ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
କ୍ଷିପ୍ର ଯାତାୟାତ ପ୍ରକଳ୍ପ , ଭାରତ
ଭାରତୀୟ କ୍ଷିପ୍ର ଯାତାୟାତ ପ୍ରକଳ୍ପ ସବୁ ମଧ୍ୟରେ ପ୍ରଥମ ବେସରକାରୀ ଉଦ୍ୟୋଗ ସ୍ଥାପିତ ଓ ପରିଚାଳିତ ମେଟ୍ରୋ ପ୍ରକଳ୍ପ । ଭାରତରେ ପ୍ରଥମ କ୍ଷିପ୍ର ଯାତାୟାତ ପ୍ରକଳ୍ପ ହେଲା କଲିକତା ମେଟ୍ରୋ । ଏହା 1984 ମସିହାରେ ଆରଭ ହେଇଥିଲା । ଦିଲ୍ଲୀ ମେଟ୍ରୋ ଭାରତରେ ସର୍ବଧୁନିକ ମେଟ୍ରୋ ପ୍ରକଳ୍ପ ଏବଂ କଲିକତା ଓ ଚେନ୍ନଇ ପରେ ତୃତୀୟ ମେଟ୍ରୋ ପ୍ରକଳ୍ପ । ଏହା 2002 ମସିହାରେ ଆରଭ ହେଇଥିଲା । ଗୁରୁଗାଁ ମେଟ୍ରୋ ରେଳ 2013 ନଭେମ୍ବରରେ ଆରମ୍ଭ ହେଇଥିଲା ଯାହା ଭାରତର ପ୍ରଥମ ସମ୍ପୂର୍ଣ ବେସରକାରୀ ମାଲିକାନାରେ ରହିଛି । ଭାରତର ପ୍ରଥମ ମୋନୋରେଲ 7 ଫେବ୍ରୁଆରି , 2014ରେ ମୁମ୍ବାଇ ହାରେ କାର୍ଯ୍ୟକାରୀ ହେଲା । ଅବଶ୍ୟ ଏହା ପୂର୍ବରୁ 1927 ମସିହାରେ ପଟିଆଲା ରାଜ୍ୟ ମୋନୋରେଲ ଟ୍ରେନ ଚଳୁଥିଲା ଓ ପରେ ତାହା ବନ୍ଧ ହେଇଯାଇଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବାଙ୍କ ବିହାରୀ ଦାସ (୧ ଜାନୁଆରୀ ୧୯୯୨ - ୨୮ ଜୁଲାଇ ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଏବଂ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବାଙ୍କ ବିହାରୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ବାଙ୍କ ବିହାରୀ ବିଞ୍ଜାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ପରେ ୧୯୭୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚରେ ସେ ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
'ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ । ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ । ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଏହାର ଅପବ୍ୟବହାର ଅତି ସାଧାରଣ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ତା ପ୍ରୋମ୍ ବା ତା-ପ୍ରୋମ୍ (ସ୍ଥାନୀୟ କ୍ଷ୍ମେର୍ ଭାଷାରେ ប្រាសាទតាព្រហ្ម (ଉଚ୍ଚାରଣ – ପ୍ରସତ୍ ତାପ୍ରୋମ୍), ଇଂରାଜୀରେ Ta Prohm) ହେଉଛି କାମ୍ଵୋଡ଼ିଆର ସିଏମ୍ ରିପ୍ ପ୍ରାନ୍ତର ଅଂକୋର୍ ନିକଟସ୍ଥ ଏକ ପ୍ରାଚୀନ ମନ୍ଦିର । ଦ୍ଵାଦଶ ଶତାବ୍ଦୀର ଶେଷ କିମ୍ଵା ତ୍ରୟୋଦଶ ଶତାବ୍ଦୀର ପ୍ରାରମ୍ଭରେ ବାୟୋନ୍ ମନ୍ଦିରର