ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
ଭାରତୀୟ ସଂସଦର ୨୦୧୯ ନାଗରିକତା (ସଂଶୋଧନୀ) ନିୟମ ୧୯୫୫ ନାଗରିକତା ନିୟମର ସଂଶୋଧନ କରି ପାକିସ୍ତାନ, ବଙ୍ଗଳାଦେଶ ଓ ଆଫଗାନିସ୍ତାନର ଧାର୍ମିକ ସଂଖ୍ୟାଲଘୁମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ ପାଇଁ ପଥ ପ୍ରସ୍ତୁତ କରିଥାଏ । ଏଥି ପାଇଁ ଯୋଗ୍ୟ ସଂଖ୍ୟାଲଘୁମାନେ ହେଲେ ହିନ୍ଦୁ ଶିଖ, ବୌଦ୍ଧ, ଜୈନ, ପାର୍ସୀ ଓ ଖ୍ରୀଷ୍ଟିଆନ । ମୁସଲିମମାନେ ଏଥି ପାଇଁ ଯୋଗ୍ୟ ନୁହଁନ୍ତି । ଏଥି ପାଇଁ ଯୋଗ୍ୟ ବିବେଚିତ ହେବା ନିମନ୍ତେ ପ୍ରାର୍ଥୀମାନେ ୨୦୧୪ ଡିସେମ୍ବର ୩୧ ଆଗରୁ ଭାରତରେ ପ୍ରବେଶ କରିଥିବା ଓ ନିଜ ମୂଳ ଦେଶରେ "ଧର୍ମଗତ ଅତ୍ୟାଚାର ସହିଥିବା ବା ଧର୍ମଗତ ଅତ୍ୟାଚାରର ଭୟ ଥିବା" ବିଧେୟ । ଏହି ନିୟମ ଉପୋରକ୍ତ ସଂଖ୍ୟାଲଘୁମାନଙ୍କ ପାଇଁ ନାଗରିକତାର ଆବଶ୍ୟକତାକୁ କୋହଳ କରି ୧୧ ବର୍ଷରୁ ୫ ବର୍ଷ କରିଥିଲା କ୍ଷମତାସୀନ ଭାରତୀୟ ଜନତା ପାର୍ଟି ତା'ର ୨୦୧୪ ନିର୍ବାଚନ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା ଯେ ତାହା ହିନ୍ଦୁ ଶରଣାର୍ଥୀମାନଙ୍କୁ ଏକ ପ୍ରାକୃତିକ ବାସଭୂମି ଯୋଗାଇବ । ସେହି ଦିନରୁ ଏହି ଭଳି ଶରଣାର୍ଥୀମାନଙ୍କ ବାବଦରେ ଖବର ପ୍ରକାଶ ପାଇଆସୁଥିଲା । ୨୦୧୫ରେ ସରକାର ଏଭଳି ଶରଣାର୍ଥୀମାନଙ୍କୁ ସେମାନଙ୍କ ଯାତାୟତ ନଥି ଓ ଦୀର୍ଘମିଆଦି ଭିସା ପ୍ରଦାନ ପାଇଁ ନିର୍ଦ୍ଦେଶ ଦେବା ଆରମ୍ଭ କରିଥିଲା । ଇଣ୍ଟେଲିଜେନ୍ସ ବ୍ୟୁରୋ ଅନୁସାରେ ପ୍ରାୟ ସମସ୍ତ ହିନ୍ଦୁ କିମ୍ବା ଶିଖ ଧର୍ମାବଲମ୍ବୀ ଥିବା ୩୦,୦୦୦ ଶରଣାର୍ଥୀ ଏହି ନିୟମ ସଂଶୋଧନୀ ଦ୍ୱାରା ଉପକୃତ ହୋଇଛନ୍ତି ବା ହେବେ ।ଭାରତର ଧର୍ମନିରପେକ୍ଷ ସମ୍ବିଧାନ ଓ ତା'ର ୧୪ତମ ଧାରାର ଉଲ୍ଲଂଘନ କରୁଥିବାରୁ ଏହି ସଂଶୋଧନୀ ନିୟମ ଭାରତ ଓ ବିଦେଶରେ ସମାଲୋଚିତ ହୋଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ । ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ । ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଏହାର ଅପବ୍ୟବହାର ଅତି ସାଧାରଣ ।
ରାବଣାନୁଗ୍ରହ ବା ରାବଣାନୁଗ୍ରହ ମୂର୍ତ୍ତି ମହାଦେବ ଶିବଙ୍କ ରାବଣକୁ କ୍ଷମା ଦେବା ବା ଅନୁଗ୍ରହ ଦେଉଥିବା ରୂପର ଏକ ମୂର୍ତ୍ତି ।) “ରାବଣ” ଓ “ଅନୁଗ୍ରହ” ଶବ୍ଦର ସନ୍ଧିରୁ “ରାବଣାନୁଗ୍ରହ” ଶବ୍ଦର ସୃଷ୍ଟି । ଏହି ମୂର୍ତ୍ତି ବା ରୂପରେ ଶିବ ନିଜ ପତ୍ନୀ ଦେବୀ ପାର୍ବତୀଙ୍କ ସହ କୈଳାସ ପର୍ବତ ଉପରେ ବସିଥିବା ବେଳେ ଲଙ୍କା ଅଧିପତି ରାକ୍ଷସରାଜ ରାବଣ କୈଳାସ ପର୍ବତକୁ ଦୋହଲାଇବାର ଚେଷ୍ଟା