବ୍ଦ ἡμικρανία (hemikrania)ର ଅର୍ଥ "ମୁଣ୍ଡର ଗୋଟିଏ ପାଖରେ ଯନ୍ତ୍ରଣା"; ἡμι- (hemi-), "ଅଧା", ଓ κρανίον (kranion), "ଖପୁରି" ନିଆହୋଇଛି । ମୁଣ୍ଡର ଗୋଟିଏ ପାଖରେ ମୁଣ୍ଡବଥା ଧକ୍ ଧକ୍ ହୋଇ ହୁଏ ଓ ପ୍ରାୟ ୭୨ଘଣ୍ଟା ପର୍ଯ୍ୟନ୍ତ ରହେ । ଏହା ସହ ଓକାଳ, ବାନ୍ତି ତଥା ଆଲୋକ, ଶବ୍ଦ କିମ୍ବା ଘ୍ରାଣ ଶକ୍ତି ଅଧିକ ସମ୍ବେଦୀ ହୁଏ ଓ ଶାରୀରିକ କର୍ମ କଲେ ଅଧିକ କଷ୍ଟ ହୁଏ । ଶାରୀରିକ ପରିଶ୍ରମ କଲେ ଏହି ରୋଗ ବଢ଼ିଯାଏ । ଏକ ତୃତୀୟାଂଶ ଲୋକଙ୍କର ଅରା ବା ଦୃଷ୍ଟି ସମସ୍ୟା ହୁଏ ଯାହାଦ୍ୱାରା ଆଗକୁ ଅଧକପାଳି ଆସିବା ସଙ୍କେତ ଦିଏ । ଅରାରେ ଦୃଷ୍ଟି ଭିତ୍ତିକ, ସେନ୍ସରୀ, ମୋଟର ବା ଭାଷା (Language) ଗୋଳମାଳ ହୁଏ । ଅରା ପରେ କ୍ୱଚିତ ମୁଣ୍ଡବଥା ହୁଏ ନାହିଁ । ପରିସ୍ଥିତି ଓ ଜେନେଟିକର ମିଶ୍ରିତ ପ୍ରଭାବ ଯୋଗୁ ଅଧକପାଳି ହେବା ବିଶ୍ୱାସ କରାଯାଏ । ଦୁଇ ତୃତୀୟାଂଶ ରୋଗୀଙ୍କର ବଂଶରେ ଏହି ରୋଗ ଥାଏ । ହରମୋନ ସ୍ତରର ପରିବର୍ତ୍ତନ ଯୋଗୁ ଏହା ହୋଇପାରେ ଯେହେତୁ ପୂର୍ଣ୍ଣାବୟବ ହେବା ପୂର୍ବରୁ ପୁଅମାନଙ୍କର କିନ୍ତୁ ପରେ ପୁରୁଷଙ୍କ ଅପେକ୍ଷା ମହିଳା ସଂଖ୍ୟା ୩ ଗୁଣ ହୁଏ । ଗର୍ଭାବସ୍ଥାରେ ଅଧକପାଳି କମିଯାଏ । ଗର୍ଭାବସ୍ଥାରେ ଏହି ସଙ୍କଟ କମିଯାଏ । ଏହି ରୋଗ କେଉଁ ଉପାୟରେ ହୁଏ ତାହା ଜଣାନାହିଁ । ତେବେ ଏହା ଏକ ସ୍ନାୟୁ-ରକ୍ତନଳୀ ସମ୍ବନ୍ଧୀୟ ରୋଗ । ପ୍ରାଥମିକ ଥିଓରି ଅନୁସାରେ ସେରେବ୍ରାଲ କର୍ଟେକ୍ସ ଅତ୍ୟଧିକ ଉତ୍ତେଜିତ ହୋଇ ବ୍ରେନଷ୍ଟେମର ଟ୍ରାଇଜେମିନାଲ ନ୍ୟୁକ୍ଳିଅସରେ ଥିବା ସ୍ନାୟୁ ଉପରେ ଅସାଧାରଣ ପ୍ରତିକ୍ରିୟା କରାଏ ।ସର୍ବ ପ୍ରଥମେ ମୁଣ୍ଡବଥା ନିମନ୍ତେ ଆଇବୁପ୍ରୋଫେନ ଓ ପାରାସେଟାମୋଲ ଭଳି ସାଧାରଣ ପିଡ଼ାନାଶକ ଔଷଧ ଦିଆଯାଏ, ବାନ୍ତି ନ ହେବା ଔଷଧ ଦେଲେ ଓକାଳ କମ ହୁଏ ଓ ଟ୍ରିଗର ନ ଗେବା ଚେଷ୍ଟା କରାଯାଏ । ସାଧାରଣ ପିଡ଼ାନାଶକ ଦେଇ ଭଲ ନ ହେଲେ ଟ୍ରିପ୍ଟାନ କିମ୍ବା ଏରଗୋଟାମିନ ବା ଦିଆଯାଇପାରେ । ଜଣ ସଂଖ୍ୟାର ୧୫ % ଲୋକ ଜୀବନରେ କେବେ ନା କେବେ ଏହି ରୋଗ ଭୋଗ କରନ୍ତି । ଏହା ସହିତ କେଫିନ୍ ଯୋଗ କରିଦିଆଯାଇ ପାରେ । ଏହାର ପ୍ରତିଷେଧ ନିମନ୍ତେ ଅନେକ ଔଷଧ ମିଳୁଛି ଯଥା:- ମେଟୋପ୍ରୋଲୋଲ, ଭାଲପ୍ରୋଏଟ ଓ ଟୋପିରାମେଟ ।ସାରା ପୃଥିବୀର ଜନସଂଖ୍ୟାର ପ୍ରାୟ ୧୫% ଲୋକଙ୍କୁ ଅଧକପାଳି ରୋଗ ହୁଏ । ଏହି ରୋଗ ଅଧିକାଂଶ କେଶ୍ରେ ଯୁବକ୍ରାନ୍ତି ବା ପ୍ୟୁବର୍ଟି ବେଳେ ହୁଏ । କେତେକ ମହିଳାଙ୍କର ଋତୁବନ୍ଦ ସମୟଠାରୁ ରୋଗ କମିଯାଏ । ପୁରାତନ ମିଶରରେ ଖ୍ରୀ:ପୂ: ୧୫୦୦ରେ ଏବର୍ସ ପାପିରସ୍ରେ କେତେକ ବେମାରୀ ବର୍ଣ୍ଣନା ଏହି ରୋଗ ସାଥୀରେ ମେଳ ଖାଉଛି । ମିଗ୍ରେନ ଶବ୍ଦଟି ଗ୍ରୀକ ଶବ୍ଦ ἡμικρανία (hemikrania)ରୁ ନିଆଯାଇଛି ଯାହାର ଅର୍ଥ , "ମୁଣ୍ଡର ଗୋଟିଏ ପଟରେ ଯନ୍ତ୍ରଣା", ଓ ἡμι- (hemi-)ର ଅର୍ଥ "ଅଧା" ଓ κρανίον (kranion)ର ଅର୍ଥ "ଖପୁରି".
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମହିଳା ସ୍ୱାସ୍ଥ୍ୟ ଅର୍ଥାତ୍ ସ୍ତ୍ରୀଲୋକମାନଙ୍କର ସ୍ୱାସ୍ଥ୍ୟ, ଯାହାକି ପୁରୁଷମାନଙ୍କଠାରୁ ଅନେକ କ୍ଷେତ୍ରରେ ଅଲଗା । ମହିଳା ସ୍ୱାସ୍ଥ୍ୟ ହେଉଛି ଜନ ସ୍ୱାସ୍ଥ୍ୟର ଏକ ଉଦାହରଣ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମତରେ ସ୍ୱାସ୍ଥ୍ୟମାନେ, "ସମ୍ପୁର୍ଣ୍ଣ ଶାରୀରିକ, ମାନସିକ ଏବଂ ସାମାଜିକ ସୁଖ ସମୃଦ୍ଧି। କେବଳ ନିରୋଗତା ନୁହେଁ ।" ସାଧାରଣତଃ ମହିଳା ସ୍ୱାସ୍ଥ୍ୟକୁ ମହିଳା ପ୍ରଜନନ ସ୍ୱାସ୍ଥ୍ୟ ହିସାବରେ ନିଆଯାଏ କିନ୍ତୁ ଅନେକ ସଂସ୍ଥା ଏହା ବିରୁଦ୍ଧରେ ସ୍ୱର ଉଠାଉଛନ୍ତି । ଏହି ବ୍ୟବଧାନଗୁଡ଼ିକ ଏକ ବିକାଶଶୀଳ ଦେଶରେ ଆହୁରି ଅଧିକ ଯେଉଁଠାରେ ମହିଳାମାନଙ୍କର ସ୍ୱାସ୍ଥ୍ୟ ଉଭୟ ଆଶଙ୍କା ଏବଂ ଅନୁଭବ ଉପରେ ନିର୍ଭର କରେ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଅପସ୍ମାର ବାତ ଗୋଟିଏ ଦୀର୍ଘସ୍ଥାୟୀ ସ୍ନାୟୁ ବ୍ୟତିକ୍ରମ ରୋଗ ଯେଉଁଥିରେ ବାତ ଗୋଟିଏ ପ୍ରମୁଖ ଲକ୍ଷଣ । ଏହା ଏପିଲେପ୍ସି ନାମରେ ମଧ୍ୟ ପରିଚିତ ଯାହା ସଳ୍ପ କାଳୀନ ବା ପ୍ରାୟ ଅଣଚିହ୍ନଟ ହୋଇପାରେ ବା ସେଥିରେ ଦୀର୍ଘ ସମୟ ଧରି ପ୍ରବଳ କମ୍ପନ ହୋଇପାରେ । ଏହା ଫଳରେ ଶାରୀରିକ କ୍ଷତି ଯେପରିକି ଅସ୍ଥି ଭଗ୍ନ ହୋଇପାରେ । ବାତ ବାରମ୍ବାର ହୋଇପାରେ ଓ ଏହାର କୌଣସି ଅନ୍ତର୍ନିହିତ କାରଣ ନ ଥାଏ । କେତେକ ସଂଜ୍ଞା ଅନୁସାରେ ବାତ ବାରମ୍ବାର ଓ ଉତ୍ତେଜନା ବିହୀନ ହେବା ଆବଶ୍ୟକ, ଅନ୍ୟ ମତ ଅନୁସାରେ ଗୋଟିଏ ଥର ବାତ ସହ ମସ୍ତିଷ୍କ କ୍ରିୟା ପରିବର୍ତ୍ତନ ଓ ଭବିଷ୍ୟତ ବାତ ସମ୍ଭାବନା ଅଧିକ ଥାଏ ବିଷକ୍ରିୟା ଯୋଗୁ ଉତ୍ପନ୍ନ ହେଉଥିବା ବାତକୁ ଅପସ୍ମାର ଶ୍ରେଣୀରେ ନିଆଯାଏ ନାହିଁ । ପୃଥିବୀର କେତେକ ଅଞ୍ଚଳରେ ଏହାକୁ ସାମାଜିକ କଳଙ୍କ (stigma) କୁହାଯାଏ ।ଅଧିକାଂଶ ଅପସ୍ମାର ରୋଗର କାରଣ ଅଜଣା ଥିଲେ ମଧ୍ୟ କେତେକ କାରଣ ଯଥା ମସ୍ତିଷ୍କ ଆଘାତ, ସ୍ଟ୍ରୋକ, ମସ୍କିଷ୍କ ଅର୍ବୁଦ, ଔଷଧ, ଜନ୍ମଗତ ତୃଟି ଓ ମାତ୍ରାଧିକ ମଦ୍ୟପାନ ଉଲ୍ଲେଖ ଯୋଗ୍ୟ । ପରିଚିତ ଜେନେଟିକ ମ୍ୟୁଟେସନ ଯୋଗୁ କେତେକ ଅପସ୍ମାର ହୁଏ ।. ଏହି ରୋଗ ମସ୍ତିଷ୍କରେ ଅସାଧାରଣ ଓ ଅତ୍ୟଧିକ ସ୍ନାୟୁ ଉତ୍ତେଜନା ହେବା ଯୋଗୁ ଦେଖାଯାଏ । ସମଲକ୍ଷଣ ବିଶିଷ୍ଟ ରୋଗ ଯଥା ଅଚେତା, ଆଲକୋହୋଲ ଉଇଥଡ୍ରୟାଲ ସିଣ୍ଡ୍ରୋମ ବା ଇଲେକ୍ଟ୍ରୋଲାଇଟ ସମସ୍ୟାର ଉପସ୍ଥିତି ନିମନ୍ତେ ପରୀକ୍ଷା କରି ଦୂର କରାଯାଏ । ଆଂଶିକ ଭାବରେ ଏହା ମସ୍ତିଷ୍କ ଇମେଜିଙ୍ଗ ରକ୍ତ ପରୀକ୍ଷା କରି ଚିହ୍ନଟ କରାଯାଏ । ଏହି ରୋଗ ଇଲେକ୍ଟ୍ରୋଏନସେଫାଲୋଗ୍ରାମ (ଇଇଜି) କରି ନିଧାର୍ଯ୍ୟ କରାଯାଏ କିନ୍ତୁ ସାଧାରଣ ପରୀକ୍ଷାଦ୍ୱାରା ଏହାର ଅନୁପସ୍ଥିତି ଜଣାଯାଏ ନାହିଁ ।ଜଣାଶୁଣା କାରଣରୁ ହେଉଥିବା ଅପସ୍ମାର ପ୍ରତିରୋଧ କରିହୁଏ । ପ୍ରାୟ ୭୦% କେଶ୍ରେ ଔଷଧଦ୍ୱାରା ବାତ ନିୟନ୍ତ୍ରଣ କରିହୁଏ । ଶସ୍ତା ଔଷଧ ମଧ୍ୟ ଉପଲବ୍ଧ ଅଛି । ଔଷଧ କାମ ନ କଲେ ଅପରେଶନ, ନିଉରୋସ୍ଟିମୁଲେସନ, ବା ଖାଦ୍ୟ ପରିବର୍ତ୍ତନ କରାଯାଏ । ସବୁ ଅପସ୍ମାର ଜୀବନବ୍ୟାପୀ ନୁହେଁ; କେତେକ ରୋଗୀ ଏତେ ଉନ୍ନତି କରନ୍ତି ଯେ ତାଙ୍କର ଆଉ ଔଷଧ ଆବଶ୍ୟକ ହୁଏ ନାହିଁ ।ସନ ୨୦୧୩ ସୁଦ୍ଧା ପୃଥିବୀରେ ପ୍ରାୟ ୨୨ନିୟୁତ ଅପସ୍ମାର ରୋଗୀ ଥିଲେ । ପ୍ରାୟ ୮୦ % ରୋଗୀ ବିକାଶଶୀଳ ରାଷ୍ଟ୍ରମାନଙ୍କରେ ଦେଖାଯାଆନ୍ତି । ସନ ୧୯୯୦ରେ ଏହା ଯୋଗୁ ୧୧୨,୦୦୦ ମୃତ୍ୟୁ ହୋଇଥିଲା ବେଳେ ସନ ୨୦୧୩ରେ ୧୧୬,୦୦୦ ମୃତ୍ୟୁ ହୋଇଥିଲେ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ ଏହି ରୋଗ ହେବା ସମ୍ଭାବନା ବଢ଼େ । ଶିଶୁ ଓ ବୟସ୍କ ଲୋକଙ୍କଠାରେ ଏହି ରୋଗ ନୂଆ ଭାବରେ ଦେଖାଯାଏ । > ବିକାଶଶୀଳ ଦେଶମାନଙ୍କରେ ବଡ଼ ପିଲା ଓ ଯୁବ ବୟଃପ୍ରାପ୍ତ ଲୋକଙ୍କର ଅନ୍ତର୍ନିହିତ କାରଣମାନଙ୍କ ଯୋଗୁ ଅଧିକ ଅପସ୍ମାର ହୁଏ । ପ୍ରାୟ ୫–୧୦% ଲୋକଙ୍କର ୮୦ ବର୍ଷ ବୟସ ବେଳକୁ ଅଣଉତ୍ତେଜିତ ବାତ ହୁଏ, ଓ ଦ୍ୱିତୀୟ ବାତ ସମ୍ଭାବନା ପ୍ରାୟ ୪୦ରୁ ୫୦% ଥାଏ । ପୃଥିବୀର ଅନେକ ସ୍ଥାନରେ ଡ୍ରାଇଭ କରିବାକୁ ସୀମିତ କରାଯାଏ ବା ଭଲ ହେବା ପର୍ଯ୍ୟନ୍ତ ଆଦୌ ଅନୁମତି ଦିଆଯାଏ ନାହିଁ । ଏପିଲେପ୍ସି ଶବ୍ଦର ଅର୍ଥ ପ୍ରାଚୀନ ଗ୍ରୀକ: ἐεπιλαμβάνειν "ଭାଷାରେ ଅଭିଗ୍ରହଣ କରିବା, ଆୟତ କରିବା ବା ଆକ୍ରାନ୍ତ କରିବା".
ଅଗଷ୍ଟା ଏଡା କିଙ୍ଗ, କାଉଣ୍ଟେସ୍ ଅଫ୍ ଲଭ୍ଲେସ୍ (୧୦ ଡିସେମ୍ବର ୧୮୧୫-୨୭ ନଭେମ୍ବର ୧୮୫୨, ଜନ୍ମନାମ - ଅଗଷ୍ଟା ଏଡା ବାଇରନ୍) ଜଣେ ବ୍ରିଟିଶ ଗଣିତଜ୍ଞ ଥିଲେ ଏବଂ ଏଡା ଲଭ୍ଲେସ୍ ନାମରେ ଜଣାଶୁଣା । ସେ ମୁଖ୍ୟତଃ ଭାବେ ଚାର୍ଲସ୍ ବ୍ୟାବେଜ୍ଙ୍କଦ୍ୱାରା ଆଦ୍ୟ ନିର୍ମିତ ଯାନ୍ତ୍ରିକ କମ୍ପ୍ୟୁଟର ଆନାଲିଟିକାଲ୍ ଇଞ୍ଜିନ ଉପରେ ଅନେକ କାର୍ଯ୍ୟ କରିଥିଲେ । ତାଙ୍କଦ୍ୱାରା ପ୍ରସ୍ତୁତ ନୋଟ୍ ବା ତମସୁକ ଗୁଡ଼ିକୁ କୌଣସି ଏକ ଯନ୍ତ୍ର ବା ମେସିନ ଉଦ୍ଦେଶ୍ୟରେ ଲିଖିତ ପ୍ରଥମ ଆଲ୍ଗୋରିଦମ୍ ବୋଲି ମାନ୍ୟତା ମିଳିଛି ଏବଂ ସେଥି ନିମନ୍ତେ ଏଡାଙ୍କୁ ପୃଥିବୀର ପ୍ରଥମ କମ୍ପ୍ୟୁଟର ପ୍ରୋଗ୍ରାମର
ଅସିନ ଥୋଟ୍ଟୁମକଳ (ଜନ୍ମ: ୨୬ ଅକ୍ଟୋବର ୧୯୯୫), ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଏବଂ ପ୍ରଶିକ୍ଷିତ ଭାରତ ନାଟ୍ୟମ ନର୍ତ୍ତକୀ । ସେ ୩ଟି ଫିଲ୍ମଫେୟାର ପୁରସ୍କାର ପାଇଛନ୍ତି । ଆସୀନ ତାଙ୍କ ଅଭିନୟ ଜୀବନ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରରୁ ଆରମ୍ଭ କରିଥିଲେ ଏବଂ ପରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ କରିଥିଲେ । ସେ ଆଠଟି ଭାଷା କହିପାରନ୍ତି । ତେଣୁ ସେ ତାଙ୍କ ନିଜ ଚଳଚ୍ଚିତ୍ର ନିଜ କଣ୍ଠରେ ଡବିଂ କରିଥାନ୍ତି । ପଦ୍ମିନୀଙ୍କୁ ଛାଡ଼ିଲା ପରେ ସେ ହେଉଛନ୍ତି ଏକମାତ୍ର ମଲାୟଲମ୍ ଅଭିନେତ୍ରୀ, ଯିଏକି ତାଙ୍କର ସମସ୍ତ ଚଳଚ୍ଚିତ୍ର ପାଇଁ ନିଜେ ହିଁ କଣ୍ଠଦାନ କରିଛନ୍ତି । ୨୦୦୭ରେ ଏକ ସଂସ୍ଥା ଅସିନଙ୍କୁ କଲିଉଡ଼୍ର ରାଣୀ ଦର୍ଶାଇଥିଲା । ୧୦୦କୋଟି ଆୟ କରିଥିବା ହିନ୍ଦୀ କଥାଚିତ୍ରରେ ସେ ମଧ୍ୟ ଅଭିନୟ କରିଛନ୍ତି ।୨୦୦୧ରେ ଅସିନ ମାଲାୟଲମ୍ ଚଳଚ୍ଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସତ୍ୟନ୍ଙ୍କ ସହ ଅଭିନୀତ ଏହି ଚଳଚ୍ଚିତ୍ରଟି ଅନେକ ସଫଳତା ପାଇଥିଲା । ଏହାପରେ ୨୦୦୩ରେ ଅସିନ ତେଲୁଗୁ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ଅସିନଙ୍କୁ ଫିଲ୍ମଫେୟାର (ତେଲୁଗୁ)ରେ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପାଇଥିଲେ । ୨୦୦୪ରେ ଅସିନ ତାମିଲ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ୨୦୦୫ରେ ଅସିନ ଏବଂ ସୂର୍ଯ୍ୟ ଶିବକୁମାରଙ୍କ ଅଭିନୀତ କଥାଚିତ୍ର ଗଜନୀ ଚଳଚ୍ଚିତ୍ର ପାଇଁ ଅସିନଙ୍କୁ ଫିଲ୍ମଫେୟାର (ତାମିଲ)ରେ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଥିଲା । ଏହାପରେ ଅସିନଙ୍କର ଅଭିନୀତ ତାମିଲ ଚଳଚ୍ଚିତ୍ର ବାରଲାରୁ, ପୋକ୍କିରୀ, ବେଲ୍, ଦଶାବତାରମ୍ ଆଦି ଅସିନଙ୍କୁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରାଇଥିଲା । କଳା ଏବଂ ସାହିତ୍ୟ କ୍ଷେତ୍ରରେ ଅସିନଙ୍କର ପ୍ରଗାଢ଼ ଜ୍ଞାନ ପାଇଁ ତାମିଲନାଡ଼ୁ ସରକାର ତାଙ୍କୁ କାଳାଇମାମଣି ସମ୍ମାନରେ ସମ୍ମାନିତ କରିଥିଲେ । ୨୦୧୩ରେ ତାମିଲ ଚଳଚ୍ଚିତ୍ରରେ ବରେଣ୍ୟ ଅବଦାନ ପାଇଁ ଅସିନଙ୍କୁ ୨ୟ ଦକ୍ଷିଣ ଭାରତୀୟ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରର ଗର୍ବିତ ଚେହେରା ଭାବରେ ପୁରସ୍କୃତ କରାଯାଇଥିଲା ।୨୦୦୫ରେ ସୂର୍ଯ୍ୟଙ୍କ ସହ ଅଭିନୀତ ତାମିଲ କଥାଚିତ୍ର ଗଜନୀକୁ ୨୦୦୮ରେ ହିନ୍ଦୀରେ ପୁନଃନିର୍ମାଣ କରାଯାଇଥିଲା । ଏହି ଚଳଚ୍ଚିତ୍ରରେ ପୁଣିଥରେ ଅସିନଙ୍କୁ ସେହି ଚରିତ୍ର ମିଳିଥିଲା ଅଭିନେତା ଅମିର ଖାଁଙ୍କ ସହ । ଏହି ଚଳଚ୍ଚିତ୍ରଟି ଅସିନଙ୍କର ପ୍ରଥମ ହିନ୍ଦୀ ଚଳଚ୍ଚିତ୍ର ଥିଲା, ଯାହାକି ଅନେକ ସଫଳ ବ୍ୟବସାୟ କରିଥିଲା । ଏହି ଚଳଚ୍ଚିତ୍ରରେ ଅଭିନୟ ପାଇଁ ଅସିନଙ୍କୁ ଫିଲ୍ମଫେୟାରରେ ଶ୍ରେଷ୍ଠ ନବାଗତା ପୁରସ୍କାର ମିଳିଥିଲା । ଏହପରେ ଅସିନ ହିନ୍ଦୀ ଚଳଚ୍ଚିତ୍ର ରେଡ୍ଡି, ହାଉସଫୁଲ-୨, ବୋଲବଚନ, ଖିଲାଡ଼ି-୭୮୬, ଅଲ୍ ଇଜ୍ ୱେଲ୍ ଆଦିରେ ଅଭିନୟ କରିଥିଲେ ।