ନିର୍ମାଣ ଶୈଳୀରେ ଏହି ମନ୍ଦିର ନିର୍ମିତ ହୋଇଥିଲା । ନିର୍ମାଣ କାଳରେ ଏହି ମନ୍ଦିରର ନାମ ସ୍ଥାନୀୟ କ୍ଷ୍ମେର୍ ଭାଷାରେ រាជវិហារ (ରାଜବିହାର) ଥିଲା । ଅଂକୋର୍ ଥୋମ୍ରୁ ପୂର୍ବ ଦିଗକୁ ପ୍ରାୟ ୧ କିଲୋମିଟର୍ ଦୂରରେ ତା-ପ୍ରୋମ୍ ଅବସ୍ଥିତ । କ୍ଷ୍ମେର୍ ସାମ୍ରାଜ୍ୟର ରାଜା ସପ୍ତମ ଜୟବର୍ମନଙ୍କଦ୍ଵାରା ଏହି ମନ୍ଦିରର ନିର୍ମାଣ କରାଯାଇଥିଲା । ଏହାକୁ ମହାଯାନ ବୌଦ୍ଧ ଧର୍ମାବଲମ୍ଵୀଙ୍କ ପାଇଁ ଏକ ବିହାର ଓ ବିଶ୍ଵବିଦ୍ୟାଳୟ ନିମନ୍ତେ ବ୍ୟବହାର କରାଯାଉଥିଲା । ଅନ୍ୟ ଅଂକୋର୍ ମନ୍ଦିରଙ୍କ ତୁଳନାରେ ତା-ପ୍ରୋମ୍ ବହୁ ବର୍ଷ ହେଲା ପ୍ରାୟ ସମାନ ସ୍ଥିତିରେ ରହିଛି । ଏଠାକାର ପରିବେଶ, ଭଗ୍ନାବଶେଷ ଉପରେ ବଢ଼ିଥିବା ପରଜୀବୀ ଗଛର ଶୋଭା, ଚତୁଃପାର୍ଶ୍ଵରେ ରହିଥିବା ଜଙ୍ଗଲ ଯୋଗୁଁ ଏହା ପର୍ଯ୍ୟଟକଙ୍କ ଚିତ୍ର ଉତ୍ତୋଳନ ପାଇଁ ଉତ୍ତମ ସ୍ଥାନ । ୧୯୯୨ ମସିହାରେ ତା-ପ୍ରୋମ୍କୁ UNESCO ବିଶ୍ଵ ଐତିହ୍ୟ ସ୍ଥଳର ମାନ୍ୟତା ମିଳିଥିଲା । ଅଂକୋର୍ ଅଞ୍ଚଳର ଲୋକପ୍ରିୟ ମନ୍ଦିର ପରିସର ମଧ୍ୟରେ ତା-ପ୍ରୋମ୍ ଅନ୍ୟତମ । ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ସଂସ୍ଥା (Archaeological Survey of India) ଏବଂ ଅପସରା (Authority for the Protection and Management of Angkor and the Region of Siem Reap) ମିଳିତ ଭାବେ ତା-ପ୍ରୋମ୍ର ସଂରକ୍ଷଣ ଓ ରକ୍ଷଣାବେକ୍ଷଣ ଦାୟିତ୍ତ୍ଵ ବହନ କରିଥାନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ସତେଇସିଟି ରାଜ୍ୟ ଓ ନଅଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଅଧକପାଳି (ଇଂରାଜୀ: migraine; ମିଗ୍ରେନ /ମାଇଗ୍ରେନ ) ଏକ ପ୍ରାଥମିକ ମୁଣ୍ଡବଥା ବେମାରୀ ଯେଉଁଥିରେ ବାରମ୍ବାର ମଧ୍ୟମ ବା ତୀବ୍ର ମୁଣ୍ଡବଥା ହୁଏ ଓ ତାହା ସହିତ ଅଟୋନୋମିକ ନର୍ଭସ ସିଷ୍ଟମ ଲକ୍ଷଣ ପ୍ରକାଶ ପାଇଥାଏ । ଏହି ମିଗ୍ରେନ/ମାଇଗ୍ରେନ (migraine) ଶବ୍ଦ ଏକ ଗ୍ରୀକ ଶବ୍ଦରୁ (Greek ଶବ୍ଦ ἡμικρανία (hemikrania)ର ଅର୍ଥ "ମୁଣ୍ଡର ଗୋଟିଏ ପାଖରେ ଯନ୍ତ୍ରଣା"; ἡμι- (hemi-), "ଅଧା", ଓ κρανίον (kranion), "ଖପୁରି" ନିଆହୋଇଛି । ମୁଣ୍ଡର ଗୋଟିଏ ପାଖରେ ମୁଣ୍ଡବଥା ଧକ୍ ଧକ୍ ହୋଇ ହୁଏ ଓ ପ୍ରାୟ ୭୨ଘଣ୍ଟା ପର୍ଯ୍ୟନ୍ତ ରହେ । ଏହା ସହ ଓକାଳ, ବାନ୍ତି ତଥା ଆଲୋକ, ଶବ୍ଦ କିମ୍ବା ଘ୍ରାଣ ଶକ୍ତି ଅଧିକ ସମ୍ବେଦୀ ହୁଏ ଓ ଶାରୀରିକ କର୍ମ କଲେ ଅଧିକ କଷ୍ଟ ହୁଏ । ଶାରୀରିକ ପରିଶ୍ରମ କଲେ ଏହି ରୋଗ ବଢ଼ିଯାଏ । ଏକ ତୃତୀୟାଂଶ ଲୋକଙ୍କର ଅରା ବା ଦୃଷ୍ଟି ସମସ୍ୟା ହୁଏ ଯାହାଦ୍ୱାରା ଆଗକୁ ଅଧକପାଳି ଆସିବା ସଙ୍କେତ ଦିଏ । ଅରାରେ ଦୃଷ୍ଟି ଭିତ୍ତିକ, ସେନ୍ସରୀ, ମୋଟର ବା ଭାଷା (Language) ଗୋଳମାଳ ହୁଏ । ଅରା ପରେ କ୍ୱଚିତ ମୁଣ୍ଡବଥା ହୁଏ ନାହିଁ । ପରିସ୍ଥିତି ଓ ଜେନେଟିକର ମିଶ୍ରିତ ପ୍ରଭାବ ଯୋଗୁ ଅଧକପାଳି ହେବା ବିଶ୍ୱାସ କରାଯାଏ । ଦୁଇ ତୃତୀୟାଂଶ ରୋଗୀଙ୍କର ବଂଶରେ ଏହି ରୋଗ ଥାଏ । ହରମୋନ ସ୍ତରର ପରିବର୍ତ୍ତନ ଯୋଗୁ ଏହା ହୋଇପାରେ ଯେହେତୁ ପୂର୍ଣ୍ଣାବୟବ ହେବା ପୂର୍ବରୁ ପୁଅମାନଙ୍କର କିନ୍ତୁ ପରେ ପୁରୁଷଙ୍କ ଅପେକ୍ଷା ମହିଳା ସଂଖ୍ୟା ୩ ଗୁଣ ହୁଏ । ଗର୍ଭାବସ୍ଥାରେ ଅଧକପାଳି କମିଯାଏ । ଗର୍ଭାବସ୍ଥାରେ ଏହି ସଙ୍କଟ କମିଯାଏ । ଏହି ରୋଗ କେଉଁ ଉପାୟରେ ହୁଏ ତାହା ଜଣାନାହିଁ । ତେବେ ଏହା ଏକ ସ୍ନାୟୁ-ରକ୍ତନଳୀ ସମ୍ବନ୍ଧୀୟ ରୋଗ । ପ୍ରାଥମିକ ଥିଓରି ଅନୁସାରେ ସେରେବ୍ରାଲ କର୍ଟେକ୍ସ ଅତ୍ୟଧିକ ଉତ୍ତେଜିତ ହୋଇ ବ୍ରେନଷ୍ଟେମର ଟ୍ରାଇଜେମିନାଲ ନ୍ୟୁକ୍ଳିଅସରେ ଥିବା ସ୍ନାୟୁ ଉପରେ ଅସାଧାରଣ ପ୍ରତିକ୍ରିୟା କରାଏ ।ସର୍ବ ପ୍ରଥମେ ମୁଣ୍ଡବଥା ନିମନ୍ତେ ଆଇବୁପ୍ରୋଫେନ ଓ ପାରାସେଟାମୋଲ ଭଳି ସାଧାରଣ ପିଡ଼ାନାଶକ ଔଷଧ ଦିଆଯାଏ, ବାନ୍ତି ନ ହେବା ଔଷଧ ଦେଲେ ଓକାଳ କମ ହୁଏ ଓ ଟ୍ରିଗର ନ ଗେବା ଚେଷ୍ଟା କରାଯାଏ । ସାଧାରଣ ପିଡ଼ାନାଶକ ଦେଇ ଭଲ ନ ହେଲେ ଟ୍ରିପ୍ଟାନ କିମ୍ବା ଏରଗୋଟାମିନ ବା ଦିଆଯାଇପାରେ । ଜଣ ସଂଖ୍ୟାର ୧୫ % ଲୋକ ଜୀବନରେ କେବେ ନା କେବେ ଏହି ରୋଗ ଭୋଗ କରନ୍ତି । ଏହା ସହିତ କେଫିନ୍ ଯୋଗ କରିଦିଆଯାଇ ପାରେ । ଏହାର ପ୍ରତିଷେଧ ନିମନ୍ତେ ଅନେକ ଔଷଧ ମିଳୁଛି ଯଥା:- ମେଟୋପ୍ରୋଲୋଲ, ଭାଲପ୍ରୋଏଟ ଓ ଟୋପିରାମେଟ ।ସାରା ପୃଥିବୀର ଜନସଂଖ୍ୟାର ପ୍ରାୟ ୧୫% ଲୋକଙ୍କୁ ଅଧକପାଳି ରୋଗ ହୁଏ । ଏହି ରୋଗ ଅଧିକାଂଶ କେଶ୍ରେ ଯୁବକ୍ରାନ୍ତି ବା ପ୍ୟୁବର୍ଟି ବେଳେ ହୁଏ । କେତେକ ମହିଳାଙ୍କର ଋତୁବନ୍ଦ ସମୟଠାରୁ ରୋଗ କମିଯାଏ । ପୁରାତନ ମିଶରରେ ଖ୍ରୀ:ପୂ: ୧୫୦୦ରେ ଏବର୍ସ ପାପିରସ୍ରେ କେତେକ ବେମାରୀ ବର୍ଣ୍ଣନା ଏହି ରୋଗ ସାଥୀରେ ମେଳ ଖାଉଛି । ମିଗ୍ରେନ ଶବ୍ଦଟି ଗ୍ରୀକ ଶବ୍ଦ ἡμικρανία (hemikrania)ରୁ ନିଆଯାଇଛି ଯାହାର ଅର୍ଥ , "ମୁଣ୍ଡର ଗୋଟିଏ ପଟରେ ଯନ୍ତ୍ରଣା", ଓ ἡμι- (hemi-)ର ଅର୍ଥ "ଅଧା" ଓ κρανίον (kranion)ର ଅର୍ଥ "ଖପୁରି".