କରୁଥାନ୍ତି । ଏହି ପରିପ୍ରକାଶକୁ ରାବଣ କୈଳାସ ପର୍ବତ ଦୋହଲାଇବା ବା ରାବଣ କୈଳାସ ପର୍ବତ ଉଠାଇବା ବୋଲି ମଧ୍ୟ କୁହାଯାଏ । ହିନ୍ଦୁ ଶାସ୍ତ୍ରାନୁସାରେ ଏକଦା ରାବଣ କୈଳାସକୁ ଉଠାଇ ନେବାକୁ ଚେଷ୍ଟା କରିଥିଲେ । ଶିବ ନିଜ ପାଦର ବୁଢ଼ା ଆଙ୍ଗୁଠିରେ କୈଳାସକୁ ଦବାଇ ଦେବାରୁ କୈଳାସ ସ୍ଥିର ରହିଲା ଓ ତାହା ତଳେ ରାବଣ ଚାପି ହୋଇ ରହିଗଲେ । ହଜାର ବର୍ଷ ପାଇଁ ରାବଣ ବନ୍ଦୀ ଅବସ୍ଥାରେ ରହି ଶିବଙ୍କ ଉଦ୍ଦେଶ୍ୟରେ ଗୀତ ଗାଇବାରୁ ଶିବ ପ୍ରସନ୍ନ ହେଲେ । ଅନୁଗ୍ରହ ପ୍ରଦାନ ପୂର୍ବକ ସେ ରାବଣଙ୍କୁ ଚନ୍ଦ୍ରହାସ ଖଡ୍ଗ ଓ ଏକ ପୂଜ୍ୟ ଲିଙ୍ଗ ପ୍ରଦାନ କରିଥିଲେ । ଗୁପ୍ତ ଯୁଗ (ଖ୍ରୀ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଦୀନବନ୍ଧୁ ସାହୁ (୧୦ ଅକ୍ଟୋବର ୧୯୧୦ - ୭ ଅକ୍ଟୋବର ୧୯୮୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଏବଂ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଦୀନବନ୍ଧୁ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା ନିର୍ବାଚନଙ୍କୁ ସେ କେନ୍ଦ୍ରୀୟ କେନ୍ଦ୍ରାପଡ଼ାରୁ ନିର୍ବାଚିତ ହୋଇଥିଲେ । ଏହାପରେ ଭାରତ ସ୍ୱାଧୀନତ ହେବାପରେ ସେ ୧୯୫୨ ଓ ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ନିର୍ବାଚନରେ ସେ କେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ବର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ବର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ବର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Claus) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ୱର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ସୁଗନ୍ଧି ବା ପରଫ୍ୟୁମ ଶବ୍ଦଟି ଆସିଛି ଲ୍ୟାଟିନ୍ ଶବ୍ଦ ପାର ଫୁଉମାମ୍ ରୁ। ଏହି ଶବ୍ଦଟିର ଅର୍ଥ ହେଉଛି ଧୂଆଁ ମାଧ୍ୟମରେ । ପରଫ୍ୟୁମ ଶିଳ୍ପ ପ୍ରଥମେ ଆରମ୍ଭ ହୋଇଥିଲା ସୁମେରୀୟ ଏବଂ ମିଶର ସଭ୍ୟତାରେ ।ଧୀରେ ଧୀରେ ପ୍ରାଚୀନ ଗ୍ରୀସ ଏବଂ ରୋମରେ ତାହା ଆହୁରି ସମୃଦ୍ଧ ହୋଇଥିଲା । ପରଫ୍ୟୁମର ଇତିହାସ ଅନୁସନ୍ଧାନ କଲେ ଜଣାଯାଏ ଯେ ପ୍ରଥମେ ଜଣେ ମହିଳା ହିଁ ସୁଗନ୍ଧି ତିଆରି କରିଥିଲେ । ପ୍ରାଚୀନ ସୁମେରୀୟ ସଭ୍ୟତାର ଏହି ମହିଳାଜଣକ ସୁଗନ୍ଧି ଫୁଲ, ଘାସ, ତେଲ ଏବଂ ଆହୁରି ନାନା ପ୍ରକାରର ରାସାୟନିକ ମିଶାଇ ତିଆରି କରିଥିଲେ ପୃଥିବୀର ପ୍ରଥମ ପରଫ୍ୟୁମ । ଏହାପରେ ଆରବବାସୀଙ୍କ ନାନା ସୌରଭରେ ସୁରଭିତ ଏହି ପରଫ୍ୟୁମ ବୋତଲ ଆବଦ୍ଧ ହୋଇ ଆଜି