ପୋଲିଓମାୟେଲାଇଟିସ (ଇଂରାଜୀରେ Poliomyelitis, ଅନେକ ସମୟରେ କୁହାଯାଏ ପୋଲିଓ (polio) ବା ଇନ୍ଫାଣ୍ଟାଇଲ୍ ପାରାଲିସିସ୍ ( infantile paralysis), ଏକ ସଂକ୍ରାମକ ରୋଗ ଯାହା ପୋଲିଓଭୁତାଣୁଦ୍ୱାରା ହୁଏ । ଉଲ୍ଲେଖନୀୟ ଏହି ଯେ ପ୍ରାୟ ୯୦ %ରୁ ୯୫ % କେଶ୍ରେ ସଂକ୍ରମଣ ଥାଇ ମଧ୍ୟ ଲକ୍ଷଣ ପ୍ରକାଶ ପାଏନାହିଁ । ବାକି ୫ରୁ ୧୦% ଲୋକ ସମାନ୍ୟ ଲକ୍ଷଣ ଦେଖାନ୍ତି ଯେପରିକି ଜ୍ୱର, ମୁଣ୍ଡବଥା, ବାନ୍ତି, ତରଳ ଝାଡ଼ା, ଦୃଢ଼ ବେକ ଓ ହାତ ଗୋଡ଼ରେ ଯନ୍ତ୍ରଣା । ସପ୍ତାହେ ଦୁଇ ସପ୍ତାହ ମଧ୍ୟରେ ଏମାନେ ଠିକ୍ ହୋଇଯାଆନ୍ତି । କେବଳ ୦.୫ % ଲୋକଙ୍କର ମାଂସପେଶୀ ଦୁର୍ବଳତା ହୋଇ ଚଳନ ଅକ୍ଷମ ହୁଅନ୍ତି । ଏହା କିଛି ଘଣ୍ଟାରୁ କିଛି ଦିନ ମଧ୍ୟରେ ହୁଏ । ପେଶୀ ଦୁର୍ବଳତା ଅଧିକାଂଶ ସମୟରେ ଗୋଡ଼ରେ ଦେଖାଯାଏ କିନ୍ତୁ ମୁଣ୍ଡ, ବେକ ଓ ମଧ୍ୟଚ୍ଛଦା ମାଂସପେଶୀ ଏହା ଅପେକ୍ଷା କମ୍ ଦେଖାଯାଏ । ଅନେକ, କିନ୍ତୁ ସମସ୍ତେ ନୁହେଁ, ଆରୋଗ୍ୟ ଲାଭ କରନ୍ତି । ପେଶୀ ଦୁର୍ବଳତା ଥିବା ୨ରୁ ୫ % ପିଲା ଓ ୧୫ରୁ ୩୦ % ବଡ଼ ମଣିଷ ମୃତ୍ୟୁ ବରଣ କରନ୍ତି । ପୁନରୁଦ୍ଧାର ହେବାର ଅନେକ ବର୍ଷ ପରେ ପୋଷ୍ଟ ପୋଲିଓ ସିଣ୍ଡ୍ରୋମ୍ ହୋଇପାରେ ଯାହା ଆରମ୍ଭ ସମୟ ଭଳି ଧୀରେ ଧୀରେ ପରିସ୍ଫୁଟ ହୁଏ । ପୋଲିଓଭୁତାଣୁ ସାଧାରଣତଃ ସଂକ୍ରମିତ ମଳ ପାଟିକୁ ଗଲେ ରୋଗ ବ୍ୟାପେ । ଖାଦ୍ୟ ଓ ଜଳ ମାଧ୍ୟମରେ ଏହା ବ୍ୟାପିପାରେ; ଲାଳ ମାଧ୍ୟମରେ ମଧ୍ୟ ସ୍ୱଳ୍ପ ଭାବରେ ବ୍ୟାପିପାଏ । କୌଣସି ଲକ୍ଷଣ ନ ଥିଲେ ମଧ୍ୟ ସଂକ୍ରମିତ ବ୍ୟକ୍ତି ସୁସ୍ଥ ଲୋକକୁ ସଂକ୍ରମିତ କରିପାରିବେ । ମଳରେ ହୁତାଣୁ ମିଳିଲେ ଓ ରକ୍ତରେ ଆଣ୍ଟିବଡି ଚିହ୍ନଟ ହେଲେ ରୋଗ ନିର୍ଣ୍ଣୟ ହୁଏ । ପୋଲିଓ ରୋଗ ନିମନ୍ତେ ପୋଲିଓ ଟିକା ଦିଆଯାଉଛି, କିନ୍ତୁ କାର୍ଯ୍ୟକାରୀ ହେବା ନିମନ୍ତେ ଅନେକ ଥର ଦେବାକୁ ପଡ଼ୁଛି । ୟୁନାଇଟେଡ୍ ସ୍ଟେଟ୍ସ୍ ସେନ୍ଟର୍ ଫର୍ ଡିଜିଜ୍ କଣ୍ଟ୍ରୋଲ (ଇଂରାଜୀ ଭାଷାରେ United States Center for Disease Control) ସଂସ୍ଥା ଭ୍ରମଣକାରୀ ଓ ଏହି ରୋଗପ୍ରବଣ ଇଲାକାର ଲୋକଙ୍କୁ ପୋଲିଓ ଟିକା ବୁଷ୍ଟର ଡୋଜ ଦେବାକୁ ସୁପାରିସ୍ କରୁଛନ୍ତି । ସଂକରମଣ ଆରମ୍ଭ ହୋଇଗଲା ପରେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ୧୯୮୮ ମସିହାରା ୩୫୦,୦୦୦ ରୋଗୀ ଥିଲାବେଳେ ୨୦୧୩ରେ କମିଯାଇ ୪୧୬ ଜଣଙ୍କୁ ମାତ୍ର ଏହି ରୋଗ ହୋଇଥିଲା । ସନ ୨୦୧୪ରେ ଏହି ରୋଗ କେବଳ ଆଫ୍ଗାନିସ୍ଥାନ୍, ନାଇଜେରିଆ ଓ ପାକିସ୍ଥାନର ଲୋକଙ୍କ ମଧ୍ୟରେ ବ୍ୟାପୁଥିଲା । ପୁରାତନ କଳାକୃତିରେ ପୋଲିଓ ରୋଗ ହଜାର ହଜାର ବର୍ଷ ହେଲା ଥିବାର ଚିତ୍ର ଦର୍ଶାଯାଇଛି । ସନ ୧୭୮୯ରେ ମାଇକେଲ ଅଣ୍ଡରଉଡ୍ ଏହି ରୋଗକୁ ସର୍ବ ପ୍ରଥମେ ସ୍ୱତନ୍ତ୍ର ରୋଗ ରୂପେ ଚିହ୍ନଟ କରିଥିଲେ ଓ ଏହି ରୋଗ ଜନ୍ମାଉଥିବା ଭୁତାଣୁ ୧୯୦୮ ମସିହାର ପ୍ରଥମେ କାର୍ଲ ଲ୍ୟାଣ୍ଡସ୍ଟିନର ଚିହ୍ନଟ କରିଥିଲେ । ୟୁରୋପ ଓ ଆମେରିକାରେ ଉନବିଂଶ ଶତାବ୍ଦୀର ଶେଷ ଭାଗରେ ଏହି ରୋଗ ମହାମାରୀ ରୁପ ଧାରଣ କରିଥିଲା । ସେହି ସ୍ଥାନମାନଙ୍କରେ ବିଂଶ ଶତାବ୍ଦୀରେ ଏହି ରୋଗ ଶିଶୁ ରୋଗ ହିସାବରେ ଚିନ୍ତାର ବିଷୟ ହୋଇଥିଲା । ସନ ୧୯୫୦ରେ ଜୋନାସ୍ ସଲ୍କ୍ ପ୍ରଥମେ ପୋଲିଓ ଟିକା ପ୍ରସ୍ତୁତ କରିଥିଲେ । ସନ ୨୦୧୮ ସୁଦ୍ଧା ଟିକାକରଣଦ୍ୱାରା ଏହି ରୋଗ ସାରା ପୃଥିବୀରୁ ନିର୍ମୁଳ କରାଯିବା ଆଶା କରାଯାଉଛି । ସନ ୨୦୧୩ରେ କିନ୍ତୁ ସିରିଆରେ ନୂଆ କେଶ୍ ଚିହ୍ନଟ କରାଯିବ ରୋପୋର୍ଟ ମିଳିଛି । ସନ ୨୦୧୪ ମଇ ମାସରେ ଏସିଆ, ଆଫ୍ରିକା ଓ ମଧ୍ୟ ପୂର୍ବ ଇଲାକାରେ ରୋଗ ଦେଖାଯିବା କାରଣରୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏକ ଜନ ସ୍ୱାସ୍ଥ୍ୟ ଏମର୍ଜେନ୍ସି ଘୋଷଣା ଘୋଷଣା କରିଛନ୍ତି । ଅନ୍ୟ କୌଣସ ପଶୁଙ୍କୁ ଏହି ରୋଗ ଆକ୍ରମଣ କରେନାହିଁ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଧ (ଇଂରାଜୀ ଭାଷାରେ Otter) ଏକ ମାଂସଭୋଜୀ ସ୍ତନ୍ୟପାୟୀ ପ୍ରାଣୀ ଓ ଲୁଟ୍ରିନାଏ ପରିବାରର ଅଂଶବିଶେଷ । ଜଳଚର, ଉଭୟଚର ଓ ସାମୁଦ୍ରିକ ସବୁ ପ୍ରକାରର ମିଶାଇଲେ ପ୍ରାୟ ୧୩ଟି ଉପପ୍ରଜାତିର ଓଧ ଦେଖିବାକୁ ମିଳନ୍ତି । ମାଛ ଓ ଅନ୍ୟ ଅମେରୁଦଣ୍ଡୀ ପ୍ରାଣୀ ଏମାନଙ୍କ ମୁଖ୍ୟ ଆହାର । ଲୁଟ୍ରିନାଏ ପ୍ରକୃତରେ ୱିଜେଲ୍ ମଷ୍ଟେଲିଡାଏ ପରିବାରର (ମିଂକ୍, ମାର୍ଟେନ୍, ଗାଡ଼ଭାଲୁ ପ୍ରଭୃତିଙ୍କ ପରିବାର) ଏକ ଶାଖା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବାମିୟାନ୍ର ବୁଦ୍ଧ ପ୍ରତିମୂର୍ତ୍ତି (ଇଂରାଜୀରେ The Buddhas of Bamiyan, ପାରସୀ ଭାଷାରେ بتهای باميان – ବୋଟ୍-ହାୟେ ବାମିୟାନ୍) ହେଉଛି ୬ଷ୍ଠ ଶତାବ୍ଦୀରେ କେନ୍ଦ୍ରୀୟ ଆଫଗାନିସ୍ତାନର ବାମିୟାନ୍ ପ୍ରଗଣାର ହଜାରାଜାତ୍ ଉପତ୍ୟକାର ଏକ ପାହାଡ଼ କାନ୍ଥରେ ଖୋଦିତ ବିଶାଳକାୟ ବୁଦ୍ଧ ପ୍ରତିମୂର୍ତ୍ତି । ଉକ୍ତ କଳାକୃତି ରାଜଧାନୀ କାବୁଲ୍ର ଉତ୍ତର-ପୂର୍ବକୁ ପ୍ରାୟ ୨୩୦ କିଲୋମିଟର୍ ଦୂରରେ ଅବସ୍ଥିତ ଓ ସମୁଦ୍ର ପତନରୁ ଏହାର ଉଚ୍ଚତା ପ୍ରାୟ ୨୫୦୦ ମିଟର୍ । ଖ୍ରୀ. ୫୦୭ (ଛୋଟ ପ୍ରତିମୂର୍ତ୍ତି) ଓ ଖ୍ରୀ.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭେଷଜ ବିଜ୍ଞାନରେ, କୋମା (ଗ୍ରୀକ ଶବ୍ଦ κῶμα koma, ଅର୍ଥ ଗଭୀର ନିଦ୍ରା) ଏକ ୬ ଘଣ୍ଟାରୁ ଅଧିକ ଅଚେତନ ଅବସ୍ଥା ଯେଉଁଠାରୁ ଜଣେ ଲୋକକୁ ଉଠେଇ ହୁଏନି, ପୀଡ଼ା ଦାୟକ ଉଦ୍ଦୀପନା, ଆଲୋକ ଓ ଶବ୍ଦ ପ୍ରୟୋଗ କଲେ ମଧ୍ୟ ବିଚଳିତ ହୁଏନି; ନିଦ୍ରା ଓ ଜାଗ୍ରତ ଚକ୍ର ଅଭାବ ଥାଏ ଓ କୌଣସି ସ୍ୱେଚ୍ଛାକୃତ କର୍ମ କରିପାରେନି. କୋମାରେ ଥିବା ଅବସ୍ଥାକୁ କୋମାଟୋଜ କହନ୍ତି । କୋମାଟୋଜ ରୋଗୀ କିଛି ଅନୁଭବ କରିପାରେ ନାହିଁ, କହିପାରେ ନାହିଁ, ଶୁଣିପାରେ ନାହିଁ ଓ ଚଳତ୍ଶକ୍ତିହୀନ ହୁଏ । ଚେତନ ଅବସ୍ଥାରେ ରହିବା ନିମନ୍ତେ ଦୁଇଟି ସ୍ନାୟବିକ ଅଂଶକ ଆବଶ୍ୟକ । ପ୍ରଥାମଟି ଗ୍ରେ ମ୍ୟାଟର ଯାହା ସେରେବ୍ରାଲ କର୍ଟେକ୍ସର ବାହ୍ୟ ସ୍ତର । ଦ୍ୱିତୀୟଟି ରେଟିକ୍ୟୁଲାର ଆକ୍ଟିଭେଟିଙ୍ଗ ସିସ୍ଟମ ଯାହା ବ୍ରେନ ସ୍ଟେମ(RAS) ଭିତରେ ଥାଏ । ଏହି ଦୁଇଟିରୁ ଯେ କୌଣସି ଗୋଟିଏ ଆଘାତପ୍ରାପ୍ତ ହେଲେ କୋମା ହେବ । ଗ୍ରେ ମ୍ୟାଟରରେ ସ୍ନାୟୁମାନଙ୍କର ନ୍ୟୁକ୍ଲିଅସ ଥାଏ । ଆର.ଏ.ଏସ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଅମର ପ୍ରସାଦ ଶତପଥୀ (ଜନ୍ମ: ୨୫ ଅଗଷ୍ଟ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ଏବଂ ପୂର୍ବରୁ ଜନତା ଦଳ ଓ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଅମର ପ୍ରସାଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ଏବଂ ପୂର୍ବରୁ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୯୦, ୧୯୯୫, ୨୦୦୦, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଡ଼ଚଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ, ୧୨ଶ, ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜ୍ୱର, (ଇଂରାଜୀ ଭାଷାରେ ଫିଭର ବା ପାଇରେକଶିଆ ଯଥାକ୍ରମେ Fever ବା pyrexia), ରୋଗର ସଂଜ୍ଞା: ଦେହର ଉତ୍ତାପ ସାଧାରଣ ତାପମାନରୁ ବୃଦ୍ଧି ପାଇଲେ ଜ୍ୱର ନାମ ଦିଆଯାଏ । ଶରୀରର ସାଧାରଣ ତାପମାନର ସର୍ବାଧିକ ମାନ ଉପରେ ମତୈକ୍ୟ ନାହିଁ ଓ ଏହାକୁ ୩୭.