ହିରୋଇନ (ଇଂରାଜୀ ଭାଷାରେ Heroin ଅନ୍ୟ ନାମ diamorphine, ଏକ ଓପିଅଏଡ (opioid) ଯାହା ଏକ ଆନନ୍ଦବର୍ଦ୍ଧକ ଗୁଣ ଯୋଗୁ ଏକ ମନୋରଞ୍ଜନକାରୀ ଔଷଧ (recreational drug) ରୂପେ ବ୍ୟବହାର କରାଯାଏ । ଡାକ୍ତରୀ ଚିକିତ୍ସାରେ ଏହା ଏକ କଷ୍ଟ ନିବାରକ ଔଷଧ ଓ ଦୀର୍ଘକାଳୀନ ଓପିଅଏଡ ପ୍ରତିସ୍ଥାପନ ଥେରାପିରେ କାଉନସେଲିଙ୍ଗ ସହିତ ବ୍ୟବହାରକାରୀଙ୍କୁ ରକ୍ଷଣାବେକ୍ଷଣ ବା ମେଣ୍ଟେନାନ୍ସ ନିମନ୍ତେ ଦିଆଯାଏ । ହିରୋଇନ ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ କିନ୍ତୁ ଏହାର ଧୂମ୍ର ପାନ କରିହୁଏ ବା ଏହାକୁ ଆଘ୍ରାଣ କରିହୁଏ । ଏହା ପ୍ରଭାବ ତୁରନ୍ତ ଆରମ୍ଭ ହୁଏ ଓ କିଛି ଘଣ୍ଟା ପର୍ଯ୍ୟନ୍ତ ରହେ ।ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଶ୍ୱାସକ୍ରିୟା କମିଯାଏ ଓ ହିରୋଇନ ନେଉଥିବା ଲୋକଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ ଲୋକ ନିର୍ଭରଶୀଳ (physically dependent) ହୋଇଯାଆନ୍ତି । ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ପୂଜ ଜମିବା, ଏଣ୍ଡୋକାର୍ଡ଼ାଇଟିସ (infected heart valves), ରକ୍ତବାହୀ ସଂକ୍ରମଣ, କୋଷ୍ଠକାଠିନ୍ୟ ଓ ନିମୋନିଆ ମୂଖ୍ୟତଃ ଦେଖାଯାଏ । ଦୀର୍ଘକାଳୀନ ବ୍ୟବହାରର ଇତିହାସ ଥିଲେ ବ୍ୟବହାର ବନ୍ଦ କରିବାର କିଛି ଘଣ୍ଟା ମଧ୍ୟରେ ପ୍ରତ୍ୟାହାର ଲକ୍ଷଣ ବାହାରିବା ଆରମ୍ଭ ହୋଇଯାଏ । ଶିରାଭ୍ୟନ୍ତର ସଂଚାଳନ ପରେ ସମତୁଲ ମାତ୍ରାର ମର୍ଫିନ ଅପେକ୍ଷା ହିରୋଇନର ପ୍ରଭାବ ୨ରୁ ୩ଗୁଣ ଅଧିକ ହୁଏ । ଧଳା ବା ମାଟିଆ ରଙ୍ଗର ପାଉଡର ଆକାରରେ ହିରୋଇନ ମିଳେ । ହିରୋଇନ ଚିକିତ୍ସାରେ ନିଶା ଚିକିତ୍ସା (heroin addiction) ସହିତ ବ୍ୟବହାରିକ ଥେରାପି (behavioral therapy) ଓ ଔଷଧ ଦିଆଯାଏ । ଏଥିରେ ମେଥାଡନ ବା ନାଲଟ୍ରେକ୍ସନ (naltrexone) ଔଷଧ ବ୍ୟବହାର କରାଯାଏ । ହିରୋଇନ ଅଧିକ ମାତ୍ରା ହୋଇଥିଲେ ନାଲୋକ୍ସୋନ (naloxone) ଦେଇ ଚିକିତ୍ସା କରାଯାଏ । ହିସାବ ଅନୁସାରେ ପ୍ରାୟ ୧୭ ନିୟୁତ ଲୋକ ଅଧୁନା ହିରୋଇନ ସେବନ କରୁଛନ୍ତି ଓ ଏତଦ୍ୱାରା ସନ ୨୦୧୫ରେ ୧୨୨,୦୦୦ମୃତ୍ୟୁ ହୋଇଛି । ଯୁକ୍ତରାଷ୍ଟ୍ର ଆମେରିକାର ୧.୬% ଲୋକ କୌଣସି ସମୟରେ ହିରୋଇନ ସେବନ କରୁଛନ୍ତି । ଔଷଧ ସମ୍ପର୍କୀୟ ମୃତ୍ୟୁ ମଧ୍ୟରେ ଓପିଅଏଡ ସର୍ବାଧିକ ସାଧାରଣ କାରଣ ହୋଇଛି ।ସନ ୧୮୭୪ରେ ଚାର୍ଲସ ରୋମଲେ ଆଲଡର ରାଇଟ ପ୍ରଥମେ ପାପାଭର ସୋମ୍ନିଫେରମର (opium poppy) ପ୍ରାକୃତିକ ଉପାଦାନ ମର୍ଫିନରୁ ହିରୋଇନ ପ୍ରସ୍ତୁତ କରିଥିଲେ । ଆନ୍ତର୍ଜାତୀୟ କ୍ଷେତ୍ରରେ ହିରୋଇନ ଏକ ନିୟନ୍ତ୍ରିତ ଔଷଧ । ଏହାର ତିଆରି, ବିନା ଲାଇସେନ୍ସରେ ବିକ୍ରୟ ବେଆଇନ (illegal) । ସନ ୨୦୧୫ରେ ପୃଥିବୀରେ ଉତ୍ପାଦିତ ସମୁଦାୟ ଅଫିମର ୬୬% କେବଳ ଆଫଗାନିସ୍ଥାନ ଦେଶରେ ପ୍ରସ୍ତୁତ ହୋଇଥିଲା । ଅନେକ ସମୟରେ ବେଆଇନ ଭାବରେ ବିକ୍ରୟ କରାଯାଉଥିବା ହିରୋଇନ ସହିତ ଚିନି ବା ସ୍ଟ୍ରିକନିନ (strychnine) ମଶ୍ରିତ କରାଯାଏ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ୱୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ବାୟୋନ୍ (ଇଂରାଜୀରେ Bayon, କ୍ଷ୍ମେର୍ ଭାଷାରେ ប្រាសាទបាយ័ន - ପ୍ରସତ୍ ବାୟୋନ୍) କାମ୍ଵୋଡ଼ିଆର ଅଂକୋରରେ ଅବସ୍ଥିତ ଏକ ସୁନ୍ଦର ଓ ଭବ୍ୟ ପୁରାତନ ମନ୍ଦିର । ଦ୍ଵାଦଶ ଶତାବ୍ଦୀର ଶେଷରୁ ନେଇ ତ୍ରୟୋଦଶ ଶତାବ୍ଦୀର ଆରମ୍ଭ କାଳରେ କ୍ଷ୍ମେର୍ ସ୍ଥାପତ୍ୟ ଶୈଳୀରେ ନିର୍ମିତ ଏହି ମନ୍ଦିର ମହାଯାନ ବୌଦ୍ଧଧର୍ମାବଲମ୍ଵୀ ରାଜା ଜୟବର୍ମନ ସପ୍ତମଙ୍କର ରାଜକୀୟ ମନ୍ଦିର ଥିଲା । ଜୟବର୍ମନଙ୍କ ରାଜଧାନୀ ଅଂକୋର୍ ଥୋମ୍ର କେନ୍ଦ୍ରରେ ବାୟୋନ୍ ଦଣ୍ଡାୟମାନ । ଜୟବର୍ମନଙ୍କ ମୃତ୍ୟୁ ପରେ ହିନ୍ଦୁ ଓ ଥେରବାଦ ବୌଦ୍ଧ ଧର୍ମାବଲମ୍ଵୀ ରାଜାମାନେ ଏହି ମନ୍ଦିରକୁ ନିଜ ନିଜ ପୂଜା ପଦ୍ଧତି ପାଇଁ ବ୍ୟବହାର କରିଆସିଛନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଅପସ୍ମାର ବାତ ଗୋଟିଏ ଦୀର୍ଘସ୍ଥାୟୀ ସ୍ନାୟୁ ବ୍ୟତିକ୍ରମ ରୋଗ ଯେଉଁଥିରେ ବାତ ଗୋଟିଏ ପ୍ରମୁଖ ଲକ୍ଷଣ । ଏହା ଏପିଲେପ୍ସି ନାମରେ ମଧ୍ୟ ପରିଚିତ ଯାହା ସଳ୍ପ କାଳୀନ ବା ପ୍ରାୟ ଅଣଚିହ୍ନଟ ହୋଇପାରେ ବା ସେଥିରେ ଦୀର୍ଘ ସମୟ ଧରି ପ୍ରବଳ କମ୍ପନ ହୋଇପାରେ । ଏହା ଫଳରେ ଶାରୀରିକ କ୍ଷତି ଯେପରିକି ଅସ୍ଥି ଭଗ୍ନ ହୋଇପାରେ । ବାତ ବାରମ୍ବାର ହୋଇପାରେ ଓ ଏହାର କୌଣସି ଅନ୍ତର୍ନିହିତ କାରଣ ନ ଥାଏ । କେତେକ ସଂଜ୍ଞା ଅନୁସାରେ ବାତ ବାରମ୍ବାର ଓ ଉତ୍ତେଜନା ବିହୀନ ହେବା ଆବଶ୍ୟକ, ଅନ୍ୟ ମତ ଅନୁସାରେ ଗୋଟିଏ ଥର ବାତ ସହ ମସ୍ତିଷ୍କ କ୍ରିୟା ପରିବର୍ତ୍ତନ ଓ ଭବିଷ୍ୟତ ବାତ ସମ୍ଭାବନା ଅଧିକ ଥାଏ ବିଷକ୍ରିୟା ଯୋଗୁ ଉତ୍ପନ୍ନ ହେଉଥିବା ବାତକୁ ଅପସ୍ମାର ଶ୍ରେଣୀରେ ନିଆଯାଏ ନାହିଁ । ପୃଥିବୀର କେତେକ ଅଞ୍ଚଳରେ ଏହାକୁ ସାମାଜିକ କଳଙ୍କ (stigma) କୁହାଯାଏ ।ଅଧିକାଂଶ ଅପସ୍ମାର ରୋଗର କାରଣ ଅଜଣା ଥିଲେ ମଧ୍ୟ କେତେକ କାରଣ ଯଥା ମସ୍ତିଷ୍କ ଆଘାତ, ସ୍ଟ୍ରୋକ, ମସ୍କିଷ୍କ ଅର୍ବୁଦ, ଔଷଧ, ଜନ୍ମଗତ ତୃଟି ଓ ମାତ୍ରାଧିକ ମଦ୍ୟପାନ ଉଲ୍ଲେଖ ଯୋଗ୍ୟ । ପରିଚିତ ଜେନେଟିକ ମ୍ୟୁଟେସନ ଯୋଗୁ କେତେକ ଅପସ୍ମାର ହୁଏ ।. ଏହି ରୋଗ ମସ୍ତିଷ୍କରେ ଅସାଧାରଣ ଓ ଅତ୍ୟଧିକ ସ୍ନାୟୁ ଉତ୍ତେଜନା ହେବା ଯୋଗୁ ଦେଖାଯାଏ । ସମଲକ୍ଷଣ ବିଶିଷ୍ଟ ରୋଗ ଯଥା ଅଚେତା, ଆଲକୋହୋଲ ଉଇଥଡ୍ରୟାଲ ସିଣ୍ଡ୍ରୋମ ବା ଇଲେକ୍ଟ୍ରୋଲାଇଟ ସମସ୍ୟାର ଉପସ୍ଥିତି ନିମନ୍ତେ ପରୀକ୍ଷା କରି ଦୂର କରାଯାଏ । ଆଂଶିକ ଭାବରେ ଏହା ମସ୍ତିଷ୍କ ଇମେଜିଙ୍ଗ ରକ୍ତ ପରୀକ୍ଷା କରି ଚିହ୍ନଟ କରାଯାଏ । ଏହି ରୋଗ ଇଲେକ୍ଟ୍ରୋଏନସେଫାଲୋଗ୍ରାମ (ଇଇଜି) କରି ନିଧାର୍ଯ୍ୟ କରାଯାଏ କିନ୍ତୁ ସାଧାରଣ ପରୀକ୍ଷାଦ୍ୱାରା ଏହାର ଅନୁପସ୍ଥିତି ଜଣାଯାଏ ନାହିଁ ।ଜଣାଶୁଣା କାରଣରୁ ହେଉଥିବା ଅପସ୍ମାର ପ୍ରତିରୋଧ କରିହୁଏ । ପ୍ରାୟ ୭୦% କେଶ୍ରେ ଔଷଧଦ୍ୱାରା ବାତ ନିୟନ୍ତ୍ରଣ କରିହୁଏ । ଶସ୍ତା ଔଷଧ ମଧ୍ୟ ଉପଲବ୍ଧ ଅଛି । ଔଷଧ କାମ ନ କଲେ ଅପରେଶନ, ନିଉରୋସ୍ଟିମୁଲେସନ, ବା ଖାଦ୍ୟ ପରିବର୍ତ୍ତନ କରାଯାଏ । ସବୁ ଅପସ୍ମାର ଜୀବନବ୍ୟାପୀ ନୁହେଁ; କେତେକ ରୋଗୀ ଏତେ ଉନ୍ନତି କରନ୍ତି ଯେ ତାଙ୍କର ଆଉ ଔଷଧ ଆବଶ୍ୟକ ହୁଏ ନାହିଁ ।ସନ ୨୦୧୩ ସୁଦ୍ଧା ପୃଥିବୀରେ ପ୍ରାୟ ୨୨ନିୟୁତ ଅପସ୍ମାର ରୋଗୀ ଥିଲେ । ପ୍ରାୟ ୮୦ % ରୋଗୀ ବିକାଶଶୀଳ ରାଷ୍ଟ୍ରମାନଙ୍କରେ ଦେଖାଯାଆନ୍ତି । ସନ ୧୯୯୦ରେ ଏହା ଯୋଗୁ ୧୧୨,୦୦୦ ମୃତ୍ୟୁ ହୋଇଥିଲା ବେଳେ ସନ ୨୦୧୩ରେ ୧୧୬,୦୦୦ ମୃତ୍ୟୁ ହୋଇଥିଲେ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ ଏହି ରୋଗ ହେବା ସମ୍ଭାବନା ବଢ଼େ । ଶିଶୁ ଓ ବୟସ୍କ ଲୋକଙ୍କଠାରେ ଏହି ରୋଗ ନୂଆ ଭାବରେ ଦେଖାଯାଏ । > ବିକାଶଶୀଳ ଦେଶମାନଙ୍କରେ ବଡ଼ ପିଲା ଓ ଯୁବ ବୟଃପ୍ରାପ୍ତ ଲୋକଙ୍କର ଅନ୍ତର୍ନିହିତ କାରଣମାନଙ୍କ ଯୋଗୁ ଅଧିକ ଅପସ୍ମାର ହୁଏ । ପ୍ରାୟ ୫–୧୦% ଲୋକଙ୍କର ୮୦ ବର୍ଷ ବୟସ ବେଳକୁ ଅଣଉତ୍ତେଜିତ ବାତ ହୁଏ, ଓ ଦ୍ୱିତୀୟ ବାତ ସମ୍ଭାବନା ପ୍ରାୟ ୪୦ରୁ ୫୦% ଥାଏ । ପୃଥିବୀର ଅନେକ ସ୍ଥାନରେ ଡ୍ରାଇଭ କରିବାକୁ ସୀମିତ କରାଯାଏ ବା ଭଲ ହେବା ପର୍ଯ୍ୟନ୍ତ ଆଦୌ ଅନୁମତି ଦିଆଯାଏ ନାହିଁ । ଏପିଲେପ୍ସି ଶବ୍ଦର ଅର୍ଥ ପ୍ରାଚୀନ ଗ୍ରୀକ: ἐεπιλαμβάνειν "ଭାଷାରେ ଅଭିଗ୍ରହଣ କରିବା, ଆୟତ କରିବା ବା ଆକ୍ରାନ୍ତ କରିବା".
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
'ଗୋଆ' ଭାରତର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ ଏକ ରାଜ୍ୟ । କ୍ଷେତ୍ରଫଳ ହିସାବରେ ଏହା ଭାରତର କ୍ଷୁଦ୍ରତମ ତଥା ଜନସଂଖ୍ୟା ହିସାବରେ ଏହା ଭାରତର ଚତୁର୍ଥ କ୍ଷୁଦ୍ର ରାଜ୍ୟ । ଆରବ ସାଗର କୁଳରେ ଥିବା ଏହି ରାଜ୍ୟକୁ ଉତ୍ତରଦିଗରେ ମହାରାଷ୍ଟ୍ର, ପୂର୍ବ ଓ ଦକ୍ଷିଣ ଦିଗରେ କର୍ଣ୍ଣାଟକ ଘେରି ରହିଛି । ଗୋଆ ଭାରତର ସବୁଠାରୁ ଧନୀ ରାଜ୍ୟ । ଏହାର ମୋଟ ଘରୋଇ ଉତ୍ପାଦ (ଜି. ଡ଼ି. ପି.) ଦେଶର ଜି.
ଦେବଦତ୍ତ ପଟ୍ଟନାୟକ(୧୧ ଡିସେମ୍ବର ୧୯୭୦ରେ ଜନ୍ମିତ) ଜଣେ ଡାକ୍ତର, ନେତୃତ୍ୱ ପରାମର୍ଶଦାତା ଓ ଲେଖକ । ତାଙ୍କର ରଚନାବଳୀ ମୁଖ୍ୟତଃ ପୁରାଣ, କିମ୍ବଦନ୍ତୀ ଓ ମ୍ୟାନେଜମେଣ୍ଟ ପୃଷ୍ଟଭୂମୀ ଉପରେ ପର୍ଯ୍ୟବେସିତ । ସେ ଭାରତର ସର୍ବବୃହତ ରିଟେଲ କମ୍ପାନୀ "ଫ୍ୟୁଚର ଗ୍ରୁପ"ର ଚିଫ୍ ବିଲିଫ୍ ଅଫିସର ଭାବରେ କାର୍ଯ୍ୟ କରିଛନ୍ତି । "ମିଡ଼ ଡେ" ଖବରକାଗଜରେ ସେ ଜଣେ ନିୟମିତ ସ୍ଥମ୍ଭକାର ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ନାରାୟଣ ସାହୁ (ଜନ୍ମ ୨୫ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ଅଧ୍ୟାପକ ଓ ନାଟ୍ୟକାର । ଏଯାବତ ତାଙ୍କର ୨୦ରୁ ଉର୍ଦ୍ଧ ନାଟକ ପ୍ରକାଶିତ ହୋଇସାରିଛି । ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ସେ ଅଧ୍ୟାପନା କରିଛନ୍ତି । ତାଙ୍କର ନାଟକ ଆଶ୍ରା ଖୋଜି ବୁଲୁଥିବା ଇଶ୍ୱର ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଆକାଶବାଣୀ ନାଟ୍ୟକାର ପୁରସ୍କାର, ଝଙ୍କାର ନାଟକ ପୁରସ୍କାର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