ଆମ ହାତକୁ ଆସିଛି। ସୁଗନ୍ଧିର ପ୍ରଥମ ଅନୁପ୍ରେରଣା ନିଃସନ୍ଦେହରେ ସୁବାସିତ ଫୁଲ ଓ କାଠ। ଦେବତାଙ୍କ ଆରାଧନାରୁ ଆରମ୍ଭ କରି ବ୍ୟକ୍ତିଗତ ମନୋରଞ୍ଜନ ସୁଗନ୍ଧିର ବ୍ୟବହାର ଶହ ଶହ ବର୍ଷ ଧରି ଆମ ଜୀବନର ପ୍ରତି ପରସ୍ତରେ ଜଡ଼ାଇ ହୋଇ ରହିଛି । ଚିକିତ୍ସା ଏବଂ ସୁସ୍ଥ ଜୀବନଶୈଳୀ ପାଇଁ ସୁଗନ୍ଧିର ଯେ ଭୂମିକା ଅଛି ତାହାର ନିଦର୍ଶନ ମିଳେ ଅରୋମାଥେରାପିରୁ। ମୁଡ୍ ସେଟର ଭାବେ ମଧ୍ୟ ସୁଗନ୍ଧିର ଆଉ ଏକ ଭୂମିକା ରହିଛି। ଅପସନ୍ଦର ବାସ୍ନା ଯେମିତି ଆଖି ପଲକରେ ମୁଡ୍ ବିଗାଡିପାରେ, ଠିକ ସେମିତି ପସନ୍ଦର ସୁଗନ୍ଧି କ୍ଷଣିକରେ ମୁଡ୍ ବଦଳାଇପାରେ। ପ୍ରଚଣ୍ଡ ଗରମରେ ଲେମ୍ବୁର ତାଜା ସୁଗନ୍ଧ କ୍ଳାନ୍ତ ଶରୀରକୁ ତାଜା କରିପାରେ। ଶୀତର ସନ୍ଧ୍ୟାରେ ଗାଢ଼ କସ୍ତୁରୀ ସୁଗନ୍ଧ ମନ ଓ ଶରୀରରେ ଭରିଦିଏ ଏକ ଅଦ୍ଭୁତ ମାଦକତା। ଯେକୌଣସି ସୁଗନ୍ଧ ତାର ପ୍ରଥମ ପ୍ରଭାବ ବିସ୍ତାର କରେ ଆବେଗ ବା ଇମୋସନ ଉପରେ । ନିଜ ମନପସନ୍ଦର ସୁଗନ୍ଧି ଯେ ସବୁ ବିରକ୍ତ, ରାଗ ଓ ଅବସାଦକୁ ନିମିଷକ ମଧ୍ୟରେ ଦୂର କରିପାରେ, ତାହା ବିଜ୍ଞାନ ସମ୍ମତ ।
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
କ୍ରିସ୍ମସ୍ ଟ୍ରି ବା କ୍ରିସ୍ମସ୍ ଗଛ ବା ବଡ଼ଦିନ ଗଛ (ଇଂରାଜୀରେ Christmas tree) ଏକ କୋନାକାର ଗଛ ଯାହାକୁ ବଡ଼ଦିନ ଉପଲକ୍ଷେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ସୁସଜ୍ଜିତ କରିଥାନ୍ତି । ପାଇନ୍ ଜାତୀୟ କୌଣସି ଗଛର ଅଂଶ ବା କୃତ୍ରିମ ଗଛକୁ ବଡ଼ଦିନ ଉପଲକ୍ଷେ ସଜାଇବାର ପ୍ରଥା ଉତ୍ତର ୟୁରୋପରୁ ଆରମ୍ଭ ହୋଇଥିଲା । ମଧ୍ୟଯୁଗୀୟ ଲିଭୋନିଆରେ (ବର୍ତ୍ତମାନ ସମୟର ଇଷ୍ଟୋନିଆ ଓ ଲାଟ୍ଭିଆ) ଏହି ପ୍ରଥା ଜନ୍ମ ହୋଇଥିଲା ଏବଂ ଆଧୁନିକ ଯୁଗର ପ୍ରାରମ୍ଭରୁ ଜର୍ମାନୀର ପ୍ରୋଟେଷ୍ଟାଣ୍ଟ୍ ଖ୍ରୀଷ୍ଟିୟାନ୍ମାନେ ଏହି ସଜ୍ଜିତ ଗଛ ଘରକୁ ଆଣୁଥିଲେ ବା ଗଛକୁ ଘରକୁ ଆଣି ସଜାଉଥିଲେ । ପରେ ଏହି ପ୍ରଥାର ଲୋକପ୍ରିୟତା ଜର୍ମାନୀର ଲୁଥେରାନ୍ ଅଞ୍ଚଳକୁ ଅତିକ୍ରମ କରି ଅନ୍ୟ ପ୍ରାନ୍ତକୁ ବ୍ୟାପି ଯାଇଥିଲା । କ୍ରମଶଃ ଉନବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ ବଲ୍ଟିକ୍ ସାଗରତଟସ୍ଥ ଦେଶଗୁଡ଼ିକର ସମ୍ଭ୍ରାନ୍ତ ପରିବାରମାନଙ୍କରେ କ୍ରିସ୍ମସ୍ ଗଛ ପ୍ରଥା ପ୍ରଚଳିତ ହେବାକୁ ଲାଗିଲା ।