୫ରୁ ୩୮.୩ ସେ (୯୯.୫ରୁ ୧୦୦.୯) ମଧ୍ୟରେ ଧରାଯାଏ । ନିର୍ଦ୍ଧାରିତ ତାପମାତ୍ରାରୁ ଉତ୍ତାପ ଅଧିକ ହେଲେ ମାଂସପେଶୀ ସଂକୋଚନ ଅଧିକ ହୋଇ ଶୀତ ଅନୁଭବ ହୁଏ । ଏହାଦ୍ୱାରା ଅଧିକ ଉତ୍ତାପ ସୃଷ୍ଟି ହୁଏ ଓ ଉତ୍ତାପ ସଂରକ୍ଷଣ ଚେଷ୍ଟା ହୁଏ । ବର୍ଦ୍ଧିତ ଉତ୍ତାପ କମିବାକୁ ଆରମ୍ଭ ହେଲେ ଦେହକୁ ଉଷୁମ ଲାଗେ, ଲାଲ ଦେଖାଯାଏ ଝାଳ ବାହାରେ । କ୍ୱଚିତ ଜ୍ୱରଦ୍ୱାରା ଜ୍ୱରବାତ ସୃଷ୍ଟି ହୁଏ । ଏହା ଯୁବପିଲାଙ୍କର ଅଧିକ ହୁଏ । ସ୍ୱାଭାବିକ ଭାବେ ଜ୍ୱର ୪୧ରୁ ୪୨ °ସେ (୧୦୫.୮ରୁ ୧୦୭.୬ ଫା)ରୁ ଅଧିକ ହୁଏ ନାହିଁ । ଅନେକ ମେଡ଼ିସିନ ସମ୍ପର୍କୀୟ ରୋଗରେ ଜ୍ୱର ହୁଏ ଓ ଏହା ଆଦୌ ସମସ୍ୟା ନ କରି ପାରେ ବା ଗମ୍ଭୀର ସମସ୍ୟା ସୃଷ୍ଟି କରିପାରେ । ଏହା ଭୂତାଣୁ, ଜୀବାଣୁ, ପରଜୀବୀ, ମୂତ୍ରନଳୀ ସଂକ୍ରମଣ ଯେପରିକି ସାଧାରଣ ଥଣ୍ଡା, ମେନିଞ୍ଜାଇଟିସ, ମ୍ୟାଲେରିଆ ଓ ଆପେଣ୍ଡିସାଇଟିସ ରୋଗ ଯୋଗୁ ହୁଏ । ସଂକ୍ରମଣ ବିହୀନ ରୋଗ ମଧ୍ୟରେ ଭାସ୍କୁଲାଇଟିସ, ଗଭୀର ଶିରା ଥ୍ରୋମ୍ବୋସିସ, ଔଷଧ ପ୍ରତିକ୍ରିୟା ଓ କର୍କଟ ଅନ୍ୟତମ । ଜ୍ୱର ଓ ହାଇପରଥରମିଆ ପୃଥକ ଅଟେ, ହାଇପରଥର୍ମିଆ ରୋଗରେ ଅତ୍ୟଧିକ ଉତ୍ତାପ ସୃଷ୍ଟି ହୁଏ ବା ଉତ୍ତାପ ହ୍ରାସ ନିୟନ୍ତ୍ରଣ ହୋଇପାରେ ନାହିଁ । ସାମାନ୍ୟ ଉତ୍ତାପ ବୃଦ୍ଧି ନିମନ୍ତେ ଚିକିତ୍ସା ଆବଶ୍ୟକ ନୁହେଁ । କିନ୍ତୁ ଚିକିତ୍ସା କଲେ ରୋଗୀକୁ ଆରାମ ଲାଗେ ଓ ବିଶ୍ରାମ ମିଳେ । କପାଳ ଉପରେ ଥଣ୍ଡା ଓଦା କପଡ଼ା ରଖିଲେ ଓ ଉଷୁମ ପାଣିରେ ସ୍ନାନ କଲେ ଉପକାର ମିଳେ । ଆଇବୁପ୍ରୋଫେନ ବା ପାରାସେଟାମଲ ଔଷଧ ଦେଲେ ଉତ୍ତାପ କମିଯାଏ । ତିନି ମାସରୁ କମ ବଯସର ଶିଶୁକୁ ଜ୍ୱର ହେଲେ ଡାକ୍ତରୀ ପରୀକ୍ଷା ଆବଶ୍ୟକ । ହାଇପରଥର୍ମିଆ ହେଲେ ଚିକିତ୍ସା ଆବଶ୍ୟକ ହୁଏ । ଜ୍ୱର ଏକ ଅତି ସାଧାରଣ ଡାକ୍ତରୀ ଚିହ୍ନ । ପରାମର୍ଶ ନିମନ୍ତେ ଆସୁଥିବା ଶିଶୁଙ୍କ ମଧ୍ୟରୁ ୩୦ % ଏହା ଯୋଗୁ ଆସନ୍ତି, ଗମ୍ଭୀର ଅସୁସ୍ଥ ଥିବା ଲୋକଙ୍କ ମଧ୍ୟରୁ ୭୫ % ଏହା ଯୋଗୁ ହୁଏ । ଜ୍ୱର ଏକ ପ୍ରତିରକ୍ଷାକାରୀ କ୍ରିୟା ହେଲେ ମଧ୍ୟ ଏହାର ଚିକିତ୍ସା କଲେ ଅବସ୍ଥା ଖରାପ ହୁଏ ନାହିଁ । ପିତାମାତା ଜ୍ୱରକୁ ଆବଶ୍ୟକତାଠାରୁ ଅଧିକ ଗମ୍ଭୀରତାର ସହ ଚିନ୍ତା କରନ୍ତି ଯାହାକୁ ଇଂରାଜୀ ଭାଷାରେ ଫିଭର ଫୋଭିଆ ବା “ଅହେତୁକ ଜ୍ୱର ଭୟ” କୁହାଯାଏ ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି ଅଗ୍ନାଶୟରୁ (ଇଂରାଜୀରେ Pancreas) ଇନ୍ସୁଲିନ୍ କ୍ଷରଣ ନ ହେଲେ ବା ନିର୍ଗତ ଇନ୍ସୁଲିନ୍ ପ୍ରତି ଦେହର ଜୀବକୋଷ ପ୍ରତିକ୍ରିୟାହୀନ ହେଲେ ମଧୁମେହ ରୋଗ ହୁଏ । ମୂଖ୍ୟତଃ ତିନି ପ୍ରକାର ମଧୁମେହ ରୋଗ ଦେଖାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଅହିଂସା (IAST: ahiṃsā, ପାଲି: avihiṃsā) ଶବ୍ଦଟି ଦୁଇଟି ସଂସ୍କୃତ ଶବ୍ଦ 'ହିମ୍' ଏବଂ 'ହିଂସା'ରୁ ଉତ୍ପନ୍ନ ହୋଇଛି l 'ହିମ୍' ଶବ୍ଦର ଅର୍ଥ ପ୍ରହାର ଏବଂ 'ହିଂସା' ଶବ୍ଦଟିର ଅର୍ଥ କ୍ରୁରତା, ମାତ୍ର ନଞ୍ଜ ତତପୁରୁଷ ବ୍ୟବହାରରୁ ସୃଷ୍ଟ 'ଅହିଂସା ଶବ୍ଦର ଅର୍ଥ ଏଗୁଡିକ ଠାରୁ ସମ୍ପୂର୍ଣ୍ଣ ଭିନ୍ନ l ଅହିଂସାର ଅର୍ଥ ହେଉଛି ସମସ୍ତ ଜୀବନ୍ତ ପ୍ରାଣୀ, ଏପରିକି ପଶୁମାନଙ୍କ ପ୍ରତି ସହୁଦୟତା ଏବଂ କ୍ରୁର ବ୍ୟବହାରର ପରିତ୍ୟାଗ lଅହିଂସା ଆଦିସନାତନ ଧର୍ମ ସମେତ ଜୈନଧର୍ମ ଏବଂ ବୌଦ୍ଧଧର୍ମର ମୌଳିକ କଥାବସ୍ତୁ l ଅହିଂସା ଏକ ବହୁଆୟାମଭିତ୍ତିକ ସିଦ୍ଧାନ୍ତ ଯାହାର ମୂଳ ଆଧାରଟି ହେଉଛି ପ୍ରତ୍ୟେକ ଜୀବରେ ଦିବ୍ୟଶକ୍ତି ତଥା ଭଗବାନଙ୍କର ଖୁଦ୍ର କଣିକାସମ ଅଂଶ ରହିଅଛି; ଏଣୁ କୌଣସି ଜୀବ ପ୍ରତି ହିଂସା ସ୍ୱୟଂ ଭଗବାନଙ୍କର ଅପମାନ ସହିତ ସମାନ l ଏହାର ଅନ୍ୟ ଏକ ଦିଗ ହେଉଛି ଯେହେତୁ ପ୍ରତ୍ୟେକ କ୍ରିୟାର ପ୍ରତିକ୍ରିୟା ମିଳିବ ଅବଶମ୍ଭାବୀ, ହିଂସାରୂପକ କର୍ମର ପ୍ରତିକ୍ରିୟା ମଧ୍ୟ କର୍ମଚକ୍ର ଅନୁସାରେ ମିଳିଥାଏ l ଯଦିଓ ଅହିଂସା ନୀତି ହିନ୍ଦୁଧର୍ମଦ୍ୱାରା ପ୍ରବର୍ତ୍ତିତ ହୋଇଥିଲା, ଏହା ବର୍ତ୍ତମାନ ଜୈନଧର୍ମର ଅଭିନ୍ନ ଅଙ୍ଗରୂପେ ପରିଗଣିତ l ମହାତ୍ମାଗାନ୍ଧୀଙ୍କର ମଧ୍ୟ ଅହିଂସା ସିଦ୍ଧାନ୍ତରେ ବିଶ୍ୱାସ ଥିଲା lଏହି ନୀତିର 'ଅନ୍ୟର କ୍ଷତି ନ କରିବା' ଅନୁସାରେ ମଣିଷ କାୟମନୋବାକ୍ୟରେ ଅନ୍ୟର କ୍ଷତି କରିବା ଉଚିତ ନୁହେଁ l ଏତତବ୍ୟତୀତ ରାମାୟଣ ଏବଂ ମହାଭାରତ ଆଦି ମହାକାବ୍ୟରେ ଆତ୍ମ-ସୁରକ୍ଷା ଏବଂ ଏହାର ଆବଶ୍ୟକତା ଦିଗରେ ମଧ୍ୟ ଆଲୋକପାତ କରାଯାଇଛି l
ଚା’ ପୃଥିବୀର ସବୁଠାରୁ ଅଧିକ ପିଆଯାଉଥିବା ଓ ସବୁଠାରୁ ପୁରାତନ ଏକ ଥଣ୍ଡା ବା ଗରମ ଜାତୀୟ ପାନୀୟ; ପିଇବା ପାଣି ପରେ ଏହା ୩ୟ ସବୁଠାରୁ ଜଣାଶୁଣା ପାନୀୟ। ଚା’ ଓଟି ଏହି ଦୁଇଟି ଶବ୍ଦ ଚୀନ ଦେଶରୁ ଆସିଛି। Tea ଇଂରାଜୀ ଶବ୍ଦ ହେଲେ ମଧ୍ୟ ଚୀନ ଦେଶର ଉତ୍ତର ଅଞ୍ଚଳରେ ଏହାକୁ ହଜାର ବର୍ଷ ଧରିଟି ନାମରେ କହାଯାଏ । ପରେ ଇଂରାଜୀ ଶବ୍ଦକୋଷକୁ ତାହା ଆସିଗଲା।ଉତ୍ତର ଚୀନରେଟି ଶବ୍ଦ ପ୍ରଚଳିତ ଅଛି।ମାତ୍ର ଦକ୍ଷିଣ ଚୀନରେ ଏହାକୁ ଚା’ ବୋଲି କହାଯାଏ ଏବଂ ଭାରତ ସମେତ ପୃଥିବୀର ଏହି ଚା’ ନାମରେ ପ୍ରସିଦ୍ଧ ହୋଇଯାଇଛି । ଆସାମରେ ଉଚ୍ଚାରଣ ଦୃଷ୍ଟିରୁ ଚା’କୁ ସା କହାଯାଏ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ ବିକ୍ରମ ଲ୍ୟାଣ୍ଡରଟି ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା। ଅର୍ବିଟର ଜରିଆରେ ପ୍ରାପ୍ତ ଥର୍ମାଲ୍ ଅପଟିକାଲ ଚିତ୍ରକୁ ଅନୁଧ୍ୟାନ କରି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଙ୍ଗ୍ କରିଛି ବୋଲି ବୋଲି ଇସ୍ରୋ ମୂଖ୍ୟ କେ.
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
ବିଜ୍ଞାନର ଯେଉଁ ବିଭାଗରେ ଉଦ୍ଭିଦ ତଥା ସେମାନଙ୍କ ବିଶେଷତ୍ୱ ବିଷୟରେ ଅଧ୍ୟୟନ କରାଯାଏ ତାହାକୁ ଉଦ୍ଭିଦବିଜ୍ଞାନ କୁହାଯାଏ । ଏହି ବିଷୟକୁ ଅଧ୍ୟୟନ କରୁଥିବା ବୈଜ୍ଞାନିକ ମାନଙ୍କୁ ଉଦ୍ଭିଦବି଼ଜ୍ଞାନୀ ବା ଉଦ୍ଭିଦବି଼ଜ୍ଞାନବିତ୍ (Botanist) କୁହାଯାଏ । ଇଂରାଜୀରେ ଏହି ବିଷୟକୁ Botany (ଗ୍ରୀକ୍ ଶବ୍ଦ botanēରୁ ଆନୀତ) କୁହାଯାଏ । ଉଦ୍ଭିଦବିଜ୍ଞାନୀ ମାନେ ସଧାରଣରେ ଦେଖାଯାଉଥିବା ଗଛ, ଲତାଙ୍କ ବ୍ୟତୀତ ଶୈବାଳ ଓ ଫିମ୍ପିଙ୍କୁ ମଧ୍ୟ ଅଧ୍ୟୟନ କରିଥାନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୧,୦୬୪,୦୩୫ଟି ଉଦ୍ଭିଦ ପ୍ରଜାତି ଆବିଷ୍କାର କରାଯାଇଅଛି। ଏଥିମଧ୍ୟରୁ ୩୫୦,୬୯୯ଟି ପ୍ରଜାତିକୁ ପ୍ରକୃତ ପ୍ରଜାତିର ମାନ୍ୟତା ଦିଆଯାଇଛି।ଥିଓଫ୍ରାଷ୍ଟସ୍ (Theophrastus)ଙ୍କୁ ଉଦ୍ଭିଦବିଜ୍ଞାନର ଜନକ ବୋଲି ବିବେଚନା କରାଯଏ। କିନ୍ତୁ ଆଦିମ କାଳରୁ ଉଦ୍ଭିଦ ଜାତ ଦ୍ରବ୍ୟକୁ ଖାଦ୍ୟ, ଔଷଧ ଇତ୍ୟାଦିରେ ବ୍ୟବହାର କରାଯାଇ ଆସୁଅଛି ଏବଂ ଅନେକ ପ୍ରାଚୀନ ସଭ୍ୟତାରେ ବିଶେଷତ୍ୱ ଅନୁସାରେ ଉଦ୍ଭିଦ ମାନଙ୍କୁ ବିଭିନ୍ନ ଶ୍ରେଣୀ (ଯଥା ଶସ୍ଯ, ଔଷଧ ଓ ବିଷାକ୍ତ)ରେ ବିଭକ୍ତ କରିଥିଲେ। ୧୮ଶହ ଶତାଦ୍ଧୀରେ ଇଉରୋପର ଉଦ୍ୟାନ ମାନଙ୍କରେ ଫୁଲଗଛ ମାନଙ୍କ ଚିହ୍ନଟ, ବର୍ଗୀକରଣ ଏବଂ ନାମକରଣର ଆବଶ୍ୟକତା ପଡିଥିଲା। ଏହା ବୈଜ୍ଞାନିକ ପଦ୍ଧତିରେ ଉଦ୍ଭିଦ ଶ୍ରେଣୀବିଭାଗ କରିବା କାର୍ଯ୍ୟକୁ ପ୍ରୋତ୍ସାହିତ କରିଥିଲା। ଏଥିସହ ଆଧୁନିକ ଉଦ୍ଭିଦବିଜ୍ଞାନର ଅୟମାରମ୍ଭ ହୋଇଥିଲା। କ୍ୟାରୋଲସ୍ ଲିନିୟସ୍ ଉଦ୍ଭିଦ ମାନଙ୍କ ବିଭ୍ଭିନାତାକୁ ଅଧ୍ୟୟନ କରି binomial nomenclature ପଦ୍ଧତି ସିଷ୍ଟେମାନଚୁରେ ନାମକ ପୁସ୍ତକରେ ବର୍ଣ୍ଣନା କରିଥିଲେ। ଏହାଦ୍ୱାରା ଚିହ୍ନଟ, ବର୍ଗୀକରଣ ଏବଂ ନାମକରଣ ସହଜରେ କରାଯାଇପାରିଲା। ଚାର୍ଲସ୍ ଡାରୱିନ୍ ଉଦ୍ଭିଦ ବିବର୍ତ୍ତନକୁ ଅଧ୍ୟୟନ କରିଥିଲେ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ବସନ୍ତ (ଇଂରାଜୀ ଭାଷାରେ Smallpox) ଏକ ସଂକ୍ରମକ ରୋଗ (infectious disease) ଏକ ଭୁତାଣୁର ଦୁଇ ପ୍ରକାର ଭାରିଆଣ୍ଟ ଭାରିଓଲା ମେଜର ଓ ଭାରିଓଲା ମାଇନର (Variola major and Variola minor) ଯୋଗୁ ସଂଘଟିତ ହୁଏ । ବସନ୍ତ ରୋଗ ଏକ ନିର୍ମୁଳିତ ସଂକ୍ରାମକ ରୋଗ (Eradicated) ଓ ଏହାର ଶେଷ ରୋଗୀ ୧୯୭୭ରେ ଚିହ୍ନଟ ହୋଇଥିଲା ଯାହାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (World Health Organization) ସନ ୧୯୮୦ରେ ଏହି ସାର୍ଟିଫିକେଟ ଦେଇଥିଲେ । ପିଲାମାନେ ସଂକ୍ରମିତ ହେବା ପରେ ମୃତ୍ୟୁ ସଙ୍କଟ ପ୍ରାୟ ୩୦% ରହୁଥିଲା । ବଞ୍ଚିଯାଉଥିବା ରୋଗୀର ଚର୍ମରେ କ୍ଷତଦାଗ ରହିଯାଉଥିଲା ଓ ଅନ୍ଧ (blind) ହେବା ସମ୍ଭାବନା ରହୁଥିଲା ।ବସନ୍ତର ପ୍ରାଥମିକ ଲକ୍ଷଣ ଜ୍ୱର ଓ ବାନ୍ତିରୁ ଆରମ୍ଭ ହୁଏ । ଏହା ପରେ ପାଟି ଘାଆ (sores) ଓ ଚର୍ମ ରାସ (skin rash) ଦେଖାଯାଏ । କିଛି ଦିନ ମଧ୍ୟରେ ରାସ ପରିବର୍ତ୍ତିତ ହୋଇ ଫୋଟକାରେ (bumps) ପରିଣତ ହୁଏ ଯାହାର ମଝିରେ ଗୋଟିଏ କ୍ଷୁଦ୍ର ଗାତ ଥାଏ । ଏହା ପରେ ଘାଆ ଶୁଖିବାକୁ ଆରମ୍ଭ କରି ସ୍କାବ (scabbed) ମାଡ଼ିଯାଏ ଓ ପରେ ଏହା ବାହାରି ଯାଇ ଚମରେ ସ୍କାର (scars) ରହିଯାଏ । ଏହି ରୋଗ ମାନବରୁ ମାନବକୁ ବା ସଂକ୍ରମିତ ପଦାର୍ଥ ସଂସ୍ପର୍ଶ ହେଲେ ବ୍ୟାପିଯାଏ । ବସନ୍ତ ଟିକା (smallpox vaccine) ସାହାଯ୍ୟରେ ଏହା ପ୍ରତିଷେଧ କରାଯାଏ । ରୋଗ ଥରେ ଆରମ୍ଭ ହୋଇଗଲେ କେତେକ ଭୁତାଣୁ ବିରୋଧୀ ଔଷଧ (antiviral medication) ସାହାଯ୍ୟ କରିପାରେ ।ଏହି ରୋଗ କେବେ ଆରମ୍ଭ ହେଲା, ସେ ବିଷୟ ଅନ୍ଧକାରରେ ଅଛି । ପ୍ରଥମ ତଥ୍ୟ ଖ୍ରୀ:ପୂ: ୩ୟ ଶତାବ୍ଦୀରେ ମିଶରୀୟ ମମିଙ୍କ (Egyptian mummies) ଦେହରେ ଥିବା ଦେଖାଯାଇଛି । ଏହା ପୂର୍ବରୁ ମଡ଼କ ଆକାରରେ ଆବିର୍ଭାବ ହେଉଥିଲା । ଅଷ୍ଟାଦଶ ଶତାବ୍ଦୀରେ ୟୁରୋପରେ ଏହି ରୋଗରେ ପ୍ରାୟ ଚାରି ଲକ୍ଷ ଲୋଗ ପ୍ରାଣତ୍ୟାଗ କରିଥିଲା ଓ ତାଙ୍କ ମଧ୍ୟରୁ ଏକ ତୃତୀୟାଂଶ ଲୋକ ଅନ୍ଧ ହୋଇଯାଇଥିଲେ । ଏହି ମୃତକମାନଙ୍କ ମଧ୍ୟରେ ଅତି କମ୍ରେ ୫ ଜଣ ସମ୍ରାଟ (monarch) ଥିଲେ । ବିଂଶ ଶତାବ୍ଦୀରେ ପ୍ରାୟ ୩୦୦-୫୦୦ ବ୍ୟକ୍ତି ମରିଥିଲେ । ସନ ୧୯୬୭ରେ ପ୍ରାୟ ୧୫ ନିୟୁତ ଲୋକ ଆକ୍ରାନ୍ତ ହୋଇଥିଲେ । ସନ ୧୭୯୮ରେ ଏଡୱାର୍ଡ଼ ଜେନର (Edward Jenner) ପ୍ରଥମେ ବସନ୍ତ ଟିକା (vaccination) ଆବିଷ୍କାର କରିଥିଲେ । ସନ ୧୯୬୭ରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (World Health Organization) ବସନ୍ତ ରୋଗକୁ ସନିର୍ମୁଳେ ବିନାସ କରିବାକୁ ପ୍ରୟାସ ଆରମ୍ଭ କରେ । ବସନ୍ତ ଓ ରିଣ୍ଡରପେସ୍ଟ ନାମକ ଆଉ ଏକ ସଂକ୍ରାମକ ରୋଗ ସନ ୨୦୧୧ରେ ଧରାପୃଷ୍ଠରୁ ନିର୍ମୁଳ କରାଯାଇଥିଲା । ଇଂଲଣ୍ଡରେ ସିଫିଲିସ ରୋଗକୁ ପୂର୍ବରୁ ଗ୍ରେଟପକ୍ସ ନାମ ଦିଆଯାଉଥିଲା ଓ ବସନ୍ତ ରୋଗକୁ ୧୫ଶ ଶତାବ୍ଦୀରେ ଏହାଠାରୁ ପୃଥକ୍ କରିବା ନିମନ୍ତେ ସ୍ମଲପକ୍ସ (ବସନ୍ତ) ନାମ ଦିଆଯାଇଥିଲା । ଏହାର ଅନ୍ୟାନ୍ୟ ଐତିହାସିକ ନାମ ଯଥାକ୍ରମେ ପକ୍ସ, ସ୍ପେକ୍ଲ୍ଡ ମନସ୍ଟର ଓ ରେଡ ପ୍ଲେଗ ଦିଆଯାଇଥିଲା ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
କ୍ରିସ୍ମସ୍ ଟ୍ରି ବା କ୍ରିସ୍ମସ୍ ଗଛ ବା ବଡ଼ଦିନ ଗଛ (ଇଂରାଜୀରେ Christmas tree) ଏକ କୋନାକାର ଗଛ ଯାହାକୁ ବଡ଼ଦିନ ଉପଲକ୍ଷେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ସୁସଜ୍ଜିତ କରିଥାନ୍ତି । ପାଇନ୍ ଜାତୀୟ କୌଣସି ଗଛର ଅଂଶ ବା କୃତ୍ରିମ ଗଛକୁ ବଡ଼ଦିନ ଉପଲକ୍ଷେ ସଜାଇବାର ପ୍ରଥା ଉତ୍ତର ୟୁରୋପରୁ ଆରମ୍ଭ ହୋଇଥିଲା । ମଧ୍ୟଯୁଗୀୟ ଲିଭୋନିଆରେ (ବର୍ତ୍ତମାନ ସମୟର ଇଷ୍ଟୋନିଆ ଓ ଲାଟ୍ଭିଆ) ଏହି ପ୍ରଥା ଜନ୍ମ ହୋଇଥିଲା ଏବଂ ଆଧୁନିକ ଯୁଗର ପ୍ରାରମ୍ଭରୁ ଜର୍ମାନୀର ପ୍ରୋଟେଷ୍ଟାଣ୍ଟ୍ ଖ୍ରୀଷ୍ଟିୟାନ୍ମାନେ ଏହି ସଜ୍ଜିତ ଗଛ ଘରକୁ ଆଣୁଥିଲେ ବା ଗଛକୁ ଘରକୁ ଆଣି ସଜାଉଥିଲେ । ପରେ ଏହି ପ୍ରଥାର ଲୋକପ୍ରିୟତା ଜର୍ମାନୀର ଲୁଥେରାନ୍ ଅଞ୍ଚଳକୁ ଅତିକ୍ରମ କରି ଅନ୍ୟ ପ୍ରାନ୍ତକୁ ବ୍ୟାପି ଯାଇଥିଲା । କ୍ରମଶଃ ଉନବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ ବଲ୍ଟିକ୍ ସାଗରତଟସ୍ଥ ଦେଶଗୁଡ଼ିକର ସମ୍ଭ୍ରାନ୍ତ ପରିବାରମାନଙ୍କରେ କ୍ରିସ୍ମସ୍ ଗଛ ପ୍ରଥା ପ୍ରଚଳିତ ହେବାକୁ ଲାଗିଲା ।ପାରମ୍ପରିକ ଭାବେ କ୍ରିସ୍ମସ୍ ଗଛକୁ କାଗଜର ଗୋଲାପ ଫୁଲ, ସେଓ ଫଳ, ୱେଫର୍, ଚକମକିଆ ଝରା ବା ଝାଲେରୀ ଓ ମିଷ୍ଟାନ୍ନ ଇତ୍ୟାଦିଦ୍ୱାରା ସଜାଇବାର ପ୍ରଥା ରହିଛି । ଅଷ୍ଟଦଶ ଶତାବ୍ଦୀରେ କ୍ରିସ୍ମସ୍ ଗଛକୁ ମହମବତୀ ଓ ଦୀପର ଆଲୋକମାଳାରେ ଏବଂ ଅଧୁନା ବିଦ୍ୟୁତ୍ ଆଲୋକମାଳାରେ ସୁସଜ୍ଜିତ କରାଯାଉଛି । ବର୍ତ୍ତମାନ ସମୟରେ ଏହି ଗଛଗୁଡ଼ିକୁ ନୂତନ ବଡ଼ଦିନ ମାଳା, ରଙ୍ଗବେରଙ୍ଗ ବଲ୍ ଓ ଚକୋଲେଟ୍ ଇତ୍ୟାଦିଦ୍ୱାରା ମଧ୍ୟ ସଜାଯାଉଛି । ଗଛର ସର୍ବୋଚ୍ଚ ଭାଗରେ ଏକ ପ୍ରଜ୍ଜ୍ୱଳମାନ ତାରକା ଖଚିତ ହୋଇଥାଏ, ଯାହା ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ବୃତ୍ତାନ୍ତ କାହାଣୀର ଜଣେ ଚରିତ୍ର ବେଥ୍ଲେହେମ୍ ତାରକାର ଦେବଦୂତ (ଏଞ୍ଜେଲ୍) ଗାବ୍ରିଏଲ୍ଙ୍କ ସୂଚକ । ରିବନ୍ ଫିତା ସାହାଯ୍ୟରେ କ୍ରିସ୍ମସ୍ ଗଛର ଡାଳରୁ ଜିଞ୍ଜର୍ ବ୍ରେଡ଼୍ (ଅଦା ପାଉଁରୁଟି), ଚକୋଲେଟ୍ ଓ ଅନ୍ୟାନ୍ୟ ମିଷ୍ଟାନ୍ନ ଇଦ୍ୟାଦି ଖାଦ୍ୟ ପଦାର୍ଥ ଝୁଲାଇ ଦିଆଯାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କ୍ୟାଥରିନ ରବର୍ଟସ ମହେର (୧୯୮୩ ମସିହା ଅପ୍ରେଲ ୧୮ରେ ଜନ୍ମିତ) ଉଇକିମିଡ଼ିଆ ଫାଉଣ୍ଡେସନର ନିର୍ବାହୀ ନିର୍ଦ୍ଦେଶିକା । ସେ ଏହି ପଦବୀରେ ୨୦୧୬ ଜୁନଠାରୁ କାର୍ଯ୍ୟରତ । ଆଗରୁ ସେ ମୁଖ୍ୟ ଯୋଗାଯୋଗ ଅଫିସର ଥିଲେ । ଇନଫରମେସନ ଆଣ୍ଡ କମ୍ୟୁନିକେସନ ଟେକନୋଲୋଜିରେ (ICT) ଅଭିଜ୍ଞତା ସହ ମହେର ଅଣଲାଭକାରୀ ଓ ଆନ୍ତର୍ଜାତୀୟ ସ୍ତରରେ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ମାନବିକ ଅଧିକାର ଓ ଆନ୍ତର୍ଜାତୀୟ ବିକାଶ କରିବା ନିମନ୍ତେ କାମ କରିଛନ୍ତି ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ପାପିଲୋମାଭୁତାଣୁ ସଂକ୍ରମଣ ବା ମାନବ ପାପିଲୋମାଭୁତାଣୁ ସଂକ୍ରମଣ (ଇଂରାଜୀ ଭାଷାରେ Human papillomavirus infection ଏକ ସଂକ୍ରାମକ ରୋଗ (infection) ଯାହା ମାନବ ପାପିଲୋମାଭୁତାଣୁଦ୍ୱାରା (human papillomavirus ବା ଏଚପିଭି/HPV) ହୁଏ । ଅଧିକାଂଶ ଏଚପିଭି ରୋଗରେ କୌଣସି ଲକ୍ଷଣ ନ ଥାଏ ଓ ସ୍ୱୟଂ ଉପଶମ ହୋଇଯାଏ । କେତେକ କ୍ଷେତ୍ରରେ ଏହା ରହି ଭାତୁଡ଼ି (wart) ବା ପ୍ରାକ୍କର୍କଟ ବିକୃତିରେ (precancerous lesions) ପରିଣତ ହୁଏ । ଏହି ପ୍ରାକ୍କର୍କଟ ବିକୃତି ସମୟ କ୍ରମେ ଗର୍ଭଶୟ ଗ୍ରୀବା କର୍କଟ, ଯୋନୀ କର୍କଟ (vulva), ଯୋନୀପଥ କର୍କଟ (vagina), ଲିଙ୍ଗ କର୍କଟ (penis), ମଳଦ୍ୱାର କର୍କଟ (anus), ପାଟି ଓ ଗଳା କର୍କଟ (mouth, or throat) ଇତ୍ୟାଦି ରୋଗ ସଙ୍କଟ ସୃଷ୍ଟି କରିପାରେ । ପ୍ରାୟ ୭୦% ଗର୍ଭଶୟ ଗ୍ରୀବା କର୍କଟ ରୋଗ ଦୁଇ ପ୍ରକାର ଏଚପିଭି (ଏଚପିଭି ୧୬ ଓ ଏଚପିଭି ୧୮) ଯୋଗୁ ହୁଏ । ଅନ୍ୟାନ୍ୟ କର୍କଟ ରୋଗ ମଧ୍ୟରୁ ୬୦ରୁ ୯୦% ରୋଗ ସହିତ ଏଚପିଭି ଲିଙ୍କ ହୋଇଥାଏ । ଯୌନାଙ୍ଗ ଭାତୁଡ଼ି (genital wart) ଓ ରେସପିରେଟୋରି ପାପିଲୋମାଟୋସିସ (respiratory papillomatosis) ରୋଗମାନଙ୍କର କାରଣ ସାଧାରଣତଃ ଏଚପିଭି୬ ଓ ଏଚପିଭି୧୧ ହୋଇଥିବା ଜଣାଯାଏ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ପାରାଦୀପ ବନ୍ଦର (20°15′55.44″N 86°40′34.62″E) ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ ଏକ କୃତ୍ରିମ ବନ୍ଦର । ଏହା ମହାନଦୀ ଓ ବଙ୍ଗୋପସାଗରର ମିଳନସ୍ଥଳୀରେ ଅବସ୍ଥିତ। ଏହା ଓଡ଼ିଶାର ଏକମାତ୍ର ଓ ଭାରତର ୧୧ଶ ବୃହତ ବନ୍ଦର ଅଟେ । ଏହି ବନ୍ଦର ଦେଇ ମୁଖ୍ୟତଃ ଲୌହପଥର ଓ କୋଇଲା ରପ୍ତାନୀ କରାଯାଉଥିଲା ବେଳେ ରାଜ୍ୟରେ ଅବସ୍ଥିତ ଇସ୍ପାତ କାରଖାନା ନିମନ୍ତେ କୋକିଙ୍ଗ କୋଇଲା ତଥା ସାର କାରଖାନା ନିମନ୍ତେ ଫସପେଟ ଆଦି ଆମଦାନୀ କରାଯାଇଥାଏ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ପାରାସେଟାମୋଲ ବିଷକ୍ରିୟା ବା ଆସେଟାମିନୋଫେନ ବିଷକ୍ରିୟା (ଇଂରାଜୀ ଭାଷାରେ Paracetamol poisoning, also known as acetaminophen poisoning) ଅତ୍ୟଧିକ ପାରାସେଟାମୋଲ (ଆସେଟାମିନୋଫେନ) ବ୍ୟବହାର କଲେ ସଂଘଟିତ ହୁଏ । ଅତ୍ୟଧିକ ପାରାସେଟାମୋଲ ସେବନର ପ୍ରଥମ ୨୪ଘଣ୍ଟା ମଧ୍ୟରେ ସ୍ୱଳ୍ପ ବା ଅନିର୍ଦ୍ଦିଷ୍ଟ ଲକ୍ଷଣ ପ୍ରକାଶ ପାଏ । ପ୍ରଥମେ ଅନିର୍ଦ୍ଦିଷ୍ଟ (Non specific) ଥକ୍କାଣ, ଉଦର ଯନ୍ତ୍ରଣା (abdominal pain), ଅଇ (nausea) ଆଦି ଲକ୍ଷଣ ଦେଖାଯାଏ । ଏହାର ଦୁଇ ଦିନ ପରେ ହଳଦିଆ ଚମ, ରକ୍ତ ଜମାଟ ସମସ୍ୟା (blood clotting problems), ହେପାଟିକ ଏନକେଫାଲୋପାଥି (confusion) ଲକ୍ଷଣମାନ ପ୍ରକାଶ ପାଏ । ଅଧିକ ଜଟିଳ ହେଲେ ବୃକ୍କ ଫେଲ (Kidney failure), ଅଗ୍ନାଶୟ ପ୍ରଦାହ, ହାଇପୋଗ୍ଲାଏସେମିଆ (low blood sugar), ଲାକଟିକ ଏସିଡୋସିସ (lactic acidosis) ବେମାରୀ ହୋଇପାରେ । ମୃତ୍ୟୁ ନହେଲେ ପ୍ରାୟ ୨ସପ୍ତାହ ପରେ ସମ୍ପୁର୍ଣ୍ଣ ସୁସ୍ଥ ହୋଇଯାଏ । ଚିକିତ୍ସା ନ ପାଇଲେ ଅଳ୍ପ କେତେକ ରୋଗୀ ଭଲ ହୁଅନ୍ତି ଓ ଅବଶିଷ୍ଟ ରୋଗୀଙ୍କର ମୃତ୍ୟୁ ହୁଏ । ଦୁର୍ଘଟଣା ବା ଅତ୍ମହତ୍ୟା (attempt to end one's life) କାରଣରୁ ଏହି ବିଷକ୍ରିୟା ହୁଏ । ମଦ୍ୟାତ୍ୟୟ, କୁପୋଷଣ, ଅନ୍ୟ କେତେକ ଔଷଧ ଯୋଗୁ ଏହି ସଙ୍କଟ ସୃଷ୍ଟି ହୋଇପାରେ । ପାରାସେଟାମୋଲ ଯୋଗୁ ଯକୃତ ବିଷାକ୍ତ (Liver damage) ନହୋଇ ଏହାର ଏକ ମେଟାବୋଲାଇଟ (metabolite), ଏନଏପିକ୍ୟୁଆଇ (N-acetyl-p-benzoquinone imine ବା NAPQI) ଯୋଗୁ ହୁଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଦୃଷ୍ଟିହାନି କୁହାଯାଏ ଯେତେବେଳେ ଦୃଷ୍ଟିଶକ୍ତି କମି ଏଭଳି ଅସୁବିଧା ହୁଏ ଯେ ଚଷମା ଭଳି ସାଧାରଣ ଯନ୍ତ୍ରଦ୍ୱାରା ମଧ୍ୟ ଏହାକୁ ଠିକ କରାଯାଇ ପାରେନାହିଁ । ଚଷମା ବା କଣ୍ଟାକ୍ଟ ଲେନସ କିଣିବା ଶକ୍ତି ନ ଥିବା ଲୋକଙ୍କର ଦେଖିବା ଶକ୍ତି କମିବାକୁ ମଧ୍ୟ ଦୃଷ୍ଟିହାନି ଶ୍ରେଣୀରେ ନେବାକୁ ଦାବୀ ହେଉଛି । ଅଧିକାଂଶ ସମୟରେ ଭିଜୁଆଲ ଆକୁଇଟି ୨୦/୪୦ କିମ୍ବା ୨୦/୬୦ରୁ ଆହୁରି କମ ଥିଲେ ଦୃଷ୍ଟିହାନି ସଂଜ୍ଞା ଦିଆଯାଏ । ସମ୍ପୁର୍ଣ୍ଣ ବା ପ୍ରାୟ ସମ୍ପୁର୍ଣ୍ଣ ଦୃଷ୍ଟିଶକ୍ତିର ଅଭାବ ଥିଲେ ଅନ୍ଧତ୍ୱ ସଂଜ୍ଞା ଦିଆଯାଏ । ଦୈନନ୍ଦିନ କାର୍ଯ୍ୟ ଯେପରିକି ଡ୍ରାଇଭିଙ୍ଗ, ପଠନ, ସାମାଜିକତା ଓ ଚାଲିବାରେ ଦୃଷ୍ଟିହାନି ଥିବା ଲୋକ ଅସୁବିଧାର ସମ୍ମୁଖୀନ ହୁଅନ୍ତି । ପୃଥିବୀବ୍ୟାପି ଦୃଷ୍ଟିହାନିର ସବୁଠାରୁ ସାଧାରଣ କାରଣ ହେଲା ଠିକ କରାଯାଇ ନ ଥିବା ରିଫ୍ରାକ୍ଟିଭ ଏରର (୪୩ %), ପରଳ (୩୩୩ %) ଓ ଗ୍ଲକୋମା (୨ %) । ରିଫ୍ରାକ୍ଟିଭ ଏରର ମଧ୍ୟରେ ସମୀପ ଦୃଷ୍ଟି (near sighted), ଦୂର ଦୃଷ୍ଟି (far sighted), ଚାଳିଶା (prebyopia) ଓ ଆସ୍ଟିଗମାଟିଜମ (astigmatism) ଅନ୍ତର୍ଭୁକ୍ତ । ଅନ୍ଧତ୍ୱର ପ୍ରଧାନ କାରଣ ହେଉଛି ପରଳ ବା କାଟାରାକ୍ଟ । ଦୃଷ୍ଟିହାନୀର ଅନ୍ୟାନ୍ୟ କାରଣ ମଧ୍ୟରେ ବୟସ ସମ୍ପର୍କୀୟ ମାକୁଲା କ୍ଷୟ, ଡାଏବେଟିକ ରେଟିନୋପାଥି, ମେଘୁଆ କର୍ନିଆ, ବାଲ୍ୟ ଅନ୍ଧତ୍ୱ, ଓ ଅନେକ ପ୍ରକାରର ସଂକ୍ରମଣ ମୂଖ୍ୟ ସ୍ଥାନ ଅଧିକାର କରିଛି । ସ୍ଟ୍ରୋକ ଯୋଗୁ ମସ୍ତିଷ୍କରେ ଅସୁବିଧା, ଅପକ୍ୱ ଶିଶୁ ଜନ୍ମ ଓ ଆଘାତ ଯୋଗୁ ମଧ୍ୟ ଦୃଷ୍ଟିହାନୀ ହୁଏ । ଏଗୁଡ଼ିକ କର୍ଟିକାଲ ଭିଜୁଆଲ ଇମ୍ପେୟାରମେଣ୍ଟର ଅନ୍ତର୍ଭୁକ୍ତ । ପିଲାମାନଙ୍କର ଦୃଷ୍ଟଶକ୍ତି ସ୍କ୍ରିନିଙ୍ଗ କରାଗଲେ ଭବିଷ୍ୟତରେ ଦୃଷ୍ଟି ଓ ଶିକ୍ଷା ସମସ୍ୟା କମିଯିବ । ବୟସ୍କମାନଙ୍କର ସ୍କ୍ରିନିଙ୍ଗ ମଧ୍ୟ ଉପକାରୀ ହୁଏ । ଚକ୍ଷୁ ପରୀକ୍ଷା କରି ଏହି ଅସୁବିଧା ନିର୍ଣ୍ଣୟ କରାଯାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଆକଲନ ଅନୁସାରେ ୮୦ % ଦୃଷ୍ଟି ହାନୀ କେଶ ପ୍ରତିରୋଧ ସାପେକ୍ଷ ବା ଆରୋଗ୍ୟ ସମର୍ଥ । ଏହି ରୋଗମାନଙ୍କ ମଧ୍ୟରେ ପରଳ, ସଂକ୍ରମଣ, ଟ୍ରାକୋମା, ଗ୍ଲକୋମା, ନଦୀ ଅନ୍ଧତ୍ୱ, ଡାଏବେଟିକ ରେଟିନୋପାଥି, ଅଣଚିକିତ୍ସିତ ରିଫ୍ରାକ୍ଟିଭ ଏରର ଓ ବାଲ୍ୟ ଅନ୍ଧତ୍ୱ । ଦୃଷ୍ଟି ଥଇଥାନ, ପରିବେଶ ପରିବର୍ତ୍ତନ ଓ ସାହାଯ୍ୟକାରୀ ଯନ୍ତ୍ର ମାଧ୍ୟମରେ ଦୃଷ୍ଟିହାନି ଥିବା ଲୋକ ଉପକାର ପାଇପାରିବେ । ସନ ୨୦୧୨ର ଏକ ଆକଳନ ଅନୁସାରେ ପୃଥିବୀରେ ଦୃଷ୍ଟି ଅସୁବିଧା ଥିବା ୨୮୫ ନିୟୁତ ଲୋକଙ୍କ ମଧ୍ୟରେ ୨୪୬ ନିୟୁତ ନମ୍ନ ଦୃଷ୍ଟି ସମ୍ପନ୍ନ ଲୋକ ଓ ୩୯ ନିୟୁତ ଅନ୍ଧ ଥିଲେ । ଏହି ଲୋକଙ୍କ ମଧ୍ୟରୁ ଅଧିକାଂଶ ବିକାଶଶୀଳ ଦେଶର ଲୋକର ବାସିନ୍ଦା ଓ ବୟସ ୫୦ରୁ ଉର୍ଦ୍ଧ୍ୱ । ସନ ୧୯୯୦ ଅପେକ୍ଷା ଦୃଷ୍ଟିହାନି ହାର କମୁଛି । ଚିକିତ୍ସା ଖର୍ଚ୍ଚ ଓ କର୍ମ ଅପାରଗତା ଯୋଗୁ ଦୃଷ୍ଟିହାନି ଥିବା ଲୋକର ଅର୍ଥନୈତିକ ଖର୍ଚ୍ଚ ବଢ଼ିଯାଏ ।
ପୁରୁଷମାନଙ୍କର ପ୍ରଜନନ ବିଭାଗରେ ପ୍ରୋସ୍ଟେଟ ନାମରେ ଏକ ଗ୍ରନ୍ଥି (Prostate) ଅଛି । ଏହି ଗ୍ରନ୍ଥିରୁ ପ୍ରୋସ୍ଟେଟ କର୍କଟ ଜାତ ହୁଏ । ଅଧିକାଂଶ ପ୍ରୋସ୍ଟେଟ କର୍କଟ ଧୀର ଗତିରେ ବଢେ । ଅନ୍ୟ କେତେକେ ଦୃତ ଗତିରେ ବଢନ୍ତି । ଏହି କର୍କଟ ବିକ୍ଷେପିତ (Metastasis) ହୋଇ ଅସ୍ଥି ଓ ଲସିକା ଗ୍ରନ୍ଥିରେ କର୍କଟ ହୁଏ । ଆରମ୍ଭରୁ ଏହାର କୌଣସି ଲକ୍ଷଣ ନ ଥାଏ । ପରବର୍ତ୍ତୀ ସମୟରେ ପରିସ୍ରା କରିବାରେ ଅସୁବିଧା ହୁଏ, ପରିସ୍ରାରେ ରକ୍ତ ପଡ଼େ, ପେଲଭିସରେ ତଥା ଅଣ୍ଟାରେ ପରିସ୍ରା କଲାବେଳେ କଷ୍ଟ ହୁଏ । ବିନାଇନ ପ୍ରୋସ୍ଟେଟାଟିକ ହାଇପରପ୍ଲାସିଆ ରୋଗରେ ସମାନ ଲକ୍ଷଣ ପ୍ରକାଶ ପାଏ । ପରେ ଲୋହିତ ରକ୍ତ କଣିକା କମ ହେତୁ ଥକ୍କା ଲାଗେ । ଏହି ରୋଗ ହେଲେ ପରିସ୍ରା କଲାବେଳେ କଷ୍ଟ ହୁଏ, ଯୌନ ସମ୍ପର୍କ କ୍ଷତିଗ୍ରସ୍ତ ହୁଏ ଓ ଲିଙ୍ଗ ଉତ୍ଥାନରେ ଅସୁବିଧା ହୁଏ ।ବୃଦ୍ଧାବସ୍ଥା, ପରିବାରରେ ଏହି ରୋଗର ଇତିହାସ, ଜାତି ବା ରେସ୍ ଇତ୍ୟାଦି ଏହି ରୋଗର ସଙ୍କଟାବସ୍ଥା ସୃଷ୍ଟି କରନ୍ତି । ଏହି ରୋଗ ଭୋଗୁଥିବା ୯୯ % ଲୋକଙ୍କ ବୟସ ୫୦ ବର୍ଷରୁ ଉର୍ଦ୍ଧ୍ୱ । ପ୍ରଥମ ଡିଗ୍ରୀ ସମ୍ପର୍କରେ ଏହି ରୋଗ ସଙ୍କଟ ୨ରୁ ୩ ଗୁଣ ହୁଏ । ଆମେରିକାରେ ଅବସ୍ଥାନ କରୁଥିବା ଆଫ୍ରିକୀୟ ଲୋକମାନଙ୍କର ଗୋରା ଆମେରିକା (କକେଶୀୟ) ଲୋକଙ୍କ ଅପେକ୍ଷା ଅଧିକ ପ୍ରୋସ୍ଟେଟ କର୍କଟ ହୁଏ । ପ୍ରକ୍ରିୟାକୃତ ଖାଦ୍ୟ, ଲାଲ ମାଂସ, କ୍ଷୀରଜାତ ଦ୍ରବ୍ୟ ଓ କମ ପରିବା ଯୁକ୍ତ ଖାଦ୍ୟ ଖାଇଲେ ଏହି ସଙ୍କଟ ସୃଷ୍ଟି ହୋଇପାରେ । ଏହି ରୋଗ ବାୟୋପ୍ସିଦ୍ୱାରା ଜଣାପଡ଼େ । ମେଡିକାଲ ଇମେଜିଙ୍ଗ କଲାପରେ ଏହାର ବ୍ୟାପିବା ସ୍ଥାନ ଜଣାପଡ଼େ । ପ୍ରୋସ୍ଟେଟ କର୍କଟ ସ୍କ୍ରନିଙ୍ଗ କରିବା ଏକ ଦ୍ୱନ୍ଦାତ୍ମକ ବିଷୟ । ପ୍ରୋସ୍ଟେଟ କର୍କଟ ନିର୍ଧାରକ ଆଣ୍ଟିଜେନ ପରୀକ୍ଷାଦ୍ୱାରା ଅଧିକ ସଂଖ୍ୟକ ପ୍ରୋସ୍ଟେଟ କର୍କଟ ଚିହ୍ନଟ ହୁଏ କିନ୍ତୁ ମୃତ୍ୟୁ ସଂଖ୍ୟା କମେନି । ଅଧିକାଂଶ ପ୍ରୋସ୍ଟେଟ କର୍କଟ ଲକ୍ଷଣ ବିହୀନ ରହୁଥିବା ହେତୁ ଆମେରିକାର ପ୍ରତିଷେଧ ଟାସ୍କ ଫୋର୍ସ ଏହି ପରୀକ୍ଷା ବିରୁଦ୍ଧରେ ମତ ଦେଉଛନ୍ତି କାରଣ ଏହାଦ୍ୱାର ଅନାବଶ୍ୟକ ଅଧିକ ରୋଗ ନିର୍ଣ୍ଣୟ ହୁଏ । ଏହି ପରୀକ୍ଷା ଜନିତ କ୍ଷତି ଅପେକ୍ଷା ଲାଭ ଅଧିକ ମିଳେନି । ନିମ୍ନ ଗ୍ରେଡ କର୍କଟରେ While ୫α- ରିଡକ୍ଟେଜ ଇନ୍ହିବିଟରଦ୍ୱାରା କମିଲେ ମଧ୍ୟ ଉଚ୍ଚ ଗ୍ରେଡ କର୍କଟର ସଙ୍କଟରେ ପରିବର୍ତ୍ତନ ହେଉ ନ ଥିବାରୁ ଏହାକୁ ପ୍ରତିଷେଧ ବିସାବରେ ଦିଆଯିବାକୁ ଅନୁମୋଦନ କରାଯାଉନାହିଁ । ଅଧିକ ଖାଦ୍ୟ ବା ଲବଣ ଦେଲେ ଏହି ସଙ୍କଟରେ ପରିବର୍ତ୍ତନ ହୁଏନାହିଁ ।