'ନେବୁଲା ପୁରସ୍କାର ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରକାଶିତ ବିଜ୍ଞାନ କଥା କିମ୍ବା ଫାଣ୍ଟାସୀର ସର୍ବଶ୍ରେଷ୍ଠ କାର୍ଯ୍ୟକୁ ମାନ୍ୟତା ଦେଇଥାଏ । ପୁରସ୍କାରର ଆୟୋଜନ ଏବଂ ସାଇନ୍ସ ଫିକ୍ସନ ଆଣ୍ଡ ଫାଣ୍ଟାସୀ ରାଇଟ୍ସ ଅଫ ଆମେରିକା (ଏସଏଫଡବ୍ଲୁଏ)ଦ୍ୱାରା ଆୟୋଜିତ ଓ ସମ୍ମାନିତ କରାଯାଇଥିଲା । ଏହା ପେଶାଗତ ବିଜ୍ଞାନ କଥା ଓ ଫାଣ୍ଟାସୀ ଲେଖକ ମାନଙ୍କର ସଂଘ ପାଇଁ ଆୟୋଜିତ ହୋଇଥିଲା । ଏହା ପ୍ରଥମ ଥର ୧୯୬୬ ମସିହାରେ ପ୍ରସ୍ତୁତ ହୋଇଥିବା ଏକ ସମାରୋହରେ ଦିଆଯାଇଥିଲା ଏବଂ ସାହିତ୍ୟିକ କାର୍ଯ୍ୟ ପାଇଁ ଚାରୋଟି ଶ୍ରେଣୀରେ ଦିଆଯାଇଥିଲା । ଫିଲ୍ମ ଓ ଟେଲିଭିଜନ ଏପିସୋଡ ସ୍କ୍ରୀପ୍ଟ ପାଇଁ ପଞ୍ଚମ ଶ୍ରେଣୀ ୧୯୭୪-୭୮ ଓ ୨୦୦୦-୦୯ ଦିଆଯାଇଥିଲା; ଏବଂ ଖେଳ ଲେଖକଙ୍କ ପାଇଁ ଏକ ଷଷ୍ଠ ଶ୍ରେଣୀ ୨୦୧୮ ମସିହାରେ ଆରମ୍ଭ ହୋଇଥିଲା । ନେବୁଲା ପୁରସ୍କାରକୁ ନିୟନ୍ତ୍ରଣ କରୁଥିବା ନିୟମକୁ ପୁରସ୍କାରର ଇତିହାସ ଅନୁଶାରେ ବହୁଥର ବଦଳା ଯାଇଥିଲା । SFWA ନେବୁଲା ସମ୍ମେଳନ, ଯେଉଁଥିରେ ପୁରସ୍କାରର ଘୋଷଣା କରାଯାଏ ଓ ପ୍ରସ୍ତୁତ କରାଯାଏ , ସଂଯୁକ୍ତ ରାଜ୍ୟ ଆମେରିକାରେ ପ୍ରତ୍ୟେକ ବସନ୍ତରେ ଆୟୋଜିତ କରାଯାଏ । ସ୍ଥାନ ପ୍ରତ୍ୟେକ ବର୍ଷ ଭିନ୍ନ ଭିନ୍ନ ହୋଇଥାଏ ।
ସ୍ଟ୍ରେପ୍ଟୋମାଇସିନ (ଇଂରାଜୀ ଭାଷାରେ Streptomycin) ଏକ ଆଣ୍ଟିବାୟୋଟିକ (antibiotic) ଯାହା ଅନେକ ଗୁଡ଼ିଏ ଜୀବାଣୁ ସଂକ୍ରମଣର ଚିକିତ୍ସାରେ ବ୍ୟବହୃତ ହୁଏ । ଏହି ରୋଗଗୁଡ଼ିକର ନାମ ଯକ୍ଷ୍ମା, ମାଇକୋବ୍ୟାକ୍ଟେରିଅମ ଆଭିଅମ କମ୍ପ୍ଲେକ୍ସ (Mycobacterium avium complex), ଏଣ୍ଡୋକାର୍ଡ଼ାଇଟିସ (endocarditis), ବ୍ରୁସେଲୋସିସ (brucellosis), ବରଖୋଲଡେରିଆ ସଂକ୍ରମଣ (Burkholderia infection), ପ୍ଲେଗ ରୋଗ (plague), ଟୁଲାରେମିଆ (tularemia) ଓ ମୂଷାକାମୁଡ଼ା ଜ୍ୱର (rat bite fever).
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।