ପାରମ୍ପରିକ ଭାବେ କ୍ରିସ୍ମସ୍ ଗଛକୁ କାଗଜର ଗୋଲାପ ଫୁଲ, ସେଓ ଫଳ, ୱେଫର୍, ଚକମକିଆ ଝରା ବା ଝାଲେରୀ ଓ ମିଷ୍ଟାନ୍ନ ଇତ୍ୟାଦିଦ୍ୱାରା ସଜାଇବାର ପ୍ରଥା ରହିଛି । ଅଷ୍ଟଦଶ ଶତାବ୍ଦୀରେ କ୍ରିସ୍ମସ୍ ଗଛକୁ ମହମବତୀ ଓ ଦୀପର ଆଲୋକମାଳାରେ ଏବଂ ଅଧୁନା ବିଦ୍ୟୁତ୍ ଆଲୋକମାଳାରେ ସୁସଜ୍ଜିତ କରାଯାଉଛି । ବର୍ତ୍ତମାନ ସମୟରେ ଏହି ଗଛଗୁଡ଼ିକୁ ନୂତନ ବଡ଼ଦିନ ମାଳା, ରଙ୍ଗବେରଙ୍ଗ ବଲ୍ ଓ ଚକୋଲେଟ୍ ଇତ୍ୟାଦିଦ୍ୱାରା ମଧ୍ୟ ସଜାଯାଉଛି । ଗଛର ସର୍ବୋଚ୍ଚ ଭାଗରେ ଏକ ପ୍ରଜ୍ଜ୍ୱଳମାନ ତାରକା ଖଚିତ ହୋଇଥାଏ, ଯାହା ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ବୃତ୍ତାନ୍ତ କାହାଣୀର ଜଣେ ଚରିତ୍ର ବେଥ୍ଲେହେମ୍ ତାରକାର ଦେବଦୂତ (ଏଞ୍ଜେଲ୍) ଗାବ୍ରିଏଲ୍ଙ୍କ ସୂଚକ । ରିବନ୍ ଫିତା ସାହାଯ୍ୟରେ କ୍ରିସ୍ମସ୍ ଗଛର ଡାଳରୁ ଜିଞ୍ଜର୍ ବ୍ରେଡ଼୍ (ଅଦା ପାଉଁରୁଟି), ଚକୋଲେଟ୍ ଓ ଅନ୍ୟାନ୍ୟ ମିଷ୍ଟାନ୍ନ ଇଦ୍ୟାଦି ଖାଦ୍ୟ ପଦାର୍ଥ ଝୁଲାଇ ଦିଆଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଚାଖି ଖୁଣ୍ଟିଆ (୧୮୨୭ - ୧୮୭୦) ଓଡ଼ିଶାର ପୁରୀରେ ଜନ୍ମିତ ଜନୈକ ବଳଶାଳୀ ସ୍ୱାଧୀନଚେତା ବ୍ରାହ୍ମଣସେବକ । ସେ ୧୮୨୭ ମସିହା ଶାମ୍ବ ଦଶମୀ ଦିନ ଜନ୍ମ ଗ୍ରହଣ କରିଥିଲେ । ଖୁଣ୍ଟିଆଙ୍କର ଶାରୀରିକ ବଳ ଅସାଧାରଣ ଥିଲା । ସେ ନେପାଳୀମାନଙ୍କ ପଣ୍ଡା ଥିଲେ ୧୮୫୭ ମସିହାରେ ଭାରତର ସିପାହୀ ବିଦ୍ରୋହବେଳେ ଏ ଉତ୍ତରପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରି ଥିଲେ । ଏ ଶେଷକୁ ଧରାପଡ଼ି ଦଣ୍ଡ ପାଇଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ଅଟେ ।
ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର
ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଥିବା ଏକ ପାଠାଗାର । ଏହା ରାଜଧାନୀର ସଚିବାଳୟ ମାର୍ଗରେ ଅବସ୍ଥିତ । ଏହି ପାଠାଗାରର ପରିକଳ୍ପନା ଦେଶର ପ୍ରଥମ ପଞ୍ଚବର୍ଷୀୟ ଯୋଜନାର(୧୯୫୧-୫୬) ଅନ୍ତର୍ଗତ ଥିଲା । ୧୯୫୯ରେ ତିଆରି ହେଇଥିବା ଏହି ଅନୁଷ୍ଠାନଟି ରାଜ୍ୟ ଗ୍ରନ୍ଥାଗାର ଓ ଭୁବନେଶ୍ୱର ସହରର ପାଠାଗାର ଭାବେ ବ୍ୟବହାର ହେଉଛି । ୧୯୬୭ ମସିହାରେ ମହାତ୍ମା ଗାନ୍ଧୀଙ୍କ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ଏହାକୁ "ଗାନ୍ଧୀ ଭବନ" ଓ ୧୯୮୭ ମସିହାରେ ଏହି ପାଠାଗାରର ନବୀକରଣ କରାଯାଇ ଏହାକୁ ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ନାମରେ ନାମିତ କରାଯାଇଥିଲା । ବର୍ତ୍ତମାନ ଏହି ପାଠାଗାରରେ ୨ ଲକ୍ଷରୁ ଅଧିକ ବହି ଅଛି ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ୱ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ୱାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ୱତନ୍ତ୍ର ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ବିହତ ସହସ୍ରର୍ଦ୍ଧୀ ଧରି ଭାରତୀୟ ମହିଳା ମାନଙ୍କ ସ୍ଥିତିରେ ଅନେକ ଉଲ୍ଲେଖନୀୟ ପରିବର୍ତନ ଘଟିଛି । ସେମାନଙ୍କ ଜୀବନ ଧାରଣ ଶୈଳୀ , ସ୍ୱାଧୀନତା , ସାମାଜିକ ସ୍ଥିତିରେ ବହୁ ଉତ୍ଥାନ ପାଟଣା ଘଟିଛି । . ଅତି ପ୍ରାଚୀନ କାଳରୁ ମାଧ୍ୟମ କାଳ ମଧ୍ୟରେ ତାଙ୍କର ସ୍ଥିତି ଦ୍ରୁତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାର , ଯାହା ପୁରୁଷ ମାନେ ପାଉଥିଲେ , ସେଥିରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂଶର ବଶତା ସେମାନଙ୍କୁ ବିଦ୍ୟାଳୟରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ମାଧ୍ୟମ କାଳରେ ( ବ୍ରିଟିଶ ଶାସନ ସମୟରୁ ) ଅନେକ ଉଦାରବାଦୀ ସମାଜ ସଂସ୍କାରକଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁ-ସଂସ୍କାରକୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତରେ ମହିଳା ମାନେ ରାଷ୍ଟ୍ରପତି , ପ୍ରଧାନ ମନ୍ତ୍ରୀ , ଲୋକ ସଭାର ବାଚସ୍ପତି , କେନ୍ଦ୍ର ମନ୍ତ୍ରୀ , ବିଭିନ୍ନ ରାଜ୍ୟର ମୁଖ୍ୟ ମନ୍ତ୍ରୀ , ରାଜ୍ୟପାଳ , ବିଭିନ୍ନ କମ୍ପାନୀର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର , ଯଥା କ୍ରିଡା , ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ୱାଧୀନ ଭରତର ସମ୍ବିଧାନରେ ମହିଳା ମାନଙ୍କ ଅଧିକାରକୁ ପୁରୁଷ ମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି ।ମହିଳା ମାନଙ୍କ ପୂର୍ଣା ସ୍ୱାଧୀନତା ଓ ଅଧିକାରକୁ ସଂରକ୍ଷିତ କରିବା ପାଇଁ ସ୍ୱାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭରତର ପାର୍ଲିଆମେଣ୍ଟରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦ୍ରୁଷ୍ଟି ଦିଆ ଯାଇଛି । .ଏପରି ଏକ ସମୟ ଥିଲା ଯେ 2011 ମସିହାରେ ଏକା ସମୟରେ ଭାରତର ରାଷ୍ଟ୍ରପତି ( ଶ୍ରୀମତୀ ପ୍ରତିଭା ପାଟିଲ ) , ଲୋକ ସଭାର ବାଚସ୍ପତି ( ମୀରା କୁମାର ) ଓ ଲୋକ ସଭାର ବିରୋଧୀ ଦଳର ନେତା ପଦବୀରେ ମହିଳା ମାନେ ରହିଥିଲେ । ଏହା ସତ୍ୱେ ଭାରତରେ ମହିଳା ମାନେ ଅନେକ ସମସ୍ଯାରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନରେ ବଳତ୍କାର , ଏସିଡ ଫିଙ୍ଗା , ଯୌତୁକ ଜନିତ ହତ୍ୟା , ଜୋର ଜବରଦସ୍ତି କରି ଦେହ ବ୍ୟାପାରରେ ଜଡିତ କରିବା ପରି ଅତ୍ୟାଚାରର ଶିକାର ହଉଛନ୍ତି ।. ୨୦୧୨ ମସିହାରେ ଥୋମସନ୍ ରଏଟର ଫାଉଣ୍ଡେସନ ତରଫରୁ କରାଯାଇଥିବା ସର୍ଭେରେ ଜି୨୦ ଅନ୍ତର୍ଗତ ସମସ୍ତ ଦେଶ ଠାରୁ ଭରତରେ ମହିଳାଙ୍କ ଉପରେ ଅତ୍ୟାଚାର ସର୍ବାଧିକ ଥିବା ଦର୍ଶାଯାଇଥିଲା । .
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।ଯକ୍ଷ୍ମା ଏକ ବାୟୁ ମାଧ୍ୟମରେ ବ୍ୟାପେ ଓ ଫୁସଫୁସ ଯକ୍ଷ୍ମା ରୋଗୀ କାଶିଲେ, ଛିଙ୍କିଲେ, ଛେପ ପକେଇଲେ ବା କଥା କହିଲେ ଏହାର ଜୀବାଣୁ ଦେହରୁ ବାହାରି ବାୟୁ ମାଧ୍ୟମରେ ବ୍ୟାପିଯାଏ । ପ୍ରଛନ୍ନ ଯକ୍ଷ୍ମା ରୋଗ ବ୍ୟାପେ ନାହିଁ । ଏଚଆଇଭି/ଏଆଇଡିଏସ ଦେହରେ ଥିଲେ ବା ଅତ୍ୟଧିକ ଦୂମ୍ରପାନ କରୁଥିଲେ ଏହି ରୋଗ ଅଧିକ ହେବା ସମ୍ଭାବନା ରହେ । ଛାତି ଏକ୍ସ-ରେ ଓ ଦେହର ତରଳ ପଦାର୍ଥକୁ ଅଣୁବୀକ୍ଷଣ ଯନ୍ତ୍ରରେ ଦେଖି ବା ଅଣୁଜୀବ କଲଚର କରି ରୋଗ ନିର୍ଣ୍ଣୟ କରାଯାଏ । ମାଣ୍ଟୁକ୍ସ ପରୀକ୍ଷା ଓ ରକ୍ତ ପରୀକ୍ଷା ଉପରେ ପ୍ରଛନ୍ନ ଯକ୍ଷ୍ମା ରୋଗ ନିର୍ଣ୍ଣୟ ନିର୍ଭର କରେ । ଅଧିକ ସଙ୍କଟାପନ୍ନ କେଶ୍ରେ ଯକ୍ଷ୍ମା ପ୍ରତିଷେଧ ନିମନ୍ତେ ସ୍କ୍ରୀନିଙ୍ଗ, ଆଶୁ ଚିହ୍ନଟ ତଥା ଚିକିତ୍ସା ଓ ବିସିଜି ଟିକାକରଣ କରାଯାଏ । ଘରେ, କାର୍ଯ୍ୟସ୍ଥାନରେ ଓ ସାମାଜିକ ମିଳନ ସ୍ଥାନରେ ସକ୍ରିୟ ରୋଗୀ ଥିଲେ ଏହି ରୋଗ ସଙ୍କଟ ଅଧିକ ହୁଏ । ଅଧିକ ସମୟ ନିମନ୍ତେ ଏକାଧିକ ଆଣ୍ଟିବାୟୋଟିକ ଦେଇ ଚିକିତ୍ସା କରାଯାଏ । ଆଣ୍ଟିବାୟୋଟିକ ପ୍ରତିରୋଧ ଏକ ବର୍ଦ୍ଧିଷ୍ଣୁ ସମସ୍ୟା ରୂପେ ଠିଆ ହେଉଛି ।ପୃଥିବୀରେ ଏକ ତୃତୀୟାଂଶ ଲୋକଙ୍କର ଯକ୍ଷ୍ମା ରୋଗ ଥିବା ବିଶ୍ୱାସ କରାଯାଏ । ପ୍ରତିବର୍ଷ ଲୋକ ସଂଖ୍ୟାର ପ୍ରାୟ ୧% ଲୋକଙ୍କର ନୂଆ ରୋଗ ହୁଏ । ସନ ୨୦୧୪ରେ ୯.୬ ନିୟୁତ ଲୋକଙ୍କର ଯକ୍ଷ୍ମା ହୋଇ ପ୍ରାୟ ୧.୫ ନିୟୁତ ଲୋକଙ୍କର ମୃତ୍ୟୁ ହୋଇଥିଲା । ମୋଟ ମୃତ୍ୟୁ ସଂଖ୍ୟାର ୯୫% ବିକାଶଶୀଳ ଦେଶମାନଙ୍କରେ ହୁଏ । ସନ ୨୦୦୦ ପରଠାରୁ ଏହି ରୋଗୀସଂଖା ବଢ଼ିଚାଲିଛି । ଏସିଆ ଓ ଆଫ୍ରିକାର ୮୦% ଲୋକ ଓ ଯୁକ୍ତରାଷ୍ଟ୍ର ଆମେରିକାର ୫ରୁ ୧୦% ଲୋକ ଟ୍ୟୁବରକୁଲିନ ପରୀକ୍ଷାର ପଜିଟିଭ ହୁଏ । ପୁରାକାଳରୁ ମାନବଙ୍କର ଦେହରେ ଯକ୍ଷ୍ମା ହେଉଥିବା ଜଣାଯାଏ । ଆମ ଶରୀରର ରୋଗ ପ୍ରତିରୋଧକ ଶକ୍ତି ଯୋଗୁ ଜୀବାଣୁ ଦେହରେ ପ୍ରବେଶ କଲେ ମଧ୍ୟ ମରି ଯାଆନ୍ତି । କେତେକ କାରଣ ଯେପରିକି ଏଚ.ଆଇ.ଭି ସଂକ୍ରମଣ ରୋଗ ଯୋଗୁ ପ୍ରତିରୋଧକ ଶକ୍ତି କମିଯାଇ ରୋଗ ସଙ୍କଟ ସୃଷ୍ଟି ହୁଏ । ଅଧୁନା ଯକ୍ଷ୍ମା ରୋଗର ଅଧିକ ସଂକ୍ରମଣର ଏହା ଏକ ପ୍ରଧାନ, ଉଲ୍ଲେଖ ଯୋଗ୍ୟ ଓ ଚିନ୍ତା ଉଦ୍ରେକକାରୀ କାରଣ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ବିଜୟ ମିଶ୍ର (ଜନ୍ମ ୧୬ଜୁଲାଇ ୧୯୩୬) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଛନ୍ତି । ଶ୍ରୀ ମିଶ୍ର, ଏଯାବତ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିସାରିଛନ୍ତି । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ସିନ୍ଧୁ ଜଳ ଚୁକ୍ତି ବା ସିନ୍ଧୁ ଜଳ ବୁଝାମଣା (ଇଂରାଜୀରେ Indus Waters Treaty) ଭାରତ ଓ ପାକିସ୍ତାନ ମଧ୍ୟରେ ଜଳ ବିଭାଜନକୁ ଆଧାର କରି ହୋଇଥିବା ଏକ ଐତିହାସିକ ଚୁକ୍ତି । ବିଶ୍ୱବ୍ୟାଙ୍କର ମଧ୍ୟସ୍ତତାରେ ଭାରତରୁ ପାକିସ୍ତାନକୁ ପ୍ରବାହିତ ସିନ୍ଧୁ ନଦୀ ଓ ତାହାର ଉପନଦୀମାନଙ୍କ ଜଳକୁ ଉଭୟ ଦେଶ ମଧ୍ୟରେ ଆବଣ୍ଟିତ କରାଯାଇଥିଲା । ୧୯୬୦ ମସିହା ସେପ୍ଟେମ୍ୱର ୧୯ ତାରିଖ ଦିନ ପାକିସ୍ତାନର କରାଚୀ ସହରରେ ଭାରତର ଭୂତପୂର୍ବ ପ୍ରଧାନମନ୍ତ୍ରୀ ପଣ୍ଡିତ ଜୱାହରଲାଲ ନେହେରୁ ଓ ପାକିସ୍ତାନର ତତ୍କାଳୀନ ରାଷ୍ଟ୍ରପତି ଆୟୁବ ଖାଁଙ୍କଦ୍ୱାରା ଏହି ଚୁକ୍ତି ସ୍ୱାକ୍ଷରିତ ହୋଇଥିଲା ।ଏହି ବୁଝାମଣା ଅନୁସାରେ, ପୂର୍ବ ପଟର ୩ଟି ନଦୀରେ (ବେଆସ୍, ରାବୀ ଓ ଶତଲେଜ) ପ୍ରବାହିତ ବାର୍ଷିକ ୩.୩ କୋଟି ଏକର-ଫୁଟ୍ ପାଣି ଉପରେ ଭାରତର ନିୟନ୍ତ୍ରଣ ରହିଲା ଏବଂ ପଶ୍ଚିମ ପଟର ୩ଟି ନଦୀରେ (ସିନ୍ଧୁ, ଚେନାବ ଓ ଝେଲମ) ପ୍ରବାହିତ ବାର୍ଷିକ ୮ କୋଟି ଏକର-ଫୁଟ୍ ପାଣି ଉପରେ ପାକିସ୍ତାନର ନିୟନ୍ତ୍ରଣ ରହିଲା । ଏହି ଚୁକ୍ତିରେ ପାଣି ଆବଣ୍ଟନ ସମ୍ପର୍କିତ ପ୍ରସ୍ତାବ ଅଧିକ ବିବାଦୀୟ ଥିଲା । ଯେହେତୁ ପାକିସ୍ତାନର ନଦୀଗୁଡ଼ିକର ଅଧିକାଂଶ ଭାଗ ପାଣି ଭାରତରୁ ଆସେ, ତେଣୁ ପଶ୍ଚିମ ପଟର ନଦୀମାନଙ୍କ ପାଣିକୁ ଭାରତ ନିୟନ୍ତ୍ରିତ ଜଳସେଚନ, ଜଳବିଦ୍ୟୁତ୍ ଉତ୍ପାଦନ, ଜଳ ପରିବହନ, ମତ୍ସ୍ୟ ପାଳନ ଇତ୍ୟାଦି ଉଦ୍ଦେଶ୍ୟରେ ବ୍ୟବହାର କରିପାରିବ ବୋଲି ଚୁକ୍ତିରେ ପ୍ରସ୍ତାବ ରହିଲା । କୌଣସି ପ୍ରକଳ୍ପ ନିର୍ମାଣ ପାଇଁ ଭାରତକୁ କିଛି ନିୟମାବଳୀର ଅନୁସରଣ କରିବାକୁ ହେବ । ଭାରତ ଓ ପାକିସ୍ତାନର ମଧ୍ୟରେ ରହିଆସିଥିବା ଦୋଳାୟମାନ ସମ୍ପର୍କ ଯୋଗୁଁ ଯୁଦ୍ଧ ସମୟରେ ଭାରତ ସିନ୍ଧୁ ଓ ଅନ୍ୟ ନଦୀମାନଙ୍କ ଜଳକୁ ନିଜ ଇଚ୍ଛାରେ ନିୟନ୍ତ୍ରଣ କରି ପାକିସ୍ତାନରେ ବନ୍ୟା ବା ଦୁର୍ଭିକ୍ଷ ପରିସ୍ଥିତି ସୃଷ୍ଟି କରିପାରେ ବୋଲି ପାକିସ୍ତାନର ଆଶଙ୍କା (ବା ଅଭିଯୋଗ) ରହିଆସିଛି । ତେଣୁ ସିନ୍ଧୁ ଜଳ ଚୁକ୍ତିର ଉପକ୍ରମରେ ବନ୍ଧୁତା, ସମନ୍ୱୟ ଓ ସଦ୍ଭାବ ରକ୍ଷାକରି ଏବଂ ଉଭୟ ଦେଶଙ୍କ ଅଧିକାରର ସମ୍ମାନ କରି ସିନ୍ଧୁ ଅବବାହିକା ବ୍ୟବସ୍ଥାରୁ ଉପଯୁକ୍ତ ଓ ଯଥେଷ୍ଟ ପରିମାଣର ଜଳ ଆବଣ୍ଟିତ କରିବା ଏହି ଚୁକ୍ତିର ଉଦ୍ଦେଶ୍ୟ ।