ଅନେକ ରୋଗୀଙ୍କୁ ଅଧିକ ସମସ୍ୟା ନ ହେବା ପର୍ଯ୍ୟନ୍ତ କେବଳ ଜଗିବା ଯଥେଷ୍ଟ । ଅପରେଶନ, ରାଡିଏସନ ଥେରାପି, ହରମୋନ ଥେରାପି କିମ୍ବା କେମୋଥେରାପିର ମିଶ୍ରିତ ଚିକିତ୍ସା ଦରକାର ହୁଏ । ରୋଗଟି କେବଳ ପ୍ରୋସ୍ଟେଟ ଗ୍ରନ୍ଥି ମଧ୍ୟ ଭାଗରେ ଥିଲେ ଆରୋଗ୍ୟ ହୋଇଯାଏ । ଅସ୍ଥିକୁ ବ୍ୟାପିଥିଲେ କଷ୍ଟ ଲାଘବ ଔଷଧ, ବାଇଫସ୍ଫୋନେଟ ଓ ଟାର୍ଗେଟେଡ ଥେରାପି ଉପକାର କରେ । ରୋଗୀର ବୟସ, ଅନ୍ୟ ସ୍ୱାସ୍ଥ୍ୟ ସମସ୍ୟା ଓ ଏହାର ବ୍ୟାପକତା ତଥା ଗମ୍ଭୀରତା ଉପରେ ଫଳାଫଳ ନିର୍ଭର କରେ । ଅଧିକାଂଶ ପ୍ରୋସ୍ଟେଟ କର୍କଟ ରୋଗୀଙ୍କର ରୋଗ ଯୋଗୁ ମୃତ୍ୟୁ ହୁଏନି । ପାଞ୍ଚ ବର୍ଷିଆ ଆୟୁଷ ଆମେରିକାରେ ୯୯ % । ପୃଥିବୀରେ ଏହା ଦ୍ୱିତୀୟ ସାଧାରଣ ରୋଗ ଓ ପୁରୁଷଙ୍କ କର୍କଟ ସମ୍ପର୍କୀୟ ମୃତ୍ୟୁ ମଧ୍ୟରେ ଏହାର ସ୍ଥାନ ପଞ୍ଚମ । ସନ ୨୦୧୨ର ଆକଳନ ଅନୁସାରେ୧.୧ ନିୟୁତ ଲୋକ ଏହି ରୋଗ ଭୋଗିଥିଲେ ଓ ୩୦୭,୦୦୦ ମୃତ୍ୟୁ ହୋଇଥିଲା । ୮୪ଟି ଦେଶର ପୁରୁଷମାନଙ୍କର ଏହା ଅତି ସାଧାରଣ ରୋଗ ଥିଲା ଓ ସାଧାରଣତଃ ବିକଶିତ ଦେଶମାନଙ୍କରେ ହେଉଥିଲା । ବିକାଶଶୀଳ ଦେଶମାନଙ୍କରେ ଏହି ରୋଗ ହାର ବଢ଼ୁଛି । ପି.ଏସ.ଏ.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଜେନିଟାଲ ୱାର୍ଟସ (ଇଂରାଜୀ ଭାଷାରେ Genital warts) କେତେକ ଯୌନ ସଞ୍ଚାରିତ ରୋଗମାନଙ୍କର ନାମ (sexually transmitted infection) ଯାହା ମାନବ ପାପିଲୋମା ଭୁତାଣୁ (human papillomavirus) ବା HPV ଯୋଗୁ ବିସ୍ତାରଲାଭ କରେ । ସାଧାରଣତଃ ଏହି ଦାଗ ପିଙ୍କ ରଙ୍ଗର ହୋଇଥାଏ ଚର୍ମ ସ୍ତରରୁ ଉପରକୁ ଉଠିଥାଏ । ବିଶେଷ କିଛି ଲକ୍ଷଣ ନଥିଲେ ମଧ୍ୟ ବେଳେ ବେଳେ ଯନ୍ତ୍ରଣା ହୁଏ । ସଂକ୍ରମଣର ୧-୮ ମାସ ପରେ ଏହି ରୋଗ ଦେଖାଯାଏ । ଜେନିଟାଲ ଏଚପିଭ ସଂକ୍ରମଣର (genital HPV infection) ଲକ୍ଷଣମାନଙ୍କ ମଧ୍ୟରୁ ସହଜରେ ୱାର୍ଟ (Wart) ଚିହ୍ନାପଡ଼ିଯାଏ । ଏଚପିଭି ଟାଇପ ୬ ଓ ୧୧ ଯୋଗୁ ସାଧାରଣତଃ ଜେନିଟାଲ ୱାର୍ଟ ହୁଏ । ସଂକ୍ରମିତ ଯୌନ ସାଥୀଠାରୁ ମୁଖ ମୈଥୁନ, ଯୌନ ସଙ୍ଗମ ବା ଅନ୍ୟାନ୍ୟ ସଙ୍ଗମ ସମୟରେ ଏହି ରୋଗ ସଞ୍ଚାରିତ ହୁଏ । ଲକ୍ଷଣ ଦେଖି ଓ ତନ୍ତୁ ବାୟୋପ୍ସି (biopsy) କରି ରୋଗ ନିର୍ଣ୍ଣୟ କରାଯାଏ । ୱାର୍ଟ ସୃଷ୍ଟି କରୁଥିବା ଏଚପିଭି ଓ କର୍କଟର କାରଣ ଥିବା ଏଚପିଭି ଦୁହେଁ ପୃଥିକ ଅଟନ୍ତି ।ଏହପିଭି ଟିକା (HPV vaccine) ଓ କଣ୍ଡୋମ (en:condoms) ସାହାଯ୍ୟରେ ଏହି ରୋଗ ପ୍ରତିରୋଧ କରିହୁଏ । ପୋଡୋଫାଇଲିନ (podophyllin), ଇମିକୁଇମୋଡ (imiquimod), ଓ ଟ୍ରାଇକ୍ଲୋରୋଆସେଟିକ ଏସିଡ (trichloroacetic acid) ଔଷଧମାନଙ୍କ କ୍ରିମ ଦେଇ ଚିକିତ୍ସା କରାଯାଏ । ଏହାର ଚିକିତ୍ସାରେ ଔଷଧ, କ୍ରାୟୋଥେରାପି (cryotherapy) ଓ ଅପରେଶନର ସାହାଯ୍ୟ ନିଆଯାଏ । ଉପଯୁକ୍ତ ଚିକିତ୍ସା କଲେ ୬ ମାସ ମଧ୍ୟରେ ଏହା ଭଲ ହୋଇଯାଏ । ଚିକିତ୍ସା ନପାଇଲେ ମଧ୍ୟ ଏକ ତୃତୀୟାଂଶ ରୋଗ ସ୍ୱୟଂ ଉପଶମ ହୋଇଯାଏ ।ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରାୟ ୧% ଲୋକଙ୍କର ଜେନିଟାଲ ୱାର୍ଟ ହୁଏ । ଅନେକ ବ୍ୟକ୍ତିଙ୍କର ରୋଗ ଥିଲେ ମଧ୍ୟ ଲକ୍ଷଣ ନଥାଏ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ହେପାଟାଇଟିସ ଏ (ଆଗରୁ ଏହାର ନାମ ଥିଲା (ସଂକ୍ରମଣକାରୀ ହେପାଟାଇଟିସ) ଏକ ତୀବ୍ର) ସଂକ୍ରମଣକାରୀ ରୋଗ ଯାହା ଯକୃତରେ ହେପାଟାଇଟିସ ଏ ଭୁତାଣୁଦ୍ୱାରା (HAV) ହୁଏ । ଅନେକ ଲୋକଙ୍କର ଆଦୌ ଲକ୍ଷଣ ପ୍ରକାଶ ପାଏନାହିଁ ବା ସାମାନ୍ୟ ପ୍ରକାଶ ପାଏ । ଏହି ଭୁତାଣୁ ଦେହରେ ପ୍ରବେଶ କରିବାଠାରୁ ଲକ୍ଷଣ ପ୍ରକାଶ ପାଇବାକୁ ୨ରୁ ୬ ସପ୍ତାହ ଲାଗେ । ଏହାର ଲକ୍ଷଣ ୮ ସପ୍ତାହ ଧରି ରହେ ଯେଉଁଥିରେ ଓକାଳ, ବାନ୍ତି, ତରଳ ଝାଡ଼ା, ହଳଦିଆ ଚର୍ମ, ଜ୍ୱର, ପେଟରେ ଯନ୍ତ୍ରଣା ହୁଏ । ପ୍ରଥମ ସଂକ୍ରମଣର ୬ ମାସ ପରେ ଆଉ ଥରେ ୧୦-୧୫% ରୋଗୀଙ୍କଠାରେ ଏହି ଲକ୍ଷଣ ପୁନର୍ବାର ଦେଖାଯାଏ । ତୀବ୍ର ଯକୃତ ଫେଲ୍ କ୍ୱଚିତ ଦେଖାଯାଏ ଓ ଏହା ସାଧାରଣତଃ ବୟସ୍କ ଲୋକଙ୍କର ହୁଏ ।ସାଧାରଣତଃ ମଳରେ ଥିବା ଭୁତାଣୁ ଅପମିଶ୍ରିତ ଖାଦ୍ୟ ଖାଇଲେ ଓ ପାଣି ପିଇଲେ ଏହି ରୋଗ ବ୍ୟାପେ । ଯଥେଷ୍ଟ ରନ୍ଧା ହୋଇ ନ ଥିବା ସେଲ ଫିସ୍/ (Shellfish) ଖାଦ୍ୟ ଏହାର ଏକ ସାଧାରଣ ଉତ୍ସ । ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ନିକଟ ସଂସ୍ପର୍ଶରେ ଆସିଲେ ମଧ୍ୟ ଏହି ରୋଗ ବ୍ୟାପେ । ସଂକ୍ରମିତ ପିଲାମାନଙ୍କର ଲକ୍ଷଣ ପ୍ରକାଶ ନ ପାଇଲେ ମଧ୍ୟ ଅନ୍ୟମାନଙ୍କୁ ସଂକ୍ରମଣ କରିବା ଶକ୍ତି ଥାଏ ।ଥରେ ସଂକ୍ରମିତ ହେଲେ ଜୀବନବ୍ୟାପି ଇମ୍ମ୍ୟୁନିଟି ପ୍ରସ୍ତୁତ ହୋଇଯାଏ । ଏହାର ଲକ୍ଷଣ ଅନେକ ରୋଗରେ ସମାନ ଭାବରେ ପ୍ରକାଶ ପାଉଥିବାରୁ ଏହି ରୋଗ ନିର୍ଣ୍ଣୟ ନିମନ୍ତେ ରକ୍ତ ପରୀକ୍ଷା ଆବଶ୍ୟକ ହୁଏ । ପାଞ୍ଚୋଟି ଜଣାଶୁଣା ହେପାଟାଇଟିସ ଭୁତାଣୁ ଯଥା ହେପାଟାଇଟିସ ଭୁତାଣୁ: ଏ, ବି, ସି, ଡି ଓ ଇ ମଧ୍ୟରୁ ଏହା ଗୋଟିଏ ।