ଚୁକ୍ତିର ଅନୁଚ୍ଛେଦ XII(୨) ଅନୁସାରେ ୧୯୬୦ ମସିହା ଅପ୍ରେଲ ପହିଲାଠାରୁ ଚୁକ୍ତି ଲାଗୁ ହେବା ପରଠାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଜଳ ସମ୍ୱନ୍ଧୀୟ ବିବାଦ ବା ଯୁଦ୍ଧ ହୋଇନାହିଁ । ବିବାଦ କିମ୍ୱା ଅସହମତିର ସ୍ଥିତି ଉପୁଜିଲେ ଚୁକ୍ତିର ନିୟମାବଳୀକୁ ଆଧାର କରି ମାମଲାର ବିଚାର କରାଯାଏ ଓ ବୁଝାମଣା ହୁଏ । ଆଧୁନିକ ସମୟରେ ବୁଦ୍ଧିଜୀବୀ ଓ ଗବେଷକ ମତ ଦିଅନ୍ତି ଯେ ଏହି ଚୁକ୍ତିରେ ଜଳବାୟୁ ପରିବର୍ତ୍ତନ ସମ୍ୱନ୍ଧୀୟ ନିୟମ ରହିବା କଥା କିନ୍ତୁ ତଥାପି ଜଳ ଆବଣ୍ଟନ ପରିପ୍ରେକ୍ଷୀରେ ସିନ୍ଧୁ ଜଳ ଚୁକ୍ତିକୁ ବିଶ୍ୱର ସଫଳ ଚୁକ୍ତିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ଚୁକ୍ତିରେ ଗୃହୀତ ପ୍ରସ୍ତାବ ଅନୁସାରେ ଭାରତ ସିନ୍ଧୁ ନଦୀ ବ୍ୟବସ୍ଥାର ଜଳର ୨୦% ଏବଂ ପାକିସ୍ତାନ ଅବଶିଷ୍ଟ ବ୍ୟବହାର କରିପାରିବ । କିନ୍ତୁ ଭାରତ ପଶ୍ଚିମ ପଟର ନଦୀମାନଙ୍କ ପାଣିକୁ ଘରୋଇ ଜଳଯୋଗାଣ, ଔଦ୍ୟୋଗିକ ଜଳଯୋଗାଣ ବା ଅନ୍ୟ କୌଣସି ଉପଭୋଗ୍ୟ କାର୍ଯ୍ୟ ପାଇଁ ବ୍ୟବହାର କରିପାରିବ ନାହିଁ ।
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ୨୦୧୯ ମସିହା ମଇ ମାସ ପ୍ରାରମ୍ଭରେ ଆସିଥିବା ଏକ ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହାକୁ ଫୋନୀ, ଫନି ଏବଂ ଫନୀ ନାମରେ ମଧ୍ୟ ଉଲ୍ଲେଖ କରାଯାଇଥାଏ । ଏହା ପୂର୍ବ ଭାରତରେ ପୁରୀଠାରେ ମଇ ମାସ ୩ ତାରିଖ ସକାଳରେ ଲ୍ୟାଣ୍ଡଫଲ କରିଥିଲା । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା ଥିଲା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ଦେଢ଼ କୋଟିରୁ ଅଧିକ ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା । ବଙ୍ଗଳାଦେଶରେ ଫଣୀ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା । ଓଡ଼ିଶାରେ ୪୧ ଜଣ ବ୍ୟକ୍ତିଙ୍କ ସମେତ ୩୪ ଲକ୍ଷ ୫୨ ହଜାର ପଶୁପକ୍ଷୀଙ୍କର ମୃତ୍ୟୁ ଘଟିଥିଲା ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ବିନିକେୟୀ ଅନୁଗୋଳ ଜିଲ୍ଲାର ଆଠମଲ୍ଲିକ ଉପଖଣ୍ଡସ୍ଥିତ ଏକ ପ୍ରାକୃତିକ ମନୋହର ପର୍ଯ୍ୟଟନ ସ୍ଥଳୀ । ଏହା ମହାନଦୀ କୂଳରେ ଅବସ୍ତିତ । ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଯୋଗୁଁ ଏଠାରେ ବାରମାସ ପର୍ଯ୍ୟଟକଙ୍କ ଭିଡ଼ ହୋଇଥାଏ । ଏଠାରେ ମା’ ବିନିକେୟୀ ପୂଜା ପାଉଛନ୍ତି । ଦୋଳ ପୂର୍ଣ୍ଣିମାର ଆଠଦିନ ଅର୍ଥାତ ଆଠଦୋଳ ଠାରୁ ତିନିଦିନ ପର୍ଯ୍ୟନ୍ତ ଏଠାରେ ମା’ ବିନିକେୟୀଙ୍କର ପ୍ରସିଦ୍ଧ ବିନିକେୟୀ ଯାତ୍ରା ଅନୁଷ୍ଠିତ ହୁଏ । ଆଠମଲ୍ଲିକରୁ ପୂର୍ବ ଦିଗକୁ ପଚିଶି କି.ମି.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।